Malachi 1:14 in Oriya 14 ମାତ୍ର ଆପଣା ପଲର ପୁଂପଶୁ ଥିଲେ ହେଁ ଯେଉଁ ପ୍ରତାରକ ମାନତ କରି ପ୍ରଭୁଙ୍କ ଉଦ୍ଦେଶ୍ୟରେ ଖୁନ୍ତବିଶିଷ୍ଟ ପଶୁ ଉତ୍ସର୍ଗ କରେ, ସେ ଅଭିଶପ୍ତ ହେଉ; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଆମ୍ଭେ ମହାନ୍ ରାଜା ଅଟୁ ଓ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ଭୟଙ୍କର ଅଟେ।”
Other Translations King James Version (KJV) But cursed be the deceiver, which hath in his flock a male, and voweth, and sacrificeth unto the LORD a corrupt thing: for I am a great King, saith the LORD of hosts, and my name is dreadful among the heathen.
American Standard Version (ASV) But cursed be the deceiver, who hath in his flock a male, and voweth, and sacrificeth unto the Lord a blemished thing; for I am a great King, saith Jehovah of hosts, and my name is terrible among the Gentiles.
Bible in Basic English (BBE) A curse on the false man who has a male in his flock, and takes his oath, and gives to the Lord a damaged thing: for I am a great King, says the Lord of armies, and my name is to be feared among the Gentiles.
Darby English Bible (DBY) Yea, cursed be the deceiver, who hath in his flock a male, and voweth and sacrificeth unto the Lord a corrupt thing; for I am a great King, saith Jehovah of hosts, and my name is terrible among the nations.
World English Bible (WEB) "But the deceiver is cursed, who has in his flock a male, and vows, and sacrifices to the Lord a blemished thing; for I am a great King," says Yahweh of hosts, "and my name is awesome among the nations."
Young's Literal Translation (YLT) And cursed `is' a deceiver, who hath in his drove a male, And is vowing, and is sacrificing a marred thing to the Lord, For a great king `am' I, said Jehovah of Hosts, And My name `is' revered among nations!
Cross Reference Genesis 27:12 in Oriya 12 ଏଣୁ ଯଦି ପିତା ମୋତେ ସ୍ପର୍ଶ କରିବେ, ତେବେ ମୁଁ ତାଙ୍କ ଦୃଷ୍ଟିରେ ପ୍ରବଞ୍ଚକ ଦେଖାଯିବି; ତାହାହେଲେ ମୁଁ ଆପଣା ଉପରକୁ ଆଶୀର୍ବାଦ ନ ଆଣି ଅଭିଶାପ ଆଣିବି।”
Leviticus 22:18 in Oriya 18 “ତୁମ୍ଭେ ହାରୋଣକୁ ଓ ତାହାର ପୁତ୍ରଗଣଙ୍କୁ ଓ ଇସ୍ରାଏଲର ସମସ୍ତ ସନ୍ତାନଗଣକୁ କୁହ, ଇସ୍ରାଏଲ ବଂଶ କିଅବା ଇସ୍ରାଏଲ ମଧ୍ୟରେ ବିଦେଶୀମାନଙ୍କ ମଧ୍ୟରୁ ଯେଉଁମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମବଳି ନିମନ୍ତେ ମାନତପୂର୍ବକ ବା ସ୍ଵେଚ୍ଛାପୂର୍ବକ କୌଣସି ଉପହାର ଆଣନ୍ତି,
Deuteronomy 28:58 in Oriya 58 ସଦାପ୍ରଭୁ ତୁମ୍ଭ ପରମେଶ୍ୱର, ଏହି ଗୌରବମୟ ଓ ଭୟଙ୍କର ନାମକୁ ଭୟ କରିବା ପାଇଁ ଯଦି ଏହି ପୁସ୍ତକରେ ଲିଖିତ ବ୍ୟବସ୍ଥାର ସମସ୍ତ କଥା ପାଳିବାକୁ ମନୋଯୋଗ ନ କରିବ;
Joshua 7:11 in Oriya 11 ଇସ୍ରାଏଲ ପାପ କରିଅଛନ୍ତି; ମଧ୍ୟ ଆମ୍ଭେ ସେମାନଙ୍କୁ ଯେଉଁ ନିୟମ ଆଜ୍ଞା କରିଥିଲୁ, ତାହା ସେମାନେ ଲଙ୍ଘନ କରିଅଛନ୍ତି; ମଧ୍ୟ ସେମାନେ ବର୍ଜିତ ବସ୍ତୁରୁ କିଛି ନେଇ ଅଛନ୍ତି, ମଧ୍ୟ ଚୋରି କରିଅଛନ୍ତି, ମଧ୍ୟ ପ୍ରବଞ୍ଚନା କରିଅଛନ୍ତି, ଆଉ ମଧ୍ୟ ଆପଣାମାନଙ୍କ ସାମଗ୍ରୀ ମଧ୍ୟରେ ତାହା ରଖିଅଛନ୍ତି।
Psalm 47:2 in Oriya 2 କାରଣ ସର୍ବୋପରିସ୍ଥ ସଦାପ୍ରଭୁ ଭୟଙ୍କର ଅଟନ୍ତି; ସେ ସମୁଦାୟ ପୃଥିବୀ ଉପରେ ମହାନ ରାଜା।
Psalm 48:2 in Oriya 2 ଉତ୍ତର ଦିଗସ୍ଥ ସିୟୋନ ପର୍ବତ ଉଚ୍ଚତାରେ ମନୋହର, ସମଗ୍ର ପୃଥିବୀର ଆନନ୍ଦଜନକ, ମହାରାଜଙ୍କର ନଗର।
Psalm 68:35 in Oriya 35 ହେ ପରମେଶ୍ୱର, ତୁମ୍ଭେ ଆପଣା ପବିତ୍ର ଧାମରେ ଭୟଙ୍କର ଅଟ; ଇସ୍ରାଏଲର ପରମେଶ୍ୱର ଆପଣା ଲୋକମାନଙ୍କୁ ବଳ ଓ ପରାକ୍ରମ ଦିଅନ୍ତି। ପରମେଶ୍ୱର ଧନ୍ୟ ହେଉନ୍ତୁ।
Psalm 76:12 in Oriya 12 ସେ ଅଧିପତିମାନଙ୍କ ଗର୍ବ ଖର୍ବ କରନ୍ତି; ସେ ଭୂପତିମାନଙ୍କ ପ୍ରତି ଭୟଙ୍କର ଅଟନ୍ତି।
Psalm 95:3 in Oriya 3 କାରଣ ସଦାପ୍ରଭୁ ମହାନ ପରମେଶ୍ୱର ଓ ସକଳ ଦେବତା ଉପରେ ମହାନ ରାଜା ଅଟନ୍ତି।
Ecclesiastes 5:4 in Oriya 4 ତୁମ୍ଭେ ପରମେଶ୍ୱରଙ୍କ ନିକଟରେ ମାନତ କଲେ, ତାହା ପରିଶୋଧ କରିବାକୁ ବିଳମ୍ବ କର ନାହିଁ; କାରଣ ମୂର୍ଖମାନଙ୍କଠାରେ ତାହାଙ୍କର ସନ୍ତୋଷ ନାହିଁ; ତୁମ୍ଭେ ଯାହା ମାନତ କର, ତାହା ପରିଶୋଧ କର।
Isaiah 57:15 in Oriya 15 କାରଣ ଯେ ଅନନ୍ତ କାଳନିବାସୀ, ଯାହାଙ୍କର ନାମ ପବିତ୍ର, ସେହି ଉଚ୍ଚ ଓ ଉନ୍ନତ ପୁରୁଷ ଏହି କଥା କହନ୍ତି; “ଆମ୍ଭେ ଉର୍ଦ୍ଧ୍ୱ ଓ ପବିତ୍ର ସ୍ଥାନରେ ବାସ କରୁ, ମଧ୍ୟ ନମ୍ର ଲୋକମାନଙ୍କର ଆତ୍ମାକୁ ସଜୀବ ଓ ଚୂର୍ଣ୍ଣମନା ଲୋକମାନଙ୍କର ଅନ୍ତଃକରଣକୁ ସଜୀବ କରିବା ପାଇଁ ଆମ୍ଭେ ଚୂର୍ଣ୍ଣ ଓ ନମ୍ରମନା ଲୋକର ସଙ୍ଗରେ ହେଁ ବାସ କରୁ।
Jeremiah 10:10 in Oriya 10 ମାତ୍ର ସଦାପ୍ରଭୁ ସତ୍ୟ ପରମେଶ୍ୱର ଅଟନ୍ତି; ସେ ଜୀବିତ ପରମେଶ୍ୱର ଓ ଅନନ୍ତ କାଳସ୍ଥାୟୀ ରାଜା; ତାହାଙ୍କ କୋପରେ ପୃଥିବୀ କମ୍ପିତ ହୁଏ, ପୁଣି ସର୍ବଦେଶୀୟମାନେ ତାହାଙ୍କର କ୍ରୋଧ ସହି ପାରନ୍ତି ନାହିଁ।
Jeremiah 48:10 in Oriya 10 ଯେଉଁ ଜନ ହେଳା ଭାବରେ ସଦାପ୍ରଭୁଙ୍କର କାର୍ଯ୍ୟ କରେ, ସେ ଶାପଗ୍ରସ୍ତ ହେଉ ଓ ଯେଉଁ ଜନ ରକ୍ତପାତ କରିବାକୁ ଆପଣା ଖଡ୍ଗ ଅଟକାଏ, ସେ ଶାପଗ୍ରସ୍ତ ହେଉ।
Daniel 4:37 in Oriya 37 ଏଣୁ ମୁଁ ନବୂଖଦ୍ନିତ୍ସର ସେହି ସ୍ୱର୍ଗସ୍ଥ ରାଜାଙ୍କର ପ୍ରଶଂସା, ପ୍ରତିଷ୍ଠା ଓ ସମାଦର କରୁଅଛି; କାରଣ ତାହାଙ୍କର ସକଳ କ୍ରିୟା ସତ୍ୟ ଓ ତାହାଙ୍କର ପଥସକଳ ନ୍ୟାଯ୍ୟ; ପୁଣି, ଯେଉଁମାନେ ଗର୍ବାଚରଣ କରନ୍ତି, ସେମାନଙ୍କୁ ନତ କରିବାକୁ ତାହାଙ୍କର କ୍ଷମତା ଅଛି।
Daniel 9:4 in Oriya 4 ପୁଣି, ମୁଁ ସଦାପ୍ରଭୁ ମୋର ପରମେଶ୍ୱରଙ୍କ ନିକଟରେ ପ୍ରାର୍ଥନା କଲି ଓ ପାପ ସ୍ୱୀକାର କରି କହିଲି, ହେ ପ୍ରଭୁ, ତୁମ୍ଭେ ମହାନ ଓ ଭୟାନକ ପରମେଶ୍ୱର, ଯେଉଁମାନେ ତୁମ୍ଭଙ୍କୁ ପ୍ରେମ କରନ୍ତି ଓ ତୁମ୍ଭର ଆଜ୍ଞା ପାଳନ କରନ୍ତି, ତୁମ୍ଭେ ସେମାନଙ୍କ ପ୍ରତି ନିୟମ ଓ ଦୟା ରକ୍ଷା କରିଥାଅ।
Zechariah 14:9 in Oriya 9 ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ।
Malachi 1:8 in Oriya 8 “ପୁଣି, ତୁମ୍ଭେମାନେ ଯଜ୍ଞ ନିମନ୍ତେ ଯେତେବେଳେ ଅନ୍ଧ ପଶୁ ଉତ୍ସର୍ଗ କର, ତାହା କ'ଣ ମନ୍ଦ ନୁହେଁ ? ଓ ଯେତେବେଳେ ଲେଙ୍ଗଡ଼ା ଓ ରୋଗୀ ପଶୁ ଉତ୍ସର୍ଗ କର, ସେ କ'ଣ ମନ୍ଦ ନୁହେଁ ? ଏବେ ତୁମ୍ଭର ଦେଶାଧ୍ୟକ୍ଷକୁ ତାହା ଭେଟି ଦିଅ; ସେ କି ତୁମ୍ଭ ପ୍ରତି ପ୍ରସନ୍ନ ହେବେ ? ଅବା ସେ କି ତୁମ୍ଭଙ୍କୁ ଗ୍ରହଣ କରିବେ ?” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 1:11 in Oriya 11 କାରଣ ସୂର୍ଯ୍ୟର ଉଦୟଠାରୁ ତହିଁର ଅସ୍ତ ହେବା ପର୍ଯ୍ୟନ୍ତ ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ ଓ ପ୍ରତ୍ୟେକ ସ୍ଥାନରେ ଆମ୍ଭ ନାମ ଉଦ୍ଦେଶ୍ୟରେ ଧୂପ ଓ ପବିତ୍ର ନୈବେଦ୍ୟ ଉତ୍ସର୍ଗ କରାଯାଉଅଛି; କାରଣ ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ଅନ୍ୟ ଦେଶୀୟମାନଙ୍କ ମଧ୍ୟରେ ଆମ୍ଭର ନାମ ମହତ୍ ଅଟେ।”
Malachi 3:9 in Oriya 9 ତୁମ୍ଭେମାନେ ଅଭିଶାପରେ ଅଭିଶପ୍ତ ହୋଇଅଛ; କାରଣ ତୁମ୍ଭେମାନେ, ହଁ, ଏହିସବୁ ଗୋଷ୍ଠୀ ଆମ୍ଭର ଦ୍ରବ୍ୟ ଚୋରି କରିଅଛି।
Matthew 5:35 in Oriya 35 କିମ୍ବା ପୃଥିବୀର ଶପଥ କର ନାହିଁ, କାରଣ ତାହା ତାହାଙ୍କର ପାଦପୀଠ; ଯିରୂଶାଲମର ଶପଥ କର ନାହିଁ, କାରଣ ତାହା ମହାରାଜାଙ୍କ ନଗରୀ;
Matthew 24:51 in Oriya 51 ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି କପଟୀମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ; ସେଠାରେ ରୋଦନ ଓ ଦନ୍ତର କିଡ଼ିମିଡ଼ି ହେବ।
Mark 12:41 in Oriya 41 ପରେ ସେ ଭଣ୍ଡାର ସମ୍ମୁୁଖରେ ବସି ଲୋକସମୂହ କିପରି ସେଥିରେ ପଇସା ପକାଉଅଛନ୍ତି, ତାହା ଦେଖୁଥିଲେ। ସେତେବେଳେ ଅନେକ ଧନୀ ଲୋକ ସେଥିରେ ବେଶି ପକାଇଲେ;
Mark 14:8 in Oriya 8 ତାହାର ଯାହା ସାଧ୍ୟ, ତାହା ସେ କରିଅଛି; ସେ ସମାଧି ନିମନ୍ତେ ମୋହର ଶରୀରକୁ ପୂର୍ବରୁ ତୈଳରେ ଅଭିଷେକ କରିଅଛି।
Luke 12:1 in Oriya 1 ଏଥିମଧ୍ୟରେ ଅସଂଖ୍ୟ ଅସଂଖ୍ୟ ଲୋକ ଏକତ୍ର ହୋଇ ପରସ୍ପର ଉପରେ ମାଡ଼ି ପଡ଼ୁଥିଲେ; ସେତେବେଳେ ସେ ପ୍ରଥମେ ଆପଣା ଶିଷ୍ୟମାନଙ୍କୁ କହିବାକୁ ଲାଗିଲେ, ଫାରୂଶୀମାନଙ୍କ ଖମୀର ସ୍ୱରୂପ କପଟତା ବିଷୟରେ ସାବଧାନ ହୋଇଥାଅ।
Luke 12:46 in Oriya 46 ତାହାହେଲେ ଯେଉଁ ଦିନ ସେ ଅପେକ୍ଷା କରୁ ନ ଥିବ ଓ ଯେଉଁ ଦଣ୍ଡ ସେ ଜାଣି ନ ଥିବ, ସେହି ଦିନ ଓ ସେହି ଦଣ୍ଡରେ ତାହାର ପ୍ରଭୁ ଆସିବେ, ପୁଣି, ସେ ତାହାକୁ ଦ୍ୱିଖଣ୍ଡ କରି ଅବିଶ୍ୱସ୍ତମାନଙ୍କ ସହିତ ତାହାର ଅଂଶ ନିରୂପଣ କରିବେ।
Acts 5:1 in Oriya 1 ତେବେ ବିଶ୍ୱାସୀମାନଙ୍କ ମଧ୍ୟରୁ ଜଣେ ଯାହାଙ୍କ ନାମ ହନନୀୟ ଓ ଯାହାଙ୍କ ଭାର୍ଯ୍ୟାଙ୍କ ନାମ ଶଫୀରା ଥିଲା ସେ ଏବଂ ଶଫୀରା ଏକତ୍ର ସେମାନଙ୍କ ସମ୍ପତ୍ତିରୁ କିଛି ବିକ୍ରୟ କଲେ।
2 Corinthians 8:12 in Oriya 12 କାରଣ ଯଦି ଆଗ୍ରହଭାବ ଥାଏ, ତେବେ ତାହା ଜଣକର ଅଭାବାନୁସାରେ ସୁଗ୍ରାହ୍ୟ ନୁହେଁ, ବରଂ ତାହାର ଯାହା ଅଛି, ତଦନୁସାରେ ସୁଗ୍ରାହ୍ୟ ହୁଏ।
1 Timothy 6:15 in Oriya 15 ସେ ପରମଧନ୍ୟ ଏକମାତ୍ର ସମ୍ରାଟ, ଯେ ରାଜାମାନଙ୍କର ରାଜା ଓ ପ୍ରଭୁମାନଙ୍କର ପ୍ରଭୁ,
Hebrews 12:29 in Oriya 29 କାରଣ ଆମ୍ଭମାନଙ୍କର ଈଶ୍ୱର ଗ୍ରାସକାରୀ ଅଗ୍ନି ସ୍ୱରୂପ।
Revelation 15:4 in Oriya 4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।