Luke 12:42 in Oriya 42 ପ୍ରଭୁ କହିଲେ, ଏଣୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ନିରୂପିତ ଭାଗ ଦେବା ନିମନ୍ତେ ପ୍ରଭୁ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କରିବେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ବେବର୍ତ୍ତା କିଏ ?
Other Translations King James Version (KJV) And the Lord said, Who then is that faithful and wise steward, whom his lord shall make ruler over his household, to give them their portion of meat in due season?
American Standard Version (ASV) And the Lord said, Who then is the faithful and wise steward, whom his lord shall set over his household, to give them their portion of food in due season?
Bible in Basic English (BBE) And the Lord said, Who then is the wise and responsible servant whom his lord will put in control of his family, to give them their food at the right time?
Darby English Bible (DBY) And the Lord said, Who then is the faithful and prudent steward, whom his lord will set over his household, to give the measure of corn in season?
World English Bible (WEB) The Lord said, "Who then is the faithful and wise steward, whom his lord will set over his household, to give them their portion of food at the right times?
Young's Literal Translation (YLT) And the Lord said, `Who, then, is the faithful and prudent steward whom the lord shall set over his household, to give in season the wheat measure?
Cross Reference Proverbs 15:23 in Oriya 23 ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ !
Isaiah 50:4 in Oriya 4 ମୁଁ ଯେପରି କ୍ଳାନ୍ତ ଲୋକକୁ ବାକ୍ୟ ଦ୍ୱାରା ସୁସ୍ଥିର କରି ପାରିବି, ଏଥିପାଇଁ ପ୍ରଭୁ, ସଦାପ୍ରଭୁ ମୋତେ ଶିକ୍ଷିତ ଲୋକମାନଙ୍କର ଜିହ୍ୱା ଦେଇଅଛନ୍ତି; ସେ ପ୍ରତି ପ୍ରଭାତ ଜାଗ୍ରତ କରାନ୍ତି, ଶିକ୍ଷିତ ଲୋକ ପରି ଶୁଣିବା ପାଇଁ ସେ ମୋହର କର୍ଣ୍ଣକୁ ଜାଗ୍ରତ କରାନ୍ତି।
Jeremiah 23:4 in Oriya 4 ଆଉ, ଆମ୍ଭେ ସେମାନଙ୍କ ଉପରେ ପାଳକଗଣ ନିଯୁକ୍ତ କରିବା,ସେମାନେ ସେମାନଙ୍କୁ ଚରାଇବେ; ପୁଣି, ସେମାନେ ଆଉ ଭୀତ କି ନିରାଶ ହେବେ ନାହିଁ, କିଅବା ସେମାନଙ୍କର କେହି ଅନୁପସ୍ଥିତ ହେବେ ନାହିଁ,” ଏହା ସଦାପ୍ରଭୁ କହନ୍ତି।
Ezekiel 34:3 in Oriya 3 ତୁମ୍ଭେମାନେ ମେଦ ଖାଉଅଛ ଓ ତୁମ୍ଭେମାନେ ମେଷର ଲୋମ ପରିଧାନ କରୁଅଛ, ତୁମ୍ଭେମାନେ ହୃଷ୍ଟପୁଷ୍ଟ ଜନ୍ତୁ ମାରୁଅଛ, ମାତ୍ର ତୁମ୍ଭେମାନେ ମେଷଗଣକୁ ପାଳନ କରୁ ନାହଁ।
Matthew 13:52 in Oriya 52 ସେଥିରେ ସେ ସେମାନଙ୍କୁ କହିଲେ, ତେବେ ଯେଉଁ ଗୃହକର୍ତ୍ତା ଆପଣା ଭଣ୍ଡାରରୁ ନୂଆ ଓ ପୁରୁଣା ପଦାର୍ଥ ବାହାର କରେ, ସ୍ୱର୍ଗରାଜ୍ୟର ଶିଷ୍ୟ ହୋଇଥିବା ପ୍ରତ୍ୟେକ ଶାସ୍ତ୍ରୀ ତାହାରି ସଦୃଶ।
Matthew 20:8 in Oriya 8 ପରେ ସନ୍ଧ୍ୟା ହୁଅନ୍ତେ ଦ୍ରାକ୍ଷାକ୍ଷେତ୍ରର ଅଧିକାରୀ ଆପଣା ବେବର୍ତ୍ତାଙ୍କୁ କହିଲେ, ମୂଲିଆମାନଙ୍କୁ ଡାକି ଶେଷ ଲୋକମାନଙ୍କଠାରୁ ଆରମ୍ଭ କରି ପ୍ରଥମ ଲୋକମାନଙ୍କ ପର୍ଯ୍ୟନ୍ତ ମୂଲ ଦିଅ।
Matthew 24:45 in Oriya 45 ତେବେ ପ୍ରଭୁ ଆପଣା ପରିଜନମାନଙ୍କୁ ଯଥା ସମୟରେ ପ୍ରାପ୍ୟ ଦେବା ନିମନ୍ତେ ଯାହାକୁ ସେମାନଙ୍କ ଉପରେ ନିଯୁକ୍ତ କଲେ, ଏପରି ବିଶ୍ୱସ୍ତ ଓ ବୁଦ୍ଧିମାନ ଦାସ କିଏ ?
Matthew 25:20 in Oriya 20 ଆଉ, ଯେଉଁ ଜଣକ ପାଞ୍ଚ ତୋଡ଼ା ପାଇଥିଲା, ସେ ଆଉ ପାଞ୍ଚ ତୋଡ଼ା ନେଇ ଆସି କହିଲା, ହେ ପ୍ରଭୁ, ଆପଣ ମୋତେ ପାଞ୍ଚ ତୋଡ଼ା ଦେଇଥିଲେ; ଦେଖନ୍ତୁ, ମୁଁ ଆଉ ପାଞ୍ଚ ତୋଡ଼ା ଲାଭ କରିଛି।
Luke 7:13 in Oriya 13 ତାହାକୁ ଦେଖି ପ୍ରଭୁ ତାହା ପ୍ରତି ଦୟାରେ ବିଗଳିତ ହୋଇ ତାହାକୁ କହିଲେ, ରୋଦନ କର ନାହିଁ।
Luke 16:1 in Oriya 1 ସେ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,
Luke 19:15 in Oriya 15 ପରେ ସେ ରାଜପଦ ପ୍ରାପ୍ତ ହୋଇ ଫେରିଆସିଲେ, ଯେଉଁ ଦାସମାନଙ୍କୁ ଧନ ଦେଇଥିଲେ, ସେମାନଙ୍କ ମଧ୍ୟରେ ବେପାର କରି କିଏ କେତେ ଲାଭ କରିଅଛି, ତାହା ଜାଣିବା ନିମନ୍ତେ ସେମାନଙ୍କୁ ଆପଣା ନିକଟକୁ ଡାକି ଆଣିବା ପାଇଁ ଆଦେଶ ଦେଲେ।
John 21:15 in Oriya 15 ସେମାନେ ଭୋଜନ କଲା ଉତ୍ତାରେ ଯୀଶୁ ଶିମୋନ ପିତରଙ୍କୁ ପଚାରିଲେ, ହେ ଯୋହନଙ୍କ ପୁତ୍ର ଶିମୋନ, ତୁମ୍ଭେ କ'ଣ ମୋତେ ଏମାନଙ୍କଠାରୁ ଅଧିକ ପ୍ରେମ କରୁଅଛ ? ସେ ତାହାଙ୍କୁ କହିଲେ, ହଁ, ପ୍ରଭୁ, ମୁଁ ଯେ ଆପଣଙ୍କୁ ସ୍ନେହ କରୁଅଛି, ତାହା ଆପଣ ଜାଣନ୍ତି। ସେ ତାଙ୍କୁ କହିଲେ, ମୋହର ମେଷଶାବକମାନଙ୍କୁ ଚରାଅ।
Acts 20:28 in Oriya 28 ତୁମ୍ଭେମାନେ ନିଜ ନିଜ ବିଷୟରେ, ଆଉ ଯେଉଁ ମଣ୍ଡଳୀକୁ ଈଶ୍ୱର ଆପଣା ନିଜ ରକ୍ତରେ କିଣିଛନ୍ତି, ତାହାଙ୍କର ସେହି ମଣ୍ଡଳୀକୁ ପ୍ରତିପାଳନ କରିବା ନିମନ୍ତେ, ପବିତ୍ର ଆତ୍ମା ଯେ ତୁମ୍ଭମାନଙ୍କୁ ସମସ୍ତ ପଲମଧ୍ୟରେ ଅଧ୍ୟକ୍ଷ ସ୍ୱରୂପ ନିଯୁକ୍ତ କରିଅଛନ୍ତି, ସେମାନଙ୍କ ବିଷୟରେ ସାବଧାନ ହୋଇଥାଅ।
1 Corinthians 4:1 in Oriya 1 ଲୋକେ ଆମ୍ଭମାନଙ୍କୁ ଖ୍ରୀଷ୍ଟଙ୍କର ପରିଚାରକ, ପୁଣି, ଇଶ୍ବରଙ୍କ ନିଗୂଢ଼ତତ୍ତ୍ୱର ଭଣ୍ଡାରଘରିଆ ବୋଲି ମନେ କରନ୍ତୁ।
1 Timothy 3:15 in Oriya 15 ମାତ୍ର ଯେବେ ମୋହର ବିଳମ୍ବ ହୁଏ, ତେବେ ଇଶ୍ବରଙ୍କ ଗୃହରେ, ଅର୍ଥାତ୍ ସତ୍ୟର ସ୍ତମ୍ଭ ଓ ଭିତ୍ତିମୂଳ ସ୍ୱରୂପ ଜୀବିତ ଇଶ୍ବରଙ୍କ ମଣ୍ଡଳୀରେ, କିପରି ଆଚରଣ କରିବାକୁ ହୁଏ, ତାହା ଯେପରି ତୁମ୍ଭେ ଜାଣି ପାର, ଏହେତୁ ଏହି ସମସ୍ତ ତୁମ୍ଭ ନିକଟକୁ ଲେଖୁଅଛି।
1 Timothy 5:17 in Oriya 17 ଯେଉଁ ପ୍ରାଚୀନମାନେ ଉତ୍ତମ ରୂପେ ପରିଚାଳନା କରନ୍ତି, ବିଶେଷତଃ ଯେଉଁମାନେ ବାକ୍ୟପ୍ରଚାର ଓ ଶିକ୍ଷାଦାନରେ ପରିଶ୍ରମ କରନ୍ତି, ସେମାନେ ଦୁଇ ଗୁଣ ସମାଦର ପାଇବାର ଯୋଗ୍ୟ ବୋଲି ଗଣିତ ହୁଅନ୍ତୁ।
2 Timothy 4:2 in Oriya 2 ବାକ୍ୟ ପ୍ରଚାର କର, ସମୟରେ କି ଅସମୟରେ ସେଥିରେ ଉଦ୍ଯୋଗୀ ହୁଅ, ପୂର୍ଣ୍ଣ ସହିଷ୍ଣୁତା ସହ ଶିକ୍ଷା ଦେଇ ଅନୁଯୋଗ କର, ପୁଣି, ଧମକ ଓ ଉତ୍ସାହଦାନ କର।
Titus 1:7 in Oriya 7 କାରଣ ଅଧ୍ୟକ୍ଷ, ଇଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,
Hebrews 3:5 in Oriya 5 ପରବର୍ତ୍ତୀ ବକ୍ତବ୍ୟ ବିଷୟ ସମ୍ବନ୍ଧରେ ସାକ୍ଷ୍ୟ ଦେବା ନିମନ୍ତେ ମୋଶା ତାହାଙ୍କ ଗୃହ ମଧ୍ୟରେ ସେବକ ସ୍ୱରୂପେ ପ୍ରକୃତରେ ବିଶ୍ୱସ୍ତ ଥିଲେ।
Hebrews 13:7 in Oriya 7 ଯେଉଁମାନେ ତୁମ୍ଭମାନଙ୍କୁ ଇଶ୍ବରଙ୍କ ବାକ୍ୟ କହିଥିଲେ, ତୁମ୍ଭମାନଙ୍କ ଏପରି ନେତାମାନଙ୍କୁ ସ୍ମରଣ କର; ସେମାନଙ୍କ ଜୀବନଯାତ୍ରାର ଶେଷ ଗତି ପ୍ରତି ଦୃଷ୍ଟି ରଖି ସେମାନଙ୍କ ବିଶ୍ୱାସର ଅନୁକାରୀ ହୁଅ।
Hebrews 13:17 in Oriya 17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
1 Peter 4:10 in Oriya 10 ପ୍ରତ୍ୟେକ ଜଣ ଯେଉଁପରି ଅନୁଗ୍ରହ ଦାନ ପାଇଅଛ, ସେହି ପ୍ରକାରେ ଇଶ୍ବରଙ୍କ ବହୁବିଧ ଅନୁଗ୍ରହର ଉତ୍ତମ ଭଣ୍ଡାରଘରିଆ ସ୍ୱରୂପେ ତଦ୍ୱାରା ପରସ୍ପରର ସେବା କର;
1 Peter 5:1 in Oriya 1 ଅତଏବ, ଜଣେ ସହପ୍ରାଚୀନ ପୁଣି, ଖ୍ରୀଷ୍ଟଙ୍କ ଦୁଃଖଭୋଗର ସାକ୍ଷୀ ଏବଂ ଆଗାମୀ ଗୌରବର ଅଂଶାଧିକାରୀ ଯେ ମୁଁ, ମୁଁ ତୁମ୍ଭମାନଙ୍କ ମଧ୍ୟରେ ଥିବା ପ୍ରାଚୀନମାନଙ୍କୁ ଅନୁରୋଧ କରୁଅଛି,