Luke 11:2 in Oriya 2 ଏଥିରେ ସେ ସେମାନଙ୍କୁ କହିଲେ, ଯେତେବେଳେ ତୁମ୍ଭେମାନେ ପ୍ରାର୍ଥନା କର, ସେତେବେଳେ କୁହ, ପିତଃ, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ। ତୁମ୍ଭର ରାଜ୍ୟ ଆସୁ।
Other Translations King James Version (KJV) And he said unto them, When ye pray, say, Our Father which art in heaven, Hallowed be thy name. Thy kingdom come. Thy will be done, as in heaven, so in earth.
American Standard Version (ASV) And he said unto them, When ye pray, say, Father, Hallowed be thy name. Thy kingdom come.
Bible in Basic English (BBE) And he said to them, When you say your prayers, say, Father, may your name be kept holy and your kingdom come.
Darby English Bible (DBY) And he said to them, When ye pray, say, Father, thy name be hallowed; thy kingdom come;
World English Bible (WEB) He said to them, "When you pray, say, 'Our Father in heaven, May your name be kept holy. May your Kingdom come. May your will be done on Earth, as it is in heaven.
Young's Literal Translation (YLT) And he said to them, `When ye may pray, say ye: Our Father who art in the heavens; hallowed be Thy name: Thy reign come; Thy will come to pass, as in heaven also on earth;
Cross Reference Leviticus 10:3 in Oriya 3 ତହୁଁ ମୋଶା ହାରୋଣଙ୍କୁ କହିଲେ, “ସଦାପ୍ରଭୁ ଏହି କଥା କହିଲେ, ଯେଉଁମାନେ ଆମ୍ଭ ନିକଟକୁ ଆସନ୍ତି, ସେମାନଙ୍କ ମଧ୍ୟରେ ଆମ୍ଭେ ପବିତ୍ର ରୂପେ ମାନ୍ୟ ହେବା; ଓ ସମସ୍ତ ଲୋକଙ୍କ ସମ୍ମୁଖରେ ଆମ୍ଭେ ଗୌରବାନ୍ୱିତ ହେବା।” ତହିଁରେ ହାରୋଣ ମୌନ ହେଲେ।
Leviticus 22:23 in Oriya 23 ତୁମ୍ଭେ ଅଧିକ ଅଙ୍ଗ କି ହୀନାଙ୍ଗ ଗୋରୁ କି ମେଷ ସ୍ଵେଚ୍ଛାଦତ୍ତ ଉପହାର ରୂପେ ଉତ୍ସର୍ଗ କରି ପାର; ମାତ୍ର ମାନତ ନିମନ୍ତେ ତାହା ଗ୍ରାହ୍ୟ ହେବ ନାହିଁ।
1 Kings 8:43 in Oriya 43 ତେବେ, ତୁମ୍ଭେ ଆପଣା ନିବାସ-ସ୍ଥାନ ସ୍ୱର୍ଗରେ ଥାଇ ଶୁଣ ଓ ସେ ବିଦେଶୀ ତୁମ୍ଭ ନିକଟରେ ଯାହା ଯାହା ପ୍ରାର୍ଥନା କରେ, ତଦନୁସାରେ ତାହା ପ୍ରତି କର; ତହିଁରେ ତୁମ୍ଭ ଇସ୍ରାଏଲ-ଲୋକ ତୁଲ୍ୟ ତୁମ୍ଭକୁ ଭୟ କରିବା ପାଇଁ ପୃଥିବୀସ୍ଥ ସମସ୍ତ ଗୋଷ୍ଠୀ ତୁମ୍ଭ ନାମ ଜ୍ଞାତ ହେବେ ଓ ଆମ୍ଭ ନିର୍ମିତ ଏହି ଗୃହ ତୁମ୍ଭ ନାମରେ ଖ୍ୟାତ ବୋଲି ଜାଣିବେ।
2 Kings 19:19 in Oriya 19 ଏଣୁ ଏବେ, ହେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱର, ମୁଁ ବିନୟ କରୁଅଛି, ତାହାର ହସ୍ତରୁ ଆମ୍ଭମାନଙ୍କୁ ଉଦ୍ଧାର କର, ତହିଁରେ ତୁମ୍ଭେ, କେବଳ ତୁମ୍ଭେ ଯେ ସଦାପ୍ରଭୁ ପରମେଶ୍ୱର ଅଟ, ଏହା ପୃଥିବୀସ୍ଥ ସମୁଦାୟ ରାଜ୍ୟ ଜାଣିବେ।”
2 Chronicles 20:6 in Oriya 6 ଆଉ ସେ କହିଲେ, “ହେ ସଦାପ୍ରଭୁ, ଆମ୍ଭମାନଙ୍କ ପିତୃପୁରୁଷଗଣର ପରମେଶ୍ୱର, ତୁମ୍ଭେ କ'ଣ ସ୍ୱର୍ଗସ୍ଥ ପରମେଶ୍ୱର ନୁହଁ ? ତୁମ୍ଭେ କ'ଣ ଗୋଷ୍ଠୀମାନଙ୍କ ସମୁଦାୟ ରାଜ୍ୟର କର୍ତ୍ତା ନୁହଁ ? ପୁଣି, ତୁମ୍ଭ ହସ୍ତରେ ଶକ୍ତି ଓ ପରାକ୍ରମ ଅଛି, ଏଣୁ ତୁମ୍ଭର ପ୍ରତିବାଧା କରିବାକୁ କେହି ସମର୍ଥ ନୁହେଁ।
Psalm 11:4 in Oriya 4 ସଦାପ୍ରଭୁ ଆପଣା ପବିତ୍ର ମନ୍ଦିରରେ ଅଛନ୍ତି, ସଦାପ୍ରଭୁଙ୍କର ସିଂହାସନ ସ୍ୱର୍ଗରେ, ତାହାଙ୍କ ଚକ୍ଷୁ ନିରୀକ୍ଷଣ କରେ, ତାହାଙ୍କ ଚକ୍ଷୁର ପତା ମନୁଷ୍ୟ-ସନ୍ତାନମାନଙ୍କୁ ପରୀକ୍ଷା କରେ।
Psalm 57:11 in Oriya 11 ହେ ପରମେଶ୍ୱର, ତୁମ୍ଭେ ସ୍ୱର୍ଗ ଉପରେ ଉନ୍ନତ ହୁଅ; ସମୁଦାୟ ଭୂମଣ୍ଡଳ ଉପରେ ତୁମ୍ଭର ମହିମା ହେଉ।
Psalm 72:18 in Oriya 18 ସଦାପ୍ରଭୁ ପରମେଶ୍ୱର, ଇସ୍ରାଏଲର ପରମେଶ୍ୱର ଧନ୍ୟ ହେଉନ୍ତୁ, କେବଳ ସେ ଆଶ୍ଚର୍ଯ୍ୟ କର୍ମ କରନ୍ତି;
Psalm 103:20 in Oriya 20 ହେ ସଦାପ୍ରଭୁଙ୍କ ବାକ୍ୟସାଧକ ଓ ତାହାଙ୍କ ବାକ୍ୟର ରବ ଶ୍ରବଣକାରୀ, ବଳରେ ପରାକ୍ରାନ୍ତ ଦୂତଗଣ, ତୁମ୍ଭେମାନେ ତାହାଙ୍କର ଧନ୍ୟବାଦ କର।
Psalm 108:5 in Oriya 5 ହେ ପରମେଶ୍ୱର, ତୁମ୍ଭେ ଆକାଶମଣ୍ଡଳ ଉପରେ ଉନ୍ନତ ହୁଅ ଓ ତୁମ୍ଭର ଗୌରବ ସମୁଦାୟ ପୃଥିବୀରେ ଉନ୍ନତ ହେଉ।
Ecclesiastes 5:2 in Oriya 2 ତୁମ୍ଭେ ଆପଣା ମୁଖରେ ଅବିବେକୀ ହୁଅ ନାହିଁ ଓ ପରମେଶ୍ୱରଙ୍କ ସାକ୍ଷାତରେ କୌଣସି କଥା କହିବା ପାଇଁ ତୁମ୍ଭର ଚିତ୍ତ ଚଞ୍ଚଳ ନ ହେଉ; କାରଣ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି ଓ ତୁମ୍ଭେ ପୃଥିବୀରେ ଅଛ; ଏହେତୁ ତୁମ୍ଭେ କଥା କହିବା ପୁର୍ବରୁ ଭଲ ଭାବରେ ଚିନ୍ତା କର।
Isaiah 2:2 in Oriya 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Isaiah 6:2 in Oriya 2 ତାହାଙ୍କ ନିକଟରେ ସରାଫଗଣ ଠିଆ ହେଲେ; ସେ ପ୍ରତ୍ୟେକର ଛଅ ଛଅ ପକ୍ଷ ଥିଲା; ପ୍ରତ୍ୟେକେ ଦୁଇ ପକ୍ଷରେ ଆପଣା ଆପଣା ମୁଖ ଆଚ୍ଛାଦନ କଲେ, ଦୁଇ ପକ୍ଷରେ ଚରଣ ଆଚ୍ଛାଦନ କଲେ ଓ ଦୁଇ ପକ୍ଷରେ ଉଡ଼ିଲେ।
Isaiah 63:16 in Oriya 16 ଯଦ୍ୟପି ଅବ୍ରହାମ ଆମ୍ଭମାନଙ୍କୁ ଜାଣନ୍ତି ନାହିଁ ଓ ଇସ୍ରାଏଲ ଆମ୍ଭମାନଙ୍କୁ ସ୍ୱୀକାର କରନ୍ତି ନାହିଁ, ତଥାପି ତୁମ୍ଭେ ତ ଆମ୍ଭମାନଙ୍କର ପିତା; ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଅନନ୍ତ କାଳରୁ ଆମ୍ଭମାନଙ୍କର “ମୁକ୍ତିଦାତା” ବୋଲି ତୁମ୍ଭର ନାମ ଅଛି।
Ezekiel 36:23 in Oriya 23 ପୁଣି, ଯାହା ନାନା ଗୋଷ୍ଠୀ ମଧ୍ୟରେ ଅପବିତ୍ରୀକୃତ ହୋଇଅଛି, ଯାହା ତୁମ୍ଭେମାନେ ସେମାନଙ୍କ ମଧ୍ୟରେ ଅପବିତ୍ର କରିଅଛ, ଆମ୍ଭେ ଆପଣାର ସେହି ମହାନାମ ପବିତ୍ର କରିବା; ଆଉ, ଯେତେବେଳେ ଗୋଷ୍ଠୀୟମାନଙ୍କ ସାକ୍ଷାତରେ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ ପବିତ୍ରୀକୃତ ହେବା, ସେତେବେଳେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ସେମାନେ ଜାଣିବେ।
Daniel 2:28 in Oriya 28 ମାତ୍ର ଯେ ନିଗୂଢ଼ ବିଷୟମାନ ପ୍ରକାଶ କରନ୍ତି, ଏପରି ଏକ ପରମେଶ୍ୱର ସ୍ୱର୍ଗରେ ଅଛନ୍ତି, ଆଉ ଅନ୍ତିମ କାଳରେ ଯାହା ଯାହା ଘଟିବ, ତାହା ସେ ମହାରାଜା ନବୂଖଦ୍ନିତ୍ସରଙ୍କୁ ଜଣାଇ ଅଛନ୍ତି। ଆପଣଙ୍କ ସ୍ୱପ୍ନ ଓ ଶଯ୍ୟା ଉପରେ ଆପଣଙ୍କ ମନର ଦର୍ଶନ ଏହି;
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Daniel 7:18 in Oriya 18 ମାତ୍ର ସର୍ବୋପରିସ୍ଥଙ୍କର ପବିତ୍ରଗଣ ରାଜ୍ୟ ପ୍ରାପ୍ତ ହେବେ ଓ ଚିର କାଳ, ଅର୍ଥାତ୍, ଅନନ୍ତ କାଳ ପର୍ଯ୍ୟନ୍ତ ରାଜ୍ୟ ଭୋଗ କରିବେ।’
Daniel 7:27 in Oriya 27 ଆଉ, ଶାସନ କାଳ ଓ କର୍ତ୍ତୃତ୍ୱ ଓ ଆକାଶମଣ୍ଡଳର ଅଧଃସ୍ଥିତ ରାଜ୍ୟସମୂହର ମହିମା, ସର୍ବୋପରିସ୍ଥଙ୍କର ପବିତ୍ର ଲୋକମାନଙ୍କୁ ଦତ୍ତ ହେବ; ତାହାଙ୍କର ରାଜ୍ୟ ଅନନ୍ତ-କାଳୀନ ରାଜ୍ୟ ଓ ଯାବତୀୟ ଶାସନକର୍ତ୍ତା ତାହାଙ୍କର ସେବା କରିବେ ଓ ତାହାଙ୍କର ଆଜ୍ଞାବହ ହେବେ।
Hosea 14:2 in Oriya 2 ତୁମ୍ଭେମାନେ ବାକ୍ୟ ସଙ୍ଗରେ ଘେନି ସଦାପ୍ରଭୁଙ୍କ ନିକଟକୁ ଫେରି ଆସ; ତାହାଙ୍କୁ କୁହ, ଅଧର୍ମସକଳ କ୍ଷମା କର ଓ ଯାହା ଉତ୍ତମ, ତାହା ଗ୍ରହଣ କର; ତହିଁରେ ଆମ୍ଭେମାନେ ଆପଣା ଆପଣା ଓଷ୍ଠାଧରର ଉପହାର ବୃଷ ରୂପରେ ଉତ୍ସର୍ଗ କରିବା।
Habakkuk 2:14 in Oriya 14 କାରଣ ଜଳରାଶି ଯେପରି ସମୁଦ୍ରକୁ ଆବୃତ କରେ, ସେହିପରି ସଦାପ୍ରଭୁଙ୍କ ମହିମା ବିଷୟକ ଜ୍ଞାନରେ ପୃଥିବୀ ପରିପୂର୍ଣ୍ଣ ହେବ।
Matthew 3:2 in Oriya 2 “ମନପରିବର୍ତ୍ତନ କର, କାରଣ ସ୍ୱର୍ଗରାଜ୍ୟ ସନ୍ନିକଟ।”
Matthew 5:16 in Oriya 16 ସେହି ପ୍ରକାରେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତାଙ୍କର ମହିମା କୀର୍ତ୍ତନ କରିବେ।
Matthew 6:6 in Oriya 6 କିନ୍ତୁ ତୁମ୍ଭେ ପ୍ରାର୍ଥନା କରିବା ସମୟରେ ତୁମ୍ଭର ଗୁପ୍ତ କୋଠରୀରେ ପ୍ରବେଶ କର, ପୁଣି, ତୁମ୍ଭର କବାଟ ବନ୍ଦ କରି ଗୋପନରେ ଥିବା ତୁମ୍ଭ ପିତାଙ୍କ ଛାମୁରେ ପ୍ରାର୍ଥନା କର; ଆଉ ତୁମ୍ଭର ପିତା ଯେ ଗୋପନରେ ଦେଖନ୍ତି, ସେ ତୁମ୍ଭକୁ ଫଳ ଦେବେ।
Matthew 10:32 in Oriya 32 ଆଉ, ଯେ କେହି ଲୋକଙ୍କ ଆଗରେ ମୋତେ ସ୍ୱୀକାର କରିବ, ମୁଁ ମଧ୍ୟ ମୋହର ସ୍ୱର୍ଗସ୍ଥ ପିତାଙ୍କ ଆଗରେ ତାହାକୁ ସ୍ୱୀକାର କରିବି।
Luke 10:9 in Oriya 9 ସେ ସ୍ଥାନରେ ଥିବା ପୀଡ଼ିତମାନଙ୍କୁ ସୁସ୍ଥ କର, ଆଉ ସେମାନଙ୍କୁ କୁହ, ଇଶ୍ବରଙ୍କ ରାଜ୍ୟ ତୁମ୍ଭମାନଙ୍କ ସନ୍ନିକଟ।
Romans 1:7 in Oriya 7 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Romans 8:15 in Oriya 15 କାରଣ ତୁମ୍ଭେମାନେ ପୁନର୍ବାର ଭୟ କରିବା ନିମନ୍ତେ ଦାସତ୍ୱର ଆତ୍ମା ପାଇ ନାହଁ, କିନ୍ତୁ ପୁତ୍ରତ୍ୱର ଆତ୍ମା ପାଇଅଛ; ତଦ୍ୱାରା ଆମ୍ଭେମାନେ ଆବ୍ବା, ପିତଃ ବୋଲି ଡାକିଥାଉ।
1 Corinthians 1:3 in Oriya 3 ତୁମ୍ଭମାନଙ୍କ ପ୍ରତି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ହେଉ।
2 Corinthians 1:2 in Oriya 2 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Galatians 1:4 in Oriya 4 ସେ ଆମ୍ଭମାନଙ୍କ ପିତା ଇଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ;
Ephesians 1:2 in Oriya 2 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Philippians 1:2 in Oriya 2 ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
Philippians 4:20 in Oriya 20 ଆମ୍ଭମାନଙ୍କର ଈଶ୍ୱର ଓ ପିତାଙ୍କ ପ୍ରତି ଯୁଗେ ଯୁଗେ ଗୌରବ ହେଉ। ଆମେନ୍।
Colossians 1:2 in Oriya 2 ତୀମଥି କଲସୀରେ ଥିବା ସାଧୁ ଓ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସୀ ଭ୍ରାତୃବୃନ୍ଦଙ୍କ ନିକଟକୁ; ଆମ୍ଭମାନଙ୍କ ପିତା ଈଶ୍ୱରଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
1 Thessalonians 1:1 in Oriya 1 ପାଉଲ, ସିଲ୍ୱାନ ଓ ତୀମଥି ପିତା ଈଶ୍ୱର ଓ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ ପତ୍ର; ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ।
1 Thessalonians 1:3 in Oriya 3 ଆମ୍ଭମାନଙ୍କ ପ୍ରାର୍ଥନାରେ ତୁମ୍ଭମାନଙ୍କ ନାମ ଉଲ୍ଲେଖପୂର୍ବକ ସମସ୍ତଙ୍କ ନିମନ୍ତେ ସର୍ବଦା ଈଶ୍ୱରଙ୍କୁ ଧନ୍ୟବାଦ ଦେଉଅଛୁ;
1 Thessalonians 3:11 in Oriya 11 ଆମ୍ଭମାନଙ୍କ ଈଶ୍ୱର ଓ ପିତା ନିଜେ ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁ ତୁମ୍ଭମାନଙ୍କ ନିକଟକୁ ଆମ୍ଭମାନଙ୍କ ଆଗମନର ପଥ ସୁଗମ କରନ୍ତୁ;
2 Thessalonians 1:1 in Oriya 1 ପାଉଲ, ସିଲ୍ୱାନ ଓ ତୀମଥି ଆମ୍ଭମାନଙ୍କ ପିତା ଈଶ୍ୱର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରେ ଥିବା ଥେସଲନୀକୀୟ ମଣ୍ଡଳୀ ନିକଟକୁ;
2 Thessalonians 2:16 in Oriya 16 ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟ ନିଜେ, ଆଉ ଆମ୍ଭମାନଙ୍କ ଯେଉଁ ପିତା ଈଶ୍ୱର ଆମ୍ଭମାନଙ୍କୁ ପ୍ରେମ କରି ଅନୁଗ୍ରହରେ ଆମ୍ଭମାନଙ୍କୁ ଅନନ୍ତ ସାନ୍ତ୍ୱନା ଓ ଉତ୍ତମ ଭରସା ଦେଇଅଛନ୍ତି,
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।
Revelation 15:4 in Oriya 4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।
Revelation 19:6 in Oriya 6 ଆଉ ମୁଁ ମହାଜନତାର ଶବ୍ଦ ପରି ଏବଂ ବହୁଜଳକଲ୍ଲୋଳ ଓ ଘୋର ମେଘଗର୍ଜନର ଶଦ୍ଦ ପରି ଗୋଟିଏ ଶଦ୍ଦ ଏହା କହିବାର ଶୁଣିଲି, ହାଲ୍ଲିଲୂୟା, କାରଣ ପ୍ରଭୁ ଆମ୍ଭମାନଙ୍କର ସର୍ବଶକ୍ତିମାନ ଈଶ୍ୱର ରାଜତ୍ୱ ଗ୍ରହଣ କରିଅଛନ୍ତି।
Revelation 20:4 in Oriya 4 ପରେ ମୁଁ ସିଂହାସନସମୂହ ଦେଖିଲି; ସେହି ସବୁ ଉପରେ କେତେକ ବ୍ୟକ୍ତି ଉପବେଶନ କଲେ, ସେମାନଙ୍କୁ ବିଚାର କରିବାର କ୍ଷମତା ଦିଆଗଲା। ଆଉ ଯୀଶୁଙ୍କ ସାକ୍ଷ୍ୟ ଓ ଇଶ୍ବରଙ୍କ ବାକ୍ୟ ନିମନ୍ତେ ଯେଉଁମାନଙ୍କର ମସ୍ତକ ଛେଦନ ହୋଇଥିଲା, ପୁଣି, ଯେଉଁମାନେ ସେହି ପଶୁକୁ ବା ତାହାର ପ୍ରତିମାକୁ ପ୍ରଣାମ କରି ନ ଥିଲେ ଓ ତାହାର ଚିହ୍ନ ଆପଣା ଆପଣା କପାଳରେ ଓ ହସ୍ତରେ ଧାରଣ କରି ନ ଥିଲେ, ସେମାନଙ୍କ ଆତ୍ମାମାନଙ୍କୁ ଦେଖିଲି; ସେମାନେ ଜୀବିତ ହୋଇ ଖ୍ରୀଷ୍ଟଙ୍କ ସହିତ ଏକ ସହସ୍ର ବର୍ଷ ପର୍ଯ୍ୟନ୍ତ ରାଜତ୍ୱ କଲେ।