Leviticus 7:18 in Oriya 18 ଯଦି ତୃତୀୟ ଦିନରେ ତାହାର ସେହି ମଙ୍ଗଳାର୍ଥକ ଉପହାର ବଳିରୁ କିଛିମାତ୍ର ଭୋଜନ କରାଯାଏ, ତେବେ ତାହା ଗ୍ରାହ୍ୟ ହେବ ନାହିଁ, କିଅବା ତହିଁର ଉତ୍ସର୍ଗକାରୀ ପକ୍ଷରେ ତାହା ଗଣାଯିବ ନାହିଁ; ତାହା ଘୃଣାଯୋଗ୍ୟ ହେବ, ପୁଣି ଯେଉଁ ପ୍ରାଣୀ ତାହା ଭୋଜନ କରେ, ସେ ଆପଣା ଅପରାଧ ବୋହିବ।
Other Translations King James Version (KJV) And if any of the flesh of the sacrifice of his peace offerings be eaten at all on the third day, it shall not be accepted, neither shall it be imputed unto him that offereth it: it shall be an abomination, and the soul that eateth of it shall bear his iniquity.
American Standard Version (ASV) And if any of the flesh of the sacrifice of his peace-offerings be eaten on the third day, it shall not be accepted, neither shall it be imputed unto him that offereth it: it shall be an abomination, and the soul that eateth of it shall bear his iniquity.
Bible in Basic English (BBE) And if any of the flesh of the peace-offering is taken as food on the third day, it will not be pleasing to God and will not be put to the account of him who gives it; it will be unclean and a cause of sin to him who takes it as food.
Darby English Bible (DBY) And if [any] of the flesh of the sacrifice of his peace-offering be eaten at all on the third day, it shall not be accepted, it shall not be reckoned to him that hath presented it; it shall be an unclean thing, and the soul that eateth of it shall bear his iniquity.
Webster's Bible (WBT) And if any of the flesh of the sacrifice of his peace-offerings shall be eaten at all on the third day, it shall not be accepted, neither shall it be imputed to him that offereth it; it shall be an abomination, and the soul that eateth of it shall bear his iniquity.
World English Bible (WEB) If any of the flesh of the sacrifice of his peace offerings is eaten on the third day, it will not be accepted, neither shall it be imputed to him who offers it. It will be an abomination, and the soul who eats any of it will bear his iniquity.
Young's Literal Translation (YLT) and if any of the flesh of the sacrifice of his peace-offerings be really eaten on the third day, it is not pleasing; for him who is bringing it near it is not reckoned; it is an abominable thing, and the person who is eating of it his iniquity doth bear.
Cross Reference Leviticus 5:17 in Oriya 17 ଆଉ, ଯାହା ନ କରିବାକୁ ସଦାପ୍ରଭୁ ଆଜ୍ଞା ଦେଇଅଛନ୍ତି, ଯଦି କୌଣସି ବ୍ୟକ୍ତି ତହିଁ ମଧ୍ୟରୁ କୌଣସି କର୍ମ କରି ପାପ କରେ; ଯଦ୍ୟପି ସେ ତାହା ଜାଣି ନ ଥାଏ, ତଥାପି ସେ ଦୋଷୀ ଅଟେ, ପୁଣି ଆପଣାର ଅପରାଧ ବୋହିବ।
Leviticus 10:17 in Oriya 17 “ତୁମ୍ଭେମାନେ କାହିଁକି ପବିତ୍ର ସ୍ଥାନରେ ସେହି ପାପାର୍ଥକ ବଳି ଭୋଜନ କଲ ନାହିଁ ? ତାହା ତ ମହାପବିତ୍ର, ପୁଣି ମଣ୍ଡଳୀର ଅପରାଧ ବୋହି ସଦାପ୍ରଭୁଙ୍କ ଛାମୁରେ ପ୍ରାୟଶ୍ଚିତ୍ତ କରିବା ନିମନ୍ତେ ସେ ତାହା ତୁମ୍ଭମାନଙ୍କୁ ଦେଇଅଛନ୍ତି।
Leviticus 10:19 in Oriya 19 ତେବେ ହାରୋଣ ମୋଶାଙ୍କୁ କହିଲେ, “ଦେଖ, ସେମାନେ ଆଜି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଆପଣାମାନଙ୍କର ପାପାର୍ଥକ ବଳି ଓ ଆପଣାମାନଙ୍କର ହୋମାର୍ଥକ ବଳି ଉତ୍ସର୍ଗ କଲେ, ତଥାପି ମୋ' ପ୍ରତି ଏପରି ଘଟିଲା; ଯେବେ ମୁଁ ଆଜି ପାପାର୍ଥକ ବଳି ଭୋଜନ କରିଥା'ନ୍ତି, ତେବେ ତାହା କି ସଦାପ୍ରଭୁଙ୍କ ଦୃଷ୍ଟିରେ ଭଲ ହୋଇଥା'ନ୍ତା ?”
Leviticus 11:10 in Oriya 10 ମାତ୍ର ସମୁଦ୍ରରେ ଓ ନଦୀରେ ସ୍ଥିତ ସମସ୍ତ ଜଳଚର, ଅବା ଜଳସ୍ଥିତ ପ୍ରାଣୀମାନଙ୍କ ମଧ୍ୟରେ ଯେଉଁମାନଙ୍କର ଡେଣା ଓ କାତି ନାହିଁ, ସେମାନେ ତୁମ୍ଭମାନଙ୍କ ପ୍ରତି ଘୃଣାଯୋଗ୍ୟ ଅଟନ୍ତି,
Leviticus 11:41 in Oriya 41 ଆଉ, ଭୂଚର ପ୍ରତ୍ୟେକ ଉରୋଗାମୀ ଜନ୍ତୁ ଘୃଣାଯୋଗ୍ୟ ଅଟେ; ତାହା ଖାଦ୍ୟ ହେବ ନାହିଁ।
Leviticus 17:16 in Oriya 16 ମାତ୍ର ଯଦି ସେ (ବସ୍ତ୍ର) ଧୌତ ନ କରେ କି ସ୍ନାନ ନ କରେ, ତେବେ ସେ ଆପଣା ଅପରାଧ ବୋହିବ।”
Leviticus 19:7 in Oriya 7 ଯଦି ତୃତୀୟ ଦିନ ତହିଁରୁ କିଛି ଭୋଜନ କରାଯିବ, ତେବେ ତାହା ଘୃଣାଯୋଗ୍ୟ ଓ ଅଗ୍ରାହ୍ୟ ହେବ।
Leviticus 20:17 in Oriya 17 ଆଉ, ଯଦି କେହି ଆପଣା ଭଗିନୀକୁ, ଅର୍ଥାତ୍, ଆପଣା ପିତୃକନ୍ୟା କି ମାତୃକନ୍ୟାକୁ ଗ୍ରହଣ କରେ ଓ ଦୁହେଁ ପରସ୍ପରର ଉଲଙ୍ଗତା ଦେଖନ୍ତି, ତେବେ ତାହା ଲଜ୍ଜାର ବିଷୟ; ସେମାନେ ଆପଣା ଲୋକମାନଙ୍କ ସନ୍ତାନଗଣର ସାକ୍ଷାତରେ ଉଚ୍ଛିନ୍ନ ହେବେ; ସେ ଆପଣା ଭଗିନୀର ଆବରଣୀୟ ଅନାବୃତ କରିଅଛି; ସେ ଆପଣା ଅପରାଧ ବୋହିବ।
Leviticus 20:19 in Oriya 19 ଆଉ, ତୁମ୍ଭେ ଆପଣା ମାଉସୀର ବା ପିଉସୀର ଆବରଣୀୟ ଅନାବୃତ କରିବ ନାହିଁ; ତାହା କଲେ, ଆପଣା ନିକଟବର୍ତ୍ତୀ କୁଟୁମ୍ବର ଆବରଣୀୟ ଅନାବୃତ କରାଯାଏ। ସେମାନେ ଆପଣା ଆପଣା ଅପରାଧ ବୋହିବେ।
Leviticus 22:16 in Oriya 16 ପୁଣି, ସେମାନେ ଆପଣାମାନଙ୍କର ପବିତ୍ର ଦ୍ରବ୍ୟ ଭୋଜନ କରି ଦୋଷଜନକ ଅପରାଧ ବହନ କରିବେ ନାହିଁ; କାରଣ ଯେ ସେମାନଙ୍କୁ ପବିତ୍ର କରନ୍ତି, ସେହି ସଦାପ୍ରଭୁ ଆମ୍ଭେ ଅଟୁ।”
Leviticus 22:23 in Oriya 23 ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ।
Leviticus 22:25 in Oriya 25 କିଅବା ବିଦେଶୀର ହସ୍ତରୁ ଏହିସବୁରୁ କିଛି ଆପଣାମାନଙ୍କ ପରମେଶ୍ୱରଙ୍କର ଭକ୍ଷ୍ୟ ରୂପେ ଉତ୍ସର୍ଗ କରିବ ନାହିଁ; କାରଣ ସେମାନଙ୍କର ନଷ୍ଟତା ସେମାନଙ୍କଠାରେ ଅଛି, ସେମାନଙ୍କଠାରେ ଖୁଣ ଅଛି; ସେମାନେ ତୁମ୍ଭମାନଙ୍କ ପକ୍ଷରେ ଗ୍ରାହ୍ୟ ହେବେ ନାହିଁ।”
Numbers 18:27 in Oriya 27 ତୁମ୍ଭମାନଙ୍କ ଏହି ଉତ୍ତୋଳନୀୟ ଉପହାର ଖଳାର ଶସ୍ୟ ତୁଲ୍ୟ ଓ ଦ୍ରାକ୍ଷାଯନ୍ତ୍ରର ପୂର୍ଣ୍ଣତା ତୁଲ୍ୟ ତୁମ୍ଭମାନଙ୍କ ପକ୍ଷରେ ଗଣାଯିବ।
Isaiah 1:11 in Oriya 11 ସଦାପ୍ରଭୁ କହନ୍ତି, “ଆମ୍ଭ ଉଦ୍ଦେଶ୍ୟରେ ତୁମ୍ଭମାନଙ୍କ ଅପାର ବଳିଦାନର ଅଭିପ୍ରାୟ କଅଣ ?” “ଆମ୍ଭେ ମେଷଗଣର ହୋମବଳିରେ ଓ ପୁଷ୍ଟ ପଶୁଗଣର ମେଦରେ ପୂର୍ଣ୍ଣ ହୋଇଅଛୁ; ପୁଣି, ବୃଷ କିମ୍ବା ମେଷ କିମ୍ବା ଛାଗଳମାନଙ୍କ ରକ୍ତରେ ଆମ୍ଭର ତୁଷ୍ଟି ନାହିଁ।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Isaiah 65:4 in Oriya 4 ସେମାନେ କବରସ୍ଥାନ ମଧ୍ୟରେ ବସନ୍ତି ଓ ଗୁପ୍ତ ସ୍ଥାନରେ ବସା କରନ୍ତି; ସେମାନେ ଶୂକର ମାଂସ ଭୋଜନ କରନ୍ତି ଓ ସେମାନଙ୍କ ପାତ୍ରରେ ଘୃଣାଯୋଗ୍ୟ ମାଂସର ଝୋଳ ଥାଏ;
Isaiah 66:3 in Oriya 3 ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;
Jeremiah 14:10 in Oriya 10 ସଦାପ୍ରଭୁ ଏହି ଲୋକମାନଙ୍କ ବିଷୟରେ ଏହି କଥା କହନ୍ତି, “ସେମାନେ ଏହି ପ୍ରକାର ଭ୍ରମଣ କରିବାକୁ ଭଲ ପାଇଅଛନ୍ତି; ସେମାନେ ଆପଣା ଆପଣା ଚରଣକୁ ଅଟକାଇ ନାହାନ୍ତି; ଏହେତୁ ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ; ସେ ଏବେ ସେମାନଙ୍କ ଅଧର୍ମ ସ୍ମରଣ କରିବେ ଓ ସେମାନଙ୍କର ସମସ୍ତ ପାପର ପ୍ରତିଫଳ ଦେବେ।”
Jeremiah 14:12 in Oriya 12 ସେମାନେ ଉପବାସ କଲେ, ଆମ୍ଭେ ସେମାନଙ୍କର କାତରୋକ୍ତି ଶୁଣିବା ନାହିଁ; ପୁଣି, ସେମାନେ ହୋମ ଓ ନୈବେଦ୍ୟ ଉତ୍ସର୍ଗ କଲେ, ଆମ୍ଭେ ସେମାନଙ୍କୁ ଗ୍ରହଣ କରିବା ନାହିଁ; ମାତ୍ର ଆମ୍ଭେ ଖଡ୍ଗ ଓ ଦୁର୍ଭିକ୍ଷ ଓ ମହାମାରୀ ଦ୍ୱାରା ସେମାନଙ୍କୁ ସଂହାର କରିବା।”
Ezekiel 18:20 in Oriya 20 ଯେଉଁ ପ୍ରାଣୀ ପାପ କରେ, ସେହି ମରିବ; ପୁତ୍ର ପିତାର ଅଧର୍ମର ଭାର ବହିବ ନାହିଁ କିଅବା ପିତା ପୁତ୍ରର ଅଧର୍ମର ଭାର ବହିବ ନାହିଁ; ଧାର୍ମିକର ଧାର୍ମିକତା ତାହାରି ଉପରେ ବର୍ତ୍ତିବ ଓ ଦୁଷ୍ଟର ଦୁଷ୍ଟତା ତାହାରି ଉପରେ ବର୍ତ୍ତିବ।
Hosea 8:13 in Oriya 13 ସେମାନେ ଆମ୍ଭ ଉଦ୍ଦେଶ୍ୟରେ ଉପହାରାର୍ଥକ ବଳି ନିମନ୍ତେ ମାଂସ ବଳିଦାନ କରି ତାହା ଭୋଜନ କରନ୍ତି; ମାତ୍ର ସଦାପ୍ରଭୁ ସେମାନଙ୍କୁ ଗ୍ରାହ୍ୟ କରନ୍ତି ନାହିଁ। ଏବେ ସେ ସେମାନଙ୍କର ଅଧର୍ମ ସ୍ମରଣ କରି ସେମାନଙ୍କ ପାପର ପ୍ରତିଫଳ ଦେବେ; ସେମାନେ ପୁନର୍ବାର ମିସରକୁ ଫେରି ଯିବେ।
Amos 5:22 in Oriya 22 ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।
Malachi 1:10 in Oriya 10 ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।”
Malachi 1:13 in Oriya 13 ଆହୁରି, ତୁମ୍ଭେମାନେ କହୁଅଛ, “ଦେଖ, ଏହା କିପରି କ୍ଳାନ୍ତିଜନକ ଓ ତୁମ୍ଭେମାନେ ତାହା ତୁଚ୍ଛ ଜ୍ଞାନ କରିଅଛ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି; “ଆଉ, ତୁମ୍ଭେମାନେ ବଳାତ୍କାରରେ ଧୃତ ଓ ଲେଙ୍ଗଡ଼ା ଓ ରୋଗୀ ପଶୁ ଆଣିଅଛ; ଏହିରୂପେ ତୁମ୍ଭେମାନେ ନୈବେଦ୍ୟ ଆଣୁଅଛ; ଏହା କି ଆମ୍ଭେ ତୁମ୍ଭମାନଙ୍କ ହସ୍ତରୁ ଗ୍ରହଣ କରିବା ?” ଏହା ସଦାପ୍ରଭୁ କହନ୍ତି।
Luke 16:15 in Oriya 15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଇଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
Romans 4:11 in Oriya 11 ଆଉ, ସେ ଅସୁନ୍ନତି ଅବସ୍ଥାରେ ବିଶ୍ୱାସ ସକାଶେ ଧାର୍ମିକ ଗଣିତ ହୋଇ ସେଥିର ମୁଦ୍ରାଙ୍କ ସ୍ୱରୂପେ ସୁନ୍ନତ ଚିହ୍ନ ପାଇଲେ, ଯେପରି ଅସୁନ୍ନତି ଅବସ୍ଥାରେ ଥିବା ସମସ୍ତ ବିଶ୍ୱାସୀଙ୍କ ପକ୍ଷରେ ଧାର୍ମିକତା ଗଣନା କରାଯିବା ନିମନ୍ତେ ସେ ସେମାନଙ୍କର ପିତା ହୁଅନ୍ତି,
Hebrews 9:28 in Oriya 28 ଆଉ, ତାହା ପରେ ବିଚାର ନିରୂପିତ ଅଛି, ସେହିପରି ଖ୍ରୀଷ୍ଟ ମଧ୍ୟ ଅନେକଙ୍କ ପାପ ବହନ କରିବା ନିମନ୍ତେ ଥରେମାତ୍ର ଉତ୍ସର୍ଗୀକୃତ ହୋଇ ଦ୍ୱିତୀୟ ଥର ପାପ ସକାଶେ ନୁହେଁ, ବରଂ ଯେଉଁମାନେ ତାହାଙ୍କ ଅପେକ୍ଷାରେ ଅଛନ୍ତି, ସେମାନଙ୍କ ପରିତ୍ରାଣ ନିମନ୍ତେ ଦର୍ଶନ ଦେବେ।
1 Peter 2:24 in Oriya 24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।