Luke 23:34 in Oriya 34 ସେତେବେଳେ ଯୀଶୁ କହିଲେ, ପିତଃ, ଏମାନଙ୍କୁ କ୍ଷମା କର, କାରଣ ଏମାନେ କ'ଣ କରୁଅଛନ୍ତି, ତାହା ଜାଣନ୍ତି ନାହିଁ। ଆଉ ସେମାନେ ତାହାଙ୍କ ବସ୍ତ୍ରସବୁ ଭାଗ କରିବା ନିମନ୍ତେ ଗୁଲିବାଣ୍ଟ କଲେ।
Other Translations King James Version (KJV) Then said Jesus, Father, forgive them; for they know not what they do. And they parted his raiment, and cast lots.
American Standard Version (ASV) And Jesus said, Father, forgive them; for they know not what they do. And parting his garments among them, they cast lots.
Bible in Basic English (BBE) And Jesus said, Father, let them have forgiveness, for they have no knowledge of what they are doing. And they made division of his clothing among them by the decision of chance.
Darby English Bible (DBY) And Jesus said, Father, forgive them, for they know not what they do. And, parting out his garments, they cast lots.
World English Bible (WEB) Jesus said, "Father, forgive them, for they don't know what they are doing." Dividing his garments among them, they cast lots.
Young's Literal Translation (YLT) And Jesus said, `Father, forgive them, for they have not known what they do;' and parting his garments they cast a lot.
Cross Reference Genesis 50:17 in Oriya 17 ତୁମ୍ଭ ଭାଇମାନେ ତୁମ୍ଭର ମନ୍ଦ କରିଅଛନ୍ତି; ମାତ୍ର ତୁମ୍ଭେ ଅନୁଗ୍ରହ କରି ସେମାନଙ୍କର ସେହି ଅଧର୍ମ ଓ ପାପ ମାର୍ଜ୍ଜନା କରିବ; ଏଥିପାଇଁ ଆମ୍ଭେମାନେ ବିନୟ କରୁଅଛୁ, ତୁମ୍ଭ ପୈତୃକ ପରମେଶ୍ୱରଙ୍କ ଦାସଗଣର ଅଧର୍ମ ମାର୍ଜ୍ଜନା କର।” ସେମାନେ ଏହି କଥା କହିବା ବେଳେ ଯୋଷେଫ କାନ୍ଦିବାକୁ ଲାଗିଲେ।
Psalm 22:18 in Oriya 18 ସେମାନେ ଆପଣାମାନଙ୍କ ମଧ୍ୟରେ ମୋହର ବସ୍ତ୍ର ବିଭାଗ କରନ୍ତି ଓ ସେମାନେ ମୋ' ଉତ୍ତରୀୟ ବସ୍ତ୍ର ପାଇଁ ଗୁଲିବାଣ୍ଟ କରନ୍ତି।
Psalm 106:16 in Oriya 16 ଆହୁରି, ସେମାନେ ଛାଉଣିରେ ମୋଶାଙ୍କ ପ୍ରତି ଓ ସଦାପ୍ରଭୁଙ୍କର ସଦ୍ଭକ୍ତ ହାରୋଣଙ୍କ ପ୍ରତି ଈର୍ଷାଭାବ ବହିଲେ।
Isaiah 53:12 in Oriya 12 ଏହେତୁ ଆମ୍ଭେ ମହତମାନଙ୍କ ମଧ୍ୟରେ ତାହାଙ୍କୁ ଅଂଶ ଦେବା ଓ ସେ ପରାକ୍ରମୀମାନଙ୍କ ସଙ୍ଗେ ଲୁଟିତ ବିଭାଗ କରି ନେବେ; କାରଣ ସେ ମୃତ୍ୟୁୁମୁଖରେ ଆପଣା ପ୍ରାଣ ଢାଳି ଦେଲେ; ଓ ଅଧାର୍ମିକମାନଙ୍କ ସହିତ ଗଣିତ ହେଲେ; ତଥାପି ସେ ଅନେକଙ୍କର ପାପଭାର ବହନ କଲେ ଓ ଅଧାର୍ମିକମାନଙ୍କ ନିମନ୍ତେ ପ୍ରାର୍ଥନା କଲେ।
Matthew 5:44 in Oriya 44 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର, ପୁଣି, ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କ ନିମନ୍ତେ ପ୍ରାର୍ଥନା କର,
Matthew 11:25 in Oriya 25 ସେହି ସମୟରେ ଯୀଶୁ ଉତ୍ତର ଦେଲେ, ପିତଃ, ସ୍ୱର୍ଗ ଓ ପୃଥିବୀର ପ୍ରଭୁ, ତୁମ୍ଭେ ଜ୍ଞାନୀ ଓ ବୁଦ୍ଧିମାନ ଲୋକମାନଙ୍କଠାରୁ ଏହି ସମସ୍ତ ବିଷୟ ଗୁପ୍ତ ରଖି ଶିଶୁମାନଙ୍କ ନିକଟରେ ପ୍ରକାଶ କଲ, ଏନିମନ୍ତେ ତୁମ୍ଭର ସ୍ତୁତିବାଦ କରୁଅଛି;
Mark 15:24 in Oriya 24 ପରେ ସେମାନେ ତାହାଙ୍କୁ କ୍ରୁଶରେ ଚଢ଼ାଇଲେ, ପୁଣି, କିଏ କ'ଣ ପାଇବ, ତାହା ଗୁଲିବାଣ୍ଟ ଦ୍ୱାରା ସ୍ଥିର କରି ତାହାଙ୍କ ବସ୍ତ୍ରସବୁ ଆପଣା ଆପଣା ମଧ୍ୟରେ ଭାଗ କରି ନେଲେ।
Luke 6:27 in Oriya 27 କିନ୍ତୁ ଶୁଣୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି, ତୁମ୍ଭମାନଙ୍କ ଶତ୍ରୁମାନଙ୍କୁ ପ୍ରେମ କର; ଯେଉଁମାନେ ତୁମ୍ଭମାନଙ୍କୁ ଘୃଣା କରନ୍ତି, ସେମାନଙ୍କର ମଙ୍ଗଳ କର;
Luke 12:47 in Oriya 47 ଆଉ ଯେଉଁ ଦାସ ନିଜ ପ୍ରଭୁଙ୍କ ଇଚ୍ଛା ଜାଣି ପ୍ରସ୍ତୁତ ହୋଇ ନ ଥାଏ କିମ୍ବା ତାହାଙ୍କର ଇଚ୍ଛାନୁସାରେ କାର୍ଯ୍ୟ କରି ନ ଥାଏ,
Luke 23:47 in Oriya 47 ଶତସେନାପତି ଏହି ଘଟଣା ଦେଖି ଇଶ୍ବରଙ୍କ ଗୌରବ କରି କହିଲେ, ନିଶ୍ଚୟ ଏ ବ୍ୟକ୍ତି ଧାର୍ମିକ ଥିଲେ।
John 15:22 in Oriya 22 ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହା- ହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରି ପାରନ୍ତି ନାହିଁ।
John 19:11 in Oriya 11 ଯୀଶୁ ଉତ୍ତର ଦେଲେ, ଯଦି ଊର୍ଦ୍ଧ୍ୱରୁ ଆପଣଙ୍କୁ ଦିଆଯାଇ ନ ଥାଆନ୍ତା, ତାହାହେଲେ ମୋ' ବିରୁଦ୍ଧରେ ଆପଣଙ୍କର କୌଣସି ଅଧିକାର ନ ଥାଆନ୍ତା; ଏଣୁ ଯେ ମୋତେ ଆପଣଙ୍କ ହସ୍ତରେ ସମର୍ପଣ କରିଅଛି, ତାହାର ପାପ ଗୁରୁତର।
John 19:23 in Oriya 23 ସୈନ୍ୟମାନେ ଯୀଶୁଙ୍କୁ କ୍ରୁଶରେ ଚଢ଼ାଇଲା ଉତ୍ତାରେ ତାହାଙ୍କ ବସ୍ତ୍ର ଘେନି ଚାରି ଭାଗ କଲେ, ପ୍ରତ୍ୟେକ ସୈନ୍ୟ ପାଇଁ ଏକ ଏକ ଭାଗ, ଆଉ ସେମାନେ ତାହାଙ୍କ ଅଙ୍ଗରଖା ମଧ୍ୟ ନେଲେ। ସେହି ଅଙ୍ଗରଖା ସିଲେଇ ନ ହୋଇ ଉପରୁ ତଳ ଯାଏ ସମୁଦାୟ ବୁଣା ହୋଇଥିଲା।
Acts 3:17 in Oriya 17 ଆଉ ଏବେ, ହେ ଭାଇମାନେ, ଆପଣମାନଙ୍କ ଅଧ୍ୟକ୍ଷମାନେ ଯେପରି, ଆପଣମାନେ ମଧ୍ୟ ସେପରି ଅଜ୍ଞାନତା ହେତୁ ଏହା କରିଅଛନ୍ତି ବୋଲି ମୁଁ ଜାଣେ।
Acts 7:60 in Oriya 60 ପୁଣି, ସେ ଆଣ୍ଠୋଇପଡ଼ି ଉଚ୍ଚସ୍ୱରରେ ଡାକି କହିଲେ, ହେ ପ୍ରଭୁ, ଏହି ପାପ ଏମାନଙ୍କ ବିରୁଦ୍ଧରେ ଗଣନା କର ନାହିଁ। ସେ ଏହା କହି ମହାନିଦ୍ରା (ମୃତ୍ୟୁ) ବରଣ କଲେ।
Romans 12:14 in Oriya 14 ଯେଉଁମାନେ ତୁମ୍ଭମାନଙ୍କୁ ତାଡ଼ନା କରନ୍ତି, ସେମାନଙ୍କୁ ଆଶୀର୍ବାଦ କର; ଆଶୀର୍ବାଦ କର, ଅଭିଶାପ ଦିଅ ନାହିଁ।
1 Corinthians 2:8 in Oriya 8 ଏହି ଯୁଗର ନେତାମାନଙ୍କ ମଧ୍ୟରେ କେହି ତାହା ଜାଣି ନାହାଁନ୍ତି, କାରଣ ସେମାନେ ତାହା ଜାଣିଥିଲେ ଗୌରବମୟ ପ୍ରଭୁଙ୍କୁ କ୍ରୁଶରେ ହତ କରି ନ ଥାଆନ୍ତେ;
1 Corinthians 4:12 in Oriya 12 ସ୍ୱହସ୍ତରେ କର୍ମ କରି ପରିଶ୍ରମ କରୁଅଛୁ, ନିନ୍ଦିତ ହୋଇ ଆଶୀର୍ବାଦ କରୁଅଛୁ, ତାଡ଼ନା ପ୍ରାପ୍ତ ହୋଇ ସହ୍ୟ କରୁଅଛୁ,
1 Timothy 1:13 in Oriya 13 ଯଦ୍ୟପି ମୁଁ ପୂର୍ବେ ନିନ୍ଦକ, ତାଡ଼ନାକାରୀ ଓ ଅତ୍ୟାଚାରୀ ଥିଲି; କିନ୍ତୁ ମୁଁ ଅବିଶ୍ୱାସ ହେତୁ ଅଜ୍ଞାନ ପଣରେ ତାହା କରିଥିଲି ବୋଲି ଦୟା ପାଇଲି;
1 Peter 2:20 in Oriya 20 ଯେଣୁ ତୁମ୍ଭେମାନେ ଆପଣା ଆପଣା ଦୋଷ ହେତୁ ଯଦି ପ୍ରହାର ସହ୍ୟ କର, ତେବେ ସେଥିରେ ଅବା କ'ଣ ସୁଖ୍ୟାତି ? କିନ୍ତୁ ଯଦି ସତ୍କର୍ମ କରି ଦୁଃଖ ସହ୍ୟ କର, ତେବେ ତାହା ଇଶ୍ବରଙ୍କ ନିକଟରେ ପ୍ରଶଂସାର ବିଷୟ।
1 Peter 3:9 in Oriya 9 ଅନିଷ୍ଟ ପରିବର୍ତ୍ତରେ ଅନିଷ୍ଟ କିଅବା ନିନ୍ଦାର ପରିବର୍ତ୍ତରେ ନିନ୍ଦା ନ କରି ଅନ୍ୟ ପକ୍ଷରେ ବରଂ ଆଶୀର୍ବାଦ କର, କାରଣ ତୁମ୍ଭେମାନେ ଯେପରି ଆଶୀର୍ବାଦର ଅଧିକାରୀ ହୁଅ, ଏଥିପାଇଁ ଆହୂତ ହୋଇଅଛ।