Leviticus 14:7 in Oriya 7 ପୁଣି ସେ କୁଷ୍ଠରୋଗରୁ ଶୁଚିଯୋଗ୍ୟ ଲୋକ ଉପରେ ସାତ ଥର ତାହା ଛିଞ୍ଚି; ସେ ଶୁଚି ବୋଲି ପ୍ରକାଶ କରିବ, ଆଉ ସେହି ଜୀଅନ୍ତା ପକ୍ଷୀକୁ କ୍ଷେତ୍ର ଆଡ଼େ ଛାଡ଼ିଦେବ।
Other Translations King James Version (KJV) And he shall sprinkle upon him that is to be cleansed from the leprosy seven times, and shall pronounce him clean, and shall let the living bird loose into the open field.
American Standard Version (ASV) And he shall sprinkle upon him that is to be cleansed from the leprosy seven times, and shall pronounce him clean, and shall let go the living bird into the open field.
Bible in Basic English (BBE) And shaking it seven times over the man who is to be made clean, he will say that he is clean and will let the living bird go free into the open country.
Darby English Bible (DBY) and he shall sprinkle upon him that is to be cleansed from the leprosy seven times, and shall pronounce him clean, and shall let the living bird loose into the open field.
Webster's Bible (WBT) And he shall sprinkle upon him that is to be cleansed from the leprosy seven times, and shall pronounce him clean, and shall let the living bird loose into the open field.
World English Bible (WEB) He shall sprinkle on him who is to be cleansed from the leprosy seven times, and shall pronounce him clean, and shall let the living bird go into the open field.
Young's Literal Translation (YLT) and he hath sprinkled on him who is to be cleansed from the leprosy seven times, and hath pronounced him clean, and hath sent out the living bird on the face of the field.
Cross Reference Leviticus 4:6 in Oriya 6 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ପବିତ୍ର ସ୍ଥାନର ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
Leviticus 4:17 in Oriya 17 ପୁଣି, ଯାଜକ ସେହି ରକ୍ତରେ ଆପଣା ଅଙ୍ଗୁଳି ଡୁବାଇ ସଦାପ୍ରଭୁଙ୍କ ଛାମୁରେ ବିଚ୍ଛେଦବସ୍ତ୍ର ଆଗରେ ସାତ ଥର ଛିଞ୍ଚିବ।
Leviticus 8:11 in Oriya 11 ପୁଣି, ସେ ତହିଁରୁ କିଛି ନେଇ ବେଦି ଉପରେ ସାତ ଥର ସେଚନ କଲେ; ଆଉ, ବେଦି ଓ ତହିଁର ସମସ୍ତ ପାତ୍ର ଓ ପ୍ରକ୍ଷାଳନପାତ୍ର ଓ ତହିଁର ବୈଠିକି ପବିତ୍ର କରିବାକୁ ଅଭିଷେକ କଲେ।
Leviticus 13:13 in Oriya 13 ତେବେ ଯାଜକ ଦେଖିବ; ପୁଣି, ଯଦି କୁଷ୍ଠରୋଗ ତାହାର ସର୍ବାଙ୍ଗ ଆଚ୍ଛନ୍ନ କରିଥାଏ, ତେବେ ସେ ରୋଗୀକୁ ଶୁଚି ବୋଲି ପ୍ରକାଶ କରିବ; ସର୍ବାଙ୍ଗ ଶ୍ଵେତବର୍ଣ୍ଣ ହୋଇଅଛି; ସେ ଶୁଚି ଅଟେ।
Leviticus 13:17 in Oriya 17 ଆଉ, ଯାଜକ ତାହାକୁ ଦେଖିବ; ପୁଣି ଦେଖ, ଯଦି ସେହି ଘା' ଶ୍ଵେତବର୍ଣ୍ଣ ହୋଇଥାଏ, ତେବେ ଯାଜକ ସେ ଘା'ଯୁକ୍ତ ଲୋକକୁ ଶୁଚି ବୋଲି ପ୍ରକାଶ କରିବ; ସେ ଶୁଚି ଅଟେ।
Leviticus 14:51 in Oriya 51 ତହୁଁ ସେ ସେହି ଏରସ କାଠ, ଏସୋବ, ସିନ୍ଦୂର ବର୍ଣ୍ଣ (ଲୋମ) ଓ ଜୀଅନ୍ତା ପକ୍ଷୀକୁ ନେଇ ହତ ପକ୍ଷୀର ରକ୍ତରେ ଓ ସେହି ସ୍ରୋତଜଳରେ ଡୁବାଇବ ଓ ସେହି ଗୃହରେ ସାତ ଥର ଛିଞ୍ଚିବ।
Leviticus 16:14 in Oriya 14 ତହୁଁ ସେ ସେହି ଗୋବତ୍ସର କିଛି ରକ୍ତ ନେଇ ପାପାଚ୍ଛାଦନର ପୂର୍ବ ଆଡ଼େ ଅଙ୍ଗୁଳି ଦ୍ୱାରା ଛିଞ୍ଚିବ; ପୁଣି, ପାପାଚ୍ଛାଦନ ସମ୍ମୁଖରେ ଅଙ୍ଗୁଳି ଦ୍ୱାରା ସାତ ଥର ସେହି ରକ୍ତ ଛିଞ୍ଚିବ।
Leviticus 16:19 in Oriya 19 ପୁଣି, ସେ ରକ୍ତରୁ କିଛି ନେଇ ଅଙ୍ଗୁଳି ଦ୍ୱାରା ସାତ ଥର ଛିଞ୍ଚି ତାହା ଶୁଚି କରିବ ଓ ଇସ୍ରାଏଲ ସନ୍ତାନଗଣର ଅଶୁଚିତାରୁ ତାହା ଶୁଚି କରିବ।
Leviticus 16:22 in Oriya 22 ତହିଁରେ ସେହି ଛାଗ ଆପଣା ଉପରେ ସେମାନଙ୍କର ସମସ୍ତ ଅପରାଧ ବୋହି ନରଶୂନ୍ୟ ଦେଶକୁ ନେବ; ଆଉ ସେ ସେହି ସ୍ଥାନରେ ସେହି ଛାଗକୁ ଛାଡ଼ିଦେବ।
Numbers 19:18 in Oriya 18 ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ୍ ଶାଖା, ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।
2 Kings 5:10 in Oriya 10 ତହୁଁ ଇଲୀଶାୟ ଏକ ଦୂତ ପଠାଇ ତାହାଙ୍କୁ କହିଲେ, “ତୁମ୍ଭେ ଯାଇ ଯର୍ଦ୍ଦନରେ ସାତ ଥର ସ୍ନାନ କର, ତହିଁରେ ତୁମ୍ଭର ନୂତନ ମାଂସ ହେବ ଓ ତୁମ୍ଭେ ଶୁଚି ହେବ।”
2 Kings 5:14 in Oriya 14 ତହୁଁ ସେ ପରମେଶ୍ୱରଙ୍କ ଲୋକଙ୍କ ବାକ୍ୟାନୁସାରେ ଯାଇ ଯର୍ଦ୍ଦନରେ ଆପଣାକୁ ସାତ ଥର ବୁଡ଼ାଇଲା; ଏଥିରେ ତାହାର ମାଂସ ପୁନର୍ବାର କ୍ଷୁଦ୍ର ବାଳକର ମାଂସ ତୁଲ୍ୟ ହେଲା ଓ ସେ ଶୁଚି ହେଲା।
Psalm 51:2 in Oriya 2 ମୋ' ଅପରାଧରୁ ମୋତେ ସମ୍ପୂର୍ଣ୍ଣ ପ୍ରକ୍ଷାଳନ କର ଓ ମୋ' ପାପରୁ ମୋତେ ଶୁଚି କର।
Psalm 51:7 in Oriya 7 ଏସୋବ ଦେଇ ମୋତେ ନିର୍ମଳ କର, ତହିଁରେ ମୁଁ ଶୁଚି ହେବି; ମୋତେ ପ୍ରକ୍ଷାଳନ କର, ତହିଁରେ ମୁଁ ହିମଠାରୁ ଶୁକ୍ଳ ହେବି।
Isaiah 52:15 in Oriya 15 ସେହିପରି ସେ ଅନେକ ଦେଶୀୟମାନଙ୍କୁ ଛିଞ୍ଚିବେ; ରାଜାମାନେ ତାହାଙ୍କ ଛାମୁରେ ଆପଣା ଆପଣା ମୁଖ ବନ୍ଦ କରିବେ; କାରଣ ଯାହା ସେମାନଙ୍କୁ କୁହାଯାଇ ନ ଥିଲା, ତାହା ସେମାନେ ଦେଖିବେ ଓ ଯାହା ସେମାନେ ଶୁଣି ନ ଥିଲେ, ତାହା ସେମାନେ ବୁଝିବେ।
Ezekiel 36:25 in Oriya 25 ପୁଣି, ଆମ୍ଭେ ତୁମ୍ଭମାନଙ୍କ ଉପରେ ଶୁଚି ଜଳ ଝିଞ୍ଚିବା, ତହିଁରେ ତୁମ୍ଭେମାନେ ଶୁଚି ହେବ; ତୁମ୍ଭମାନଙ୍କର ସବୁ ଅଶୌଚରୁ ଓ ତୁମ୍ଭମାନଙ୍କର ସକଳ ପ୍ରତିମାଗଣଠାରୁ ଆମ୍ଭେ ତୁମ୍ଭମାନଙ୍କୁ ଶୁଚି କରିବା।
Daniel 9:24 in Oriya 24 ଆଜ୍ଞା ଲଙ୍ଘନ ସମାପ୍ତ କରିବାକୁ ଓ ପାପର ଶେଷ କରିବାକୁ ଓ ଅଧର୍ମର ପ୍ରାୟଶ୍ଚିତ୍ତ କରିବାକୁ, ଆଉ ଅନନ୍ତକାଳସ୍ଥାୟୀ ଧର୍ମ ଆଣିବାକୁ, ପୁଣି ଦର୍ଶନ ଓ ଭବିଷ୍ୟଦ୍ବାକ୍ୟ ମୁଦ୍ରାଙ୍କିତ କରିବାକୁ ଓ ପବିତ୍ରତମଙ୍କୁ ଅଭିଷିକ୍ତ କରିବାକୁ ତୁମ୍ଭ ଲୋକଙ୍କର ଓ ତୁମ୍ଭ ପବିତ୍ର ନଗର ନିମନ୍ତେ ସତୁରି ସପ୍ତାହ ନିରୂପିତ ହୋଇଅଛି।
Micah 7:19 in Oriya 19 ସେ ପୁନର୍ବାର ଫେରି ଆମ୍ଭମାନଙ୍କ ପ୍ରତି କୃପା କରିବେ; ସେ ଆମ୍ଭମାନଙ୍କର ଅଧର୍ମସକଳ ପଦ ତଳେ ଦଳିବେ; ଆଉ, ତୁମ୍ଭେ ସେମାନଙ୍କର ଯାବତୀୟ ପାପ ସମୁଦ୍ରର ଆଗାଧ ଜଳରେ ନିକ୍ଷେପ କରିବ।
John 19:34 in Oriya 34 କିନ୍ତୁ ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବର୍ଚ୍ଛାରେ ତାହାଙ୍କ କକ୍ଷଦେଶ ବିନ୍ଧିଲା, ଆଉ ତତ୍କ୍ଷଣାତ୍ ରକ୍ତ ଓ ଜଳ ବାହାର ହେଲା।
Ephesians 5:26 in Oriya 26 ଯେପରି ବାକ୍ୟ ଓ ଜଳ ପ୍ରକ୍ଷାଳନ ଦ୍ୱାରା ସେ ତାହାକୁ ପରିଷ୍କାର କରି ପବିତ୍ର କରନ୍ତି,
Hebrews 9:13 in Oriya 13 କାରଣ ଯଦି ଛାଗ ଓ ବୃଷମାନଙ୍କ ରକ୍ତ ପୁଣି, ଅଶୁଚିମାନଙ୍କ ଉପରେ ସେଚିତ ଗାଭୀଭସ୍ମ ଶରୀରକୁ ପବିତ୍ର କରେ,
Hebrews 9:19 in Oriya 19 କାରଣ ମୋଶା ଲୋକମାନଙ୍କ ନିକଟରେ ମୋଶାଙ୍କ ବ୍ୟବସ୍ଥାନୁଯାୟୀ ସମସ୍ତ ଆଜ୍ଞା ପ୍ରକାଶ କଲା ଉତ୍ତାରେ ଜଳ, ଲୋହିତବର୍ଣ୍ଣ ମେଷଲୋମ ଓ ଏଜୋବ ସହିତ ଗୋବତ୍ସ ଓ ଛାଗର ରକ୍ତ ଘେନି ନିୟମପୁସ୍ତକ ଓ ସମସ୍ତ ଲୋକଙ୍କ ଉପରେ ସେଚନ କରି କହିଲେ,
Hebrews 9:21 in Oriya 21 ଆହୁରି ମଧ୍ୟ ସେ ତମ୍ବୁ ଓ ଯାଜକୀୟ ପରିଚର୍ଯ୍ୟାର ସମସ୍ତ ପାତ୍ର ଉପରେ ସେହିପରି ରକ୍ତ ସେଚନ କଲେ।
Hebrews 9:26 in Oriya 26 ତାହାହେଲେ ଜଗତର ପତ୍ତନ ସମୟଠାରୁ ଥରକୁଥର ତାହାଙ୍କୁ ମୃତ୍ୟୁଭୋଗ କରିବାକୁ ହୋଇଥାଆନ୍ତା; କିନ୍ତୁ ଏବେ ସେ ଯୁଗାନ୍ତ ସମୟରେ ଆପଣାକୁ ବଳି ରୂପେ ଉତ୍ସର୍ଗ କରିବା ଦ୍ୱାରା ପାପ ଦୂର କରିବାକୁ ପ୍ରକାଶିତ ହୋଇଅଛନ୍ତି।
Hebrews 10:22 in Oriya 22 ଆସ, ଆମ୍ଭେମାନେ ହୃଦୟ ପ୍ରକ୍ଷାଳନ ଦ୍ୱାରା କଳୁଷିତ ବିବେକରୁ ଶୁଚିକୃତ ଓ ନିର୍ମଳ ଜଳରେ ଧୌତଶରୀର ହୋଇ ସରଳ ହୃଦୟ ସହ ପୂର୍ଣ୍ଣ ବିଶ୍ୱାସରେ ଇଶ୍ବରଙ୍କ ନିକଟବର୍ତ୍ତୀ ହେଉ;
Hebrews 12:24 in Oriya 24 ନୂତନ ନିୟମର ମଧ୍ୟସ୍ଥ ଯୀଶୁ, ପୁଣି, ଯେଉଁ ସେଚନର ରକ୍ତ ହେବଲଙ୍କ ରକ୍ତ ଅପେକ୍ଷା ଉତ୍କୃଷ୍ଟତର ବାକ୍ୟ କହେ, ତାହା ନିକଟକୁ ଆସିଅଛ।
1 Peter 1:2 in Oriya 2 ପିତା ଇଶ୍ବରଙ୍କ ପୂର୍ବ ଜ୍ଞାନାନୁସାରେ ଆତ୍ମାଙ୍କ ଦ୍ୱାରା ପବିତ୍ରୀକୃତ ହୋଇ ଆଜ୍ଞାବହ, ପୁଣି, ଯୀଶୁ ଖ୍ରୀଷ୍ଟଙ୍କର ରକ୍ତରେ ସିଞ୍ଚିତ ହେବା ନିମନ୍ତେ ମନୋନୀତ ହୋଇଅଛନ୍ତି, ସେମାନଙ୍କ ନିକଟକୁ ପତ୍ର ଲେଖୁଅଛି। ତୁମ୍ଭମାନଙ୍କ ପ୍ରତି ପ୍ରଚୁର ରୂପେ ଅନୁଗ୍ରହ ଓ ଶାନ୍ତି ହେଉ।
1 John 5:6 in Oriya 6 ସେହି ଯୀଶୁ ଖ୍ରୀଷ୍ଟ ଜଳ ଓ ରକ୍ତ ଦେଇ ଆସିଥିଲେ, କେବଳ ଜଳ ଦେଇ ନୁହେଁ, କିନ୍ତୁ ଜଳ ଓ ରକ୍ତ ଉଭୟ ଦେଇ ଆସିଥିଲେ; ଆଉ ଆତ୍ମା ମଧ୍ୟ ଏଥିର ସାକ୍ଷ୍ୟ ଦିଅନ୍ତି, କାରଣ ଆତ୍ମା ହିଁ ସତ୍ୟ।