Luke 1:17 in Oriya 17 ପିତାମାନଙ୍କ ହୃଦୟ ସନ୍ତାନମାନଙ୍କ ପ୍ରତି ଓ ଅବାଧ୍ୟମାନଙ୍କୁ ଧାର୍ମିକମାନଙ୍କ ଜ୍ଞାନରେ ଆଚରଣ କରିବା ନିମନ୍ତେ ଫେରାଇବାକୁ ଏବଂ ପ୍ରଭୁଙ୍କ ସକାଶେ ସୁସଜ୍ଜିତ ଗୋଟିଏ ପ୍ରଜାମଣ୍ଡଳୀ ପ୍ରସ୍ତୁତ କରିବାକୁ ବାପ୍ତିଜକ ଯୋହନ ଏଲୀୟଙ୍କ ଆତ୍ମା ଓ ଶକ୍ତିରେ ପ୍ରଭୁଙ୍କ ଆଗରେ ଗମନ କରିବ।
Other Translations King James Version (KJV) And he shall go before him in the spirit and power of Elias, to turn the hearts of the fathers to the children, and the disobedient to the wisdom of the just; to make ready a people prepared for the Lord.
American Standard Version (ASV) And he shall go before his face in the spirit and power of Elijah, to turn the hearts of the fathers to the children, and the disobedient `to walk' in the wisdom of the just; to make ready for the Lord a people prepared `for him'.
Bible in Basic English (BBE) And he will go before his face in the spirit and power of Elijah, turning the hearts of fathers to their children, and wrongdoers to the way of righteousness; to make ready a people whose hearts have been turned to the Lord.
Darby English Bible (DBY) And *he* shall go before him in [the] spirit and power of Elias, to turn hearts of fathers to children, and disobedient ones to [the] thoughts of just [men], to make ready for [the] Lord a prepared people.
World English Bible (WEB) He will go before him in the spirit and power of Elijah, 'to turn the hearts of the fathers to the children,' and the disobedient to the wisdom of the just; to make ready a people prepared for the Lord."
Young's Literal Translation (YLT) and he shall go before Him, in the spirit and power of Elijah, to turn hearts of fathers unto children, and disobedient ones to the wisdom of righteous ones, to make ready for the Lord, a people prepared.'
Cross Reference 1 Samuel 7:5 in Oriya 5 ଏଥିଉତ୍ତାରେ ଶାମୁୟେଲ କହିଲେ, ତୁମ୍ଭେମାନେ ସମୁଦାୟ ଇସ୍ରାଏଲକୁ ମିସ୍ପୀରେ ଏକତ୍ର କର, ତହିଁରେ ମୁଁ ତୁମ୍ଭମାନଙ୍କ ନିମନ୍ତେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରିବି।
1 Kings 17:1 in Oriya 1 ଏଥିଉତ୍ତାରେ ଗିଲୀୟଦର ପ୍ରବାସୀ ତିସ୍ବୀୟ ଏଲୀୟ ଆହାବଙ୍କୁ କହିଲେ, “ମୁଁ ଯାହାଙ୍କ ସାକ୍ଷାତରେ ଛିଡ଼ା ହେଉଅଛି, ସେହି ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁ ଜୀବିତ ଥିବା ପ୍ରମାଣେ ଏହି କେତେକ ବର୍ଷ କାକର କି ବୃଷ୍ଟି ପଡ଼ିବ ନାହିଁ, କେବଳ ମୋ' ବାକ୍ୟାନୁସାରେ ହେବ।”
1 Kings 18:18 in Oriya 18 ତହୁଁ ସେ ଉତ୍ତର କଲେ, “ମୁଁ ଇସ୍ରାଏଲକୁ ଦୁଃଖ ଦେଇ ନାହିଁ, ମାତ୍ର ତୁମ୍ଭେ ଓ ତୁମ୍ଭ ପିତୃବଂଶ ଦେଇଅଛ, କାରଣ ତୁମ୍ଭେମାନେ ସଦାପ୍ରଭୁଙ୍କ ଆଜ୍ଞାସକଳ ତ୍ୟାଗ କରିଅଛ ଓ ତୁମ୍ଭେ ବାଲ୍ ଦେବଗଣର ଅନୁଗାମୀ ହୋଇଅଛ।
1 Kings 21:20 in Oriya 20 ତହିଁରେ ଆହାବ ଏଲୀୟଙ୍କୁ କହିଲେ, “ହେ ମୋହର ଶତ୍ରୁ, ତୁମ୍ଭେ କ'ଣ ମୋତେ ପାଇଲ ?” ତହୁଁ ସେ ଉତ୍ତର କଲେ, “ମୁଁ ତୁମ୍ଭକୁ ପାଇଲି; ଯେହେତୁ ସଦାପ୍ରଭୁଙ୍କ ଦୃଷ୍ଟିରେ ମନ୍ଦ କର୍ମ କରିବା ପାଇଁ ତୁମ୍ଭେ ଆପଣାକୁ ବିକ୍ରିି କରିଅଛ।
2 Kings 1:4 in Oriya 4 ଏହେତୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହିଁ, ମାତ୍ର ନିଶ୍ଚୟ ମରିବ।” ଏଉତ୍ତାରେ ଏଲୀୟ ପ୍ରସ୍ଥାନ କଲେ।
2 Kings 1:16 in Oriya 16 ପୁଣି ସେ ରାଜାଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହନ୍ତି, ‘କଥା ପଚାରିବା ପାଇଁ ଇସ୍ରାଏଲ ମଧ୍ୟରେ ପରମେଶ୍ୱର ନାହାନ୍ତି ବୋଲି କି ତୁମ୍ଭେ ଇକ୍ରୋଣର ଦେବତା ବାଲ୍ସବୂବକୁ ପଚାରିବା ପାଇଁ ଦୂତମାନଙ୍କୁ ପଠାଇଲ ? ଏହେତୁ ତୁମ୍ଭେ ଯେଉଁ ଶଯ୍ୟା ଉପରକୁ ଯାଇଅଛ, ତହିଁରୁ ତଳକୁ ଆସିବ ନାହଁ, ମାତ୍ର ନିଶ୍ଚୟ ମରିବ।’”
1 Chronicles 29:18 in Oriya 18 ହେ ସଦାପ୍ରଭୁ, ଆମ୍ଭମାନଙ୍କ ପୂର୍ବପୁରୁଷ ଅବ୍ରହାମର, ଇସ୍ହାକର ଓ ଇସ୍ରାଏଲର ପରମେଶ୍ୱର, ତୁମ୍ଭେ ଆପଣା ଲୋକମାନଙ୍କ ହୃଦୟସ୍ଥ ଚିନ୍ତାର କଳ୍ପନାରେ ଏହା ସଦାକାଳ ରଖ ଓ ତୁମ୍ଭ ପ୍ରତି ସେମାନଙ୍କ ହୃଦୟ ପ୍ରସ୍ତୁତ କର;
2 Chronicles 29:36 in Oriya 36 ଆଉ, ପରମେଶ୍ୱର ଲୋକମାନଙ୍କ ନିମନ୍ତେ ଏହାସବୁ ପ୍ରସ୍ତୁତ କରିଥିବାରୁ ହିଜକିୟ ଓ ସମସ୍ତ ଲୋକ ଆନନ୍ଦ କଲେ; କାରଣ ଏହି କାର୍ଯ୍ୟ ଅକସ୍ମାତ୍ ସାଧିତ ହେଲା।
Psalm 10:17 in Oriya 17 ହେ ସଦାପ୍ରଭୁ, ତୁମ୍ଭେ ନମ୍ର ଲୋକମାନଙ୍କର ବାଞ୍ଛା ଶୁଣିଅଛ; ତୁମ୍ଭେ ସେମାନଙ୍କର ଅନ୍ତଃକରଣ ପ୍ରସ୍ତୁତ କରିବ, ତୁମ୍ଭେ ଶୁଣିବା ପାଇଁ ଆପଣା କର୍ଣ୍ଣ ଡେରିବ;
Psalm 78:8 in Oriya 8 ପୁଣି, ଆପଣା ପିତୃଗଣ ତୁଲ୍ୟ ଅବାଧ୍ୟ ଓ ବିଦ୍ରୋହୀ ବଂଶ ହେବେ ନାହିଁ; ସେହି ବଂଶ ଆପଣା ଆପଣା ଅନ୍ତଃକରଣ ଯଥାର୍ଥ ରୂପେ ସୁସ୍ଥିର କଲେ ନାହିଁ; ଓ ସେମାନଙ୍କ ଆତ୍ମା ପରମେଶ୍ୱରଙ୍କ ପ୍ରତି ବିଶ୍ୱସ୍ତ ନ ଥିଲା।
Psalm 111:10 in Oriya 10 ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
Isaiah 29:24 in Oriya 24 ଯେଉଁମାନେ ଭ୍ରାନ୍ତମନା, ସେମାନେ ମଧ୍ୟ ବୁଦ୍ଧି ପ୍ରାପ୍ତ ହେବେ ଓ ବଚସାକାରୀମାନେ ତତ୍ତ୍ୱ-କଥା ଶିଖିବେ।”
Amos 4:12 in Oriya 12 “ଏଥିପାଇଁ ହେ ଇସ୍ରାଏଲ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା; ଆଉ, ଆମ୍ଭେ ତୁମ୍ଭ ପ୍ରତି ଏରୂପ କରିବା, ଏଥିସକାଶୁ ହେ ଇସ୍ରାଏଲ, ତୁମ୍ଭେ ଆପଣା ପରମେଶ୍ୱରଙ୍କ ସହିତ ସାକ୍ଷାତ କରିବାକୁ ପ୍ରସ୍ତୁତ ହୁଅ।
Malachi 4:5 in Oriya 5 ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା।
Matthew 3:4 in Oriya 4 ସେହି ଯୋହନ ଓଟ ଲୋମର ବସ୍ତ୍ର ପିନ୍ଧୁଥିଲେ ଓ ଆପଣା ଅଣ୍ଟାରେ ଚର୍ମପଟୁକା ବାନ୍ଧୁଥିଲେ, ପୁଣି, ତାହାଙ୍କ ଖାଦ୍ୟ ପଙ୍ଗପାଳ (କ୍ୟାରବ ବୃକ୍ଷର ଫଳ) ଓ ବନମଧୁ ଥିଲା।
Matthew 3:7 in Oriya 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Matthew 11:14 in Oriya 14 ଆଉ, ତୁମ୍ଭେମାନେ ଯେବେ ଗ୍ରହଣ କରିବାକୁ ଇଚ୍ଛା କର, ତେବେ ଯେଉଁ ଏଲିୟଙ୍କ ଆସିବାର ଅଛି, ଏ ସେହି।
Matthew 14:4 in Oriya 4 କାରଣ ଯୋହନ ତାହାଙ୍କୁ କହୁଥିଲେ, ଏହାଙ୍କୁ ରଖିବା ଆପଣଙ୍କର ନିୟମସଙ୍ଗତ ନୁହେଁ।
Matthew 17:11 in Oriya 11 ସେ ଉତ୍ତର ଦେଲେ, ଏଲିୟ ଆସି ସମସ୍ତ ବିଷୟ ପୁନଃସ୍ଥାପନ କରିବା କଥା ସତ,
Matthew 21:29 in Oriya 29 ସେ ଉତ୍ତର ଦେଲା, ମୋର ଇଚ୍ଛା ନାହିଁ, କିନ୍ତୁ ପରେ ଅନୁତାପ କରି ଗଲା।
Mark 9:11 in Oriya 11 ଆଉ, ସେମାନେ ତାହାଙ୍କୁ ପଚାରିଲେ, ପ୍ରଥମରେ ଅବଶ୍ୟ ଏଲିୟଙ୍କର ଆଗମନ ହେବ, ଶାସ୍ତ୍ରୀମାନେ ଏହି କଥା କିପରି କହନ୍ତି ?
Luke 1:16 in Oriya 16 ଆଉ ବାପ୍ତିଜକ ଯୋହନ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଇଶ୍ବରଙ୍କ ପ୍ରତି ଫେରାଇବ।
Luke 1:76 in Oriya 76 ଆଉ ହେ ଶିଶୁ(ଯୋହନ), ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
Luke 3:7 in Oriya 7 ଅତଏବ, ଯୋହନ ତାଙ୍କ ଦ୍ୱାରା ବାପ୍ତିଜିତ ହେବା ନିମନ୍ତେ ବାହାରି ଆସୁଥିବା ଲୋକସମୂହକୁ କହିଲେ, ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
John 1:13 in Oriya 13 ସେମାନେ ରକ୍ତରୁ, ଶରୀରର ଇଚ୍ଛାରୁ ଅବା ମନୁଷ୍ୟର ଇଚ୍ଛାରୁ ଜାତ ହେଲେ ନାହିଁ, ବରଂ ଈଶ୍ୱରଙ୍କଠାରୁ ଜାତ ହେଲେ।
John 1:21 in Oriya 21 ସେଥିରେ ସେମାନେ ତାହାଙ୍କୁ ପଚାରିଲେ, ତେବେ କ'ଣ ? ଆପଣ କ'ଣ ଏଲୀୟ ? ସେ କହିଲେ, ମୁଁ ନୁହେଁ। ଆପଣ କ'ଣ ସେହି ଭାବବାଦୀ ? ସେ ଉତ୍ତର ଦେଲେ, ନା।
John 1:34 in Oriya 34 ଆଉ, ମୁଁ ତାହା ଦେଖିଅଛି ଓ ସେ ଇଶ୍ବରଙ୍କ ପୁତ୍ର ବୋଲି ସାକ୍ଷ୍ୟ ଦେଇଅଛି।
John 3:28 in Oriya 28 ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ।
Acts 10:33 in Oriya 33 ଏନିମନ୍ତେ ମୁଁ ଅବିଳମ୍ବରେ ଆପଣଙ୍କ ନିକଟକୁ ଲୋକ ପଠାଇଲି, ଆଉ ଆପଣ ଯେ ଆସିଅଛନ୍ତି, ଭଲ କରିଅଛନ୍ତି। ଅତଏବ ପ୍ରଭୁ ଆପଣଙ୍କୁ ଯାହାସବୁ ଆଦେଶ ଦେଇଅଛନ୍ତି, ତାହା ଶୁଣିବା ନିମନ୍ତେ ଆମ୍ଭେମାନେ ସମସ୍ତେ ଇଶ୍ବରଙ୍କ ସାକ୍ଷାତରେ ଉପସ୍ଥିତ ଅଛୁ।
Romans 9:23 in Oriya 23 ଆଉ, ଯଦି ଗୌରବ ନିମନ୍ତେ ତାହାଙ୍କ ଦ୍ୱାରା ପୂର୍ବରୁ ପ୍ରସ୍ତୁତ ହୋଇଥିବା ଦୟାର ପାତ୍ର ଯେ ଆମ୍ଭେମାନେ, ଆମ୍ଭମାନଙ୍କ ନିକଟରେ ଆପଣା ଗୌରବରୂପ ଧନ ପ୍ରକାଶ କରିବା ନିମନ୍ତେ ତାହା କରିଅଛନ୍ତି; ତାହାହେଲେ ତୁମ୍ଭେ କ'ଣ କହିବ ?
1 Corinthians 6:9 in Oriya 9 ଅବା, ଅଧାର୍ମିକମାନେ ଯେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ, ଏହା କି ତୁମ୍ଭେମାନେ ଜାଣ ନାହିଁ ? ଭ୍ରାନ୍ତ ହୁଅ ନାହିଁ, ବ୍ୟଭିଚାରୀ କି ପ୍ରତିମାପୂଜକ କି ପାରଦାରିକ କି ସ୍ତ୍ରୀବତ୍ ଆଚାରୀ
Colossians 1:12 in Oriya 12 ପୁଣି, ଯେଉଁ ପିତା ଦୀପ୍ତିରେ ସାଧୁମାନଙ୍କ ଅଧିକାରର ସହଭାଗୀ ହେବା ନିମନ୍ତେ ତୁମ୍ଭମାନଙ୍କୁ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ଆନନ୍ଦ ସହିତ ଧନ୍ୟବାଦ ଦିଅ।
2 Timothy 2:21 in Oriya 21 ଅତଏବ, ଯଦି କେହି ସେହି ସମସ୍ତଙ୍କଠାରୁ ନିଜକୁ ପରିଷ୍କାର କରେ, ତାହାହେଲେ ସେ ପବିତ୍ରୀକୃତ, କର୍ତ୍ତାଙ୍କ ବ୍ୟବହାର ପାଇଁ ଉପଯୁକ୍ତ, ପୁଣି, ସମସ୍ତ ଉତ୍ତମ କାର୍ଯ୍ୟ ନିମନ୍ତେ ପ୍ରସ୍ତୁତ, ଏପରି ଏକ ସମାଦରର ପାତ୍ର ହେବ।
1 Peter 2:9 in Oriya 9 କିନ୍ତୁ ଯେ ତୁମ୍ଭମାନଙ୍କୁ ଅନ୍ଧକାରରୁ ଆପଣା ଆଶ୍ଚର୍ଯ୍ୟ ଆଲୋକ ମଧ୍ୟକୁ ଆହ୍ୱାନ କରିଅଛନ୍ତି, ତୁମ୍ଭେମାନେ ଯେପରି ତାହାଙ୍କ ଗୁଣ କୀର୍ତ୍ତନ କର, ଏଥି ନିମନ୍ତେ ତୁମ୍ଭେମାନେ ଏକ ମନୋନୀତ ବଂଶ, ରାଜକୀୟ ଯାଜକବର୍ଗ, ପବିତ୍ର ଜାତି ପୁଣି, ଇଶ୍ବରଙ୍କ ନିଜସ୍ୱ ପ୍ରଜା ହୋଇଅଛ।
2 Peter 3:11 in Oriya 11 ଏହି ସମସ୍ତ ବିଷୟ ଏହି ପ୍ରକାରେ ଲୁପ୍ତ ହେବାରୁ, ଇଶ୍ବରଙ୍କ ଯେଉଁ ଦିନରେ ଆକାଶମଣ୍ଡଳ ଜ୍ୱଳିଉଠି ଲୁପ୍ତ ହେବ ଓ ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ,
1 John 2:28 in Oriya 28 ଅତଏବ, ହେ ବତ୍ସଗଣ, ତାହାଙ୍କଠାରେ ରୁହ, ଯେପରି ସେ ଯେତେବେଳେ ପ୍ରକାଶିତ ହେବେ, ସେତେବେଳେ ତାହାଙ୍କ ଆଗମନ ସମୟରେ ତାହାଙ୍କ ଛାମୁରେ ଆମ୍ଭେମାନେ ଲଜ୍ଜିତ ନ ହୋଇ ସାହସ ପ୍ରାପ୍ତ ହେବା।
Revelation 20:4 in Oriya 4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଇଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।