Leviticus 24:11 in Oriya 11 ତହିଁରେ ସେହି ଇସ୍ରାଏଲୀୟା ସ୍ତ୍ରୀର ପୁତ୍ର (ସଦାପ୍ରଭୁଙ୍କ) ନାମକୁ ନିନ୍ଦା କରି ଅଭିଶାପ ଦେଲା; ତହୁଁ ଲୋକମାନେ ତାହାକୁ ମୋଶାଙ୍କ ନିକଟକୁ ଆଣିଲେ; ତାହାର ମାତାର ନାମ ଶଲୋମୀତ୍, ସେ ଦାନ ବଂଶୀୟ ଦିବ୍ରିର କନ୍ୟା ଥିଲା।
Other Translations King James Version (KJV) And the Israelitish woman's son blasphemed the name of the Lord, and cursed. And they brought him unto Moses: (and his mother's name was Shelomith, the daughter of Dibri, of the tribe of Dan:)
American Standard Version (ASV) and the son of the Israelitish woman blasphemed the Name, and cursed; and they brought him unto Moses. And his mother's name was Shelomith, the daughter of Dibri, of the tribe of Dan.
Bible in Basic English (BBE) And the son of the Israelite woman said evil against the holy Name, with curses; and they took him to Moses. His mother's name was Shelomith, the daughter of Dibri, of the tribe of Dan.
Darby English Bible (DBY) and the Israelitish woman's son blasphemed the Name, and cursed; and they brought him to Moses. And his mother's name was Shelomith, the daughter of Dibri, of the tribe of Dan.
Webster's Bible (WBT) And the Israelitish woman's son blasphemed the name of the LORD, and cursed: and they brought him to Moses: (and his mother's name was Shelomith, the daughter of Dibri, of the tribe of Dan:)
World English Bible (WEB) The son of the Israelite woman blasphemed the Name, and cursed; and they brought him to Moses. His mother's name was Shelomith, the daughter of Dibri, of the tribe of Dan.
Young's Literal Translation (YLT) and the son of the Israelitish woman execrateth the Name, and revileth; and they bring him in unto Moses; and his mother's name `is' Shelomith daughter of Dibri, of the tribe of Dan;
Cross Reference Exodus 3:15 in Oriya 15 ପରମେଶ୍ୱର ମୋଶାଙ୍କୁ ଆହୁରି କହିଲେ, “ତୁମ୍ଭେ ଇସ୍ରାଏଲ-ସନ୍ତାନଗଣକୁ ଏହି କଥା କହିବ, ତୁମ୍ଭମାନଙ୍କ ପୂର୍ବପୁରୁଷଗଣର ପରମେଶ୍ୱର, ଅର୍ଥାତ୍, ଅବ୍ରହାମର ପରମେଶ୍ୱର, ଇସ୍ହାକର ପରମେଶ୍ୱର ଓ ଯାକୁବର ପରମେଶ୍ୱର ଯେ ସଦାପ୍ରଭୁ (ସ୍ୱୟମ୍ଭୂ), ସେ ତୁମ୍ଭମାନଙ୍କ ନିକଟକୁ ମୋତେ ପଠାଇ ଅଛନ୍ତି; ଆମ୍ଭର ଏହି ନାମ ଅନନ୍ତକାଳସ୍ଥାୟୀ, ପୁଣି, ପୁରୁଷାନୁକ୍ରମେ ସ୍ମରଣୀୟ ଅଟେ।
Exodus 18:22 in Oriya 22 ସେମାନେ ସର୍ବଦା ଲୋକମାନଙ୍କର ବିଚାର କରନ୍ତୁ, ପୁଣି, କୌଣସି ବଡ଼ କଥା ହେଲେ ତୁମ୍ଭ ନିକଟକୁ ଆଣିବେ, ମାତ୍ର କ୍ଷୁଦ୍ର କଥା ସବୁ ସେମାନେ ଆପେ ବିଚାର କରିବେ, ତାହାହେଲେ ତୁମ୍ଭ ନିଜ କର୍ମ ଉଶ୍ୱାସ ହେବ, ପୁଣି, ସେମାନେ ତୁମ୍ଭ ସହିତ ଭାର ବହିବେ।
Exodus 18:26 in Oriya 26 ତହୁଁ ସେମାନେ ସବୁ ସମୟରେ ଲୋକମାନଙ୍କର ବିଚାର କଲେ; କଠିନ ବିଚାରସବୁ ମୋଶାଙ୍କ ପାଖକୁ ଆଣିଲେ; ମାତ୍ର କ୍ଷୁଦ୍ର କ୍ଷୁଦ୍ର କଥାସବୁ ଆପେ ଆପେ ବିଚାର କଲେ।
Exodus 20:7 in Oriya 7 ତୁମ୍ଭେ ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ନାମ ମିଥ୍ୟାରେ ନେବ ନାହିଁ; ଯେହେତୁ ଯେକେହି ତାହାଙ୍କର ନାମ ମିଥ୍ୟାରେ ନିଏ, ସଦାପ୍ରଭୁ ତାହାକୁ ନିରପରାଧ ଗଣନା କରିବେ ନାହିଁ।
Leviticus 24:15 in Oriya 15 ଆଉ, ତୁମ୍ଭେ ଇସ୍ରାଏଲ ସନ୍ତାନଗଣକୁ କୁହ, ଯେକେହି ଆପଣା ପରମେଶ୍ୱରଙ୍କୁ ଅଭିଶାପ ଦିଏ, ସେ ଆପଣା ଅପରାଧ ବୋହିବ।
Numbers 15:33 in Oriya 33 ପୁଣି, ଯେଉଁମାନେ ତାକୁ କାଠ ସାଉଣ୍ଟିବାର ଦେଖିଲେ, ସେମାନେ ମୋଶା, ହାରୋଣ ଓ ସମସ୍ତ ମଣ୍ଡଳୀ ସାକ୍ଷାତକୁ ତାହାକୁ ଆଣିଲେ।
2 Samuel 12:14 in Oriya 14 ତଥାପି ଏହି କର୍ମ ଦ୍ୱାରା ତୁମେ ସଦାପ୍ରଭୁଙ୍କୁ ନିନ୍ଦା କରିଅଛ, ଏହେତୁ ତୁମ୍ଭର ଏହି ଯେଉଁ ସନ୍ତାନ ଜନ୍ମିଅଛି, ସେ ନିଶ୍ଚୟ ମରିବ।”
1 Kings 21:10 in Oriya 10 ଆଉ ତାହା ସମ୍ମୁଖରେ ପାପାଧମ-ସନ୍ତାନ ଦୁଇ ମନୁଷ୍ୟକୁ ବସାଅ ଓ ସେମାନେ ତାହା ବିରୁଦ୍ଧରେ ସାକ୍ଷ୍ୟ ଦେଇ କହନ୍ତୁ, ତୁମ୍ଭେ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛ। ତହିଁ ଉତ୍ତାରେ ତାହାକୁ ବାହାରକୁ ନେଇ ପ୍ରସ୍ତରାଘାତ କରି ବଧ କର।
1 Kings 21:13 in Oriya 13 ଆଉ ପାପାଧମ-ସନ୍ତାନ ଦୁଇ ମନୁଷ୍ୟ ଆସି ତାହା ସମ୍ମୁଖରେ ବସିଲେ; ପୁଣି, ସେହି ପାପାଧମ ମନୁଷ୍ୟମାନେ ଲୋକମାନଙ୍କ ସାକ୍ଷାତରେ ନାବୋତ ବିରୁଦ୍ଧରେ ସାକ୍ଷ୍ୟ ଦେଇ କହିଲେ, “ନାବୋତ ପରମେଶ୍ୱରଙ୍କୁ ଓ ରାଜାଙ୍କୁ ଅଭିଶାପ ଦେଇଅଛି।” ତହୁଁ ସେମାନେ ତାହାକୁ ନଗରର ବାହାରକୁ ନେଇଯାଇ ପ୍ରସ୍ତରାଘାତ କରି ବଧ କଲେ।
2 Kings 18:30 in Oriya 30 କିଅବା ସଦାପ୍ରଭୁ ନିଶ୍ଚୟ ଆମ୍ଭମାନଙ୍କୁ ଉଦ୍ଧାର କରିବେ ଓ ଏହି ନଗର ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ।’ ଏହି କଥା କହି ହିଜକୀୟ ସଦାପ୍ରଭୁଙ୍କଠାରେ ତୁମ୍ଭମାନଙ୍କର ବିଶ୍ୱାସ ନ ଜନ୍ମାଉ।
2 Kings 18:35 in Oriya 35 ନାନା ଗୋଷ୍ଠୀୟ ସମସ୍ତ ଦେବତା ମଧ୍ୟରେ କିଏ ଆପଣା ଦେଶକୁ ମୋ' ହସ୍ତରୁ ଉଦ୍ଧାର କରିଅଛି ଯେ, ସଦାପ୍ରଭୁ ମୋ' ହସ୍ତରୁ ଯିରୂଶାଲମକୁ ଉଦ୍ଧାର କରିବେ ?’”
2 Kings 18:37 in Oriya 37 ଏଥିଉତ୍ତାରେ ହିଲ୍କିୟର ପୁତ୍ର ଇଲୀୟାକିମ୍ ନାମକ ରାଜଗୃହାଧ୍ୟକ୍ଷ ଓ ଶିବ୍ନ ଲେଖକ ଓ ଆସଫର ପୁତ୍ର ଯୋୟାହ ନାମକ ଇତିହାସ ଲେଖକ ଆପଣା ଆପଣା ବସ୍ତ୍ର ଚିରି ହିଜକୀୟଙ୍କ ନିକଟକୁ ଆସି ରବ୍ଶାକିର କଥାସବୁ ତାଙ୍କୁ ଜଣାଇଲେ।
2 Kings 19:6 in Oriya 6 ତହିଁରେ ଯିଶାଇୟ ସେମାନଙ୍କୁ କହିଲେ, “ତୁମ୍ଭେମାନେ ଆପଣା ପ୍ରଭୁଙ୍କୁ କହିବ; ସଦାପ୍ରଭୁ ଏହା କହନ୍ତି, ‘ଅଶୂରୀୟ ରାଜାର ଦାସମାନେ ଆମ୍ଭକୁ ନିନ୍ଦା କରିବାର ଯେଉଁ କଥା ତୁମ୍ଭେ ଶୁଣିଅଛ, ତହିଁରେ ଭୀତ ହୁଅ ନାହିଁ।
2 Kings 19:10 in Oriya 10 “ତୁମ୍ଭେମାନେ ଯିହୁଦାର ରାଜା ହିଜକୀୟଙ୍କୁ ଏହି କଥା କହିବ, ‘ଯିରୂଶାଲମ ଅଶୂରୀୟ ରାଜାର ହସ୍ତଗତ ହେବ ନାହିଁ, ଏହି କଥା କହି ତୁମ୍ଭର ବିଶ୍ୱାସଭୂମି ପରମେଶ୍ୱର ତୁମ୍ଭକୁ ନ ଭୁଲାଉନ୍ତୁ।
2 Kings 19:22 in Oriya 22 ତୁମ୍ଭେ କାହାକୁ ତିରସ୍କାର ଓ ନିନ୍ଦା କରିଅଛ ? ଓ ତୁମ୍ଭେ କାହା ବିରୁଦ୍ଧରେ ଆପଣା ରବ ଉଚ୍ଚ କରିଅଛ ଓ ଆପଣା ଚକ୍ଷୁ ଉର୍ଦ୍ଧ୍ୱକୁ ଉଠାଇଅଛ ? ଇସ୍ରାଏଲର ପବିତ୍ରଙ୍କ ବିରୁଦ୍ଧରେ !”
2 Chronicles 32:14 in Oriya 14 ମୋ' ପିତୃଲୋକମାନେ ଯେଉଁ ଗୋଷ୍ଠୀମାନଙ୍କୁ ନିଃଶେଷରେ ବିନାଶ କଲେ, ସେମାନଙ୍କ ଦେବଗଣ ମଧ୍ୟରୁ କିଏ ଆପଣା ଲୋକଙ୍କୁ ମୋ' ହସ୍ତରୁ ଉଦ୍ଧାର କରି ପାରିଅଛି ଯେ, ତୁମ୍ଭମାନଙ୍କ ପରମେଶ୍ୱର ତୁମ୍ଭମାନଙ୍କୁ ମୋ' ହସ୍ତରୁ ଉଦ୍ଧାର କରି ପାରିବେ ?
Job 1:5 in Oriya 5 ପୁଣି, ପାଳିକ୍ରମେ ସେମାନଙ୍କ ଭୋଜର ଦିନ ଗତ ହୁଅନ୍ତେ, ଆୟୁବ ସେମାନଙ୍କୁ ଡକାଇ ପବିତ୍ର କଲା ଓ ଅତି ପ୍ରଭାତରେ ଉଠି ସେ ସମସ୍ତଙ୍କ ପାଇଁ ହୋମବଳି ଉତ୍ସର୍ଗ କଲା; କାରଣ ଆୟୁବ କହିଲା, ହୋଇପାରେ, ଆମ୍ଭର ପୁତ୍ରମାନେ ପାପ କରିଥିବେ ଓ ମନେ ମନେ ପରମେଶ୍ୱରଙ୍କୁ ଅଭିଶାପ କରିଥିବେ। ଏହିରୂପେ ଆୟୁବ ସର୍ବଦା କଲା।
Job 1:11 in Oriya 11 ମାତ୍ର ଏବେ ଆପଣା ହସ୍ତ ବିସ୍ତାର କରି ତାହାର ସର୍ବସ୍ୱ ସ୍ପର୍ଶ କର, ତହିଁରେ ସେ ତୁମ୍ଭକୁ ତୁମ୍ଭ ମୁଖ ଆଗରେ ପରିତ୍ୟାଗ କରିବ।
Job 1:22 in Oriya 22 ଏହିସବୁରେ ଆୟୁବ ପାପ କଲା ନାହିଁ, ଅବା ପରମେଶ୍ୱରଙ୍କ ଉପରେ ଅବିବେଚନାର ଦୋଷାରୋପ କଲା ନାହିଁ।
Job 2:5 in Oriya 5 ମାତ୍ର ତୁମ୍ଭେ ଏବେ ହସ୍ତ ବଢ଼ାଇ ତାହାର ଅସ୍ଥି ଓ ମାଂସ ସ୍ପର୍ଶ କର, ତହିଁରେ ସେ ତୁମ୍ଭ ମୁଖ ଆଗରେ ତୁମ୍ଭକୁ ପରିତ୍ୟାଗ କରିବ।
Job 2:9 in Oriya 9 ତହିଁରେ ତାହାର ଭାର୍ଯ୍ୟା ତାହାକୁ କହିଲା, “ତୁମ୍ଭେ କି ଏ ପର୍ଯ୍ୟନ୍ତ ଆପଣାର ସରଳତା ଦୃଢ଼ କରି ଧରୁଅଛ ? ପରମେଶ୍ୱରଙ୍କୁ ପରିତ୍ୟାଗ କରି ମର।”
Psalm 74:18 in Oriya 18 ହେ ସଦାପ୍ରଭୁ, ଶତ୍ରୁ ଧିକ୍କାର କରିଅଛି ଓ ମୂଢ଼ ଗୋଷ୍ଠୀୟମାନେ ତୁମ୍ଭ ନାମର ନିନ୍ଦା କରିଅଛନ୍ତି, ଏହା ସ୍ମରଣ କର।
Psalm 74:22 in Oriya 22 ହେ ପରମେଶ୍ୱର, ଉଠ, ଆପଣାର ବିବାଦ ନିଷ୍ପନ୍ନ କର; ମୂଢ଼ ଲୋକ କିପରି ସାରାଦିନ ତୁମ୍ଭଙ୍କୁ ଧିକ୍କାର କରୁଅଛି, ସ୍ମରଣ କର।
Isaiah 8:21 in Oriya 21 ପୁଣି, ସେମାନେ ଅତି କଠିନ ଓ କ୍ଷୁଧିତ ହୋଇ ଦେଶ ମଧ୍ୟ ଦେଇ ଗମନ କରିବେ, ଆଉ କ୍ଷୁଧିତ ହେଲେ, ସେମାନେ ବିରକ୍ତ ହୋଇ ଆପଣାମାନଙ୍କ ରାଜାଙ୍କ ଦ୍ୱାରା ଓ ଆପଣାମାନଙ୍କ ପରମେଶ୍ୱରଙ୍କ ଦ୍ୱାରା ଅଭିଶାପ ଦେଇ ଉର୍ଦ୍ଧ୍ୱ ଆଡ଼କୁ ଆପଣା ଆପଣା ମୁଖ କରିବେ;
Matthew 26:65 in Oriya 65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ୱର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ଆବଶ୍ୟକ ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ,
Acts 6:11 in Oriya 11 ସେଥିରେ ସେମାନେ ଲୋକମାନଙ୍କୁ ମତାଇଲେ, ଆଉ ସେମାନେ କହିଲେ, ଆମ୍ଭେମାନେ ଏହାକୁ ମୋଶା ଓ ଇଶ୍ବରଙ୍କ ବିରୁଦ୍ଧରେ ନିନ୍ଦାକଥା କହିବା ଶୁଣିଅଛୁ।
Romans 2:24 in Oriya 24 କାରଣ ଯେପରି ଲେଖା ଅଛି, “ତୁମ୍ଭମାନଙ୍କ ହେତୁ ଅଣଯିହୂଦୀମାନଙ୍କ ମଧ୍ୟରେ ଇଶ୍ବରଙ୍କ ନାମ ନିନ୍ଦିତ ହେଉଅଛି।”
1 Timothy 1:13 in Oriya 13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;
Revelation 16:11 in Oriya 11 ପୁଣି, ସେମାନେ ଆପଣା ଆପଣା ବେଦନା ଓ କ୍ଷତ ସକାଶେ ସ୍ୱର୍ଗସ୍ଥ ଈଶ୍ୱରଙ୍କର ନିନ୍ଦା କଲେ ଆଉ ଆପଣା ଆପଣା କର୍ମରୁ ମନପରିବର୍ତ୍ତନ କଲେ ନାହିଁ।
Revelation 16:21 in Oriya 21 ଆକାଶରୁ ମନୁଷ୍ୟମାନଙ୍କ ଉପରେ ମହା ଶିଳାବୃଷ୍ଟି ହେଲା, ଶିଳାଗୁଡ଼ିକ ପ୍ରାୟ ଏକ ଏକ ମହଣ (୪୦ କେ.ଜି) ଓଜନର, ଆଉ ଶିଳାବୃଷ୍ଟିର କ୍ଲେଶ ସକାଶୁ ମନୁଷ୍ୟମାନେ ଈଶ୍ୱରଙ୍କର ନିନ୍ଦା କଲେ, କାରଣ ସେହି କ୍ଲେଶ ଅତି ଭୟଙ୍କର।