Leviticus 26:39 in Oriya 39 ପୁଣି ତୁମ୍ଭମାନଙ୍କ ମଧ୍ୟରେ ଯେଉଁମାନେ ଅବଶିଷ୍ଟ ରହିବେ, ସେମାନେ ଆପଣା ଆପଣା ଅପରାଧ ସକାଶୁ ତୁମ୍ଭମାନଙ୍କ ଶତ୍ରୁଗଣର ଦେଶରେ କ୍ଷୟ ପାଇବେ ଓ ମଧ୍ୟ ସେମାନେ ଆପଣା ଆପଣା ପିତୃଗଣର ଅପରାଧ ସକାଶୁ ସେମାନଙ୍କ ସଙ୍ଗରେ କ୍ଷୟ ପାଇବେ।
Other Translations King James Version (KJV) And they that are left of you shall pine away in their iniquity in your enemies' lands; and also in the iniquities of their fathers shall they pine away with them.
American Standard Version (ASV) And they that are left of you shall pine away in their iniquity in your enemies' lands; and also in the iniquities of their fathers shall they pine away with them.
Bible in Basic English (BBE) And those of you who are still living will be wasting away in their sins in the land of your haters; in the sins of their fathers they will be wasting away.
Darby English Bible (DBY) And they that remain of you shall waste away through their iniquity in your enemies' lands; and also through the iniquities of their fathers shall they waste away with them.
Webster's Bible (WBT) And they that are left of you shall pine away in their iniquity in your enemies' lands; and also in the iniquities of their fathers shall they pine away with them.
World English Bible (WEB) Those of you who are left will pine away in their iniquity in your enemies' lands; and also in the iniquities of their fathers shall they pine away with them.
Young's Literal Translation (YLT) `And those who are left of you -- they consume away in their iniquity, in the lands of your enemies; and also in the iniquities of their fathers, with them they consume away.
Cross Reference Exodus 20:5 in Oriya 5 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ, କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ, ପୁଣି, ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କ ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Exodus 34:7 in Oriya 7 ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞା ଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳ-ଦାତା।”
Numbers 14:18 in Oriya 18 ସଦାପ୍ରଭୁ କ୍ରୋଧରେ ଧୀର, ଦୟାରେ ପରିପୂର୍ଣ୍ଣ, ଅପରାଧ ଓ ଆଜ୍ଞାଲଙ୍ଘନର କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା; ପୁଣି, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନଗଣ ଉପରେ ପିତୃଗଣଙ୍କର ଅପରାଧର ପ୍ରତିଫଳଦାତା।
Deuteronomy 5:9 in Oriya 9 ତୁମ୍ଭେ ସେମାନଙ୍କୁ ପ୍ରଣାମ କରିବ ନାହିଁ; କି ସେମାନଙ୍କର ସେବା କରିବ ନାହିଁ; ଯେହେତୁ ଆମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ସ୍ୱଗୌରବ-ରକ୍ଷଣରେ ଉଦ୍ଯୋଗୀ ପରମେଶ୍ୱର ଅଟୁ। ଯେଉଁମାନେ ଆମ୍ଭଙ୍କୁ ଘୃଣା କରନ୍ତି, ଆମ୍ଭେ ସେମାନଙ୍କର ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ସନ୍ତାନମାନଙ୍କ ଉପରେ ପୈତୃକ ଅପରାଧର ପ୍ରତିଫଳଦାତା;
Deuteronomy 28:65 in Oriya 65 ତୁମ୍ଭେ ସେହି ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟରେ କିଛି ସୁଖ ପାଇବ ନାହିଁ ଓ ସେଠାରେ ତୁମ୍ଭ ତଳିପାର କିଛି ବିଶ୍ରାମ ହେବ ନାହିଁ; ମାତ୍ର ସଦାପ୍ରଭୁ ସେଠାରେ ତୁମ୍ଭକୁ ହୃତ୍କମ୍ପ, ଚକ୍ଷୁକ୍ଷୀଣତା ଓ ପ୍ରାଣବ୍ୟଥା ଦେବେ।
Deuteronomy 30:1 in Oriya 1 ମୁଁ ତୁମ୍ଭ ସମ୍ମୁଖରେ ଏହି ଯେଉଁ ଆଶୀର୍ବାଦ ଓ ଅଭିଶାପ ଥୋଇଲି, ସେହି ସବୁ ଯେତେବେଳେ ତୁମ୍ଭ ପ୍ରତି ଘଟିବ, ସେତେବେଳେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଯେଉଁ ଗୋଷ୍ଠୀୟ ଲୋକମାନଙ୍କ ମଧ୍ୟକୁ ତୁମ୍ଭକୁ ତଡ଼ି ଦେଇଅଛନ୍ତି, ସେମାନଙ୍କ ମଧ୍ୟରେ ଥାଇ ଯେବେ ତୁମ୍ଭେ ସେହି ସବୁ ସ୍ମରଣ କରିବ;
Nehemiah 1:9 in Oriya 9 ମାତ୍ର ଯେବେ ତୁମ୍ଭେମାନେ ଆମ୍ଭ ପ୍ରତି ଫେରିବ ଓ ଆମ୍ଭ ଆଜ୍ଞା ପାଳନ କରି ତଦନୁଯାୟୀ କର୍ମ କରିବ, ତେବେ ତୁମ୍ଭମାନଙ୍କର ତ୍ୟକ୍ତ ଲୋକମାନେ ଆକାଶର ପ୍ରାନ୍ତ ସୀମାରେ ଥିଲେ ହେଁ ଆମ୍ଭେ ସେଠାରୁ ସେମାନଙ୍କୁ ସଂଗ୍ରହ କରିବା ଓ ଆମ୍ଭେ ଆପଣା ନାମ ସ୍ଥାପନାର୍ଥେ ଯେଉଁ ସ୍ଥାନ ମନୋନୀତ କରିଅଛୁ, ସେହି ସ୍ଥାନକୁ ସେମାନଙ୍କୁ ଆଣିବା; ବିନୟ କରୁଅଛି, ଆପଣାର ଏହି କଥା ସ୍ମରଣ କର।'
Psalm 32:3 in Oriya 3 ମୁଁ ମୌନ ହୋଇ ଥିବା ବେଳେ ଦିନସାରା ଆର୍ତ୍ତନାଦ କରିବା ଦ୍ୱାରା ମୋହର ଅସ୍ଥିସବୁ କ୍ଷୟ ପାଇଲା।
Jeremiah 3:25 in Oriya 25 ଆମ୍ଭେମାନେ ନିଜ ଲଜ୍ଜାରେ ଶୟନ କରୁ ଓ ଆମ୍ଭମାନଙ୍କର ଅପମାନ ଆମ୍ଭମାନଙ୍କୁ ଆଚ୍ଛାଦନ କରୁ; କାରଣ ଆମ୍ଭେମାନେ ଓ ଆମ୍ଭମାନଙ୍କ ପିତୃପୁରୁଷମାନେ ବାଲ୍ୟ କାଳରୁ ଆଜି ପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ପାପ କରିଅଛୁ ଓ ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ରବରେ ଅବଧାନ କରି ନାହୁଁ।
Jeremiah 29:12 in Oriya 12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
Jeremiah 31:29 in Oriya 29 'ପିତୃଗଣ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ଆଉ ସନ୍ତାନଗଣର ଦାନ୍ତ ଖଟା ହୋଇଅଛି,' ଏପରି କଥା ସେସମୟରେ ଆଉ କୁହା ଯିବ ନାହିଁ।
Lamentations 4:9 in Oriya 9 କ୍ଷୁଧାରେ ହତ ହେବା ଲୋକମାନଙ୍କ ଅପେକ୍ଷା ଖଡ଼୍ଗରେ ହତ ହେବା ଲୋକମାନେ ଭଲ; କାରଣ ଏମାନେ କ୍ଷେତ୍ରୋତ୍ପନ୍ନ ଶସ୍ୟର ଅଭାବରୂପ ଶୂଳରେ ବିଦ୍ଧ ହୋଇ କ୍ଷୟ ପାଆନ୍ତି।
Ezekiel 4:17 in Oriya 17 ତହିଁରେ ଅନ୍ନ ଓ ଜଳର ଅଭାବରେ ସେମାନେ ପରସ୍ପର ପ୍ରତି ବିସ୍ମୟାପନ୍ନ ହୋଇ ଆପଣା ଆପଣା ଅଧର୍ମରେ କ୍ଷୀଣ ହେବେ।”
Ezekiel 6:9 in Oriya 9 ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
Ezekiel 18:2 in Oriya 2 “ପିତୃପୁରୁଷମାନେ ଅମ୍ଳ ଦ୍ରାକ୍ଷାଫଳ ଖାଇଲେ, ସନ୍ତାନଗଣର ଦନ୍ତ ଖଟା ହୋଇଅଛି, ଏହି ଯେଉଁ ପ୍ରବାଦ ତୁମ୍ଭେମାନେ ଇସ୍ରାଏଲ ଦେଶ ବିଷୟରେ କହୁଅଛ, ଏଥିରେ ତୁମ୍ଭମାନଙ୍କର ଅଭିପ୍ରାୟ କି ?
Ezekiel 18:19 in Oriya 19 ତଥାପି ତୁମ୍ଭେମାନେ କହୁଅଛ, କାହିଁକି ପୁତ୍ର ପିତାର ଅଧର୍ମର ଭାର ବହେ ନାହିଁ ? ପୁତ୍ର ଯଦି ନ୍ୟାୟ ଓ ଧର୍ମାଚରଣ କରିଅଛି, ଆମ୍ଭର ବିଧିସକଳ ରକ୍ଷା କରି ପାଳନ କରିଅଛି, ତେବେ ସେ ନିଶ୍ଚୟ ବଞ୍ଚିବ।
Ezekiel 20:43 in Oriya 43 ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।
Ezekiel 24:23 in Oriya 23 ପୁଣି, ତୁମ୍ଭମାନଙ୍କର ଶିରୋଭୂଷଣ ତୁମ୍ଭମାନଙ୍କ ମସ୍ତକରେ ଓ ତୁମ୍ଭମାନଙ୍କ ପାଦୁକା ତୁମ୍ଭମାନଙ୍କ ପାଦରେ ରହିବ; ତୁମ୍ଭେମାନେ ବିଳାପ କିମ୍ବା କ୍ରନ୍ଦନ କରିବ ନାହିଁ; ମାତ୍ର ତୁମ୍ଭେମାନେ ଆପଣା ଆପଣା ଅଧର୍ମରେ କ୍ଷୀଣ ହୋଇଯିବ ଓ ଏକ ଜଣ ଆରେକର ନିକଟରେ ବିଳାପ କରିବ।
Ezekiel 33:10 in Oriya 10 ଆଉ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶକୁ କୁହ; ତୁମ୍ଭେମାନେ ଏପ୍ରକାର କହୁଅଛ, ଆମ୍ଭମାନଙ୍କର ଆଜ୍ଞା ଲଙ୍ଘନ ଓ ଆମ୍ଭମାନଙ୍କର ପାପର ଭାର ଆମ୍ଭମାନଙ୍କ ଉପରେ ଅଛି ଓ ଆମ୍ଭେମାନେ ତହିଁରେ ହିଁ କ୍ଷୟ ପାଉଅଛୁ; ତେବେ ଆମ୍ଭେମାନେ କିପରି କରି ବଞ୍ଚିବା ?
Ezekiel 36:31 in Oriya 31 ସେହି ସମୟରେ ତୁମ୍ଭେମାନେ ଆପଣାମାନଙ୍କର ମନ୍ଦ ଆଚରଣ ଓ ଯାହା ଉତ୍ତମ ନ ଥିଲା, ଏପରି କ୍ରିୟାସକଳ ସ୍ମରଣ କରିବ; ଆଉ, ତୁମ୍ଭେମାନେ ଆପଣାମାନଙ୍କର ଅଧର୍ମ ସକାଶୁ ଓ ଆପଣାମାନଙ୍କର ଘୃଣାଯୋଗ୍ୟ କ୍ରିୟା ସକାଶୁ ଆପଣାମାନଙ୍କର ଦୃଷ୍ଟିରେ ଆପେ ଘୃଣାସ୍ପଦ ହେବ।
Hosea 5:15 in Oriya 15 ସେମାନେ ଆପଣା ଆପଣା ଅପରାଧ ସ୍ୱୀକାର କରି ଆମ୍ଭର ମୁଖ ଅନ୍ଵେଷଣ ନ କରିବା ପର୍ଯ୍ୟନ୍ତ ଆମ୍ଭେ ଫେରି ଆପଣା ସ୍ଥାନକୁ ଯିବା; ସେମାନେ ଆପଣାମାନଙ୍କର ଦୁଃଖ ସମୟରେ ଆନ୍ତରିକ ଭାବରେ ଆମ୍ଭର ଅନ୍ଵେଷଣ କରିବେ।
Zechariah 10:9 in Oriya 9 ପୁଣି, ଆମ୍ଭେ ଯେବେ ଗୋଷ୍ଠୀଗଣ ମଧ୍ୟରେ ସେମାନଙ୍କୁ ବିଚ୍ଛିନ୍ନ କରିବା ତେବେ ସେମାନେ ନାନା ଦୂର ଦେଶରେ ଆମ୍ଭକୁ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣା ସନ୍ତାନଗଣର ସହିତ ଜୀବିତ ହୋଇ ରହିବେ ଓ ଫେରି ଆସିବେ।
Matthew 23:35 in Oriya 35 ଯେପରି ଧାର୍ମିକ ହେବଲଙ୍କ ରକ୍ତପାତଠାରୁ, ଯେଉଁ ବେରିଖୀୟଙ୍କ ପୁତ୍ର ଯିଖରୀୟଙ୍କୁ ତୁମ୍ଭେମାନେ ମନ୍ଦିରର ପବିତ୍ର ସ୍ଥାନ ଓ ବେଦିର ମଧ୍ୟସ୍ଥଳରେ ବଧ କଲ, ତାହାଙ୍କ ରକ୍ତପାତ ପର୍ଯ୍ୟନ୍ତ ପୃଥିବୀରେ ଯେତେ ଧାର୍ମିକ ଲୋକଙ୍କର ରକ୍ତପାତ ହୋଇଅଛି, ସେହି ସମସ୍ତ ତୁମ୍ଭମାନଙ୍କ ଉପରେ ଘଟିବ।
Romans 11:8 in Oriya 8 ଯେପରି ଲେଖା ଅଛି, “ଈଶ୍ୱର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ।