Leviticus 26:25 in Oriya 25 ପୁଣି ଆମ୍ଭେ ତୁମ୍ଭମାନଙ୍କ ଉପରକୁ ଖଡ୍ଗ ଆଣିବା, ତାହା ନିୟମ ଲଙ୍ଘନର ପ୍ରତିଫଳ ଦେବ ଓ ତୁମ୍ଭେମାନେ ନଗର ମଧ୍ୟରେ ଏକତ୍ର ହେଲେ, ଆମ୍ଭେ ତୁମ୍ଭମାନଙ୍କ ମଧ୍ୟକୁ ମହାମାରୀ ପଠାଇବା; ତହିଁରେ ତୁମ୍ଭେମାନେ ଶତ୍ରୁ ହସ୍ତରେ ସମର୍ପିତ ହେବ।
Other Translations King James Version (KJV) And I will bring a sword upon you, that shall avenge the quarrel of my covenant: and when ye are gathered together within your cities, I will send the pestilence among you; and ye shall be delivered into the hand of the enemy.
American Standard Version (ASV) And I will bring a sword upon you, that shall execute the vengeance of the covenant; and ye shall be gathered together within your cities: and I will send the pestilence among you; and ye shall be delivered into the hand of the enemy.
Bible in Basic English (BBE) And I will send a sword on you to give effect to the punishment of my agreement; and when you come together into your towns I will send disease among you and you will be given up into the hands of your haters.
Darby English Bible (DBY) And I will bring a sword upon you that avengeth with the vengeance of the covenant, and ye shall be gathered together into your cities, and I will send the pestilence among you; and ye shall be delivered into the hand of the enemy.
Webster's Bible (WBT) And I will bring a sword upon you, that shall avenge the quarrel of my covenant: and when ye are gathered within your cities, I will send the pestilence among you: and ye shall be delivered into the hand of the enemy.
World English Bible (WEB) I will bring a sword upon you, that will execute the vengeance of the covenant; and you will be gathered together within your cities: and I will send the pestilence among you; and you will be delivered into the hand of the enemy.
Young's Literal Translation (YLT) and I have brought in on you a sword, executing the vengeance of a covenant; and ye have been gathered unto your cities, and I have sent pestilence into your midst, and ye have been given into the hand of an enemy.
Cross Reference Numbers 14:12 in Oriya 12 ଆମ୍ଭେ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା ଓ ସେମାନଙ୍କୁ ଅଧିକାରଚ୍ୟୁତ କରିବା, ପୁଣି, ସେମାନଙ୍କଠାରୁ ତୁମ୍ଭକୁ ବଡ଼ ଓ ବଳବାନ୍ ଗୋଷ୍ଠୀ କରିବା।
Numbers 16:49 in Oriya 49 ଯେଉଁମାନେ କୋରହର କଥା ସକାଶୁ ମରିଥିଲେ, ସେମାନଙ୍କ ବ୍ୟତୀତ ଚଉଦ ହଜାର ସାତ ଶହ ଲୋକ ଏହି ମହାମାରୀରେ ମଲେ।
Deuteronomy 28:21 in Oriya 21 ତୁମ୍ଭେ ଯେଉଁ ଦେଶ ଅଧିକାର କରିବାକୁ ଯାଉଅଛ, ସେଠାରୁ ତୁମ୍ଭେମାନେ ଉଚ୍ଛିନ୍ନ ହେବା ପର୍ଯ୍ୟନ୍ତ ସଦାପ୍ରଭୁ ତୁମ୍ଭଠାରେ ମହାମାରୀ ଲଗାଇ ରଖିବେ।
Deuteronomy 32:25 in Oriya 25 ବାହାରେ ଖଡ଼୍ଗ ଶୂନ୍ୟ କରିବ ଓ ଗୃହ ଭିତରେ ଭୟ; ତାହା ଯୁବା ଓ ଯୁବତୀ ଦୁହିଙ୍କୁ, ପୁଣି ଦୁଗ୍ଧ ପୋଷ୍ୟ ଶିଶୁ ସହିତ ପକ୍ୱକେଶ ବୃଦ୍ଧକୁ (ବିନାଶ କରିବ)।
Deuteronomy 32:35 in Oriya 35 ସେମାନଙ୍କ ପାଦ ଖସି ପଡ଼ିବା ବେଳେ ସମୁଚିତ ଦଣ୍ଡ ଓ ପ୍ରତିଫଳ ଦେବା ଆମ୍ଭର କର୍ମ; କାରଣ ସେମାନଙ୍କ ବିପଦର ଦିନ ସନ୍ନିକଟ ଓ ସେମାନଙ୍କ ପାଇଁ ଯାହା ନିରୂପିତ, ତାହା ଶୀଘ୍ର ଆସୁଅଛି।
Deuteronomy 32:41 in Oriya 41 ତେବେ ଆମ୍ଭେ ଆପଣା ବଜ୍ର ତୁଲ୍ୟ ଖଡ଼୍ଗରେ ଶାଣ ଦେଲେ ଓ ବିଚାର ସାଧନ କରିବା ପାଇଁ ହସ୍ତକ୍ଷେପ କଲେ, ଆମ୍ଭେ ଆପଣା ବିପକ୍ଷଗଣଠାରୁ ପରିଶୋଧ ନେବା, ପୁଣି ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ସେମାନଙ୍କୁ ଆମ୍ଭେ ପ୍ରତିଫଳ ଦେବା।
Judges 2:14 in Oriya 14 ତହିଁରେ ଇସ୍ରାଏଲ ବିରୁଦ୍ଧରେ ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହୁଅନ୍ତେ, ସେ ସେମାନଙ୍କୁ ଲୁଟକାରୀମାନଙ୍କ ହସ୍ତରେ ସମର୍ପିଲେ, ତେଣୁ ସେମାନେ ସେମାନଙ୍କୁ ଲୁଟିଲେ; ଆହୁରି ସେ ସେମାନଙ୍କୁ ସେମାନଙ୍କ ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କ ହସ୍ତରେ ବିକ୍ରୟ କଲେ, ତହିଁରେ ସେମାନେ ଆପଣା ଶତ୍ରୁମାନଙ୍କ ସମ୍ମୁଖରେ ଆଉ ଠିଆ ହୋଇ ପାରିଲେ ନାହିଁ।
2 Samuel 24:15 in Oriya 15 ତହୁଁ ସଦାପ୍ରଭୁ ପ୍ରାତଃକାଳ ଅବଧି ନିରୂପିତ ସମୟ ପର୍ଯ୍ୟନ୍ତ ଇସ୍ରାଏଲ ଉପରେ ମହାମାରୀ ପଠାଇଲେ; ତହିଁରେ ଦାନ୍ଠାରୁ ବେର୍ଶେବା ପର୍ଯ୍ୟନ୍ତ ଲୋକମାନଙ୍କ ମଧ୍ୟରୁ ସତୁରି ହଜାର ଲୋକ ମଲେ।
Psalm 78:62 in Oriya 62 ସେ ଆପଣା ଲୋକମାନଙ୍କୁ ମଧ୍ୟ ଖଡ଼୍ଗରେ ସମର୍ପି ଦେଲେ ଓ ଆପଣା ଅଧିକାର ପ୍ରତି କ୍ରୁଦ୍ଧ ହେଲେ।
Psalm 94:1 in Oriya 1 ହେ ସଦାପ୍ରଭୁ, ପ୍ରତିଫଳଦାତା ପରମେଶ୍ୱର, ହେ ପ୍ରତିଫଳଦାତା ପରମେଶ୍ୱର, ତୁମ୍ଭେ ପ୍ରକାଶମାନ ହୁଅ।
Isaiah 34:5 in Oriya 5 କାରଣ ଆମ୍ଭର ଖଡ଼୍ଗ ସ୍ୱର୍ଗରେ ପରିତୃପ୍ତ ରୂପେ ପାନ କରିଅଛି; ଦେଖ, ବିଚାର ସାଧନାର୍ଥେ ତାହା ଇଦୋମର ଓ ଆମ୍ଭର ଅଭିଶପ୍ତ ଲୋକମାନଙ୍କର ଉପରେ ପଡ଼ିବ।
Jeremiah 9:16 in Oriya 16 ଆହୁରି, ଯେଉଁମାନଙ୍କୁ ସେମାନେ କିଅବା ସେମାନଙ୍କର ପୂର୍ବପୁରୁଷମାନେ ଜାଣି ନାହାନ୍ତି, ଏପରି ନାନା ଦେଶୀୟମାନଙ୍କ ମଧ୍ୟରେ ଆମ୍ଭେ ସେମାନଙ୍କୁ ଛିନ୍ନଭିନ୍ନ କରିବା; ପୁଣି, ଆମ୍ଭେ ଯେପର୍ଯ୍ୟନ୍ତ ସେମାନଙ୍କୁ ସଂହାର ନ କରୁ, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ପଛେ ପଛେ ଖଡ୍ଗ ପଠାଇବା।”
Jeremiah 14:12 in Oriya 12 ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”
Jeremiah 15:2 in Oriya 2 ପୁଣି, ଯଦି ସେମାନେ ତୁମ୍ଭକୁ କହନ୍ତି, ‘ଆମ୍ଭେମାନେ କେଉଁଠାକୁ ବାହାରି ଯିବା ?' ତେବେ ତୁମ୍ଭେ ସେମାନଙ୍କୁ ଏହା କହିବ, ସଦାପ୍ରଭୁ ଏହି କଥା କହନ୍ତି, ‘ହତଯୋଗ୍ୟ ଲୋକମାନେ ହତ ସ୍ଥାନକୁ, ଖଡ୍ଗଯୋଗ୍ୟ ଲୋକମାନେ ଖଡ୍ଗ ନିକଟକୁ, ଦୁର୍ଭିକ୍ଷଯୋଗ୍ୟ ଲୋକମାନେ ଦୁର୍ଭିକ୍ଷ ସ୍ଥାନକୁ ଓ ବନ୍ଦୀତ୍ୱର ଯୋଗ୍ୟ ଲୋକମାନେ ବନ୍ଦୀ ସ୍ଥାନକୁ ଯାଉନ୍ତୁ।'”
Jeremiah 24:10 in Oriya 10 ପୁଣି, ଆମ୍ଭେ ସେମାନଙ୍କୁ ଓ ସେମାନଙ୍କର ପିତୃପୁରୁଷମାନଙ୍କୁ ଯେଉଁ ଦେଶ ଦେଲୁ, ତହିଁରୁ ସେମାନେ ଯେପର୍ଯ୍ୟନ୍ତ ଉଚ୍ଛିନ୍ନ ନ ହୁଅନ୍ତି, ସେପର୍ଯ୍ୟନ୍ତ ଆମ୍ଭେ ସେମାନଙ୍କ ମଧ୍ୟକୁ ଖଡ୍ଗ, ଦୁର୍ଭିକ୍ଷ ଓ ମହାମାରୀ ପଠାଇବା।'”
Jeremiah 29:17 in Oriya 17 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଆମ୍ଭେ ସେମାନଙ୍କ ପ୍ରତି ଖଡ୍ଗ, ଦୁର୍ଭିକ୍ଷ, ମହାମାରୀ ପଠାଇବା ଓ ଘୃଣାଜନକ ଯେଉଁ ଡିମ୍ୱିରି ଫଳ ଅତି ମନ୍ଦ ହେବାରୁ ଭୋଜନ କରାଯାଇ ନ ପାରେ, ତାହାରି ତୁଲ୍ୟ ସେମାନଙ୍କୁ କରିବା।
Lamentations 2:21 in Oriya 21 ଯୁବକ ଓ ବୃଦ୍ଧ ଲୋକ ବାଟର ଭୂମିରେ ପଡ଼ିଅଛନ୍ତି; ଆମ୍ଭର କୁମାରୀ ଓ ଯୁବକଗଣ ଖଡ଼୍ଗରେ ହତ ହୋଇ ପଡ଼ିଅଛନ୍ତି; ତୁମ୍ଭେ ସେମାନଙ୍କୁ ଆପଣା କ୍ରୋଧର ଦିନରେ ବଧ କରିଅଛ; ତୁମ୍ଭେ ଦୟା ନ କରି ହତ୍ୟା କରିଅଛ।
Ezekiel 5:17 in Oriya 17 ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟ ଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”
Ezekiel 6:3 in Oriya 3 ଆଉ, କୁହ, ହେ ଇସ୍ରାଏଲର ପର୍ବତଗଣ ତୁମ୍ଭେମାନେ ପ୍ରଭୁ, ସଦାପ୍ରଭୁଙ୍କର ବାକ୍ୟ ଶୁଣ; ପ୍ରଭୁ, ସଦାପ୍ରଭୁ ପର୍ବତଗଣକୁ ଓ ଉପପର୍ବତଗଣକୁ, ଜଳପ୍ରଣାଳୀ ଓ ଉପତ୍ୟକା ସମୂହକୁ ଏହି କଥା କହନ୍ତି; ଦେଖ, ଆମ୍ଭେ, ଆମ୍ଭେ ହିଁ ତୁମ୍ଭମାନଙ୍କ ବିରୁଦ୍ଧରେ ଏକ ଖଡ଼୍ଗ ଆଣିବା ଓ ଆମ୍ଭେ ତୁମ୍ଭମାନଙ୍କର ଉଚ୍ଚସ୍ଥଳୀସକଳ ବିନଷ୍ଟ କରିବା।
Ezekiel 14:17 in Oriya 17 ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,”
Ezekiel 20:37 in Oriya 37 ଆଉ, ଆମ୍ଭେ ତୁମ୍ଭମାନଙ୍କୁ ପାଞ୍ଚଣ ତଳେ ଗମନ କରାଇବା ଓ ଆମ୍ଭେ ତୁମ୍ଭମାନଙ୍କୁ ନିୟମରୂପ ବନ୍ଧନରେ ଆବଦ୍ଧ କରିବା;
Ezekiel 21:4 in Oriya 4 ଆମ୍ଭେ ତୁମ୍ଭ ମଧ୍ୟରୁ ଧାର୍ମିକ ଓ ଦୁଷ୍ଟକୁ ବଧ କରିବା, ଏଥିପାଇଁ ଆମ୍ଭର ଖଡ଼୍ଗ କୋଷରୁ ବାହାରି ଦକ୍ଷିଣଠାରୁ ଉତ୍ତର ପର୍ଯ୍ୟନ୍ତ ସମସ୍ତ ପ୍ରାଣୀର ବିରୁଦ୍ଧରେ ଯିବ;
Ezekiel 29:8 in Oriya 8 ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଖଡ଼୍ଗ ଆଣିବା ଓ ତୁମ୍ଭ ମଧ୍ୟରୁ ମନୁଷ୍ୟ ଓ ପଶୁ ଉଚ୍ଛିନ୍ନ କରିବା।
Ezekiel 33:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଆପଣା ଲୋକମାନଙ୍କର ସନ୍ତାନଗଣକୁ କୁହ ଓ ସେମାନଙ୍କୁ କୁହ, ଆମ୍ଭେ କୌଣସି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣିଲେ, ସେ ଦେଶର ଲୋକମାନେ ଯଦି ଆପଣାମାନଙ୍କ ମଧ୍ୟରୁ କୌଣସି ଏକ ବ୍ୟକ୍ତିକୁ ନେଇ ତାହାକୁ ଆପଣାମାନଙ୍କର ପ୍ରହରୀ କରି ନିଯୁକ୍ତ କରନ୍ତି;
Amos 4:10 in Oriya 10 “ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରୁ ମିସର ଦେଶର ମହାମାରୀ ତୁଲ୍ୟ ମହାମାରୀ ପଠାଇଅଛୁ; ତୁମ୍ଭମାନଙ୍କର ଯୁବାଗଣକୁ ଆମ୍ଭେ ଖଡ୍ଗରେ ସଂହାର କରିଅଛୁ ଓ ତୁମ୍ଭମାନଙ୍କର ଅଶ୍ୱଗଣକୁ ନେଇ ଯାଇଅଛୁ; ପୁଣି, ଆମ୍ଭେ ତୁମ୍ଭମାନଙ୍କର ଛାଉଣି ସ୍ଥାନର ଦୁର୍ଗନ୍ଧ ତୁମ୍ଭମାନଙ୍କର ନାସିକା ପର୍ଯ୍ୟନ୍ତ ହିଁ ପ୍ରବେଶ କରାଇଅଛୁ; ତଥାପି ତୁମ୍ଭେମାନେ ଆମ୍ଭ ପ୍ରତି ଫେରି ନାହଁ।” ଏହା ସଦାପ୍ରଭୁ କହନ୍ତି।
Luke 21:11 in Oriya 11 ଆଉ ମହା ଭୂମିକମ୍ପ ଓ ବିଭିନ୍ନ ସ୍ଥାନରେ ମହାମାରୀ ଓ ଦୁର୍ଭିକ୍ଷ ହେବ, ପୁଣି, ଆକାଶମଣ୍ଡଳରେ ଭୟଙ୍କର ଦୃଶ୍ୟ ଓ ମହା ମହାଲକ୍ଷଣ ଦେଖାଯିବ।
Hebrews 10:28 in Oriya 28 କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;