Leviticus 26:16 in Oriya 16 ତେବେ ଆମ୍ଭେ ମଧ୍ୟ ତୁମ୍ଭମାନଙ୍କ ପ୍ରତି ଏହିରୂପେ ବ୍ୟବହାର କରିବା; ଆମ୍ଭେ ତୁମ୍ଭମାନଙ୍କ ଉପରେ ବ୍ୟାକୁଳତା ନିରୂପଣ କରିବା; ଅର୍ଥାତ୍, ଯକ୍ଷ୍ମା ଓ ଜ୍ୱର, ତାହା ତୁମ୍ଭମାନଙ୍କ ଚକ୍ଷୁ କ୍ଷୀଣ କରିବ ଓ ପ୍ରାଣ କ୍ଷୟ କରିବ; ଆଉ ତୁମ୍ଭେମାନେ ବୃଥାରେ ଆପଣାମାନଙ୍କ ବୀଜ ବୁଣିବ, କାରଣ ତୁମ୍ଭମାନଙ୍କ ଶତ୍ରୁମାନେ ତାହା ଖାଇବେ।
Other Translations King James Version (KJV) I also will do this unto you; I will even appoint over you terror, consumption, and the burning ague, that shall consume the eyes, and cause sorrow of heart: and ye shall sow your seed in vain, for your enemies shall eat it.
American Standard Version (ASV) I also will do this unto you: I will appoint terror over you, even consumption and fever, that shall consume the eyes, and make the soul to pine away; and ye shall sow your seed in vain, for your enemies shall eat it.
Bible in Basic English (BBE) This will I do to you: I will put fear in your hearts, even wasting disease and burning pain, drying up the eyes and making the soul feeble, and you will get no profit from your seed, for your haters will take it for food.
Darby English Bible (DBY) I also will do this unto you -- I will even appoint over you terror, consumption, and fever, which shall cause the eyes to fail, and the soul to waste away; and ye shall sow your seed in vain, for your enemies shall eat it.
Webster's Bible (WBT) I also will do this to you, I will even appoint over you terror, consumption, and the burning ague, that shall consume the eyes, and cause sorrow of heart: and ye shall sow your seed in vain, for your enemies shall eat it.
World English Bible (WEB) I also will do this to you: I will appoint terror over you, even consumption and fever, that shall consume the eyes, and make the soul to pine away; and you will sow your seed in vain, for your enemies will eat it.
Young's Literal Translation (YLT) I also do this to you, and I have appointed over you trouble, the consumption, and the burning fever, consuming eyes, and causing pain of soul; and your seed in vain ye have sowed, and your enemies have eaten it;
Cross Reference Exodus 15:26 in Oriya 26 “ତୁମ୍ଭେ ଯଦି ଆପଣା ସଦାପ୍ରଭୁ ପରମେଶ୍ୱରଙ୍କ ବାକ୍ୟରେ ମନୋଯୋଗ କର, ତାହାଙ୍କ ଦୃଷ୍ଟିରେ ଯାହା ଉଚିତ ତାହା କର, ତାହାଙ୍କ ଆଜ୍ଞାରେ କର୍ଣ୍ଣ ଦିଅ ଓ ତାହାଙ୍କ ବିଧି ସମସ୍ତ ପାଳନ କର, ତେବେ ଆମ୍ଭେ ମିସ୍ରୀୟ ଲୋକମାନଙ୍କୁ ଯେସବୁ ରୋଗ ଭୋଗ କରାଇଲୁ, ତାହାସବୁ ତୁମ୍ଭମାନଙ୍କୁ ଭୋଗ କରିବାକୁ ଦେବା ନାହିଁ; କାରଣ ଆମ୍ଭେ ସଦାପ୍ରଭୁ ତୁମ୍ଭର ଆରୋଗ୍ୟକାରୀ।”
Deuteronomy 28:21 in Oriya 21 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ।
Deuteronomy 28:32 in Oriya 32 ତୁମ୍ଭ ପୁତ୍ରକନ୍ୟାଗଣ ଅନ୍ୟ ଲୋକଙ୍କୁ ଦିଆଯିବେ ଓ ସମସ୍ତ ଦିନ ସେମାନଙ୍କ ପାଇଁ ଚାହିଁ ଚାହିଁ ତୁମ୍ଭ ଚକ୍ଷୁ କ୍ଷୀଣ ହେବ, ମାତ୍ର ତୁମ୍ଭ ହାତର ବଳରେ କିଛି ହେବ ନାହିଁ।
Deuteronomy 28:51 in Oriya 51 ପୁଣି, ତୁମ୍ଭେ ବିନଷ୍ଟ ହେବା ପର୍ଯ୍ୟନ୍ତ ତୁମ୍ଭ ପଶୁର ଶାବକ ଓ ତୁମ୍ଭ ଭୂମିର ଫଳ ଗ୍ରାସ କରିବ; ମଧ୍ୟ ତୁମ୍ଭେ ସଂହାରିତ ହେବା ପର୍ଯ୍ୟନ୍ତ ସେ ତୁମ୍ଭ ପାଇଁ ଶସ୍ୟ, ଦ୍ରାକ୍ଷାରସ ଅବା ତୈଳ, ତୁମ୍ଭ ଗୋବତ୍ସ ଅବା ମେଷପଲର ଶାବକ ଅବଶିଷ୍ଟ ରଖିବ ନାହିଁ।
Deuteronomy 28:65 in Oriya 65 ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।
Deuteronomy 32:25 in Oriya 25 ବାହାରେ ଖଡ଼୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଙ୍କୁ, ପୁଣି ଦୁଗ୍ଧ ପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।
Judges 6:3 in Oriya 3 ତହୁଁ ଏହିପରି ହେଲା ଯେ, ଇସ୍ରାଏଲୀୟମାନେ ବୀଜ ବୁଣିଲେ ମିଦୀୟନୀୟ ଓ ଅମାଲେକୀୟ ଓ ପୂର୍ବଦେଶୀୟ ଲୋକମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସନ୍ତି; ସେମାନେ ସେମାନଙ୍କ ବିରୁଦ୍ଧରେ ଚଢ଼ି ଆସି
Judges 6:11 in Oriya 11 ଏଥିଉତ୍ତାରେ ସଦାପ୍ରଭୁଙ୍କର ଦୂତ ଆସି ଅବୀୟେଷ୍ରୀୟ ଯୋୟାଶର ଅଧିକାରସ୍ଥ ଅଫ୍ରାରେ ଅଲୋନ୍ ବୃକ୍ଷ ମୂଳରେ ବସିଲେ; ସେହି ସମୟରେ ତାହାର ପୁତ୍ର ଗିଦିୟୋନ୍ ମିଦୀୟନୀୟମାନଙ୍କଠାରୁ ଗହମ ଲୁଚାଇବା ପାଇଁ ଦ୍ରାକ୍ଷାରସ-କୁଣ୍ଡ ଭିତରେ ତାହା ମଳୁଥିଲେ।
1 Samuel 2:33 in Oriya 33 ଆଉ ତୁମ୍ଭର ଯେଉଁ ଲୋକକୁ ଆମ୍ଭେ ଆପଣା ଯଜ୍ଞବେଦିରୁ ଉଚ୍ଛିନ୍ନ ନ କରିବା, ସେ ତୁମ୍ଭ ଚକ୍ଷୁର କ୍ଷୟ ଓ ତୁମ୍ଭ ହୃଦୟର ଶୋକ ଜନ୍ମାଇବାକୁ ରହିବ; ପୁଣି, ତୁମ୍ଭ ବଂଶଜାତ ସମସ୍ତେ ଯୌବନାବସ୍ଥାରେ ମରିବେ।
Job 15:20 in Oriya 20 ଦୁଷ୍ଟ ଲୋକ ଆପଣାର ଯାବଜ୍ଜୀବନ, ଅର୍ଥାତ୍, ଉପଦ୍ରବ ପାଇଁ ନିରୂପିତ ବର୍ଷଯାଏ କ୍ଳେଶ ଭୋଗ କରେ।
Job 18:11 in Oriya 11 ଭୟଙ୍କରତା ତାହାକୁ ଚତୁର୍ଦ୍ଦିଗରେ ଭୀତ କରିବ ଓ ତାହାର ଗୋଡ଼େ ଗୋଡ଼େ ଗୋଡ଼ାଇବ।
Job 20:25 in Oriya 25 ସେ ତାହା ଟାଣେ ଓ ତାହା ତାହାର ଶରୀରରୁ ବାହାରି ଆସେ; ହଁ, ତାହାର ପିତ୍ତସ୍ଥଳୀରୁ ତେଜସ୍କର ତୀରାଗ୍ର ନିର୍ଗତ ହୁଏ; ସେ ନାନା ଭୟରେ ଆକ୍ରାନ୍ତ।
Job 31:8 in Oriya 8 ତେବେ ମୁଁ ବୁଣେ ଓ ଅନ୍ୟ ଭୋଗ କରୁ; ମୋ' କ୍ଷେତ୍ରର ଶସ୍ୟ ମୂଳୋତ୍ପାଟିତ ହେଉ।
Psalm 73:19 in Oriya 19 ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।
Psalm 78:33 in Oriya 33 ଏହେତୁ ସେ ଅସାରତାରେ ସେମାନଙ୍କ ଦିନ ଓ ଆତଙ୍କରେ ସେମାନଙ୍କ ବର୍ଷସବୁ କ୍ଷେପଣ କରାଇଲେ,
Psalm 109:6 in Oriya 6 ତୁମ୍ଭେ ତାହା ଉପରେ ଏକ ଦୁଷ୍ଟ ଲୋକ ନିଯୁକ୍ତ କର; ପୁଣି, ଜଣେ ବିପକ୍ଷ ତାହାର ଦକ୍ଷିଣ ପାର୍ଶ୍ୱରେ ଠିଆ ହେଉ।
Isaiah 7:2 in Oriya 2 ଏଥିଉତ୍ତାରେ ଦାଉଦବଂଶକୁ ଜ୍ଞାତ କରାଗଲା ଯେ, ଅରାମ ଇଫ୍ରୟିମର ସହାୟ ହୋଇଅଛି। ଏଥିରେ ତାହାର ହୃଦୟ ଓ ତାହାର ଲୋକମାନଙ୍କ ହୃଦୟ ବାୟୁରେ କମ୍ପିତ ଓ ବନବୃକ୍ଷ ତୁଲ୍ୟ କମ୍ପିତ ହେଲା।
Isaiah 10:4 in Oriya 4 ସେମାନେ କେବଳ ବନ୍ଦୀ ଲୋକମାନଙ୍କର ପଦ ତଳେ ନତ ହେବେ ଓ ହତ ଲୋକମାନଙ୍କର ତଳେ ପଡ଼ିବେ। ଏହି ସବୁ ହେଲେ ହେଁ ତାହାଙ୍କର କ୍ରୋଧ ନିବୃତ୍ତ ହୁଏ ନାହିଁ, ମାତ୍ର ତାହାଙ୍କର ହସ୍ତ ପୂର୍ବ ପରି ବିସ୍ତାରିତ ହୋଇ ରହିଅଛି।
Isaiah 65:22 in Oriya 22 ସେମାନେ ନିର୍ମାଣ କଲେ, ଅନ୍ୟ କେହି ତହିଁରେ ବାସ କରିବ ନାହିଁ; ସେମାନେ ରୋପଣ କଲେ, ଅନ୍ୟ କେହି ଫଳ ଭୋଗ କରିବ ନାହିଁ; କାରଣ ଆମ୍ଭ ଲୋକମାନଙ୍କର ଆୟୁ ବୃକ୍ଷର ଆୟୁ ତୁଲ୍ୟ ହେବ ଓ ଆମ୍ଭ ମନୋନୀତ ଲୋକମାନେ ଦୀର୍ଘ କାଳ ପର୍ଯ୍ୟନ୍ତ ଆପଣାମାନଙ୍କ ହସ୍ତକୃତ କର୍ମର ଫଳ ଭୋଗ କରିବେ।
Jeremiah 5:17 in Oriya 17 ପୁଣି, ସେମାନେ ତୁମ୍ଭର ଶସ୍ୟ ଓ ତୁମ୍ଭ ପୁତ୍ରକନ୍ୟା ଗଣର ଭକ୍ଷ୍ୟଦ୍ରବ୍ୟ ଗ୍ରାସ କରିବେ; ସେମାନେ ତୁମ୍ଭର ମେଷପଲ ଓ ଗୋପଲ ଗ୍ରାସ କରିବେ; ସେମାନେ ତୁମ୍ଭର ଦ୍ରାକ୍ଷାଲତା ଓ ଡିମ୍ୱିରି ବୃକ୍ଷ ଗ୍ରାସ କରିବେ; ତୁମ୍ଭେ ଆପଣାର ଯେଉଁ ସୁଦୃଢ଼ ନଗରମାନରେ ବିଶ୍ୱାସ କରିଅଛ, ସେସବୁକୁ ସେମାନେ ଖଡ୍ଗରେ ନିପାତ କରିବେ।
Jeremiah 12:13 in Oriya 13 ସେମାନେ ଗହମ ବୁଣି କଣ୍ଟା କାଟିଅଛନ୍ତି, ସେମାନେ ଆପଣାମାନଙ୍କୁ କଷ୍ଟ ଦେଇ କିଛି ଲାଭ ପାଆନ୍ତି ନାହିଁ; ପୁଣି, ସଦାପ୍ରଭୁଙ୍କ ପ୍ରଚଣ୍ଡ କ୍ରୋଧ ସକାଶୁ ତୁମ୍ଭେମାନେ ଆପଣା ଫଳ ବିଷୟରେ ଲଜ୍ଜିତ ହେବ।
Jeremiah 15:8 in Oriya 8 ଆମ୍ଭ ସାକ୍ଷାତରେ ସେମାନଙ୍କର ବିଧବାମାନେ ସମୁଦ୍ରର ବାଲି ଅପେକ୍ଷା ବହୁସଂଖ୍ୟକ ହୋଇଅଛନ୍ତି, ଆମ୍ଭେ ସେମାନଙ୍କ ମଧ୍ୟରେ ଯୁବାଗଣର ମାତା ବିରୁଦ୍ଧରେ ବିନାଶକ ଏକ ଜଣକ ମଧ୍ୟାହ୍ନ କାଳରେ ଆଣିଅଛୁ; ଆମ୍ଭେ ଅକସ୍ମାତ୍ ତାହା ପ୍ରତି ଦୁଃଖ ଓ ଆଶଙ୍କା ଉପସ୍ଥିତ କରାଇଅଛୁ।
Jeremiah 20:4 in Oriya 4 କାରଣ ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ତୁମ୍ଭକୁ, ତୁମ୍ଭ ପ୍ରତି ଓ ତୁମ୍ଭର ସମସ୍ତ ବନ୍ଧୁ ପ୍ରତି ଆଶଙ୍କାଜନକ କରିବା; ପୁଣି, ସେମାନେ ଆପଣାମାନଙ୍କ ଶତ୍ରୁଗଣର ଖଡ୍ଗ ଦ୍ୱାରା ହତ ହେବେ ଓ ତୁମ୍ଭର ଚକ୍ଷୁ ତାହା ଦେଖିବ; ଆଉ, ଆମ୍ଭେ ସମୁଦାୟ ଯିହୁଦାକୁ ବାବିଲର ରାଜା ହସ୍ତରେ ସମର୍ପଣ କରିବା, ତହିଁରେ ସେ ସେମାନଙ୍କୁ ବନ୍ଦୀ କରି ବାବିଲକୁ ଘେନିଯାଇ ଖଡ୍ଗରେ ବଧ କରିବ।
Ezekiel 33:10 in Oriya 10 ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ଆମ୍ଭମାନଙ୍କର ଆଜ୍ଞା ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା ?
Micah 6:15 in Oriya 15 ତୁମ୍ଭେ ବୁଣିବ, ମାତ୍ର କାଟିବ ନାହିଁ; ତୁମ୍ଭେ ଜୀତ ଫଳ ପେଷିବ, ମାତ୍ର ଆପଣା ଦେହରେ ତୈଳ ମର୍ଦ୍ଦନ କରିବ ନାହିଁ; ଦ୍ରାକ୍ଷାଫଳ ପେଷିବ, ମାତ୍ର ଦ୍ରାକ୍ଷାରସ ପାନ କରିବ ନାହିଁ।
Haggai 1:6 in Oriya 6 ତୁମ୍ଭେମାନେ ବହୁତ ବୁଣିଅଛ, ମାତ୍ର ଅଳ୍ପ ସଞ୍ଚୟ କରୁଅଛ; ତୁମ୍ଭେମାନେ ଭୋଜନ କରୁଅଛ, ମାତ୍ର ସନ୍ତୁଷ୍ଟ ହେଉ ନାହଁ; ତୁମ୍ଭେମାନେ ପାନ କରୁଅଛ, ମାତ୍ର ତହିଁରେ ତୃପ୍ତ ହେଉ ନାହଁ; ତୁମ୍ଭେମାନେ ବସ୍ତ୍ର ପିନ୍ଧୁଅଛ, ମାତ୍ର କେହି ଉଷ୍ମ ହେଉ ନାହଁ; ପୁଣି, ଯେ ବେତନ ଅର୍ଜନ କରେ, ସେ କଣା ଥଳୀରେ ତାହା ରଖିବା ପାଇଁ ଅର୍ଜନ କରେ।
Zechariah 14:12 in Oriya 12 ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ।
Hebrews 10:31 in Oriya 31 ଜୀବିତ ଇଶ୍ବରଙ୍କ ହସ୍ତରେ ପଡ଼ିବା ଭୟଙ୍କର ବିଷୟ।