Luke 11:9 in Oriya 9 ମୁଁ ମଧ୍ୟ ତୁମ୍ଭମାନଙ୍କୁ କହୁଅଛି, ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଦ୍ୱାର ଫିଟାଇଦିଆଯିବ।
Other Translations King James Version (KJV) And I say unto you, Ask, and it shall be given you; seek, and ye shall find; knock, and it shall be opened unto you.
American Standard Version (ASV) And I say unto you, Ask, and it shall be given you; seek, and ye shall find; knock, and it shall be opened unto you.
Bible in Basic English (BBE) And I say to you, Make requests, and they will be answered; what you are searching for, you will get; when you give the sign, the door will be open to you.
Darby English Bible (DBY) And *I* say to you, Ask, and it shall be given to you; seek, and ye shall find; knock, and it shall be opened to you.
World English Bible (WEB) "I tell you, keep asking, and it will be given you. Keep seeking, and you will find. Keep knocking, and it will be opened to you.
Young's Literal Translation (YLT) and I say to you, Ask, and it shall be given to you; seek, and ye shall find; knock, and it shall be opened to you;
Cross Reference Psalm 27:4 in Oriya 4 ମୁଁ ସଦାପ୍ରଭୁଙ୍କ ସୌନ୍ଦର୍ଯ୍ୟ ଦେଖିବା ପାଇଁ ଓ ତାହାଙ୍କ ମନ୍ଦିରରେ ଅନୁସନ୍ଧାନ କରିବା ପାଇଁ ଯେପରି ଯାବଜ୍ଜୀବନ ସଦାପ୍ରଭୁଙ୍କ ଗୃହରେ ବାସ କରିବି, ଏହି ଏକ ବିଷୟ ମୁଁ ସଦାପ୍ରଭୁଙ୍କ ନିକଟରେ ମାଗିଅଛି, ତାହା ହିଁ ମୁଁ ଅନ୍ୱେଷଣ କରିବି।
Psalm 27:8 in Oriya 8 ଯେତେବେଳେ ତୁମ୍ଭେ କହିଲ, “ତୁମ୍ଭେମାନେ ମୋହର ମୁଖ ଅନ୍ୱେଷଣ କର,” ମୋ' ଅନ୍ତଃକରଣ ତୁମ୍ଭଙ୍କୁ କହିଲା, “ସଦାପ୍ରଭୁ, ମୁଁ ତୁମ୍ଭର ମୁଖ ଅନ୍ୱେଷଣ କରିବି।”
Psalm 34:4 in Oriya 4 ମୁଁ ସଦାପ୍ରଭୁଙ୍କର ଅନ୍ୱେଷଣ କଲି ଓ ସେ ମୋତେ ଉତ୍ତର ଦେଲେ, ପୁଣି, ମୋହର ସବୁ ଭୟରୁ ମୋତେ ଉଦ୍ଧାର କଲେ।
Psalm 34:10 in Oriya 10 ଯୁବାସିଂହମାନଙ୍କର ଅଭାବ ଓ କ୍ଷୁଧାରୁ କ୍ଳେଶ ହୁଏ; ମାତ୍ର ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କର କୌଣସି ମଙ୍ଗଳ ବିଷୟ ଅଭାବ ନୋହିବ।
Psalm 50:15 in Oriya 15 ପୁଣି, ସଙ୍କଟ ଦିନରେ ଆମ୍ଭକୁ ଡାକ; ଆମ୍ଭେ ତୁମ୍ଭକୁ ଉଦ୍ଧାର କରିବା, ଆଉ ତୁମ୍ଭେ ଆମ୍ଭର ମହିମା ପ୍ରକାଶ କରିବ।”
Psalm 105:3 in Oriya 3 ତୁମ୍ଭେମାନେ ତାହାଙ୍କ ପବିତ୍ର ନାମରେ ଦର୍ପ କର; ଯେଉଁମାନେ ସଦାପ୍ରଭୁଙ୍କର ଅନ୍ୱେଷଣ କରନ୍ତି, ସେମାନଙ୍କ ଚିତ୍ତ ଆନନ୍ଦିତ ହେଉ।
Psalm 118:5 in Oriya 5 ମୁଁ ସଙ୍କଟ କାଳରେ ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କଲି; ସଦାପ୍ରଭୁ ମୋତେ ଉତ୍ତର ଦେଇ ପ୍ରଶସ୍ତ ସ୍ଥାନରେ ସ୍ଥାପନ କଲେ।
Song of Solomon 3:1 in Oriya 1 ଯାହାଙ୍କୁ ମୋହର ପ୍ରାଣ ପ୍ରେମ କରେ, ତାଙ୍କୁ ମୁଁ ରାତ୍ରିକାଳେ ଆପଣା ଶଯ୍ୟାରେ ଖୋଜିଲି; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇଲି ନାହିଁ।
Song of Solomon 5:6 in Oriya 6 ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ।
Isaiah 45:19 in Oriya 19 ଆମ୍ଭେ ଗୋପନରେ ଅନ୍ଧକାରମୟ ଦେଶର କୌଣସି ସ୍ଥାନରେ କହି ନାହୁଁ; ତୁମ୍ଭେମାନେ ବୃଥାରେ ଆମ୍ଭର ଅନ୍ୱେଷଣ କର, ଏହା ଆମ୍ଭେ ଯାକୁବ ବଂଶକୁ କହି ନାହୁଁ, ଆମ୍ଭେ ସଦାପ୍ରଭୁ ଧର୍ମବାଦୀ, ଆମ୍ଭେ ସଠିକ କଥା ପ୍ରକାଶ କରୁ।
Isaiah 55:6 in Oriya 6 ଯେପର୍ଯ୍ୟନ୍ତ ସଦାପ୍ରଭୁଙ୍କର ଉଦ୍ଦେଶ୍ୟ ମିଳୁଅଛି, ସେପର୍ଯ୍ୟନ୍ତ ତୁମ୍ଭେମାନେ ତାହାଙ୍କର ଅନ୍ୱେଷଣ କର, ଯେପର୍ଯ୍ୟନ୍ତ ସେ ନିକଟରେ ଅଛନ୍ତି, ସେପର୍ଯ୍ୟନ୍ତ ତାହାଙ୍କଠାରେ ପ୍ରାର୍ଥନା କର।
Jeremiah 29:12 in Oriya 12 ପୁଣି, ତୁମ୍ଭେମାନେ ଆମ୍ଭକୁ ଆହ୍ୱାନ କରିବ ଓ ଯାଇ ଆମ୍ଭ ନିକଟରେ ପ୍ରାର୍ଥନା କରିବ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ କଥାରେ ମନୋଯୋଗ କରିବା।
Jeremiah 33:3 in Oriya 3 ତୁମ୍ଭେ ଆମ୍ଭ ନିକଟରେ ପ୍ରାର୍ଥନା କର, ତହିଁରେ ଆମ୍ଭେ ତୁମ୍ଭକୁ ଉତ୍ତର ଦେବା, ପୁଣି ତୁମ୍ଭର ଅଜ୍ଞାତ ମହତ ଓ ଦୁଷ୍କର ବିଷୟମାନ ତୁମ୍ଭକୁ ଦେଖାଇବା।'
Daniel 9:3 in Oriya 3 ଏଣୁ ମୁଁ ଉପବାସ, ଚଟ ପରିଧାନ ଓ ଭସ୍ମ ଲେପନ କରି ପ୍ରାର୍ଥନା ଓ ବିନତି ଦ୍ୱାରା ପ୍ରଭୁ ପରମେଶ୍ୱରଙ୍କର ଅନ୍ଵେଷଣ କରିବା ପାଇଁ ତାହାଙ୍କ ପ୍ରତି ଦୃଷ୍ଟି କଲି।
Amos 5:4 in Oriya 4 କାରଣ ଇସ୍ରାଏଲ ବଂଶକୁ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେମାନେ ଆମ୍ଭର ଅନ୍ୱେଷଣ କର, ତହିଁରେ ତୁମ୍ଭେମାନେ ବଞ୍ଚିବ।
Matthew 6:29 in Oriya 29 ତଥାପି ମୁଁ ତୁମ୍ଭମାନଙ୍କୁ କହୁଅଛି, ଶଲୋମନ ସୁଦ୍ଧା ଆପଣାର ସମସ୍ତ ଏୗଶ୍ୱର୍ଯ୍ୟରେ ଏଗୁଡ଼ିକ ମଧ୍ୟରୁ ଗୋଟିକ ପରି ବିଭୂଷିତ ନ ଥିଲେ।
Matthew 7:7 in Oriya 7 ମାଗ, ସେଥିରେ ତୁମ୍ଭମାନଙ୍କୁ ଦିଆଯିବ; ଖୋଜ, ସେଥିରେ ତୁମ୍ଭେମାନେ ସନ୍ଧାନ ପାଇବ; ଦ୍ୱାରରେ ମାର, ସେଥିରେ ତୁମ୍ଭମାନଙ୍କ ନିମନ୍ତେ ଫିଟାଇ ଦିଆଯିବ।
Matthew 21:22 in Oriya 22 ପୁଣି, ବିଶ୍ୱାସ କରି ପ୍ରାର୍ଥନାରେ ଯାହା କିଛି ମାଗିବ, ସେହି ସବୁ ପାଇବ।
Matthew 21:31 in Oriya 31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା ? ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।
Mark 11:24 in Oriya 24 ଅତଏବ, ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭେମାନେ ଯାହା ଯାହା ପ୍ରାର୍ଥନା କର ଓ ମାଗ, ସେ ସବୁ ପାଇଅଛ ବୋଲି ବିଶ୍ୱାସ କର, ସେଥିରେ ସେହି ସବୁ ପାଇବ।
Mark 13:37 in Oriya 37 ମୁଁ ତୁମ୍ଭମାନଙ୍କୁ ଯାହା କହୁଅଛି, ତାହା ସମସ୍ତଙ୍କୁ କହୁଅଛି, ଜାଗ୍ରତ ଥାଅ।
Luke 13:24 in Oriya 24 ସଂକୀର୍ଣ୍ଣ ଦ୍ୱାର ଦେଇ ପ୍ରବେଶ କରିବାକୁ ପ୍ରାଣପଣ କର, କାରଣ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକ ପ୍ରବେଶ କରିବା ନିମନ୍ତେ ଚେଷ୍ଟା କରିବେ, କିନ୍ତୁ ପାରିବେ ନାହିଁ।
John 1:45 in Oriya 45 ଫିଲିପ୍ପ ନିଥନିୟେଲଙ୍କ ଦେଖା ପାଇ ତାଙ୍କୁ କହିଲେ, ଯାହାଙ୍କ ବିଷୟରେ ମୋଶା ମୋଶାଙ୍କ ବ୍ୟବସ୍ଥାରେ ଲେଖିଅଛନ୍ତି, ପୁଣି, ଭାବବାଦୀମାନେ ମଧ୍ୟ ଲେଖିଅଛନ୍ତି, ଆମ୍ଭେମାନେ ତାହାଙ୍କର ଦେଖା ପାଇଅଛୁ; ସେ ଯୋଷେଫଙ୍କ ପୁତ୍ର ନାଜରିତୀୟ ଯୀଶୁ।
John 4:10 in Oriya 10 ଯୀଶୁ ତାହାକୁ ଉତ୍ତର ଦେଲେ, ଇଶ୍ବରଙ୍କ ଦାନ ଓ ମୋତେ ପିଇବାକୁ ଦିଅ ବୋଲି ଯେ ତୁମ୍ଭକୁ କହୁଅଛନ୍ତି, ସେ କିଏ, ଏହା ଯଦି ତୁମ୍ଭେ ଜାଣିଥାଆନ୍ତ, ତାହାହେଲେ ତୁମ୍ଭେ ତାହାଙ୍କୁ ମାଗିଥାଆନ୍ତ, ଆଉ ସେ ତୁମ୍ଭକୁ ଜୀବନ୍ତ ଜଳ ଦେଇଥାଆନ୍ତେ।
John 14:13 in Oriya 13 ପୁଣି, ପିତା ଯେପରି ପୁତ୍ରଙ୍କଠାରେ ମହିମାନ୍ୱିତ ହୁଅନ୍ତି, ଏଥି ନିମନ୍ତେ ତୁମ୍ଭେମାନେ ମୋ' ନାମରେ ଯାହା କିଛି ମାଗିବ, ତାହା ମୁଁ କରିବି।
John 15:7 in Oriya 7 ଯଦି ତୁମ୍ଭେମାନେ ମୋ'ଠାରେ ରୁହ, ଆଉ ମୋହର ବାକ୍ୟ ତୁମ୍ଭମାନଙ୍କଠାରେ ରୁହେ, ତାହାହେଲେ ଯେକୌଣସି ବିଷୟ ଇଚ୍ଛା କର, ତାହା ମାଗ, ଆଉ ତୁମ୍ଭମାନଙ୍କ ନିମନ୍ତେ ତାହା ସାଧିତ ହେବ।
John 15:16 in Oriya 16 ତୁମ୍ଭେମାନେ ମୋତେ ମନୋନୀତ କରି ନାହଁ, କିନ୍ତୁ ମୁଁ ତୁମ୍ଭମାନଙ୍କୁ ମନୋନୀତ କରିଅଛି, ଆଉ ତୁମ୍ଭେମାନେ ଯେପରି ଯାଇ ଫଳ ଉତ୍ପନ୍ନ କର ଓ ତୁମ୍ଭମାନଙ୍କର ଫଳ ସ୍ଥାୟୀ ହୁଏ, ଏଥି ନିମନ୍ତେ ତୁମ୍ଭମାନଙ୍କୁ ନିଯୁକ୍ତ କରିଅଛି। ସେଥିରେ ତୁମ୍ଭେମାନେ ମୋ' ନାମରେ ପିତାଙ୍କୁ ଯାହା କିଛି ମାଗିବ, ସେ ତାହା ତୁମ୍ଭମାନଙ୍କୁ ଦେବେ;
John 16:23 in Oriya 23 ସେ ଦିନ ତୁମ୍ଭେମାନେ ମୋତେ କିଛି ପଚାରିବ ନାହିଁ। ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯଦି ତୁମ୍ଭେମାନେ ପିତାଙ୍କୁ କିଛି ମାଗିବ, ତେବେ ମୋ' ନାମରେ ସେ ତୁମ୍ଭମାନଙ୍କୁ ତାହା ଦେବେ।
Acts 10:4 in Oriya 4 ସେ ସେଥିରେ ତାହାଙ୍କ ପ୍ରତି ଏକଦୃଷ୍ଟିରେ ଚାହିଁ ଭୀତ ହୋଇ କହିଲେ, ହେ ପ୍ରଭୁ କ'ଣ ? ସେ ତାହାଙ୍କୁ କହିଲେ, ତୁମ୍ଭର ପ୍ରାର୍ଥନା ଓ ଦାନସବୁ ସ୍ମରଣାର୍ଥକ ବଳି ସ୍ୱରୂପେ ଊର୍ଦ୍ଧ୍ୱରେ ଇଶ୍ବରଙ୍କ ଛାମୁରେ ଉଠିଅଛି।
Romans 2:7 in Oriya 7 ଯେଉଁମାନେ ଧୈର୍ଯ୍ୟ ସହିତ ଉତ୍ତମ କର୍ମ କରି ଗୌରବ, ସମ୍ମାନ ଓ ଅମରତା ଅନ୍ୱେଷଣ କରନ୍ତି, ସେମାନଙ୍କୁ ଅନନ୍ତ ଜୀବନ ପ୍ରଦାନ କରିବେ,
2 Corinthians 6:2 in Oriya 2 କାରଣ ସେ କହନ୍ତି, “ଆମ୍ଭେ ଅନୁଗ୍ରହର ସମୟରେ ତୁମ୍ଭର ପ୍ରାର୍ଥନା ଶ୍ରବଣ କଲୁ, ଆଉ ପରିତ୍ରାଣର ଦିନରେ ଆମ୍ଭେ ତୁମ୍ଭର ସାହାଯ୍ୟ କଲୁ।” ଦେଖ, ଏବେ ମହାଅନୁଗ୍ରହର ସମୟ; ଦେଖ, ଏବେ ପରିତ୍ରାଣର ଦିନ।
2 Corinthians 12:8 in Oriya 8 ଯେପରି ତାହା ମୋ'ଠାରୁ ଦୂର ହୁଏ, ଏଥିପାଇଁ ମୁଁ ପ୍ରଭୁଙ୍କୁ ସେ ବିଷୟରେ ତିନି ଥର ବିନତି କଲି।
Hebrews 4:16 in Oriya 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
Hebrews 11:6 in Oriya 6 ଆଉ ବିଶ୍ୱାସ ବିନା ତାହାଙ୍କ ସନ୍ତୋଷପାତ୍ର ହେବା ଅସମ୍ଭବ, କାରଣ ଈଶ୍ୱର ଯେ ଅଛନ୍ତି, ଆଉ ସେ ଯେ ତାହାଙ୍କ ଅନ୍ୱେଷଣକାରୀମାନଙ୍କର ପୁରସ୍କାରଦାତା, ଏହା ତାହାଙ୍କ ଛାମୁକୁ ଆସିବା ଲୋକର ବିଶ୍ୱାସ କରିବା ଆବଶ୍ୟକ।
James 1:5 in Oriya 5 କିନ୍ତୁ ତୁମ୍ଭମାନଙ୍କ ମଧ୍ୟରୁ ଯେବେ କାହାରି ଜ୍ଞାନର ଅଭାବ ଥାଏ, ତେବେ ଯେଉଁ ଈଶ୍ୱର ଦୋଷ ନ ଧରି ମୁକ୍ତ ହସ୍ତରେ ସମସ୍ତଙ୍କୁ ଦାନ କରନ୍ତି, ତାହାଙ୍କ ଛାମୁରେ ସେ ପ୍ରାର୍ଥନା କରୁ, ସେଥିରେ ତାହାକୁ ଦିଆଯିବ।
James 5:15 in Oriya 15 ବିଶ୍ୱାସଯୁକ୍ତ ପ୍ରାର୍ଥନା ସେହି ରୋଗୀକୁ ରକ୍ଷା କରିବ, ପୁଣି, ପ୍ରଭୁ ତାହାକୁ ଉଠାଇବେ ଆଉ ଯଦି ସେ ପାପ କରିଥାଏ, ତାହାହେଲେ ତାହାକୁ କ୍ଷମା ଦିଆଯିବ।
1 John 3:22 in Oriya 22 ପୁଣି, ଆମ୍ଭେମାନେ ଯାହା ଯାହା ମାଗୁ, ସେହି ସବୁ ତାହାଙ୍କଠାରୁ ପାଇଥାଉ, କାରଣ ଆମ୍ଭେମାନେ ତାହାଙ୍କର ଆଜ୍ଞା ପାଳନ କରୁ, ପୁଣି, ତାହାଙ୍କର ଦୃଷ୍ଟିରେ ଯାହା ସନ୍ତୋଷଜନକ, ତାହା କରିଥାଉ।
1 John 5:14 in Oriya 14 ପୁଣି, ଆମ୍ଭେମାନେ ଯେବେ ତାହାଙ୍କ ଇଚ୍ଛାନୁସାରେ କୌଣସି ପ୍ରାର୍ଥନା କରୁ, ତେବେ ସେ ଆମ୍ଭମାନଙ୍କର ସେହି ପ୍ରାର୍ଥନା ଶୁଣନ୍ତି, ତାହାଙ୍କ ଛାମୁରେ ଆମ୍ଭମାନଙ୍କର ଏହି ସାହସ ଅଛି।
Revelation 2:24 in Oriya 24 କିନ୍ତୁ ତୁମ୍ଭମାନଙ୍କୁ, ଅର୍ଥାତ୍ ଥୁୟତୀରାରେ ଥିବା ଯେଉଁ ଅବଶିଷ୍ଟ ଲୋକେ ଏହି ମତାବଲମ୍ୱୀ ନୁହଁ ଓ ଯାହାକୁ ଶୟତାନର ନିଗୁଢ଼ ଶିକ୍ଷା ବୋଲି କହନ୍ତି, ତାହା ଜ୍ଞାତ ନୁହଁ, ତୁମ୍ଭମାନଙ୍କୁ ଆମ୍ଭେ କହୁଅଛୁ, ତୁମ୍ଭମାନଙ୍କ ଉପରେ ଆମ୍ଭେ ଆଉ କୌଣସି ଭାର ଦେବୁ ନାହିଁ।