Leviticus 26:41 in Oriya 41 ଓ ମଧ୍ୟ ସେମାନେ ଆମ୍ଭର ବିରୁଦ୍ଧାଚରଣ କରିବା ହେତୁ ଆମ୍ଭେ ହିଁ ଯେ ସେମାନଙ୍କର ବିରୁଦ୍ଧାଚରଣ କରି ସେମାନଙ୍କୁ ସେମାନଙ୍କ ଶତ୍ରୁଗଣର ଦେଶକୁ ଆଣିଲୁ, ଏହା ସେମାନେ ସ୍ୱୀକାର କରିବେ; ତହିଁରେ ଯଦି ସେମାନଙ୍କ ଅସୁନ୍ନତ ହୃଦୟ ନମ୍ର ହେବ ଓ ସେମାନେ ଆପଣା ଆପଣା ଅପରାଧର ଦଣ୍ଡ ଗ୍ରହଣ କରିବେ;
Other Translations King James Version (KJV) And that I also have walked contrary unto them, and have brought them into the land of their enemies; if then their uncircumcised hearts be humbled, and they then accept of the punishment of their iniquity:
American Standard Version (ASV) I also walked contrary unto them, and brought them into the land of their enemies: if then their uncircumcised heart be humbled, and they then accept of the punishment of their iniquity;
Bible in Basic English (BBE) So that I went against them and sent them away into the land of their haters: if then the pride of their hearts is broken and they take the punishment of their sins,
Darby English Bible (DBY) so that I also walked contrary unto them, and brought them into the land of their enemies. If then their uncircumcised heart be humbled, and they then accept the punishment of their iniquity,
Webster's Bible (WBT) And that I also have walked contrary to them, and have brought them into the land of their enemies; if then their uncircumcised hearts shall be humbled, and they then accept of the punishment of their iniquity:
World English Bible (WEB) I also walked contrary to them, and brought them into the land of their enemies: if then their uncircumcised heart is humbled, and they then accept the punishment of their iniquity;
Young's Literal Translation (YLT) also I walk to them in opposition, and have brought them into the land of their enemies -- or then their uncircumcised heart is humbled, and then they accept the punishment of their iniquity, --
Cross Reference Exodus 10:3 in Oriya 3 ସେତେବେଳେ ମୋଶା ଓ ହାରୋଣ ଫାରୋଙ୍କ ନିକଟକୁ ଯାଇ କହିଲେ, “ଏବ୍ରୀୟମାନଙ୍କ ସଦାପ୍ରଭୁ ପରମେଶ୍ୱର କହନ୍ତି, ତୁମ୍ଭେ ଆମ୍ଭ ସାକ୍ଷାତରେ ନମ୍ର ହେବାକୁ କେତେ କାଳ ନାସ୍ତି କରିବ ? ଆମ୍ଭର ସେବା କରିବା ନିମନ୍ତେ ଆମ୍ଭ ଲୋକମାନଙ୍କୁ ଯିବାକୁ ଦିଅ।
Deuteronomy 30:6 in Oriya 6 ପୁଣି, ତୁମ୍ଭେ ଯେପରି ଆପଣାର ସମସ୍ତ ହୃଦୟ ଓ ଆପଣାର ସମସ୍ତ ପ୍ରାଣ ସହିତ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କୁ ପ୍ରେମ କରିବ, ଏଥିପାଇଁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ହୃଦୟ ଓ ତୁମ୍ଭ ବଂଶର ହୃଦୟ ସୁନ୍ନତ କରିବେ, ତହିଁରେ ତୁମ୍ଭେ ବଞ୍ଚିବ।
1 Kings 21:29 in Oriya 29 ଆହାବ ଆମ୍ଭ ସାକ୍ଷାତରେ କିପରି ଆପଣାକୁ ନମ୍ର କରୁଅଛି, “ଏହା କି ତୁମ୍ଭେ ଦେଖୁଅଛ ? ସେ ଆମ୍ଭ ସାକ୍ଷାତରେ ଆପଣାକୁ ନମ୍ର କରିବା ହେତୁ ଆମ୍ଭେ ତାହାର ସମୟରେ ସେହି ଅମଙ୍ଗଳ ଘଟାଇବା ନାହିଁ; ମାତ୍ର ତାହାର ପୁତ୍ରର ସମୟରେ ତାହାର ବଂଶ ପ୍ରତି ଏହି ଅମଙ୍ଗଳ ଘଟାଇବା।”
2 Chronicles 12:6 in Oriya 6 ସେତେବେଳେ ଇସ୍ରାଏଲର ଅଧିପତିମାନେ ଓ ରାଜା ଆପଣାମାନଙ୍କୁ ନମ୍ର କଲେ ଓ କହିଲେ, “ସଦାପ୍ରଭୁ ଧର୍ମମୟ।”
2 Chronicles 12:12 in Oriya 12 ଆଉ, ସେ ଆପଣାକୁ ନମ୍ର କରନ୍ତେ, ତାଙ୍କ ଉପରୁ ସଦାପ୍ରଭୁଙ୍କ କୋପ ନିବୃତ୍ତ ହେଲା, ତହିଁରେ ସେ ତାଙ୍କୁ ସମ୍ପୂର୍ଣ୍ଣ ରୂପେ ବିନାଶ କଲେ ନାହିଁ; ଆହୁରି ଯିହୁଦା ଦେଶ ମଧ୍ୟରେ ସଦ୍ଭାବ ଦେଖାଗଲା।
2 Chronicles 32:26 in Oriya 26 ତଥାପି ଆପଣା ଅନ୍ତଃକରଣର ଗର୍ବ ସକାଶୁ ହିଜକିୟ ଓ ଯିରୂଶାଲମ ନିବାସୀମାନେ ଆପଣାମାନଙ୍କୁ ନମ୍ର କଲେ, ତେଣୁ ହିଜକିୟଙ୍କର ସମୟରେ ସେମାନଙ୍କ ଉପରେ ସଦାପ୍ରଭୁଙ୍କ କୋପ ଉପସ୍ଥିତ ହେଲା ନାହିଁ।
2 Chronicles 33:12 in Oriya 12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
2 Chronicles 33:19 in Oriya 19 ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।
2 Chronicles 33:23 in Oriya 23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ।
Ezra 9:13 in Oriya 13 ଏଣୁ ହେ ଆମ୍ଭମାନଙ୍କ ପରମେଶ୍ୱର, ଆମ୍ଭମାନଙ୍କ ଦୁଷ୍କର୍ମ ଓ ମହାଦୋଷ ସକାଶୁ ଆମ୍ଭମାନଙ୍କ ପ୍ରତି ଏହିସବୁ ଘଟିଲେ ହେଁ ତୁମ୍ଭେ ଯେ ଆମ୍ଭମାନଙ୍କ ଅପରାଧର ଉଚିତ୍ ଦଣ୍ଡରୁ ଊଣା ଦଣ୍ଡ ଆମ୍ଭମାନଙ୍କୁ ଦେଇଅଛ ଓ ଆମ୍ଭମାନଙ୍କର ଏପରି ଅବଶିଷ୍ଟ ଲୋକ ରଖିଅଛ,
Ezra 9:15 in Oriya 15 ହେ ସଦାପ୍ରଭୁ, ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଧର୍ମମୟ ଅଟ; କାରଣ ଆମ୍ଭେମାନେ ଆଜି ପର୍ଯ୍ୟନ୍ତ ରକ୍ଷା ପାଇ ଅବଶିଷ୍ଟ ଅଛୁ; ଦେଖ, ଆମ୍ଭେମାନେ ତୁମ୍ଭ ସାକ୍ଷାତରେ ନିଜ ଦୋଷରେ ଦୋଷୀ ହୋଇଅଛୁ; କାରଣ ତହିଁ ସକାଶୁ କେହି ତୁମ୍ଭ ଛାମୁରେ ଠିଆ ହୋଇ ପାରେ ନାହିଁ।”
Nehemiah 9:33 in Oriya 33 ତଥାପି ଆମ୍ଭମାନଙ୍କ ପ୍ରତି ଯାହା ଯାହା ଘଟିଅଛି, ସେସବୁରେ ତୁମ୍ଭେ ଧର୍ମମୟ ଅଟ; କାରଣ ତୁମ୍ଭେ ସତ୍ୟରେ ବ୍ୟବହାର କରିଅଛ, ମାତ୍ର ଆମ୍ଭେମାନେ ଦୁଷ୍କର୍ମ କରିଅଛୁ।
Psalm 39:9 in Oriya 9 ମୁଁ ଘୁଙ୍ଗା ହୋଇଥିଲି, ମୁଁ ଆପଣା ମୁଖ ଫିଟାଇଲି ନାହିଁ; କାରଣ ତୁମ୍ଭେ ତାହା କଲ।
Psalm 51:3 in Oriya 3 କାରଣ ମୁଁ ଆପଣା ଅଧର୍ମ ସ୍ୱୀକାର କରୁଅଛି ଓ ମୋ' ପାପ ସର୍ବଦା ମୋ' ସମ୍ମୁଖରେ ଅଛି।
Jeremiah 4:4 in Oriya 4 ହେ ଯିହୁଦାର ଲୋକେ ଓ ଯିରୂଶାଲମର ନିବାସୀଗଣ, ତୁମ୍ଭେମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କୁ ସୁନ୍ନତ କର ଓ ଆପଣା ଆପଣା ହୃଦୟର ଅଗ୍ରଚର୍ମ କାଢ଼ି ପକାଅ; ନୋହିଲେ ତୁମ୍ଭମାନଙ୍କ କ୍ରିୟାର ଦୁଷ୍ଟତା ସକାଶୁ ଆମ୍ଭର କୋପ ଅଗ୍ନି ତୁଲ୍ୟ ବାହାରି ପ୍ରଜ୍ୱଳିତ ହେବ ଓ କେହି ତାହା ଲିଭାଇ ପାରିବ ନାହିଁ।
Jeremiah 6:10 in Oriya 10 ସେମାନେ ଯେପରି ଶୁଣିବେ, ଏଥିପାଇଁ ମୁଁ କାହାକୁ କହିବି ଓ କାହାକୁ ସାକ୍ଷ୍ୟ ଦେବି ? ଦେଖ, ସେମାନଙ୍କର କର୍ଣ୍ଣ ଅସୁନ୍ନତ ଓ ସେମାନେ ଶୁଣି ପାରନ୍ତି ନାହିଁ; ଦେଖ, ସଦାପ୍ରଭୁଙ୍କର ବାକ୍ୟ ସେମାନଙ୍କ ନିକଟରେ ତୁଚ୍ଛନୀୟ ହୋଇଅଛି; ତହିଁରେ ସେମାନଙ୍କର କିଛି ଆହ୍ଲାଦ ନାହିଁ।
Jeremiah 9:25 in Oriya 25 ସଦାପ୍ରଭୁ କହନ୍ତି, “ଦେଖ, ଆମ୍ଭେ ଯେଉଁ ସମୟରେ ସୁନ୍ନତ ଲୋକମାନଙ୍କୁ ସେମାନଙ୍କର ଅସୁନ୍ନତ ଅନୁସାରେ ଦଣ୍ଡ ଦେବା, ଏପରି ସମୟ ଆସୁଅଛି;
Ezekiel 6:9 in Oriya 9 ପୁଣି, ତୁମ୍ଭମାନଙ୍କର ସେହି ରକ୍ଷାପ୍ରାପ୍ତ ଲୋକମାନେ ଯେଉଁ ଯେଉଁ ଗୋଷ୍ଠୀୟମାନଙ୍କ ମଧ୍ୟକୁ ବନ୍ଦୀ ଅବସ୍ଥାରେ ନୀତ ହେବେ, ସେମାନଙ୍କ ମଧ୍ୟରେ ଥାଇ ଆମ୍ଭକୁ ସ୍ମରଣ କରିବେ, ଅର୍ଥାତ୍, ସେମାନଙ୍କର ଯେଉଁ ବ୍ୟଭିଚାରୀ ହୃଦୟ ଆମ୍ଭକୁ ତ୍ୟାଗ କରି ଯାଇଅଛି ଓ ସେମାନଙ୍କର ଯେଉଁ ଚକ୍ଷୁ ବ୍ୟଭିଚାରୀ ହୋଇ ଦେବତାଗଣର ପଶ୍ଚାତ ଗମନ କରେ, ତହିଁ ସକାଶୁ ଆମ୍ଭେ କିପରି ବିଦୀର୍ଣ୍ଣ ହୋଇଅଛୁ, ଏହା ସେମାନେ ସ୍ମରଣ କରିବେ; ଆଉ, ସେମାନେ ଆପଣା ଆପଣାର ସକଳ ଘୃଣାଯୋଗ୍ୟ ଆଚାର ବ୍ୟବହାର ଦ୍ୱାରା ଯେଉଁ ଦୁଷ୍କ୍ରିୟା କରିଅଛନ୍ତି, ତହିଁ ନିମନ୍ତେ ସେମାନେ ଆପଣାମାନଙ୍କ ଦୃଷ୍ଟିରେ ଆପଣାମାନଙ୍କୁ ଘୃଣା କରିବେ।
Ezekiel 20:43 in Oriya 43 ଆଉ, ଯହିଁରେ ତୁମ୍ଭେମାନେ ଆପଣାମାନଙ୍କୁ ଅଶୁଚି କରିଅଛ, ଆପଣାମାନଙ୍କର ସେହି ଆଚାର ବ୍ୟବହାର ଓ କ୍ରିୟାସକଳ ତୁମ୍ଭେମାନେ ସେଠାରେ ସ୍ମରଣ କରିବ ଓ ଆପଣାମାନଙ୍କର କୃତ ସମସ୍ତ କୁକ୍ରିୟା ସକାଶୁ ଆପଣାମାନଙ୍କୁ ଘୃଣା କରିବ।
Ezekiel 44:7 in Oriya 7 କାରଣ ତୁମ୍ଭେମାନେ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ ବିଦେଶୀୟ ଲୋକମାନଙ୍କୁ ଆମ୍ଭ ପବିତ୍ର ସ୍ଥାନରେ ରହିବା ପାଇଁ ତୁମ୍ଭେମାନେ ଆମ୍ଭର ଭକ୍ଷ୍ୟ, ମେଦ ଓ ରକ୍ତ ଉତ୍ସର୍ଗ କଲା ବେଳେ ଆମ୍ଭର ସେହି ଗୃହକୁ ଅପବିତ୍ର କରିବା ପାଇଁ ସେମାନଙ୍କୁ ଭିତରକୁ ଆଣିଅଛ ଓ ତୁମ୍ଭମାନଙ୍କର ଅଧର୍ମସକଳ ବୃଦ୍ଧି କରିବା ନିମନ୍ତେ ସେମାନେ ଆମ୍ଭର ନିୟମ ଭଗ୍ନ କରିଅଛନ୍ତି।
Ezekiel 44:9 in Oriya 9 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ଯେସକଳ ବିଦେଶୀୟ ଲୋକ ଅଛନ୍ତି, ସେମାନଙ୍କ ମଧ୍ୟରୁ ଅସୁନ୍ନତ ହୃଦୟ ଓ ଅସୁନ୍ନତ ମାଂସବିଶିଷ୍ଟ କୌଣସି ବିଦେଶୀୟ ଲୋକ ଆମ୍ଭ ପବିତ୍ର ସ୍ଥାନରେ ପ୍ରବେଶ କରିବ ନାହିଁ।”
Daniel 9:7 in Oriya 7 ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।
Daniel 9:18 in Oriya 18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।
Matthew 23:12 in Oriya 12 ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣକୁ ନତ କରେ ତାହାକୁ ଉନ୍ନତ କରାଯିବ।
Luke 14:11 in Oriya 11 କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।
Luke 18:14 in Oriya 14 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।
Acts 7:51 in Oriya 51 ହେ ଦାମ୍ଭିକମାନେ ପୁଣି, ଅସୁନ୍ନତି ହୃଦୟ ଓ କର୍ଣ୍ଣ ବିଶିଷ୍ଟ ଲୋକେ, ଆପଣମାନେ ସର୍ବଦା ପବିତ୍ର ଆତ୍ମାଙ୍କର ପ୍ରତିରୋଧ କରୁଅଛନ୍ତି; ଆପଣମାନଙ୍କର ପିତୃପୁରୁଷମାନେ ଯେପରି ଆପଣମାନେ ମଧ୍ୟ ସେହିପରି।
Romans 2:28 in Oriya 28 କାରଣ ବାହାରେ ଯେ ଯିହୂଦୀ, ସେ ଯିହୂଦୀ ନୁହେଁ, କିଅବା ବାହାର ଶରୀରରେ ଯେ ସୁନ୍ନତ, ତାହା ସୁନ୍ନତ ନୁହେଁ;
Galatians 5:6 in Oriya 6 ଯେଣୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁନ୍ନତ କି ଅସୁନ୍ନତ କିଛି ନୁହେଁ, କିନ୍ତୁ ପ୍ରେମରେ କାର୍ଯ୍ୟସାଧକ ବିଶ୍ୱାସ ହିଁ ସାର।
Philippians 3:3 in Oriya 3 କାରଣ ଆମ୍ଭେମାନେ ପ୍ରକୃତରେ ସୁନ୍ନତ ପ୍ରାପ୍ତ, ଆମ୍ଭେମାନେ ଇଶ୍ବରଙ୍କ ଆତ୍ମାରେ ଉପାସନା କରୁ, ପୁଣି, ବାହ୍ୟିକ ବିଷୟ ଉପରେ ନିର୍ଭର ନ କରି ଖ୍ରୀଷ୍ଟ ଯୀଶୁଙ୍କଠାରେ ଦର୍ପ କରୁ।
Colossians 2:11 in Oriya 11 ଆହୁରି ମଧ୍ୟ ତୁମ୍ଭେମାନେ ଶାରୀରିକ ସ୍ୱଭାବ ତ୍ୟାଗ କରି ଖ୍ରୀଷ୍ଟଙ୍କ ସହିତ ସଂଯୁକ୍ତ ହୋଇ ଅହସ୍ତକୃତ ସୁନ୍ନତରେ, ଅର୍ଥାତ୍ ଖ୍ରୀଷ୍ଟୀୟ ସୁନ୍ନତରେ ସୁନ୍ନତ ପ୍ରାପ୍ତ ହୋଇଅଛ;
James 4:6 in Oriya 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।