Luke 12:20 in Oriya 20 କିନ୍ତୁ ଈଶ୍ୱର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହି ସବୁ କାହାର ହେବ ?
Other Translations King James Version (KJV) But God said unto him, Thou fool, this night thy soul shall be required of thee: then whose shall those things be, which thou hast provided?
American Standard Version (ASV) But God said unto him, Thou foolish one, this night is thy soul required of thee; and the things which thou hast prepared, whose shall they be?
Bible in Basic English (BBE) But God said to him, You foolish one, tonight I will take your soul from you, and who then will be the owner of all the things which you have got together?
Darby English Bible (DBY) But God said to him, Fool, this night thy soul shall be required of thee; and whose shall be what thou hast prepared?
World English Bible (WEB) "But God said to him, 'You foolish one, tonight your soul is required of you. The things which you have prepared--whose will they be?'
Young's Literal Translation (YLT) `And God said to him, Unthinking one! this night thy soul they shall require from thee, and what things thou didst prepare -- to whom shall they be?
Cross Reference Exodus 16:9 in Oriya 9 ଆଉ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀକୁ କୁହ, ତୁମ୍ଭେମାନେ ସଦାପ୍ରଭୁଙ୍କ ଛାମୁକୁ ଆସ, ସେ ତୁମ୍ଭମାନଙ୍କର ବଚସା ଶୁଣିଅଛନ୍ତି।”
1 Samuel 25:36 in Oriya 36 ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।
2 Samuel 13:28 in Oriya 28 ଏଉତ୍ତାରେ ଅବଶାଲୋମ ଆପଣା ଯୁବାମାନଙ୍କୁ ଆଜ୍ଞା ଦେଇ କହିଲା, “ତୁମ୍ଭେମାନେ ଦେଖୁଥାଅ, ଦ୍ରାକ୍ଷାରସରେ ଅମ୍ନୋନର ଚିତ୍ତ ପ୍ରଫୁଲ୍ଲ ହେଲେ, ଯେତେବେଳେ ମୁଁ ତୁମ୍ଭମାନଙ୍କୁ କହିବି, ‘ଅମ୍ନୋନକୁ ମାର,' ସେତେବେଳେ ତୁମ୍ଭେମାନେ ତାହାକୁ ବଧ କରିବ, ଭୟ କରିବ ନାହିଁ; ମୁଁ କ'ଣ ତୁମ୍ଭମାନଙ୍କୁ ଆଜ୍ଞା ଦେଇ ନାହିଁ ? ବଳ ବାନ୍ଧ ଓ ବିକ୍ରମଶାଳୀ ହୁଅ।”
1 Kings 16:9 in Oriya 9 ତହିଁ ଉତ୍ତାରେ ତାଙ୍କର ରଥସମୂହର ଅର୍ଦ୍ଧେକର ଅଧିପତି ସିମ୍ରି ନାମକ ତାଙ୍କର ଦାସ ତାଙ୍କ ବିରୁଦ୍ଧରେ ଚକ୍ରାନ୍ତ କଲେ; ଏଲା ତିର୍ସାରେ ଥାଇ ତିର୍ସାସ୍ଥିତ ଆପଣା ଗୃହର ଅଧ୍ୟକ୍ଷ ଅର୍ସାର ଗୃହରେ ପାନ କରି ମତ୍ତ ହେଉଥିଲେ;
Esther 5:11 in Oriya 11 ଆଉ, ହାମନ୍ ଆପଣା ଧନ ଓ ଐଶ୍ୱର୍ଯ୍ୟର କଥା ଓ ବହୁ ସନ୍ତାନମାନଙ୍କ କଥା ଓ ରାଜା କିପରି ତାହାର ପଦ ବୃଦ୍ଧି କରିଅଛନ୍ତି ଓ କିପରି ତାହାଙ୍କୁ ଆପଣା ଅଧିପତିମାନଙ୍କ ଓ ଦାସମାନଙ୍କ ଉପରେ ଆସନ ଦେଇଅଛନ୍ତି, ଏହିସବୁ ବିଷୟ ସେମାନଙ୍କୁ ଶୁଣାଇଲେ।
Esther 8:1 in Oriya 1 ସେହି ଦିନ ଅକ୍ଷଶ୍ୱେରଶ ରାଜା ଏଷ୍ଟର ରାଣୀଙ୍କୁ ଯିହୁଦୀୟ ଲୋକମାନଙ୍କର ଶତ୍ରୁ ହାମନ୍ର ଗୃହାଦି ଦେଲା, ଆଉ ମର୍ଦ୍ଦଖୟ ରାଜାଙ୍କ ସାକ୍ଷାତରେ ଉପସ୍ଥିତ ହେଲେ; କାରଣ ମର୍ଦ୍ଦଖୟ ଆପଣାର କଅଣ ହୁଏ, ଏହା ଏଷ୍ଟର ଜଣାଇଥିଲେ।
Job 20:20 in Oriya 20 ସେ ଆପଣା ଅନ୍ତରରେ କିଛି ଶାନ୍ତି ପାଇଲା ନାହିଁ, ଏଣୁ ସେ ଆପଣା ଇଷ୍ଟ ବସ୍ତୁରୁ କିଛି ହିଁ ରକ୍ଷା କରି ପାରିବ ନାହିଁ।
Job 27:8 in Oriya 8 କାରଣ ଅଧାର୍ମିକ ଲାଭ ପ୍ରାପ୍ତ ହେଲେ ହେଁ, ପରମେଶ୍ୱର ତାହାର ପ୍ରାଣ ହରଣ କଲେ, ତାହାର ପ୍ରତ୍ୟାଶା କଅଣ ?
Job 27:16 in Oriya 16 ଯଦ୍ୟପି ସେ ଧୂଳି ପରି ରୂପା ଗଦା କରେ ଓ କର୍ଦ୍ଦମ ପରି ବସ୍ତ୍ର ପ୍ରସ୍ତୁତ କରେ,
Psalm 39:6 in Oriya 6 ନିଶ୍ଚୟ ପ୍ରତ୍ୟେକ ମନୁଷ୍ୟ ଛାୟା ତୁଲ୍ୟ ଗମନାଗମନ କରେ; ନିଶ୍ଚୟ ସେମାନେ ଅସାରରେ ବ୍ୟସ୍ତ; ସେ ଧନ ଗଦା କରେ, ଆଉ କିଏ ତାହା ସଂଗ୍ରହ କରିବ, ଜାଣେ ନାହିଁ।
Psalm 49:17 in Oriya 17 କାରଣ ମରଣକାଳରେ ସେ କିଛି ନେଇଯିବ ନାହିଁ; ତାହାର ଐଶ୍ୱର୍ଯ୍ୟ ତାହାର ପଶ୍ଚାଦ୍ଗମନ କରିବ ନାହିଁ।
Psalm 52:5 in Oriya 5 ପରମେଶ୍ୱର ତଦ୍ରୂପ ତୁମ୍ଭକୁ ସଦାକାଳ ବିନାଶ କରିବେ, ସେ ତୁମ୍ଭକୁ ଧରି ତୁମ୍ଭ ତମ୍ବୁକୁ ଟାଣି ନେବେ ଓ ଜୀବିତମାନଙ୍କ ଦେଶରୁ ତୁମ୍ଭର ମୂଳୋତ୍ପାଟନ କରିବେ। ସେଲା
Psalm 73:19 in Oriya 19 ସେମାନେ ଏକ ନିମିଷରେ କିପରି ଉଚ୍ଛିନ୍ନ ହୁଅନ୍ତି ! ନାନା ତ୍ରାସରେ ସେମାନେ ନିଃଶେଷ ରୂପେ ସଂହାରିତ ହୁଅନ୍ତି।
Psalm 78:30 in Oriya 30 ଅଭିଳାଷିତ ବିଷୟରୁ ସେମାନଙ୍କ ସ୍ନେହ ଭଙ୍ଗ ନୋହୁଣୁ, ଖାଦ୍ୟ ସେମାନଙ୍କ ମୁଖରେ ଥାଉ ଥାଉ
Proverbs 11:4 in Oriya 4 କ୍ରୋଧର ଦିନରେ ଧନ ନିଷ୍ଫଳ, ମାତ୍ର ଧାର୍ମିକତା ମୃତ୍ୟୁୁରୁ ରକ୍ଷା କରେ।
Proverbs 28:8 in Oriya 8 ଯେଉଁ ଲୋକ ସୁଧ ଓ ବୃଦ୍ଧି ଦ୍ୱାରା ଆପଣା ସମ୍ପତ୍ତି ବୃଦ୍ଧି କରେ, ସେ ଦୀନହୀନ ପ୍ରତି ଦୟାକାରୀ ପାଇଁ ତାହା ସଞ୍ଚୟ କରେ।
Ecclesiastes 2:18 in Oriya 18 ପୁଣି, ସୂର୍ଯ୍ୟ ତଳେ ମୁଁ ଯେଉଁ ଯେଉଁ ପରିଶ୍ରମରେ ପରିଶ୍ରାନ୍ତ ହେଲି, ମୋହର ସେହିସବୁ ପରିଶ୍ରମକୁ ମୁଁ ଘୃଣା କଲି; କାରଣ ମୋହର ଉତ୍ତରାଧିକାରୀ ପାଇଁ ତାହାସବୁ ଛାଡ଼ି ଯିବାକୁ ହେବ।
Ecclesiastes 5:14 in Oriya 14 ଆଉ, ଦୁର୍ଘଟଣା ଦ୍ୱାରା ସେହିସବୁ ଧନ କ୍ଷୟ ପାଏ; ପୁଣି, ସେ ପୁତ୍ର ଜାତ କଲେ, ତାହା ହସ୍ତରେ କିଛି ନ ଥାଏ।
Jeremiah 17:11 in Oriya 11 ଯେଉଁ ତିତ୍ତିର ପକ୍ଷୀ ଆପଣାର ଅପ୍ରସୂତ ଛୁଆମାନଙ୍କୁ ସଂଗ୍ରହ କରେ, ଅନ୍ୟାୟରେ ଧନ ସଞ୍ଚୟକାରୀ ଲୋକ ତାହାରି ତୁଲ୍ୟ; ତାହାର ପରମାୟୁ ମଧ୍ୟରେ ସେ ଧନ ତାହାକୁ ଛାଡ଼ି ଯିବ ଓ ଆପଣାର ଅନ୍ତିମ କାଳରେ ସେ ମୂଢ଼ ହେବ।
Daniel 5:1 in Oriya 1 ରାଜା ବେଲ୍ଶତ୍ସର ଆପଣାର ସହସ୍ର ଅମାତ୍ୟବର୍ଗଙ୍କ ନିମନ୍ତେ ଏକ ମହାଭୋଜ ପ୍ରସ୍ତୁତ କଲା ଓ ସେହି ସହସ୍ରଙ୍କ ସାକ୍ଷାତରେ ଦ୍ରାକ୍ଷାରସ ପାନ କଲା।
Daniel 5:25 in Oriya 25 ପୁଣି, ଯାହା ଲିଖିତ ହେଲା, ତାହା ଏହି, ମିନେ ମିନେ, ତକେଲ, ଉପାରସୀନ।
Nahum 1:10 in Oriya 10 କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।
Matthew 24:48 in Oriya 48 କିନ୍ତୁ ଯଦି ସେହି ଦୁଷ୍ଟ ଦାସ ମୋର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି
Luke 11:40 in Oriya 40 ହେ ନିର୍ବୋଧମାନେ, ଯେ ବାହାର ସୃଷ୍ଟି କଲେ, ସେ କି ଭିତର ମଧ୍ୟ ସୃଷ୍ଟି କଲେ ନାହିଁ ?
Luke 16:22 in Oriya 22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
1 Thessalonians 5:3 in Oriya 3 ଯେତେବେଳେ ଲୋକେ ଶାନ୍ତି ଓ ନିରାପଦ ବୋଲି କହୁଥିବେ, ସେତେବେଳେ ଗର୍ଭବତୀର ପ୍ରସବବେଦନା ତୁଲ୍ୟ ହଠାତ୍ ସେମାନଙ୍କ ବିନାଶ ଉପସ୍ଥିତ ହେବ, ଆଉ ସେମାନେ କୌଣସି ପ୍ରକାରେ ରକ୍ଷା ପାଇ ପାରିବେ ନାହିଁ।
1 Timothy 6:7 in Oriya 7 କାରଣ ଆମ୍ଭେମାନେ ଜଗତକୁ କିଛି ଆଣି ନାହୁଁ , ପୁଣି, ଏଠାରୁ କିଛି ନେଇଯାଇ ନ ପାରୁ;
James 4:14 in Oriya 14 କିନ୍ତୁ କାଲି କ'ଣ ଘଟିବ, ତାହା ତ ତୁମ୍ଭେମାନେ ଜାଣ ନାହିଁ। ତୁମ୍ଭମାନଙ୍କର ଜୀବନ କ'ଣ ? କ୍ଷଣକେ ଦୃଶ୍ୟ ହୋଇ ଅଦୃଶ୍ୟ ହୁଏ ଯେଉଁ ବାଷ୍ପ, ତୁମ୍ଭେମାନେ ତ ତାହା ସଦୃଶ।