Luke 13:19 in Oriya 19 ତାହା ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା ବଗିଚାରେ ବୁଣିଲା, ଆଉ ତାହା ବଢ଼ି ଗଛ ହେଲା, ପୁଣି, ଆକାଶର ଚଢ଼େଇମାନେ ଆସି ତାହାର ଡାଳରେ ବାସ କଲେ।
Other Translations King James Version (KJV) It is like a grain of mustard seed, which a man took, and cast into his garden; and it grew, and waxed a great tree; and the fowls of the air lodged in the branches of it.
American Standard Version (ASV) It is like unto a grain of mustard seed, which a man took, and cast into his own garden; and it grew, and became a tree; and the birds of the heaven lodged in the branches thereof.
Bible in Basic English (BBE) It is like a grain of mustard seed which a man took and put in his garden, and it became a tree, and the birds of heaven made their resting-places in its branches.
Darby English Bible (DBY) It is like a grain of mustard [seed] which a man took and cast into his garden; and it grew and became a great tree, and the birds of heaven lodged in its branches.
World English Bible (WEB) It is like a grain of mustard seed, which a man took, and put in his own garden. It grew, and became a large tree, and the birds of the sky lodged in its branches."
Young's Literal Translation (YLT) It is like to a grain of mustard, which a man having taken, did cast into his garden, and it increased, and came to a great tree, and the fowls of the heavens did rest in its branches.'
Cross Reference Psalm 72:16 in Oriya 16 ଦେଶ ମଧ୍ୟରେ ପର୍ବତଗଣର ଶିଖରରେ ପ୍ରଚୁର ଶସ୍ୟ ହେବ; ତହିଁର ଫଳ ଲିବାନୋନ୍ ତୁଲ୍ୟ ହଲିବ; ପୁଣି, ନଗରବାସୀମାନେ ପୃଥିବୀର ତୃଣ ତୁଲ୍ୟ ବର୍ଦ୍ଧିଷ୍ଣୁ ହେବେ।
Song of Solomon 4:12 in Oriya 12 ମୋହର ଭଗିନୀ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ।
Song of Solomon 4:16 in Oriya 16 ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋ' ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ।
Song of Solomon 6:2 in Oriya 2 ମୋହର ପ୍ରିୟତମ ଆପଣା ଉଦ୍ୟାନକୁ, ସୁଗନ୍ଧି ଲତାର କିଆରିକୁ, ଉଦ୍ୟାନସମୂହରେ (ପଲ) ଚରାଇବାକୁ ଓ କଇଁ ଫୁଲ ସଂଗ୍ରହ କରିବାକୁ ଯାଇଅଛନ୍ତି।
Song of Solomon 8:13 in Oriya 13 ହେ ଉପବନବାସିନୀ, ମିତ୍ରଗଣ ତୁମ୍ଭର ରବ ଶୁଣନ୍ତି; ତାହା ମୋତେ ଶ୍ରବଣ କରାଅ।
Isaiah 2:2 in Oriya 2 ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Isaiah 9:7 in Oriya 7 ତାହାଙ୍କ କର୍ତ୍ତୃତ୍ୱବୃଦ୍ଧି ଓ ଶାନ୍ତିର ସୀମା ରହିବ ନାହିଁ, ସେ ଦାଉଦଙ୍କର ସିଂହାସନରେ ଓ ତାହାଙ୍କର ରାଜ୍ୟରେ ଉପବିଷ୍ଟ ହୋଇ ନ୍ୟାୟବିଚାର ଓ ଧାର୍ମିକତାରେ ଏହି କ୍ଷଣଠାରୁ ଅନନ୍ତ କାଳ ପର୍ଯ୍ୟନ୍ତ ତାହା ସୁସ୍ଥିର ଓ ସୁଦୃଢ଼ କରିବେ। ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଯୋଗ ଏହା ସାଧନ କରିବ।
Isaiah 49:20 in Oriya 20 ତୁମ୍ଭର ଅପହୃତ ସନ୍ତାନଗଣ ପୁନର୍ବାର ତୁମ୍ଭ କର୍ଣ୍ଣଗୋଚରରେ କହିବେ, ମୋ' ପାଇଁ ଏହି ସ୍ଥାନ ଅତି ସଂକୀର୍ଣ୍ଣ; ମୋତେ ସ୍ଥାନ ଦିଅ, ମୁଁ ବାସ କରିବି।
Isaiah 51:2 in Oriya 2 ତୁମ୍ଭମାନଙ୍କ ପିତା ଅବ୍ରହାମ ପ୍ରତି ଓ ତୁମ୍ଭମାନଙ୍କ ପ୍ରସବକାରିଣୀ ସାରା ପ୍ରତି ଦୃଷ୍ଟି କର; କାରଣ ସେ ଏକାକୀ ଥିବା ବେଳେ ଆମ୍ଭେ ତାହାକୁ ଆହ୍ୱାନ କଲୁ ଓ ଆମ୍ଭେ ଆଶୀର୍ବାଦ କରି ତାହାକୁ ବହୁବଂଶ କଲୁ।
Isaiah 53:1 in Oriya 1 ଆମ୍ଭମାନଙ୍କ ସମ୍ବାଦ କିଏ ବିଶ୍ୱାସ କରିଅଛି ? ଓ ସଦାପ୍ରଭୁଙ୍କର ବାହୁ କାହା ନିକଟରେ ପ୍ରକାଶିତ ହୋଇଅଛି ?
Isaiah 53:10 in Oriya 10 ତଥାପି ତାହାଙ୍କୁ ଚୂର୍ଣ୍ଣ କରିବାକୁ ସଦାପ୍ରଭୁଙ୍କର ଅଭିମତ ହେଲା; ସେ ତାହାଙ୍କୁ ଦୁଃଖଗ୍ରସ୍ତ କରିଅଛନ୍ତି; ତୁମ୍ଭେ ତାହାଙ୍କ ପ୍ରାଣକୁ ପାପାର୍ଥକ ବଳି କଲେ, ସେ ଆପଣା ବଂଶ ଦେଖିବେ, ସେ ଦୀର୍ଘାୟୁ ହେବେ ଓ ତାହାଙ୍କ ହସ୍ତରେ ସଦାପ୍ରଭୁଙ୍କର ଇଷ୍ଟ ସିଦ୍ଧ ହେବ।
Isaiah 58:11 in Oriya 11 ଆଉ, ସଦାପ୍ରଭୁ ନିତ୍ୟ ତୁମ୍ଭକୁ ପଥ କଢ଼ାଇ ନେବେ ଓ ମରୁଭୂମିରେ ତୁମ୍ଭ ପ୍ରାଣକୁ ତୃପ୍ତ କରିବେ ଓ ତୁମ୍ଭ ଅସ୍ଥିସକଳକୁ ବଳିଷ୍ଠ କରିବେ; ତହିଁରେ ତୁମ୍ଭେ ଜଳ ସିଞ୍ଚିତ ଉଦ୍ୟାନ ତୁଲ୍ୟ ଓ ଜଳାଭାବ ନ ଥିବା ନିର୍ଝର ତୁଲ୍ୟ ହେବ।
Isaiah 60:15 in Oriya 15 ତୁମ୍ଭେ ପରିତ୍ୟକ୍ତା ଓ ଘୃଣିତା ହେବାରୁ କେହି ତୁମ୍ଭର ମଧ୍ୟ ଦେଇ ଯାତାୟାତ କଲା ନାହିଁ, ତହିଁର ପରିବର୍ତ୍ତେ ଆମ୍ଭେ ତୁମ୍ଭକୁ ଅନନ୍ତ କାଳସ୍ଥାୟୀ ଗୌରବ ଓ ଅନେକ ପୁରୁଷ ପରମ୍ପରାର ଆନନ୍ଦ ସ୍ୱରୂପ କରିବା।
Isaiah 61:11 in Oriya 11 କାରଣ ଭୂମି ଯେପରି ଆପଣା ଅଙ୍କୁର ବାହାର କରେ ଓ ଉଦ୍ୟାନ ଯେପରି ଆପଣା ମଧ୍ୟରେ ବୁଣାଯିବା ପଦାର୍ଥସବୁ ଅଙ୍କୁରିତ କରେ, ସେହିପରି ପ୍ରଭୁ ସଦାପ୍ରଭୁ ସମଗ୍ର ଦେଶୀୟମାନଙ୍କ ସାକ୍ଷାତରେ ଧର୍ମ ଓ ପ୍ରଶଂସା ଅଙ୍କୁରିତ କରିବେ।
Jeremiah 31:12 in Oriya 12 ପୁଣି, ସେମାନେ ଆସି ସିୟୋନର ଶୃଙ୍ଗରେ ଗାନ କରିବେ ଓ ସ୍ରୋତ ତୁଲ୍ୟ ସଦାପ୍ରଭୁଙ୍କ ଉତ୍ତମତାର ନିକଟକୁ, ଶସ୍ୟ ଓ ଦ୍ରାକ୍ଷାରସ, ତୈଳ ଓ ପଲର ମେଷବତ୍ସ ଓ ଗୋପଲର ଗୋବତ୍ସ ନିକଟକୁ ବହି ଆସିବେ ଓ ସେମାନଙ୍କର ପ୍ରାଣ ସୁସିକ୍ତ ଉଦ୍ୟାନ ତୁଲ୍ୟ ହେବ; ପୁଣି, ସେମାନେ ଆଉ କିଛି ଶୋକ କରିବେ ନାହିଁ।
Ezekiel 17:22 in Oriya 22 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଆମ୍ଭେ ଏରସ ବୃକ୍ଷର ଉଚ୍ଚ ଅଗ୍ରଭାଗ ନେଇ ତାହା ସ୍ଥାପନ କରିବା; ଆମ୍ଭେ ତାହାର ଉଚ୍ଚତମ ପଲ୍ଲବମାନର ମଧ୍ୟରୁ ଗୋଟିଏ କୋମଳ ପଲ୍ଲବ କାଟି ନେଇ ଏକ ଉଚ୍ଚ ଓ ଉନ୍ନତ ପର୍ବତରେ ରୋପଣ କରିବା;
Ezekiel 31:6 in Oriya 6 ତାହାର ଡାଳରେ ଆକାଶର ପକ୍ଷୀସକଳ ବସା କଲେ ଓ ତାହାର ଶାଖା ତଳେ କ୍ଷେତ୍ରସ୍ଥ ପଶୁସକଳ ପ୍ରସବ କଲେ, ପୁଣି, ତାହାର ଛାୟା ତଳେ ମହାଗୋଷ୍ଠୀସବୁ ବାସ କଲେ।
Ezekiel 47:1 in Oriya 1 ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।
Daniel 2:34 in Oriya 34 ଆପଣ ନିରୀକ୍ଷଣ କରୁ କରୁ ଶେଷରେ ହସ୍ତ ବିନା ଚ୍ଛେଦିତ ଏକ ପ୍ରସ୍ତର ସେହି ପ୍ରତିମାର ଲୌହ ଓ ମୃତ୍ତିକାମୟ ପାଦକୁ ଆଘାତ କରି ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଲା।
Daniel 2:44 in Oriya 44 ପୁଣି, ସେହି ରାଜାଗଣର ସମୟରେ ସ୍ୱର୍ଗସ୍ଥ ପରମେଶ୍ୱର ଗୋଟିଏ ରାଜ୍ୟ ସ୍ଥାପନ କରିବେ, ତାହା କଦାଚ ବିନଷ୍ଟ ହେବ ନାହିଁ, କିଅବା ତହିଁର ଆଧିପତ୍ୟ ଅନ୍ୟ ଗୋଷ୍ଠୀର ହସ୍ତରେ ଛଡ଼ା ଯିବ ନାହିଁ; ମାତ୍ର ତାହା ଏହିସବୁ ରାଜ୍ୟକୁ ଖଣ୍ଡ ଖଣ୍ଡ ଓ ନଷ୍ଟ କରି ଆପେ ଚିରସ୍ଥାୟୀ ହେବ।
Daniel 4:12 in Oriya 12 ତହିଁର ପତ୍ରମାନ ସୁନ୍ଦର ଓ ତହିଁର ଫଳ ଅନେକ ଥିଲା, ଆଉ ତହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା। କ୍ଷେତ୍ରସ୍ଥ ପଶୁଗଣ ତହିଁର ତଳେ ଛାୟା ପାଇଲେ ଓ ଆକାଶସ୍ଥ ପକ୍ଷୀଗଣ ତହିଁର ଶାଖାମାନରେ ବାସ କଲେ ଓ ସମସ୍ତ ପ୍ରାଣୀ ତହିଁରୁ ଖାଦ୍ୟ ପାଇଲେ।
Daniel 4:21 in Oriya 21 ଯାହାର ପତ୍ରସବୁ ସୁନ୍ଦର ଓ ଫଳ ଅନେକ ଥିଲା ଓ ଯହିଁରେ ସମସ୍ତଙ୍କ ପାଇଁ ଖାଦ୍ୟ ଥିଲା; ଯହିଁର ତଳେ କ୍ଷେତ୍ରସ୍ଥ ପଶୁମାନେ ବାସ କଲେ, ଯହିଁର ଶାଖାମାନର ଉପରେ ଆକାଶସ୍ଥ ପକ୍ଷୀଗଣର ବସତି ଥିଲା;
Micah 4:1 in Oriya 1 ମାତ୍ର ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ଗୋଷ୍ଠୀଗଣ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
Zechariah 2:11 in Oriya 11 “ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ।
Zechariah 8:20 in Oriya 20 ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ନାନାଗୋଷ୍ଠୀ ଓ ଅନେକ ନଗରର ନିବାସୀମାନେ ଆସିବେ।
Zechariah 14:7 in Oriya 7 ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ୱ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ କି ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ।
Matthew 13:31 in Oriya 31 ସେ ସେମାନଙ୍କୁ ଆଉ ଗୋଟିଏ ଦୃଷ୍ଟାନ୍ତ ଦେଇ କହିଲେ, ସ୍ୱର୍ଗରାଜ୍ୟ ଏପ୍ରକାର ଗୋଟିଏ ସୋରିଷ ଦାନା ପରି, ଯାହା ନେଇ ଜଣେ ଲୋକ ଆପଣା କ୍ଷେତ୍ରରେ ବୁଣିଲା।
Matthew 17:20 in Oriya 20 ସେ ସେମାନଙ୍କୁ କହିଲେ, ତୁମ୍ଭମାନଙ୍କ ଅଳ୍ପ ବିଶ୍ୱାସ ସକାଶେ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ପର୍ବତକୁ ‘ଏଠାରୁ ସେଠାକୁ ଘୁଞ୍ଚିଯା' ବୋଲି କହିଲେ ତାହା ଘୁଞ୍ଚିଯିବ, ଆଉ କିଛି ହିଁ ତୁମ୍ଭମାନଙ୍କର ଅସାଧ୍ୟ ହେବ ନାହିଁ।
Mark 4:31 in Oriya 31 ତାହା ଗୋଟିଏ ସୋରିଷ ଦାନା ପରି; ଭୂମିରେ ବୁଣାଯିବା ସମୟରେ ତାହା ପୃଥିବୀର ସମସ୍ତ ବୀଜଠାରୁ କ୍ଷୁଦ୍ର,
Luke 17:6 in Oriya 6 ପ୍ରଭୁ କହିଲେ, ଯଦି ଗୋଟିଏ ସୋରିଷ ଦାନା ପରି ତୁମ୍ଭମାନଙ୍କର ବିଶ୍ୱାସ ଥାଏ, ତାହାହେଲେ ଏହି ତୁତକୋଳି ଗଛକୁ ତୁ ସମୂଳେ ଉପୁଡ଼ାଯାଇ ସମୁଦ୍ରରେ ରୋପିତ ହୁଅ ବୋଲି କହିଲେ, ତାହା ତୁମ୍ଭମାନଙ୍କର ଆଜ୍ଞା ମାନିବ।
Acts 2:41 in Oriya 41 ସେଥିରେ ଯେଉଁମାନେ ତାହାଙ୍କ ବାକ୍ୟ ଗ୍ରହଣ କଲେ, ସେମାନେ ବାପ୍ତିଜିତ ହେଲେ, ଆଉ ସେହି ଦିନ ପ୍ରାୟ ତିନି ସହସ୍ର ଲୋକ ମଣ୍ଡଳୀ ସହିତ ସଂଯୁକ୍ତ ହେଲେ।
Acts 4:4 in Oriya 4 ତଥାପି ବାକ୍ୟ ଶୁଣିବା ଲୋକମାନଙ୍କ ମଧ୍ୟରୁ ଅନେକେ ବିଶ୍ୱାସ କଲେ, ଆଉ ପୁରୁଷମାନଙ୍କର ସଂଖ୍ୟା ପ୍ରାୟ ପାଞ୍ଚ ହଜାର ହେଲା।
Acts 15:14 in Oriya 14 ଈଶ୍ୱର ଆପଣା ନାମ ନିମନ୍ତେ ଅଣଯିହୂଦୀମାନଙ୍କ ମଧ୍ୟରୁ ଦଳେ ଲୋକ ଗ୍ରହଣ କରିବା ପାଇଁ କିପ୍ରକାରେ ପ୍ରଥମେ ସେମାନଙ୍କ ପ୍ରତି କୃପାଦୃଷ୍ଟି କରିଥିଲେ, ତାହା ଶିମୋନ ବର୍ଣ୍ଣନା କରିଅଛନ୍ତି।
Acts 21:20 in Oriya 20 ସେମାନେ ତାହା ଶୁଣି ଇଶ୍ବରଙ୍କ ମହିମା ଗୁଣାନୁବାଦ କରିବାକୁ ଲାଗିଲେ, ପୁଣି, ତାହାଙ୍କୁ କହିଲେ, ହେ ଭାଇ, ଯିହୂଦୀମାନଙ୍କ ମଧ୍ୟରେ ଯେ କେତେ ସହସ୍ର ବିଶ୍ୱାସ କରିଅଛନ୍ତି, ଏହା ତୁମ୍ଭେ ଦେଖୁଅଛ, ସେ ସମସ୍ତେ ମୋଶାଙ୍କ ବ୍ୟବସ୍ଥା ପକ୍ଷରେ ଉଦ୍ଯୋଗୀ।
Romans 15:19 in Oriya 19 ଏହି ପ୍ରକାରେ ଯିରୂଶାଲମଠାରୁ ଇଲ୍ଲୁରିକ ପର୍ଯ୍ୟନ୍ତ ଚତୁର୍ଦ୍ଦିଗରେ ମୁଁ ଖ୍ରୀଷ୍ଟଙ୍କ ସୁସମାଚାର ସମ୍ପୂର୍ଣ୍ଣ ରୂପେ ପ୍ରଚାର କରିଅଛି,
Revelation 11:15 in Oriya 15 ସପ୍ତମ ଦୂତ ତୂରୀଧ୍ୱନୀ କରନ୍ତେ ସ୍ୱର୍ଗରେ ମହାଶବ୍ଦ ସହ ଏହି ବାଣୀ ହେଲା, ଜଗତ ଉପରେ ରାଜତ୍ୱ ଆମ୍ଭମାନଙ୍କ ପ୍ରଭୁଙ୍କର ଓ ତାହାଙ୍କ ଖ୍ରୀଷ୍ଟଙ୍କର ହସ୍ତଗତ ହୋଇଅଛି, ଆଉ ସେ ଯୁଗେ ଯୁଗେ ରାଜତ୍ୱ କରିବେ।