Luke 2:34 in Oriya 34 ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
Other Translations King James Version (KJV) And Simeon blessed them, and said unto Mary his mother, Behold, this child is set for the fall and rising again of many in Israel; and for a sign which shall be spoken against;
American Standard Version (ASV) and Simeon blessed them, and said unto Mary his mother, Behold, this `child' is set for the falling and the rising of many in Israel; and for a sign which is spoken against;
Bible in Basic English (BBE) And Simeon gave them his blessing and said to Mary, his mother, See, this child will be the cause of the downfall and the lifting up of great numbers of people in Israel, and he will be a sign against which hard words will be said;
Darby English Bible (DBY) And Simeon blessed them, and said to Mary his mother, Lo, this [child] is set for the fall and rising up of many in Israel, and for a sign spoken against;
World English Bible (WEB) and Simeon blessed them, and said to Mary, his mother, "Behold, this child is set for the falling and the rising of many in Israel, and for a sign which is spoken against.
Young's Literal Translation (YLT) and Simeon blessed them, and said unto Mary his mother, `Lo, this `one' is set for the falling and rising again of many in Israel, and for a sign spoken against --
Cross Reference Genesis 14:19 in Oriya 19 ସେ ଅବ୍ରାମଙ୍କୁ ଆଶୀର୍ବାଦ କରି କହିଲେ, “ଅବ୍ରାମ ସ୍ୱର୍ଗ ଓ ପୃଥିବୀର ଅଧିକାରୀ ସର୍ବୋପରିସ୍ଥ ପରମେଶ୍ୱରଙ୍କର ଆଶୀର୍ବାଦପାତ୍ର ହେଉନ୍ତୁ;
Genesis 47:7 in Oriya 7 ଏଥିଉତ୍ତାରେ ଯୋଷେଫ ଆପଣା ପିତା ଯାକୁବଙ୍କୁ ଆଣି ଫାରୋଙ୍କ ସାକ୍ଷାତରେ ଉପସ୍ଥିତ କରାଇଲେ; ତହିଁରେ ଯାକୁବ ଫାରୋଙ୍କୁ ଆଶୀର୍ବାଦ କଲେ।
Exodus 39:43 in Oriya 43 ଏଥିରେ ମୋଶା ସେହି ସମସ୍ତ କାର୍ଯ୍ୟ ପ୍ରତି ଦୃଷ୍ଟି କଲେ, ଆଉ ଦେଖ, ସେମାନେ ସବୁ କରିଅଛନ୍ତି; ସଦାପ୍ରଭୁ ଯେପରି ଆଜ୍ଞା ଦେଇଥିଲେ, ସେମାନେ ସେହିପରି ସବୁ କରିଥିଲେ; ତହିଁରେ ମୋଶା ସେମାନଙ୍କୁ ଆଶୀର୍ବାଦ କଲେ।
Leviticus 9:22 in Oriya 22 ତହୁଁ ହାରୋଣ ଲୋକମାନଙ୍କ ପ୍ରତି ଆପଣା ହସ୍ତ ବିସ୍ତାର କରି ସେମାନଙ୍କୁ ଆଶୀର୍ବାଦ କଲେ; ଏହିରୂପେ ପାପାର୍ଥକ ବଳି ଓ ହୋମବଳି ଓ ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଓହ୍ଲାଇ ଆସିଲେ।
Psalm 22:6 in Oriya 6 ମାତ୍ର ମୁଁ କୀଟ, ମନୁଷ୍ୟ ନୁହେଁ; ମନୁଷ୍ୟମାନଙ୍କର ନିନ୍ଦାପାତ୍ର ଓ ଲୋକମାନଙ୍କର ଅବଜ୍ଞାତ।
Psalm 69:9 in Oriya 9 କାରଣ ତୁମ୍ଭ ଗୃହବିଷୟକ ଉଦ୍ଯୋଗ ମୋତେ ଗ୍ରାସ କରିଅଛି। ପୁଣି, ତୁମ୍ଭଙ୍କୁ ନିନ୍ଦା କରିବା ଲୋକମାନଙ୍କ ନିନ୍ଦା ମୋ' ଉପରେ ପଡ଼ିଅଛି।
Isaiah 8:14 in Oriya 14 ତହିଁରେ ସେ ପବିତ୍ର ଆଶ୍ରୟ ସ୍ୱରୂପ ହେବେ, ମାତ୍ର ଇସ୍ରାଏଲର ଉଭୟ ବଂଶ ପ୍ରତି ବିଘ୍ନଜନକ ପ୍ରସ୍ତର ଓ ବାଧାଜନକ ପାଷାଣ ହେବେ, ଯିରୂଶାଲମ ନିବାସୀମାନଙ୍କ ପ୍ରତି ଫାଶ ଓ ଫାନ୍ଦ ସ୍ୱରୂପ ହେବେ।
Isaiah 8:18 in Oriya 18 ଦେଖ, ମୁଁ ଓ ସଦାପ୍ରଭୁଙ୍କ ଦ୍ୱାରା ମୋତେ ଦତ୍ତ ସନ୍ତାନଗଣ ସିୟୋନ ପର୍ବତନିବାସୀ ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଇସ୍ରାଏଲ ମଧ୍ୟରେ ଚିହ୍ନ ଓ ଅଦ୍ଭୁତ ଲକ୍ଷଣ ସ୍ୱରୂପ ଅଟୁ।
Hosea 14:9 in Oriya 9 ଜ୍ଞାନବାନ କିଏ ? ସେ ଏହିସବୁ ବିଷୟ ବୁଝିବ। ବୁଦ୍ଧିମାନ କିଏ ? ସେ ଏସବୁ ଜାଣିବ, କାରଣ ସଦାପ୍ରଭୁଙ୍କର ପଥସକଳ ସରଳ, ଧାର୍ମିକମାନେ ତହିଁରେ ଗମନ କରିବେ; ମାତ୍ର ଆଜ୍ଞା ଲଙ୍ଘନକାରୀମାନେ ତହିଁ ମଧ୍ୟରେ ପତିତ ହେବେ।
Matthew 11:19 in Oriya 19 ମନୁଷ୍ୟପୁତ୍ର ଆସି ଭୋଜନପାନ କରନ୍ତି, ଆଉ ଲୋକେ କହନ୍ତି, ଦେଖ, ଏ ଜଣେ ପେଟୁକ ଓ ମଦୁଆ, କରଗ୍ରାହୀ ଓ ପାପୀମାନଙ୍କର ବନ୍ଧୁ; ମାତ୍ର ଜ୍ଞାନ ଆପଣା କର୍ମ ଦ୍ୱାରା ଯଥାର୍ଥ ବୋଲି ପ୍ରମାଣିତ ହେଲା।
Matthew 12:46 in Oriya 46 ସେ ଲୋକସମୂହକୁ କଥା କହୁଥିବା ସମୟରେ, ଦେଖ, ତାହାଙ୍କ ମାଁ ଓ ଭାଇମାନେ ବାହାରେ ଠିଆ ହୋଇ ତାହାଙ୍କ ସାଙ୍ଗରେ କଥା କହିବାକୁ ଇଚ୍ଛା କରୁଥିଲେ।
Matthew 21:44 in Oriya 44 ଆଉ ଯେ ଏହି ପ୍ରସ୍ତର ଉପରେ ପଡ଼ିବ, ସେ ଖଣ୍ଡବିଖଣ୍ଡ ହେବ, ପୁଣି, ଏହି ପ୍ରସ୍ତର ଯାହା ଉପରେ ପଡ଼ିବ, ତାହାକୁ ତାହା ଚୂର୍ଣ୍ଣବିଚୂର୍ଣ୍ଣ କରିବ।
Matthew 26:65 in Oriya 65 ସେଥିରେ ମହାଯାଜକ ଆପଣା ବସ୍ତ୍ର ଚିରି କହିଲେ, ଏ ଈଶ୍ୱର ନିନ୍ଦା କଲା, ସାକ୍ଷୀରେ ଆମ୍ଭମାନଙ୍କର ଆଉ କ'ଣ ଆବଶ୍ୟକ ? ଦେଖନ୍ତୁ, ଆପଣମାନେ ଏବେ ହେଁ ଈଶ୍ୱର ନିନ୍ଦା ଶୁଣିଲେ,
Matthew 27:40 in Oriya 40 ରେ ମନ୍ଦିରଭଗ୍ନକାରୀ ଓ ତିନି ଦିନରେ ତାହା ନିର୍ମାଣକାରୀ, ତୁ ଯେବେ ଇଶ୍ବରଙ୍କ ପୁତ୍ର, ତେବେ ଆପଣାକୁ ରକ୍ଷା କରି କ୍ରୁଶରୁ ଓହ୍ଲାଇ ଆ।
Matthew 27:63 in Oriya 63 ମହାଶୟ, ଆମ୍ଭମାନଙ୍କର ମନେ ପଢ଼ୁଅଛି, ସେହି ପ୍ରବଞ୍ଚକ ଜୀବିତ ଥିବା ସମୟରେ କହିଥିଲା, ତିନି ଦିନ ପରେ ମୁଁ ଉଠିବି।
John 3:20 in Oriya 20 କାରଣ ଯେ କେହି କୁକର୍ମ କରେ, ଯେ ଜ୍ୟୋତିଃକୁ ଘୃଣା କରେ, ପୁଣି, କାଳେ ତାହାର କର୍ମର ଦୋଷ ପ୍ରକାଶିତ ହୁଏ, ଏଥିପାଇଁ ସେ ଜ୍ୟୋତିଃ ନିକଟକୁ ଆସେ ନାହିଁ।
John 5:18 in Oriya 18 ଏହି କାରଣରୁ ଯିହୂଦୀମାନେ ତାହାଙ୍କୁ ବଧ କରିବା ନିମନ୍ତେ ଆହୁରି ଅଧିକ ଚେଷ୍ଟା କରିବାକୁ ଲାଗିଲେ, ଯେଣୁ ସେ ଯେ ବିଶ୍ରାମବାର ବିଧି ଲଙ୍ଘନ କରୁଥିଲେ, କେବଳ ତାହା ନୁହେଁ, ମାତ୍ର ଈଶ୍ୱରଙ୍କୁ ଆପଣା ପିତା ବୋଲି କହି ନିଜକୁ ଇଶ୍ବରଙ୍କ ସହିତ ସମାନ କରୁଥିଲେ।
John 8:48 in Oriya 48 ଯିହୂଦୀମାନେ ତାହାଙ୍କୁ ଉତ୍ତର ଦେଲେ, ତୁ ଯେ ଜଣେ ଶମିରୋଣୀୟ ଓ ତୋତେ ଯେ ଭୂତ ଲାଗିଅଛି, ଏହା କ'ଣ ଆମ୍ଭେମାନେ ଠିକ କହୁ ନାହୁଁ ?
John 9:24 in Oriya 24 ସେଥିରେ ପୂର୍ବରେ ଅନ୍ଧ ଥିବା ଲୋକକୁ ସେମାନେ ଦ୍ୱିତୀୟ ଥର ଡାକି କହିଲେ, ଈଶ୍ୱରଙ୍କୁ ଗୌରବ ଦିଅ, ସେ ଲୋକଟା ଯେ ପାପୀ, ଏହା ଆମ୍ଭେମାନେ ଜାଣୁ।
Acts 2:36 in Oriya 36 ଅତଏବ, ସମସ୍ତ ଇସ୍ରାଏଲକୂଳ ନିଶ୍ଚୟ ଜାଣନ୍ତୁ ଯେ, ଯେଉଁ ଯୀଶୁଙ୍କୁ ଆପଣମାନ କ୍ରୁଶରେ ବଧ କଲେ, ତାହାଙ୍କୁ ଈଶ୍ୱର, ପ୍ରଭୁ ଓ ଖ୍ରୀଷ୍ଟ ଉଭୟ ପଦରେ ନିଯୁକ୍ତ କରିଅଛନ୍ତି।
Acts 3:15 in Oriya 15 କିନ୍ତୁ ଜୀବନର କର୍ତ୍ତାଙ୍କୁ ବଧ କଲେ; ତାହାଙ୍କୁୁ ଈଶ୍ୱର ମୃତମାନଙ୍କ ମଧ୍ୟରୁ ଉଠାଇଅଛନ୍ତି, ଆମ୍ଭେମାନେ ସେଥିର ସାକ୍ଷୀ।
Acts 4:26 in Oriya 26 ପ୍ରଭୁଙ୍କ ବିରୁଦ୍ଧରେ ଓ ତାହାଙ୍କ ଅଭିଷିକ୍ତଙ୍କ ବିରୁଦ୍ଧରେ, ପୃଥିବୀର ରାଜାମାନେ ଠିଆ ହେଲେ, ପୁଣି, ଶାସନକର୍ତ୍ତାମାନେ ଏକତ୍ର ହେଲେ।
Acts 6:7 in Oriya 7 ଏଣୁ ଇଶ୍ବରଙ୍କ ବାକ୍ୟ ଅଧିକ ବ୍ୟାପିଗଲା ଏବଂ ଯିରୂଶାଲମରେ ଶିଷ୍ୟମାନଙ୍କ ସଂଖ୍ୟା ଅତିଶୟ ବୃଦ୍ଧି ପାଇବାକୁ ଲାଗିଲା; ଆଉ, ଯାଜକମାନଙ୍କ ମଧ୍ୟରୁ ଅନେକ ଅନେକ ଲୋକ ବିଶ୍ୱାସମାର୍ଗ ଅବଲମ୍ବନ କରିବାକୁ ଲାଗିଲେ।
Acts 9:1 in Oriya 1 କିନ୍ତୁ ଶାଉଲ ଏପର୍ଯ୍ୟନ୍ତ ସୁଦ୍ଧା ପ୍ରଭୁଙ୍କ ଶିଷ୍ୟମାନଙ୍କ ବିରୁଦ୍ଧରେ ଭୟ ଓ ପ୍ରାଣନାଶର କଥା କହି ମହାଯାଜକଙ୍କ ନିକଟକୁ ଗଲେ,
Acts 13:45 in Oriya 45 କିନ୍ତୁ ଯିହୂଦୀମାନେ ଲୋକସମୂହଙ୍କୁ ଦେଖି ଇର୍ଷାରେ ପୂର୍ଣ୍ଣ ହେଲେ, ପୁଣି, ନିନ୍ଦା କରୁ କରୁ ପାଉଲଙ୍କ କଥାର ପ୍ରତିବାଦ କରିବାକୁ ଲାଗିଲା।
Acts 17:6 in Oriya 6 ମାତ୍ର ସେମାନଙ୍କୁ ନ ପାଇବାରୁ ସେମାନେ ଯାସୋନ ଓ କେତେକ ବିଶ୍ୱାସୀ ଭାଇମାନଙ୍କୁ ନଗରର ଶାସନକର୍ତ୍ତାମାନଙ୍କ ନିକଟକୁ ଟାଣିଆଣି ଉଚ୍ଚସ୍ୱରରେ ଡାକି କହିଲେ, ଏ ଯେଉଁ ଲୋକଗୁଡ଼ାକ ଜଗତକୁ ଓଲଟପାଲଟ କରି ପକାଇଲେଣି, ସେମାନେ ଏଠାକୁ ମଧ୍ୟ ଆସିଅଛନ୍ତି; ସେମାନଙ୍କୁ ଯାସୋନ ଗ୍ରହଣ କରିଅଛି।
Acts 24:5 in Oriya 5 କାରଣ ଆମ୍ଭେମାନେ ଏହି ଲୋକକୁ ମହାମାରୀ ସ୍ୱରୂପ, ଜଗତର ସର୍ବତ୍ର ସମସ୍ତ ଯିହୂଦୀମାନଙ୍କ ମଧ୍ୟରେ ବିଦ୍ରୋହର ପରିଚାଳକ ଓ ନାଜରିତୀୟ ଦଳର ଜଣେ ପ୍ରଧାନ ନେତା ବୋଲି ଜାଣିଅଛୁ;
Acts 28:22 in Oriya 22 କିନ୍ତୁ ଆପଣଙ୍କ ଭାବ କଅଣ, ତାହା ଆମ୍ଭେମାନେ ଆପଣଙ୍କଠାରୁ ଶୁଣିବାକୁ ଇଚ୍ଛା କରୁଅଛୁ; କାରଣ ଏହି ଦଳ ସମ୍ବନ୍ଧରେ ଆମ୍ଭେମାନେ ଜାଣୁ ଯେ, ସର୍ବତ୍ର ତାହା ବିରୁଦ୍ଧରେ କଥା କୁହାଯାଉଅଛି।
Romans 9:32 in Oriya 32 କାହିଁକି ? କାରଣ ସେମାନେ ବିଶ୍ୱାସ ଦ୍ୱାରା ତାହା ନ ଖୋଜି କର୍ମ ଦ୍ୱାରା ଖୋଜୁଥିଲେ। ସେମାନେ ସେହି ବାଧାଜନକ ପ୍ରସ୍ତରରେ ଝୁଣ୍ଟି ପଡ଼ିଲେ,
1 Corinthians 1:23 in Oriya 23 କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୂଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୂଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,
2 Corinthians 2:15 in Oriya 15 କାରଣ ପରିତ୍ରାଣ ପାଉଥିବା ଓ ବିନାଶ ହେଉଥିବା ଲୋକମାନଙ୍କ ମଧ୍ୟରେ ଆମ୍ଭେମାନେ ଇଶ୍ବରଙ୍କ ଦୃଷ୍ଟିରେ ଖ୍ରୀଷ୍ଟଙ୍କର ସୁଗନ୍ଧ ସ୍ୱରୂପ,
Hebrews 7:1 in Oriya 1 ଏହି ମଲ୍କୀଷେଦକ ଶାଲେମର ରାଜା ଓ ପରାତ୍ପର ଇଶ୍ବରଙ୍କ ଯାଜକ ଥିଲେ। ସେ, ଅବ୍ରହାମ, ରାଜାମାନଙ୍କୁ ସଂହାର କରି ପ୍ରତ୍ୟାବର୍ତ୍ତନ କରିବା ସମୟରେ, ସେ ତାହାଙ୍କ ସଙ୍ଗେ ସାକ୍ଷାତ କରି ଆଶୀର୍ବାଦ କରିଥିଲେ;
Hebrews 7:7 in Oriya 7 ସାନ ଯେ ବଡ଼ଠାରୁ ଆଶୀର୍ବାଦ ପ୍ରାପ୍ତ ହୁଏ, ଏହା ସ୍ୱୀକାର୍ଯ୍ୟ।
Hebrews 12:1 in Oriya 1 ଅତଏବ, ଏଡ଼େ ବୃହତ୍ ମେଘ ତୁଲ୍ୟ ସାକ୍ଷୀମାନଙ୍କ ଦ୍ୱାରା ବେଷ୍ଟିତ ହେବାରୁ ଆସ, ଆମ୍ଭେମାନେ ପ୍ରତ୍ୟେକ ଭାର ଓ ସହଜରେ ବେଷ୍ଟନକାରୀ ପାପ ପରିତ୍ୟାଗ କରି ବିଶ୍ୱାସର ନେତା ଓ ସିଦ୍ଧିଦାତା ଯୀଶୁଙ୍କୁ ଲକ୍ଷ୍ୟ କରି ଧୈର୍ଯ୍ୟ ସହକାରେ ଆମ୍ଭମାନଙ୍କ ଗନ୍ତବ୍ୟ ପଥରେ ଧାବମାନ ହେଉ।
1 Peter 2:7 in Oriya 7 ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର
1 Peter 4:14 in Oriya 14 ଯଦି ତୁମ୍ଭେମାନେ ଖ୍ରୀଷ୍ଟଙ୍କ ନାମ ସକାଶେ ନିନ୍ଦିତ ହୁଅ, ତାହାହେଲେ ତୁମ୍ଭେମାନେ ଧନ୍ୟ, କାରଣ ଗୌରବମୟ ଆତ୍ମା, ଅର୍ଥାତ୍, ଇଶ୍ବରଙ୍କ ଆତ୍ମା, ତୁମ୍ଭମାନଙ୍କଠାରେ ଅଧିଷ୍ଠାନ କରୁଅଛନ୍ତି।