Luke 6:45 in Oriya 45 ଉତ୍ତମ ଲୋକ ଆପଣା ହୃଦୟରୂପ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ; କାରଣ ହୃଦୟର ପୂର୍ଣ୍ଣତାରୁ ମୁଖ କଥା କହେ।
Other Translations King James Version (KJV) A good man out of the good treasure of his heart bringeth forth that which is good; and an evil man out of the evil treasure of his heart bringeth forth that which is evil: for of the abundance of the heart his mouth speaketh.
American Standard Version (ASV) The good man out of the good treasure of his heart bringeth forth that which is good; and the evil `man' out of the evil `treasure' bringeth forth that which is evil: for out of the abundance of the heart his mouth speaketh.
Bible in Basic English (BBE) The good man, out of the good store of his heart, gives good things; and the evil man, out of his evil store, gives evil: for out of the full store of the heart come the words of the mouth.
Darby English Bible (DBY) The good man, out of the good treasure of his heart, brings forth good; and the wicked [man] out of the wicked, brings forth what is wicked: for out of the abundance of the heart his mouth speaks.
World English Bible (WEB) The good man out of the good treasure of his heart brings out that which is good, and the evil man out of the evil treasure of his heart brings out that which is evil, for out of the abundance of the heart, his mouth speaks.
Young's Literal Translation (YLT) `The good man out of the good treasure of his heart doth bring forth that which `is' good; and the evil man out of the evil treasure of his heart doth bring forth that which `is' evil; for out of the abounding of the heart doth his mouth speak.
Cross Reference Psalm 12:2 in Oriya 2 ସେମାନେ ପ୍ରତ୍ୟେକେ ଆପଣା ଆପଣା ପ୍ରତିବାସୀମାନଙ୍କୁ ମିଥ୍ୟା କହନ୍ତି। ସେମାନେ ଚାଟୁବାଦୀ ଓଷ୍ଠାଧରରେ ଓ ଦ୍ୱିଧାଚିତ୍ତରେ କଥା କହନ୍ତି।
Psalm 37:30 in Oriya 30 ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।
Psalm 40:8 in Oriya 8 ହେ ମୋହର ପରମେଶ୍ୱର, ତୁମ୍ଭର ଇଚ୍ଛା ସାଧନ କରିବାକୁ ମୋହର ସନ୍ତୋଷ; ତୁମ୍ଭ ବ୍ୟବସ୍ଥା ମୋ' ହୃଦୟରେ ଅଛି।”
Psalm 41:6 in Oriya 6 ପୁଣି ସେ ଯଦି ମୋତେ ଦେଖିବାକୁ ଆସେ, ସେ କହେ; ତାହାର ହୃଦୟ ଆପଣା ପାଇଁ ଅଧର୍ମ ସଞ୍ଚୟ କରେ; ସେ ବାହାରେ ଯାଇ ତାହା କହି ବୁଲେ।
Psalm 52:2 in Oriya 2 ପରମେଶ୍ୱରଙ୍କ ଦୟା ନିତ୍ୟସ୍ଥାୟୀ। ତୁମ୍ଭର ଜିହ୍ୱା ନିତାନ୍ତ ଦୁଷ୍ଟତା କଳ୍ପନା କରି ତୀକ୍ଷ୍ଣ କ୍ଷୁର ତୁଲ୍ୟ ପ୍ରବଞ୍ଚନାପୂର୍ବକ କାର୍ଯ୍ୟ କରୁଅଛି।
Psalm 59:7 in Oriya 7 ଦେଖ, ସେମାନେ ଆପଣା ଆପଣା ମୁଖରୁ ଉଦ୍ଗାର କରନ୍ତି; ସେମାନଙ୍କ ଓଷ୍ଠାଧରରେ ଖଡ଼୍ଗ ଥାଏ; କାରଣ ସେମାନେ କହନ୍ତି, କିଏ ଆମ୍ଭମାନଙ୍କୁ ଶୁଣିବ ?
Psalm 59:12 in Oriya 12 ସେମାନଙ୍କ ମୁଖର ପାପ ଓ ସେମାନଙ୍କ ଓଷ୍ଠାଧରର ବାକ୍ୟ, ପୁଣି, ସେମାନଙ୍କର କଥିତ ଅଭିଶାପ ଓ ମିଥ୍ୟା ସକାଶୁ ସେମାନେ ଆପଣା ଆପଣା ଅହଙ୍କାରରେ ଧରା ଯାଉନ୍ତୁ।
Psalm 64:3 in Oriya 3 ସେମାନେ ଖଡ଼୍ଗ ପରି ଆପଣା ଜିହ୍ୱା ଶାଣିତ କରିଅଛନ୍ତି
Psalm 71:15 in Oriya 15 ମୋହର ମୁଖ ସାରାଦିନ ତୁମ୍ଭର ଧର୍ମ ଓ ତୁମ୍ଭର ପରିତ୍ରାଣ ବର୍ଣ୍ଣନା କରିବ; କାରଣ ମୁଁ ତହିଁର ସଂଖ୍ୟା ଜାଣେ ନାହିଁ।
Psalm 140:5 in Oriya 5 ଅହଙ୍କାରୀମାନେ ଗୋପନରେ ମୋ' ପାଇଁ ଫାନ୍ଦ ଓ ଦଉଡ଼ି ପାତିଅଛନ୍ତି। ସେମାନେ ପଥ ପାର୍ଶ୍ୱରେ ଜାଲ ପ୍ରସାରି ଅଛନ୍ତି; ସେମାନେ ମୋ' ପାଇଁ ଯନ୍ତା ବସାଇ ଅଛନ୍ତି। ସେଲା
Proverbs 4:23 in Oriya 23 ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
Proverbs 10:20 in Oriya 20 ଧାର୍ମିକର ଜିହ୍ୱା ମନୋନୀତ ରୂପା ତୁଲ୍ୟ, ମାତ୍ର ଦୁଷ୍ଟର ହୃଦୟ ଅଳ୍ପ ମୂଲ୍ୟ।
Proverbs 12:18 in Oriya 18 କାହାର କାହାର ବାଚାଳତା ଖଡ଼୍ଗାଘାତ ପରି; ମାତ୍ର ଜ୍ଞାନୀର ଜିହ୍ୱା ସ୍ୱାସ୍ଥ୍ୟଜନକ।
Proverbs 15:23 in Oriya 23 ଆପଣା ମୁଖର ଉତ୍ତରରେ ମନୁଷ୍ୟର ଆନନ୍ଦ ହୁଏ, ପୁଣି ଯଥାକାଳର କଥା କିପରି ଉତ୍ତମ !
Proverbs 22:17 in Oriya 17 ତୁମ୍ଭେ ଆପଣା କର୍ଣ୍ଣ ଡେରି ଜ୍ଞାନବାନ୍ମାନଙ୍କ କଥା ଶୁଣ; ପୁଣି, ମୋ' ବିଦ୍ୟାରେ ଆପଣା ମନ ଲଗାଅ।
Jeremiah 9:2 in Oriya 2 ଆଃ, ପଥିକମାନଙ୍କର ବସା ପରି ଯଦି ପ୍ରାନ୍ତରରେ ମୋର ଗୋଟିଏ ବସା ଥା'ନ୍ତା, ତେବେ ମୁଁ ନିଜ ଲୋକମାନଙ୍କୁ ତ୍ୟାଗ କରି ସେମାନଙ୍କଠାରୁ ସ୍ଥାନାନ୍ତରକୁ ଯାଇ ପାରନ୍ତି ! କାରଣ ସେମାନେ ସମସ୍ତେ ବ୍ୟଭିଚାରୀ, ବିଶ୍ୱାସଘାତକ ଲୋକଙ୍କର ସମାଜ।
Matthew 12:34 in Oriya 34 ରେ କାଳସର୍ପର ବଂଶ, ତୁମ୍ଭେମାନେ ଦୁଷ୍ଟ ହୋଇ କିପ୍ରକାରେ ଭଲ କଥା କହିପାର ? କାରଣ ହୃଦୟର ପୂର୍ଣ୍ଣତାରୁ ମୂଖ କଥା କହେ।
John 7:38 in Oriya 38 ଯେ ମୋ'ଠାରେ ବିଶ୍ୱାସ କରେ, ଧର୍ମଶାସ୍ତ୍ରର ଉକ୍ତି ପ୍ରମାଣେ ତାହାର ଅନ୍ତରରୁ ଜୀବନ୍ତ ଜଳସ୍ରୋତ ପ୍ରବାହିତ ହେଉଥିବ।
Acts 5:3 in Oriya 3 ସେଥିରେ ପିତର କହିଲେ, ହେ ହନନୀୟ, ପବିତ୍ର ଆତ୍ମାଙ୍କ ନିକଟରେ ମିଥ୍ୟା କହିବାକୁ ଓ ଭୂମିର ମୂଲ୍ୟରୁ କିଛି ଲୁଚାଇ ରଖିବାକୁ କାହିଁକି ଶୟତାନ ତୁମ୍ଭ ହୃଦୟ ସମ୍ପୂର୍ଣ୍ଣ ଅଧିକାର କରିଅଛନ୍ତି ?
Acts 8:19 in Oriya 19 ମୋତେ ମଧ୍ୟ ଏହି ଶକ୍ତି ଦିଅନ୍ତୁ, ଯେପରି ମୁଁ ଯେକୌଣସି ଲୋକ ଉପରେ ହସ୍ତାର୍ପଣ କରିବି, ସେ ପବିତ୍ର ଆତ୍ମା ପାଇବ।
Romans 3:13 in Oriya 13 ସେମାନଙ୍କ କଣ୍ଠ ଉନ୍ମୁକ୍ତ ସମାଧି, ସେମାନେ ଆପଣା ଆପଣା ଜିହ୍ୱାରେ ଛଳନା କରିଅଛନ୍ତି, ସେମାନଙ୍କ ଓଷ୍ଠ ତଳେ କାଳସର୍ପର ବିଷ ଅଛି,
2 Corinthians 4:6 in Oriya 6 ଯେଣୁ ଅନ୍ଧକାରରୁ ଦୀପ୍ତି ପ୍ରକାଶ ପାଉ ବୋଲି ଆଜ୍ଞା ଦେଇଥିଲେ ଯେଉଁ ଈଶ୍ୱର, ସେ ଖ୍ରୀଷ୍ଟଙ୍କ ମୁଖରେ ପ୍ରକାଶିତ ଇଶ୍ବରଙ୍କ ଗୌରବମୟ ଜ୍ଞାନର ଆଲୋକ ଦେଖାଇବା ନିମନ୍ତେ ଆମ୍ଭମାନଙ୍କ ହୃଦୟରେ ଆଲୋକ ପ୍ରକାଶ କରିଅଛନ୍ତି।
Ephesians 3:8 in Oriya 8 ସମସ୍ତ ସାଧୁଙ୍କ ମଧ୍ୟରେ କ୍ଷୁଦ୍ରତମ ଯେ ମୁଁ, ମୋତେ ଅଣଯିହୂଦୀମାନଙ୍କ ନିକଟରେ ବୋଧର ଅଗମ୍ୟ ଖ୍ରୀଷ୍ଟଙ୍କ ନିଧିର ସୁସମାଚାର ପ୍ରଚାର କରିବା ପାଇଁ,
Ephesians 4:29 in Oriya 29 ତୁମ୍ଭମାନଙ୍କ ମୁଖରୁ କୌଣସି କୁବାକ୍ୟ ନିର୍ଗତ ନ ହେଉ, ବରଂ ଆବଶ୍ୟକ ଅନୁସାରେ ନିଷ୍ଠାଜନକ ବାକ୍ୟ ନିର୍ଗତ ହେଉ, ଯେପରି ତାହା ଶ୍ରୋତାମାନଙ୍କ ଅନୁଗ୍ରହ ପକ୍ଷରେ ହିତଜନକ ହୁଏ।
Ephesians 5:3 in Oriya 3 କିନ୍ତୁ ବ୍ୟଭିଚାର, ସମସ୍ତ ପ୍ରକାର ଅଶୁଚିତା କିମ୍ବା ଲୋଭ, ଏହି ସବୁ ତୁମ୍ଭମାନଙ୍କ ମଧ୍ୟରେ ସ୍ଥାନ ନ ପାଉ; ତାହା ସାଧୁମାନଙ୍କ ପକ୍ଷରେ ଅନୁଚିତ;
Ephesians 5:19 in Oriya 19 ପୁଣି, ତୁମ୍ଭମାନଙ୍କ ହୃଦୟରେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
Colossians 3:16 in Oriya 16 ଖ୍ରୀଷ୍ଟଙ୍କ ବାକ୍ୟ ପ୍ରଚୁରଭାବେ ତୁମ୍ଭମାନଙ୍କଠାରେ ବାସ କରୁ; ତୁମ୍ଭେମାନେ ପରସ୍ପରକୁ ସମ୍ପୂର୍ଣ୍ଣ ଜ୍ଞାନ ସହ ଶିକ୍ଷା ଓ ଚେତନା ଦିଅ, ପୁଣି, ଇଶ୍ବରଙ୍କ ଉଦ୍ଦେଶ୍ୟରେ ଗୀତ, ସ୍ତୋତ୍ର ଓ ଆଧ୍ୟାତ୍ମିକ ସଂକୀର୍ତ୍ତନ ଦ୍ୱାରା କୃତଜ୍ଞ ହୃଦୟରେ ଗାନ କର।
Colossians 4:6 in Oriya 6 ତୁମ୍ଭମାନଙ୍କ ବାକ୍ୟ ସର୍ବଦା ମନୋହର ପୁଣି, ଲବଣରେ ଅନୁଗ୍ରହଯୁକ୍ତ ହେଉ, ଯେପରି କାହାକୁ କିପରି ଉତ୍ତର ଦେବାକୁ ହୁଏ, ତାହା ଜାଣି ପାର।
Hebrews 8:10 in Oriya 10 କାରଣ ପ୍ରଭୁଙ୍କ କଥା ଏହି, ସେହି ସମୟ ଉତ୍ତାରେ ଆମ୍ଭେ ଇସ୍ରାଏଲ ବଂଶ ସହିତ ଯେଉଁ ନିୟମ ସ୍ଥାପନ କରିବା, ତାହା ଏହି, ଆମ୍ଭେ ସେମାନଙ୍କ ମନରେ ଆପଣା ମୋଶାଙ୍କ ବ୍ୟବସ୍ଥା ଦେବା, ସେମାନଙ୍କ ହୃଦୟରେ ସେହି ସବୁ ଲେଖିବା,
James 3:5 in Oriya 5 ସେହିପରି ଜିହ୍ୱା ମଧ୍ୟ ଗୋଟିଏ କ୍ଷୁଦ୍ର ଅଙ୍ଗ, କିନ୍ତୁ ମହା ଗର୍ବର କଥା କହେ। ଦେଖ, କେଡ଼େ କ୍ଷୁଦ୍ର ଅଗ୍ନିକଣିକା ଦ୍ୱାରା କେଡ଼େ ବଡ଼ ଅରଣ୍ୟରେ ନିଆଁ ଲାଗିଯାଏ।
Jude 1:15 in Oriya 15 ଦେଖ, ପ୍ରଭୁ ସମସ୍ତଙ୍କର ବିଚାର କରିବା ନିମନ୍ତେ,ପୁଣି, ଅଧାର୍ମିକ ଲୋକ ସମସ୍ତେ ନିଜ ନିଜ ଅଧାର୍ମିକତାରେ ଯେଉଁ ସବୁ ଅଧର୍ମ କର୍ମ କରିଅଛନ୍ତି ଓ ଅଧାର୍ମିକ ପାପୀମାନେ ତାହାଙ୍କ ବିରୁଦ୍ଧରେ ଯେଉଁ ସବୁ କଟୁ କଥା କହିଅଛନ୍ତି, ସେ ସମସ୍ତ ବିଷୟରେ ସେମାନଙ୍କୁ ଦୋଷୀ କରି ଦଣ୍ଡ ଦେବା ନିମନ୍ତେ ଆପଣା ଅୟୁତ ଅୟୁତ ସାଧୁଙ୍କ ସହିତ ଆସୁଅଛନ୍ତି।