Malachi 1:6 in Oriya 6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”
Other Translations King James Version (KJV) A son honoureth his father, and a servant his master: if then I be a father, where is mine honour? and if I be a master, where is my fear? saith the LORD of hosts unto you, O priests, that despise my name. And ye say, Wherein have we despised thy name?
American Standard Version (ASV) A son honoreth his father, and a servant his master: if then I am a father, where is mine honor? and if I am a master, where is my fear? saith Jehovah of hosts unto you, O priests, that despise my name. And ye say, Wherein have we despised thy name?
Bible in Basic English (BBE) A son gives honour to his father, and a servant has fear of his master: if then I am a father, where is my honour? and if I am a master, where is the fear of me? says the Lord of armies to you, O priests, who give no value to my name. And you say, How have we not given value to your name?
Darby English Bible (DBY) A son honoureth [his] father, and a servant his master: if then I be a father, where is mine honour? and if I be a master, where is my fear? saith Jehovah of hosts unto you, priests, that despise my name. But ye say, Wherein have we despised thy name?
World English Bible (WEB) "A son honors his father, and a servant his master. If I am a father, then where is my honor? And if I am a master, where is the respect due me? Says Yahweh of Hosts to you, priests, who despise my name. You say, 'How have we despised your name?'
Young's Literal Translation (YLT) A son honoureth a father, and a servant his master. And if I `am' a father, where `is' Mine honour? And if I `am' a master, where `is' My fear? Said Jehovah of Hosts to you, O priests, despising My name! And ye have said: `In what have we despised Thy name?'
Cross Reference Exodus 4:22 in Oriya 22 ପୁଣି, ତୁମ୍ଭେ ଫାରୋକୁ କହିବ, ସଦାପ୍ରଭୁ କହନ୍ତି, ଇସ୍ରାଏଲ ଆମ୍ଭର ପୁତ୍ର; ଆମ୍ଭର ଜ୍ୟେଷ୍ଠ ପୁତ୍ର;
Exodus 20:12 in Oriya 12 ତୁମ୍ଭେ ଆପଣା ପିତା ଓ ଆପଣା ମାତାଙ୍କୁ ସମ୍ଭ୍ରମ କର; ତହିଁରେ ତୁମ୍ଭର ସଦାପ୍ରଭୁ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ହେବ।
Leviticus 19:3 in Oriya 3 ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ମାତାକୁ ଓ ଆପଣା ଆପଣା ପିତାକୁ ଭୟ କରିବ; ପୁଣି, ତୁମ୍ଭେମାନେ ଆମ୍ଭର ବିଶ୍ରାମ ଦିନ ପାଳନ କରିବ; ଆମ୍ଭେ ସଦାପ୍ରଭୁ ତୁମ୍ଭମାନଙ୍କର ପରମେଶ୍ୱର ଅଟୁ।
Deuteronomy 5:16 in Oriya 16 ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ଆଜ୍ଞାନୁସାରେ ତୁମ୍ଭେ ଆପଣା ପିତାଙ୍କୁ ଓ ଆପଣା ମାତାଙ୍କୁ ସମାଦର କର; ତହିଁରେ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ତୁମ୍ଭକୁ ଯେଉଁ ଦେଶ ଦେବେ, ସେହି ଦେଶରେ ତୁମ୍ଭର ଦୀର୍ଘ ପରମାୟୁ ଓ ମଙ୍ଗଳ ହେବ।
1 Samuel 2:28 in Oriya 28 ଓ ଆମ୍ଭେ କି ଆମ୍ଭ ବେଦି ଉପରକୁ ଯିବାକୁ ଓ ଧୂପ ଜ୍ୱଳାଇବାକୁ ଓ ଆମ୍ଭ ସମ୍ମୁଖରେ ଏଫୋଦ ପରିଧାନ କରିବାକୁ ସମଗ୍ର ଇସ୍ରାଏଲ ଗୋଷ୍ଠୀ ମଧ୍ୟରୁ ତାହାକୁ ଯାଜକ ହେବା ପାଇଁ ମନୋନୀତ କରି ନାହୁଁ ? ଆହୁରି, ଆମ୍ଭେ କି ଇସ୍ରାଏଲ ସନ୍ତାନଗଣର ଅଗ୍ନିକୃତ ସମସ୍ତ ଉପହାର ତୁମ୍ଭ ପିତୃଗୃହକୁ ଦେଇ ନାହୁଁ ?
Proverbs 30:11 in Oriya 11 ଯେଉଁମାନେ ଆପଣା ପିତାକୁ ଶାପ ଦିଅନ୍ତି, ପୁଣି, ଆପଣା ମାତାକୁ ଆଶୀର୍ବାଦ କରନ୍ତି ନାହିଁ, ଏପରି ଏକ ବଂଶ ଅଛି।
Proverbs 30:17 in Oriya 17 ଯେଉଁ ଚକ୍ଷୁ ଆପଣା ପିତାକୁ ପରିହାସ କରେ ଓ ମାତାର କଥା ମାନିବାକୁ ତୁଚ୍ଛବୋଧ କରେ, ତାହା ଉପତ୍ୟକାର ଡାମରାକୁଆମାନେ କାଢ଼ି ପକାଇବେ, ପୁଣି, ଉତ୍କ୍ରୋଶ ପକ୍ଷୀର ଛୁଆମାନେ ତାହା ଖାଇବେ।
Isaiah 1:2 in Oriya 2 ହେ ଆକାଶମଣ୍ଡଳ, ଶୁଣ, ହେ ପୃଥିବୀ, କର୍ଣ୍ଣପାତ କର, କାରଣ ସଦାପ୍ରଭୁ କହିଅଛନ୍ତି; “ଆମ୍ଭେ ସନ୍ତାନଗଣକୁ ପ୍ରତିପାଳନ ଓ ଭରଣପୋଷଣ କରିଅଛୁ, ମାତ୍ର ସେମାନେ ଆମ୍ଭର ବିଦ୍ରୋହାଚରଣ କରିଅଛନ୍ତି।”
Isaiah 64:8 in Oriya 8 ମାତ୍ର ଏବେ ହେ ସଦାପ୍ରଭୁ, ତୁମ୍ଭେ ଆମ୍ଭମାନଙ୍କର ପିତା ଅଟ; ଆମ୍ଭେମାନେ ମୃତ୍ତିକା, ତୁମ୍ଭେ ଆମ୍ଭମାନଙ୍କର କୁମ୍ଭକାର; ପୁଣି, ଆମ୍ଭେ ସମସ୍ତେ ତୁମ୍ଭର ହସ୍ତକୃତ କର୍ମ।
Jeremiah 2:21 in Oriya 21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ?
Jeremiah 5:30 in Oriya 30 ଦେଶ ମଧ୍ୟରେ ଗୋଟିଏ ଆଶ୍ଚର୍ଯ୍ୟ ଓ ଭୟାନକ ବିଷୟ ଘଟିଅଛି;
Jeremiah 23:11 in Oriya 11 କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।
Jeremiah 31:9 in Oriya 9 ସେମାନେ କ୍ରନ୍ଦନ କରୁ କରୁ ଆମ୍ଭ ଦ୍ୱାରା ଆନୀତ ହେବେ, ଆମ୍ଭେ ସେମାନଙ୍କୁ ସଜଳ ନଦୀମାନର ନିକଟ ଦେଇ ସଳଖ ପଥରେ ଗମନ କରାଇବା, ସେ ପଥରେ ସେମାନେ ଝୁଣ୍ଟିବେ ନାହିଁ; କାରଣ ଆମ୍ଭେ ଇସ୍ରାଏଲର ପିତା ଓ ଇଫ୍ରୟିମ ଆମ୍ଭର ପ୍ରଥମଜାତ ସନ୍ତାନ।”
Ezekiel 22:26 in Oriya 26 ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।
Hosea 4:6 in Oriya 6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
Hosea 5:1 in Oriya 1 ହେ ଯାଜକଗଣ, ଏହା ଶୁଣ, ହେ ଇସ୍ରାଏଲ ବଂଶ, ମନୋଯୋଗ କର, ହେ ରାଜବଂଶ, କର୍ଣ୍ଣପାତ କର, କାରଣ ବିଚାର ତୁମ୍ଭମାନଙ୍କ ସମ୍ବନ୍ଧୀୟ; ତୁମ୍ଭେମାନେ ମିସ୍ପାରେ ଫାନ୍ଦ ସ୍ୱରୂପ ଓ ତାବୋରରେ ପ୍ରସାରିତ ଜାଲ ସ୍ୱରୂପ ହୋଇଅଛ।
Hosea 12:8 in Oriya 8 ପୁଣି, ଇଫ୍ରୟିମ କହିଲା, “ନିଶ୍ଚୟ ମୁଁ ଧନୀ ହୋଇଅଛି, ମୁଁ ଆପଣା ନିମନ୍ତେ ସମ୍ପତ୍ତି ପାଇଅଛି; ମୋ'ର ସବୁ ପରିଶ୍ରମରେ ସେମାନେ ପାପଯୁକ୍ତ କୌଣସି ଅଧର୍ମ ମୋ'ଠାରେ ପାଇବେ ନାହିଁ।”
Malachi 2:8 in Oriya 8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।”
Malachi 2:14 in Oriya 14 ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।
Malachi 3:7 in Oriya 7 ତୁମ୍ଭମାନଙ୍କର ପିତୃପୁରୁଷଗଣର ସମୟଠାରୁ ତୁମ୍ଭେମାନେ ଆମ୍ଭର ବିଧିସବୁ ଲଙ୍ଘନ କରିଅଛ ଓ ସେହିସବୁ ପାଳନ କରି ନାହଁ। ଆମ୍ଭ ନିକଟକୁ ଫେରି ଆସ, ତହିଁରେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଫେରି ଆସିବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ଫେରିବା ?”
Malachi 3:13 in Oriya 13 ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ ?”
Matthew 6:9 in Oriya 9 ଅତଏବ ତୁମ୍ଭେମାନେ ଏହି ପ୍ରକାରେ ପ୍ରାର୍ଥନା କର, ହେ ଆମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା, ତୁମ୍ଭ ନାମ ପବିତ୍ର ବୋଲି ମାନ୍ୟ ହେଉ।
Matthew 6:14 in Oriya 14 କାରଣ ଯେବେ ଲୋକମାନଙ୍କର ଅପରାଧସବୁ କ୍ଷମା କର, ତେବେ ତୁମ୍ଭମାନଙ୍କ ସ୍ୱର୍ଗସ୍ଥ ପିତା ତୁମ୍ଭମାନଙ୍କୁ ମଧ୍ୟ କ୍ଷମା କରିବେ;
Matthew 7:21 in Oriya 21 ମୋତେ ପ୍ରଭୁ, ପ୍ରଭୁ ବୋଲି ଡାକନ୍ତି, ଏପରି ପ୍ରତ୍ୟେକେ ସ୍ୱର୍ଗରାଜ୍ୟରେ ପ୍ରବେଶ କରିବେ ନାହିଁ, ମାତ୍ର ଯେ ମୋହର ସ୍ୱର୍ଗସ୍ଥ ପିତାଙ୍କ ଇଚ୍ଛା ସାଧନ କରେ, ସେ ପ୍ରବେଶ କରିବ।
Matthew 15:4 in Oriya 4 ଈଶ୍ୱର ତ କହିଅଛନ୍ତି ପିତାମାତାକୁ ସମାଦର କର, ଆଉ ଯେ କେହି ପିତା କି ମାତାକୁ ଅଭିଶାପ ଦିଏ ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।
Matthew 15:6 in Oriya 6 ସେ ଆପଣା ପିତାମାତାକୁ ନିଶ୍ଚୟ ସମାଦର କରିବ ନାହିଁ। ଏହି ଭଳି ତୁମ୍ଭେମାନେ ତୁମ୍ଭମାନଙ୍କର ପରମ୍ପରାଗତ ରୀତିନୀତି ଯୋଗୁଁ ଇଶ୍ବରଙ୍କ ବାକ୍ୟ ବ୍ୟର୍ଥ କରିଅଛ।
Matthew 19:19 in Oriya 19 ପିତାମାତାଙ୍କୁ ସମାଦର କର; ପୁଣି, ତୁମ୍ଭର ପଡୋଶୀକି ଆତ୍ମତୁଲ୍ୟ ପ୍ରେମ କର।
Mark 7:10 in Oriya 10 କାରଣ ମୋଶା କହିଅଛନ୍ତି, ଆପଣା ପିତାମାତାଙ୍କୁ ସମାଦର କର, ଆଉ ଯେ କେହି ଆପଣା ପିତା କି ମାତାଙ୍କୁ ଅଭିଶାପ ଦିଏ, ସେ ନିଶ୍ଚୟ ପ୍ରାଣଦଣ୍ଡ ଭୋଗ କରିବ।
Mark 10:19 in Oriya 19 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ନରହତ୍ୟା କର ନାହିଁ, ବ୍ୟଭିଚାର କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ପ୍ରବଞ୍ଚନା କର ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।
Luke 6:36 in Oriya 36 ତୁମ୍ଭମାନଙ୍କ ସ୍ବର୍ଗସ୍ଥ ପିତା ଯେପରି ଦୟାଳୁ, ତୁମ୍ଭେମାନେ ସେହିପରି ଦୟାଳୁ ହୁଅ।
Luke 6:46 in Oriya 46 ଆଉ, ତୁମ୍ଭେମାନେ କାହିଁକି ମୋତେ ପ୍ରଭୁ, ପ୍ରଭୁ ବୋଲି କହୁଅଛ, ମାତ୍ର ମୋହର ବାକ୍ୟ ପାଳନ କରୁ ନାହଁ ?
Luke 10:29 in Oriya 29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ ?
Luke 18:20 in Oriya 20 ଆଜ୍ଞାଗୁଡ଼ିକ ତ ତୁମ୍ଭେ ଜାଣ, ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ମିଥ୍ୟା ସାକ୍ଷ୍ୟ ଦିଅ ନାହିଁ, ଆପଣା ପିତାମାତାଙ୍କୁ ସମାଦର କର।
John 13:13 in Oriya 13 ତୁମ୍ଭେମାନେ ମୋତେ ଗୁରୁ ଓ ପ୍ରଭୁ ବୋଲି ଡାକୁଅଛ, ଆଉ ଯଥାର୍ଥ କହୁଅଛ; କାରଣ ମୁଁ ତ ସେହି।
Ephesians 6:2 in Oriya 2 କାରଣ ତାହା ଯଥାର୍ଥ। “ଆପଣା ପିତାମାତାଙ୍କୁ ସମାଦର କର, (ଏହା ପ୍ରତିଜ୍ଞାଯୁକ୍ତ ଗୋଟିଏ ପ୍ରଧାନ ଆଜ୍ଞା),”
1 Timothy 6:1 in Oriya 1 ଯେତେ ଲୋକ ଦାସତ୍ୱରୂପ ଯୁଆଳିର ଅଧିନରେ ଅଛନ୍ତି, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କୁ ଯଥୋଚିତ ସମ୍ମାନ ପାଇବାର ଯୋଗ୍ୟ ବୋଲି ଜାଣନ୍ତୁ, ଯେପରି ଇଶ୍ବରଙ୍କ ନାମ ଓ ଶିକ୍ଷାର ନିନ୍ଦା ନ ହୁଏ।
Titus 2:9 in Oriya 9 ଦାସମାନଙ୍କୁ ଶିକ୍ଷା ଦିଅ ଯେ, ସେମାନେ ଆପଣା ଆପଣା କର୍ତ୍ତାମାନଙ୍କର ବଶୀଭୂତ ହୋଇ ରୁହନ୍ତୁ, ସମସ୍ତ ବିଷୟରେ ସେମାନଙ୍କର ସନ୍ତୋଷଭାଜନ ହୁଅନ୍ତୁ,
1 Peter 1:17 in Oriya 17 ଆଉ ଯେ ମୁଖାପେକ୍ଷା ନ କରି ପ୍ରତ୍ୟେକ ଲୋକର କର୍ମାନୁସାରେ ବିଚାର କରନ୍ତି, ତାହାଙ୍କୁ ଯଦି ପିତା ବୋଲି ସମ୍ବୋଧନ କରୁଅଛ, ତେବେ ଆପଣା ଆପଣାର ପ୍ରବାସକାଳ ଭୟ ସହକାରେ କ୍ଷେପଣ କର;
1 Peter 2:17 in Oriya 17 ସମସ୍ତଙ୍କୁ ସମାଦର କର, ଭାଇମାନଙ୍କୁ ପ୍ରେମ କର, ଈଶ୍ୱରଙ୍କୁ ଭୟ କର, ରାଜାଙ୍କୁ ସମାଦର କର।