Luke 16:22 in Oriya 22 କାଳକ୍ରମେ ସେହି ଭିକାରୀଟି ମରିଗଲା ଓ ଦୂତମାନଙ୍କ ଦ୍ୱାରା ଅବ୍ରାହାମଙ୍କ କୋଳକୁ ନିଆଗଲା; ପରେ ସେହି ଧନୀ ଲୋକ ମଧ୍ୟ ମରିଗଲା ଓ ସମାଧି ପାଇଲା।
Other Translations King James Version (KJV) And it came to pass, that the beggar died, and was carried by the angels into Abraham's bosom: the rich man also died, and was buried;
American Standard Version (ASV) And it came to pass, that the beggar died, and that he was carried away by the angels into Abraham's bosom: and the rich man also died, and was buried.
Bible in Basic English (BBE) And in time the poor man came to his end, and angels took him to Abraham's breast. And the man of wealth came to his end, and was put in the earth.
Darby English Bible (DBY) And it came to pass that the poor man died, and that he was carried away by the angels into the bosom of Abraham. And the rich man also died and was buried.
World English Bible (WEB) It happened that the beggar died, and that he was carried away by the angels to Abraham's bosom. The rich man also died, and was buried.
Young's Literal Translation (YLT) `And it came to pass, that the poor man died, and that he was carried away by the messengers to the bosom of Abraham -- and the rich man also died, and was buried;
Cross Reference 2 Kings 9:34 in Oriya 34 ଏଥିଉତ୍ତାରେ ଯେହୂ ଭିତରକୁ ଯାଇ ଭୋଜନପାନ କଲେ; ଆଉ ସେ କହିଲେ, “ଏବେ ସେହି ଶାପଗ୍ରସ୍ତା ସ୍ତ୍ରୀର ବିଷୟ ବୁଝ ଓ ତାକୁ କବର ଦିଅ; କାରଣ ସେ ରାଜକନ୍ୟା।”
Job 3:13 in Oriya 13 ତାହା ହୋଇ ନ ଥିଲେ, ମୁଁ ଏବେ ଶୟନ କରି ଶାନ୍ତିରେ ଥା'ନ୍ତି ମୁଁ ନିଦ୍ରିତ ହୋଇ ବିଶ୍ରାମରେ ଥା'ନ୍ତି;
Job 21:13 in Oriya 13 ସେହି ଦୁଷ୍ଟମାନେ ସମୃଦ୍ଧିରେ ଆପଣା ଆପଣା ଦିନ କ୍ଷେପଣ କରନ୍ତି ଓ ଏକ ନିମିଷରେ ପାତାଳକୁ ଓହ୍ଲାଇ ଯା'ନ୍ତି।
Job 21:30 in Oriya 30 ଦୁଷ୍ଟଲୋକ ବିପଦର ଦିନ ପର୍ଯ୍ୟନ୍ତ ରକ୍ଷିତ ? ଓ ସେମାନେ କୋପର ଦିନ ପର୍ଯ୍ୟନ୍ତ ଘେନା ଯା'ନ୍ତି ?
Psalm 49:6 in Oriya 6 ଯେଉଁମାନେ ଆପଣାମାନଙ୍କ ସମ୍ପତ୍ତିରେ ନିର୍ଭର ରଖନ୍ତି; ଓ ଆପଣାମାନଙ୍କ ଧନର ବାହୁଲ୍ୟରେ ଦର୍ପ କରନ୍ତି;
Psalm 49:16 in Oriya 16 କେହି ଧନବାନ ହେଲେ ଓ ତାହାର ଗୃହର ଐଶ୍ୱର୍ଯ୍ୟ ବୃଦ୍ଧି ପାଇଲେ, ତୁମ୍ଭେ ଭୀତ ହୁଅ ନାହିଁ;
Psalm 73:18 in Oriya 18 ନିଶ୍ଚୟ ତୁମ୍ଭେ ସେମାନଙ୍କୁ ଖସଡ଼ା ସ୍ଥାନରେ ରଖୁଅଛ; ତୁମ୍ଭେ ସେମାନଙ୍କୁ ସର୍ବନାଶରେ ପକାଉଅଛ।
Psalm 91:11 in Oriya 11 କାରଣ ସେ ତୁମ୍ଭର ସବୁ ଗତିରେ ତୁମ୍ଭକୁ ରକ୍ଷା କରିବା ପାଇଁ ଆପଣା ଦୂତଗଣକୁ ତୁମ୍ଭ ବିଷୟରେ ଆଜ୍ଞା ଦେବେ।
Proverbs 14:32 in Oriya 32 ଦୁଷ୍ଟ ଲୋକ ଆପଣା ମନ୍ଦକର୍ମରେ ବିନାଶ ହୁଏ, ମାତ୍ର ମରଣକାଳରେ ଧାର୍ମିକର ଆଶ୍ରୟ ଥାଏ।
Ecclesiastes 8:10 in Oriya 10 ଆହୁରି, ଦୁଷ୍ଟମାନେ କବରପ୍ରାପ୍ତ ହୋଇ ପରଲୋକରେ ଉପସ୍ଥିତ ହେଲେ; ପୁଣି, ଯଥାର୍ଥ କର୍ମକାରୀମାନେ ପବିତ୍ର ସ୍ଥାନକୁ ଗଲେ ଓ ନଗରରୁ ବିସ୍ମୃତ ହେଲେ; ଏହା ହିଁ ଅସାର ଦେଖିଲି।
Isaiah 14:18 in Oriya 18 ଗୋଷ୍ଠୀବର୍ଗର ରାଜାଗଣ, ସେମାନଙ୍କର ସମସ୍ତେ ହିଁ, ସମ୍ଭ୍ରମରେ ଆପଣା ଆପଣା ଗୃହରେ ଶୟନ କରୁଅଛନ୍ତି।
Isaiah 22:16 in Oriya 16 ତୁମ୍ଭେ ଏଠାରେ କଅଣ କରୁଅଛ ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ ? ସେ ତ ଉଚ୍ଚ ସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି !
Isaiah 57:1 in Oriya 1 ଧାର୍ମିକ ଲୋକ ବିନଷ୍ଟ ହେଉଅଛି ଓ ସେ ବିଷୟରେ କେହି ମନୋଯୋଗ କରୁ ନାହିଁ; ପୁଣି, ଭକ୍ତ ଲୋକମାନେ ନିଆ ଯାଉଅଛନ୍ତି, ଧାର୍ମିକମାନେ ଯେ ଆସନ୍ତା ବିପଦରୁ ନିଆ ଯାଉଅଛନ୍ତି, ଏହା କେହି ବିବେଚନା କରୁ ନାହିଁ।
Matthew 8:11 in Oriya 11 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଅନେକେ ପୂର୍ବ ଓ ପଶ୍ଚିମରୁ ଆସି ଅବ୍ରାହାମ, ଇସ୍ହାକ ଓ ଯାକୁବଙ୍କ ସହିତ ସ୍ୱର୍ଗରାଜ୍ୟରେ ଭୋଜନରେ ବସିବେ,
Matthew 13:38 in Oriya 38 କ୍ଷେତ ଜଗତ; ଭଲ ବିହନ ରାଜ୍ୟର ସନ୍ତାନମାନେ; ବାଳୁଙ୍ଗା ପାପାତ୍ମାର ସନ୍ତାନମାନେ;
Matthew 18:10 in Oriya 10 ସାବଧାନ, ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ହିଁ ତୁଚ୍ଛଜ୍ଞାନ କର ନାହିଁ, କାରଣ ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସ୍ୱର୍ଗରେ ସେମାନଙ୍କର ଦୂତମାନେ ସର୍ବଦା ମୋହର ସ୍ୱର୍ଗସ୍ଥ ପିତାଙ୍କ ମୁଖ ଦର୍ଶନ କରନ୍ତି।
Matthew 24:31 in Oriya 31 ଆଉ, ସେ ମହାତୂରୀଧ୍ୱନି ସହିତ ଆପଣା ଦୂତମାନଙ୍କୁ ପଠାଇବେ ଏବଂ ସେମାନେ ଆକାଶର ଏକ ସୀମାରୁ ଅନ୍ୟ ସୀମା ପର୍ଯ୍ୟନ୍ତ ଚତୁର୍ଦ୍ଦିଗରୁ ତାହାଙ୍କର ମନୋନୀତ ଲୋକମାନଙ୍କୁ ଏକତ୍ର କରିବେ।
Mark 8:36 in Oriya 36 ଆଉ ମନୁଷ୍ୟ ଯେବେ ସମସ୍ତ ଜଗତ ଲାଭ କରି ନିଜ ଜୀବନ ହରାଏ, ତେବେ ତାହାର କି ଲାଭ ?
Luke 12:20 in Oriya 20 କିନ୍ତୁ ଈଶ୍ୱର ତାହାକୁ କହିଲେ, ରେ ନିର୍ବୋଧ, ଆଜି ରାତିରେ ତୋର ପ୍ରାଣ ତୋଠାରୁ ନିଆଯିବ; ସେଥିରେ ତୁ ଯାହା ଯାହା ସଞ୍ଚୟ କରିଅଛୁ, ସେହି ସବୁ କାହାର ହେବ ?
John 13:23 in Oriya 23 ଯୀଶୁଙ୍କ ଶିଷ୍ୟମାନଙ୍କ ମଧ୍ୟରୁ ଜଣେ - ଯାହାକୁ ଯୀଶୁ ପ୍ରେମ କରୁଥିଲେ - ସେ ଯୀଶୁଙ୍କ ଦକ୍ଷିଣ ପାଖରେ ବସି ଭୋଜନ କରୁଥିଲେ।
John 21:20 in Oriya 20 ଯୀଶୁ ଯେଉଁ ଶିଷ୍ୟଙ୍କୁ ପ୍ରେମ କରୁଥିଲେ ଓ ଯେ ମଧ୍ୟ ରାତ୍ରିଭୋଜ ସମୟରେ ତାହାଙ୍କ ବକ୍ଷସ୍ଥଳରେ ଆଉଜିପଡ଼ି, ପ୍ରଭୁ, ଆପଣଙ୍କୁ କିଏ ଶତ୍ରୁ ହସ୍ତରେ ସମର୍ପଣ କରିବ ବୋଲି ପଚାରିଥିଲେ, ସେହି ଶିଷ୍ୟଙ୍କୁ ପିତର ବୁଲିପଡ଼ି ପଛରେ ଆସୁଥିବା ଦେଖିଲେ।
Hebrews 1:14 in Oriya 14 ଏମାନେ ସମସ୍ତେ କ'ଣ ସେବାକାରୀ ଆତ୍ମା ନୁହଁନ୍ତି, ପୁଣି, ପରିତ୍ରାଣର ଭାବି ଅଧିକାରୀମାନଙ୍କର ସେବା କରିବାକୁ କି ସେମାନେ ପ୍ରେରିତ ହୋଇ ନାହାଁନ୍ତି ?
Hebrews 2:14 in Oriya 14 ଅତଏବ, ସନ୍ତାନମାନେ ରକ୍ତମାଂସର ସହଭାଗୀ ହୋଇଥିବାରୁ ଖ୍ରୀଷ୍ଟ ମଧ୍ୟ ନିଜେ ସେହିପରି ସେଥିର ସହଭାଗୀ ହେଲେ, ଯେପରି ମୃତ୍ୟୁ ଦ୍ୱାରା ମୃତ୍ୟୁର ଅଧିକାରୀକୁ, ଅର୍ଥାତ୍, ଶୟତାନକୁ ବିନାଶ କରି ପାରନ୍ତି;
James 1:11 in Oriya 11 ଯେଣୁ ସୂର୍ଯ୍ୟ ସତାପରେ ଉଦୟ ହୁଅନ୍ତେ, ଘାସ ଯେପରି ଶୁଖିଯାଏ ଓ ତାହାର ଫୁଲ ଝଡ଼ିପଡ଼େ ପୁଣି, ତାହାର ରୂପର ସୌନ୍ଦର୍ଯ୍ୟ ନାଶ ହୁଏ, ସେହିପରି ଧନୀ ଲୋକ ହିଁ ଆପଣାର ସବୁ ଗତିରେ ଝାଉଁଳି ପଡ଼ିବ।
1 Peter 2:24 in Oriya 24 ଆମ୍ଭେମାନେ ଯେପରି ପାପ ପ୍ରତି ମୃତ ହୋଇ ଧାର୍ମିକତା ନିମନ୍ତେ ଜୀବନ ଯାପନ କରୁ, ଏଥି ନିମନ୍ତେ ସେ ଆପେ କ୍ରୁଶ ଉପରେ ନିଜ ଶରୀରରେ ଆମ୍ଭମାନଙ୍କର ସମସ୍ତ ପାପ ବହନ କଲେ; ତାହାଙ୍କ ପ୍ରହାରରେ ତୁମ୍ଭେମାନେ ସୁସ୍ଥ ହୋଇଅଛ।
Revelation 14:13 in Oriya 13 ପୁଣି, ମୁଁ ସ୍ୱର୍ଗରୁ ଏହି ବାଣୀ ଶୁଣିଲି, ଲେଖ, ଯେଉଁମାନେ ଏଣିକି ପ୍ରଭୁଙ୍କଠାରେ ଥାଇ ମରନ୍ତି, ସେମାନେ ଧନ୍ୟ; ହଁ, ଆତ୍ମା କହୁଅଛନ୍ତି, ସେମାନେ ଆପଣା ଆପଣା ପରିଶ୍ରମରୁ ବିଶ୍ରାମ ପ୍ରାପ୍ତ ହେବେ, କାରଣ ସେମାନଙ୍କ କର୍ମ ସେମାନଙ୍କର ଅନୁବର୍ତ୍ତୀ ହେବ।