Leviticus 6:7 in Oriya 7 ତହୁଁ ଯାଜକ ସଦାପ୍ରଭୁଙ୍କ ଛାମୁରେ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ ଯେକୌଣସି କର୍ମ ଦ୍ୱାରା ଦୋଷୀ ହୋଇଥାଏ, ତହିଁରୁ କ୍ଷମାପ୍ରାପ୍ତ ହେବ।”
Other Translations King James Version (KJV) And the priest shall make an atonement for him before the LORD: and it shall be forgiven him for any thing of all that he hath done in trespassing therein.
American Standard Version (ASV) and the priest shall make atonement for him before Jehovah; and he shall be forgiven concerning whatsoever he doeth so as to be guilty thereby.
Bible in Basic English (BBE) And this is the law for the meal offering: it is to be offered to the Lord before the altar by the sons of Aaron.
Darby English Bible (DBY) And the priest shall make atonement for him before Jehovah, and it shall be forgiven him concerning anything of all that he hath done so as to trespass therein.
Webster's Bible (WBT) And this is the law of the meat-offering: the sons of Aaron shall offer it before the LORD, before the altar.
World English Bible (WEB) The priest shall make atonement for him before Yahweh, and he will be forgiven concerning whatever he does to become guilty."
Young's Literal Translation (YLT) and the priest hath made atonement for him before Jehovah, and it hath been forgiven him, concerning one thing of all that he doth, by being guilty therein.'
Cross Reference Exodus 34:7 in Oriya 7 ସହସ୍ର ସହସ୍ର ପୁରୁଷ ପର୍ଯ୍ୟନ୍ତ ଦୟାରକ୍ଷାକାରୀ, ଅପରାଧ ଓ ଆଜ୍ଞା ଲଙ୍ଘନ ଓ ପାପ କ୍ଷମାକାରୀ, ତଥାପି ନିତାନ୍ତ ତହିଁର ଦଣ୍ଡଦାତା, ତୃତୀୟ ଓ ଚତୁର୍ଥ ପୁରୁଷ ପର୍ଯ୍ୟନ୍ତ ପୁତ୍ରପୌତ୍ରାଦି ଉପରେ ପିତୃଗଣର ଅପରାଧର ପ୍ରତିଫଳ-ଦାତା।”
Leviticus 4:20 in Oriya 20 ପୁଣି, ସେ ସେହି ପାପାର୍ଥକ ବଳିର ଗୋବତ୍ସକୁ ଯେରୂପ କଲା, ଏହାକୁ ହିଁ ସେରୂପ କରିବ; ଏହିରୂପେ ଯାଜକ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେମାନେ କ୍ଷମାପ୍ରାପ୍ତ ହେବେ।
Leviticus 4:26 in Oriya 26 ପୁଣି ମଙ୍ଗଳାର୍ଥକ ବଳିଦାନର ମେଦ ତୁଲ୍ୟ ତାହାର ସକଳ ମେଦ ନେଇ ବେଦି ଉପରେ ଦଗ୍ଧ କରିବ; ଏହିରୂପେ ଯାଜକ ତାହାର ପାପମୋଚନାର୍ଥକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Leviticus 4:31 in Oriya 31 ପୁଣି, ମଙ୍ଗଳାର୍ଥକ ବଳିରୁ ନିଆଯାଇଥିବା ମେଦ ତୁଲ୍ୟ ଏହାର ସକଳ ମେଦ ନେବ; ତହୁଁ ଯାଜକ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ବେଦି ଉପରେ ତାହା ଦଗ୍ଧ କରିବ; ଏହିରୂପେ ଯାଜକ ତାହା ନିମନ୍ତେ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Leviticus 5:10 in Oriya 10 ତହିଁ ଉତ୍ତାରୁ ସେ ବିଧି ଅନୁସାରେ ଅନ୍ୟଟିକୁ ହୋମାର୍ଥକ ବଳି ଉତ୍ସର୍ଗ କରିବ; ଏହିରୂପେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ; ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Leviticus 5:13 in Oriya 13 ଏହିରୂପେ ଉକ୍ତ କୌଣସି ବିଷୟରେ ସେ ଯେଉଁ ପାପ କରିଅଛି, ତାହାର ସେହି ପାପ ସକାଶୁ ତାହା ନିମନ୍ତେ ଯାଜକ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ; ଆଉ, ଅବଶିଷ୍ଟ ଦ୍ରବ୍ୟ ଭକ୍ଷ୍ୟ ନୈବେଦ୍ୟ ତୁଲ୍ୟ ଯାଜକର ହେବ।”
Leviticus 5:15 in Oriya 15 “କେହି ଯଦି ସତ୍ୟଲଙ୍ଘନ କରି ସଦାପ୍ରଭୁଙ୍କ ପବିତ୍ର ବସ୍ତୁ ବିଷୟରେ ଭୁଲବଶତଃ ପାପ କରେ, ତେବେ ସେ ପବିତ୍ର ସ୍ଥାନର ଶେକଲ ଅନୁସାରେ ତୁମ୍ଭର ନିରୂପିତ ପରିମାଣର ରୂପା ଦେଇ ପଲରୁ ଏକ ନିଖୁନ୍ତ ମେଷ ଆଣି ଦୋଷାର୍ଥକ ବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରିବ।
Leviticus 5:18 in Oriya 18 ସେ ତୁମ୍ଭର ନିରୂପିତ ମୂଲ୍ୟ ଅନୁସାରେ ପଲରୁ ଏକ ନିଖୁନ୍ତ ମେଷ ଦୋଷାର୍ଥକ ବଳି ରୂପେ ଯାଜକ ନିକଟକୁ ଆଣିବ; ପୁଣି ଯେଉଁ ବିଷୟରେ ସେ ଭୁଲବଶତଃ ପାପ କଲା ଓ ତାହା ଜାଣିଲା ନାହିଁ, ଯାଜକ ତହିଁ ସକାଶୁ ତାହା ପାଇଁ ପ୍ରାୟଶ୍ଚିତ୍ତ କରିବ, ତହିଁରେ ସେ କ୍ଷମାପ୍ରାପ୍ତ ହେବ।
Isaiah 1:18 in Oriya 18 ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
Ezekiel 18:21 in Oriya 21 ମାତ୍ର ଦୁଷ୍ଟ ଯଦି ଆପଣାର କୃତ ସକଳ ପାପରୁ ଫେରେ ଓ ଆମ୍ଭର ବିଧିସକଳ ପାଳନ କରେ, ପୁଣି, ନ୍ୟାୟ ଓ ଧର୍ମାଚରଣ କରେ, ତେବେ ସେ ନିଶ୍ଚୟ ବଞ୍ଚିବ, ସେ ମରିବ ନାହିଁ।
Ezekiel 18:26 in Oriya 26 ଧାର୍ମିକ ଲୋକ ଯେତେବେଳେ ଆପଣା ଧାର୍ମିକତାରୁ ଫେରି ଅଧର୍ମ କରେ ଓ ତହିଁରେ ମରେ, ସେତେବେଳେ ସେ ଯେଉଁ ଅଧର୍ମ କରିଅଛି, ତହିଁରେ ହିଁ ମରିବ।
Ezekiel 33:14 in Oriya 14 ପୁନଶ୍ଚ “ତୁମ୍ଭେ ଅବଶ୍ୟ ମରିବ,” ଏହି କଥା ଆମ୍ଭେ ଦୁଷ୍ଟ ଲୋକକୁ କହିଲେ, ସେ ଯଦି ଆପଣା ପାପରୁ ଫେରି ନ୍ୟାୟ ଓ ଧର୍ମାଚରଣ କରେ;
Ezekiel 33:19 in Oriya 19 ପୁଣି, ଦୁଷ୍ଟ ଲୋକ ଆପଣା ଦୁଷ୍ଟତାରୁ ଫେରି ନ୍ୟାୟ ଓ ଧର୍ମାଚରଣ କଲେ, ସେ ତହିଁରେ ବଞ୍ଚିବ।
Micah 7:18 in Oriya 18 ତୁମ୍ଭ ତୁଲ୍ୟ ପରମେଶ୍ୱର କିଏ ? ତୁମ୍ଭେ ଅଧର୍ମ କ୍ଷମା କରିଥାଅ ଓ ଆପଣା ଅଧିକାରର ଅବଶିଷ୍ଟାଂଶ ଲୋକଙ୍କର ଆଜ୍ଞାଲଙ୍ଘନର ପ୍ରତି ଉପେକ୍ଷା କରିଥାଅ; ସେ ଚିରକାଳ ଆପଣା କ୍ରୋଧ ରଖନ୍ତି ନାହିଁ, କାରଣ ସେ ଦୟାରେ ସନ୍ତୁଷ୍ଟ ଥାଆନ୍ତି।
Matthew 12:31 in Oriya 31 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ମନୁଷ୍ୟମାନଙ୍କର ସମସ୍ତ ପାପ ଓ ନିନ୍ଦା କ୍ଷମା କରାଯିବ, କିନ୍ତୁ ଆତ୍ମାଙ୍କ ବିରୁଦ୍ଧରେ ନିନ୍ଦା କ୍ଷମା କରାଯିବ ନାହିଁ।
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
1 John 1:7 in Oriya 7 କିନ୍ତୁ ସେ ଯେପରି ଜ୍ୟୋତିଃର୍ନିବାସୀ, ଆମ୍ଭେମାନେ ଯଦି ସେହିପରି ଜ୍ୟୋତିଃରେ ଆଚରଣ କରୁ, ତେବେ ଆମ୍ଭମାନଙ୍କର ପରସ୍ପର ସହଭାଗିତା ଅଛି, ପୁଣି, ତାହାଙ୍କ ପୁତ୍ର ଯୀଶୁଙ୍କ ରକ୍ତ ସମସ୍ତ ପାପରୁ ଆମ୍ଭମାନଙ୍କୁ ପରିଷ୍କାର କରେ।
1 John 1:9 in Oriya 9 ଯଦି ଆମ୍ଭେମାନେ ଆପଣା ଆପଣା ପାପ ସ୍ୱୀକାର କରୁ, ତେବେ ସେ ଆମ୍ଭମାନଙ୍କର ପାପ କ୍ଷମା କରିବାକୁ ଓ ସମସ୍ତ ଅଧର୍ମରୁ ଆମ୍ଭମାନଙ୍କୁ ପରିଷ୍କାର କରିବାକୁ ବିଶ୍ୱସ୍ତ ଓ ନ୍ୟାୟବାନ ଅଟନ୍ତି।
1 John 2:1 in Oriya 1 ହେ ମୋହର ପ୍ରିୟମାନେ, ତୁମ୍ଭେମାନେ ଯେପରି ପାପ ନ କର, ଏଥି ନିମନ୍ତେ ମୁଁ ଏହି ସବୁ ତୁମ୍ଭମାନଙ୍କ ନିକଟକୁ ଲେଖୁଅଛି। କିନ୍ତୁ କେହି ଯଦି ପାପ କରେ, ତାହାହେଲେ ପିତାଙ୍କ ଛାମୁରେ ଆମ୍ଭମାନଙ୍କର ଜଣେ ସପକ୍ଷବାଦୀ ଅଛନ୍ତି, ସେ ଧାର୍ମିକ ଯୀଶୁ ଖ୍ରୀଷ୍ଟ।