Leviticus 26:6 in Oriya 6 ଆଉ, ଆମ୍ଭେ ଦେଶରେ ଶାନ୍ତି ପ୍ରଦାନ କରିବା, ତହିଁରେ ତୁମ୍ଭେମାନେ ଶୟନ କଲେ, କେହି ତୁମ୍ଭମାନଙ୍କୁ ଭୟ ଦେଖାଇବ ନାହିଁ; ପୁଣି ଆମ୍ଭେ ହିଂସ୍ରକ ଜନ୍ତୁମାନଙ୍କୁ ଦେଶରୁ ଦୂର କରିବା ଓ ତୁମ୍ଭମାନଙ୍କ ଦେଶରେ ଖଡ୍ଗ ଭ୍ରମଣ କରିବ ନାହିଁ।
Other Translations King James Version (KJV) And I will give peace in the land, and ye shall lie down, and none shall make you afraid: and I will rid evil beasts out of the land, neither shall the sword go through your land.
American Standard Version (ASV) And I will give peace in the land, and ye shall lie down, and none shall make you afraid: and I will cause evil beasts to cease out of the land, neither shall the sword go through your land.
Bible in Basic English (BBE) And I will give you peace in the land, and you will take your rest and no one will give you cause for fear; and I will put an end to all evil beasts in the land, and no sword of war will go through your land.
Darby English Bible (DBY) And I will give peace in the land, and ye shall lie down, and none shall make you afraid; and I will put away the evil beasts out of the land; and the sword shall not go through your land.
Webster's Bible (WBT) And I will give peace in the land, and ye shall lie down, and none shall make you afraid: and I will rid the land of evil beasts, neither shall the sword go through your land.
World English Bible (WEB) "'I will give peace in the land, and you shall lie down, and no one will make you afraid; and I will remove evil animals out of the land, neither shall the sword go through your land.
Young's Literal Translation (YLT) `And I have given peace in the land, and ye have lain down, and there is none causing trembling; and I have caused evil beasts to cease out of the land, and the sword doth not pass over into your land.
Cross Reference Exodus 23:29 in Oriya 29 ମାତ୍ର ଏକ ବର୍ଷରେ ତୁମ୍ଭ ସମ୍ମୁଖରୁ ସେମାନଙ୍କୁ ଘଉଡ଼ାଇ ଦେବା ନାହିଁ, ତାହାହେଲେ ଦେଶ ଶୂନ୍ୟ ହୋଇଯିବ ଓ ତୁମ୍ଭ ପ୍ରତିକୂଳରେ ବନ୍ୟ ପଶୁମାନଙ୍କ ସଂଖ୍ୟା ବୃଦ୍ଧି ପାଇବ।
Leviticus 26:22 in Oriya 22 ପୁଣି ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ବନ୍ୟ ପଶୁମାନଙ୍କୁ ପଠାଇବା, ତହିଁରେ ସେମାନେ ତୁମ୍ଭମାନଙ୍କୁ ସନ୍ତାନହୀନ କରିବେ ଓ ତୁମ୍ଭମାନଙ୍କ ପଶୁମାନଙ୍କୁ ବିନଷ୍ଟ କରିବେ, ପୁଣି ତୁମ୍ଭମାନଙ୍କୁ ଅଳ୍ପସଂଖ୍ୟକ କରିବେ; ଆଉ ତୁମ୍ଭମାନଙ୍କ ରାଜପଥସକଳ ଜନମାନବ ଶୂନ୍ୟ ହେବ।
2 Kings 2:24 in Oriya 24 ଏଥିରେ ସେ ଆପଣା ପଛକୁ ଅନାଇ ସେମାନଙ୍କୁ ଦେଖିଲେ ଓ ସଦାପ୍ରଭୁଙ୍କ ନାମରେ ସେମାନଙ୍କୁ ଅଭିଶାପ ଦେଲେ। ସେତେବେଳେ ବନରୁ ଦୁଇ ଭଲ୍ଲୁକୀ ବାହାରି ଆସି ସେମାନଙ୍କ ମଧ୍ୟରୁ ବୟାଳିଶ ଜଣ ବାଳକଙ୍କୁ ବିଦୀର୍ଣ୍ଣ କଲେ।
2 Kings 17:25 in Oriya 25 ସେଠାରେ ସେମାନେ ଆପଣାମାନଙ୍କ ବସତିର ଆରମ୍ଭରେ ସଦାପ୍ରଭୁଙ୍କୁ ଭୟ କଲେ ନାହିଁ। ଏହେତୁ ସଦାପ୍ରଭୁ ସେମାନଙ୍କ ମଧ୍ୟକୁ ସିଂହଗଣ ପଠାଇଲେ ଓ ସିଂହମାନେ ଲୋକମାନଙ୍କ ମଧ୍ୟରୁ କେତେକଙ୍କୁ ବଧ କଲେ।
1 Chronicles 22:9 in Oriya 9 ଦେଖ, ତୁମ୍ଭର ଏକ ପୁତ୍ର ଜାତ ହେବ, ସେ ବିଶ୍ରାମପ୍ରାପ୍ତ ମନୁଷ୍ୟ ହେବ; ପୁଣି, ଆମ୍ଭେ ତାହାର ଚତୁର୍ଦ୍ଦିଗସ୍ଥ ସମସ୍ତ ଶତ୍ରୁଠାରୁ ତାହାକୁ ବିଶ୍ରାମ ଦେବା; କାରଣ ତାହାର ନାମ ଶଲୋମନ ହେବ ଓ ଆମ୍ଭେ ତାହାର ସମୟରେ ଇସ୍ରାଏଲକୁ ଶାନ୍ତି ଓ ନିର୍ବିଘ୍ନତା ଦେବା;
Job 5:23 in Oriya 23 କାରଣ ପଦାର ପଥର ସଙ୍ଗେ ତୁମ୍ଭର ଚୁକ୍ତି ହେବ ଓ ପଦାର ପଶୁଗଣ ତୁମ୍ଭ ସଙ୍ଗେ ଶାନ୍ତିରେ ରହିବେ।
Job 11:19 in Oriya 19 ମଧ୍ୟ ତୁମ୍ଭେ ଶୟନ କଲେ, କେହି ତୁମ୍ଭକୁ ଭୀତ କରିବ ନାହିଁ; ବରଞ୍ଚ ଅନେକେ ତୁମ୍ଭ ନିକଟରେ ନିବେଦନ କରିବେ।
Psalm 3:5 in Oriya 5 ମୁଁ ଶୟନ କରି ନିଦ୍ରାଗତ ହେଲି; ମୁଁ ଜାଗ୍ରତ ହେଲି; କାରଣ ସଦାପ୍ରଭୁ ମୋତେ ରକ୍ଷା କରନ୍ତି।
Psalm 4:8 in Oriya 8 ମୁଁ ଶାନ୍ତିରେ ଶୟନ କରିବି ଓ ନିଦ୍ରା ଯିବି; କାରଣ ହେ ସଦାପ୍ରଭୁ, କେବଳ ତୁମ୍ଭେ ମୋତେ ନିରାପଦରେ ବାସ କରାଉଅଛ।
Psalm 29:11 in Oriya 11 ସଦାପ୍ରଭୁ ଆପଣା ଲୋକମାନଙ୍କୁ ବଳ ଦେବେ; ସଦାପ୍ରଭୁ ଆପଣା ଲୋକମାନଙ୍କୁ ଶାନ୍ତି ଦେଇ ଆଶୀର୍ବାଦ କରିବେ।
Psalm 85:8 in Oriya 8 ସଦାପ୍ରଭୁ ପରମେଶ୍ୱର ଯାହା କହିବେ, ତାହା ଆମ୍ଭେ ଶୁଣିବୁ; କାରଣ ସେ ଆପଣା ଲୋକମାନଙ୍କୁ ଓ ଆପଣା ସଦ୍ଭକ୍ତମାନଙ୍କୁ ଶାନ୍ତିର କଥା କହିବେ; ମାତ୍ର ସେମାନେ ପୁନର୍ବାର ମୂର୍ଖତା ପ୍ରତି ନ ଫେରନ୍ତୁ।
Psalm 127:1 in Oriya 1 ଆରୋହଣ-ଗୀତ; ଶଲୋମନଙ୍କ ରଚିତ। ସଦାପ୍ରଭୁ ଯଦି ଗୃହ ନିର୍ମାଣ ନ କରନ୍ତି, ତେବେ ନିର୍ମାଣକାରୀମାନେ ବ୍ୟର୍ଥରେ ପରିଶ୍ରମ କରନ୍ତି; ଯଦି ସଦାପ୍ରଭୁ ନଗର ରକ୍ଷା ନ କରନ୍ତି, ତେବେ ପ୍ରହରୀ କେବଳ ବୃଥାରେ ଜାଗ୍ରତ ହୁଏ।
Psalm 147:14 in Oriya 14 ସେ ତୁମ୍ଭ ସୀମା ମଧ୍ୟରେ ଶାନ୍ତି ସ୍ଥାପନ କରନ୍ତି; ସେ ସର୍ବୋତ୍ତମ ଗହମରେ ତୁମ୍ଭକୁ ତୃପ୍ତ କରନ୍ତି।
Proverbs 3:24 in Oriya 24 ଶୟନ କାଳରେ ତୁମ୍ଭର ଆଶଙ୍କା ହେବ ନାହିଁ, ହଁ, ତୁମ୍ଭେ ଶୟନ କରିବ ଓ ତୁମ୍ଭର ନିଦ୍ରା ସୁଖଜନକ ହେବ।
Proverbs 6:22 in Oriya 22 ତୁମ୍ଭେ ଚାଲିବା ବେଳେ ତାହା ତୁମ୍ଭକୁ ପଥ ଦେଖାଇବ, ଆଉ ଶୋଇବା ବେଳେ ତାହା ତୁମ୍ଭର ପ୍ରହରୀ ହେବ; ତୁମ୍ଭେ ଜାଗିବା ବେଳେ ତାହା ତୁମ୍ଭ ସଙ୍ଗେ ଆଳାପ କରିବ।
Isaiah 9:7 in Oriya 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
Isaiah 35:9 in Oriya 9 ସେଠାରେ କୌଣସି ସିଂହ ନ ଥିବ, କିଅବା କୌଣସି ହିଂସ୍ରକ ଜନ୍ତୁ ତହିଁ ଉପରକୁ ଯିବ ନାହିଁ, ସେମାନେ ସେଠାରେ ଦେଖାଯିବେ ନାହିଁ; ମାତ୍ର ମୁକ୍ତିପ୍ରାପ୍ତ ଲୋକମାନେ ସେଠାରେ ଗମନ କରିବେ;
Isaiah 45:7 in Oriya 7 ଆମ୍ଭେ ଦୀପ୍ତି ନିର୍ମାଣ କରୁ ଓ ଆମ୍ଭେ ଅନ୍ଧକାର ସୃଷ୍ଟି କରୁ; ଆମ୍ଭେ ଶାନ୍ତି ରଚନା କରୁ, ଅନିଷ୍ଟ ସୃଷ୍ଟି କରୁ; ଆମ୍ଭେ ସଦାପ୍ରଭୁ ଏହାସବୁ ସାଧନ କରୁ।
Jeremiah 30:10 in Oriya 10 ଏହେତୁ ସଦାପ୍ରଭୁ କହନ୍ତି, ‘ହେ ଆମ୍ଭର ଦାସ ଯାକୁବ, ତୁମ୍ଭେ ଭୟ କର ନାହିଁ; ଅଥବା ହେ ଇସ୍ରାଏଲ, ନିରାଶ ହୁଅ ନାହିଁ; କାରଣ ଦେଖ, ଆମ୍ଭେ ଦୂରରୁ ତୁମ୍ଭକୁ ଓ ବନ୍ଦୀତ୍ୱ ଦେଶରୁ ତୁମ୍ଭ ବଂଶକୁ ଉଦ୍ଧାର କରିବୁ, ପୁଣି ଯାକୁବ ଫେରି ଆସି ଶାନ୍ତିରେ ଓ ନିରାପଦରେ ରହିବ ଓ କେହି ତାହାକୁ ଭୟ ଦେଖାଇବ ନାହିଁ।'
Jeremiah 31:26 in Oriya 26 ଏଥିରେ ମୁଁ ଜାଗ୍ରତ ହୋଇ ଦେଖିଲି ଓ ମୋର ନିଦ୍ରା ମୋ' ପ୍ରତି ସୁଖଦାୟକ ଥିଲା।
Ezekiel 5:17 in Oriya 17 ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟ ଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।”
Ezekiel 14:15 in Oriya 15 ଆମ୍ଭେ ଯଦି ଦେଶ ମଧ୍ୟରେ ହିଂସ୍ରକ ପଶୁଗଣକୁ ଗତାୟାତ କରାଉ, ଆଉ ସେମାନେ ତାହା ଏରୂପ ବିନଷ୍ଟ କରନ୍ତି ଯେ, ଦେଶ ଧ୍ୱଂସର ସ୍ଥାନ ହୁଏ ଓ ପଶୁମାନଙ୍କ ଭୟରେ କୌଣସି ମନୁଷ୍ୟ ତହିଁ ମଧ୍ୟରେ ଗତାୟାତ ନ କରେ;
Ezekiel 14:17 in Oriya 17 ଅଥବା ଆମ୍ଭେ ଯଦି ସେହି ଦେଶ ବିରୁଦ୍ଧରେ ଖଡ଼୍ଗ ଆଣୁ, ଆଉ ଆଜ୍ଞା କରୁ, ହେ ଖଡ଼୍ଗ, ଦେଶ ମଧ୍ୟ ଦେଇ ଗମନ କର ଓ ଆମ୍ଭେ ମନୁଷ୍ୟ ଓ ପଶୁକୁ ତହିଁ ମଧ୍ୟରୁ ଉଚ୍ଛିନ୍ନ କରୁ,”
Ezekiel 14:21 in Oriya 21 କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ଉଚ୍ଛିନ୍ନ କରିବା ପାଇଁ ଯେତେବେଳେ ଯିରୂଶାଲମ ବିରୁଦ୍ଧରେ ଖଡ଼୍ଗ, ଦୁର୍ଭିକ୍ଷ, ହିଂସ୍ରକ ପଶୁ ଓ ମହାମାରୀ, ଆମ୍ଭର ଏହି ଚାରି ମହାଦଣ୍ଡ ପଠାଇବା, ସେତେବେଳେ ଆଉ କେତେ ଅଧିକ ନ ଘଟିବ ?
Ezekiel 34:25 in Oriya 25 ଆଉ, ଆମ୍ଭେ ସେମାନଙ୍କ ପକ୍ଷରେ ଶାନ୍ତିର ନିୟମ ସ୍ଥିର କରିବା ଓ ହିଂସ୍ରକ ପଶୁଗଣକୁ ଦେଶରୁ ଶେଷ କରିବା; ତହିଁରେ ସେମାନେ ନିରାପଦରେ ପ୍ରାନ୍ତରରେ ବାସ କରିବେ ଓ ବନରେ ଶୟନ କରିବେ।
Hosea 2:18 in Oriya 18 ଆଉ, ସେହି ଦିନ ଆମ୍ଭେ ସେମାନଙ୍କ ନିମନ୍ତେ କ୍ଷେତ୍ରସ୍ଥ ବନ୍ୟ ପଶୁ ଓ ଆକାଶସ୍ଥ ପକ୍ଷୀ ଓ ଭୂମିସ୍ଥ ଉରୋଗାମୀ ଜନ୍ତୁଗଣର ସହିତ ନିୟମ କରିବା ଓ ଆମ୍ଭେ ଦେଶରୁ ଧନୁ, ଖଡ୍ଗ ଓ ଯୁଦ୍ଧ ଉଚ୍ଛିନ୍ନ କରିବା, ଆଉ ସେମାନଙ୍କୁ ନିରାପଦରେ ଶୟନ କରାଇବା।
Micah 4:4 in Oriya 4 ମାତ୍ର ସେମାନେ ପ୍ରତ୍ୟେକେ ଆପଣା ଆପଣା ଦ୍ରାକ୍ଷାଲତା ଓ ଡିମିରି ବୃକ୍ଷ ତଳେ ବସିବେ ଓ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ; କାରଣ ସୈନ୍ୟାଧିପତି ସଦାପ୍ରଭୁଙ୍କର ମୁଖ ଏହା କହିଅଛି।
Zephaniah 3:13 in Oriya 13 ଇସ୍ରାଏଲର ଅବଶିଷ୍ଟାଂଶ ଲୋକମାନେ ଅଧର୍ମ କରିବେ ନାହିଁ, କିଅବା ମିଥ୍ୟା କହିବେ ନାହିଁ; ଅଥବା ପ୍ରତାରକ ଜିହ୍ୱା ସେମାନଙ୍କ ମୁଖରେ ଦେଖାଯିବ ନାହିଁ; କାରଣ ସେମାନେ ଚରିବେ ଓ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।
Haggai 2:9 in Oriya 9 ଏହି ଗୃହର ପୂର୍ବ କାଳର ଐଶ୍ୱର୍ଯ୍ୟ ଅପେକ୍ଷା ଶେଷ କାଳର ଐଶ୍ୱର୍ଯ୍ୟ ଅଧିକ ଗୁରୁତର ହେବ, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; ପୁଣି, ଏହି ସ୍ଥାନରେ ଆମ୍ଭେ ଶାନ୍ତି ପ୍ରଦାନ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Zechariah 9:10 in Oriya 10 ପୁଣି, ଆମ୍ଭେ ଇଫ୍ରୟିମରୁ ରଥ ଓ ଯିରୂଶାଲମରୁ ଅଶ୍ୱ ଉଚ୍ଛିନ୍ନ କରିବା ଓ ଯୁଦ୍ଧ-ଧନୁ ଉଚ୍ଛିନ୍ନ ହେବ; ଆଉ, ସେ ଗୋଷ୍ଠୀଗଣକୁ ଶାନ୍ତିର କଥା କହିବେ ଓ ତାହାଙ୍କର ରାଜ୍ୟ ଏକ ସମୁଦ୍ରଠାରୁ ଅନ୍ୟ ସମୁଦ୍ର ପର୍ଯ୍ୟନ୍ତ ଓ ନଦୀଠାରୁ ପୃଥିବୀର ପ୍ରାନ୍ତ ପର୍ଯ୍ୟନ୍ତ ହେବ।
John 14:27 in Oriya 27 ମୁଁ ତୁମ୍ଭମାନଙ୍କୁ ଶାନ୍ତି ଦାନ କରି ଯାଉଅଛି, ମୋହର ନିଜର ଶାନ୍ତି ତୁମ୍ଭମାନଙ୍କୁ ଦାନ କରୁଅଛି; ଜଗତ ଯେପରି ଦାନ କରେ, ମୁଁ ତୁମ୍ଭମାନଙ୍କୁ ସେପରି ଦାନ କରୁ ନାହିଁ। ତୁମ୍ଭମାନଙ୍କ ହୃଦୟ ଉଦ୍ବିଗ୍ନ କି ଭୟଗ୍ରସ୍ତ ନ ହେଉ।
Acts 12:6 in Oriya 6 ପରେ ହେରୋଦ ଯେଉଁ ଦିନ ପିତରଙ୍କୁ ବାହାର କରି ଆଣିବା ପାଇଁ ଯାଉଥିଲେ, ସେହି ରାତିରେ ସେ ଦୁଇଟା ଶିକୁଳିରେ ବନ୍ଧା ହୋଇ ଦୁଇ ଜଣ ସୈନ୍ୟଙ୍କ ମଧ୍ୟରେ ଶୋଇଥିଲେ, ଆଉ ପ୍ରହରୀମାନେ ଦ୍ୱାର ସମ୍ମୁଖରେ କାରାଗାର ରକ୍ଷା କରୁଥିଲେ।
Romans 5:1 in Oriya 1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;
Philippians 4:7 in Oriya 7 ସେଥିରେ ସମସ୍ତ ବୋଧର ଅଗମ୍ୟ ଯେ ଇଶ୍ବରଙ୍କ ଶାନ୍ତି, ତାହା ତୁମ୍ଭମାନଙ୍କର ହୃଦୟ ଓ ମନକୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ସୁରକ୍ଷା କରି ରଖିବ।