Malachi 2:12 in Oriya 12 ଯେଉଁ ଜନ ଏହି କର୍ମ କରେ, ସଦାପ୍ରଭୁ ଯାକୁବର ତମ୍ବୁସକଳରୁ ତାହାର ସମ୍ପର୍କୀୟ, ଯେକେହି ହୁଅନ୍ତୁ ଓ ଏପରିକି ଯେକେହି ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ କୌଣସି ନୈବେଦ୍ୟ ଉତ୍ସର୍ଗ କରୁ, ତାହାକୁ ମଧ୍ୟ ଉଚ୍ଛିନ୍ନ କରିବେ।
Other Translations King James Version (KJV) The LORD will cut off the man that doeth this, the master and the scholar, out of the tabernacles of Jacob, and him that offereth an offering unto the LORD of hosts.
American Standard Version (ASV) Jehovah will cut off, to the man that doeth this, him that waketh and him that answereth, out of the tents of Jacob, and him that offereth an offering unto Jehovah of hosts.
Bible in Basic English (BBE) The Lord will have the man who does this cut off root and branch out of the tents of Jacob, and him who makes an offering to the Lord of armies.
Darby English Bible (DBY) Jehovah will cut off from the tents of Jacob the man that doeth this, him that calleth and him that answereth; and him that offereth an oblation unto Jehovah of hosts.
World English Bible (WEB) Yahweh will cut off, to the man who does this, him who wakes and him who answers, out of the tents of Jacob, and him who offers an offering to Yahweh of Hosts.
Young's Literal Translation (YLT) Cut off doth Jehovah the man who doth it, Tempter and tempted -- from the tents of Jacob, Even he who is bringing nigh a present to Jehovah of Hosts.
Cross Reference Genesis 4:3 in Oriya 3 ସମୟାନୁକ୍ରମେ କୟିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଭୂମିରୁ ଉତ୍ପନ୍ନ ଫଳ ଆଣି ଉତ୍ସର୍ଗ କଲେ।
Leviticus 18:29 in Oriya 29 ତେଣୁ ଯେଉଁମାନେ ଏହିସବୁ ଘୃଣାଯୋଗ୍ୟ କର୍ମ ମଧ୍ୟରୁ କୌଣସି କର୍ମ କରିବେ, ସେହି କର୍ମକାରୀ ପ୍ରାଣୀମାନେ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବେ।
Leviticus 20:3 in Oriya 3 ପୁଣି, ଆମ୍ଭେ ମଧ୍ୟ ସେହି ମନୁଷ୍ୟ ବିରୁଦ୍ଧରେ ଆପଣା ମୁଖ ରଖିବା ଓ ତାହାର ଲୋକମାନଙ୍କ ମଧ୍ୟରୁ ତାହାକୁ ଉଚ୍ଛିନ୍ନ କରିବା; କାରଣ ସେ ଆମ୍ଭର ପବିତ୍ର ସ୍ଥାନ ଅପବିତ୍ର କରିବାକୁ ଓ ଆମ୍ଭର ପବିତ୍ର ନାମ ଅପବିତ୍ର କରିବାକୁ ମୋଲକ୍ ଦେବତା ଉଦ୍ଦେଶ୍ୟରେ ଆପଣା ସନ୍ତାନକୁ ଦେଇଅଛି।
Numbers 15:30 in Oriya 30 ମାତ୍ର ଯେଉଁ ପ୍ରାଣୀ ଉର୍ଦ୍ଧ୍ୱ ହସ୍ତରେ କୌଣସି (ପାପ) କର୍ମ କରେ, ସେ ଗୃହଜାତ ହେଉ ବା ବିଦେଶୀ ହେଉ, ସଦାପ୍ରଭୁଙ୍କର ନିନ୍ଦା କରେ; ଏଣୁ ସେହି ପ୍ରାଣୀ ଆପଣା ଲୋକମାନଙ୍କ ମଧ୍ୟରୁ ଉଚ୍ଛିନ୍ନ ହେବ।
Numbers 24:5 in Oriya 5 ହେ ଯାକୁବ, ତୁମ୍ଭର ତମ୍ବୁସବୁ, ହେ ଇସ୍ରାଏଲ, ତୁମ୍ଭର ଆବାସ ସବୁ କିପରି ମନୋହର !
Joshua 23:12 in Oriya 12 ନୋହିଲେ ଯେବେ ତୁମ୍ଭେମାନେ କୌଣସି ପ୍ରକାରେ ବିମୁଖ ହୁଅ ଓ ଏହି ଗୋଷ୍ଠୀୟମାନଙ୍କ ମଧ୍ୟରୁ ଯେଉଁମାନେ ତୁମ୍ଭମାନଙ୍କ ମଧ୍ୟରେ ଅବଶିଷ୍ଟ ଅଛନ୍ତି, ସେମାନଙ୍କଠାରେ ଆସକ୍ତ ହୁଅ ଓ ସେମାନଙ୍କ ସହିତ ବିବାହ-ସମ୍ବନ୍ଧ ରଖି ତୁମ୍ଭେମାନେ ସେମାନଙ୍କର ସହବାସ କର ଓ ସେମାନେ ତୁମ୍ଭମାନଙ୍କର ସହବାସ କରନ୍ତି;
1 Samuel 2:31 in Oriya 31 ଦେଖ, ଯେଉଁ ଦିନ ଆମ୍ଭେ ତୁମ୍ଭର ବାହୁ ଓ ତୁମ୍ଭ ପିତୃଗୃହର ବାହୁ କାଟି ପକାଇବା, ଏପରି ଦିନ ଆସୁଅଛି, ତହିଁରେ ତୁମ୍ଭ ଗୃହରେ ଜଣେ ବୃଦ୍ଧ ଲୋକ ରହିବ ନାହିଁ।
1 Samuel 3:14 in Oriya 14 ଏହେତୁ ଏଲି ବଂଶର ଅପରାଧ, ବଳିଦାନ କି ନୈବେଦ୍ୟ ଦ୍ୱାରା ସଦାକାଳ ପରିଷ୍କୃତ ନୋହିବ ବୋଲି ଏଲି-ବଂଶ ବିଷୟରେ ଆମ୍ଭେ ଶପଥ କରିଅଛୁ।
1 Samuel 15:22 in Oriya 22 ତହିଁରେ ଶାମୁୟେଲ କହିଲେ, ଯେପରି ସଦାପ୍ରଭୁଙ୍କ ରବ ଶୁଣିବାରେ, ସେପରି କି ହୋମ ଓ ବଳିଦାନରେ ସଦାପ୍ରଭୁଙ୍କର ସନ୍ତୋଷ ହୁଏ ? ଦେଖ, ଶୁଣିବା ବଳିଦାନଠାରୁ ଓ ମନୋଯୋଗୀ ହେବା ମେଷମେଦଠାରୁ ଉତ୍ତମ।
1 Chronicles 25:8 in Oriya 8 ଏଉତ୍ତାରେ ସେମାନେ ସାନ ବଡ଼, ଶିକ୍ଷକ, ଛାତ୍ର, ସମସ୍ତଙ୍କ ରକ୍ଷଣୀୟ ନିମନ୍ତେ ସମାନ ରୂପେ ଗୁଲିବାଣ୍ଟ କଲେ।
Ezra 10:18 in Oriya 18 ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ ଯେଉଁମାନେ ଅନ୍ୟ ଦେଶୀୟା ସ୍ତ୍ରୀମାନଙ୍କୁ ବିବାହ କରିଥିଲେ, ସେମାନେ ଏହି, ଯଥା, ଯୋଷାଦକର ପୁତ୍ର ଯେଶୂୟର ସନ୍ତାନଗଣ ଓ ତାହାର ଭ୍ରାତୃଗଣ ମଧ୍ୟରୁ ମାସେୟ, ଇଲୀୟେଷର, ଯାରିବ ଓ ଗଦଲୀୟ।
Nehemiah 13:28 in Oriya 28 ତହୁଁ ଇଲିୟାଶୀବ ମହାଯାଜକର ପୌତ୍ର ଯିହୋୟାଦାର ଏକ ପୁତ୍ର ହୋରୋଣୀୟ ସନ୍ବଲ୍ଲଟର ଜୁଆଁଇ ଥିଲା; ତେଣୁ ମୁଁ ତାହାକୁ ଆପଣା ନିକଟରୁ ତଡ଼ିଦେଲି।
Isaiah 9:14 in Oriya 14 ଏହେତୁ ସଦାପ୍ରଭୁ ଇସ୍ରାଏଲର ମସ୍ତକ ଓ ଲାଙ୍ଗୁଳ, ତାଳବାହୁଙ୍ଗା ଓ ଜଳଜ ତୃଣ ଗୋଟିଏ ଦିନରେ କାଟି ପକାଇବେ।
Isaiah 24:1 in Oriya 1 ଦେଖ, ସଦାପ୍ରଭୁ ପୃଥିବୀକୁ ଶୂନ୍ୟ ଓ ଉଜାଡ଼ କରୁଅଛନ୍ତି, ଆଉ ତାହା ଓଲଟାଇ ତହିଁର ନିବାସୀମାନଙ୍କୁ ଛିନ୍ନଭିନ୍ନ କରୁଅଛନ୍ତି।
Isaiah 61:8 in Oriya 8 କାରଣ ଆମ୍ଭେ ସଦାପ୍ରଭୁ ନ୍ୟାୟବିଚାର ଭଲ ପାଉ, ଆମ୍ଭେ ଅଧର୍ମଯୁକ୍ତ ଅପହରଣ ଘୃଣା କରୁ; ଆଉ, ଆମ୍ଭେ ସତ୍ୟରେ ସେମାନଙ୍କୁ ପ୍ରତିଫଳ ଦେବା ଓ ସେମାନଙ୍କ ସହିତ ଅନନ୍ତକାଳସ୍ଥାୟୀ ଏକ ନିୟମ କରିବା।
Isaiah 66:3 in Oriya 3 ଯେ ଗୋବଧ କରେ, ସେ ମନୁଷ୍ୟ ହତ୍ୟାକାରୀ ପରି ହୁଏ; ଯେ ମେଷଶାବକ ବଳିଦାନ କରେ, ସେ କୁକ୍କୁର ବେକ କାଟି ପକାଇବା ଲୋକ ପରି ହୁଏ; ଯେ ନୈବେଦ୍ୟ ଉତ୍ସର୍ଗ କରେ, ସେ ଶୂକର ରକ୍ତ ଉତ୍ସର୍ଗ କରିବା ଲୋକ ପରି ହୁଏ; ଯେ କୁନ୍ଦୁରୁ ଜ୍ୱଳାଏ, ସେ ଦେବତାର ଧନ୍ୟବାଦ କରିବା ଲୋକ ପରି ହୁଏ; ହଁ, ସେମାନେ ଆପଣାମାନଙ୍କର ପଥ ମନୋନୀତ କରିଅଛନ୍ତି ଓ ସେମାନଙ୍କର ପ୍ରାଣ ଆପଣାମାନଙ୍କ ଘୃଣାଯୋଗ୍ୟ ବିଷୟରେ ସନ୍ତୁଷ୍ଟ ହୁଏ;
Ezekiel 14:10 in Oriya 10 ପୁଣି, ସେମାନେ ଆପଣା ଆପଣା ଅଧର୍ମର ଭାର ବହିବେ; ଭବିଷ୍ୟଦ୍ବକ୍ତାର ଅଧର୍ମ ଓ ତାହାର ଅନ୍ୱେଷଣକାରୀର ଅଧର୍ମ ଏକ ସମାନ ହେବ;
Ezekiel 24:21 in Oriya 21 ତୁମ୍ଭେ ଇସ୍ରାଏଲ ବଂଶକୁ କୁହ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ତୁମ୍ଭମାନଙ୍କର ବଳର ଦର୍ପସ୍ୱରୂପ, ତୁମ୍ଭମାନଙ୍କ ନୟନର ପ୍ରୀତିପାତ୍ର ଓ ତୁମ୍ଭମାନଙ୍କ ପ୍ରାଣର ସ୍ନେହପାତ୍ର, ଏପରି ଯେ ଆମ୍ଭର ଧର୍ମଧାମ, ଆମ୍ଭେ ତାହା ଅପବିତ୍ର କରିବା, ପୁଣି, ତୁମ୍ଭମାନଙ୍କର ଯେଉଁ ପୁତ୍ର କନ୍ୟାଗଣକୁ ତୁମ୍ଭେମାନେ ପଛରେ ଛାଡ଼ି ଯାଇଅଛ, ସେମାନେ ଖଡ଼୍ଗରେ ପତିତ ହେବେ।
Hosea 4:4 in Oriya 4 ତଥାପି କୌଣସି ମନୁଷ୍ୟ ବିବାଦ ନ କରୁ, କିଅବା କୌଣସି ମନୁଷ୍ୟ ଅନୁଯୋଗ ନ କରୁ; କାରଣ ତୁମ୍ଭର ଲୋକମାନେ ଯାଜକ ସହିତ ବିବାଦକାରୀ ଲୋକମାନଙ୍କର ତୁଲ୍ୟ ଅଟନ୍ତି।
Amos 5:22 in Oriya 22 ହଁ, ତୁମ୍ଭେମାନେ ଆମ୍ଭ ନିକଟରେ ତୁମ୍ଭମାନଙ୍କର ହୋମବଳି ଓ ଭକ୍ଷ୍ୟ ନୈବେଦ୍ୟ ଉତ୍ସର୍ଗ କଲେ ମଧ୍ୟ ଆମ୍ଭେ ତାହା ଗ୍ରାହ୍ୟ କରିବା ନାହିଁ; କିଅବା ମଙ୍ଗଳାର୍ଥକ ବଳିରୂପ ତୁମ୍ଭମାନଙ୍କର ପୁଷ୍ଟ ପଶୁଗଣ ପ୍ରତି ଦୃଷ୍ଟି କରିବା ନାହିଁ।
Zechariah 12:7 in Oriya 7 ଆହୁରି, ଦାଉଦ-ବଂଶର ଗୌରବ ଓ ଯିରୂଶାଲମ ନିବାସୀଗଣର ଗୌରବ ଯେପରି ଯିହୁଦା-ବଂଶର ଉପରେ ଉନ୍ନତ ନ ହୁଏ, ଏଥିପାଇଁ ସଦାପ୍ରଭୁ ପ୍ରଥମରେ ଯିହୁଦାର ତମ୍ବୁସବୁକୁ ଉଦ୍ଧାର କରିବେ।
Malachi 1:10 in Oriya 10 ଆଃ, ତୁମ୍ଭେମାନେ ଯେପରି ବୃଥାରେ ଆମ୍ଭ ଯଜ୍ଞବେଦି ଉପରେ ଅଗ୍ନି ଜ୍ୱଳାଇ ନ ପାରିବ, ଏଥିପାଇଁ କବାଟ ବନ୍ଦ କରିବାକୁ ଯଦି ତୁମ୍ଭମାନଙ୍କ ମଧ୍ୟରେ ଜଣେ ଥାଆନ୍ତା ! ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭମାନଙ୍କଠାରେ ଆମ୍ଭର କିଛି ସନ୍ତୋଷ ନାହିଁ, ଆଉ ତୁମ୍ଭମାନଙ୍କ ହସ୍ତରୁ ଆମ୍ଭେ ନୈବେଦ୍ୟ ଗ୍ରହଣ କରିବା ନାହିଁ।”
Malachi 2:10 in Oriya 10 ଆମ୍ଭ ସମସ୍ତଙ୍କର କି ଏକ ପିତା ନାହାନ୍ତି ? ଏକ ପରମେଶ୍ୱର କି ଆମ୍ଭମାନଙ୍କୁ ସୃଷ୍ଟି କରି ନାହାନ୍ତି ? ଆମ୍ଭେମାନେ ଆପଣାମାନଙ୍କ ପିତାଙ୍କର ନିୟମ ଅପବିତ୍ର କରି ପ୍ରତ୍ୟେକ ଲୋକ କାହିଁକି ଆପଣା ଆପଣା ଭ୍ରାତା ପ୍ରତି ବିଶ୍ୱାସଘାତକତା କରୁଅଛୁ ?
Matthew 15:14 in Oriya 14 ସେମାନଙ୍କୁ ଛାଡ଼ିଦିଅ, ସେମାନେ ଅନ୍ଧମାନଙ୍କର ଅନ୍ଧ ପଥପ୍ରଦର୍ଶକ; ଆଉ ଯେବେ ଅନ୍ଧ ଅନ୍ଧକୁ ବାଟ କଢ଼ାଏ, ତେବେ ଦୁହେଁ ଖାତରେ ପଡ଼ିବେ।
2 Timothy 3:13 in Oriya 13 କିନ୍ତୁ ଦୁଷ୍ଟ ଲୋକେ ଓ ଠକ ଲୋକମାନେ ଭ୍ରାନ୍ତି ଜନ୍ମାଇ ଓ ଭ୍ରାନ୍ତ ହୋଇ ଅଧିକରୁ ଅଧିକ ଦୁଷ୍ଟ ହୋଇ ଉଠିବେ।
Revelation 19:20 in Oriya 20 ସେଥିରେ ସେହି ପଶୁ ଧରାପଡ଼ିଲା, ଆଉ ଯେଉଁ ଭଣ୍ଡ ଭାବବାଦୀ ତାହାର ସାକ୍ଷାତରେ ଆଶ୍ଚର୍ଯ୍ୟ କର୍ମସବୁ କରି ତଦ୍ୱାରା ପଶୁର ମୁଦ୍ରାଙ୍କ ପ୍ରାପ୍ତ ଲୋକମାନଙ୍କୁ ଓ ତାହାର ପ୍ରତିମାପୂଜକମାନଙ୍କୁ ଭ୍ରାନ୍ତ କରିଥିଲା, ସେ ମଧ୍ୟ ତାହାର ସଙ୍ଗରେ ଧରାପଡ଼ିଲା; ସେମାନେ ଉଭୟେ ଜୀବିତ ଅବସ୍ଥାରେ ଗନ୍ଧକ ପ୍ରଜ୍ଜ୍ୱଳିତ ହ୍ରଦରେ ନିକ୍ଷିପ୍ତ ହେଲେ।