Leviticus 8:35 in Oriya 35 ପୁଣି, ତୁମ୍ଭେମାନେ ଯେପରି ନ ମର, ଏଥିପାଇଁ ସାତ ଦିନ ପର୍ଯ୍ୟନ୍ତ ସମାଗମ-ତମ୍ବୁର ଦ୍ୱାରରେ ଦିବାରାତ୍ର ରହିବ ଓ ସଦାପ୍ରଭୁଙ୍କର ରକ୍ଷଣୀୟ ରକ୍ଷା କରିବ। କାରଣ ଏହିପରି ଆମ୍ଭେ ଆଜ୍ଞା ପାଇଅଛୁ।”
Other Translations King James Version (KJV) Therefore shall ye abide at the door of the tabernacle of the congregation day and night seven days, and keep the charge of the LORD, that ye die not: for so I am commanded.
American Standard Version (ASV) And at the door of the tent of meeting shall ye abide day and night seven days, and keep the charge of Jehovah, that ye die not: for so I am commanded.
Bible in Basic English (BBE) And you are to keep watch for the Lord at the door of the Tent of meeting day and night for seven days, so that death may not come to you: for so he has given me orders.
Darby English Bible (DBY) And ye shall abide at the entrance of the tent of meeting day and night seven days, and keep the charge of Jehovah, that ye die not; for so I am commanded.
Webster's Bible (WBT) Therefore shall ye abide at the door of the tabernacle of the congregation day and night seven days, and keep the charge of the LORD, that ye die not: for so I am commanded.
World English Bible (WEB) At the door of the Tent of Meeting you shall stay day and night seven days, and keep the charge of Yahweh, that you don't die: for so I am commanded."
Young's Literal Translation (YLT) and at the opening of the tent of meeting ye abide, by day and by night seven days, and ye have kept the charge of Jehovah, and die not, for so I have been commanded.'
Cross Reference Exodus 29:35 in Oriya 35 ଆମ୍ଭେ ତୁମ୍ଭକୁ ଯେପରି ଆଜ୍ଞା ଦେଇଅଛୁ , ତଦନୁସାରେ ତୁମ୍ଭେ ହାରୋଣ ପ୍ରତି ଓ ତାହାର ପୁତ୍ରଗଣ ପ୍ରତି କରିବ; ସେମାନଙ୍କ ଉତ୍ସର୍ଗୀକୃତରେ ସାତଦିନ ଲାଗିବ।
Leviticus 8:30 in Oriya 30 ଏଥିଉତ୍ତାରେ ମୋଶା ଅଭିଷେକାର୍ଥକ ତୈଳରୁ ଓ ବେଦି ଉପରିସ୍ଥ ରକ୍ତରୁ କିଛି ନେଇ ହାରୋଣଙ୍କ ଉପରେ ଓ ତାଙ୍କର ବସ୍ତ୍ର ଉପରେ, ପୁଣି ତାଙ୍କ ସଙ୍ଗେ ତାଙ୍କର ପୁତ୍ରଗଣଙ୍କ ଉପରେ ଓ ସେମାନଙ୍କ ବସ୍ତ୍ର ଉପରେ ତାହା ସେଚନ କଲେ; ଆଉ ହାରୋଣଙ୍କୁ ଓ ତାଙ୍କର ବସ୍ତ୍ରସକଳକୁ ଓ ତାଙ୍କର ପୁତ୍ରଗଣଙ୍କୁ ଓ ସେମାନଙ୍କ ବସ୍ତ୍ର ସକଳକୁ ପବିତ୍ର କଲେ।
Leviticus 10:1 in Oriya 1 ଏଥିଉତ୍ତାରେ ହାରୋଣଙ୍କର ପୁତ୍ର ନାଦବ ଓ ଅବୀହୁ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଇ ତହିଁ ଉପରେ ଧୂପ ରଖିଲେ; ପୁଣି ସଦାପ୍ରଭୁ ଯାହା ଆଜ୍ଞା କରି ନ ଥିଲେ, ଏପରି ଭିନ୍ନ ଇତର ଅଗ୍ନି ତାହାଙ୍କ ଛାମୁରେ ଉତ୍ସର୍ଗ କଲେ।
Leviticus 14:8 in Oriya 8 ତହୁଁ ସେହି ଶୁଚିଯୋଗ୍ୟ ଲୋକ ଆପଣା ବସ୍ତ୍ର ଧୋଇ ଓ ସମସ୍ତ କେଶ କ୍ଷୌର କରି ଜଳରେ ସ୍ନାନ କରିବ, ତହିଁରେ ସେ ଶୁଚି ହେବ; ତହିଁ ଉତ୍ତାରୁ ସେ ଛାଉଣି ଭିତରକୁ ଆସିବ, ମାତ୍ର ସେ ସାତ ଦିନ ଆପଣା ତମ୍ବୁର ବାହାରେ ରହିବ।
Numbers 3:7 in Oriya 7 ଆଉ ସେମାନେ ଆବାସର ସେବାକର୍ମ କରିବା ନିମନ୍ତେ ସମାଗମ-ତମ୍ବୁ ସମ୍ମୁଖରେ ତାହାର ଓ ସମସ୍ତ ମଣ୍ଡଳୀର ରକ୍ଷଣୀୟ ରକ୍ଷା କରିବେ।
Numbers 9:19 in Oriya 19 ପୁଣି, ଯେତେବେଳେ ସେହି ମେଘ ଆବାସ ଉପରେ ବହୁ ଦିନ ବିଳମ୍ବ କରି ରହିଲା, ଯେତେବେଳେ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ରକ୍ଷଣୀୟ ରକ୍ଷା କଲେ ଓ ଯାତ୍ରା କଲେ ନାହିଁ।
Numbers 19:12 in Oriya 12 ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।
Deuteronomy 11:1 in Oriya 1 ଏହେତୁ ତୁମ୍ଭେ ସବୁବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କୁ ପ୍ରେମ କରିବ ଓ ତାହାଙ୍କ ରକ୍ଷଣୀୟ ଓ ବିଧି ଓ ଶାସନ ଓ ଆଜ୍ଞାସକଳ ପାଳନ କରିବ।
1 Kings 2:3 in Oriya 3 ତୁମ୍ଭେ ଯାହା ଯାହା କରିବ ଓ ଯେକୌଣସି ସ୍ଥାନକୁ ଯିବ, ସେହିସବୁରେ ଯେପରି କୁଶଳପ୍ରାପ୍ତ ହୁଅ, ଏଥିପାଇଁ ମୋଶାଙ୍କ ବ୍ୟବସ୍ଥାଲିଖିତ ବାକ୍ୟାନୁସାରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ବିଧି ଓ ଆଜ୍ଞା ଓ ଶାସନ ଓ ପ୍ରମାଣବାକ୍ୟ ପାଳନ କରି ତାହାଙ୍କ ପଥରେ ଚାଲ ଓ ତାହାଙ୍କର ରକ୍ଷଣୀୟ ରକ୍ଷା କର;
Ezekiel 43:25 in Oriya 25 ସାତ ଦିନ ପର୍ଯ୍ୟନ୍ତ ପ୍ରତି ଦିନ ପାପାର୍ଥକ ବଳି ରୂପେ ତୁମ୍ଭେ ଏକ ଛାଗ ଉତ୍ସର୍ଗ କରିବ; ସେମାନେ ମଧ୍ୟ ନିର୍ଦ୍ଦୋଷ ଏକ ଯୁବା ବୃଷ ଓ ପଲରୁ ଏକ ନିର୍ଦ୍ଦୋଷ ମେଷ ଉତ୍ସର୍ଗ କରିବେ।
Ezekiel 48:11 in Oriya 11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ।
2 Corinthians 7:1 in Oriya 1 ଅତଏବ, ହେ ପ୍ରିୟମାନେ, ଏହି ସମସ୍ତ ପ୍ରତିଜ୍ଞାପ୍ରାପ୍ତ ହେବାରୁ ଆସ, ଶରୀର ଓ ଆତ୍ମାର ସମସ୍ତ ଅଶୁଚିତାରୁ ଆପଣା ଆପଣାକୁ ଶୁଚି କରୁ, ପୁଣି, ଈଶ୍ୱରଙ୍କୁ ଭୟ କରି ପବିତ୍ରତାରେ ସିଦ୍ଧ ହେଉ।
Colossians 2:9 in Oriya 9 କାରଣ ଖ୍ରୀଷ୍ଟଙ୍କଠାରେ ସମ୍ପୂର୍ଣ୍ଣ ଈଶ୍ୱରତ୍ତ୍ୱ ଦେହବନ୍ତ ହୋଇ ବାସ କରେ,
1 Timothy 1:3 in Oriya 3 ମୁଁ ମାକିଦନିଆକୁ ଯିବା ସମୟରେ ତୁମ୍ଭକୁ ଯେପ୍ରକାର ଅନୁରୋଧ କରିଥିଲି, ସେହିପରି ତୁମ୍ଭେ ଏଫିସରେ ରହି କେତେକ ଲୋକ ଯେପରି ଭିନ୍ନ ଶିକ୍ଷା ନ ଦିଅନ୍ତି
1 Timothy 1:18 in Oriya 18 ହେ ବତ୍ସ ତୀମଥି, ତୁମ୍ଭ ବିଷୟରେ ପୂର୍ବରେ ଏହି ସମସ୍ତ ଭାବବାଣୀ ଅନୁସାରେ ମୁଁ ତୁମ୍ଭକୁ ଏହି ଆଜ୍ଞା ଦେଉଅଛି, ଯେପରି ତୁମ୍ଭେ ସେହି ସମସ୍ତ ଭାବବାଣୀ ସାହାଯ୍ୟରେ ଉତ୍ତମ ଯୁଦ୍ଧ କରି ପାର;
1 Timothy 5:21 in Oriya 21 ଇଶ୍ବରଙ୍କ, ଖ୍ରୀଷ୍ଟ ଯୀଶୁଙ୍କ ଓ ମନୋନୀତ ଦୂତମାନଙ୍କ ସାକ୍ଷାତରେ ମୁଁ ଦୃଢ଼ରୂପେ ଆଜ୍ଞା ଦେଉଅଛି, ତୁମ୍ଭେ ପୂର୍ବଧାରଣା ଦ୍ୱାରା ଚାଳିତ ନ ହୋଇ ଏହି ସମସ୍ତ ପାଳନ କର, ପୁଣି, ପକ୍ଷପାତଭାବରେ କୌଣସି କାର୍ଯ୍ୟ କର ନାହିଁ।
1 Timothy 6:13 in Oriya 13 ସମସ୍ତଙ୍କ ଜୀବନଦାତା ଇଶ୍ବରଙ୍କ ସାକ୍ଷାତରେ, ପୁଣି, ପନ୍ତୀୟ ପୀଲାତଙ୍କ ସମ୍ମୁଖରେ ଉତ୍ତମ ସାକ୍ଷ୍ୟଦାତା ଖ୍ରୀଷ୍ଟ ଯୀଶୁଙ୍କ ସାକ୍ଷାତରେ, ମୁଁ ତୁମ୍ଭକୁ ଆଦେଶ ଦେଉଅଛି,
1 Timothy 6:17 in Oriya 17 ଯେଉଁମାନେ ଏହିକାଳରେ ଧନୀ, ସେମାନେ ଯେପରି ଅହଙ୍କାରୀ ନ ହୁଅନ୍ତି ଏବଂ ଅସ୍ଥାୟୀ ଧନ ଉପରେ ନିର୍ଭର ନ କରନ୍ତି, ବରଂ ଉପଭୋଗ କରିବା ନିମନ୍ତେ ସମସ୍ତ ବିଷୟ ପ୍ରଚୁରଭାବେ ଆମ୍ଭମାନଙ୍କୁ ଦାନ କରନ୍ତି ଯେଉଁ ଈଶ୍ୱର, ତାହାଙ୍କ ଉପରେ ନିର୍ଭର କରନ୍ତି,
1 Timothy 6:20 in Oriya 20 ହେ ତୀମଥି, ତୁମ୍ଭଠାରେ ଯାହା ସମର୍ପିତ ହୋଇଅଛି, ତାହା ରକ୍ଷା କର; ଅସାର ବକୁଆପଣ ଓ କଥା କଥାରେ ଜ୍ଞାନର ଯୁକ୍ତିତର୍କରୁ ବିମୁଖ ହୁଅ;
2 Timothy 4:1 in Oriya 1 ମୁଁ ଇଶ୍ବରଙ୍କ ସାକ୍ଷାତରେ, ଆଉ ଯେଉଁ ଖ୍ରୀଷ୍ଟ ଜୀବିତ ଓ ମୃତ ଉଭୟଙ୍କର ବିଚାର କରିବାକୁ ଯାଉଅଛନ୍ତି, ତାହାଙ୍କ ପୁନରାଗମନ ଓ ରାଜ୍ୟର ଶପଥ ଦେଇ ତୁମ୍ଭକୁ ଦୃଢ଼ ଆଦେଶ ଦେଉଅଛି,
Hebrews 7:28 in Oriya 28 ଯେଣୁ ମୋଶାଙ୍କ ବ୍ୟବସ୍ଥା ଦୁର୍ବଳତାବିଶିଷ୍ଟ ମନୁଷ୍ୟକୁ ମହାଯାଜକ ପଦରେ ନିଯୁକ୍ତ କରେ, କିନ୍ତୁ ଯେଉଁ ଶପଥବାକ୍ୟ ମୋଶାଙ୍କ ବ୍ୟବସ୍ଥା ପରେ ହୋଇଥିଲା, ତାହା ଅନନ୍ତକାଳ ପର୍ଯ୍ୟନ୍ତ ସିଦ୍ଧିପ୍ରାପ୍ତ ପୁତ୍ରଙ୍କୁ ନିଯୁକ୍ତ କରେ।
Hebrews 9:23 in Oriya 23 ଅତଏବ, ସ୍ୱର୍ଗସ୍ଥ ବିଷୟଗୁଡ଼ିକର ଦୃଷ୍ଟାନ୍ତ ସମସ୍ତ ଏହି ସବୁ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ ଥିଲା, କିନ୍ତୁ ସ୍ୱର୍ଗୀୟ ବିଷୟଗୁଡ଼ିକ ତ ଏହି ସବୁଠାରୁ ଶ୍ରେଷ୍ଠତର ବଳିଦାନ ଦ୍ୱାରା ଶୁଚିକୃତ ହେବାର ଆବଶ୍ୟକ।