Cross Reference Numbers 11:17 in Oriya 17 ତହିଁରେ ଆମ୍ଭେ ସେହି ସ୍ଥାନକୁ ଓହ୍ଲାଇ ଆସି ତୁମ୍ଭ ସଙ୍ଗେ କଥା କହିବା ଓ ତୁମ୍ଭଠାରେ ଯେଉଁ ଆତ୍ମା ଅଛି, ତହିଁରୁ ନେଇ ସେମାନଙ୍କୁ ଦେବା; ତହିଁରେ ତୁମ୍ଭେ ଯେପରି ଏକାକୀ ଲୋକମାନଙ୍କର ଭାର ନ ବହିବ, ଏଥିପାଇଁ ସେମାନେ ତୁମ୍ଭ ସହିତ ଲୋକମାନଙ୍କର ଭାର ବହିବେ।
Numbers 11:29 in Oriya 29 ତେବେ ମୋଶା କହିଲେ, “ତୁମ୍ଭେ ମୋ' ସକାଶୁ କ'ଣ ଈର୍ଷା କରୁଅଛ ? ପରମେଶ୍ୱର କରନ୍ତୁ, ସଦାପ୍ରଭୁଙ୍କର ସମସ୍ତ ଲୋକ ଭବିଷ୍ୟଦ୍-ବକ୍ତା ହୁଅନ୍ତୁ ଓ ସଦାପ୍ରଭୁ ସେମାନଙ୍କ ଉପରେ ଆପଣା ଆତ୍ମା ଦିଅନ୍ତୁ !”
1 Kings 18:22 in Oriya 22 ତହୁଁ ଏଲୀୟ ଲୋକମାନଙ୍କୁ କହିଲେ, “ମୁଁ, କେବଳ ମୁଁ ସଦାପ୍ରଭୁଙ୍କର ଏକ ଭବିଷ୍ୟଦ୍ବକ୍ତା ଅବଶିଷ୍ଟ ଅଛି; ମାତ୍ର ବାଲ୍ର ଭବିଷ୍ୟଦ୍ବକ୍ତା ଚାରିଶହ ପଚାଶ ଜଣ ଅଛନ୍ତି।
1 Kings 22:6 in Oriya 6 ତେବେ ଇସ୍ରାଏଲର ରାଜା ଭବିଷ୍ୟଦ୍ବକ୍ତାମାନଙ୍କର ଊଣାଧିକ ଚାରିଶହ ଲୋକ ଏକତ୍ର କରି ସେମାନଙ୍କୁ ପଚାରିଲେ, “ମୁଁ ରାମୋତ୍-ଗିଲୀୟଦ୍ ବିରୁଦ୍ଧରେ ଯୁଦ୍ଧ କରିବାକୁ ଯିବି କି କ୍ଷାନ୍ତ ହେବି ?” ତହୁଁ ସେମାନେ କହିଲେ, “ଯାଉନ୍ତୁ; କାରଣ ପ୍ରଭୁ ମହାରାଜାଙ୍କ ହସ୍ତରେ ତାହା ସମର୍ପଣ କରିବେ।”
Psalm 68:11 in Oriya 11 ପ୍ରଭୁ ବାକ୍ୟ ପ୍ରଦାନ କରନ୍ତି; ଶୁଭବାର୍ତ୍ତା ପ୍ରଚାରିକା ସ୍ତ୍ରୀଗଣ ମହାବାହିନୀ ଅଟନ୍ତି।
Isaiah 56:9 in Oriya 9 ହେ କ୍ଷେତ୍ରସ୍ଥ ପଶୁସବୁ, ହେ ବନସ୍ଥ ସମସ୍ତ ପଶୁ, ତୁମ୍ଭେମାନେ ଗ୍ରାସ କରିବାକୁ ଆସ।
Jeremiah 3:15 in Oriya 15 ଆଉ, ଆମ୍ଭେ ଆପଣା ମନ ଅନୁଯାୟୀ ପାଳକଗଣ ତୁମ୍ଭମାନଙ୍କୁ ଦେବା, ସେମାନେ ଜ୍ଞାନ ଓ ବୁଦ୍ଧିରେ ତୁମ୍ଭମାନଙ୍କୁ ଚରାଇବେ।'
Ezekiel 34:2 in Oriya 2 “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲର ପାଳକମାନଙ୍କ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କର, ଭବିଷ୍ୟଦ୍ବାକ୍ୟ ପ୍ରଚାର କର ଓ ସେହି ପାଳକମାନଙ୍କୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ଇସ୍ରାଏଲର ଯେଉଁ ପାଳକମାନେ ଆପଣାମାନଙ୍କୁ ପାଳନ କରୁଅଛନ୍ତି, ସେମାନେ ସନ୍ତାପର ପାତ୍ର ! ମେଷଗଣକୁ ପାଳନ କରିବାର କି ପାଳକମାନଙ୍କର କର୍ତ୍ତବ୍ୟ ନୁହେଁ ?
Zechariah 11:5 in Oriya 5 ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି।
Zechariah 11:17 in Oriya 17 ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର ! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ଼୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ।
Matthew 9:36 in Oriya 36 ଆଉ ଲୋକସମୂହକୁ ଦେଖି ସେମାନଙ୍କ ପ୍ରତି ସେ ଦୟାରେ ବିଗଳିତ ହେଲେ, କାରଣ ସେମାନେ ଅରକ୍ଷକ ମେଷ ପରି ଦୁର୍ଦ୍ଦଶାଗ୍ରସ୍ତ ଓ ଛିନ୍ନଭିନ୍ନ ଥିଲେ।
Matthew 20:1 in Oriya 1 କାରଣ ସ୍ୱର୍ଗରାଜ୍ୟ ଏପରି ଜଣେ ଗୃହକର୍ତ୍ତାଙ୍କ ସଦୃଶ, ଯେ ସକାଳ ହେବାମାତ୍ର ଆପଣା ଦ୍ରାକ୍ଷାକ୍ଷେତ୍ରରେ ମୂଲିଆ ଲଗାଇବାକୁ ବାହାରିଗଲେ।
Mark 13:34 in Oriya 34 ତାହା ଏହିପରି, ଯେପରି ଜଣେ ବ୍ୟକ୍ତି ଆପଣା ଗୃହ ତ୍ୟାଗ କରି ବିଦେଶରେ ପ୍ରବାସ କରୁଅଛନ୍ତି, ଆଉ ସେ ଆପଣା ଦାସମାନଙ୍କୁ ଅଧିକାର ଦେଇ ପ୍ରତ୍ୟେକର କାର୍ଯ୍ୟ ନିରୂପଣ କରିଅଛନ୍ତି ଓ ଦ୍ୱାରପାଳକକୁ ମଧ୍ୟ ଜାଗି ରହିବାକୁ ଆଜ୍ଞା ଦେଇଅଛନ୍ତି।
Mark 16:15 in Oriya 15 ପୁଣି, ଯୀଶୁ ସେମାନଙ୍କୁ କହିଲେ, ତୁମ୍ଭେମାନେ ସମୁଦାୟ ଜଗତକୁ ଯାଇ ସମସ୍ତ ମାନବଜାତି ନିକଟରେ ସୁସମାଚାର ଘୋଷଣା କର।
Mark 16:20 in Oriya 20 କିନ୍ତୁ ସେମାନେ ପ୍ରସ୍ଥାନ କରି ସର୍ବତ୍ର ପ୍ରଚାର କଲେ, ଆଉ ପ୍ରଭୁ ସେମାନଙ୍କର ସହକର୍ମୀ ହୋଇ ଅନୁବର୍ତ୍ତୀ ଚିହ୍ନଗୁଡ଼ିକ ଦ୍ୱାରା ସେହି ବାକ୍ୟ ପ୍ରମାଣସିଦ୍ଧ କଲେ।
Luke 9:1 in Oriya 1 ଇତିମଧ୍ୟରେ ଯୀଶୁ ବାର ଜଣ ଶିଷ୍ୟଙ୍କୁ ଡାକି ଏକତ୍ର କରି ସେମାନଙ୍କୁ ସମସ୍ତ ଭୂତ ଉପରେ ପୁଣି, ରୋଗ ଆରୋଗ୍ୟ କରିବା ନିମନ୍ତେ ଶକ୍ତି ଓ ଅଧିକାର ଦେଲେ।
John 4:35 in Oriya 35 ଶସ୍ୟ କାଟିବାକୁ ଆହୁରି ଚାରି ମାସ ଅଛି, ଏହା କି ତୁମ୍ଭେମାନେ କହୁ ନାହଁ ? ଦେଖ, ମୁଁ ତୁମ୍ଭମାନଙ୍କୁ କହୁଅଛି, କ୍ଷେତ୍ରଗୁଡ଼ିକ ପ୍ରତି ଦୃଷ୍ଟିପାତ କର; ସେହି ସବୁ କଟାଯିବା ନିମନ୍ତେ ପାଚିଗଲାଣି।
Acts 8:4 in Oriya 4 ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।
Acts 11:19 in Oriya 19 ଇତିମଧ୍ୟରେ ସ୍ତିଫାନଙ୍କ ସକାଶେ ଘଟିଥିବା କ୍ଲେଶ ହେତୁ ଯେଉଁମାନେ ଛିନ୍ନଭିନ୍ନ ହୋଇ ଯାଇଥିଲେ, ସେମାନେ ଫୈନିକିଆ, ସାଇପ୍ରସ୍ ଓ ଆନ୍ତିୟଖିଆ ପର୍ଯ୍ୟନ୍ତ ଭ୍ରମଣ କରି କେବଳ ଯିହୂଦୀମାନଙ୍କ ବିନା ଆଉ କାହାରି ନିକଟରେ ବାକ୍ୟ ପ୍ରଚାର କରୁ ନ ଥିଲେ।
Acts 13:2 in Oriya 2 ସେମାନେ ପ୍ରଭୁଙ୍କ ସେବା ଓ ଉପବାସ କରୁଥିବା ସମୟରେ ପବିତ୍ର ଆତ୍ମା କହିଲେ, ଯେଉଁ କର୍ମ ନିମନ୍ତେ ଆମ୍ଭେ ବର୍ଣ୍ଣବ୍ବା ଓ ଶାଉଲକୁ ଆହ୍ୱାନ କରିଅଛୁ, ସେଥିପାଇଁ ସେମାନଙ୍କୁ ପୃଥକ୍ କର।
Acts 13:4 in Oriya 4 ଏହି ପ୍ରକାରେ ସେମାନେ ପବିତ୍ର ଆତ୍ମାଙ୍କ ଦ୍ୱାରା ପ୍ରେରିତ ହୋଇ ସେଲୂକିଆକୁ ଗଲେ; ସେଠାରୁ ସେମାନେ ଜାହାଜରେ ଚଢ଼ି କୁପ୍ରକୁ ଗଲେ।
Acts 16:9 in Oriya 9 ଆଉ ରାତ୍ରିକାଳରେ ପାଉଲ ଗୋଟିଏ ଦର୍ଶନ ପାଇଲେ, ମାକିଦନିଆର ଜଣେ ଠିଆ ହୋଇ ତାହାଙ୍କୁ ବିନତି କରି କହୁଅଛି, ମାକିଦନିଆକୁ ପାର ହୋଇ ଆସି ଆମ୍ଭମାନଙ୍କର ଉପକାର କର।
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
Acts 22:21 in Oriya 21 ସେଥିରେ ସେ ମୋତେ କହିଲେ, ଯାଅ, କାରଣ ଆମ୍ଭେ ତୁମ୍ଭକୁ ଦୂରକୁ ଅଣଯିହୂଦୀମାନଙ୍କ ନିକଟକୁ ପଠାଇବୁ।
Acts 26:15 in Oriya 15 ସେଥିରେ ମୁଁ କହିଲି, ପ୍ରଭୁ, ଆପଣ କିଏ ? ତେଣୁ ପ୍ରଭୁ କହିଲେ ଯେଉଁ ଯୀଶୁଙ୍କୁ ତୁମ୍ଭେ ତାଡ଼ନା କରୁଅଛ, ଆମ୍ଭେ ସେହି।
1 Corinthians 3:6 in Oriya 6 ମୁଁ ରୋପଣ କରିଅଛି, ଆପଲ୍ଲ ଜଳ ସେଚନ କରିଅଛନ୍ତି, କିନ୍ତୁ ଈଶ୍ୱର ବୃଦ୍ଧି ସାଧନ କରିଅଛନ୍ତି।
1 Corinthians 12:28 in Oriya 28 ପୁଣି, ଈଶ୍ୱର ମଣ୍ଡଳୀରେ ପ୍ରଥମରେ ପ୍ରେରିତ, ଦ୍ୱିତୀୟରେ ଭାବବାଦୀ, ତୃତୀୟରେ ଶିକ୍ଷକ, ଏହିପରି ବିଭିନ୍ନ ବ୍ୟକ୍ତିଙ୍କୁ ନିଯୁକ୍ତ କରିଅଛନ୍ତି; ପରେ ଆଶ୍ଚର୍ଯ୍ୟର କାର୍ଯ୍ୟ, ତତ୍ପରେ ଆରୋଗ୍ୟ କରିବାର ଶକ୍ତି, ପରୋପକାରିତା, ପରିଚାଳନାର କ୍ଷମତା ଓ ବିଭିନ୍ନ ପରଭାଷା ଦାନ କରିଅଛନ୍ତି।
1 Corinthians 15:10 in Oriya 10 କିନ୍ତୁ ମୁଁ ଯାହା ହୋଇଅଛି, ତାହା ଇଶ୍ବରଙ୍କ ଅନୁଗ୍ରହରେ ହୋଇଅଛି, ଆଉ ମୋ' ପ୍ରତି ପ୍ରଦତ୍ତ ତାହାଙ୍କର ସେହି ଅନୁଗ୍ରହ ବ୍ୟର୍ଥ ହୋଇ ନାହିଁ, ମାତ୍ର ମୁଁ ସେ ସମସ୍ତଙ୍କ ଅପେକ୍ଷା ଅଧିକ ପରିଶ୍ରମ କରିଅଛି, ତଥାପି ମୁଁ ନୁହେଁ, କିନ୍ତୁ ମୋ' ସହିତ ଥିବା ଇଶ୍ବରଙ୍କ ଅନୁଗ୍ରହ ତାହା କରିଅଛି।
2 Corinthians 6:1 in Oriya 1 ଆହୁରି ମଧ୍ୟ ଇଶ୍ବରଙ୍କ ଅନୁଗ୍ରହ ପ୍ରାପ୍ତି ଯେପରି ତୁମ୍ଭମାନଙ୍କଠାରେ ବୃଥା ନ ହୁଏ, ଏଥିପାଇଁ ତାହାଙ୍କ ସହିତ ଏକତ୍ର କର୍ମ କରୁ କରୁ ଆମ୍ଭେମାନେ ନିବେଦନ କରୁଅଛୁ।
Ephesians 4:7 in Oriya 7 କିନ୍ତୁ ଖ୍ରୀଷ୍ଟଙ୍କ ଦାନର ପରିମାଣ ଅନୁସାରେ ଆମ୍ଭମାନଙ୍କ ପ୍ରତ୍ୟେକକୁ ଅନୁଗ୍ରହ ଦିଆଯାଇଅଛି।
Philippians 2:21 in Oriya 21 ଯେଣୁ ସମସ୍ତେ ଯୀଶୁଖ୍ରୀଷ୍ଟଙ୍କ ବିଷୟ ଚେଷ୍ଟା ନ କରି ସ୍ୱାର୍ଥ ଚେଷ୍ଟା କରନ୍ତି।
Philippians 2:25 in Oriya 25 କିନ୍ତୁ ମୁଁ ମୋହର ଭ୍ରାତା, ସହକର୍ମୀ, ସହସେନା ଓ ମୋହର ଅଭାବ ପୂରଣ ନିମନ୍ତେ ତୁମ୍ଭମାନଙ୍କର ପ୍ରେରିତ ଓ ସେବକ ଏପାଫ୍ରଦିତଙ୍କୁ ତୁମ୍ଭମାନଙ୍କ ନିକଟକୁ ପଠାଇବା ପାଇଁ ଆବଶ୍ୟକ ମନେ କଲି;
Philippians 2:30 in Oriya 30 କାରଣ ମୋ' ପ୍ରତି ତୁମ୍ଭମାନଙ୍କ ସେବାରେ ଯାହା କିଛି ଅଭାବ, ତାହା ପୂରଣ କରିବାକୁ ସେ ଖ୍ରୀଷ୍ଟଙ୍କ କାର୍ଯ୍ୟରେ ଆପଣା ଜୀବନ ବିପଦଗ୍ରସ୍ତ କରି ମୃତପ୍ରାୟ ହୋଇଥିଲେ।
Colossians 1:29 in Oriya 29 ଏହି ଉଦ୍ଦେଶ୍ୟରେ ମଧ୍ୟ ତାହାଙ୍କର ଯେଉଁ କାର୍ଯ୍ୟସାଧକ ଶକ୍ତି ମୋ'ଠାରେ ସବଳେ କାର୍ଯ୍ୟ ସାଧନ କରୁଅଛି, ତଦନୁସାରେ ମୁଁ ପ୍ରାଣପଣରେ ପରିଶ୍ରମ କରୁଅଛି।
Colossians 4:12 in Oriya 12 ଏପାଫ୍ରା, ଯେ ତୁମ୍ଭମାନଙ୍କ ମଧ୍ୟରୁ ଜଣେ, ତୁମ୍ଭମାନଙ୍କୁ ନମସ୍କାର ଜଣାଉଅଛନ୍ତି, ସେ ତ ଖ୍ରୀଷ୍ଟ ଯୀଶୁଙ୍କର ଦାସ ଏବଂ ଆପଣା ପ୍ରାର୍ଥନାରେ ତୁମ୍ଭମାନଙ୍କ ନିମନ୍ତେ ସର୍ବଦା ପ୍ରାଣପଣ କରୁଅଛନ୍ତି, ଯେପରି ତୁମ୍ଭେମାନେ ସିଦ୍ଧ ଓ ଇଶ୍ବରଙ୍କ ସମସ୍ତ ଇଚ୍ଛା ସମ୍ବନ୍ଧରେ ସମ୍ପୂର୍ଣ୍ଣ ବିଶେଷଜ୍ଞ ହୋଇ ଅଟଳ ହୋଇ ରୁହ।
1 Thessalonians 2:9 in Oriya 9 ହେ ଭାଇମାନେ, ଆମ୍ଭମାନଙ୍କ ପରିଶ୍ରମ ଓ କଠିନ କାର୍ଯ୍ୟ ତୁମ୍ଭମାନଙ୍କ ସ୍ମରଣରେ ଅଛି; ଯେପରି ଆମ୍ଭେମାନେ ତୁମ୍ଭମାନଙ୍କ କାହାରି ଭାର ସ୍ୱରୂପ ନ ହେଉ, ଏଥି ନିମନ୍ତେ ଦିବାରାତ୍ର କଠୋର ପରିଶ୍ରମ କରି ଇଶ୍ବରଙ୍କ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରିଥିଲୁ।
1 Thessalonians 5:12 in Oriya 12 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛୁ, ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ପରିଶ୍ରମ କରନ୍ତି ଓ ପ୍ରଭୁଙ୍କ ସେବାରେ ତୁମ୍ଭମାନଙ୍କ ନେତା ସ୍ୱରୂପେ ନିଯୁକ୍ତି ହୋଇ ତୁମ୍ଭମାନଙ୍କୁ ଚେତନା ଦିଅନ୍ତି, ସେମାନଙ୍କୁ ମାନ୍ୟ କର,
2 Thessalonians 3:1 in Oriya 1 ଶେଷରେ, ହେ ଭାଇମାନେ, ଆମ୍ଭମାନଙ୍କ ନିମନ୍ତେ ପ୍ରାର୍ଥନା କର, ଯେପରି ପ୍ରଭୁଙ୍କ ବାକ୍ୟ ତୁମ୍ଭମାନଙ୍କ ମଧ୍ୟରେ ଯେପରି, ସେହିପରି ଚାରିଆଡ଼େ ଶୀଘ୍ର ବ୍ୟାପିଯାଇ ଗୌରବ ପାଇବ,
1 Timothy 1:12 in Oriya 12 ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,
1 Timothy 4:10 in Oriya 10 ଏହି ଉଦ୍ଦେଶ୍ୟରେ ତ ଆମ୍ଭେମାନେ ପରିଶ୍ରମ ଓ ପ୍ରାଣପଣ କରୁଅଛୁ, କାରଣ ଯେଉଁ ଜୀବିତ ଈଶ୍ୱର ସମସ୍ତ ମନୁଷ୍ୟଙ୍କର, ବିଶେଷତଃ ବିଶ୍ୱାସୀମାନଙ୍କର ତ୍ରାଣକର୍ତ୍ତା, ତାହାଙ୍କଠାରେ ଆମ୍ଭମାନଙ୍କର ଭରସା ଅଛି।
1 Timothy 4:15 in Oriya 15 ତୁମ୍ଭର ଉନ୍ନତି ଯେପରି ସମସ୍ତଙ୍କ ନିକଟରେ ପ୍ରକାଶିତ ହୁଏ, ଏଥି ନିମନ୍ତେ ଏହି ସମସ୍ତ ବିଷୟରେ ମନୋଯୋଗୀ ହୁଅ, ସେହି ସବୁରେ ପ୍ରବୃତ୍ତ ଥାଅ।
1 Timothy 5:17 in Oriya 17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।
2 Timothy 2:3 in Oriya 3 ଖ୍ରୀଷ୍ଟ ଯୀଶୁଙ୍କର ଜଣେ ଉତ୍ତମ ଯୋଦ୍ଧା ପରି ମୋ ସହିତ କ୍ଲେଶ ସହ୍ୟ କର।
2 Timothy 4:5 in Oriya 5 କିନ୍ତୁ ତୁମ୍ଭେ ସମସ୍ତ ବିଷୟରେ ସଚେତନ ହୁଅ, କ୍ଲେଶ ସହ୍ୟ କର, ସୁସମାଚାର ପ୍ରଚାର କର କାର୍ଯ୍ୟ ସାଧନ କର, ତୁମ୍ଭ ସେବାର କାର୍ଯ୍ୟ ସଫଳ କର।
Philemon 1:1 in Oriya 1 ପାଉଲ, ଖ୍ରୀଷ୍ଟ ଯୀଶୁଙ୍କ ନିମନ୍ତେ ବନ୍ଦୀ, ଆଉ ଭ୍ରାତା ତୀମଥି, ଆମ୍ଭମାନଙ୍କ ପ୍ରିୟପାତ୍ର ଓ ସହକର୍ମୀ ଫିଲୀମୋନ,
Hebrews 3:6 in Oriya 6 କିନ୍ତୁ ଖ୍ରୀଷ୍ଟ ତାହାଙ୍କ ଗୃହ ଉପରେ ପୁତ୍ର ସ୍ୱରୂପେ ବିଶ୍ୱସ୍ତ ଅଟନ୍ତି; ଯଦି ଆମ୍ଭେମାନେ ଆମ୍ଭମାନଙ୍କ ସାହସ ପୁଣି, ଦର୍ପର କାରଣ ଯେ ଆମ୍ଭମାନଙ୍କ ଭରସା, ତାହା ଦୃଢ଼ ଭାବରେ ଶେଷ ପର୍ଯ୍ୟନ୍ତ ଧରି ରଖୁ, ତାହାହେଲେ ଆମ୍ଭେମାନେ ତ ତାହାଙ୍କ ଗୃହ ସ୍ୱରୂପ।
Revelation 2:1 in Oriya 1 ଏଫିସ ମଣ୍ଡଳୀର ଦୂତ ନିକଟକୁ ଲେଖ:- ଯେ ଆପଣା ଦକ୍ଷିଣ ହସ୍ତରେ ସପ୍ତ ନକ୍ଷତ୍ର ଧାରଣ କରନ୍ତି ଓ ସପ୍ତ ସୁବର୍ଣ୍ଣ ପ୍ରଦୀପ ମଧ୍ୟରେ ଗମନାଗମନ କରନ୍ତି, ସେ ଏହା କହନ୍ତି,
Revelation 11:2 in Oriya 2 କିନ୍ତୁ ମନ୍ଦିରର ବାହାରେ ଥିବା ପ୍ରାଙ୍ଗଣକୁ ଛାଡ଼ିଦିଅ, ତାହା ମାପ ନାହିଁ, କାରଣ ତାହା ଅଣଯିହୂଦୀମାନଙ୍କୁ ଦିଆଯାଇଅଛି, ସେମାନେ ବୟାଳିଶ ମାସ ପର୍ଯ୍ୟନ୍ତ ପବିତ୍ର ନଗରୀକୁ ପାଦ ତଳେ ଦଳିତ କରିବେ।