Luke 18:13 in Oriya 13 କିନ୍ତୁ କରଗ୍ରାହୀ ଦୂରରେ ଠିଆ ହୋଇ ସ୍ୱର୍ଗଆଡ଼େ ଅନେଇବାକୁ ସୁଦ୍ଧା ସାହସ କଲା ନାହିଁ, କିନ୍ତୁ ନିଜ ଛାତିରେ ମାରିହୋଇ କହିବାକୁ ଲାଗିଲା, ହେ ଈଶ୍ୱର, ମୁଁ ପାପୀ ମୋତେ ଦୟା କରନ୍ତୁ।
Other Translations King James Version (KJV) And the publican, standing afar off, would not lift up so much as his eyes unto heaven, but smote upon his breast, saying, God be merciful to me a sinner.
American Standard Version (ASV) But the publican, standing afar off, would not lift up so much as his eyes unto heaven, but smote his breast, saying, God, be thou merciful to me a sinner.
Bible in Basic English (BBE) The tax-farmer, on the other hand, keeping far away, and not lifting up even his eyes to heaven, made signs of grief and said, God, have mercy on me, a sinner.
Darby English Bible (DBY) And the tax-gatherer, standing afar off, would not lift up even his eyes to heaven, but smote upon his breast, saying, O God, have compassion on me, the sinner.
World English Bible (WEB) But the tax collector, standing far away, wouldn't even lift up his eyes to heaven, but beat his breast, saying, 'God, be merciful to me, a sinner!'
Young's Literal Translation (YLT) `And the tax-gatherer, having stood afar off, would not even the eyes lift up to the heaven, but was smiting on his breast, saying, God be propitious to me -- the sinner!
Cross Reference 2 Chronicles 33:12 in Oriya 12 ପୁଣି, ସେ ଦୁଃଖରେ ଥିବା ବେଳେ ସଦାପ୍ରଭୁ ଆପଣା ପରମେଶ୍ୱରଙ୍କର ଅନ୍ୱେଷଣ କଲେ ଓ ଆପଣା ପିତୃଗଣର ପରମେଶ୍ୱରଙ୍କ ଛାମୁରେ ଆପଣାକୁ ଅତିଶୟ ନମ୍ର କଲେ।
2 Chronicles 33:19 in Oriya 19 ମଧ୍ୟ ତାଙ୍କର ପ୍ରାର୍ଥନା ଓ ପରମେଶ୍ୱର ତାଙ୍କ ପ୍ରତି କିପରି ପ୍ରସନ୍ନ ହେଲେ ଓ ତାଙ୍କର ସକଳ ପାପ ଓ ସତ୍ୟଲଙ୍ଘନ ଓ ସେ ଆପଣାକୁ ନମ୍ର କରିବା ପୂର୍ବେ ଯେଉଁ ଯେଉଁ ସ୍ଥାନରେ ଉଚ୍ଚସ୍ଥଳୀ ନିର୍ମାଣ କରିଥିଲେ, ଆଉ ଆଶେରା ମୂର୍ତ୍ତି ଓ ଖୋଦିତ-ପ୍ରତିମା ସ୍ଥାପନ କରିଥିଲେ; ଦେଖ, ତାହାସବୁ ହୋଶେୟର ପୁସ୍ତକରେ ଲିଖିତ ଅଛି।
2 Chronicles 33:23 in Oriya 23 ପୁଣି, ତାଙ୍କର ପିତା ମନଃଶି ଯେପରି ଆପଣାକୁ ନମ୍ର କରିଥିଲେ, ସେ ସଦାପ୍ରଭୁଙ୍କ ଛାମୁରେ ଆପଣାକୁ ସେପରି ନମ୍ର କଲେ ନାହିଁ; ମାତ୍ର ଏହି ଆମୋନ୍ ଅଧିକ ଅଧିକ ଅପରାଧ କଲେ।
Ezra 9:6 in Oriya 6 “ହେ ମୋହର ପରମେଶ୍ୱର, ମୁଁ ଲଜ୍ଜିତ ଅଛି, ହେ ମୋହର ପରମେଶ୍ୱର, ମୁଁ ତୁମ୍ଭ ଆଡ଼େ ମୁଖ ଟେକିବାକୁ ବିଷଣ୍ଣ ଅଛି; କାରଣ ଆମ୍ଭମାନଙ୍କ ଅପରାଧ ଆମ୍ଭମାନଙ୍କ ମସ୍ତକର ଉର୍ଦ୍ଧ୍ୱରେ ବଢ଼ି ଉଠିଅଛି ଓ ଆମ୍ଭମାନଙ୍କ ଦୋଷ ଗଗନସ୍ପର୍ଶୀ ହୋଇଅଛି।
Job 42:6 in Oriya 6 ଏହେତୁ ମୁଁ ଆପଣାକୁ ଘୃଣା କରୁଅଛି, ପୁଣି ଧୂଳି ଓ ଭସ୍ମରେ ବସି ଅନୁତାପ କରୁଅଛି।
Psalm 25:7 in Oriya 7 ମୋ' ଯୌବନ କାଳର ପାପ ଓ ଅଧର୍ମସବୁ ସ୍ମରଣ କର ନାହିଁ; ହେ ସଦାପ୍ରଭୁ, ତୁମ୍ଭେ ଆପଣାର ମଙ୍ଗଳଭାବ ସକାଶୁ ନିଜ ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋତେ ସ୍ମରଣ କର।
Psalm 25:11 in Oriya 11 ହେ ସଦାପ୍ରଭୁ, ଆପଣା ନାମ ସକାଶୁ ମୋହର ଅପରାଧ କ୍ଷମା କର, କାରଣ ତାହା ବଡ଼।
Psalm 40:12 in Oriya 12 କାରଣ ଅସଂଖ୍ୟ ବିପଦ ମୋତେ ଘେରିଅଛି, ମୋହର ଅଧର୍ମସବୁ ମୋତେ ଗୋଡ଼ାଇ ଧରିଅଛି, ଏହେତୁ ମୁଁ ଉପରକୁ ଅନାଇ ପାରୁ ନାହିଁ; ତାହାସବୁ ମୋ' ମସ୍ତକର କେଶରୁ ଅଧିକ ଓ ମୋହର ହୃଦୟ ମୋତେ ପରିତ୍ୟାଗ କରିଅଛି।
Psalm 41:4 in Oriya 4 ମୁଁ କହିଲି, “ହେ ସଦାପ୍ରଭୁ, ମୋ' ପ୍ରତି ଦୟା କର; ମୋ' ପ୍ରାଣକୁ ସୁସ୍ଥ କର; କାରଣ ମୁଁ ତୁମ୍ଭ ବିରୁଦ୍ଧରେ ପାପ କରିଅଛି।”
Psalm 51:1 in Oriya 1 ପ୍ରଧାନ ବାଦ୍ୟକାର ନିମନ୍ତେ ଦାଉଦଙ୍କର ଗୀତ। ଦାଉଦ ବଥ୍ଶେବାଠାରେ ଗମନ କଲା ଉତ୍ତାରେ ତାଙ୍କ ନିକଟକୁ ନାଥନ ଭବିଷ୍ୟଦ୍ବକ୍ତା ଆସିବା ସମୟରେ ରଚିତ। ହେ ପରମେଶ୍ୱର, ଆପଣା ସ୍ନେହପୂର୍ଣ୍ଣ କରୁଣାନୁସାରେ ମୋ' ପ୍ରତି ଦୟା କର; ତୁମ୍ଭ କୃପାର ବାହୁଲ୍ୟ ଅନୁସାରେ ମୋହର ଅଧର୍ମ ମାର୍ଜନା କର।
Psalm 86:15 in Oriya 15 ମାତ୍ର ହେ ପ୍ରଭୁ, ତୁମ୍ଭେ ସ୍ନେହଶୀଳ ଓ କୃପାବାନ ପରମେଶ୍ୱର, କ୍ରୋଧରେ ଧୀର, ପୁଣି, ଦୟା ଓ ସତ୍ୟତାରେ ପରିପୂର୍ଣ୍ଣ ଅଟ।
Psalm 106:6 in Oriya 6 ଆମ୍ଭେମାନେ ଆପଣାମାନଙ୍କ ପିତୃଗଣ ତୁଲ୍ୟ ପାପ କରିଅଛୁ, ଆମ୍ଭେମାନେ ଅପରାଧ କରିଅଛୁ, ଆମ୍ଭେମାନେ ଅଧର୍ମ କରିଅଛୁ।
Psalm 119:41 in Oriya 41 ବୌ। ହେ ସଦାପ୍ରଭୁ, ତୁମ୍ଭ ଦୟା, ଅର୍ଥାତ୍, ତୁମ୍ଭ ବାକ୍ୟାନୁସାରେ ତୁମ୍ଭ ପରିତ୍ରାଣ ମୋ' ପ୍ରତି ବର୍ତ୍ତୁ।
Psalm 130:3 in Oriya 3 ହେ ସଦାପ୍ରଭୁ, ତୁମ୍ଭେ ଯଦି ଅପରାଧସବୁ ଧରିବ, ତେବେ ହେ ପ୍ରଭୁ, କିଏ ଠିଆ ହେବ ?
Psalm 130:7 in Oriya 7 ହେ ଇସ୍ରାଏଲ, ସଦାପ୍ରଭୁଙ୍କଠାରେ ଭରସା ରଖ; କାରଣ ସଦାପ୍ରଭୁଙ୍କଠାରେ ଦୟା ଅଛି ଓ ତାହାଙ୍କଠାରେ ପ୍ରଚୁର ମୁକ୍ତି ଅଛି।
Isaiah 1:18 in Oriya 18 ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
Isaiah 6:5 in Oriya 5 ତେବେ ମୁଁ କହିଲି, “ହାୟ ହାୟ ! ମୁଁ ନଷ୍ଟ ହେଲି; କାରଣ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ମନୁଷ୍ୟ ଓ ମୁଁ ଅଶୁଚି ଓଷ୍ଠାଧରବିଶିଷ୍ଟ ଗୋଷ୍ଠୀ ମଧ୍ୟରେ ବାସ କରୁଅଛି; ତଥାପି ମୋହର ଚକ୍ଷୁ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କୁ ଦେଖିଅଛି !”
Isaiah 64:5 in Oriya 5 ଯେଉଁ ଲୋକ ଆନନ୍ଦରେ ଧର୍ମାଚରଣ କରେ, ଯେଉଁମାନେ ତୁମ୍ଭ ପଥରେ ତୁମ୍ଭକୁ ସ୍ମରଣ କରନ୍ତି, ତୁମ୍ଭେ ସେମାନଙ୍କ ସହିତ ସାକ୍ଷାତ କରିଥାଅ; ଦେଖ, ତୁମ୍ଭେ କ୍ରୁଦ୍ଧ ଥିଲ ଓ ଆମ୍ଭେମାନେ ପାପ କଲୁ; ଆମ୍ଭେମାନେ ଦୀର୍ଘ କାଳ ତହିଁରେ ରହିଅଛୁ, ଆମ୍ଭେମାନେ କି ପରିତ୍ରାଣ ପାଇବା ?
Jeremiah 31:18 in Oriya 18 ଆମ୍ଭେ ନିଶ୍ଚୟ ଇଫ୍ରୟିମକୁ ଆପଣା ବିଷୟରେ ବିଳାପ କରି ଏହି ପ୍ରକାର କହିବା ଶୁଣିଅଛୁ, ‘ମୁଁ ଅମଣା ବାଛୁରି ପରି ବୋଲି ତୁମ୍ଭେ ମୋତେ ଶାସ୍ତି ଦେଇଅଛ ଓ ମୁଁ ଶାସ୍ତି ଭୋଗ କରିଅଛି; ତୁମ୍ଭେ ମୋତେ ଫେରାଅ, ତହିଁରେ ମୁଁ ଫେରିବି; କାରଣ ତୁମ୍ଭେ ସଦାପ୍ରଭୁ ମୋହର ପରମେଶ୍ୱର।
Ezekiel 16:63 in Oriya 63 ତୁମ୍ଭେ ଯାହା ଯାହା କରିଅଛ, ତୁମ୍ଭର ସେହି ସବୁ ଯେତେବେଳେ ଆମ୍ଭେ କ୍ଷମା କରିବା, ସେତେବେଳେ ତୁମ୍ଭେ ସ୍ମରଣ କରି ଲଜ୍ଜିତ ହେବ ଓ ନିଜ ଅପମାନ ହେତୁ ଆଉ କେବେ ଆପଣା ମୁଖ ଫିଟାଇବ ନାହିଁ।” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।
Daniel 9:5 in Oriya 5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
Daniel 9:7 in Oriya 7 ହେ ପ୍ରଭୁ ଧାର୍ମିକତା ତୁମ୍ଭର ଅଟେ, ମାତ୍ର ଆଜିକାର ନ୍ୟାୟ ମୁଖର ବିବର୍ଣ୍ଣତା ଆମ୍ଭମାନଙ୍କର; ତୁମ୍ଭ ବିରୁଦ୍ଧରେ କୃତ ସତ୍ୟ ଲଙ୍ଘନ ସକାଶୁ ଯିହୁଦାର ଲୋକ ଓ ଯିରୂଶାଲମ ନିବାସୀଗଣ ଓ ତୁମ୍ଭ ଦ୍ୱାରା ତାଡ଼ିତ ସକଳ ଦେଶସ୍ଥ ନିକଟବର୍ତ୍ତୀ ଓ ଦୂରବର୍ତ୍ତୀ ସମସ୍ତ ଇସ୍ରାଏଲ ଲୋକ (ବିବର୍ଣ୍ଣତାର ପାତ୍ର)।
Daniel 9:18 in Oriya 18 ହେ ମୋର ପରମେଶ୍ୱର, କର୍ଣ୍ଣ ଡେରି ଶୁଣ; ଆପଣା ଚକ୍ଷୁ ମେଲି ଆମ୍ଭମାନଙ୍କର ଉଚ୍ଛିନ୍ନତା ପ୍ରତି ଓ ତୁମ୍ଭ ନାମରେ ଖ୍ୟାତ ଏହି ନଗର ପ୍ରତି ଦୃଷ୍ଟିପାତ କର; କାରଣ ଆମ୍ଭେମାନେ ନିଜ ଧାର୍ମିକତା ସକାଶୁ ନୁହେଁ, ମାତ୍ର ତୁମ୍ଭର ମହାଦୟା ସକାଶୁ ତୁମ୍ଭ ଛାମୁରେ ଆମ୍ଭମାନଙ୍କର ନିବେଦନ ଉତ୍ସର୍ଗ କରୁଅଛୁ।
Matthew 9:13 in Oriya 13 କିନ୍ତୁ ଆମ୍ଭେ ବଳିଦାନ ଭଲ ନ ପାଇ ଦୟା ଭଲ ପାଉ, ଏହି ବାକ୍ୟର ମର୍ମ ତୁମ୍ଭେମାନେ ଯାଇ ଶିକ୍ଷା କର, କାରଣ ମୁଁ ଧାର୍ମିକମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସି ନାହିଁ, ମାତ୍ର ପାପୀମାନଙ୍କୁ ଆହ୍ୱାନ କରିବା ନିମନ୍ତେ ଆସିଅଛି।
Luke 5:8 in Oriya 8 କିନ୍ତୁ ଶିମୋନ ପିତର ଏହା ଦେଖି ଯୀଶୁଙ୍କ ଚରଣ ତଳେ ପଡ଼ି କହିଲେ, ହେ ପ୍ରଭୁ, ମୋ ନିକଟରୁ ଚାଲିଯାଅ, ଯେଣୁ ମୁଁ ଜଣେ ପାପୀ ମନୁଷ୍ୟ।
Luke 7:6 in Oriya 6 ସେଥିରେ ଯୀଶୁ ସେମାନଙ୍କ ସହିତ ଗଲେ। ସେ ଘରର ଅଳ୍ପ ଦୂରରେ ଉପସ୍ଥିତ ହୁଅନ୍ତେ, ଶତସେନାପତି ବନ୍ଧୁମାନଙ୍କୁ ପଠାଇ ତାହାଙ୍କୁ କହିଲେ, ପ୍ରଭୁ, କଷ୍ଟ କରନ୍ତୁ ନାହିଁ; କାରଣ ଆପଣ ଯେ ମୋ ଘରେ ପାଦ ପକାଇବେ, ମୁଁ ଏପରି ଯୋଗ୍ୟ ନୁହେଁ;
Luke 15:18 in Oriya 18 ମୁଁ ଉଠି ମୋର ବାପାଙ୍କ ପାଖକୁ ଯିବି ଓ ତାହାଙ୍କୁ କହିବି, ବାପା, ଇଶ୍ବରଙ୍କ ବିରୁଦ୍ଧରେ ଓ ତୁମ୍ଭ ଦୃଷ୍ଟିରେ ମୁଁ ପାପ କଲି;
Luke 17:12 in Oriya 12 ଆଉ ଯୀଶୁ କୌଣସି ଗୋଟିଏ ଗ୍ରାମରେ ପ୍ରବେଶ କରନ୍ତେ ଦଶ ଜଣ କୁଷ୍ଠୀ ତାହାଙ୍କ ସହିତ ସାକ୍ଷାତ୍ କଲେ;
Luke 23:40 in Oriya 40 କିନ୍ତୁ ଅନ୍ୟ ଜଣକ ତାହାକୁ ଧମକ ଦେଇ ଉତ୍ତର ଦେଲା, ତୁ ସମାନ ଦଣ୍ଡ ତ ପାଉଅଛୁ, ତୁ ଈଶ୍ୱରଙ୍କୁ କ'ଣ ଭୟ ମଧ୍ୟ କରୁ ନାହୁଁ ?
Luke 23:48 in Oriya 48 ପୁଣି, ଯେଉଁ ଲୋକସମୂହ ଦେଖିବାକୁ ଏକତ୍ରିତ ହୋଇଥିଲେ, ସେମାନେ ସମସ୍ତେ ସେହି ସବୁ ଘଟଣା ଦେଖି ବକ୍ଷାଘାତ କରୁ କରୁ ବାହୁଡ଼ି ଯିବାକୁ ଲାଗିଲେ।
Acts 2:37 in Oriya 37 ଏହି କଥା ଶୁଣି ସେମାନଙ୍କର ହୃଦୟ ବିଦୀର୍ଣ୍ଣ ହୋଇଗଲା, ପୁଣି, ସେମାନେ ପିତର ଓ ଅବଶିଷ୍ଟ ପ୍ରେରିତମାନଙ୍କୁ କହିଲେ,ଭାଇମାନେ, ଆମ୍ଭେମାନେ କ'ଣ କରିବା ?
Romans 5:8 in Oriya 8 କିନ୍ତୁ ଆମ୍ଭେମାନେ ପାପୀ ଥିବା ସମୟରେ ସୁଦ୍ଧା ଖ୍ରୀଷ୍ଟ ଯେ ଆମ୍ଭମାନଙ୍କ ନିମନ୍ତେ ମୃତ୍ୟୁଭୋଗ କଲେ, ସେଥିରେ ଈଶ୍ୱର ଆମ୍ଭମାନଙ୍କ ପ୍ରତି ଆପଣା ପ୍ରେମ ସପ୍ରମାଣ କରୁଅଛନ୍ତି।
Romans 5:20 in Oriya 20 ଏହାଛଡ଼ା ମୋଶାଙ୍କ ବ୍ୟବସ୍ଥା ମଧ୍ୟ ପ୍ରବେଶ କଲା, ଯେପରି ଅପରାଧ ଅଧିକ ହୁଏ; କିନ୍ତୁ ଯେଉଁଠାରେ ପାପ ଅଧିକ ହେଲା, ସେହିଠାରେ ଅନୁଗ୍ରହ ଆହୁରି ଅତି ଅଧିକ ହେଲା,
2 Corinthians 7:11 in Oriya 11 ଯେଣୁ ଦେଖ, ଇଶ୍ବରଙ୍କ ଇଚ୍ଛାନୁସାରେ ତୁମ୍ଭେମାନେ ଏହି ଯେଉଁ ଦୁଃଖ ପାଇଲ, ତାହା ତୁମ୍ଭମାନଙ୍କଠାରେ କେତେ ଉତ୍ସାହ, ହଁ, କେତେ ଅଭିଯୋଗ ଖଣ୍ଡନ, ହଁ, କେତେ ବିରକ୍ତି, ହଁ, କେତେ ଭୟ, ହଁ କେତେ ଆଗ୍ରହ, ହଁ, କେତେ ଉଦ୍ଯୋଗ, ହଁ, କେତେ ପ୍ରତିକାର ଜନ୍ମାଇଅଛି। ଏବିଷୟରେ ତୁମ୍ଭେମାନେ ସମ୍ପୂର୍ଣ୍ଣ ନିର୍ଦ୍ଦୋଷ ବୋଲି ପ୍ରମାଣଦେଇଅଛ।
1 Timothy 1:15 in Oriya 15 ପାପୀମାନଙ୍କୁ ପରିତ୍ରାଣ କରିବା ନିମନ୍ତେ ଖ୍ରୀଷ୍ଟ ଯୀଶୁ ଯେ ଜଗତକୁ ଆସିଲେ; ଏହି ବାକ୍ୟ ବିଶ୍ୱାସ ଓ ସର୍ବତୋଭାବେ ଗ୍ରହଣ ଯୋଗ୍ୟ; ସେହି ପାପୀମାନଙ୍କ ମଧ୍ୟରେ ମୁଁ ପ୍ରଧାନ।
Hebrews 4:16 in Oriya 16 ଅତଏବ ଆସ, କୃପାପ୍ରାପ୍ତି ନିମନ୍ତେ ପୁଣି, ଉପଯୁକ୍ତ ସମୟରେ ଉପକାରକଙ୍କ ଅନୁଗ୍ରହ ପାଇବା ନିମନ୍ତେ ଆମ୍ଭେମାନେ ସାହସରେ ଅନୁଗ୍ରହ ସିଂହାସନ ନିକଟକୁ ଯାଉ।
Hebrews 8:12 in Oriya 12 କାରଣ ଆମ୍ଭେ ସେମାନଙ୍କର ଅଧର୍ମ ପ୍ରତି ସଦୟ ହେବା, ପୁଣି, ପାପସବୁ ଆଉ ସ୍ମରଣରେ ଆଣିବା ନାହିଁ।
1 John 1:8 in Oriya 8 ଆମ୍ଭମାନଙ୍କର ପାପ ନାହିଁ ! ଏହା ଯଦି କହୁ, ତାହାହେଲେ ଆପଣା ଆପଣାକୁ ପ୍ରବଞ୍ଚନା କରୁ, ପୁଣି, ଆମ୍ଭମାନଙ୍କଠାରେ ସତ୍ୟ ନାହିଁ।