Malachi 2:11 in Oriya 11 ଯିହୁଦା ବିଶ୍ୱାସଘାତକତା କରିଅଛି, ଆଉ ଇସ୍ରାଏଲର ମଧ୍ୟରେ ଓ ଯିରୂଶାଲମ ମଧ୍ୟରେ ଘୃଣାଯୋଗ୍ୟକ୍ରିୟା କରାଯାଇଅଛି; କାରଣ ସଦାପ୍ରଭୁଙ୍କର ପ୍ରିୟ ବା ପବିତ୍ର ମନ୍ଦିର, ଯିହୁଦା ତାହା ଅପବିତ୍ର କରିଅଛି ଓ ବିଦେଶୀୟ ଦେବତାର କନ୍ୟାକୁ ବିବାହ କରିଅଛି।
Other Translations King James Version (KJV) Judah hath dealt treacherously, and an abomination is committed in Israel and in Jerusalem; for Judah hath profaned the holiness of the LORD which he loved, and hath married the daughter of a strange god.
American Standard Version (ASV) Judah hath dealt treacherously, and an abomination is committed in Israel and in Jerusalem; for Judah hath profaned the holiness of Jehovah which he loveth, and hath married the daughter of a foreign god.
Bible in Basic English (BBE) Judah has been acting falsely, and a disgusting thing has been done in Jerusalem; for Judah has made unclean the holy place of the Lord which is dear to him, and has taken as his wife the daughter of a strange god.
Darby English Bible (DBY) Judah hath dealt unfaithfully, and an abomination is committed in Israel and in Jerusalem; for Judah hath profaned the sanctuary of Jehovah which he loved, and hath married the daughter of a strange ùgod.
World English Bible (WEB) Judah has dealt treacherously, and an abomination is committed in Israel and in Jerusalem; for Judah has profaned the holiness of Yahweh which he loves, and has married the daughter of a foreign god.
Young's Literal Translation (YLT) Dealt treacherously hath Judah, And abomination hath been done in Israel, and in Jerusalem, For polluted hath Judah the holy thing of Jehovah, That He hath loved, and hath married the daughter of a strange god.
Cross Reference Genesis 6:1 in Oriya 1 ଏହିରୂପେ ଯେତେବେଳେ ପୃଥିବୀରେ ମନୁଷ୍ୟମାନଙ୍କ ସଂଖ୍ୟା ବଢ଼ିବାକୁ ଲାଗିଲା ଓ ସେମାନଙ୍କର ଅନେକ କନ୍ୟା ଜାତ ହେଲେ;
Exodus 19:5 in Oriya 5 ଏବେ ତୁମ୍ଭେମାନେ ଯଦି ଆମ୍ଭ ରବରେ ମନୋଯୋଗ କରିବ ଓ ଆମ୍ଭ ନିୟମ ପାଳନ କରିବ, ତେବେ ତୁମ୍ଭେମାନେ ସମସ୍ତ ଲୋକଙ୍କ ଅପେକ୍ଷା ଆମ୍ଭ ନିଜର ସଞ୍ଚିତ ଧନ ହେବ; କାରଣ ସମସ୍ତ ପୃଥିବୀ ଆମ୍ଭର।
Leviticus 18:24 in Oriya 24 ତୁମ୍ଭେମାନେ ଏହିସବୁ ମଧ୍ୟରୁ କୌଣସି କ୍ରିୟା ଦ୍ୱାରା ଆପଣାମାନଙ୍କୁ ଅଶୁଚି କର ନାହିଁ; କାରଣ ଆମ୍ଭେ ଯେଉଁ ଦେଶୀୟ ଲୋକମାନଙ୍କୁ ତୁମ୍ଭ ସମ୍ମୁଖରୁ ଦୂର କରୁଅଛୁ, ସେମାନେ ଏହିସବୁ କ୍ରିୟା ଦ୍ୱାରା ଅଶୁଚି ହୋଇଅଛନ୍ତି।
Leviticus 20:26 in Oriya 26 ପୁଣି, ତୁମ୍ଭେମାନେ ଆମ୍ଭ ଉଦ୍ଦେଶ୍ୟରେ ପବିତ୍ର ହେବ; କାରଣ ଆମ୍ଭେ ସଦାପ୍ରଭୁ ପବିତ୍ର ଅଟୁ। ଆଉ, ତୁମ୍ଭେମାନେ ଯେପରି ଆମ୍ଭର ହେବ, ଏଥିପାଇଁ ଆମ୍ଭେ ଅନ୍ୟ ଲୋକଙ୍କଠାରୁ ତୁମ୍ଭମାନଙ୍କୁ ପୃଥକ୍ କରିଅଛୁ।
Deuteronomy 7:3 in Oriya 3 ଅଥବା ତୁମ୍ଭେ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ କରିବ ନାହିଁ; ତୁମ୍ଭେ ତାହାର ପୁତ୍ରକୁ ଆପଣା କନ୍ୟା ଦେବ ନାହିଁ, ଅବା ଆପଣା ପୁତ୍ର ନିମନ୍ତେ ତାହାର କନ୍ୟା ଗ୍ରହଣ କରିବ ନାହିଁ।
Deuteronomy 14:2 in Oriya 2 କାରଣ ତୁମ୍ଭେ ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ପବିତ୍ର ଲୋକ ଅଟ, ପୁଣି ପୃଥିବୀସ୍ଥ ସମସ୍ତ ଗୋଷ୍ଠୀରୁ ତୁମ୍ଭକୁ ଆପଣାର ସଞ୍ଚିତ ଧନ କରିବା ନିମନ୍ତେ ସଦାପ୍ରଭୁ ତୁମ୍ଭକୁ ମନୋନୀତ କରିଅଛନ୍ତି।
Deuteronomy 33:26 in Oriya 26 ହେ ଯିଶୁରୁଣ, ପରମେଶ୍ୱରଙ୍କ ତୁଲ୍ୟ କେହି ନାହିଁ, ସେ ତୁମ୍ଭ ଉପକାରାର୍ଥେ ଆକାଶମଣ୍ଡଳରେ ଓ ନିଜ ଗୌରବରେ ଗଗନମଣ୍ଡଳରେ ଆରୋହଣ କରି ଗମନ କରନ୍ତି।
Judges 3:6 in Oriya 6 ପୁଣି ସେମାନେ ସେମାନଙ୍କ କନ୍ୟାଗଣଙ୍କୁ ଆପଣାମାନଙ୍କର ଭାର୍ଯ୍ୟା ରୂପେ ଗ୍ରହଣ କଲେ ଓ ଆପଣା ଆପଣା କନ୍ୟାମାନଙ୍କୁ ସେମାନଙ୍କ ପୁତ୍ରଗଣଙ୍କୁ ବିବାହ କରିବା ନିମନ୍ତେ ଦେଲେ, ଆଉ ସେମାନଙ୍କ ଦେବତାମାନଙ୍କର ସେବା କଲେ।
1 Kings 11:1 in Oriya 1 ଶଲୋମନ ରାଜା ଫାରୋର କନ୍ୟା ଛଡ଼ା ମୋୟାବୀୟ, ଅମ୍ମୋନୀୟ, ଇଦୋମୀୟ, ସୀଦୋନୀୟ ଓ ହିତ୍ତୀୟ ଅନେକ ବିଦେଶୀୟା ସ୍ତ୍ରୀମାନଙ୍କୁ ପ୍ରେମ କଲେ;
Ezra 9:1 in Oriya 1 ଏହିସବୁ କର୍ମ ସମାପ୍ତ ହେଲା ଉତ୍ତାରେ ଅଧିପତିମାନେ ଆମ୍ଭ ନିକଟକୁ ଆସି କହିଲେ, “ଇସ୍ରାଏଲ ଲୋକମାନେ ଓ ଯାଜକମାନେ ଓ ଲେବୀୟମାନେ ଅନ୍ୟ ଦେଶୀୟ ଗୋଷ୍ଠୀୟମାନଙ୍କଠାରୁ ଆପଣାମାନଙ୍କୁ ପୃଥକ ନ କରି ସେମାନଙ୍କର, ଅର୍ଥାତ୍, କିଣାନୀୟ, ହିତ୍ତୀୟ, ପିରିଷୀୟ, ଯିବୂଷୀୟ, ଅମ୍ମୋନୀୟ, ମୋୟାବୀୟ, ମିସ୍ରୀୟ ଓ ଇମୋରୀୟମାନଙ୍କର ଘୃଣାଯୋଗ୍ୟ କର୍ମାନୁସାରେ କରୁଅଛନ୍ତି।
Ezra 9:12 in Oriya 12 ଏହେତୁ ତୁମ୍ଭେମାନେ ଆପଣାମାନଙ୍କ କନ୍ୟାଗଣଙ୍କୁ ସେମାନଙ୍କ ପୁତ୍ରଗଣ ସହିତ ବିବାହ ଦିଅ ନାହିଁ, ଅବା ତୁମ୍ଭମାନଙ୍କ ପୁତ୍ରଗଣ ନିମନ୍ତେ ସେମାନଙ୍କ କନ୍ୟାଗଣଙ୍କୁ ଗ୍ରହଣ କର ନାହିଁ, କିଅବା ସେମାନଙ୍କ ଶାନ୍ତି ବା ଉନ୍ନତି କଦାପି ଚେଷ୍ଟା କର ନାହିଁ; ତହିଁରେ ତୁମ୍ଭମାନେ ବଳବାନ୍ ହେବ ଓ ଦେଶର ଉତ୍ତମ ଦ୍ରବ୍ୟ ଭୋଜନ କରିବ ଓ ସଦାକାଳ ଆପଣା ସନ୍ତାନଗଣର ଅଧିକାର ନିମନ୍ତେ ତାହା ରଖିଯିବ।’ ମାତ୍ର ଆମ୍ଭେମାନେ ତୁମ୍ଭର ଏହି ଆଜ୍ଞାସବୁ ପରିତ୍ୟାଗ କରିଅଛୁ।
Ezra 10:2 in Oriya 2 ଏଥିରେ ଏଲମର ସନ୍ତାନଗଣ ମଧ୍ୟରୁ ଯିହୀୟେଲର ପୁତ୍ର ଶଖନୀୟ ଏଜ୍ରାଙ୍କୁ ଉତ୍ତର କରି କହିଲା, “ଆମ୍ଭେମାନେ ଆପଣାମାନଙ୍କ ପରମେଶ୍ୱରଙ୍କ ବିରୁଦ୍ଧରେ ସତ୍ୟଲଙ୍ଘନ କରି ଅନ୍ୟଦେଶୀୟ ଗୋଷ୍ଠୀୟମାନଙ୍କର ସ୍ତ୍ରୀମାନଙ୍କୁ ବିବାହ କରିଅଛୁ; ତଥାପି ଏବିଷୟରେ ଏବେ ମଧ୍ୟ ଇସ୍ରାଏଲ ପକ୍ଷରେ ଭରସା ଅଛି।
Nehemiah 13:23 in Oriya 23 ସେହି ସମୟରେ ମଧ୍ୟ ଯେଉଁ ଯିହୁଦୀୟମାନେ ଅସ୍ଦୋଦ୍, ଅମ୍ମୋନ ଓ ମୋୟାବ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନଙ୍କୁ ମୁଁ ଦେଖିଲି;
Psalm 106:28 in Oriya 28 ଆହୁରି, ସେମାନେ ବାଲ୍-ପିୟୋର୍ ପ୍ରତି ଆସକ୍ତ ହେଲେ ଓ ମୃତମାନଙ୍କର ବଳି ଭୋଜନ କଲେ।
Psalm 106:34 in Oriya 34 ସେମାନେ ସଦାପ୍ରଭୁଙ୍କ ଆଜ୍ଞା ପ୍ରମାଣେ ଗୋଷ୍ଠୀବର୍ଗକୁ ବିନାଶ କଲେ ନାହିଁ।
Jeremiah 2:3 in Oriya 3 ଇସ୍ରାଏଲ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର, ତାହାଙ୍କ ଆୟର ପ୍ରଥମ ଫଳ ସ୍ୱରୂପ ଥିଲା। ଯେଉଁମାନେ ତାହାକୁ ଗ୍ରାସ କରନ୍ତି, ସେସମସ୍ତେ ଦୋଷୀ ଗଣାଯିବେ; ସେମାନଙ୍କ ପ୍ରତି ଅମଙ୍ଗଳ ଘଟିବ, ଏହା ସଦାପ୍ରଭୁ କହନ୍ତି।
Jeremiah 2:7 in Oriya 7 ପୁଣି, ତୁମ୍ଭେମାନେ ଯେପରି ଫଳ ଓ ଅତ୍ୟୁତ୍ତମ ଦ୍ରବ୍ୟ ଭୋଜନ କରିବ, ଏଥିପାଇଁ ଆମ୍ଭେ ତୁମ୍ଭମାନଙ୍କୁ ଏକ ଅତି ଉର୍ବରା ଦେଶକୁ ଆଣିଲୁ; ମାତ୍ର ତୁମ୍ଭେମାନେ ପ୍ରବେଶ କରି ଆମ୍ଭ ଦେଶକୁ ଅଶୁଚି ଓ ଆମ୍ଭ ଅଧିକାରକୁ ଘୃଣାସ୍ପଦ କଲ।
Jeremiah 2:21 in Oriya 21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ?
Jeremiah 3:7 in Oriya 7 ପୁଣି, ସେ ଏସବୁ କାର୍ଯ୍ୟ କଲା ଉତ୍ତାରେ ଆମ୍ଭେ କହିଲୁ, ‘ସେ ଆମ୍ଭ ନିକଟକୁ ଫେରି ଆସିବ,' ମାତ୍ର ସେ ଫେରି ଆସିଲା ନାହିଁ; ଆଉ, ତାହାର ବିଶ୍ୱାସଘାତିନୀ ଭଗିନୀ ଯିହୁଦା ଏହା ଦେଖିଲା।
Jeremiah 7:10 in Oriya 10 ତହୁଁ ଆମ୍ଭ ନାମରେ ଖ୍ୟାତ ଏହି ଗୃହ ମଧ୍ୟକୁ ଆସି ଆମ୍ଭ ସମ୍ମୁଖରେ ଠିଆ ହେବ, ଆଉ କହିବ, ‘ଆମ୍ଭେମାନେ ଉଦ୍ଧାର ପାଇଲୁ; ଯେପରି ଏହିସବୁ ଘୃଣାଯୋଗ୍ୟ କର୍ମ କରିପାରୁ ?'
Ezekiel 18:13 in Oriya 13 ଘୃଣାଯୋଗ୍ୟ କ୍ରିୟା କରିଅଛି, ସୁଧ ପାଇଁ ଋଣ ଦେଇଅଛି ଓ ବୃଦ୍ଧି ଗ୍ରହଣ କରିଅଛି, ସେ କି ବଞ୍ଚିବ ? ସେ ବଞ୍ଚିବ ନାହିଁ, ସେ ଏହିସବୁ ଘୃଣାଯୋଗ୍ୟ କ୍ରିୟା କରିଅଛି; ସେ ନିଶ୍ଚୟ ମରିବ, ତାହାର ରକ୍ତ ତାହାର ଉପରେ ବର୍ତ୍ତିବ।
Ezekiel 22:11 in Oriya 11 ପୁଣି, କେହି କେହି ଆପଣା ପ୍ରତିବାସୀର ଭାର୍ଯ୍ୟା ସଙ୍ଗେ ଘୃଣାଯୋଗ୍ୟ କର୍ମ କରିଅଛନ୍ତି, ପୁଣି, ଅନ୍ୟ କେହି କେହି ଲମ୍ପଟତାପୂର୍ବକ ଆପଣା ପୁତ୍ରବଧୂକୁ ଅଶୁଚି କରିଅଛନ୍ତି; ଆଉ, ତୁମ୍ଭ ମଧ୍ୟରେ ଅନ୍ୟ କେହି କେହି ଆପଣା ଆପଣା ଭଗିନୀକୁ, ଆପଣା ପିତାର କନ୍ୟାକୁ ବଳାତ୍କାର କରିଅଛନ୍ତି।
Hosea 6:7 in Oriya 7 ମାତ୍ର ଆଦମର ତୁଲ୍ୟ ସେମାନେ ନିୟମ ଲଙ୍ଘନ କରିଅଛନ୍ତି; ସେହି ସ୍ଥାନରେ ସେମାନେ ଆମ୍ଭ ବିରୁଦ୍ଧରେ ବିଶ୍ୱାସ ଘାତକତା କରିଅଛନ୍ତି।
2 Corinthians 6:14 in Oriya 14 ଅବିଶ୍ୱାସୀମାନଙ୍କ ସହିତ ଅସମାନ ରୂପେ ଯୋଚା ନ ଯାଅ, କାରଣ ଧର୍ମ ଓ ଅଧର୍ମ ମଧ୍ୟରେ କି ସହଯୋଗିତା ? ଅବା ଅନ୍ଧକାର ସହିତ ଆଲୋକର କି ସହଭାଗିତା ?
Revelation 21:8 in Oriya 8 କିନ୍ତୁ ଯେଉଁମାନେ ଭୀରୁ, ଅବିଶ୍ୱାସୀ, ଘୃଣ୍ୟକଳଙ୍କିତ, ନରଘାତକ, ବ୍ୟଭିଚାର, ମାୟାବୀ ଓ ପ୍ରତିମାପୂଜକ, ସେମାନେ ଓ ସମସ୍ତ ମିଥ୍ୟାବାଦୀ, ଅଗ୍ନି ଓ ଗନ୍ଧକ ପ୍ରଜ୍ୱଳିତ ହ୍ରଦରେ ଅଂଶ ପାଇବେ; ଏହା ହିଁ ଦ୍ୱିତୀୟ ମୃତ୍ୟୁ।