Leviticus 25:35 in Oriya 35 ଆଉ ଯଦି ତୁମ୍ଭର ଭାଇ ଦରିଦ୍ର ହୋଇଯାଏ ଓ ତୁମ୍ଭ ନିକଟରେ ତାହାର ହାତ ପଡ଼ିଯାଏ, ତେବେ ତୁମ୍ଭେ ତାହାକୁ ଧରି ରଖିବ; ସେ ବିଦେଶୀ ଓ ପ୍ରବାସୀ ପରି ତୁମ୍ଭ ସହିତ ଜୀବନଯାପନ କରିବ।
Other Translations King James Version (KJV) And if thy brother be waxen poor, and fallen in decay with thee; then thou shalt relieve him: yea, though he be a stranger, or a sojourner; that he may live with thee.
American Standard Version (ASV) And if thy brother be waxed poor, and his hand fail with thee; then thou shalt uphold him: `as' a stranger and a sojourner shall he live with thee.
Bible in Basic English (BBE) And if your brother becomes poor and is not able to make a living, then you are to keep him with you, helping him as you would a man from another country who is living among you.
Darby English Bible (DBY) And if thy brother grow poor, and he be fallen into decay beside thee, then thou shalt relieve him, [be he] stranger or sojourner, that he may live beside thee.
Webster's Bible (WBT) And if thy brother shall have become poor, and fallen in decay with thee; then thou shalt relieve him: yea, though he may be a stranger, or a sojourner; that he may live with thee.
World English Bible (WEB) "'If your brother has become poor, and his hand can't support him among you; then you shall uphold him. As a stranger and a sojourner he shall live with you.
Young's Literal Translation (YLT) `And when thy brother is become poor, and his hand hath failed with thee, then thou hast kept hold on him, sojourner and settler, and he hath lived with thee;
Cross Reference Exodus 23:9 in Oriya 9 ତୁମ୍ଭେ ବିଦେଶୀ ପ୍ରତି ଅତ୍ୟାଚାର କରିବ ନାହିଁ, କାରଣ ତୁମ୍ଭେ ବିଦେଶୀର ମନ ଜାଣୁଅଛ, ଯେହେତୁ ତୁମ୍ଭେମାନେ ମିସର ଦେଶରେ ବିଦେଶୀ ଥିଲ।
Leviticus 19:34 in Oriya 34 ଯେପରି ତୁମ୍ଭମାନଙ୍କର ସ୍ୱଦେଶୀୟ ଲୋକ ସେପରି ତୁମ୍ଭମାନଙ୍କ ସହବାସୀ ବିଦେଶୀୟ ଲୋକ ତୁମ୍ଭମାନଙ୍କ ପ୍ରତି ହେବ, ପୁଣି ତୁମ୍ଭେ ତାହାକୁ ଆତ୍ମତୁଲ୍ୟ ପ୍ରେମ କରିବ; କାରଣ ମିସର ଦେଶରେ ତୁମ୍ଭେମାନେ ବିଦେଶୀ ଥିଲ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Leviticus 25:25 in Oriya 25 ଯଦି ତୁମ୍ଭର ଭ୍ରାତା ଦରିଦ୍ର ହୋଇ ଆପଣା ଅଧିକାରରୁ କିଛି ବିକ୍ରୟ କରେ, ତେବେ ତାହାର ମୁକ୍ତିକର୍ତ୍ତା ନିକଟସ୍ଥ ଜ୍ଞାତି ଆସି ଆପଣା ଭ୍ରାତାର ବିକ୍ରୀତ ଭୂମି ମୁକ୍ତ କରି ନେବ।
Deuteronomy 10:18 in Oriya 18 ସେ ପିତୃହୀନ, ବିଧବାର ବିଚାର ନିଷ୍ପତ୍ତି କରନ୍ତି ଓ ବିଦେଶୀକୁ ଅନ୍ନ ଓ ବସ୍ତ୍ର ଦେଇ ପ୍ରେମ କରନ୍ତି।
Deuteronomy 15:7 in Oriya 7 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ତୁମ୍ଭର ସେହି ଦେଶସ୍ଥିତ କୌଣସି ନଗର ଦ୍ୱାରରେ ଯେବେ ତୁମ୍ଭ ଭାଇମାନଙ୍କ ମଧ୍ୟରେ କେହି ଦରିଦ୍ର ଥାଏ, ତେବେ ତୁମ୍ଭେ ଆପଣା ହୃଦୟ କଠିନ କରିବ ନାହିଁ, କିଅବା ଆପଣା ଦରିଦ୍ର ଭାଇ ପ୍ରତି ଆପଣା ହସ୍ତ ରୁଦ୍ଧ କରିବ ନାହିଁ;
Deuteronomy 24:14 in Oriya 14 ତୁମ୍ଭ ଭାଇମାନଙ୍କ ମଧ୍ୟରୁ କେହି ହେଉ, କିଅବା ତୁମ୍ଭ ଦେଶସ୍ଥିତ ନଗରଦ୍ୱାରବର୍ତ୍ତୀ ତୁମ୍ଭ ବିଦେଶୀ ମଧ୍ୟରୁ କେହି ହେଉ, ଦୁଃଖୀ, ଦରିଦ୍ର ବେତନଜୀବୀ ପ୍ରତି ତୁମ୍ଭେ ଉପଦ୍ରବ କରିବ ନାହିଁ।
Psalm 37:26 in Oriya 26 ସେ ସାରାଦିନ ଦୟା ବ୍ୟବହାର କରି ଉଧାର ଦିଏ; ପୁଣି, ତାହାର ବଂଶ ଆଶୀର୍ବାଦ ପାଆନ୍ତି।
Psalm 41:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
Psalm 112:5 in Oriya 5 ଯେଉଁ ଜନ କୃପା କରେ ଓ ଋଣ ଦିଏ, ତାହାର ମଙ୍ଗଳ ହୁଏ; ସେ ସୁବିଚାରରେ ଆପଣା କଥା ନିଷ୍ପନ୍ନ କରିବ।
Psalm 112:9 in Oriya 9 ସେ ବିତରଣ କରିଅଛି, ସେ ଦୀନହୀନମାନଙ୍କୁ ଦାନ କରିଅଛି; ତାହାର ଧର୍ମ ସଦାକାଳସ୍ଥାୟୀ; ସମ୍ଭ୍ରମରେ ତାହାର ଶୃଙ୍ଗ ଉନ୍ନତ ହେବ।
Proverbs 14:20 in Oriya 20 ଦରିଦ୍ର ଆପଣା ପ୍ରତିବାସୀର ହିଁ ଘୃଣିତ ହୁଏ; ମାତ୍ର ଧନବାନର ଅନେକ ବନ୍ଧୁ ଥା'ନ୍ତି।
Proverbs 14:31 in Oriya 31 ଯେଉଁ ଲୋକ ଦୀନହୀନ ପ୍ରତି ଉପଦ୍ରବ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ଯେ ଦରିଦ୍ରକୁ ଦୟା କରେ, ସେ ତାହାଙ୍କୁ ଆଦର କରେ।
Proverbs 17:5 in Oriya 5 ଯେଉଁ ଲୋକ ଦରିଦ୍ରକୁ ପରିହାସ କରେ, ସେ ତାହାର ସୃଷ୍ଟିକର୍ତ୍ତାଙ୍କୁ ନିନ୍ଦା କରେ; ପୁଣି, ବିପଦରେ ଯେ ଆନନ୍ଦ କରେ, ସେ ଅଦଣ୍ଡିତ ରହିବ ନାହିଁ।
Proverbs 19:17 in Oriya 17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
Matthew 25:35 in Oriya 35 କାରଣ ମୁଁ କ୍ଷୁଧିତ ଥିଲି, ତୁମ୍ଭେମାନେ ମୋତେ ଭୋଜନ କରିବାକୁ ଦେଲ; ତୃଷିତ ଥିଲି, ମୋତେ ପାନ କରିବାକୁ ଦେଲ; ପ୍ରବାସୀ ଥିଲି, ମୋତେ ଅାଶ୍ରୟ ଦେଲ;
Mark 14:7 in Oriya 7 କାରଣ ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ଆଉ ତୁମ୍ଭମାନଙ୍କର ଯେତେବେଳେ ଇଚ୍ଛା, ସେତେବେଳେ ସେମାନଙ୍କର ଉପକାର କରି ପାର; ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।
Luke 6:35 in Oriya 35 ମାତ୍ର ତୁମ୍ଭମାନଙ୍କର ଶତ୍ରୁମାନଙ୍କୁ ପ୍ରେମ କର ଏବଂ ସେମାନଙ୍କର ମଙ୍ଗଳ କର, ପୁଣି, ପରିଶୋଧର ଆଶା ନ ରଖି ଋଣ ଦିଅ; ତାହାହେଲେ ତୁମ୍ଭମାନଙ୍କର ପୁରସ୍କାର ପ୍ରଚୁର ହେବ ଓ ତୁମ୍ଭେମାନେ ମହାନ ଇଶ୍ବରଙ୍କ ସନ୍ତାନ ହେବ, କାରଣ ସେ ଅକୃତଜ୍ଞ ଓ ଦୁଷ୍ଟମାନଙ୍କ ପ୍ରତି ଦୟାଳୁ ଅଟନ୍ତି।
John 12:8 in Oriya 8 ଦରିଦ୍ରମାନେ ତ ସର୍ବଦା ତୁମ୍ଭମାନଙ୍କ ନିକଟରେ ଅଛନ୍ତି, ମାତ୍ର ମୁଁ ସର୍ବଦା ତୁମ୍ଭମାନଙ୍କ ନିକଟରେ ନ ଥିବି।
Acts 11:29 in Oriya 29 ସେଥିରେ ଶିଷ୍ୟମାନେ ପ୍ରତ୍ୟେକ ଜଣ ଆପଣା ଶକ୍ତି ଅନୁସାରେ ଯିହୂଦା ପ୍ରଦେଶ ନିବାସୀ ଭାଇମାନଙ୍କ ନିମନ୍ତେ ସାହାଯ୍ୟ ପ୍ରେରଣ କରିବାକୁ ସ୍ଥିର କଲେ,
Romans 12:13 in Oriya 13 ସାଧୁମାନଙ୍କ ଅଭାବ ମୋଚନ କର; ଆତିଥ୍ୟ ସତ୍କାରରେ ପ୍ରସ୍ତୁତ ହୁଅ।
Romans 12:18 in Oriya 18 ସମ୍ଭବ ହେଲେ, ତୁମ୍ଭର ଯେତେ ପର୍ଯ୍ୟନ୍ତ ସାଧ୍ୟ, ସମସ୍ତ ଲୋକଙ୍କ ସହିତ ଶାନ୍ତିରେ ରୁହ।
Romans 12:20 in Oriya 20 ବରଂ ଯଦି ତୁମ୍ଭର ଶତ୍ରୁ କ୍ଷୁଧିତ, ତେବେ ତାକୁ ଭୋଜନ କରାଅ; ଯଦି ସେ ତୃଷିତ ତାକୁ ପାନ କରାଅ; କାରଣ ଏହିପରି କଲେ ତୁମ୍ଭେ ତା'ର ମସ୍ତକ ଉପରେ ଜ୍ୱଳନ୍ତା ଅଙ୍ଗାର ଗଦା କରିବ।
2 Corinthians 8:9 in Oriya 9 କାରଣ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଅନୁଗ୍ରହ ତୁମ୍ଭେମାନେ ଜାଣ, ତୁମ୍ଭେମାନେ ଯେପରି ତାହାଙ୍କ ଦରିଦ୍ରତା ଦ୍ୱାରା ଧନବାନ ହୁଅ, ଏଥିପାଇଁ ସେ ଧନୀ ହେଲେ ହେଁ କିପରି ତୁମ୍ଭମାନଙ୍କ ନିମନ୍ତେ ଦରିଦ୍ର ହେଲେ।
2 Corinthians 9:1 in Oriya 1 ପ୍ରକୃତରେ ସାଧୁମାନଙ୍କ ସେବା ସମ୍ବନ୍ଧରେ ତୁମ୍ଭମାନଙ୍କ ନିକଟକୁ ଲେଖିବା ମୋ' ପକ୍ଷରେ ବାହୁଲ୍ୟମାତ୍ର;
2 Corinthians 9:12 in Oriya 12 କାରଣ ଏହି ଦାନରୂପ ସେବା ଯେ କେବଳ ସାଧୁମାନଙ୍କର ଅଭାବ ପୂରଣ କରୁଅଛି, ତାହା ନୁହେଁ, ମାତ୍ର ତଦ୍ୱାରା ମଧ୍ୟ ଇଶ୍ବରଙ୍କ ଉଦ୍ଦେଶ୍ୟରେ ବହୁ ଧନ୍ୟବାଦ ଉଛୁଳି ଉଠୁଅଛି,
Galatians 2:10 in Oriya 10 ଆମ୍ଭେମାନେ ଯେପରି ଦରିଦ୍ରମାନଙ୍କୁ ସ୍ମରଣ କରୁ, କେବଳ ଏହା ସେମାନେ ଆମ୍ଭମାନଙ୍କୁ କହିଥିଲେ; ତାହା କରିବା ନିମନ୍ତେ ମୁଁ ମଧ୍ୟ ଉଦ୍ଯୋଗୀ ଥିଲି।
Hebrews 13:2 in Oriya 2 ଆତିଥ୍ୟସତ୍କାର ନ ପାସୋର, ଯେଣୁ ତଦ୍ୱାରା କେହି କେହି ଅଜ୍ଞାତସାରରେ ଦୂତମାନଙ୍କୁ ଆତିଥ୍ୟ କରିଅଛନ୍ତି।
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
1 John 3:17 in Oriya 17 କିନ୍ତୁ ଯେ ଜାଗତିକ ଭାବେ ଧନଶାଳୀ ହୋଇ ଆପଣା ଭାଇକୁ ଅଭାବଗ୍ରସ୍ତ ଦେଖିଲେ ହେଁ ତାହା ପ୍ରତି ଆପଣା ଦୟା ରୁଦ୍ଧ କରେ, ତାହାଠାରେ ଇଶ୍ବରଙ୍କ ପ୍ରେମ କିପରି ରହିପାରେ ?