Luke 6:38 in Oriya 38 ଦାନ କର, ତାହାହେଲେ ତୁମ୍ଭମାନଙ୍କୁ ଦାନ ଦିଆଯିବ; ଲୋକେ ମାଣକୁ ପୁରା କରି ତାହାକୁ ଚାପି ହଲାଇ ଉଛୁଳାଇ ତୁମ୍ଭମାନଙ୍କ ଅଣ୍ଟିରେ ଦେବେ; କାରଣ ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ପୁଣି, ମପାଇଦିଆଯିବ।
Other Translations King James Version (KJV) Give, and it shall be given unto you; good measure, pressed down, and shaken together, and running over, shall men give into your bosom. For with the same measure that ye mete withal it shall be measured to you again.
American Standard Version (ASV) give, and it shall be given unto you; good measure, pressed down, shaken together, running over, shall they give into your bosom. For with what measure ye mete it shall be measured to you again.
Bible in Basic English (BBE) Give, and it will be given to you; good measure, crushed down, full and running over, they will give to you. For in the same measure as you give, it will be given to you again.
Darby English Bible (DBY) Give, and it shall be given to you; good measure, pressed down, and shaken together, and running over, shall be given into your bosom: for with the same measure with which ye mete it shall be measured to you again.
World English Bible (WEB) "Give, and it will be given to you: good measure, pressed down, shaken together, and running over, will be given to you.{literally, into your bosom.} For with the same measure you measure it will be measured back to you."
Young's Literal Translation (YLT) `Give, and it shall be given to you; good measure, pressed, and shaken, and running over, they shall give into your bosom; for with that measure with which ye measure, it shall be measured to you again.'
Cross Reference Deuteronomy 15:10 in Oriya 10 ତୁମ୍ଭେ ତାହାକୁ ଅବଶ୍ୟ ଦେବ, ପୁଣି ତାହାକୁ ଦେବା ବେଳେ ତୁମ୍ଭର ହୃଦୟ ଦୁଃଖିତ ହେବ ନାହିଁ; କାରଣ ସେହି କର୍ମ ସକାଶୁ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭର ସମସ୍ତ କର୍ମରେ ଓ ତୁମ୍ଭେ ଯେଉଁ ଯେଉଁ ବିଷୟରେ ହାତ ଦିଅ, ସେସବୁରେ ତୁମ୍ଭକୁ ଆଶୀର୍ବାଦ କରିବେ।
Deuteronomy 19:16 in Oriya 16 ଯେବେ ଅଧର୍ମୀ ସାକ୍ଷୀ କାହାରି ବିରୁଦ୍ଧରେ ଉଠି ଅବିଧି କାର୍ଯ୍ୟ ବିଷୟରେ ସାକ୍ଷ୍ୟ ଦିଏ,
Judges 1:7 in Oriya 7 ଏଥିରେ ଅଦୋନୀବେଷକ୍ କହିଲା, “ସତୁରି ଜଣ ରାଜା ଯାହାଙ୍କର ହସ୍ତ ଓ ପାଦର ବୃଦ୍ଧାଙ୍ଗୁଳି ଛିନ୍ନ କରାଯାଇଥିଲା, ସେମାନେ ଆମ୍ଭ ମେଜ ତଳେ ଆପଣାମାନଙ୍କ ଆହାର ସାଉଣ୍ଟୁ ଥିଲେ; ମୁଁ ଯେପରି କଲି, ପରମେଶ୍ୱର ସେପରି ମୋତେ ପ୍ରତିଫଳ ଦେଲେ।” ପୁଣି, ଲୋକମାନେ ତାକୁ ଯିରୂଶାଲମକୁ ଆଣିଲେ ଓ ସେ ସେଠାରେ ମଲା।
Ezra 7:27 in Oriya 27 ଯେଉଁ ସଦାପ୍ରଭୁ ଆମ୍ଭମାନଙ୍କ ପିତୃଗଣର ପରମେଶ୍ୱର ସଦାପ୍ରଭୁଙ୍କ ଯିରୂଶାଲମସ୍ଥିତ ଗୃହ ଶୋଭାନ୍ୱିତ କରିବାକୁ ରାଜାର ଅନ୍ତଃକରଣକୁ ଏରୂପ ଉଦ୍ଦୀପିତ କରିଅଛନ୍ତି,
Esther 7:10 in Oriya 10 ଏଥିରେ ହାମନ୍ ମର୍ଦ୍ଦଖୟ ନିମନ୍ତେ ଯେଉଁ ଫାଶୀକାଠ ପ୍ରସ୍ତୁତ କରିଥିଲେ, ତହିଁ ଉପରେ ସେମାନେ ହାମନ୍କୁ ଫାଶୀ ଦେଲେ; ତହିଁରେ ରାଜାଙ୍କ କ୍ରୋଧ ଶାନ୍ତ ହେଲା।
Esther 9:25 in Oriya 25 ମାତ୍ର ରାଜା ଛାମୁକୁ (ଏ ବିଷୟ) ଆସନ୍ତେ, ସେ ଏହି ଆଜ୍ଞାପତ୍ର ଦେଲା, “ହାମନ୍ ଯିହୁଦୀୟମାନଙ୍କ ବିରୁଦ୍ଧରେ ଯେଉଁ ଦୁଷ୍ଟ-ସଂକଳ୍ପ କରିଅଛି, ତାହା ତାହାର ନିଜ ମସ୍ତକରେ ବର୍ତ୍ତୁ, ପୁଣି ସେ ଓ ତାହାର ପୁତ୍ରମାନେ ଫାଶୀକାଠରେ ଟଙ୍ଗା ଯାଉନ୍ତୁ।”
Job 31:16 in Oriya 16 ଯେବେ ମୁଁ ଦରିଦ୍ରମାନଙ୍କୁ ସେମାନଙ୍କ ବାଞ୍ଛିତ ବିଷୟରୁ ଅଟକାଇଥାଏ, ଅବା ବିଧବାର ଦୃଷ୍ଟି ମ୍ଳାନ କରିଥାଏ;
Job 42:11 in Oriya 11 ତହିଁରେ ଆୟୁବର ସମସ୍ତ ଭ୍ରାତା ଓ ସମସ୍ତ ଭଗିନୀ ଓ ତାହାର ପୂର୍ବ ପରିଚିତ ସମସ୍ତେ ତାହା ନିକଟକୁ ଆସି ତାହାର ଗୃହରେ ତାହା ସଙ୍ଗେ ଭୋଜନ କଲେ; ଆଉ, ସଦାପ୍ରଭୁ ତାହା ଉପରେ ଯେସବୁ ବିପଦ ଘଟାଇଥିଲେ, ତହିଁ ସକାଶୁ ସେମାନେ ଦୁଃଖ ପ୍ରକାଶ କରି ତାହାକୁ ସାନ୍ତ୍ୱନା କଲେ; ମଧ୍ୟ ପ୍ରତ୍ୟେକ ଲୋକ ଏକ ଏକ କସୀତା ମୁଦ୍ରା ଓ ପ୍ରତ୍ୟେକେ ଏକ ଏକ ସୁବର୍ଣ୍ଣ ମୁଦ୍ରିକା ଦେଲେ।
Psalm 18:25 in Oriya 25 ଦୟାଳୁ ପ୍ରତି ତୁମ୍ଭେ ଆପଣାକୁ ଦୟାଳୁ ଦେଖାଇବ; ସିଦ୍ଧ ଲୋକ ପ୍ରତି ତୁମ୍ଭେ ଆପଣାକୁ ସିଦ୍ଧ ଦେଖାଇବ;
Psalm 41:1 in Oriya 1 ପ୍ରଧାନ ବାଦ୍ୟକର ନିମନ୍ତେ ଦାଉଦଙ୍କର ଗୀତ। ଯେଉଁ ଜନ ଦୀନହୀନଙ୍କୁ ତତ୍ତ୍ୱାବଧାନ କରେ, ସେ ଧନ୍ୟ; ସଦାପ୍ରଭୁ ଦୁର୍ଦ୍ଦଶା ଦିନରେ ତାହାକୁ ଉଦ୍ଧାର କରିବେ।
Psalm 79:12 in Oriya 12 ପୁଣି, ହେ ପ୍ରଭୁ, ଆମ୍ଭମାନଙ୍କ ପ୍ରତିବାସୀଗଣ ତୁମ୍ଭଙ୍କୁ ଯେଉଁ ନିନ୍ଦା କରିଅଛନ୍ତି, ସେହି ନିନ୍ଦାର ସାତ ଗୁଣ ପ୍ରତିଫଳ ସେମାନଙ୍କ କ୍ରୋଡ଼ରେ ଦିଅ।
Proverbs 3:9 in Oriya 9 ତୁମ୍ଭେ ଆପଣା ଧନରେ ଓ ସମସ୍ତ ଆୟର ପ୍ରଥମ ଫଳରେ ସଦାପ୍ରଭୁଙ୍କର ସମାଦର କର।
Proverbs 10:22 in Oriya 22 ସଦାପ୍ରଭୁଙ୍କ ଆଶୀର୍ବାଦ ଧନବାନ କରେ, ପୁଣି, ସେ ତାହା ସଙ୍ଗରେ ଦୁଃଖ ଯୋଗ କରନ୍ତି ନାହିଁ।
Proverbs 19:17 in Oriya 17 ଯେ ଦରିଦ୍ରକୁ ଦୟା କରେ, ସେ ସଦାପ୍ରଭୁଙ୍କୁ ଋଣ ଦିଏ; ପୁଣି, ସେ ତାହାର ଉତ୍ତମ କର୍ମର ପରିଶୋଧ କରିବେ।
Proverbs 22:9 in Oriya 9 ଯାହାର ଦୟାଳୁ ଦୃଷ୍ଟି, ସେ ଆଶିଷ ପାଇବ; ଯେହେତୁ ସେ ଆପଣା ଆହାରରୁ ଦୀନହୀନକୁ ବିତରଣ କରେ।
Ecclesiastes 11:1 in Oriya 1 ତୁମ୍ଭେ ଜଳ ଉପରେ ଆପଣା ଭକ୍ଷ୍ୟ ପକାଅ, କାରଣ ଅନେକ ଦିନ ଉତ୍ତାରେ ତାହା ପାଇବ।
Isaiah 65:6 in Oriya 6 ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,”
Matthew 7:2 in Oriya 2 କାରଣ ଯେଉଁ ବିଚାରରେ ବିଚାର କର, ସେହି ବିଚାରରେ ତୁମ୍ଭମାନେ ବିଚାରିତ ହେବ; ପୁଣି, ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇ ଦିଆଯିବ।
Matthew 10:42 in Oriya 42 ପୁଣି, ଯେ କେହି ଏହି କ୍ଷୁଦ୍ରମାନଙ୍କ ମଧ୍ୟରୁ ଜଣକୁ ମୋହର ଶିଷ୍ୟ ବୋଲି ଯଦି ଗିନାଏ ଥଣ୍ଡା ପାଣି ମଧ୍ୟ ପିଇବାକୁ ଦେବ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ସେ କୌଣସି ପ୍ରକାରେ ଆପଣା ପୁରସ୍କାର ହରାଇବ ନାହିଁ।
Mark 4:24 in Oriya 24 ଯୀଶୁ ପୁଣି, ସେମାନଙ୍କୁ କହିଲେ, କଅଣ ଶୁଣୁଅଛ, ସେ ବିଷୟରେ ସାବଧାନ। ଯେଉଁ ମାପରେ ମାପ କର, ସେହି ମାପରେ ତୁମ୍ଭମାନଙ୍କୁ ମପାଇଦିଆଯିବ ଏବଂ ତୁମ୍ଭମାନଙ୍କୁ ଅଧିକ ଦିଆଯିବ।
Luke 6:30 in Oriya 30 ଯେ କେହି ତୁମ୍ଭକୁ ମାଗେ, ତାହାକୁ ଦିଅ; ଆଉ ଯେ ତୁମ୍ଭର ସମ୍ପତ୍ତି ନେଇଯାଏ, ତାହାଠାରୁ ତାହା ପୁନର୍ବାର ଦାବି କର ନାହିଁ।
2 Corinthians 8:14 in Oriya 14 ମାତ୍ର ସାମ୍ୟଭାବ ଦେଖାଯିବା ନିମନ୍ତେ ବର୍ତ୍ତମାନ ସମୟରେ ତୁମ୍ଭମାନଙ୍କ ପ୍ରାଚୁର୍ଯ୍ୟ ଦ୍ୱାରା ସେମାନଙ୍କ ଅଭାବ ପୂରଣ ହେଉଅଛି, ଯେପରି ସେମାନଙ୍କ ପ୍ରାଚୁର୍ଯ୍ୟ ମଧ୍ୟ ତୁମ୍ଭମାନଙ୍କ ଅଭାବ ପୂରଣ କରିବ, ଆଉ ଏହି ପ୍ରକାରେ ସାମ୍ୟଭାବ ଦେଖାଯିବ,
2 Corinthians 9:6 in Oriya 6 କିନ୍ତୁ ଏହା ସତ୍ୟ, ଯେ ଅଳ୍ପ ବୁଣେ, ସେ ମଧ୍ୟ ଅଳ୍ପ କାଟିବ; ଆଉ ଯେ ପ୍ରଚୁର ବୁଣେ, ସେ ମଧ୍ୟ ପ୍ରଚୁର କାଟିବ।
Philippians 4:17 in Oriya 17 ଦାନ ସକାଶେ ମୁଁ ଲାଳାୟିତ ନୁହେଁ, ମାତ୍ର ଯେଉଁ ଫଳ ଦ୍ୱାରା ତୁମ୍ଭମାନଙ୍କ ହିସାବର ଜମାପାଖ ଅଧିକରୁ ଅଧିକ ବୃଦ୍ଧି ପାଉଅଛି, ସେଥିସକାଶେ ଲାଳାୟିତ।
James 2:13 in Oriya 13 କାରଣ ଯେ ଦୟା କରେ ନାହିଁ, ସେ ନିର୍ଦୟ ରୂପେ ବିଚାରିତ ହେବ, ଦୟା ବିଚାର ଉପରେ ଜୟଧ୍ୱନି କରେ।
Revelation 16:5 in Oriya 5 ସେତେବେଳେ ମୁଁ ଜଳାଧିପତି ଦୂତଙ୍କୁ ଏହା କହିବାର ଶୁଣିଲି, ହେ ବର୍ତ୍ତମାନ ଓ ଅତୀତ, ପୁଣି, ପବିତ୍ର ଯେ ତୁମ୍ଭେ ନ୍ୟାୟକର୍ତ୍ତା ବୋଲି ଏହିପରି ବିଚାର କରିଅଛି;