Luke 21:34 in Oriya 34 କିନ୍ତୁ ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ, କାଳେ ତୁମ୍ଭମାନଙ୍କର ହୃଦୟ ମତ୍ତତା ଓ ମଦ୍ୟପାନରେ ପୁଣି, ଜୀବିକା ସମ୍ବନ୍ଧୀୟ ଚିନ୍ତାରେ ଭାରଗ୍ରସ୍ତ ହୁଏ, ଆଉ ସେହି ଦିନ ହଠାତ୍ ତୁମ୍ଭମାନଙ୍କ ଉପରେ ପଡ଼େ;
Other Translations King James Version (KJV) And take heed to yourselves, lest at any time your hearts be overcharged with surfeiting, and drunkenness, and cares of this life, and so that day come upon you unawares.
American Standard Version (ASV) But take heed to yourselves, lest haply your hearts be overcharged with surfeiting, and drunkenness, and cares of this life, and that day come on you suddenly as a snare:
Bible in Basic English (BBE) But give attention to yourselves, for fear that your hearts become over-full of the pleasures of food and wine, and the cares of this life, and that day may come on you suddenly, and take you as in a net:
Darby English Bible (DBY) But take heed to yourselves lest possibly your hearts be laden with surfeiting and drinking and cares of life, and that day come upon you suddenly unawares;
World English Bible (WEB) "So be careful, or your hearts will be loaded down with carousing, drunkenness, and cares of this life, and that day will come on you suddenly.
Young's Literal Translation (YLT) `And take heed to yourselves, lest your hearts may be weighed down with surfeiting, and drunkenness, and anxieties of life, and suddenly that day may come on you,
Cross Reference Leviticus 10:9 in Oriya 9 “ତୁମ୍ଭମାନଙ୍କର ମୃତ୍ୟୁୁ ଯେପରି ନ ହୁଏ, ଏଥିପାଇଁ ଯେଉଁ ସମୟରେ ତୁମ୍ଭେମାନେ ସମାଗମ-ତମ୍ବୁରେ ପ୍ରବେଶ କରିବ, ସେହି ସମୟରେ ତୁମ୍ଭେ କି ତୁମ୍ଭ ସଙ୍ଗୀ ତୁମ୍ଭର ପୁତ୍ରଗଣ ଦ୍ରାକ୍ଷାରସ ଓ ମଦ୍ୟ ପାନ କରିବ ନାହିଁ; ଏହା ତୁମ୍ଭମାନଙ୍କ ପୁରୁଷାନୁକ୍ରମେ ପାଳନୀୟ ଅନନ୍ତକାଳୀନ ବିଧି ହେବ;
Deuteronomy 29:19 in Oriya 19 ଆଉ କେହି ଯେପରି ଏହି ଅଭିଶାପର କଥା ଶୁଣି ମନେ ମନେ ଆପଣାର ଧନ୍ୟବାଦ କରି ନ କହେ ଯେ, ଆମ୍ଭେ ଶୁଖିଲା ସଙ୍ଗେ ଓଦାକୁ ଧ୍ୱଂସ କରିବା ପାଇଁ ଆପଣା ହୃଦୟର କଠିନତା ଅନୁସାରେ ଚଳିଲେ ମଧ୍ୟ ଆମ୍ଭର ମଙ୍ଗଳ ହେବ।
1 Samuel 25:36 in Oriya 36 ଏଉତ୍ତାରେ ଅବୀଗଲ ନାବଲ ନିକଟକୁ ଆସିଲା, ସେତେବେଳେ ଦେଖ, ସେ ଆପଣା ଗୃହରେ ରାଜଭୋଜ ପରି ଭୋଜ କରିଥିଲା; ପୁଣି, ନାବଲ ଅତିଶୟ ମତ୍ତ ଥିବାରୁ ତାହାର ମନ ଅତି ପ୍ରଫୁଲ୍ଲ ଥିଲା; ଏହେତୁ ସକାଳ ଆଲୁଅ ପର୍ଯ୍ୟନ୍ତ ଅବୀଗଲ ତାହାକୁ ଅଳ୍ପ ବା ବହୁତ କୌଣସି କଥା ଜଣାଇଲା ନାହିଁ।
Psalm 35:8 in Oriya 8 ଅଜ୍ଞାତସାରରେ ତାହାକୁ ସର୍ବନାଶ ଘଟୁ ଓ ତାହାର ଗୁପ୍ତ ଜାଲ ତାହାକୁ ହିଁ ଧରୁ; ସର୍ବନାଶ ସହିତ ସେ ତହିଁ ମଧ୍ୟରେ ପଡ଼ୁ।
Proverbs 21:4 in Oriya 4 ଦୁଷ୍ଟ ଲୋକମାନଙ୍କ ପ୍ରଦୀପ ସ୍ୱରୂପ ଯେ ଅହଙ୍କାର-ଦୃଷ୍ଟି ଓ ଗର୍ବିତ ମନ, ତାହା ପାପଜନକ।
Isaiah 28:1 in Oriya 1 ଇଫ୍ରୟିମର ମତ୍ତ ଲୋକମାନଙ୍କର ଓ ଦ୍ରାକ୍ଷାରସରେ ପରାସ୍ତ ଲୋକମାନଙ୍କର ଦର୍ପସୂଚକ ମୁକୁଟ, ଫଳଶାଳୀ ଉପତ୍ୟକାର ମସ୍ତକରେ ଥିବା ତାହାର ସୁନ୍ଦର ଭୂଷଣ ସ୍ୱରୂପ ମ୍ଳାନପ୍ରାୟ ପୁଷ୍ପ, ସନ୍ତାପର ପାତ୍ର !
Isaiah 28:7 in Oriya 7 ମାତ୍ର ଏମାନେ ହିଁ ଦ୍ରାକ୍ଷାରସରେ ଭ୍ରାନ୍ତ ହୋଇଅଛନ୍ତି ଓ ସୁରାପାନ ଦ୍ୱାରା ବିପଥରେ ଯାଇଅଛନ୍ତି; ଯାଜକ ଓ ଭବିଷ୍ୟଦ୍ବକ୍ତା ସୁରାପାନ ଦ୍ୱାରା ଭ୍ରାନ୍ତ ହୋଇଅଛନ୍ତି, ଦ୍ରାକ୍ଷାରସ ସେମାନଙ୍କୁ ଗ୍ରାସ କରିଅଛି, ସୁରାପାନ ଦ୍ୱାରା ସେମାନେ ବିପଥରେ ଯାଇଅଛନ୍ତି; ସେମାନେ ଦର୍ଶନରେ ଭ୍ରାନ୍ତ ହୁଅନ୍ତି, ବିଚାରରେ ଝୁଣ୍ଟି ପଡ଼ନ୍ତି।
Isaiah 56:10 in Oriya 10 ତାହାର ପ୍ରହରୀଗଣ ଅନ୍ଧ, ସେମାନେ ସମସ୍ତେ ଜ୍ଞାନହୀନ; ସେସମସ୍ତେ ଘୁଙ୍ଗା କୁକୁର, ସେମାନେ ଭୁକି ପାରନ୍ତି ନାହିଁ; ସେମାନେ ସ୍ୱପ୍ନଦର୍ଶୀ, ନିଦ୍ରାଳୁ, ଢୁଳାଇବାକୁ ସୁଖ ପା'ନ୍ତି।
Hosea 4:11 in Oriya 11 ବ୍ୟଭିଚାର, ମଦ୍ୟ ଓ ନୂତନ ଦ୍ରାକ୍ଷାରସ ବୁଦ୍ଧି ହରଣ କରେ।
Matthew 13:22 in Oriya 22 ଯେ ବାକ୍ୟ ଶୁଣେ, ପୁଣି, ସାଂସାରିକ ଚିନ୍ତା ଓ ଧନର ମାୟା ବାକ୍ୟକୁ ଚାପିପକାଏ, ଆଉ ସେ ଫଳହୀନ ହୁଏ, ସେହି ଜଣକ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
Matthew 24:39 in Oriya 39 ପୁଣି, ଜଳପ୍ଳାବନ ଆସି ସମସ୍ତଙ୍କୁ ଭସାଇ ନ ନେବା ପର୍ଯ୍ୟନ୍ତ ଯେପରି ଜାଣି ନ ଥିଲେ, ମନୁଷ୍ୟପୁତ୍ରଙ୍କର ଆଗମନ ମଧ୍ୟ ସେହି ପ୍ରକାର ହେବ।
Mark 4:19 in Oriya 19 ସେହି ଅନ୍ୟ ପ୍ରକାର ଲୋକେ ବୁଣାଯାଇଥିବା କଣ୍ଟକମୟ ଭୂମି ସଦୃଶ।
Mark 13:9 in Oriya 9 କିନ୍ତୁ ତୁମ୍ଭେମାନେ ଆପଣା ଆପଣା ବିଷୟରେ ସାବଧାନ ହୋଇଥାଅ; ଲୋକେ ତୁମ୍ଭମାନଙ୍କୁ ବିଚାରସଭାମାନଙ୍କରେ ସମର୍ପଣ କରିବେ, ଆଉ ତୁମ୍ଭେମାନେ ସମାଜଗୃହଗୁଡ଼ିକରେ ପ୍ରହାରିତ ହେବ ଏବଂ ମୋ ସକାଶେ ଶାସନକର୍ତ୍ତା ଓ ରାଜାମାନଙ୍କ ଛାମୁରେ ସେମାନଙ୍କ ପ୍ରତି ସାକ୍ଷ୍ୟ ଦେବା ନିମନ୍ତେ ଠିଆ କରାଯିବ।
Mark 13:35 in Oriya 35 ଅତଏବ, କାଳେ ଗୃହକର୍ତ୍ତା ହଠାତ୍ ଆସି ତୁମ୍ଭମାନଙ୍କୁ ନିଦ୍ରିତ ଦେଖନ୍ତି,
Luke 8:14 in Oriya 14 ଆଉ, କଣ୍ଟାଗଛଗୁଡ଼ାକ ମଧ୍ୟରେ ଯାହା ପଡ଼ିଲା, ତାହା ଏପରି ଲୋକେ, ଯେଉଁମାନେ ଶୁଣି ସାଂସାରିକ ଚିନ୍ତା, ଧନ ଓ ସୁଖଭୋଗର ବସବର୍ତ୍ତୀ ହୋଇ ଜୀବନ ଯାତ୍ରା କରୁ କରୁ ଚାପି ହୋଇଯାନ୍ତି, ପୁଣି, ପରିପକ୍ୱ ଫଳ ଉତ୍ପନ୍ନ କରନ୍ତି ନାହିଁ।
Luke 10:41 in Oriya 41 କିନ୍ତୁ ପ୍ରଭୁ ତାଙ୍କୁ କହିଲେ, ମାର୍ଥା, ମାର୍ଥା, ତୁମ୍ଭେ ବହୁତ ବିଷୟରେ ଚିନ୍ତିତ ଓ ବ୍ୟତିବ୍ୟସ୍ତ ହେଉଅଛ,
Luke 12:40 in Oriya 40 ତୁମ୍ଭେମାନେ ମଧ୍ୟ ପ୍ରସ୍ତୁତ ହୋଇଥାଅ, କାରଣ ଯେଉଁ ସମୟରେ ତୁମ୍ଭେମାନେ ମନେ କରୁ ନ ଥିବ, ସେହି ସମୟରେ ମନୁଷ୍ୟପୁତ୍ର ଆସିବେ।
Luke 12:45 in Oriya 45 କିନ୍ତୁ ଯଦି ସେହି ଦାସ ମୋହର ପ୍ରଭୁଙ୍କ ଆସିବାର ବିଳମ୍ବ ଅଛି ବୋଲି ମନେ ମନେ କହି ଦାସଦାସୀମାନଙ୍କୁ ପ୍ରହାର କରିବାକୁ ଏବଂ ଭୋଜନପାନ କରି ମତ୍ତ ହେବାକୁ ଆରମ୍ଭ କରେ,
Luke 17:3 in Oriya 3 ତୁମ୍ଭେମାନେ ନିଜ ନିଜ ବିଷୟରେ ସାବଧାନ ହୋଇଥାଅ। ଯଦି ତୁମ୍ଭ ଭାଇ ପାପ କରେ, ତେବେ ତାହାକୁ ଅନୁଯୋଗ କର; ଆଉ ସେ ଯଦି ମନ ପରିବର୍ତ୍ତନ କରେ, ତେବେ ତାହାକୁ କ୍ଷମା ଦିଅ।
Luke 21:8 in Oriya 8 ସେଥିରେ ଯୀଶୁ କହିଲେ, ସାବଧାନ, ତୁମ୍ଭେମାନେ ଯେପରି ଭ୍ରାନ୍ତ ନ ହୁଅ; କାରଣ ଅନେକ ଲୋକ ମୋ ନାମରେ ଆସି, ମୁଁ ସେ ଓ ସମୟ ସନ୍ନିକଟ ବୋଲି କହିବେ; ସେମାନଙ୍କ ପଛରେ ଯାଅ ନାହିଁ।
Romans 13:11 in Oriya 11 ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହି ସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ।
1 Corinthians 5:11 in Oriya 11 କିନ୍ତୁ ମୋହର ଲେଖିବାର ଭାବ ଏହା ଥିଲା ଯେ, ଯଦି କୌଣସି ଲୋକ ଭ୍ରାତା ବୋଲି ଖ୍ୟାତ ହୋଇ ବ୍ୟଭିଚାରୀ କି ଧନଲୋଭୀ କି ପ୍ରତିମାପୂଜକ କି ନିନ୍ଦକ କି ମତୁଆଳ କି ପରଦ୍ରବ୍ୟ ଲୁଣ୍ଠନକାରୀ ହୁଏ, ତେବେ ଏପରିଲୋକ ସହିତ ସମ୍ପର୍କ ରଖ ନାହିଁ, ପୁଣି, ତାହା ସାଙ୍ଗରେ ଭୋଜନ ସୁଦ୍ଧା କର ନାହିଁ।
1 Corinthians 6:10 in Oriya 10 କି ପୁଂମୈଥୁନକାରୀ କି ଚୋର କି ଧନଲୋଭୀ କି ମତୁଆଳ କି ନିନ୍ଦକ କି ପରଦ୍ରବ୍ୟ ଲୁଣ୍ଠନକାରୀ, ଏମାନେ ଇଶ୍ବରଙ୍କ ରାଜ୍ୟର ଅଧିକାରୀ ହେବେ ନାହିଁ।
Galatians 5:20 in Oriya 20 କାମୁକତା, ପ୍ରତିମାପୂଜା, ନରହତ୍ୟା, କୁହୁକ, ଶତ୍ରୁତା, ବିବାଦ, ଦ୍ୱେଷ, କ୍ରୋଧ, ସ୍ୱାର୍ଥପରତା, ଦଳଭେଦ, ମତଭେଦ, ଈର୍ଷା,
Philippians 4:6 in Oriya 6 କୌଣସି ବିଷୟରେ ଚିନ୍ତିତ ହୁଅ ନାହିଁ, କିନ୍ତୁ ସମସ୍ତ ବିଷୟରେ ପ୍ରାର୍ଥନା ଓ ବିନତି ଦ୍ୱାରା ଧନ୍ୟବାଦ ସହ ତୁମ୍ଭମାନଙ୍କର ନିବେଦନସବୁ ଇଶ୍ବରଙ୍କ ନିକଟରେ ଜଣାଅ।
1 Thessalonians 5:2 in Oriya 2 କାରଣ ରାତ୍ରିରେ ଚୋର ଆସିଲା ପରି ପ୍ରଭୁଙ୍କ ଦିନ ଯେ ଆସିବ, ଏହା ତୁମ୍ଭେମାନେ ଉତ୍ତମ ରୂପେ ଜାଣ।
Hebrews 12:15 in Oriya 15 କାଳେ କେହି ଇଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
1 Peter 4:3 in Oriya 3 ଯେଣୁ ଅଣଯିହୂଦୀମାନଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ତୁମ୍ଭେମାନେ ଯେତେକାଳ କାମୁକତା, କୁଅଭିଳାଷ, ମଦ୍ୟପାନ, ରଙ୍ଗରସ, ମତ୍ତତା ଓ ଘୃଣ୍ୟ ପ୍ରତିମାପୂଜା କରୁଥିଲ, ତାହା ଯଥେଷ୍ଟ;
2 Peter 3:10 in Oriya 10 ପ୍ରଭୁଙ୍କ ଦିନ ଚୋରର ପରି ଉପସ୍ଥିତ ହେବ। ସେହି ଦିନ ଆକାଶମଣ୍ଡଳ ମହାଶବ୍ଦ ସହ ଲୋପ ପାଇବ, ପୁଣି, ମୌଳିକ ବସ୍ତୁସବୁ ପ୍ରଚଣ୍ଡ ଉତ୍ତାପରେ ତରଳିଯିବ ଏବଂ ପୃଥିବୀ ଓ ତନ୍ମଧ୍ୟସ୍ଥ ମନୁଷ୍ୟକୃତ ବସ୍ତୁସବୁ ଦଗ୍ଧ ହେବ।
2 Peter 3:14 in Oriya 14 ଅତଏବ, ହେ ପ୍ରିୟମାନେ, ତୁମ୍ଭେମାନେ ଏହି ସମସ୍ତ ବିଷୟ ଅପେକ୍ଷା କରୁଥିବାରୁ ତାହାଙ୍କ ଛାମୁରେ ଯେପରି ନିଷ୍କଳଙ୍କ ଓ ଅନିନ୍ଦନୀୟ ହୋଇ ଶାନ୍ତିରେ ଥିବାର ଦେଖାଯିବ, ଏଥିପାଇଁ ଯତ୍ନ କର;
Revelation 3:3 in Oriya 3 ଏଣୁ କିପ୍ରକାରେ ଶିକ୍ଷା ପାଇଅଛ ଓ ଶ୍ରବଣ କରିଅଛ, ତାହା ସ୍ମରଣ କରି ପାଳନ କର ଓ ମନପରିବର୍ତ୍ତନ କର; ଯଦି ଜାଗ୍ରତ ନ ହୁଅ, ତାହାହେଲେ ଆମ୍ଭେ ଚୋର ପରି ଆସିବୁ, ଆଉ କେଉଁ ସମୟରେ ତୁମ୍ଭ ଉପରେ ଆସି ପଡ଼ିବୁ, ତାହା ତୁମ୍ଭେ କୌଣସି ପ୍ରକାରେ ଜାଣିବ ନାହିଁ;