Luke 1:13 in Oriya 13 କିନ୍ତୁ ଦୂତ ତାଙ୍କୁ କହିଲେ, ଜିଖରୀୟ, ଭୟ କର ନାହିଁ, କାରଣ ତୁମ୍ଭର ନିବେଦନ ଶୁଣାଯାଇଅଛି, ଆଉ ତୁମ୍ଭର ଭାର୍ଯ୍ୟା ଏଲୀଶାବେଥ ତୁମ୍ଭ ନିମନ୍ତେ ଗୋଟିଏ ପୁତ୍ର ପ୍ରସବ କରିବେ, ପୁଣି, ତୁମ୍ଭେ ତାହାର ନାମ ଯୋହନ ଦେବ।
Other Translations King James Version (KJV) But the angel said unto him, Fear not, Zacharias: for thy prayer is heard; and thy wife Elisabeth shall bear thee a son, and thou shalt call his name John.
American Standard Version (ASV) But the angel said unto him, Fear not, Zacharias: because thy supplication is heard, and thy wife Elisabeth shall bear thee a son, and thou shalt call his name John.
Bible in Basic English (BBE) But the angel said, Have no fear, Zacharias, for your prayer has come to the ears of God, and your wife Elisabeth will have a son, and his name will be John.
Darby English Bible (DBY) But the angel said to him, Fear not, Zacharias, because thy supplication has been heard, and thy wife Elizabeth shall bear thee a son, and thou shalt call his name John.
World English Bible (WEB) But the angel said to him, "Don't be afraid, Zacharias, because your request has been heard, and your wife, Elizabeth, will bear you a son, and you shall call his name John.
Young's Literal Translation (YLT) and the messenger said unto him, `Fear not, Zacharias, for thy supplication was heard, and thy wife Elisabeth shall bear a son to thee, and thou shalt call his name John,
Cross Reference Genesis 17:10 in Oriya 10 ତୁମ୍ଭର ଓ ତୁମ୍ଭ ଭବିଷ୍ୟତ ବଂଶର ସହିତ କୃତ ଆମ୍ଭର ଯେଉଁ ନିୟମ ତୁମ୍ଭେମାନେ ପାଳନ କରିବ ତାହା ଏହି, ତୁମ୍ଭମାନଙ୍କର ପ୍ରତ୍ୟେକ ପୁରୁଷ ସୁନ୍ନତ ହେବ।
Genesis 17:19 in Oriya 19 ସେତେବେଳେ ପରମେଶ୍ୱର କହିଲେ, “ତୁମ୍ଭର ଭାର୍ଯ୍ୟା ସାରା ତୁମ୍ଭ ନିମନ୍ତେ ନିଶ୍ଚୟ ପୁତ୍ର ପ୍ରସବ କରିବ, ପୁଣି, ତୁମ୍ଭେ ତାହାର ନାମ ଇସ୍ହାକ ରଖିବ, ପୁଣି, ଆମ୍ଭେ ତାହା ସହିତ ଆପଣା ନିୟମ ସ୍ଥିର କରିବା; ତାହା ତାହାର ଭବିଷ୍ୟତ ବଂଶ ପକ୍ଷରେ ଚିରସ୍ଥାୟୀ ନିୟମ ହେବ।
Genesis 18:14 in Oriya 14 ସଦାପ୍ରଭୁଙ୍କ ନିମନ୍ତେ କୌଣସି କର୍ମ କଠିନ ଅଟେ କି ? ଏହି ଋତୁ ପୁନର୍ବାର ଉପସ୍ଥିତ ହେଲେ, ନିରୂପିତ ସମୟରେ ଆମ୍ଭେ ଫେରି ଆସିବା, ସେହି ସମୟରେ ସାରାର (କୋଳରେ) ପୁତ୍ର ଥିବ।
Genesis 25:21 in Oriya 21 ଇସ୍ହାକଙ୍କର ସେହି ଭାର୍ଯ୍ୟା ବନ୍ଧ୍ୟା ହେବାରୁ ସେ ତାହା ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲେ; ତହିଁରେ ସଦାପ୍ରଭୁ ତାଙ୍କର ପ୍ରାର୍ଥନା ଶୁଣନ୍ତେ, ତାହାର ଭାର୍ଯ୍ୟା ରିବିକା ଗର୍ଭବତୀ ହେଲା।
Judges 6:23 in Oriya 23 ତହିଁରେ ସଦାପ୍ରଭୁ ତାଙ୍କୁ କହିଲେ, ତୁମ୍ଭର ଶାନ୍ତି ହେଉ; ଭୟ ନ କର; ତୁମ୍ଭେ ମରିବ ନାହିଁ।
Judges 13:3 in Oriya 3 ପୁଣି ସଦାପ୍ରଭୁଙ୍କ ଦୂତ ସେହି ସ୍ତ୍ରୀକୁ ଦର୍ଶନ ଦେଇ ତାହାକୁ କହିଲେ, ଦେଖ, ତୁମ୍ଭେ ବନ୍ଧ୍ୟା ଓ ପ୍ରସବ କରି ନାହଁ; ମାତ୍ର ତୁମ୍ଭେ ଗର୍ଭବତୀ ହୋଇ ପୁତ୍ର ପ୍ରସବ କରିବ।
1 Samuel 1:20 in Oriya 20 ପୁଣି, ସମୟ ଉପସ୍ଥିତ ହୁଅନ୍ତେ, ହାନ୍ନା ଗର୍ଭଧାରଣ କରି ପୁତ୍ର ପ୍ରସବ କଲା; ଆଉ ମୁଁ ସଦାପ୍ରଭୁଙ୍କୁ ମାଗିଥିଲି, ଏହା କହି ତାହାର ନାମ ଶାମୁୟେଲ (ପରମେଶ୍ୱର ଦତ୍ତ) ରଖିଲା।
1 Samuel 2:21 in Oriya 21 ଏଉତ୍ତାରେ ସେମାନେ ଆପଣା ଗୃହକୁ ଫେରିଗଲେ। ପୁଣି, ସଦାପ୍ରଭୁ ହାନ୍ନାର ତତ୍ତ୍ୱାବଧାରଣ କଲେ ଓ ସେ ଗର୍ଭଧାରଣ କରି ତିନି ପୁତ୍ର ଓ ଦୁଇ କନ୍ୟା ପ୍ରସବ କଲେ। ଏଥି ମଧ୍ୟରେ ଶାମୁୟେଲ ବାଳକ ସଦାପ୍ରଭୁଙ୍କ ସାକ୍ଷାତରେ ବଢ଼ିବାକୁ ଲାଗିଲେ।
2 Kings 4:16 in Oriya 16 ତହୁଁ ଇଲୀଶାୟ କହିଲେ, “ଏହି ଋତୁ ପୁନର୍ବାର ଉପସ୍ଥିତ ହେବା ସମୟରେ ତୁମ୍ଭେ ପୁତ୍ରକୁ କୋଳ କରିବ।” ଏଥିରେ ସେ ସ୍ତ୍ରୀ କହିଲା, “ନା, ହେ ମୋର ପ୍ରଭୁ, ହେ ପରମେଶ୍ୱରଙ୍କ ଲୋକ, ଆପଣା ଦାସୀକୁ ଆପଣ ମିଥ୍ୟା ନ କହନ୍ତୁ।”
Psalm 113:9 in Oriya 9 ସେ ବନ୍ଧ୍ୟା ସ୍ତ୍ରୀକୁ ଗୃହିଣୀ ଓ ସନ୍ତାନଗଣର ଆନନ୍ଦମୟୀ ମାତା କରନ୍ତି। ତୁମ୍ଭେମାନେ ସଦାପ୍ରଭୁଙ୍କର ପ୍ରଶଂସା କର।
Psalm 118:21 in Oriya 21 ମୁଁ ତୁମ୍ଭଙ୍କୁ ଧନ୍ୟବାଦ ଦେବି, କାରଣ ତୁମ୍ଭେ ମୋତେ ଉତ୍ତର ଦେଇଅଛ ଓ ମୋହର ପରିତ୍ରାଣ ହୋଇଅଛି।
Psalm 127:3 in Oriya 3 ଦେଖ, ସନ୍ତାନଗଣ ସଦାପ୍ରଭୁଙ୍କର ଦତ୍ତ ଅଧିକାର ଓ ଗର୍ଭଜାତ ଫଳ ତାହାଙ୍କ ଦତ୍ତ ପୁରସ୍କାର।
Isaiah 8:3 in Oriya 3 ଏଥିଉତ୍ତାରେ ମୁଁ ଭବିଷ୍ୟଦ୍ବକ୍ତ୍ରୀ ସହ ଶୟନ କରନ୍ତେ, ସେ ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କଲା। ତେବେ ସଦାପ୍ରଭୁ ମୋତେ କହିଲେ, “ତାହାର ନାମ ମହେର-ଶାଲଲହାଶ୍-ବସ୍ ରଖ।
Daniel 10:12 in Oriya 12 ଏଥିରେ ସେ ମୋତେ କହିଲେ, ହେ ଦାନିୟେଲ, ଭୟ କର ନାହିଁ; କାରଣ ତୁମ୍ଭେ ଯେଉଁ ପ୍ରଥମ ଦିନରୁ ବୁଝିବା ପାଇଁ ଓ ତୁମ୍ଭ ପରମେଶ୍ୱରଙ୍କ ସାକ୍ଷାତରେ ଆପଣାକୁ ନମ୍ର କରିବା ପାଇଁ ଆପଣା ମନୋନିବେଶ କଲ, ସେହି ଦିନଠାରୁ ତୁମ୍ଭର ବାକ୍ୟ ଶୁଣାଗଲା; ଆଉ, ତୁମ୍ଭର ବାକ୍ୟ ସକାଶୁ ଆମ୍ଭେ ଆସିଅଛୁ।
Hosea 1:4 in Oriya 4 ତହୁଁ ସଦାପ୍ରଭୁ ତାହାଙ୍କୁ କହିଲେ, “ତୁମ୍ଭେ ତାହାର ନାମ ଯିଷ୍ରିୟେଲ ରଖ; କାରଣ ଅଳ୍ପ ସମୟ ପରେ ଆମ୍ଭେ ଯେହୂର ବଂଶକୁ ଯିଷ୍ରିୟେଲର ରକ୍ତପାତର ପ୍ରତିଫଳ ଭୋଗ କରାଇବା ଓ ଇସ୍ରାଏଲ ବଂଶର ରାଜ୍ୟ ଶେଷ କରାଇବା।
Hosea 1:6 in Oriya 6 ଆଉ, ଗୋମର ପୁନର୍ବାର ଗର୍ଭଧାରଣ କରି ଏକ କନ୍ୟା ପ୍ରସବ କଲା। ଆଉ, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ରୁହାମା (ଅଦୟା ପାତ୍ରୀ) ରଖ; କାରଣ ଆମ୍ଭେ କୌଣସି ପ୍ରକାରେ ଇସ୍ରାଏଲ ବଂଶକୁ କ୍ଷମା କରିବା ପାଇଁ ସେମାନଙ୍କ ପ୍ରତି ଆଉ ଦୟା ପ୍ରକାଶ କରିବା ନାହିଁ।
Hosea 1:9 in Oriya 9 ତହିଁରେ ସଦାପ୍ରଭୁ କହିଲେ, “ତୁମ୍ଭେ ତାହାର ନାମ ଲୋ-ଆମୀ (ଆମ୍ଭର ଲୋକ ନୁହେଁ) ରଖ; କାରଣ ତୁମ୍ଭେମାନେ ଆମ୍ଭର ଲୋକ ନୁହଁ ଓ ଆମ୍ଭେ ତୁମ୍ଭମାନଙ୍କର ପରମେଶ୍ୱର ହେବା ନାହିଁ।”
Matthew 1:21 in Oriya 21 ସେ ପୁତ୍ର ପ୍ରସବ କରିବେ, ଆଉ ତୁମ୍ଭେ ତାହାଙ୍କ ନାମ ଯୀଶୁ ଦେବ, କାରଣ ସେ ଆପଣା ଲୋକମାନଙ୍କୁ ସେମାନଙ୍କର ସମସ୍ତ ପାପରୁ ପରିତ୍ରାଣ କରିବେ।”
Matthew 14:27 in Oriya 27 କିନ୍ତୁ ଯୀଶୁ ସେହିକ୍ଷଣି ସେମାନଙ୍କ ସହିତ କଥାବାର୍ତ୍ତା କରି କହିଲେ ସାହସ ଧର ଏ ତ ମୁଁ, ଭୟ କର ନାହିଁ।
Matthew 28:5 in Oriya 5 କିନ୍ତୁ ଦୂତ ସ୍ତ୍ରୀଲୋକମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଭୟ କର ନାହିଁ, କାରଣ ତୁମ୍ଭେମାନେ ଯେ କ୍ରୁଶରେ ହତ ଯୀଶୁଙ୍କୁ ଖୋଜୁଅଛ, ତାହା ମୁଁ ଜାଣେ।
Mark 16:6 in Oriya 6 ସେଥିରେ ସେ ସେମାନଙ୍କୁ କହିଲେ, ଭୟ କର ନାହିଁ; ତୁମ୍ଭେମାନେ କ୍ରୁଶରେ ହତ ନାଜରିତୀୟ ଯୀଶୁଙ୍କର ଅନ୍ୱେଷଣ କରୁଅଛ; ସେ ଉଠିଅଛନ୍ତି, ସେ ଏଠାରେ ନାହାଁନ୍ତି; ଦେଖ, ଏହି ସ୍ଥାନରେ ସେମାନେ ତାହାଙ୍କୁ ରଖଥିଲେ।
Luke 1:30 in Oriya 30 ସେଥିରେ ଦୂତ ତାହାଙ୍କୁ କହିଲେ, ଆଗୋ ମରୀୟମ, ଭୟ କର ନାହିଁ, କାରଣ ତୁମ୍ଭେ ଇଶ୍ବରଙ୍କ ଛାମୁରେ ଅନୁଗ୍ରହ ପାଇଅଛ।
Luke 1:60 in Oriya 60 କିନ୍ତୁ ତାହାର ମାତା ଉତ୍ତର ଦେଲେ, ନାହିଁ, ତାହାର ନାମ ଯୋହନ ହେବ।
Luke 2:21 in Oriya 21 ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା।
Luke 24:36 in Oriya 36 କିନ୍ତୁ ସେମାନେ ଏହି ସବୁ କଥା କହୁଥିବା ସମୟରେ ସେ ଆପେ ଏମାନଙ୍କ ମଧ୍ୟରେ ଉପସ୍ଥିତ ହେଲେ।
Acts 10:31 in Oriya 31 ପୁଣି, ତୁମ୍ଭର ଦାନସବୁ ଇଶ୍ବରଙ୍କ ସାକ୍ଷାତରେ ସ୍ମରଣ କରାଯାଇଅଛି।