Leviticus 18:21 in Oriya 21 ତୁମ୍ଭେ ଆପଣା ବଂଶଜାତ କାହାକୁ ହିଁ, ମୋଲକ ଦେବତାର ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇବାକୁ ଦେବ ନାହିଁ, କିଅବା ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Other Translations King James Version (KJV) And thou shalt not let any of thy seed pass through the fire to Molech, neither shalt thou profane the name of thy God: I am the LORD.
American Standard Version (ASV) And thou shalt not give any of thy seed to make them pass through `the fire' to Molech; neither shalt thou profane the name of thy God: I am Jehovah.
Bible in Basic English (BBE) And you may not make any of your children go through the fire as an offering to Molech, and you may not put shame on the name of your God: I am the Lord.
Darby English Bible (DBY) And thou shalt not give of thy seed to let them pass through [the fire] to Molech, neither shalt thou profane the name of thy God: I am Jehovah.
Webster's Bible (WBT) And thou shalt not let any of thy seed pass through the fire to Molech, neither shalt thou profane the name of thy God: I am the LORD.
World English Bible (WEB) "'You shall not give any of your children to sacrifice to Molech; neither shall you profane the name of your God: I am Yahweh.
Young's Literal Translation (YLT) `And of thy seed thou dost not give to pass over to the Molech; nor dost thou pollute the name of thy God; I `am' Jehovah.
Cross Reference Leviticus 19:12 in Oriya 12 ଆଉ, ତୁମ୍ଭେମାନେ ଆମ୍ଭ ନାମ ନେଇ ମିଥ୍ୟା ଶପଥ କରିବ ନାହିଁ, ତାହା କଲେ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ନାମ ଅପବିତ୍ର କରିବ; ଆମ୍ଭେ ସଦାପ୍ରଭୁ।
Leviticus 20:2 in Oriya 2 “ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ ଆହୁରି କହିବ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଅବା ଇସ୍ରାଏଲ ମଧ୍ୟରେ ପ୍ରବାସକାରୀ ବିଦେଶୀମାନଙ୍କ ମଧ୍ୟରୁ କୌଣସି ଲୋକ ଯଦି ଆପଣା ବଂଶର କାହାକୁ ମୋଲକ୍ ଦେବତାର ଉଦ୍ଦେଶ୍ୟରେ ପ୍ରଦାନ କରେ, ତେବେ ତାହାର ନିଶ୍ଚୟ ପ୍ରାଣଦଣ୍ଡ ହେବ ଓ ଦେଶୀୟ ଲୋକମାନେ ତାହାକୁ ପଥର ମାରି ବଧ କରିବେ।
Leviticus 21:6 in Oriya 6 ସେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବେ ଓ ଆପଣାମାନଙ୍କ ପରମେଶ୍ୱରଙ୍କ ନାମ ଅପବିତ୍ର କରିବେ ନାହିଁ; କାରଣ ସେମାନେ ସଦାପ୍ରଭୁଙ୍କ ଅଗ୍ନିକୃତ ଉପହାର, ଅର୍ଥାତ୍, ଆପଣାମାନଙ୍କ ପରମେଶ୍ୱରଙ୍କ ଭକ୍ଷ୍ୟ ଉତ୍ସର୍ଗ କରନ୍ତି; ଏହେତୁ ସେମାନେ ପବିତ୍ର ହେବେ।
Leviticus 22:2 in Oriya 2 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ କୁହ, ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ପବିତ୍ରୀକୃତ ଦ୍ରବ୍ୟ ବିଷୟରେ ସାବଧାନ ହୁଅ, ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଯାହା ପବିତ୍ର କରନ୍ତି, ତଦ୍ଦ୍ୱାରା ଆମ୍ଭର ପବିତ୍ର ନାମକୁ ଅପବିତ୍ର କରିବେ ନାହିଁ; ଆମ୍ଭେ ସଦାପ୍ରଭୁ ଅଟୁ।
Leviticus 22:32 in Oriya 32 ଆଉ, ତୁମ୍ଭେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କରିବ ନାହିଁ; ମାତ୍ର ଆମ୍ଭେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ପବିତ୍ର ରୂପେ ମାନ୍ୟ ହେବା।
Deuteronomy 12:31 in Oriya 31 ତୁମ୍ଭେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କ ପ୍ରତି ତଦ୍ରୂପ କରିବ ନାହିଁ; କାରଣ ସଦାପ୍ରଭୁ ଯାହା ଘୃଣା କରନ୍ତି; ଏପରି ସମଗ୍ର ଘୃଣ୍ୟ କର୍ମ ସେମାନେ ଆପଣା ଆପଣା ଦେବତାଗଣର ଉଦ୍ଦେଶ୍ୟରେ କରିଅଛନ୍ତି; ମଧ୍ୟ ସେମାନେ ଆପଣା ଆପଣା ଦେବତାଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ର ଓ ଆପଣା ଆପଣା କନ୍ୟାଗଣକୁ ମଧ୍ୟ ଅଗ୍ନିରେ ଦଗ୍ଧ କରନ୍ତି।
Deuteronomy 18:10 in Oriya 10 ସେଠାରେ ଆପଣା ପୁତ୍ରକୁ କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ କରାଇବା ଲୋକ, ଅବା ମନ୍ତ୍ରଜ୍ଞ, ଶୁଭାଶୁଭବାଦୀ, କି ଗଣକ, କି ମାୟାବୀ,
1 Kings 11:7 in Oriya 7 ତହୁଁ ଶଲୋମନ ଯିରୂଶାଲମ ସମ୍ମୁଖସ୍ଥ ପର୍ବତରେ ମୋୟାବର ଘୃଣାଯୋଗ୍ୟ କମୋଶ୍ ନିମନ୍ତେ ଓ ଅମ୍ମୋନ ସନ୍ତାନଗଣର ଘୃଣାଯୋଗ୍ୟ ମୋଲକ ନିମନ୍ତେ ଉଚ୍ଚସ୍ଥଳୀ ନିର୍ମାଣ କଲେ।
1 Kings 11:33 in Oriya 33 ଯେହେତୁ ସେମାନେ ଆମ୍ଭକୁ ପରିତ୍ୟାଗ କରି ସୀଦୋନୀୟମାନଙ୍କ ଅଷ୍ଟାରୋତ୍ ଦେବୀକି ଓ ମୋୟାବର କମୋଶ୍ ଦେବକୁ ଓ ଅମ୍ମୋନ-ସନ୍ତାନଗଣର ମିଲ୍କମ୍ ଦେବକୁ ପ୍ରଣାମ କରିଅଛନ୍ତି; ପୁଣି, ଆପଣା ପିତା ଦାଉଦ ଯେପରି ଆମ୍ଭ ଦୃଷ୍ଟିରେ ନ୍ୟାୟ ବ୍ୟବହାର କଲା ଓ ଆମ୍ଭର ବିଧି ଓ ଆମ୍ଭର ଶାସନ ପାଳନ କଲା, ସେପରି କରିବାକୁ ସେମାନେ ଆମ୍ଭ ପଥରେ ଚାଲି ନାହାଁନ୍ତି।
2 Kings 16:3 in Oriya 3 ମାତ୍ର ସେ ଇସ୍ରାଏଲର ରାଜାମାନଙ୍କ ପଥରେ ଚାଲିଲେ, ଆହୁରି ସଦାପ୍ରଭୁ ଇସ୍ରାଏଲ ସନ୍ତାନଗଣ ସମ୍ମୁଖରୁ ଯେଉଁ ଅନ୍ୟ ଦେଶୀୟମାନଙ୍କୁ ଦୂର କରି ଦେଇଥିଲେ, ସେମାନଙ୍କ ଘୃଣାଯୋଗ୍ୟ ବ୍ୟବହାରାନୁସାରେ ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ।
2 Kings 21:6 in Oriya 6 ପୁଣି ସେ ଆପଣା ପୁତ୍ରକୁ ଅଗ୍ନି ମଧ୍ୟ ଦେଇ ଗମନ କରାଇଲେ ଓ ଶୁଭାଶୁଭ କହିବାର ବିଦ୍ୟା, ଓ ଗଣକତା ବ୍ୟବହାର କଲେ, ଆଉ ଭୂତୁଡ଼ିଆ ଓ ଗୁଣିଆମାନଙ୍କ ସହିତ ସମ୍ପର୍କ ରଖିଲେ। ସେ ସଦାପ୍ରଭୁଙ୍କୁ ବିରକ୍ତ କରିବା ନିମନ୍ତେ ତାହାଙ୍କ ଦୃଷ୍ଟିରେ ବହୁତ କୁକର୍ମ କଲେ।
2 Kings 23:10 in Oriya 10 ପୁଣି କେହି ଯେପରି ମୋଲକ୍ ଉଦ୍ଦେଶ୍ୟରେ ଆପଣା ପୁତ୍ର କି ଆପଣା କନ୍ୟାକୁ ଅଗ୍ନି ମଧ୍ୟଦେଇ ଗମନ ନ କରାଇବ, ଏଥିପାଇଁ ସେ ହିନ୍ନୋମର ସନ୍ତାନଗଣ ଉପତ୍ୟକାସ୍ଥିତ ତୋଫତ୍ ନାମକ ସ୍ଥାନକୁ ଅଶୁଚି କଲେ।
Psalm 106:37 in Oriya 37 ହଁ, ସେମାନେ ଭୂତଗଣ ଉଦ୍ଦେଶ୍ୟରେ ଆପଣା ଆପଣା ପୁତ୍ରକନ୍ୟାମାନଙ୍କୁ ବଳିଦାନ କଲେ।
Jeremiah 7:31 in Oriya 31 ସେମାନେ ଆପଣା ଆପଣା ପୁତ୍ରକନ୍ୟାଗଣକୁ ଅଗ୍ନିରେ ଦଗ୍ଧ କରିବା ପାଇଁ ହିନ୍ନୋମ ପୁତ୍ରର ଉପତ୍ୟକାରେ ତୋଫତ୍ର ଉଚ୍ଚସ୍ଥଳୀମାନ ପ୍ରସ୍ତୁତ କରିଅଛନ୍ତି; ଏହା ଆମ୍ଭେ ଆଜ୍ଞା କରି ନାହୁଁ, କିଅବା ଆମ୍ଭ ମନରେ ଏହା ଉଦୟ ହୋଇ ନାହିଁ।'
Jeremiah 19:5 in Oriya 5 ପୁଣି, ଆପଣା ପୁତ୍ରଗଣକୁ ହୋମବଳି ରୂପେ ବାଲ୍ଦେବ ଉଦ୍ଦେଶ୍ୟରେ ଅଗ୍ନିରେ ଦଗ୍ଧ କରିବା ନିମନ୍ତେ ବାଲ୍ଦେବର ଉଚ୍ଚସ୍ଥଳୀ ନିର୍ମାଣ କରିଅଛନ୍ତି; ତାହା ଆମ୍ଭେ ଆଦେଶ କରି ନାହୁଁ, କି କହି ନାହୁଁ, କିଅବା ଆମ୍ଭ ମନରେ ତାହା ଉଦୟ ହୋଇ ନାହିଁ।'”
Ezekiel 20:31 in Oriya 31 ଆଉ, ଯେତେବେଳେ ତୁମ୍ଭେମାନେ ଆପଣା ଆପଣା ଉପହାର ଦାନ କରୁଅଛ, ଆପଣା ଆପଣା ସନ୍ତାନଗଣକୁ ଅଗ୍ନି ମଧ୍ୟ ଦେଇ ଗମନ କରାଉଅଛ, ସେତେବେଳେ ତୁମ୍ଭେମାନେ କି ଆଜି ପର୍ଯ୍ୟନ୍ତ ଆପଣା ଆପଣା ପ୍ରତିମାଗଣ ଦ୍ୱାରା ଆପଣାମାନଙ୍କୁ ଅଶୁଚି କରୁ ନାହଁ ? ତେବେ ହେ ଇସ୍ରାଏଲ ବଂଶ, ଆମ୍ଭେ କି ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବାକୁ ଦେବା ?” ପ୍ରଭୁ, ସଦାପ୍ରଭୁ କହନ୍ତି, “ଆମ୍ଭେ ଜୀବିତ ଥିବା ପ୍ରମାଣେ ତୁମ୍ଭମାନଙ୍କୁ ଆମ୍ଭ ନିକଟରେ ପଚାରିବା ପାଇଁ ଦେବା ନାହିଁ;
Ezekiel 23:37 in Oriya 37 କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି।
Ezekiel 36:20 in Oriya 20 ପୁଣି, ଯେଉଁ ସ୍ଥାନକୁ ସେମାନେ ଗଲେ, ସେହି ସ୍ଥାନରେ ଗୋଷ୍ଠୀୟମାନଙ୍କ ମଧ୍ୟକୁ ଯାଇ ସେମାନେ ଆମ୍ଭର ପବିତ୍ର ନାମ ଅପବିତ୍ର କଲେ; ତହିଁରେ ଲୋକମାନେ ସେମାନଙ୍କ ବିଷୟରେ କହିଲେ, ଏମାନେ ସଦାପ୍ରଭୁଙ୍କର ଲୋକ ଓ ତାହାଙ୍କ ଦେଶରୁ ବାହାରି ଯାଇଅଛନ୍ତି।
Amos 5:26 in Oriya 26 ହଁ, ତୁମ୍ଭେମାନେ ଆପଣାମାନଙ୍କ ପାଇଁ ଯାହା ନିର୍ମାଣ କର, ଏପରି ରାଜା ସିକୂତକୁ ଓ କୀୟନ ନାମକ ତୁମ୍ଭମାନଙ୍କର ପ୍ରତିମାଗଣକୁ, ତୁମ୍ଭମାନଙ୍କର ଦେବତାର ତାରାକୁ ବହନ କରିଅଛ।
Malachi 1:12 in Oriya 12 ମାତ୍ର ସଦାପ୍ରଭୁଙ୍କର ମେଜ ଅଶୁଚି ହୋଇଅଛି ଓ ତହିଁର ଫଳ, ଅର୍ଥାତ୍, ତାହାଙ୍କର ଖାଦ୍ୟ ତୁଚ୍ଛ, ଏହା କହି ତୁମ୍ଭେମାନେ ସେହି ନାମକୁ ଅଶୁଚି କରୁଅଛ।
Acts 7:43 in Oriya 43 ବରଂ ତୁମ୍ଭେମାନେ ଉପାସନା କରିବା ନିମନ୍ତେ ଯେଉଁ ମୁର୍ତ୍ତିଗୁଡ଼ିକ ଗଢ଼ିଥିଲ, ସେହି ମୋଲଖର ତମ୍ବୁ ଓ ରେମ୍ଫାନ୍ ଦେବତାର ନକ୍ଷତ୍ରକୁ ତୁମ୍ଭେମାନେ ଘେନି ବହନ କଲ। ଏଣୁ ମୁଁ ତୁମ୍ଭମାନଙ୍କୁ ବାବିଲର ଆରପାଖକୁ ବନ୍ଦୀ କରି ପଠାଇବି।
Romans 1:23 in Oriya 23 ପୁଣି, ଅକ୍ଷୟ ଇଶ୍ବରଙ୍କ ଗୌରବକୁ କ୍ଷୟଣୀୟ ମନୁଷ୍ୟ, ପକ୍ଷୀ, ଚତୁଷ୍ପଦ ପ୍ରାଣୀ, ସରୀସୃପାଦିଙ୍କ ଆକୃତିଯୁକ୍ତ ପ୍ରତିମାରେ ପରିଣତ କଲେ।
Romans 2:24 in Oriya 24 କାରଣ ଯେପରି ଲେଖା ଅଛି, “ତୁମ୍ଭମାନଙ୍କ ହେତୁ ଅଣଯିହୂଦୀମାନଙ୍କ ମଧ୍ୟରେ ଇଶ୍ବରଙ୍କ ନାମ ନିନ୍ଦିତ ହେଉଅଛି।”