Leviticus 18:25 in Oriya 25 ପୁଣି, ଦେଶ ହିଁ ଅଶୁଚି ହୋଇଅଛି; ଏହେତୁ ଆମ୍ଭେ ତାହାର ଅପରାଧ ତାହାକୁ ଭୋଗ କରାଉଅଛୁ ଓ ସେହି ଦେଶ ତାହାର ନିବାସୀମାନଙ୍କୁ ଉଦ୍ଗାର କରୁଅଛି।
Other Translations King James Version (KJV) And the land is defiled: therefore I do visit the iniquity thereof upon it, and the land itself vomiteth out her inhabitants.
American Standard Version (ASV) And the land is defiled: therefore I do visit the iniquity thereof upon it, and the land vomiteth out her inhabitants.
Bible in Basic English (BBE) And the land itself has become unclean; so that I have sent on it the reward of its wrongdoing, and the land itself puts out those who are living in it.
Darby English Bible (DBY) And the land hath become unclean; and I visit the iniquity thereof upon it, and the land vomiteth out its inhabitants.
Webster's Bible (WBT) And the land is defiled: therefore I do visit its iniquity upon it, and the land itself vomiteth out her inhabitants.
World English Bible (WEB) The land was defiled: therefore I punished its iniquity, and the land vomitted out her inhabitants.
Young's Literal Translation (YLT) and the land is defiled, and I charge its iniquity upon it, and the land vomiteth out its inhabitants:
Cross Reference Leviticus 18:28 in Oriya 28 ତୁମ୍ଭେମାନେ ତାହା ଅଶୁଚି କଲେ, ସେହି ଦେଶ ଯେପରି ତୁମ୍ଭମାନଙ୍କ ପୂର୍ବବର୍ତ୍ତୀ ନିବାସୀ ଲୋକମାନଙ୍କୁ ଉଦ୍ଗାର କଲା, ସେହିପରି ତୁମ୍ଭମାନଙ୍କୁ ମଧ୍ୟ ଉଦ୍ଗାର କରିବ।
Leviticus 20:22 in Oriya 22 ଏଥିନିମନ୍ତେ ତୁମ୍ଭେମାନେ ଆମ୍ଭର ସମସ୍ତ ବିଧି ଓ ଆମ୍ଭର ସମସ୍ତ ଆଜ୍ଞା ମାନ୍ୟ କରି ପାଳନ କରିବ; ତହିଁରେ ଆମ୍ଭେ ଯେଉଁ ଦେଶରେ ବାସ କରିବା ନିମନ୍ତେ ତୁମ୍ଭମାନଙ୍କୁ ନେଇ ଯାଉଅଛୁ, ସେହି ଦେଶ ତୁମ୍ଭମାନଙ୍କୁ ଉଦ୍ଗାର କରିବ ନାହିଁ।
Numbers 35:33 in Oriya 33 ଏହିରୂପେ ତୁମ୍ଭେମାନେ ଆପଣାମାନଙ୍କ ନିବାସ ଦେଶ ଅପବିତ୍ର କରିବ ନାହିଁ; କାରଣ ରକ୍ତ ହିଁ ଦେଶକୁ ଅପବିତ୍ର କରେ; ଆଉ ଦେଶରେ ଯେଉଁ ରକ୍ତପାତ ହୁଏ, ରକ୍ତପାତୀର ରକ୍ତ ବିନା ତହିଁ ନିମନ୍ତେ କୌଣସି ପ୍ରାୟଶ୍ଚିତ୍ତ କରାଯାଇ ନ ପାରେ।
Deuteronomy 9:5 in Oriya 5 ତୁମ୍ଭେ ଆପଣା ଧାର୍ମିକତା ଅବା ହୃଦୟର ସରଳତା ସକାଶୁ ସେମାନଙ୍କ ଦେଶ ଅଧିକାର କରିବାକୁ ଯାଉଅଛ, ତାହା ନୁହେଁ ମାତ୍ର ସେହି ଗୋଷ୍ଠୀୟ ଲୋକମାନଙ୍କ ଦୁଷ୍ଟତା ସକାଶୁ, ଆଉ ତୁମ୍ଭ ପୂର୍ବପୁରୁଷ ଅବ୍ରହାମଙ୍କୁ, ଇସ୍ହାକଙ୍କୁ ଓ ଯାକୁବଙ୍କୁ ଶପଥପୂର୍ବକ ଯେଉଁ ବାକ୍ୟ କହିଥିଲେ, ତାହା ସଫଳ କରିବା ପାଇଁ, ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ତଡ଼ି ଦେବେ।
Deuteronomy 18:12 in Oriya 12 ଯେହେତୁ ଯେକେହି ଏପରି କର୍ମ କରେ, ସେ ସଦାପ୍ରଭୁଙ୍କର ଘୃଣାପାତ୍ର ଅଟନ୍ତି; ପୁଣି ସେହି ଘୃଣ୍ୟକର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସେମାନଙ୍କୁ ତୁମ୍ଭ ସମ୍ମୁଖରୁ ତଡ଼ି ଦେଉ ଅଛନ୍ତି।
Psalm 89:32 in Oriya 32 ତେବେ ଆମ୍ଭେ ଯଷ୍ଟି ଦ୍ୱାରା ସେମାନଙ୍କ ଅପରାଧର ଓ ପ୍ରହାର ଦ୍ୱାରା ସେମାନଙ୍କ ଅଧର୍ମର ଶାସ୍ତି ଦେବା।
Psalm 106:38 in Oriya 38 ପୁଣି, ସେମାନେ କିଣାନ ଦେଶର ଦେବତାଗଣ ଉଦ୍ଦେଶ୍ୟରେ ବଳିଦାନ କରି ନିର୍ଦ୍ଦୋଷ ରକ୍ତ, ଅର୍ଥାତ୍, ଆପଣା ଆପଣା ପୁତ୍ରକନ୍ୟାଗଣର ରକ୍ତପାତ କଲେ; ତହିଁରେ ଦେଶ ରକ୍ତରେ ଅଶୁଚି ହେଲା।
Isaiah 24:5 in Oriya 5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
Isaiah 26:21 in Oriya 21 କାରଣ ଦେଖ, ସଦାପ୍ରଭୁ ପୃଥିବୀ ନିବାସୀମାନଙ୍କର ଅପରାଧ ସକାଶେ ସେମାନଙ୍କୁ ଶାସ୍ତି ଦେବା ପାଇଁ ଆପଣା ସ୍ଥାନରୁ ବାହାର ହୋଇ ଆସୁଅଛନ୍ତି; ପୃଥିବୀ ହିଁ ଆପଣା ମଧ୍ୟସ୍ଥ ରକ୍ତ ପ୍ରକାଶ କରିବ ଓ ଆପଣା ହତ ଲୋକମାନଙ୍କୁ ଆଉ ଆଚ୍ଛାଦନ କରିବ ନାହିଁ।”
Jeremiah 2:7 in Oriya 7 ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।
Jeremiah 5:9 in Oriya 9 ସଦାପ୍ରଭୁ କହନ୍ତି, “ଆମ୍ଭେ କ'ଣ ଏହିସବୁର ପ୍ରତିଫଳ ଦେବା ନାହିଁ ? ଆମ୍ଭର ପ୍ରାଣ କ'ଣ ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ ?”
Jeremiah 5:29 in Oriya 29 ସଦାପ୍ରଭୁ କହନ୍ତି, “ଆମ୍ଭେ କି ଏହିସବୁର ପ୍ରତିଫଳ ଦେବା ନାହିଁ ? ଆମ୍ଭର ପ୍ରାଣ କି ଏହି ପ୍ରକାର ଲୋକଙ୍କଠାରୁ ପରିଶୋଧ ନେବ ନାହିଁ ?”
Jeremiah 9:9 in Oriya 9 ସଦାପ୍ରଭୁ କହନ୍ତି, “ଆମ୍ଭେ କ'ଣ ସେମାନଙ୍କୁ ଏହିସବୁର ପ୍ରତିଫଳ ଦେବା ନାହିଁ ? ଏହି ପ୍ରକାର ଗୋଷ୍ଠୀଠାରୁ ଆମ୍ଭର ପ୍ରାଣ କ'ଣ ପରିଶୋଧ ନେବ ନାହିଁ ?”
Jeremiah 14:10 in Oriya 10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
Jeremiah 16:18 in Oriya 18 ପୁଣି, ଆମ୍ଭେ ପ୍ରଥମେ ସେମାନଙ୍କର ଅଧର୍ମ ଓ ପାପର ଦୁଇଗୁଣ ପ୍ରତିଫଳ ଦେବା,କାରଣ ସେମାନେ ଆପଣାମାନଙ୍କ ଘୃଣ୍ୟ ବସ୍ତୁ ରୂପ ଶବରେ ଆମ୍ଭର ଦେଶ ଅପବିତ୍ର କରିଅଛନ୍ତି ଓ ଆପଣାମାନଙ୍କର ଘୃଣାଯୋଗ୍ୟ କର୍ମରେ ଆମ୍ଭର ଅଧିକାର ପରିପୂର୍ଣ୍ଣ କରିଅଛନ୍ତି।”
Jeremiah 23:2 in Oriya 2 ଏନିମନ୍ତେ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କର ପାଳନକାରୀ ପାଳକମାନଙ୍କ ବିରୁଦ୍ଧରେ ଏହି କଥା କହନ୍ତି; “ତୁମ୍ଭେମାନେ ଆମ୍ଭର ପଲକୁ ଛିନ୍ନଭିନ୍ନ କରି ଦୂରକୁ ତଡ଼ି ଦେଇଅଛ ଓ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରି ନାହଁ,” ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ତୁମ୍ଭମାନଙ୍କୁ ତୁମ୍ଭମାନଙ୍କ ଦୁଷ୍କର୍ମର ପ୍ରତିଫଳ ଦେବା।
Ezekiel 36:17 in Oriya 17 “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ନିଜ ଦେଶରେ ବାସ କରିବା ବେଳେ ସେମାନେ ଆପଣାମାନଙ୍କର ଆଚରଣ ଓ କ୍ରିୟା ଦ୍ୱାରା ତାହା ଅଶୁଚି କଲେ; ସେମାନଙ୍କର ଆଚରଣ ଆମ୍ଭ ସାକ୍ଷାତରେ ସ୍ତ୍ରୀଲୋକର ପୃଥକ୍ ସ୍ଥିତିକାଳୀନ ଅଶୌଚର ତୁଲ୍ୟ ଥିଲା।
Hosea 2:13 in Oriya 13 ପୁଣି, ଯେଉଁମାନଙ୍କ ଉଦ୍ଦେଶ୍ୟରେ ସେ ଧୂପ ଜ୍ୱଳାଇଲା, ସେହି ବାଲ୍ ଦେବଗଣର (ପ୍ରତିଷ୍ଠିତ) ଦିନସମୂହର ପ୍ରତିଫଳ ଆମ୍ଭେ ତାହାକୁ ଭୋଗ କରାଇବା; ସେହି ସମୟରେ ସେ କର୍ଣ୍ଣକୁଣ୍ଡଳ ଓ ଅଳଙ୍କାର ଇତ୍ୟାଦିରେ ଆପଣାକୁ ଭୂଷିତା କରି ଆପଣା ପ୍ରେମିକଗଣର ପଛେ ପଛେ ଗଲା ଓ ଆମ୍ଭକୁ ଭୁଲିଲା,” ଏହା ସଦାପ୍ରଭୁ କହନ୍ତି।
Hosea 8:13 in Oriya 13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ।
Hosea 9:9 in Oriya 9 ଗିବୀୟାର ସମୟରେ ଯେପରି, ସେମାନେ ଆପଣାମାନଙ୍କୁ ସେପରି ଅତିଶୟ ଭ୍ରଷ୍ଟ କରିଅଛନ୍ତି; ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପସକଳର ପ୍ରତିଫଳ ଦେବେ।
Romans 8:22 in Oriya 22 କାରଣ ସମସ୍ତ ସୃଷ୍ଟି ଯେ ଆଜି ପର୍ଯ୍ୟନ୍ତ ଏକସଙ୍ଗରେ ଆର୍ତ୍ତନାଦ କରୁଅଛି ଓ ପ୍ରସବ ବେଦନାରେ ବ୍ୟଥିତ ହେଉଅଛି, ଏହା ଆମ୍ଭେମାନେ ଜାଣୁ।