Luke 15:13 in Oriya 13 ଅଳ୍ପ ଦିନ ପରେ ସାନ ପୁଅ ସବୁ ଏକାଠି କରି ଦୂର ଦେଶକୁ ଚାଲିଗଲା, ଆଉ ସେଠାରେ ମନ୍ଦ ବିଷୟରେ ଆପଣାର ସମ୍ପତ୍ତି ଉଡ଼ାଇଦେଲା।
Other Translations King James Version (KJV) And not many days after the younger son gathered all together, and took his journey into a far country, and there wasted his substance with riotous living.
American Standard Version (ASV) And not many days after, the younger son gathered all together and took his journey into a far country; and there he wasted his substance with riotous living.
Bible in Basic English (BBE) And not long after, the younger son got together everything which was his and took a journey into a far-away country, and there all his money went in foolish living.
Darby English Bible (DBY) And after not many days the younger son gathering all together went away into a country a long way off, and there dissipated his property, living in debauchery.
World English Bible (WEB) Not many days after, the younger son gathered all of this together and traveled into a far country. There he wasted his property with riotous living.
Young's Literal Translation (YLT) `And not many days after, having gathered all together, the younger son went abroad to a far country, and there he scattered his substance, living riotously;
Cross Reference 2 Chronicles 33:1 in Oriya 1 ମନଃଶି ରାଜ୍ୟ କରିବାକୁ ଆରମ୍ଭ କରିବା ସମୟରେ ବାର ବର୍ଷ ବୟସ୍କ ଥିଲେ ଓ ସେ ଯିରୂଶାଲମରେ ପଞ୍ଚାବନ ବର୍ଷ ରାଜ୍ୟ କଲେ।
Job 21:13 in Oriya 13 ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇ ଯା'ନ୍ତି।
Job 22:17 in Oriya 17 ସେମାନେ ପରମେଶ୍ୱରଙ୍କୁ କହିଲେ, ‘ଆମ୍ଭମାନଙ୍କ ନିକଟରୁ ଦୂର ହୁଅ ଓ ସର୍ବଶକ୍ତିମାନ ଆମ୍ଭମାନଙ୍କ ପାଇଁ କ'ଣ କରି ପାରନ୍ତି ?'
Psalm 10:4 in Oriya 4 ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।
Psalm 73:27 in Oriya 27 କାରଣ ଦେଖ, ତୁମ୍ଭଠାରୁ ଦୂରରେ ଥିବା ଲୋକମାନେ ବିନଷ୍ଟ ହେବେ; ତୁମ୍ଭଙ୍କୁ ଛାଡ଼ି ବ୍ୟଭିଚାର କରିବା ଲୋକ ସମସ୍ତଙ୍କୁ ତୁମ୍ଭେ ଉଚ୍ଛିନ୍ନ କରିଅଛ।
Proverbs 5:8 in Oriya 8 ତାହା (ସେହି ସ୍ତ୍ରୀ) ଠାରୁ ଆପଣା ପଥ ଦୂରରେ ରଖ ଏବଂ ତାହାର ଗୃହର ଦ୍ୱାର ନିକଟକୁ ଯାଅ ନାହିଁ।
Proverbs 6:26 in Oriya 26 ଯେହେତୁ ବେଶ୍ୟା ସକାଶୁ ଅନ୍ନ-ଅଭାବ ଘଟେ, ଆଉ ବ୍ୟଭିଚାରିଣୀ ସ୍ତ୍ରୀ ମନୁଷ୍ୟର ମହାମୂଲ୍ୟ ପ୍ରାଣକୁ ଧରିବା ପାଇଁ ମୃଗୟା କରେ।
Proverbs 18:9 in Oriya 9 ଆପଣା କାର୍ଯ୍ୟରେ ଯେ ଅଳସ, ସେ ବିନାଶକର ଭାଇ।
Proverbs 21:17 in Oriya 17 ଯେଉଁ ଲୋକ ଆମୋଦ ଭଲ ପାଏ, ସେ ଦରିଦ୍ର ହେବ; ପୁଣି, ଯେ ଦ୍ରାକ୍ଷାରସ ଓ ତୈଳ ଭଲ ପାଏ, ସେ ଧନବାନ ହେବ ନାହିଁ।
Proverbs 21:20 in Oriya 20 ଜ୍ଞାନବାନ୍ର ଗୃହରେ ବହୁମୂଲ୍ୟ ସମ୍ପତ୍ତି ଓ ତୈଳ ଥାଏ; ମାତ୍ର ମୂର୍ଖ ଲୋକ ତାହା ଗ୍ରାସ କରେ।
Proverbs 23:19 in Oriya 19 ହେ ମୋହର ପୁତ୍ର, ଶୁଣ, ଜ୍ଞାନୀ ହୁଅ, ପୁଣି, ତୁମ୍ଭ ମନକୁ ସତ୍ପଥରେ କଢ଼ାଇ ନିଅ।
Proverbs 27:8 in Oriya 8 ଯେଉଁ ଲୋକ ଆପଣା ସ୍ଥାନ ଛାଡ଼ି ଭ୍ରମଣ କରେ, ସେ ବସାରୁ ଭ୍ରମଣକାରୀ ପକ୍ଷୀର ତୁଲ୍ୟ।
Proverbs 28:7 in Oriya 7 ଯେ ବ୍ୟବସ୍ଥା ମାନେ, ସେ ବୁଦ୍ଧିମାନ୍ ପୁତ୍ର; ପୁଣି, ଯେ ପେଟାର୍ଥୀମାନଙ୍କର ସଙ୍ଗୀ ହୁଏ, ସେ ଆପଣା ପିତାକୁ ଲଜ୍ଜା ଦିଏ।
Proverbs 29:3 in Oriya 3 ଯେଉଁ ଲୋକ ଜ୍ଞାନକୁ ସ୍ନେହ କରେ, ସେ ଆପଣା ପିତାକୁ ଆନନ୍ଦିତ କରେ; ମାତ୍ର ଯେ ବେଶ୍ୟାମାନଙ୍କଠାରେ ଅନୁରକ୍ତ, ସେ ଆପଣା ସମ୍ପତ୍ତି ଉଡ଼ାଇ ଦିଏ।
Ecclesiastes 11:9 in Oriya 9 ହେ ଯୁବା ଲୋକ, ତୁମ୍ଭେ ଆପଣା ଯୌବନାବସ୍ଥାରେ ଆନନ୍ଦ କର ଓ ଯୌବନ କାଳରେ ତୁମ୍ଭର ଚିତ୍ତ ତୁମ୍ଭକୁ ହୃଷ୍ଟ କରୁ, ପୁଣି ଆପଣା ମନର ଗତିରେ ଓ ଆପଣା ଚକ୍ଷୁର ଦର୍ଶନରେ ଚାଲ; ମାତ୍ର ପରମେଶ୍ୱର ଏହିସବୁ ବିଷୟ ଧରି ତୁମ୍ଭକୁ ବିଚାରରେ ଆଣିବେ, ଏହା ତୁମ୍ଭେ ଜ୍ଞାତ ହୁଅ।
Isaiah 1:4 in Oriya 4 ଆହା ପାପିଷ୍ଠ ଗୋଷ୍ଠୀ, ଅଧର୍ମରେ ଭାରଗ୍ରସ୍ତ ଲୋକେ, ଦୁଷ୍କର୍ମକାରୀମାନଙ୍କ ବଂଶ, ଭ୍ରଷ୍ଟାଚାରୀ ସନ୍ତାନଗଣ ! ସେମାନେ ସଦାପ୍ରଭୁଙ୍କୁ ପରିତ୍ୟାଗ କରିଅଛନ୍ତି, ସେମାନେ ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଅବଜ୍ଞା କରିଅଛନ୍ତି, ସେମାନେ ବିମୁଖ ହୋଇ ପଛକୁ ଚାଲି ଯାଇଅଛନ୍ତି।
Isaiah 22:13 in Oriya 13 ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; ଆସ, ଆମ୍ଭେମାନେ ଭୋଜନ ପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।
Isaiah 30:11 in Oriya 11 ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ି ଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
Isaiah 56:12 in Oriya 12 ପ୍ରତ୍ୟେକେ କହନ୍ତି, “ଆସ,” “ଆମ୍ଭେ ଦ୍ରାକ୍ଷାରସ ଆଣିବା ଓ ଆମ୍ଭେମାନେ ସୁରାପାନରେ ମତ୍ତ ହେବା; ପୁଣି, ଯେପରି ଆଜି, ସେହିପରି କାଲି ହେବ, ତାହା ଅପରିମିତ ମହାଦିନ ହେବ।”
Jeremiah 2:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି ?
Jeremiah 2:13 in Oriya 13 କାରଣ ଆମ୍ଭର ଲୋକମାନେ ଦୁଇଟି ଦୋଷ କରି ଅଛନ୍ତି; ସେମାନେ ଅମୃତ ଜଳର ନିର୍ଝର ସ୍ୱରୂପ ଯେ ଆମ୍ଭେ, ଆମ୍ଭକୁ ପରିତ୍ୟାଗ କରିଅଛନ୍ତି, ପୁଣି ଆପଣାମାନଙ୍କ ନିମନ୍ତେ ନାନା କୂପ ଖୋଳିଅଛନ୍ତି, ସେସବୁ ଭଗ୍ନ କୂପ, ଜଳଧାରଣ କରି ନ ପାରେ।
Jeremiah 2:17 in Oriya 17 ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ପଥରେ କଢ଼ାଇ ଘେନି ଯିବା ସମୟରେ ତୁମ୍ଭେ ତାହାଙ୍କୁ ପରିତ୍ୟାଗ କରିବାରୁ ଏହା କି ଆପଣା ପ୍ରତି ଆପେ ଘଟାଇ ନାହଁ ?
Jeremiah 2:31 in Oriya 31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?
Amos 6:3 in Oriya 3 ଏହି ଲୋକମାନେ ଅମଙ୍ଗଳର ଦିନକୁ ଦୂରରେ ରଖୁଅଛନ୍ତି ଓ ଦୌରାତ୍ମ୍ୟର ଆସନକୁ ନିକଟବର୍ତ୍ତୀ କରାଉଅଛନ୍ତି;
Micah 6:3 in Oriya 3 ହେ ଆମ୍ଭର ଲୋକ, ତୁମ୍ଭ ପ୍ରତି ଆମ୍ଭେ କ'ଣ କରିଅଛୁ ? ଓ କାହିଁରେ ଆମ୍ଭେ ତୁମ୍ଭକୁ କ୍ଳାନ୍ତ କରିଅଛୁ ? ଆମ୍ଭ ବିରୁଦ୍ଧରେ ସାକ୍ଷ୍ୟ ଦିଅ।
Luke 15:30 in Oriya 30 କିନ୍ତୁ ତୁମ୍ଭର ଏହି ଯେଉଁ ପୁଅ ବେଶ୍ୟାମାନଙ୍କ ସହିତ ତୁମ୍ଭର ସବୁ ଧନ ଖାଇ ଉଡ଼ାଇ ଦେଇଅଛି, ଯେତେବେଳେ ସେ ଆସିଲା, ସେତେବେଳେ ତୁମ୍ଭେ ତାହା ପାଇଁ ମୋଟା ବାଛୁରିଟି ମାରିଲ।
Luke 16:1 in Oriya 1 ସେ ଶିଷ୍ୟମାନଙ୍କୁ ମଧ୍ୟ କହିଲେ, ଜଣେ ଧନୀ ଲୋକ ଥିଲେ; ତାହାଙ୍କର ଜଣେ ବେବର୍ତ୍ତା ଥିଲେ, ଆଉ ସେ ତାହାଙ୍କର ସମ୍ପତ୍ତି ଅଯଥା ଖର୍ଚ୍ଚ କରିଦେଉଅଛି ବୋଲି ତାହା ବିଷୟରେ ଶୁଣି ସେ ତାହାକୁ ଡାକି କହିଲେ,
Luke 16:19 in Oriya 19 ଜଣେ ଧନୀ ଲୋକ ଥିଲା, ସେ ବହୁମୂଲ୍ୟ ବସ୍ତ୍ର ପିନ୍ଧି ମହା ଆଡ଼ମ୍ବରରେ ପ୍ରତିଦିନ ଆମୋଦ ପ୍ରମୋଦ କରୁଥିଲା;
Romans 13:13 in Oriya 13 ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ।
Ephesians 2:13 in Oriya 13 କିନ୍ତୁ ପୂର୍ବେ ତୁମ୍ଭେମାନେ ଦୂରରେ ଥିଲ ଯେ, ଏବେ ଖ୍ରୀଷ୍ଟ ଯୀଶୁଙ୍କଠାରେ ତାହାଙ୍କ ରକ୍ତ ଦ୍ୱାରା ନିକଟସ୍ଥ ହୋଇଅଛ।
Ephesians 2:17 in Oriya 17 ଆଉ ଦୂରରେ ଥିଲ ଯେ ତୁମ୍ଭେମାନେ, ଉଭୟଙ୍କ ନିକଟରେ ସେ ଆସି ଶାନ୍ତିର ସୁସମାଚାର ପ୍ରଚାର କଲେ;
1 Peter 4:3 in Oriya 3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
2 Peter 2:13 in Oriya 13 ପୁଣି, ଅନ୍ୟାୟ ବେତନ ସ୍ୱରୂପେ ଅଧର୍ମର ଫଳ ଭୋଗ କରିବେ; ସେମାନେ ଦିନବେଳେ ବିଳାସ କରିବାରେ ସୁଖ ପାଆନ୍ତି, ପୁଣି, କଳଙ୍କ ଓ ନିନ୍ଦାର କାରଣ ହୋଇ ତୁମ୍ଭମାନଙ୍କ ସହିତ ଭୋଜନପାନରେ ସୁଖ ପାଇବା ସମୟରେ ଆପଣାମାନଙ୍କର ଭ୍ରଷ୍ଟ କଳ୍ପନାରେ ଉନ୍ମତ୍ତ ହୁଅନ୍ତି।