Malachi 1:2 in Oriya 2 ସଦାପ୍ରଭୁ କହନ୍ତି, “ଆମ୍ଭେ ତୁମ୍ଭମାନଙ୍କୁ ପ୍ରେମ କରିଅଛୁ।” ତଥାପି ତୁମ୍ଭେମାନେ କହୁଅଛ, “ତୁମ୍ଭେ କାହିଁରେ ଆମ୍ଭମାନଙ୍କୁ ପ୍ରେମ କରିଅଛ ?” ସଦାପ୍ରଭୁ କହନ୍ତି, “ଏଷୌ କି ଯାକୁବର ଭାଇ ନ ଥିଲା ?” “ତଥାପି ଆମ୍ଭେ ଯାକୁବକୁ ପ୍ରେମ କଲୁ।
Other Translations King James Version (KJV) I have loved you, saith the LORD. Yet ye say, Wherein hast thou loved us? Was not Esau Jacob's brother? saith the LORD: yet I loved Jacob,
American Standard Version (ASV) I have loved you, saith Jehovah. Yet ye say, Wherein hast thou loved us? Was not Esau Jacob's brother, saith Jehovah: yet I loved Jacob;
Bible in Basic English (BBE) You have been loved by me, says the Lord. But you say, Where was your love for us? Was not Esau Jacob's brother? says the Lord: but Jacob was loved by me,
Darby English Bible (DBY) I have loved you, saith Jehovah; but ye say, Wherein hast thou loved us? Was not Esau Jacob's brother? saith Jehovah, and I loved Jacob,
World English Bible (WEB) "I have loved you," says Yahweh. Yet you say, "How have you loved us?" "Wasn't Esau Jacob's brother?" says Yahweh, "Yet I loved Jacob;
Young's Literal Translation (YLT) I have loved you, said Jehovah, And ye have said, `In what hast Thou loved us?'
Cross Reference Genesis 25:23 in Oriya 23 ତହିଁରେ ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭ ଗର୍ଭରେ ଦୁଇ ଗୋଷ୍ଠୀ ଅଛନ୍ତି ଓ ଦୁଇ ଗୋତ୍ର ତୁମ୍ଭ ଉଦରରୁ ବିଭିନ୍ନ ହେବେ; ଏକ ଗୋତ୍ର ଅନ୍ୟ ଗୋତ୍ରଠାରୁ ବଳବାନ ହେବ, ପୁଣି, ଜ୍ୟେଷ୍ଠ କନିଷ୍ଠର ସେବା କରିବ।”
Genesis 27:27 in Oriya 27 ସେତେବେଳେ ସେ ନିକଟକୁ ଯାଇ ଚୁମ୍ବନ କରନ୍ତେ, ଇସ୍ହାକ ତାହାର ବସ୍ତ୍ରର ଗନ୍ଧ ପାଇ ତାଙ୍କୁ ଆଶୀର୍ବାଦ କରି କହିଲେ, “ଦେଖ, ସଦାପ୍ରଭୁଙ୍କ ଆଶୀର୍ବାଦପ୍ରାପ୍ତ କ୍ଷେତ୍ରର ସୁଗନ୍ଧି ତୁଲ୍ୟ ମୋ' ପୁତ୍ରର ସୁଗନ୍ଧି;
Genesis 27:33 in Oriya 33 ସେତେବେଳେ ଇସ୍ହାକ ଅତିଶୟ କମ୍ପିତ ହୋଇ କହିଲେ, “ତେବେ ଯେ ମୋ' ନିକଟକୁ ମୃଗୟା ମାଂସ ଆଣିଥିଲା, ସେ କିଏ ? ତୁମ୍ଭ ଆସିବା ପୂର୍ବେ ମୁଁ ତାହା ଭୋଜନ କରି ତାକୁ ଆଶୀର୍ବାଦ କଲି, ଆହୁରି ସେ ଆଶୀର୍ବାଦ ପ୍ରାପ୍ତ ହେବ।”
Genesis 28:3 in Oriya 3 ସର୍ବଶକ୍ତିମାନ୍ ପରମେଶ୍ୱର ଆଶୀର୍ବାଦ କରି ତୁମ୍ଭକୁ ନାନା ଜନସମାଜ କରିବା ପାଇଁ ଫଳବନ୍ତ ଓ ବହୁ ପ୍ରଜାବନ୍ତ କରନ୍ତୁ।
Genesis 28:13 in Oriya 13 ଆଉ ଦେଖ, ସଦାପ୍ରଭୁ ତହିଁ ଉପରେ ଠିଆ ହୋଇ କହିଲେ, “ଆମ୍ଭେ ସଦାପ୍ରଭୁ ତୁମ୍ଭ ପୂର୍ବପୁରୁଷ ଅବ୍ରହାମର ପରମେଶ୍ୱର ଓ ଇସ୍ହାକର ପରମେଶ୍ୱର ଅଟୁ; ତୁମ୍ଭେ ଏହି ଯେଉଁ ଦେଶରେ ଶୟନ କରୁଅଛ, ତାହା ଆମ୍ଭେ ତୁମ୍ଭକୁ ଓ ତୁମ୍ଭ ବଂଶକୁ ଦେବା।
Genesis 32:28 in Oriya 28 ସେ କହିଲେ, “ତୁମ୍ଭେ ଯାକୁବ ନାମରେ ଆଉ ବିଖ୍ୟାତ ହେବ ନାହିଁ, ମାତ୍ର ଇସ୍ରାଏଲ ନାମରେ ବିଖ୍ୟାତ ହେବ; କାରଣ, ତୁମ୍ଭେ ପରମେଶ୍ୱର ଓ ମନୁଷ୍ୟ ସହିତ ଯୁଦ୍ଧ କରି ଜୟୀ ହୋଇଅଛ।”
Genesis 48:4 in Oriya 4 ଦେଖ, ଆମ୍ଭେ ତୁମ୍ଭକୁ ପ୍ରଜାବନ୍ତ ଓ ବହୁବଂଶ କରିବା ଓ ତୁମ୍ଭଠାରୁ ନାନା ଜନସମାଜ ଉତ୍ପନ୍ନ କରିବା, ପୁଣି, ତୁମ୍ଭ ଭବିଷ୍ୟଦ୍ବଂଶକୁ ଅନନ୍ତକାଳୀନ ଅଧିକାର ନିମନ୍ତେ ଏହି ଦେଶ ଦେବା।”
Deuteronomy 4:37 in Oriya 37 ସେ ତୁମ୍ଭର ପୂର୍ବପୁରୁଷମାନଙ୍କୁ ସ୍ନେହ କରିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶକୁ ହିଁ ମନୋନୀତ କଲେ,
Deuteronomy 7:6 in Oriya 6 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ; ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ମନୋନୀତ କରିଅଛନ୍ତି।
Deuteronomy 10:15 in Oriya 15 କେବଳ ତୁମ୍ଭ ପୂର୍ବପୁରୁଷମାନଙ୍କ ପ୍ରତି ସ୍ନେହ କରିବାକୁ ସଦାପ୍ରଭୁଙ୍କର ସନ୍ତୋଷ ଥିବାରୁ ସେମାନଙ୍କ ଉତ୍ତାରେ ସେମାନଙ୍କ ବଂଶ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ଆଜି ଦିନ ପରି ସେ ସର୍ବଗୋଷ୍ଠୀୟ ଲୋକମାନଙ୍କଠାରୁ ମନୋନୀତ କଲେ।
Deuteronomy 32:8 in Oriya 8 ସର୍ବୋପରିସ୍ଥ ଯେତେବେଳେ ଗୋଷ୍ଠୀୟ ଲୋକମାନଙ୍କୁ ସେମାନଙ୍କ ଅଧିକାର ଦେଲେ; ଯେତେବେଳେ ସେ ମନୁଷ୍ୟ ସନ୍ତାନମାନଙ୍କୁ ପୃଥକ୍ କଲେ, ସେତେବେଳେ ଇସ୍ରାଏଲ ସନ୍ତାନଗଣର ସଂଖ୍ୟାନୁସାରେ ସେ ଲୋକମାନଙ୍କର ସୀମା ସ୍ଥାପନ କଲେ।
Isaiah 41:8 in Oriya 8 ମାତ୍ର ହେ ଆମ୍ଭର ଦାସ ଇସ୍ରାଏଲ, ଆମ୍ଭର ମନୋନୀତ ଯାକୁବ, ଆମ୍ଭର ବନ୍ଧୁ ଅବ୍ରହାମର ବଂଶ;
Isaiah 43:4 in Oriya 4 ତୁମ୍ଭେ ଆମ୍ଭ ଦୃଷ୍ଟିରେ ବହୁମୂଲ୍ୟ ଓ ସମ୍ଭ୍ରାନ୍ତ ହୋଇଅଛ ଓ ଆମ୍ଭେ ତୁମ୍ଭକୁ ପ୍ରେମ କରିଅଛୁ; ଏହେତୁ ଆମ୍ଭେ ତୁମ୍ଭ ପରିବର୍ତ୍ତେ ମନୁଷ୍ୟମାନଙ୍କୁ ଓ ତୁମ୍ଭ ପ୍ରାଣର ପରିବର୍ତ୍ତେ ଗୋଷ୍ଠୀବର୍ଗକୁ ଦେବା।
Jeremiah 2:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି, ‘ତୁମ୍ଭମାନଙ୍କର ପିତୃପୁରୁଷମାନେ ଆମ୍ଭଠାରେ କେଉଁ ଅନ୍ୟାୟ ଦେଖିଲେ ଯେ, ସେମାନେ ଆମ୍ଭଠାରୁ ଦୂରକୁ ଯାଇଅଛନ୍ତି ଓ ଅସାରତାର ପଶ୍ଚାଦ୍ଗମନ କରି ଅସାର ହୋଇଅଛନ୍ତି ?
Jeremiah 2:31 in Oriya 31 ହେ ବର୍ତ୍ତମାନ କାଳର ଲୋକମାନେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଆଲୋଚନା କର, ଆମ୍ଭେ କି ଇସ୍ରାଏଲ ପ୍ରତି ପ୍ରାନ୍ତର ସ୍ୱରୂପ, ଅବା ନିବିଡ଼ ଅନ୍ଧକାରମୟ ଦେଶ ସ୍ୱରୂପ ହୋଇଅଛୁ ? ଆମ୍ଭର ଲୋକମାନେ କାହିଁକି କହୁଅଛନ୍ତି, “ଆମ୍ଭେମାନେ ବନ୍ଧନଛିଣ୍ଡା ହୋଇଅଛୁ; ଆମ୍ଭେମାନେ ଆଉ ତୁମ୍ଭ ନିକଟକୁ ଆସିବୁ ନାହିଁ ?
Jeremiah 31:3 in Oriya 3 ସଦାପ୍ରଭୁ ପୁରାତନ କାଳରେ ମୋତେ ଦର୍ଶନ ଦେଇ କହିଲେ, “ହଁ, ଆମ୍ଭେ ଚିରସ୍ଥାୟୀ ପ୍ରେମରେ ତୁମ୍ଭକୁ ପ୍ରେମ କରି ଆସିଅଛୁ, ଏହେତୁ ସ୍ନେହପୂର୍ଣ୍ଣ କରୁଣାରେ ଆମ୍ଭେ ତୁମ୍ଭକୁ ଆକର୍ଷଣ କରିଅଛୁ।
Malachi 1:6 in Oriya 6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”
Malachi 2:17 in Oriya 17 ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ ?” “ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି,” “ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି ?” ଏପରି କହି କ୍ଳାନ୍ତ କରୁଅଛ।
Malachi 3:7 in Oriya 7 ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହିସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା ?”
Malachi 3:13 in Oriya 13 ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ ?”
Luke 10:29 in Oriya 29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ ?
Romans 9:10 in Oriya 10 ଆଉ କେବଳ ତାହା ନୁହେଁ, କିନ୍ତୁ ରିବିକା ମଧ୍ୟ ଜଣେ ବ୍ୟକ୍ତିଙ୍କ ଦ୍ୱାରା, ଅର୍ଥାତ୍ ଆମ୍ଭମାନଙ୍କ ପିତୃପୁରୁଷ ଇସ୍ହାକଙ୍କ ଦ୍ୱାରା ଗର୍ଭବତୀ ହେଲା ଉତ୍ତାରେ,
Romans 11:28 in Oriya 28 ସୁସମାଚାର ବିଷୟ ବିଚାର କଲେ ସେମାନେ ତୁମ୍ଭମାନଙ୍କ ସକାଶେ ବିରୋଧର ପାତ୍ର, କିନ୍ତୁ ନିର୍ବାଚନ ବିଷୟ ବିଚାର କଲେ ପିତୃପୁରୁଷଙ୍କ ସକାଶେ ସେମାନେ ଇଶ୍ବରଙ୍କ ପ୍ରିୟପାତ୍ର।