Malachi 2:14 in Oriya 14 ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।
Other Translations King James Version (KJV) Yet ye say, Wherefore? Because the LORD hath been witness between thee and the wife of thy youth, against whom thou hast dealt treacherously: yet is she thy companion, and the wife of thy covenant.
American Standard Version (ASV) Yet ye say, Wherefore? Because Jehovah hath been witness between thee and the wife of thy youth, against whom thou hast dealt treacherously, though she is thy companion, and the wife of thy covenant.
Bible in Basic English (BBE) But you say, For what reason? Because the Lord has been a witness between you and the wife of your early years, to whom you have been untrue, though she is your friend and the wife to whom you have given your word.
Darby English Bible (DBY) Yet ye say, Wherefore? Because Jehovah hath been a witness between thee and the wife of thy youth, against whom thou hast dealt unfaithfully: yet is she thy companion, and the wife of thy covenant.
World English Bible (WEB) Yet you say, 'Why?' Because Yahweh has been witness between you and the wife of your youth, against whom you have dealt treacherously, though she is your companion, and the wife of your covenant.
Young's Literal Translation (YLT) And ye have said, `Wherefore?' Because Jehovah hath testified between thee And the wife of thy youth, That thou hast dealt treacherously against her, And she thy companion, and thy covenant-wife.
Cross Reference Genesis 2:18 in Oriya 18 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର କହିଲେ, “ମନୁଷ୍ୟ ଏକାକୀ ଥିବା ଭଲ ନୁହେଁ, ଆମ୍ଭେ ତାହା ନିମନ୍ତେ ତାହାର ଅନୁରୂପ ସହକାରିଣୀ ନିର୍ମାଣ କରିବା।”
Genesis 31:50 in Oriya 50 ତୁମ୍ଭେ ଯଦି ମୋ' କନ୍ୟାମାନଙ୍କୁ ଦୁଃଖ ଦେବ, ଅଥବା ମୋହର କନ୍ୟାମାନେ ଥାଉ ଥାଉ ଅନ୍ୟ ସ୍ତ୍ରୀମାନଙ୍କୁ ବିବାହ କରିବ, ତେବେ ସେହି ସମୟରେ କୌଣସି ମନୁଷ୍ୟ ଆମ୍ଭମାନଙ୍କ ନିକଟରେ ନ ଥିବ, ମାତ୍ର ଦେଖ, ପରମେଶ୍ୱର ଆମ୍ଭ ଓ ତୁମ୍ଭ ମଧ୍ୟରେ ସାକ୍ଷୀ ହେବେ।”
Judges 11:10 in Oriya 10 ତହିଁରେ ଗିଲୀୟଦର ପ୍ରାଚୀନବର୍ଗ ଯିପ୍ତହଙ୍କୁ କହିଲେ, ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ କଥା ଶୁଣୁଅଛନ୍ତି; ନିଶ୍ଚୟ ଆମ୍ଭେମାନେ ତୁମ୍ଭ ବାକ୍ୟାନୁସାରେ କରିବୁ।
1 Samuel 12:5 in Oriya 5 ତେଣୁ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ମୋହର ହସ୍ତରେ କୌଣସି ଦ୍ରବ୍ୟ ପାଇଲ ନାହିଁ, ଏଥିରେ ଆଜି ସଦାପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ଅଛନ୍ତି ଓ ତାହାଙ୍କର ଅଭିଷିକ୍ତ ବ୍ୟକ୍ତି ସାକ୍ଷୀ ଅଛନ୍ତି; ତହିଁରେ ସେମାନେ କହିଲେ, ସାକ୍ଷୀ ଅଛନ୍ତି।
Proverbs 2:17 in Oriya 17 ଯାହାର ଗୃହ ମୃତ୍ୟୁୁ ଆଡ଼େ
Proverbs 5:18 in Oriya 18 ତୁମ୍ଭର ନିର୍ଝର ଧନ୍ୟ ହେଉ; ଆଉ, ତୁମ୍ଭେ ଆପଣା ଯୌବନକାଳର ଭାର୍ଯ୍ୟାଠାରେ ଆମୋଦ କର।
Proverbs 30:20 in Oriya 20 ସେହି ପ୍ରକାର ବ୍ୟଭିଚାରିଣୀ ସ୍ତ୍ରୀର ଗତି, ସେ ଖାଇ ମୁହଁ ପୋଛି ଦିଏ ଓ କହେ, ଆମ୍ଭେ କିଛି ଅଧର୍ମ କରି ନାହୁଁ।
Ecclesiastes 9:9 in Oriya 9 ସୂର୍ଯ୍ୟ ତଳେ ପରମେଶ୍ୱର ତୁମ୍ଭକୁ ଅସାର ଆୟୁଷର ଯେତେ ଦିନ ଦେଇଅଛନ୍ତି, ତୁମ୍ଭର ସେହି ଅସାର ଆୟୁଷର ସମସ୍ତ ଦିନ ଆପଣା ପ୍ରିୟତମା ଭାର୍ଯ୍ୟା ସଙ୍ଗେ ଆନନ୍ଦରେ ବାସ କର; କାରଣ ଜୀବନ ମଧ୍ୟରେ ଓ ସୂର୍ଯ୍ୟ ତଳେ ତୁମ୍ଭେ ଯେଉଁ ପରିଶ୍ରମ କରୁଅଛ, ସେହି ପରିଶ୍ରମ ମଧ୍ୟରେ ଏହା ହିଁ ତୁମ୍ଭର ଅଂଶ।
Song of Solomon 1:15 in Oriya 15 ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ, ଦେଖ, ତୁମ୍ଭେ ସୁନ୍ଦରୀ ଅଟ; ତୁମ୍ଭର ଚକ୍ଷୁ କପୋତ ତୁଲ୍ୟ।
Isaiah 54:6 in Oriya 6 କାରଣ ତୁମ୍ଭ ପରମେଶ୍ୱର କହନ୍ତି, “ତ୍ୟକ୍ତା ଓ ମନୋଦୁଃଖିନୀ ଭାର୍ଯ୍ୟା ଅଥବା ଯୌବନକାଳୀନ ଦୂରୀକୃତା ଭାର୍ଯ୍ୟା ତୁଲ୍ୟ ସଦାପ୍ରଭୁ ତୁମ୍ଭକୁ ଆହ୍ୱାନ କରିଅଛନ୍ତି।
Isaiah 58:3 in Oriya 3 ସେମାନେ କୁହନ୍ତି, “ଆମ୍ଭେମାନେ କାହିଁକି ଉପବାସ କରିଅଛୁ ଓ ତୁମ୍ଭେ ଦୃଷ୍ଟି କରୁ ନାହଁ ?” ଆମ୍ଭେମାନେ କାହିଁକି ଆପଣା ଆପଣା ପ୍ରାଣକୁ କ୍ଲେଶ ଦେଇଅଛୁ ଓ ତୁମ୍ଭେ ମନୋଯୋଗ କରୁ ନାହଁ ? ଦେଖ, ତୁମ୍ଭେମାନେ ଉପବାସ ଦିନ ଆପଣା ସୁଖ ଚେଷ୍ଟା କରୁଅଛ ଓ ବଳପୂର୍ବକ ସବୁ ପରିଶ୍ରମ ନେଉଅଛ।
Jeremiah 8:12 in Oriya 12 ସେମାନେ ଘୃଣାଯୋଗ୍ୟ କାର୍ଯ୍ୟ କରିଅଛନ୍ତି ବୋଲି କ'ଣ ଲଜ୍ଜିତ ହେଲେ ? ନା, ସେମାନେ କିଛି ହିଁ ଲଜ୍ଜିତ ହେଲେ ନାହିଁ, କିଅବା ମୁଖ ବିବର୍ଣ୍ଣ କଲେ ନାହିଁ; ଏହେତୁ ସେମାନେ ପତିତ ଲୋକମାନଙ୍କ ମଧ୍ୟରେ ପତିତ ହେବେ; ସଦାପ୍ରଭୁ କହନ୍ତି, “ସେମାନଙ୍କ ପ୍ରତିଫଳ ପ୍ରାପ୍ତିର ସମୟରେ ସେମାନେ ନିପାତିତ ହେବେ।”
Jeremiah 42:5 in Oriya 5 ତହିଁରେ ସେମାନେ ଯିରିମୀୟଙ୍କୁ କହିଲେ, “ସଦାପ୍ରଭୁ ଆପଣଙ୍କ ପରମେଶ୍ୱର ଯେଉଁ କଥା କହି ଆପଣଙ୍କୁ ଆମ୍ଭମାନଙ୍କ ନିକଟକୁ ପଠାଇବେ, ତଦନୁସାରେ ଯଦି ଆମ୍ଭେମାନେ କର୍ମ ନ କରୁ, ତେବେ ସଦାପ୍ରଭୁ ଆମ୍ଭମାନଙ୍କ ମଧ୍ୟରେ ସତ୍ୟ ଓ ବିଶ୍ୱସ୍ତ ସାକ୍ଷୀ ହେଉନ୍ତୁ।
Ezekiel 16:8 in Oriya 8 ପୁଣି, ଆମ୍ଭେ ଯେତେବେଳେ ତୁମ୍ଭର ନିକଟ ଦେଇ ଗମନ କଲୁ ଓ ତୁମ୍ଭ ପ୍ରତି ଅନାଇଲୁ, ସେତେବେଳେ ଦେଖ, ତୁମ୍ଭର ସେ ସମୟ ତ ପ୍ରେମର ସମୟ; ତହୁଁ ଆମ୍ଭେ ତୁମ୍ଭ ଉପରେ ଆପଣା ବସ୍ତ୍ରାଞ୍ଚଳ ପ୍ରସାରିଲୁ ଓ ତୁମ୍ଭର ଉଲଙ୍ଗତା ଆଚ୍ଛାଦନ କଲୁ; ହଁ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ଶପଥ କରି ତୁମ୍ଭ ସଙ୍ଗେ ନିୟମ ସ୍ଥିର କଲୁ, ତହିଁରେ ତୁମ୍ଭେ ଆମ୍ଭର ହେଲ।”
Micah 1:2 in Oriya 2 ହେ ଗୋଷ୍ଠୀଗଣ, ତୁମ୍ଭେ ସମସ୍ତେ ଶୁଣ; ହେ ପୃଥିବୀ ଓ ତନ୍ମଧ୍ୟସ୍ଥ ସମସ୍ତେ, ମନୋଯୋଗ କର; ପ୍ରଭୁ ସଦାପ୍ରଭୁ, ଆପଣା ପବିତ୍ର ମନ୍ଦିରରୁ ପ୍ରଭୁ ତୁମ୍ଭମାନଙ୍କ ବିରୁଦ୍ଧରେ ସାକ୍ଷୀ ହେଉନ୍ତୁ।
Malachi 1:6 in Oriya 6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”
Malachi 2:15 in Oriya 15 ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 3:8 in Oriya 8 ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ ?”