Luke 14:21 in Oriya 21 ପୁଣି, ସେହି ଦାସ ଆସି ଆପଣା ପ୍ରଭୁଙ୍କୁ ସେହି ସବୁ ଜଣାଇଲା। ସେଥିରେ ଗୃହକର୍ତ୍ତା ରାଗିଯାଇ ଆପଣା ଦାସକୁ କହିଲେ, ଶୀଘ୍ର ନଗରର ଦାଣ୍ଡ ଓ ଗଳିଗୁଡ଼ିକୁ ଯାଇ ଦରିଦ୍ର, ପଙ୍ଗୁ, ଅନ୍ଧ ଓ ଖଞ୍ଜମାନଙ୍କୁ ଏଠାକୁ ନେଇଆସ।
Other Translations King James Version (KJV) So that servant came, and shewed his lord these things. Then the master of the house being angry said to his servant, Go out quickly into the streets and lanes of the city, and bring in hither the poor, and the maimed, and the halt, and the blind.
American Standard Version (ASV) And the servant came, and told his lord these things. Then the master of the house being angry said to his servant, Go out quickly into the streets and lanes of the city, and bring in hither the poor and maimed and blind and lame.
Bible in Basic English (BBE) And the servant came back and gave his master an account of these things. Then the master of the house was angry and said to the servant, Go out quickly into the streets of the town and get the poor, the blind, and those who are broken in body.
Darby English Bible (DBY) And the bondman came up and brought back word of these things to his lord. Then the master of the house, in anger, said to his bondman, Go out quickly into the streets and lanes of the city, and bring here the poor and crippled and lame and blind.
World English Bible (WEB) "That servant came, and told his lord these things. Then the master of the house, being angry, said to his servant, 'Go out quickly into the streets and lanes of the city, and bring in the poor, maimed, blind, and lame.'
Young's Literal Translation (YLT) `And that servant having come, told to his lord these things, then the master of the house, having been angry, said to his servant, Go forth quickly to the broad places and lanes of the city, and the poor, and maimed, and lame, and blind, bring in hither.
Cross Reference 1 Samuel 2:8 in Oriya 8 ସେ କୁଳୀନମାନଙ୍କ ସଙ୍ଗେ ବସାଇବା ପାଇଁ ଓ ଗୌରବ ସିଂହାସନ ଅଧିକାର କରିବା ପାଇଁ ଧୂଳିରୁ ଦୀନହୀନକୁ ଉଠାନ୍ତି ଓ ଦରିଦ୍ରକୁ ଖତରାଶିରୁ ଉନ୍ନତ କରନ୍ତି; କାରଣ ପୃଥିବୀର ସ୍ତମ୍ଭସକଳ ସଦାପ୍ରଭୁଙ୍କର ଓ ସେ ତହିଁ ଉପରେ ଜଗତ ସ୍ଥାପନ କରିଅଛନ୍ତି।
1 Samuel 25:12 in Oriya 12 ତହୁଁ ଦାଉଦଙ୍କର ଯୁବାମାନେ ଆପଣା ବାଟରେ ଫେରି ଗଲେ ଓ ତାଙ୍କ ନିକଟକୁ ଆସି ସେହିସବୁ କଥା ତାଙ୍କୁ ଜଣାଇଲେ।
Psalm 2:12 in Oriya 12 ପୁତ୍ରଙ୍କୁ ଚୁମ୍ବନ କର, ନୋହିଲେ ସେ କ୍ରୁଦ୍ଧ ହେବେ ଓ ତୁମ୍ଭେମାନେ ପଥରେ ବିନଷ୍ଟ ହେବ, କାରଣ ଶୀଘ୍ର ତାହାଙ୍କର କ୍ରୋଧ ପ୍ରଜ୍ୱଳିତ ହେବ। ଯେଉଁମାନେ ତାହାଙ୍କର ଶରଣ ନିଅନ୍ତି, ସେ ସମସ୍ତେ ଧନ୍ୟ।
Psalm 38:7 in Oriya 7 କାରଣ ମୋ' କଟିଦେଶ ଜ୍ୱାଳାରେ ପରିପୂର୍ଣ୍ଣ ଓ ମୋହର ମାଂସରେ କିଛି ସ୍ୱାସ୍ଥ୍ୟ ନାହିଁ।
Psalm 113:7 in Oriya 7 ସେ ଅଧିପତିମାନଙ୍କ ସଙ୍ଗେ, ନିଜ ଲୋକଙ୍କ ଅଧିପତିଗଣ ସଙ୍ଗେ ବସାଇବା ପାଇଁ,
Proverbs 1:20 in Oriya 20 ଜ୍ଞାନ ରାସ୍ତାରେ ଉଚ୍ଚସ୍ୱରରେ ଡାକେ; ସେ ଛକ ସ୍ଥାନମାନଙ୍କରେ ଆପଣା ରବ ଶୁଣାଏ;
Proverbs 8:2 in Oriya 2 ସେ ପଥପାର୍ଶ୍ୱସ୍ଥ ଉଚ୍ଚସ୍ଥାନ ମୁଣ୍ଡରେ, ବାଟସବୁର ସଂଯୋଗ ସ୍ଥାନରେ ଠିଆ ହୁଏ।
Proverbs 9:3 in Oriya 3 ସେ ଆପଣା ଦାସୀମାନଙ୍କୁ ପଠାଇଅଛି, ସେ ନଗରର ସର୍ବୋଚ୍ଚ ସ୍ଥାନରୁ ଡାକି କହେ,
Isaiah 33:23 in Oriya 23 ତୁମ୍ଭର ପାଲଦଉଡ଼ିସବୁ ହୁଗୁଳା ହୋଇଅଛି, ସେହି ସବୁ ଆପଣା ମାସ୍ତୁଲକୁ ଦୃଢ଼ ଓ ପାଲକୁ ବିସ୍ତାର କରି ପାରିଲା ନାହିଁ; ସେତେବେଳେ ବିସ୍ତର ଲୁଟିତ ଦ୍ରବ୍ୟ ବିଭାଗ କରାଗଲା; ଛୋଟା ଲୋକ ଲୁଟିତ ଦ୍ରବ୍ୟ ଧରିଲା।
Isaiah 35:6 in Oriya 6 ସେତେବେଳେ ନେଙ୍ଗଡ଼ା ଲୋକ ହରିଣ ପରି ଡିଆଁ ମାରିବ ଓ ଘୁଙ୍ଗାମାନଙ୍କର ଜିହ୍ୱା ଗାନ କରିବ; କାରଣ ପ୍ରାନ୍ତରରେ ଜଳ ଓ ମରୁଭୂମିରେ ସ୍ରୋତ ବାହାରିବ।
Jeremiah 5:1 in Oriya 1 ତୁମ୍ଭେମାନେ ଯିରୂଶାଲମର ସବୁ ସଡ଼କରେ ଏଣେତେଣେ ଧାଇଁ ଦେଖ ଓ ବୁଝ, ଆଉ ତହିଁର ଛକସ୍ଥାନ ସବୁରେ ଖୋଜ, ଯଦି ନ୍ୟାୟାଚାରୀ ଓ ସତ୍ୟ ଅନ୍ୱେଷଣକାରୀ ଏକ ଜଣ ପାଇ ପାର, ତେବେ ଆମ୍ଭେ ସେ ନଗରକୁ କ୍ଷମା କରିବା।
Zechariah 11:7 in Oriya 7 ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି।
Zechariah 11:11 in Oriya 11 ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲର ଯତ୍ନ ଯେଉଁମାନେ ନିଅନ୍ତି ମୋ' କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ।
Matthew 11:5 in Oriya 5 ଅନ୍ଧମାନେ ଦୃଷ୍ଟି ପାଆନ୍ତି, ଖଞ୍ଜମାନେ ଗମନ କରନ୍ତି, କୁଷ୍ଠୀମାନେ ଶୁଚି ହୁଅନ୍ତି, ବଧିରମାନେ ଶ୍ରବଣ କରନ୍ତି, ମୃତମାନେ ଉତ୍ଥାପିତ ହୁଅନ୍ତି, ପୁଣି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
Matthew 11:28 in Oriya 28 ହେ ପରିଶ୍ରାନ୍ତ ଓ ଭାରଗ୍ରସ୍ଥ ଲୋକ ସମସ୍ତେ, ମୋ' ନିକଟକୁ ଆସ, ମୁଁ ତୁମ୍ଭମାନଙ୍କୁ ବିଶ୍ରାମ ଦେବି।
Matthew 15:12 in Oriya 12 ସେତେବେଳେ ଶିଷ୍ୟମାନେ ତାହାଙ୍କ ନିକଟକୁ ଆସି କହିଲେ, ଫାରୂଶୀମାନେ ଏହି କଥା ଶୁଣି ଯେ ଅପମାନିତ ହୋଇଛନ୍ତି, ଆପଣ କ'ଣ ଏହା ଜାଣନ୍ତି ?
Matthew 18:31 in Oriya 31 ତେଣୁ ତାହାର ସହଦାସମାନେ ଏହି ଘଟଣା ଦେଖି ଅତ୍ୟନ୍ତ ଦୁଃଖିତ ହେଲେ ଓ ଯାଇ ସେମାନଙ୍କ ପ୍ରଭୁଙ୍କୁ ସମସ୍ତ ଘଟଣା ବର୍ଣ୍ଣନା କରି ଜଣାଇଲେ।
Matthew 21:28 in Oriya 28 ମାତ୍ର ତୁମ୍ଭେମାନେ କ'ଣ ମନେ କର ? ଜଣେ ବ୍ୟକ୍ତିଙ୍କର ଦୁଇଟି ପୁତ୍ର ଥିଲେ। ସେ ପ୍ରଥମ ନିକଟକୁ ଆସି କହିଲେ, ପୁଅ, ଯା, ଆଜି ଦ୍ରାକ୍ଷାକ୍ଷେତ୍ରରେ କାମ କର।
Matthew 22:7 in Oriya 7 କିନ୍ତୁ ରାଜା ରାଗିଯାଇ ଆପଣା ସୈନ୍ୟମାନଙ୍କୁ ପଠାଇ ସେହି ହତ୍ୟାକାରୀମାନଙ୍କୁ ବିନାଶ କଲେ ଏବଂ ସେମାନଙ୍କ ନଗର ଭସ୍ମସାତ୍ କଲେ।
Luke 7:22 in Oriya 22 ସେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ଯାଇ, ଯାହା ଯାହା ଦେଖିଅଛ ଓ ଶୁଣିଅଛ, ସେହି ସବୁ ଯୋହନଙ୍କୁ ଜଣାଅ; ଅନ୍ଧମାନେ ଦେଖି ପାରନ୍ତି, ଖଞ୍ଜମାନେ ଚାଲି ପାରନ୍ତି, କୁଷ୍ଠୀମାନେ ସୁସ୍ଥ ହୁଅନ୍ତି, ବଧିରମାନେ ଶୁଣି ପାରନ୍ତି, ମୃତମାନେ ଜୀବିତ ହୁଅନ୍ତି, ଦରିଦ୍ରମାନଙ୍କ ନିକଟରେ ସୁସମାଚାର ପ୍ରଚାରିତ ହୁଏ;
Luke 9:10 in Oriya 10 ପରେ ପ୍ରେରିତମାନେ ଫେରିଆସି, ଯାହା ଯାହା କରିଥିଲେ, ସେହି ସବୁ ତାହାଙ୍କ ନିକଟରେ ବର୍ଣ୍ଣନା କଲେ। ଆଉ ସେ ସେମାନଙ୍କୁ ସାଙ୍ଗରେ ଘେନି ଅନ୍ତର ହୋଇ ବେଥସାଇଦା ନାମକ ନଗରକୁ ଚାଲିଗଲେ।
Luke 14:13 in Oriya 13 କିନ୍ତୁ ଭୋଜ ପ୍ରସ୍ତୁତ କଲେ ଦରିଦ୍ର, ପଙ୍ଗୁ, ଖଞ୍ଜ ଓ ଅନ୍ଧମାନଙ୍କୁ ନିମନ୍ତ୍ରଣ କର;
Luke 14:24 in Oriya 24 ଯେଣୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ସେହି ନିମନ୍ତ୍ରିତ ଲୋକମାନଙ୍କ ମଧ୍ୟରୁ କେହି ମୋହର ଭୋଜର ଆସ୍ୱାଦ ପାଇବ ନାହିଁ।
Luke 24:47 in Oriya 47 ପୁଣି, ଯିରୂଶାଲମରୁ ଆରମ୍ଭ କରି ସମସ୍ତ ଜାତିଙ୍କ ନିକଟରେ ତାହାଙ୍କ ନାମରେ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ପ୍ରସଙ୍ଗ ଘୋଷଣା କରାଯିବ।
John 4:39 in Oriya 39 ମୁଁ ଯାହା ଯାହା କରିଅଛି, ସେହି ସବୁ ସେ ମୋତେ କହିଲେ ବୋଲି ଯେଉଁ ସ୍ତ୍ରୀଲୋକ ସାକ୍ଷ୍ୟ ଦେଇଥିଲା, ତାହାର କଥା ହେତୁ ସେହି ନଗରର ଶମିରୋଣୀୟମାନଙ୍କ ମଧ୍ୟରୁ ଅନେକେ ତାହାଙ୍କଠାରେ ବିଶ୍ୱାସ କଲେ।
John 7:47 in Oriya 47 ସେଥିରେ ଫାରୂଶୀମାନେ ସେମାନଙ୍କୁ ଉତ୍ତର ଦେଲେ, ତୁମ୍ଭେମାନେ ମଧ୍ୟ କ'ଣ ଭ୍ରାନ୍ତ ହୋଇଅଛ?
John 9:39 in Oriya 39 ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।
Acts 8:4 in Oriya 4 ସେଥିରେ ଯେଉଁମାନେ ଛିନ୍ନଭିନ୍ନ ହୋଇଥିଲେ,ସେମାନେ ଚତୁର୍ଦ୍ଦିଗରେ ଭ୍ରମଣ କରୁ କରୁ ସୁସମାଚାରର ବାକ୍ୟ ପ୍ରଚାର କଲେ।
Hebrews 2:3 in Oriya 3 ତେବେ ଏପରି ମହାପରିତ୍ରାଣ ଅବହେଳା କଲେ ଆମ୍ଭେମାନେ କିପରି ରକ୍ଷା ପାଇବା ? ତାହା ତ ପ୍ରଥମରେ ପ୍ରଭୁଙ୍କ ଦ୍ୱାରା କଥିତ ହୋଇ ଶ୍ରବଣ କରିଥିବା ବ୍ୟକ୍ତିମାନଙ୍କ ଦ୍ୱାରା ଆମ୍ଭମାନଙ୍କ ନିକଟରେ ପ୍ରମାଣସିଦ୍ଧ ହେଲା;
Hebrews 12:25 in Oriya 25 ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !
Hebrews 13:17 in Oriya 17 ତୁମ୍ଭମାନଙ୍କ ନେତାମାନଙ୍କର ବାଧ୍ୟ ହୋଇ ସେମାନଙ୍କର ବଶୀଭୂତ ହୁଅ, କାରଣ ଯେଉଁମାନଙ୍କୁ ନିକାଶ ଦେବାକୁ ହେବ, ସେମାନଙ୍କ ସଦୃଶ ସେମାନେ ତୁମ୍ଭମାନଙ୍କ ଆତ୍ମା ସମ୍ବନ୍ଧରେ ପ୍ରହରୀକର୍ମ କରନ୍ତି, ଯେପରି ସେମାନେ ତାହା ଦୁଃଖରେ ନ କରି ଆନନ୍ଦରେ କରି ପାରନ୍ତି; ଦୁଃଖରେ କଲେ, ତୁମ୍ଭମାନଙ୍କର କିଛି ଲାଭ ନାହିଁ।
James 2:5 in Oriya 5 ହେ ମୋହର ପ୍ରିୟ ଭାଇମାନେ, ଶୁଣ, ଈଶ୍ୱର କ'ଣ ଏହି ଜଗତର ଦୃଷ୍ଟିରେ ଦରିଦ୍ରମାନଙ୍କୁ ବିଶ୍ୱାସରୂପ ଧନରେ ଧନୀ ହେବା ପାଇଁ, ପୁଣି, ଆପଣା ପ୍ରେମକାରୀମାନଙ୍କୁ ଯେଉଁ ରାଜ୍ୟ ଦେବାକୁ ପ୍ରତିଜ୍ଞା କରିଅଛନ୍ତି, ସେଥିର ଅଧିକାରୀ ହେବା ପାଇଁ ମନୋନୀତ କରି ନାହାଁନ୍ତି ?
Revelation 15:1 in Oriya 1 ତତ୍ପରେ ମୁଁ ସ୍ୱର୍ଗରେ ଆଉ ଏକ ମହା ଅଦ୍ଭୁତ ଚିହ୍ନ ଦେଖିଲି, ସପ୍ତ ଦୂତ, ସେମାନଙ୍କ ହସ୍ତରେ ସପ୍ତ କ୍ଲେଶ, ଏହା ହିଁ ଶେଷ, କାରଣ ଏହି କ୍ଲେଶ ମାନଙ୍କରେ ଇଶ୍ବରଙ୍କ କ୍ରୋଧ ସମାପ୍ତ।
Revelation 19:15 in Oriya 15 ତାହାଙ୍କ ମୁଖରୁ ତୀକ୍ଷ୍ଣ ଖଡ଼୍ଗ ନିର୍ଗତ ହୁଏ, ତଦ୍ୱାରା ସେ ଜାତିସମୂହକୁ ଆଘାତ କରିବେ; ସେ ସେମାନଙ୍କୁ ଲୌହ ଦଣ୍ଡରେ ଶାସନ କରିବେ, ଆଉ ସେ ନିଜେ ସର୍ବଶକ୍ତିମାନ ଇଶ୍ବରଙ୍କ ପ୍ରଚଣ୍ଡ କ୍ରୋଧରୂପ ଦ୍ରାକ୍ଷାକୁଣ୍ଡ ଚୂର୍ଣ୍ଣ କରିବେ।
Revelation 22:17 in Oriya 17 ଆତ୍ମା ଓ କନ୍ୟା କହନ୍ତି, ଆସ। ପୁଣି, ଯେ ଶୁଣେ, ସେ କହୁ, ଆସ। ଯେ ତୃଷାର୍ତ୍ତ, ସେ ଆସୁ; ଯେ ଇଚ୍ଛା କରେ, ସେ ବିନାମୂଲ୍ୟରେ ଜୀବନଦାୟକ ଜଳ ପାନ କରୁ।