Malachi 1:3 in Oriya 3 ମାତ୍ର ଏଷୌକୁ ଆମ୍ଭେ ଅପ୍ରେମ କଲୁ ଓ ତାହାର ପର୍ବତଗଣକୁ ଧ୍ୱଂସର ସ୍ଥାନ କଲୁ, ଆଉ ତାହାର ଅଧିକାର ପ୍ରାନ୍ତରସ୍ଥ ଶୃଗାଳମାନଙ୍କର ସ୍ଥାନ କଲୁ।”
Other Translations King James Version (KJV) And I hated Esau, and laid his mountains and his heritage waste for the dragons of the wilderness.
American Standard Version (ASV) but Esau I hated, and made his mountains a desolation, and `gave' his heritage to the jackals of the wilderness.
Bible in Basic English (BBE) And Esau was hated, and I sent destruction on his mountains, and gave his heritage to the beasts of the waste land.
Darby English Bible (DBY) and I hated Esau; and made his mountains a desolation, and [gave] his inheritance to the jackals of the wilderness.
World English Bible (WEB) but Esau I hated, and made his mountains a desolation, and gave his heritage to the jackals of the wilderness."
Young's Literal Translation (YLT) Is not Esau Jacob's brother? -- an affirmation of Jehovah, And I love Jacob, and Esau I have hated, And I make his mountains a desolation, And his inheritance for dragons of a wilderness.
Cross Reference Genesis 29:30 in Oriya 30 ତହୁଁ ସେ ରାହେଲର ମଧ୍ୟ ସହବାସ କଲା ଓ ଲେୟାଠାରୁ ରାହେଲକୁ ଅଧିକ ପ୍ରେମ କଲା; ପୁଣି, ଆଉ ସାତ ବର୍ଷ ଲାବନର ଦାସ୍ୟକର୍ମ କଲା।
Deuteronomy 21:15 in Oriya 15 ଯେବେ କୌଣସି ପୁରୁଷର ଦୁଇ ଭାର୍ଯ୍ୟା ଥାଏ, ଜଣେ ପ୍ରିୟା ଓ ଜଣେ ଅପ୍ରିୟା, ପୁଣି ପ୍ରିୟା ଓ ଅପ୍ରିୟା ଦୁହେଁ ତାହାର ଔରସରେ ସନ୍ତାନ ପ୍ରସବ କରନ୍ତି; ମାତ୍ର ପ୍ରଥମଜାତ ପୁତ୍ର ଅପ୍ରିୟାର ସନ୍ତାନ ହୁଏ;
Isaiah 13:21 in Oriya 21 ମାତ୍ର ବନ୍ୟ ପଶୁମାନେ ସେହି ସ୍ଥାନରେ ଶୟନ କରିବେ ଓ ସେମାନଙ୍କର ଗୃହ ଚିତ୍କାରକାରୀ ଜନ୍ତୁରେ ପରିପୂର୍ଣ୍ଣ ହେବ; ଓଟପକ୍ଷୀ ସେଠାରେ ବାସ କରିବେ ଓ ଛାଗମାନେ ସେଠାରେ ନୃତ୍ୟ କରିବେ।
Isaiah 34:9 in Oriya 9 ପୁଣି, ତହିଁର ସ୍ରୋତସବୁ ଝୁଣାରେ, ତହିଁର ଧୂଳି ଗନ୍ଧକରେ ପରିଣତ ହେବ ଓ ତହିଁର ଭୂମି ପ୍ରଜ୍ୱଳିତ ଝୁଣା ହେବ।
Isaiah 35:7 in Oriya 7 ପୁଣି, ମୃଗତୃଷ୍ଣା ଜଳାଶୟ ହେବ ଓ ଶୁଷ୍କ ଭୂମି ନିର୍ଝରମୟ ହେବ; ଶୃଗାଳମାନଙ୍କର ନିବାସ ମଧ୍ୟରେ, ସେମାନଙ୍କର ଶୟନ ସ୍ଥାନରେ ଘାସ, ନଳ ଓ ତଣ୍ଡିବଣ ହେବ।
Jeremiah 9:11 in Oriya 11 ପୁଣି, ଆମ୍ଭେ ଯିରୂଶାଲମକୁ ଢିପି ଓ ଶୃଗାଳଗଣର ବାସସ୍ଥାନ କରିବା; ଆଉ, ଆମ୍ଭେ ଯିହୁଦାର ନଗରସମୂହକୁ ନିବାସୀବିହୀନ ଧ୍ୱଂସସ୍ଥାନ କରିବା।
Jeremiah 49:10 in Oriya 10 ମାତ୍ର ଆମ୍ଭେ ଏଷୌକୁ ଶୂନ୍ୟ କରିଅଛୁ, ତାହାର ଗୁପ୍ତ ସ୍ଥାନ ସବୁ ଅନାବୃତ କରିଅଛୁ ଓ ସେ ଆପଣାକୁ ଲୁଚାଇ ପାରିବ ନାହିଁ; ତାହାର ବଂଶ, ତାହାର ଭ୍ରାତୃଗଣ ଓ ତାହାର ପ୍ରତିବାସୀଗଣ ବିନଷ୍ଟ ହୋଇଅଛନ୍ତି ଓ ସେ ନାହିଁ।
Jeremiah 49:16 in Oriya 16 “ଗୋ ଶୈଳଛିଦ୍ର ନିବାସିନୀ, ହେ ପର୍ବତ ଶୃଙ୍ଗ ଅବଲମ୍ବିନୀ, ତୁମ୍ଭର ଭୟଙ୍କରତା ବିଷୟରେ, ତୁମ୍ଭ ଅନ୍ତଃକରଣର ଅହଙ୍କାର ତୁମ୍ଭକୁ ବଞ୍ଚନା କରିଅଛି; ଯଦ୍ୟପି ତୁମ୍ଭେ ଉତ୍କ୍ରୋଶ ପକ୍ଷୀ ପରି ଉଚ୍ଚ ସ୍ଥାନରେ ବସା କରିବ, ତଥାପି ଆମ୍ଭେ ତୁମ୍ଭକୁ ସେଠାରୁ ଓହ୍ଳାଇ ଆଣିବା,” ଏହା ସଦାପ୍ରଭୁ କହନ୍ତି।
Jeremiah 51:37 in Oriya 37 ପୁଣି, ବାବିଲ ଢିପିମୟ ଶୃଗାଳମାନର ବାସସ୍ଥାନ, ବିସ୍ମୟାସ୍ପଦ, ଶୀସ୍ ଶବ୍ଦର ବିଷୟ ଓ ନିବାସୀବିହୀନ ହେବ।
Ezekiel 25:13 in Oriya 13 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଆମ୍ଭେ ଇଦୋମ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା ଓ ତହିଁ ମଧ୍ୟରୁ ମନୁଷ୍ୟ ଓ ପଶୁକୁ ଉଚ୍ଛିନ୍ନ କରିବା; ଆଉ, ଆମ୍ଭେ ତୈମନ୍ଠାରୁ ତାହା ଧ୍ୱଂସର ସ୍ଥାନ କରିବା; ଦଦାନ ପର୍ଯ୍ୟନ୍ତ ହିଁ ଲୋକମାନେ ଖଡ଼୍ଗରେ ପତିତ ହେବେ।
Ezekiel 35:3 in Oriya 3 ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ହେ ସେୟୀର ପର୍ବତ, ଦେଖ, ଆମ୍ଭେ ତୁମ୍ଭର ପ୍ରତିକୂଳ ଅଟୁ ଓ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା, ଆଉ ଆମ୍ଭେ ତୁମ୍ଭକୁ ଧ୍ୱଂସ ଓ ଶୂନ୍ୟର ସ୍ଥାନ କରିବା।
Ezekiel 35:7 in Oriya 7 ଏହି ପ୍ରକାର ଆମ୍ଭେ ସେୟୀର ପର୍ବତକୁ ଶୂନ୍ୟ ଓ ଧ୍ୱଂସର ସ୍ଥାନ କରିବା ଓ ଆମ୍ଭେ ତହିଁ ମଧ୍ୟ ଦେଇ ଗମନକାରୀକୁ ଓ ଫେରିବା ଲୋକକୁ ଉଚ୍ଛିନ୍ନ କରିବା।
Ezekiel 36:3 in Oriya 3 ଏଥିପାଇଁ ଭବିଷ୍ୟଦ୍ବାକ୍ୟ ପ୍ରଚାର କରି କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭମାନଙ୍କୁ ଗୋଷ୍ଠୀୟମାନଙ୍କ ଅବଶିଷ୍ଟାଂଶ ଅଧିକାର କରିବା ପାଇଁ ଲୋକମାନେ ତୁମ୍ଭମାନଙ୍କୁ ଧ୍ୱଂସ ଓ ଚତୁର୍ଦ୍ଦିଗରେ ଗ୍ରାସ କରିଅଛନ୍ତି, ଆଉ ତୁମ୍ଭେମାନେ ବକୁଆମାନଙ୍କ ଓଷ୍ଠଗତ ଓ ଲୋକମାନଙ୍କ ନିନ୍ଦାର ପାତ୍ର ହୋଇଅଛ;
Ezekiel 36:7 in Oriya 7 ଏଥିପାଇଁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଆମ୍ଭେ ଆପଣା ହସ୍ତ ଉଠାଇ କହିଅଛୁ, ତୁମ୍ଭମାନଙ୍କର ଚତୁର୍ଦ୍ଦିଗସ୍ଥିତ ଅନ୍ୟ ଦେଶୀୟମାନେ ନିଶ୍ଚୟ ଆପଣାମାନଙ୍କ ଅପମାନ ଭୋଗ କରିବେ।
Ezekiel 36:9 in Oriya 9 ଯେହେତୁ ଦେଖ, ଆମ୍ଭେ ତୁମ୍ଭମାନଙ୍କର ସପକ୍ଷ ଅଟୁ ଓ ଆମ୍ଭେ ତୁମ୍ଭମାନଙ୍କ ପ୍ରତି ଫେରିବା, ତହିଁରେ ତୁମ୍ଭେମାନେ ଚାଷ କରାଯାଇ ବୁଣାଯିବ।
Ezekiel 36:14 in Oriya 14 ଏଥିପାଇଁ ପ୍ରଭୁ, ସଦାପ୍ରଭୁ କହନ୍ତି, ତୁମ୍ଭେ ଆଉ ମନୁଷ୍ୟମାନଙ୍କୁ ଗ୍ରାସ କରିବ ନାହିଁ କିଅବା ତୁମ୍ଭ ଦେଶୀୟମାନଙ୍କର ନାଶ ଆଉ କରିବ ନାହିଁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
Joel 3:19 in Oriya 19 ଯିହୁଦାର ସନ୍ତାନଗଣ ପ୍ରତି କୃତ ଉପଦ୍ରବ ସକାଶୁ ମିସର ଧ୍ୱଂସସ୍ଥାନ ହେବ ଓ ଇଦୋମ ଧ୍ୱଂସିତ ପ୍ରାନ୍ତର ହେବ, କାରଣ ସେମାନେ ଆପଣାମାନଙ୍କ ଦେଶରେ ନିର୍ଦ୍ଦୋଷର ରକ୍ତପାତ କରିଅଛନ୍ତି।
Obadiah 1:10 in Oriya 10 ତୁମ୍ଭର ଭ୍ରାତା ଯାକୁବ ପ୍ରତି କୃତ ଦୌରାତ୍ମ୍ୟ ସକାଶୁ ତୁମ୍ଭେ ଲଜ୍ଜାରେ ଆଚ୍ଛନ୍ନ ହେବ, ପୁଣି ତୁମ୍ଭେ ଚିରକାଳ ଉଚ୍ଛିନ୍ନ ହେବ।
Obadiah 1:18 in Oriya 18 ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।
Luke 14:26 in Oriya 26 କେହି ଯେବେ ମୋ’ ପାଖକୁ ଆସି ନିଜର ବାପା, ମା, ସ୍ତ୍ରୀ, ସନ୍ତାନ, ଭାଇ ଓ ଭଉଣୀମାନଙ୍କୁ ଏପରିକି ନିଜ ପ୍ରାଣକୁ ସୁଦ୍ଧା ଅଧିକ ପ୍ରେମ ନ କରେ, ତେବେ ସେ ମୋହର ଶିଷ୍ୟ ହୋଇ ପାରେ ନାହିଁ।