Luke 18:14 in Oriya 14 ମୁଁ ତୁମ୍ଭମାନଙ୍କୁ କହୁଅଛି, ସେ ଲୋକ ନୁହେଁ, ବରଂ କର ଆଦାୟକାରୀ ଧାର୍ମିକ ଗଣିତ ହୋଇ ନିଜ ଘରକୁ ଚାଲିଗଲା; କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, କିନ୍ତୁ ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।
Other Translations King James Version (KJV) I tell you, this man went down to his house justified rather than the other: for every one that exalteth himself shall be abased; and he that humbleth himself shall be exalted.
American Standard Version (ASV) I say unto you, This man went down to his house justified rather than the other: for every one that exalteth himself shall be humbled; but he that humbleth himself shall be exalted.
Bible in Basic English (BBE) I say to you, This man went back to his house with God's approval, and not the other: for everyone who makes himself high will be made low and whoever makes himself low will be made high.
Darby English Bible (DBY) I say unto you, This [man] went down to his house justified rather than that [other]. For every one who exalts himself shall be humbled, and he that humbles himself shall be exalted.
World English Bible (WEB) I tell you, this man went down to his house justified rather than the other; for everyone who exalts himself will be humbled, but he who humbles himself will be exalted."
Young's Literal Translation (YLT) I say to you, this one went down declared righteous, to his house, rather than that one: for every one who is exalting himself shall be humbled, and he who is humbling himself shall be exalted.'
Cross Reference Exodus 18:11 in Oriya 11 ସଦାପ୍ରଭୁ ସମସ୍ତ ଦେବଗଣଠାରୁ ଅଧିକ ମହାନ୍, ଏହା ମୁଁ ଏବେ ଜାଣିଲି। ହଁ, ସେମାନେ ଯେଉଁ ବିଷୟରେ ସେମାନଙ୍କ ବିରୁଦ୍ଧରେ ଗର୍ବ କରିଥିଲେ, (ସେହି ବିଷୟରେ ସେ ମହାନ୍।”)
1 Samuel 1:18 in Oriya 18 ତହୁଁ ସେ କହିଲା, ତୁମ୍ଭ ଦାସୀ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପ୍ରାପ୍ତ ହେଉ। ଆଉ ସେ ସ୍ତ୍ରୀ ଆପଣା ପଥରେ ଗଲା ଓ ଭୋଜନ କଲା, ପୁଣି, ତାହାର ମୁଖ ଆଉ ବିଷର୍ଣ୍ଣ ନୋହିଲା।
Job 9:20 in Oriya 20 ମୁଁ ଧାର୍ମିକ ହେଲେ ହେଁ ମୋର ନିଜ ମୁଖ ମୋତେ ଦୋଷୀ କରିବ। ମୁଁ ସିଦ୍ଧ ହେଲେ ହେଁ ମୋତେ କୁଟିଳ ବୋଲି ତାହା ପ୍ରମାଣ କରିବ।
Job 22:29 in Oriya 29 ସେମାନେ ତୁମ୍ଭକୁ ଅବନତ କଲେ ତୁମ୍ଭେ କହିବ, ଉନ୍ନତି ହେବ ଓ ସେ ନମ୍ର ଲୋକକୁ ରକ୍ଷା କରିବେ।
Job 25:4 in Oriya 4 ତେବେ ମନୁଷ୍ୟ କିପରି ପରମେଶ୍ୱରଙ୍କ ଛାମୁରେ ଧାର୍ମିକ ହୋଇ ପାରିବ ? ଅବା ସ୍ତ୍ରୀଜାତ ଲୋକ କିପରି ଶୁଚି ହୋଇ ପାରିବ ?
Job 40:9 in Oriya 9 ଅବା ତୁମ୍ଭର ବାହୁ କି ପରମେଶ୍ୱରଙ୍କ ବାହୁ ତୁଲ୍ୟ ? ଓ ତୁମ୍ଭେ କି ତାହାଙ୍କ ତୁଲ୍ୟ ରବ କରି ଗର୍ଜ୍ଜନ କରିପାର ?
Psalm 138:6 in Oriya 6 ଯେହେତୁ ସଦାପ୍ରଭୁ ଉଚ୍ଚ ହେଲେ ହେଁ ନୀଚ ଲୋକଙ୍କ ପ୍ରତି ଦୃଷ୍ଟି କରନ୍ତି; ମାତ୍ର ସେ ଗର୍ବୀକୁ ଦୂରରୁ ଚିହ୍ନନ୍ତି।
Psalm 143:2 in Oriya 2 ନିଜ ଦାସକୁ ବିଚାରରେ ଆଣ ନାହିଁ; କାରଣ ତୁମ୍ଭ ଦୃଷ୍ଟିରେ କୌଣସି ଜୀବିତ ମନୁଷ୍ୟ ଧାର୍ମିକ ହୋଇ ପାରିବ ନାହିଁ।
Proverbs 3:34 in Oriya 34 ଯଦ୍ୟପି ସେ ନିନ୍ଦକମାନଙ୍କୁ ନିନ୍ଦା କରନ୍ତି, ତଥାପି ସେ ନମ୍ର ଲୋକମାନଙ୍କୁ ଅନୁଗ୍ରହ ପ୍ରଦାନ କରନ୍ତି।
Proverbs 15:33 in Oriya 33 ସଦାପ୍ରଭୁ ବିଷୟକ ଭୟ ଜ୍ଞାନଜନକ ଉପଦେଶ; ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖରେ ଥାଏ।
Proverbs 16:18 in Oriya 18 ଅହଙ୍କାର ସର୍ବନାଶର ସମ୍ମୁଖରେ ଥାଏ, ପୁଣି, ଦାମ୍ଭିକ ମନ ପତନର ସମ୍ମୁଖରେ ଥାଏ।
Proverbs 18:12 in Oriya 12 ବିନାଶ ସମ୍ମୁଖରେ ମନୁଷ୍ୟର ମନ ଗର୍ବିତ ହୁଏ, ପୁଣି, ନମ୍ରତା ସମ୍ଭ୍ରମର ସମ୍ମୁଖବର୍ତ୍ତୀ।
Proverbs 29:23 in Oriya 23 ମନୁଷ୍ୟର ଅହଙ୍କାର ତାହାକୁ ନତ କରିବ; ମାତ୍ର ଯାହାର ଆତ୍ମା ବିନତ, ସେ ସମ୍ମାନ ପାଇବ।
Ecclesiastes 9:7 in Oriya 7 ତୁମ୍ଭେ ଆପଣା ମାର୍ଗରେ ଯାଅ, ଆନନ୍ଦରେ ଆପଣା ଆହାର ଭୋଜନ କର ଓ ହୃଷ୍ଟଚିତ୍ତରେ ଆପଣା ଦ୍ରାକ୍ଷାରସ ପାନ କର; କାରଣ ପରମେଶ୍ୱର ତୁମ୍ଭର କାର୍ଯ୍ୟ ଗ୍ରହଣ କରି ସାରିଲେଣି।
Isaiah 2:11 in Oriya 11 ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
Isaiah 45:25 in Oriya 25 ଇସ୍ରାଏଲର ସମୁଦାୟ ବଂଶ ସଦାପ୍ରଭୁଙ୍କଠାରେ ଧାର୍ମିକୀକୃତ ହେବେ ଓ ଦର୍ପ କରିବେ।
Isaiah 53:11 in Oriya 11 ସେ ଆପଣା ପ୍ରାଣବେଦନାର ଫଳ ଦେଖି ତୃପ୍ତ ହେବେ; ଆମ୍ଭର ଧାର୍ମିକ ଦାସ ଆପଣାର ଜ୍ଞାନ ଦ୍ୱାରା ଅନେକଙ୍କୁ ଧାର୍ମିକ କରିବେ ଓ ସେ ସେମାନଙ୍କର ଅପରାଧ ବହିବେ।
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Daniel 4:37 in Oriya 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Habakkuk 2:4 in Oriya 4 ଦେଖ, ତାହାର ପ୍ରାଣ ଗର୍ବରେ ଫୁଲିଅଛି, ତାହା ସରଳ ନୁହେଁ; ମାତ୍ର ଧାର୍ମିକ ଲୋକ ଆପଣା ବିଶ୍ୱାସ ଦ୍ୱାରା ବଞ୍ଚିବ।
Matthew 5:3 in Oriya 3 ଆତ୍ମାରେ ଦୀନହୀନ ଲୋକେ ଧନ୍ୟ, କାରଣ ସ୍ୱର୍ଗରାଜ୍ୟ ସେମାନଙ୍କର।
Matthew 23:12 in Oriya 12 ଆଉ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ କେହି ଆପଣକୁ ନତ କରେ ତାହାକୁ ଉନ୍ନତ କରାଯିବ।
Luke 1:52 in Oriya 52 ସେ ଶାସନକର୍ତ୍ତାମାନଙ୍କୁ ସିଂହାସନରୁ ବାହାର କରିଅଛନ୍ତି, ଦୀନହୀନମାନଙ୍କୁ ଉଠାଇଅଛନ୍ତି,
Luke 5:24 in Oriya 24 କିନ୍ତୁ, ପୃଥିବୀରେ ପାପ କ୍ଷମା କରିବାକୁ ମନୁଷ୍ୟପୁତ୍ରଙ୍କର ଯେ ଅଧିକାର ଅଛି, ଏହା ଯେପରି ତୁମ୍ଭେମାନେ ଜାଣିପାର, ଏଥିପାଇଁ ସେ ପକ୍ଷାଘାତ ରୋଗୀକୁ କହିଲେ, ମୁଁ ତୁମ୍ଭକୁ କହୁଅଛି, ଉଠ, ନିଜ ଖଟିଆ ନେଇ ଆପଣା ଘରକୁ ଯାଅ।
Luke 7:47 in Oriya 47 ଏଣୁ ମୁଁ ତୁମ୍ଭକୁ କହୁଅଛି, ଏହାର ଅନେକ ପାପ କ୍ଷମା ହୋଇଅଛି, କାରଣ ସେ ବହୁତ ପ୍ରେମ କଲା; କିନ୍ତୁ ଯାହାକୁ ଅଳ୍ପ କ୍ଷମା ଦିଆଯାଏ, ସେ ଅଳ୍ପ ପ୍ରେମ କରେ।
Luke 10:29 in Oriya 29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ ?
Luke 14:11 in Oriya 11 କାରଣ ଯେ କେହି ଆପଣାକୁ ଉନ୍ନତ ବୋଲି ଦେଖାଏ, ତାହାକୁ ନତ କରାଯିବ, ପୁଣି, ଯେ ଆପଣାକୁ ନତ କରେ, ତାହାକୁ ଉନ୍ନତ କରାଯିବ।
Luke 16:15 in Oriya 15 ସେଥିରେ ଯୀଶୁ ସେମାନଙ୍କୁ କହିଲେ, ଯେଉଁମାନେ ନିଜ ନିଜକୁ ମନୁଷ୍ୟମାନଙ୍କ ଦୃଷ୍ଟିରେ ଧାର୍ମିକ ବୋଲି ଦେଖାନ୍ତି, ତୁମ୍ଭେମାନେ ସେହି ପ୍ରକାର ଲୋକ, କିନ୍ତୁ ଈଶ୍ୱର ତୁମ୍ଭମାନଙ୍କର ହୃଦୟ ଜାଣନ୍ତି; କାରଣ ଯାହା ମନୁଷ୍ୟମାନଙ୍କ ମଧ୍ୟରେ ଉଚ୍ଚୀକୃତ, ତାହା ଇଶ୍ବରଙ୍କ ଦୃଷ୍ଟିରେ ଘୃଣିତ।
Romans 3:20 in Oriya 20 କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ପ୍ରାଣୀ ତାହାଙ୍କ ଛାମୁରେ ଧାର୍ମିକ ଗଣିତ ହେବ ନାହିଁ, ଯେହେତୁ ମୋଶାଙ୍କ ବ୍ୟବସ୍ଥା ଦ୍ୱାରା ପାପର ଜ୍ଞାନ ଜନ୍ମେ।
Romans 4:5 in Oriya 5 କିନ୍ତୁ ଯେ କର୍ମ ଉପରେ ନିର୍ଭର କରେ ନାହିଁ, ମାତ୍ର ଅଧାର୍ମିକକୁ ଧାର୍ମିକ ବୋଲି ଯେ ଗଣନା କରନ୍ତି, ତାହାଙ୍କଠାରେ ବିଶ୍ୱାସ କରେ, ତାହା ପକ୍ଷରେ ତା'ର ବିଶ୍ୱାସ ଧାର୍ମିକତା ବୋଲି ଗଣିତ ହୁଏ।
Romans 5:1 in Oriya 1 ଅତଏବ, ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେବାରୁ ଆମ୍ଭେମାନେ ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ଦ୍ୱାରା ଇଶ୍ବରଙ୍କ ସହିତ ଶାନ୍ତିରେ ଅଛୁ;
Romans 8:33 in Oriya 33 ଇଶ୍ବରଙ୍କ ମନୋନୀତ ଲୋକମାନଙ୍କ ବିରୁଦ୍ଧରେ କିଏ ଅଭିଯୋଗ କରିବ ? ଈଶ୍ୱର ତ ସେମାନଙ୍କୁ ଧାର୍ମିକ ବୋଲି ଗଣନା କରନ୍ତି।
Galatians 2:16 in Oriya 16 ତଥାପି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ମନୁଷ୍ୟ ଧାର୍ମିକ ଗଣିତ ନ ହୋଇ କେବଳ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଯେ ଧାର୍ମିକ ଗଣିତ ହୁଏ, ଏହା ଜାଣି ଆମ୍ଭେମାନେ ମଧ୍ୟ ଯୀଶୁ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ କରିଅଛୁ, ଯେପରି ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା ଧାର୍ମିକ ଗଣିତ ନ ହୋଇ ଖ୍ରୀଷ୍ଟଙ୍କଠାରେ ବିଶ୍ୱାସ ଦ୍ୱାରା ଧାର୍ମିକ ଗଣିତ ହେଉ; କାରଣ ମୋଶାଙ୍କ ବ୍ୟବସ୍ଥାର କ୍ରିୟାକର୍ମ ଦ୍ୱାରା କୌଣସି ମନୁଷ୍ୟ ଧାର୍ମିକ ଗଣିତ ହେବ ନାହିଁ।
James 2:21 in Oriya 21 ଆମ୍ଭମାନଙ୍କ ପିତା ଅବ୍ରହାମ ବେଦି ଉପରେ ଆପଣା ପୁତ୍ର ଇସ୍ହାକଙ୍କୁ ଉତ୍ସର୍ଗ କରିବା ବେଳେ କ'ଣ କର୍ମ ଦ୍ୱାରା ଧାର୍ମିକ ଗଣିତ ହୋଇ ନ ଥିଲେ ?
James 4:6 in Oriya 6 କିନ୍ତୁ ସେ ମଧ୍ୟ ଅଧିକ ଅନୁଗ୍ରହ ଦାନ କରନ୍ତି; ଏଣୁ ଶାସ୍ତ୍ରରେ ଉକ୍ତ ଅଛି, “ଈଶ୍ୱର ଅହଙ୍କାରୀମାନଙ୍କୁ ପ୍ରତିରୋଧ କରନ୍ତି, କିନ୍ତୁ ନମ୍ର ଲୋକମାନଙ୍କୁ ଅନୁଗ୍ରହ ଦାନ କରନ୍ତି।”
James 4:10 in Oriya 10 ପ୍ରଭୁଙ୍କ ଛାମୁରେ ଆପଣା ଆପଣାକୁ ନତ କର, ତାହାହେଲେ ସେ ତୁମ୍ଭମାନଙ୍କୁ ଉନ୍ନତ କରିବେ।
1 Peter 5:5 in Oriya 5 ସେହିପରି, ହେ ଯୁବକମାନେ, ତୁମ୍ଭେମାନେ ପ୍ରାଚୀନମାନଙ୍କର ବଶୀଭୂତ ହୁଅ। ସମସ୍ତେ ପରସ୍ପର ପ୍ରତି ନମ୍ରତାରୂପ ବସ୍ତ୍ର ପରିଧାନ କର, କାରଣ ଈଶ୍ୱର ଅହଂକାରୀମାନଙ୍କୁ ପ୍ରତିରୋଧ କରି ନମ୍ର ଲୋକମାନଙ୍କୁ ଅନୁଗ୍ରହ କରନ୍ତି।