Leviticus 26:15 in Oriya 15 ପୁଣି, ଯଦି ତୁମ୍ଭେମାନେ ଆମ୍ଭ ବିଧି ଅବଜ୍ଞା କରିବ ଓ ତୁମ୍ଭମାନଙ୍କ ପ୍ରାଣ ଆମ୍ଭର ସକଳ ଶାସନ ଘୃଣା କରିବାରୁ ତୁମ୍ଭେମାନେ ଆମ୍ଭର ଆଜ୍ଞାସକଳ ପାଳନ ନ କରିବ, ମାତ୍ର ଆମ୍ଭର ନିୟମ ଲଙ୍ଘନ କରିବ,
Other Translations King James Version (KJV) And if ye shall despise my statutes, or if your soul abhor my judgments, so that ye will not do all my commandments, but that ye break my covenant:
American Standard Version (ASV) and if ye shall reject my statutes, and if your soul abhor mine ordinances, so that ye will not do all my commandments, but break my covenant;
Bible in Basic English (BBE) And if you go against my rules and if you have hate in your souls for my decisions and you do not do all my orders, but go against my agreement;
Darby English Bible (DBY) and if ye shall despise my statutes, and if your soul shall abhor mine ordinances, so that ye do not all my commandments, that ye break my covenant,
Webster's Bible (WBT) And if ye shall despise my statutes, or if your soul shall abhor my judgments, so that ye will not do all my commandments, but that ye break my covenant:
World English Bible (WEB) and if you shall reject my statutes, and if your soul abhors my ordinances, so that you will not do all my commandments, but break my covenant;
Young's Literal Translation (YLT) and if at My statutes ye kick, and if My judgments your soul loathe, so as not to do all My commands -- to your breaking My covenant --
Cross Reference Genesis 17:14 in Oriya 14 ମାତ୍ର ଯାହାର ଲିଙ୍ଗାଗ୍ର ଚର୍ମର ଛେଦନ ହେବ ନାହିଁ, ଏପରି ଯେ ଅସୁନ୍ନତ ପୁରୁଷ, ସେ ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ; ସେ ଆମ୍ଭର ନିୟମ ଲଙ୍ଘନ କଲା।”
Exodus 19:5 in Oriya 5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
Exodus 24:7 in Oriya 7 ପୁଣି, ନିୟମ-ପୁସ୍ତକ ନେଇ ଲୋକମାନଙ୍କ କର୍ଣ୍ଣ-ଗୋଚରରେ ପାଠ କଲେ; ତହିଁରେ ସେମାନେ କହିଲେ, “ସଦାପ୍ରଭୁ ଯାହା ଯାହା କହିଅଛନ୍ତି, ତାହା ସବୁ ଆମ୍ଭେମାନେ ପାଳନ କରିବା ଓ ଆଜ୍ଞାବହ ହେବା।”
Leviticus 26:43 in Oriya 43 ଦେଶ ମଧ୍ୟ ସେମାନଙ୍କ ଦ୍ୱାରା ତ୍ୟକ୍ତ ହୋଇ ରହିବ ଓ ସେମାନଙ୍କ ଅନୁପସ୍ଥିତିରେ ଶୂନ୍ୟସ୍ଥାନ ହୋଇ ପଡ଼ିଥିବା ସମୟରେ ଆପଣା ବିଶ୍ରାମ ଗ୍ରହଣ କରିବ; ପୁଣି ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ; ଏଥିର କାରଣ ଏହି ଯେ, ସେମାନେ ଆମ୍ଭର ଆଜ୍ଞା ଅଗ୍ରାହ୍ୟ କଲେ ଓ ସେମାନଙ୍କ ପ୍ରାଣ ଆମ୍ଭ ବିଧି ଘୃଣା କଲା।
Numbers 15:31 in Oriya 31 କାରଣ ସେ ସଦାପ୍ରଭୁଙ୍କ ବାକ୍ୟ ଅବଜ୍ଞା କଲା ଓ ତାହାଙ୍କର ଆଜ୍ଞା ଲଙ୍ଘନ କଲା; ସେହି ପ୍ରାଣୀ ନିତାନ୍ତ ଉଚ୍ଛିନ୍ନ ହେବ, ତାହାର ଅପରାଧ ତାହା ଉପରେ ବର୍ତ୍ତିବ।
Deuteronomy 31:16 in Oriya 16 ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଦେଖ, ତୁମ୍ଭେ ଆପଣା ପୂର୍ବପୁରୁଷମାନଙ୍କ ସହିତ ଶୟନ କରିବ; ତହିଁ ଉତ୍ତାରେ ଏହି ଲୋକମାନେ ଉଠିବେ, ପୁଣି ଯେଉଁ ଦେଶରେ ପ୍ରବେଶ କରିବାକୁ ଯାଉଅଛନ୍ତି, ସେହି ସ୍ଥାନର ବିଦେଶୀୟ ଦେବତାଗଣର ଅନୁଗାମୀ ହୋଇ ବ୍ୟଭିଚାର କରିବେ, ଆମ୍ଭକୁ ତ୍ୟାଗ କରିବେ ଓ ଆମ୍ଭେ ସେମାନଙ୍କ ସହିତ ଯେଉଁ ନିୟମ କରିଅଛୁ, ତାହା ଲଙ୍ଘନ କରିବେ।”
2 Samuel 12:9 in Oriya 9 ସଦାପ୍ରଭୁଙ୍କ ଦୃଷ୍ଟିରେ ଯାହା ମନ୍ଦ, ତାହା କରିବା ପାଇଁ ତୁମ୍ଭେ କାହିଁକି ତାହାଙ୍କ ବାକ୍ୟ ତୁଚ୍ଛ କଲ ? ତୁମ୍ଭେ ଖଡ଼୍ଗ ଦ୍ୱାରା ହିତ୍ତୀୟ ଊରୀୟକୁ ମାରିଅଛ ଓ ତାହାର ଭାର୍ଯ୍ୟାକୁ ତୁମ୍ଭର ଭାର୍ଯ୍ୟା ହେବା ପାଇଁ ନେଇଅଛ, ପୁଣି ଅମ୍ମୋନ୍ ସନ୍ତାନଗଣର ଖଡ଼୍ଗ ଦ୍ୱାରା ଊରୀୟକୁ ବଧ କରିଅଛ।
2 Kings 17:15 in Oriya 15 ପୁଣି ସେମାନେ ତାହାଙ୍କର ବିଧି ଓ ସେମାନଙ୍କ ପିତୃଗଣ ସହିତ କୃତ ତାହାଙ୍କର ନିୟମ ଓ ସେମାନଙ୍କ ପ୍ରତି ଦତ୍ତ ତାହାଙ୍କର ସାକ୍ଷ୍ୟସବୁ ଅଗ୍ରାହ୍ୟ କଲେ। ଆଉ ସେମାନେ ଅସାରତାର ଅନୁଗାମୀ ହୋଇ ଅସାର ହେଲେ ଓ ସଦାପ୍ରଭୁ ଯେଉଁମାନଙ୍କ ତୁଲ୍ୟ କର୍ମ ନ କରିବାକୁ ସେମାନଙ୍କୁ ଆଜ୍ଞା ଦେଇଥିଲେ; ଆପଣାମାନଙ୍କ ଚତୁର୍ଦ୍ଦିଗସ୍ଥ ସେହି ଅନ୍ୟ ଦେଶୀୟମାନଙ୍କର ପଶ୍ଚାଦ୍ଗାମୀ ହେଲେ।
2 Chronicles 36:16 in Oriya 16 ମାତ୍ର ସେମାନେ ପରମେଶ୍ୱରଙ୍କ ଦୂତଗଣକୁ ପରିହାସ କଲେ, ତାହାଙ୍କର ବାକ୍ୟ ତୁଚ୍ଛ କଲେ ଓ ତାହାଙ୍କ ଭବିଷ୍ୟଦ୍ବକ୍ତାଗଣକୁ ବିଦ୍ରୂପ କଲେ; ଏଣୁ ଆପଣା ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉତ୍ଥିତ ହେଲା, ଶେଷରେ ଆଉ ପ୍ରତିକାର ନୋହିଲା।
Psalm 50:17 in Oriya 17 କାରଣ ତୁମ୍ଭେ ଶିକ୍ଷା ଘୃଣା କରୁଅଛ ଓ ଆମ୍ଭ ବାକ୍ୟ ଆପଣା ପଛେ ପକାଇ ଦେଉଅଛ।
Proverbs 1:7 in Oriya 7 ସଦାପ୍ରଭୁଙ୍କ ବିଷୟକ ଭୟ ଜ୍ଞାନର ଆରମ୍ଭ; ମାତ୍ର ନିର୍ବୋଧ ଲୋକେ ଜ୍ଞାନ ଓ ଉପଦେଶ ତୁଚ୍ଛ ବୋଧ କରନ୍ତି।
Proverbs 1:30 in Oriya 30 ସେମାନେ ମୋହର କୌଣସି ଉପଦେଶ ଗ୍ରହଣ କଲେ ନାହିଁ ଓ ମୋହର ସମସ୍ତ ଅନୁଯୋଗ ହେୟ ଜ୍ଞାନ କଲେ।
Proverbs 5:12 in Oriya 12 ଆଉ କହିବ, ମୁଁ ଉପଦେଶ କିପରି ଘୃଣା କଲି ! ପୁଣି, ମୋହର ମନ ଅନୁଯୋଗକୁ କିପରି ତୁଚ୍ଛ କଲା !
Isaiah 24:5 in Oriya 5 ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
Jeremiah 6:19 in Oriya 19 ହେ ପୃଥିବୀ, ଶୁଣ; ଦେଖ, ଆମ୍ଭେ ଏହି ଲୋକମାନଙ୍କ ଉପରେ ଅମଙ୍ଗଳ, ଅର୍ଥାତ୍, ସେମାନଙ୍କ କଳ୍ପନାସମୂହର ଫଳ ବର୍ତ୍ତାଇବା, କାରଣ ସେମାନେ ଆମ୍ଭ ବାକ୍ୟରେ ମନୋଯୋଗ କରି ନାହାନ୍ତି ଓ ଆମ୍ଭର ବ୍ୟବସ୍ଥା ସେମାନେ ଅଗ୍ରାହ୍ୟ କରିଅଛନ୍ତି।
Jeremiah 11:10 in Oriya 10 ଆମ୍ଭର ବାକ୍ୟ ଶୁଣିବାକୁ ଅସମ୍ମତ ସେମାନଙ୍କର ପୂର୍ବପୁରୁଷଗଣର ଅଧର୍ମ ପ୍ରତି ସେମାନେ ଫେରିଅଛନ୍ତି ଓ ସେମାନେ ଅନ୍ୟ ଦେବଗଣର ସେବା କରିବା ପାଇଁ ସେମାନଙ୍କର ପଶ୍ଚାଦ୍ଗାମୀ ହୋଇଅଛନ୍ତି; ଇସ୍ରାଏଲ ବଂଶ ଓ ଯିହୁଦା ବଂଶ, ସେମାନଙ୍କ ପୂର୍ବପୁରୁଷଗଣର ସହିତ ଆମ୍ଭର କୃତ ନିୟମ ଲଙ୍ଘନ କରିଅଛନ୍ତି।”
Jeremiah 31:32 in Oriya 32 ମିସର ଦେଶରୁ ସେମାନଙ୍କର ପିତୃପୁରୁଷଗଣକୁ ବାହାର କରି ଆଣିବା ନିମନ୍ତେ ଆମ୍ଭେ ସେମାନଙ୍କର ହସ୍ତ ଧରିବା ଦିନ ସେମାନଙ୍କ ସହିତ ଆମ୍ଭର କୃତ ନିୟମାନୁସାରେ ନୁହେଁ,” ସଦାପ୍ରଭୁ କହନ୍ତି, “ଆମ୍ଭେ ସେମାନଙ୍କ ସ୍ୱାମୀ ହେଲେ ହେଁ ସେମାନେ ଆମ୍ଭର ସେହି ନିୟମ ଲଙ୍ଘନ କଲେ।”
Ezekiel 16:59 in Oriya 59 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଶପଥ ଅବଜ୍ଞା କରି ନିୟମ ଯେପରି ଭଗ୍ନ କରିଅଛ, ଆମ୍ଭେ ତୁମ୍ଭ ପ୍ରତି ସେହିରୂପ ବ୍ୟବହାର କରିବା।
Zechariah 7:11 in Oriya 11 ମାତ୍ର ସେମାନେ ଶୁଣିବାକୁ ଅସମ୍ମତ ହେଲେ ଓ ଶକ୍ତଗ୍ରୀବ ହେଲେ ଓ ଯେପରି ଶୁଣି ନ ପାରିବେ, ଏଥିପାଇଁ ଆପଣା ଆପଣା କର୍ଣ୍ଣ ରୁଦ୍ଧ କଲେ।
Acts 13:41 in Oriya 41 “ହେ ଅବଜ୍ଞାକାରୀମାନେ, ତୁମ୍ଭେମାନେ ଦେଖି ପୁଣି, ଚମତ୍କୃତ ହୋଇ ବିନଷ୍ଟ ହୁଅ; ଯେଣୁ ଆମ୍ଭେ ତୁମ୍ଭମାନଙ୍କ ସମୟରେ ଗୋଟିଏ କାର୍ଯ୍ୟ ସାଧନ କରୁଅଛୁ, ଯଦି କେହି ସେହି କାର୍ଯ୍ୟ ତୁମ୍ଭମାନଙ୍କ ନିକଟରେ ବର୍ଣ୍ଣନା କରେ, ତେବେ ତୁମ୍ଭେମାନେ କୌଣସି ପ୍ରକାରେ ତାହା ବିଶ୍ୱାସ କରିବ ନାହିଁ।”
Romans 8:7 in Oriya 7 ଯେଣୁ ଶାରୀରିକ ମନ ଇଶ୍ବରଙ୍କ ବିରୁଦ୍ଧରେ ଶତ୍ରୁତା; କାରଣ ତାହା ଇଶ୍ବରଙ୍କ ବ୍ୟବସ୍ଥାର ବଶୀଭୂତ ନୁହେଁ, ପୁଣି, ବଶୀଭୂତ ହେବା ଅସମ୍ଭବ;
1 Thessalonians 4:8 in Oriya 8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।
Hebrews 8:9 in Oriya 9 ଯେଉଁ କାଳରେ ଆମ୍ଭେ ସେମାନଙ୍କର ପିତୃ- ପୁରୁଷମାନଙ୍କୁ ହସ୍ତ ଧରି ମିସର ଦେଶରୁ ବାହାର କରି ଆଣିଥିଲୁ, ସେହି ସମୟରେ ସେମାନଙ୍କ ସହିତ ଆମ୍ଭେ ଯେଉଁ ନିୟମ କରିଥିଲୁ, ଏହା ତଦନୁଯାୟୀ ନୁହେଁ; ଯେଣୁ ସେମାନେ ଆମ୍ଭ ନିୟମରେ ସ୍ଥିର ରହିଲେ ନାହିଁ, ଆଉ ଆମ୍ଭେ ସେମାନଙ୍କ ପ୍ରତି ମନୋଯୋଗ କଲୁ ନାହିଁ, ଏହା ପ୍ରଭୁ କହନ୍ତି।