Luke 18:11 in Oriya 11 ଫାରୂଶୀ ଠିଆ ହୋଇ ଆପଣା ନିକଟରେ ଏହି ପ୍ରକାର ପ୍ରାର୍ଥନା କରିବାକୁ ଲାଗିଲେ, ହେ ଈଶ୍ୱର, ମୁଁ ତୁମ୍ଭକୁ ଧନ୍ୟବାଦ ଦେଉଅଛି ଯେ, ମୁଁ ଅନ୍ୟ ସମସ୍ତ ଲୋକଙ୍କ ପରି ଅତ୍ୟାଚାରୀ, ଅଧାର୍ମିକ, ବ୍ୟଭିଚାରୀ କିମ୍ବା ଏହି କର ଆଦାୟକାରୀ ପରି ସୁଦ୍ଧା ନୁହେଁ;
Other Translations King James Version (KJV) The Pharisee stood and prayed thus with himself, God, I thank thee, that I am not as other men are, extortioners, unjust, adulterers, or even as this publican.
American Standard Version (ASV) The Pharisee stood and prayed thus with himself, God, I thank thee, that I am not as the rest of men, extortioners, unjust, adulterers, or even as this publican.
Bible in Basic English (BBE) The Pharisee, taking up his position, said to himself these words: God, I give you praise because I am not like other men, who take more than their right, who are evil-doers, who are untrue to their wives, or even like this tax-farmer.
Darby English Bible (DBY) The Pharisee, standing, prayed thus to himself: God, I thank thee that I am not as the rest of men, rapacious, unjust, adulterers, or even as this tax-gatherer.
World English Bible (WEB) The Pharisee stood and prayed to himself like this: 'God, I thank you, that I am not like the rest of men, extortioners, unrighteous, adulterers, or even like this tax collector.
Young's Literal Translation (YLT) the Pharisee having stood by himself, thus prayed: God, I thank Thee that I am not as the rest of men, rapacious, unrighteous, adulterers, or even as this tax-gatherer;
Cross Reference Psalm 134:1 in Oriya 1 ଆରୋହଣ ଗୀତ। ଦେଖ, ହେ ସଦାପ୍ରଭୁଙ୍କ ଦାସସକଳ, ରାତ୍ରିକାଳରେ ସଦାପ୍ରଭୁଙ୍କ ଗୃହରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ଧନ୍ୟବାଦ କର।
Psalm 135:2 in Oriya 2 ସଦାପ୍ରଭୁଙ୍କ ଗୃହରେ, ଆମ୍ଭମାନଙ୍କ ପରମେଶ୍ୱରଙ୍କ ଗୃହ-ପ୍ରାଙ୍ଗଣରେ ଠିଆ ହୋଇଥାଅ ଯେ ତୁମ୍ଭେମାନେ
Isaiah 1:15 in Oriya 15 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ହସ୍ତ ପ୍ରସାର କଲା ବେଳେ ଆମ୍ଭେ ତୁମ୍ଭମାନଙ୍କଠାରୁ ଆପଣା ଚକ୍ଷୁ ଆଚ୍ଛାଦନ କରିବା; ଆହୁରି, ତୁମ୍ଭେମାନେ ଅନେକ ପ୍ରାର୍ଥନା କଲା ବେଳେ ଆମ୍ଭେ ଶୁଣିବା ନାହିଁ। ତୁମ୍ଭମାନଙ୍କ ହସ୍ତ ରକ୍ତରେ ପରିପୂର୍ଣ୍ଣ।
Isaiah 58:2 in Oriya 2 ତଥାପି ସେମାନେ ପ୍ରତିଦିନ ଆମ୍ଭର ଅନ୍ୱେଷଣ କରନ୍ତି ଓ ଆମ୍ଭ ପଥ ବିଷୟ ଜାଣିବାକୁ ସନ୍ତୁଷ୍ଟ ହୁଅନ୍ତି; ଯେଉଁ ଗୋଷ୍ଠୀୟ ଲୋକେ ଧର୍ମକର୍ମ କରନ୍ତି ଓ ଆପଣାମାନଙ୍କ ପରମେଶ୍ୱରଙ୍କର ବିଧାନ ତ୍ୟାଗ କରି ନାହାନ୍ତି, ସେମାନଙ୍କ ପରି ସେମାନେ ଧର୍ମ ବିଧାନ ବିଷୟ ଆମ୍ଭକୁ ପଚାରନ୍ତି ଓ ପରମେଶ୍ୱରଙ୍କର ନିକଟକୁ ଆସିବାକୁ ସନ୍ତୁଷ୍ଟ ହୁଅନ୍ତି।
Isaiah 65:5 in Oriya 5 ସେମାନେ କହନ୍ତି, ସ୍ୱସ୍ଥାନରେ ଛିଡ଼ା ହୁଅ, ଆମ୍ଭ ନିକଟକୁ ଆସ ନାହିଁ, କାରଣ ଆମ୍ଭେ ତୁମ୍ଭ ଅପେକ୍ଷା ପବିତ୍ର; ଏମାନେ ଆମ୍ଭ ନାସିକାରେ ଧର୍ମ ସ୍ୱରୂପ, ସାରାଦିନ ପ୍ରଜ୍ୱଳିତ ଅଗ୍ନି ସ୍ୱରୂପ।
Jeremiah 2:28 in Oriya 28 ମାତ୍ର ତୁମ୍ଭେ ନିଜ ପାଇଁ ଯେଉଁ ଦେବତାମାନଙ୍କୁ ନିର୍ମାଣ କରିଅଛ, ସେମାନେ କାହାନ୍ତି ? ସେମାନେ ଉଠନ୍ତୁ, ଯେବେ ପାରନ୍ତି, ତେବେ ତୁମ୍ଭ ବିପଦ ସମୟରେ ତୁମ୍ଭକୁ ଉଦ୍ଧାର କରନ୍ତୁ; କାରଣ ହେ ଯିହୁଦା, ତୁମ୍ଭ ନଗରସମୂହର ସଂଖ୍ୟା ପ୍ରମାଣେ ତୁମ୍ଭର ଦେବତାମାନେ ଅଛନ୍ତି।
Jeremiah 2:35 in Oriya 35 ତଥାପି ତୁମ୍ଭେ କହିଲ, “ଆମ୍ଭେ ନିର୍ଦ୍ଦୋଷ; ଅବଶ୍ୟ ଆମ୍ଭଠାରୁ ତାହାଙ୍କର କ୍ରୋଧ ଫେରି ଅଛି।” ତୁମ୍ଭେ କହୁଅଛ, “ଆମ୍ଭେ ପାପ କରି ନାହୁଁ,” ଏହେତୁ ଦେଖ, ଆମ୍ଭେ ତୁମ୍ଭର ବିଚାର କରିବା।
Ezekiel 33:31 in Oriya 31 ପୁଣି, ସେମାନେ ଲୋକମାନଙ୍କ ପରି ତୁମ୍ଭ ନିକଟକୁ ଆସନ୍ତି ଓ ଆମ୍ଭ ଲୋକଙ୍କ ପରି ତୁମ୍ଭ ସମ୍ମୁଖରେ ବସନ୍ତି ଓ ତୁମ୍ଭ କଥା ଶୁଣନ୍ତି, ମାତ୍ର ତାହା ପାଳନ କରନ୍ତି ନାହିଁ; କାରଣ ସେମାନେ ମୁଖରେ ବହୁତ ପ୍ରେମ ଦେଖାନ୍ତି, ମାତ୍ର ସେମାନଙ୍କର ଅନ୍ତଃକରଣ ସେମାନଙ୍କର ଲାଭର ଅନୁଗାମୀ ହୁଏ।
Micah 3:11 in Oriya 11 ସେହି ସ୍ଥାନର ପ୍ରଧାନବର୍ଗ ଲାଞ୍ଚ ନେଇ ବିଚାର କରନ୍ତି ଓ ତହିଁର ଯାଜକଗଣ ବେତନ ନେଇ ଶିକ୍ଷା ଦିଅନ୍ତି ଓ ତହିଁର ଭବିଷ୍ୟଦ୍ବକ୍ତାଗଣ ଅର୍ଥ ନେଇ ମନ୍ତ୍ର ପଢ଼ନ୍ତି; ତଥାପି ସେମାନେ ସଦାପ୍ରଭୁଙ୍କ ଉପରେ ନିର୍ଭର କରି କୁହନ୍ତି, ସଦାପ୍ରଭୁ କି ଆମ୍ଭମାନଙ୍କ ମଧ୍ୟରେ ନାହାନ୍ତି ? କୌଣସି ଅମଙ୍ଗଳ ଆମ୍ଭମାନଙ୍କ ନିକଟକୁ ଆସିବ ନାହିଁ।
Matthew 3:7 in Oriya 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Matthew 6:5 in Oriya 5 ପ୍ରାର୍ଥନା କରିବା ସମୟରେ କପଟୀମାନଙ୍କ ପରି ହୁଅ ନାହିଁ, କାରଣ ସେମାନେ ଲୋକ ଦେଖାଇବା ପାଇଁ ସମାଜଗୃହ ଓ ଛକକୋଣରେ ଠିଆ ହୋଇ ପ୍ରାର୍ଥନା କରିବାକୁ ଭଲପାନ୍ତି; ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେମାନେ ଆପଣା ଆପଣା ପୁରସ୍କାର ପାଇଅଛନ୍ତି।
Matthew 19:18 in Oriya 18 ସେ ତାହାଙ୍କୁ ପଚାରିଲେ, କି କି ପ୍ରକାର ଆଜ୍ଞା ? ଯୀଶୁ କହିଲେ, ଏହି ସବୁ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ,
Mark 11:25 in Oriya 25 ପୁଣି, ତୁମ୍ଭେମାନେ ଯେକୌଣସି ସମୟରେ ପ୍ରାର୍ଥନା କରିବାକୁ ଠିଆ ହୁଅ, ଯଦି କାହାରି ବିରୁଦ୍ଧରେ ତୁମ୍ଭମାନଙ୍କର କିଛି କଥା ଥାଏ, ତାହାହେଲେ କ୍ଷମା କର, ଯେପରି ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ମଧ୍ୟ ତୁମ୍ଭମାନଙ୍କର ଅପରାଧସବୁ କ୍ଷମା କରିବେ।
Luke 20:47 in Oriya 47 ସେମାନେ ବିଧବାମାନଙ୍କ ଗୃହସବୁ ଗ୍ରାସ କରନ୍ତି ଓ ଛଳନାରେ ବହୁତ ସମୟ ଧରି ପ୍ରାର୍ଥନା କରନ୍ତି; ସେମାନେ ଗୁରୁତର ଦଣ୍ଡ ପାଇବେ।
1 Corinthians 4:7 in Oriya 7 କାରଣ କିଏ ତୁମ୍ଭକୁ ଶ୍ରେଷ୍ଠ କରିଅଛି ? ଆଉ, ଯାହା ତୁମ୍ଭେ ଦାନ ସ୍ୱରୂପେ ପାଇ ନାହଁ, ଏପରି ତୁମ୍ଭର କ'ଣ ଅଛି ? କିନ୍ତୁ ଯଦି ତୁମ୍ଭେ ତାହା ଦାନ ସ୍ୱରୂପେ ପାଇଅଛ, ତେବେ ତାହା ଦାନ ସ୍ୱରୂପେ ପାଇ ନ ଥିଲା ପରି କାହିଁକି ଗର୍ବ କରୁଅଛ ?
1 Corinthians 15:9 in Oriya 9 କାରଣ ଇଶ୍ବରଙ୍କ ମଣ୍ଡଳୀକୁ ତାଡ଼ନା କରିଥିବାରୁ ପ୍ରେରିତମାନଙ୍କ ମଧ୍ୟରେ ମୁଁ କ୍ଷୁଦ୍ରତମ, ପୁଣି, ପ୍ରେରିତ ନାମରେ ଖ୍ୟାତ ହେବାକୁ ଅଯୋଗ୍ୟ।
Galatians 3:10 in Oriya 10 କାରଣ ଯେତେ ଲୋକ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ କରନ୍ତି, ସେମାନେ ଶାପଗ୍ରସ୍ତ, ଯେଣୁ ଲେଖା ଅଛି, “ଯେ କେହି ମୋଶାଙ୍କ ବ୍ୟବସ୍ଥା ପୁସ୍ତକରେ ଲିଖିତ ସମସ୍ତ କଥା ପାଳନ କରିବା ପାଇଁ ସେଥିରେ ନିତ୍ୟ ପ୍ରବୃତ୍ତ ନ ହୁଏ, ସେ ଶ୍ରାପଗ୍ରସ୍ତ।”
Philippians 3:6 in Oriya 6 ଉଦ୍ଯୋଗ ସମ୍ବନ୍ଧରେ ମଣ୍ଡଳୀର ଜଣେ ତାଡ଼ନାକାରୀ, ପୁଣି, ମୋଶାଙ୍କ ବ୍ୟବସ୍ଥାଗତ ଧାର୍ମିକତା ସମ୍ବନ୍ଧରେ ନିର୍ଦ୍ଦୋଷ ଦେଖାଯାଇଥିଲି।
1 Timothy 1:12 in Oriya 12 ଆମ୍ଭମାନଙ୍କର ଯେଉଁ ପ୍ରଭୁ ଖ୍ରୀଷ୍ଟ ଯୀଶୁ ମୋତେ ଯୋଗ୍ୟ କରିଅଛନ୍ତି, ତାହାଙ୍କୁ ମୁଁ ଧନ୍ୟବାଦ ଦେଉଅଛି ଯେ, ସେ ମୋତେ ବିଶ୍ୱସ୍ତ ମନେ କରି ସେବକ ପଦରେ ନିଯୁକ୍ତ କରିଅଛନ୍ତି,
James 2:9 in Oriya 9 ତାହାହେଲେ ଭଲ କରିଥାଅ; କିନ୍ତୁ ଯଦି ମନୁଷ୍ୟର ମୁଖାପେକ୍ଷା କର, ତାହାହେଲେ ପାପ କରୁଅଛ, ପୁଣି, ସେହି ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ଦୋଷୀ ବୋଲି ପ୍ରମାଣିତ ହୋଇଥାଅ।
Revelation 3:17 in Oriya 17 ତୁମ୍ଭେ କହୁଅଛ, ମୁଁ ଧନୀ, ମୋହର ବହୁତ ସମ୍ପତ୍ତି ଅଛି, ମୋହର କୌଣସି ଅଭାବ ନାହିଁ; ମାତ୍ର ତୁମ୍ଭେ ଯେ ଦୁର୍ଭାଗା, ଦୀନହୀନ, ଦରିଦ୍ର, ଅନ୍ଧ ଓ ଉଲଙ୍ଗ, ଏହା ଜାଣ ନାହିଁ;