Malachi 2:15 in Oriya 15 ପୁଣି, ତାହାଙ୍କଠାରେ ଆତ୍ମାର ଅବଶିଷ୍ଟାଂଶ ଥିଲେ ହେଁ ସେ କି ଏକ ନ କଲେ ? ଆଉ କାହିଁକି ଏକ କଲେ? ସେ ଈଶ୍ୱରୀୟ ଏକ ବଂଶ ଉତ୍ପନ କରିବା ନିମନ୍ତେ ଚେଷ୍ଟା କଲେ। ଏଥିପାଇଁ ତୁମ୍ଭେମାନେ ଆପଣା ଆପଣା ଆତ୍ମା ବିଷୟରେ ସାବଧାନ ହୁଅ ଓ କେହି ଆପଣା ଆପଣା ଯୌବନ କାଳର ଭାର୍ଯ୍ୟା ପ୍ରତି ବିଶ୍ୱାସଘାତକତା ନ କରୁ।
Other Translations King James Version (KJV) And did not he make one? Yet had he the residue of the spirit. And wherefore one? That he might seek a godly seed. Therefore take heed to your spirit, and let none deal treacherously against the wife of his youth.
American Standard Version (ASV) And did he not make one, although he had the residue of the Spirit? And wherefore one? He sought a godly seed. Therefore take heed to your spirit, and let none deal treacherously against the wife of his youth.
Bible in Basic English (BBE) ... So give thought to your spirit, and let no one be false to the wife of his early years.
Darby English Bible (DBY) And did not one make [them]? and the remnant of the Spirit was his. And wherefore the one? He sought a seed of God. Take heed then to your spirit, and let none deal unfaithfully against the wife of his youth,
World English Bible (WEB) Did he not make one, although he had the residue of the Spirit? Why one? He sought a godly seed. Therefore take heed to your spirit, and let none deal treacherously against the wife of his youth.
Young's Literal Translation (YLT) And He did not make one `only', And He hath the remnant of the Spirit. And what `is' the one `alone'! He is seeking a godly seed. And ye have been watchful over your spirit, And with the wife of thy youth, None doth deal treacherously.
Cross Reference Genesis 1:27 in Oriya 27 ଏଥିଉତ୍ତାରେ ପରମେଶ୍ୱର ଆପଣା ପ୍ରତିମୂର୍ତ୍ତିରେ ମନୁଷ୍ୟକୁ ସୃଷ୍ଟି କଲେ; ପରମେଶ୍ୱରଙ୍କ ପ୍ରତିମୂର୍ତ୍ତିରେ ସେ ତାହାକୁ ସୃଷ୍ଟି କଲେ; ପୁରୁଷ ଓ ସ୍ତ୍ରୀ କରି ସେ ସେମାନଙ୍କୁ ସୃଷ୍ଟି କଲେ।
Genesis 2:7 in Oriya 7 ଏଥିଉତ୍ତାରେ ସଦାପ୍ରଭୁ ପରମେଶ୍ୱର ଭୂମିର ଧୂଳି ଦ୍ୱାରା ମନୁଷ୍ୟକୁ ନିର୍ମାଣ କରି ତାହାର ନାସିକାରନ୍ଧ୍ରରେ ଫୁଙ୍କ ଦେଇ ପ୍ରାଣବାୟୁ ପ୍ରବେଶ କରାଇଲେ; ତହିଁରେ ମନୁଷ୍ୟ ଜୀବିତ ପ୍ରାଣୀ ହେଲା।
Genesis 2:20 in Oriya 20 ଏହିରୂପେ ଆଦମ ପଶୁ, ଖେଚର ପକ୍ଷୀ ଓ ବିଲର ପ୍ରତ୍ୟେକ ଜନ୍ତୁର ନାମ ଦେଲେ; ମାତ୍ର, ମନୁଷ୍ୟ ନିମନ୍ତେ ତାଙ୍କର ଅନୁରୂପ ସହକାରିଣୀ ଦେଖାଗଲା ନାହିଁ।
Genesis 6:2 in Oriya 2 ସେତେବେଳେ ପରମେଶ୍ୱରଙ୍କ ପୁତ୍ରଗଣ ମନୁଷ୍ୟମାନଙ୍କ କନ୍ୟାଗଣକୁ ରୂପବତୀ ଦେଖି, ସେମାନେ ଯେଉଁମାନଙ୍କୁ ପସନ୍ଦ କଲେ, ସେ ସମସ୍ତଙ୍କ ମଧ୍ୟରୁ ବିବାହ କରିବାକୁ ଲାଗିଲେ।
Genesis 24:3 in Oriya 3 ମୁଁ ସ୍ୱର୍ଗ ମର୍ତ୍ତ୍ୟର ସୃଷ୍ଟିକର୍ତ୍ତା ସଦାପ୍ରଭୁ ପରମେଶ୍ୱରଙ୍କ ନାମରେ ତୁମ୍ଭକୁ ଶପଥ କରାଇବି ଯେ, ଯେଉଁ କିଣାନୀୟ ଲୋକମାନଙ୍କ ମଧ୍ୟରେ ମୁଁ ବାସ କରୁଅଛି, ତୁମ୍ଭେ ସେମାନଙ୍କ ମଧ୍ୟରୁ ମୋ' ପୁତ୍ରର ବିବାହାର୍ଥେ କୌଣସି କନ୍ୟା ଗ୍ରହଣ କରିବ ନାହିଁ;
Genesis 24:44 in Oriya 44 ପୁଣି, ସେ କନ୍ୟା ଯଦି କହେ, ତୁମ୍ଭେ ପାନ କର ଓ ତୁମ୍ଭ ଓଟମାନଙ୍କ ନିମନ୍ତେ ହେଁ ପାଣି କାଢ଼ି ଦେବି; ତେବେ ସେ ମୋ' କର୍ତ୍ତାଙ୍କ ପୁତ୍ର ନିମନ୍ତେ ସଦାପ୍ରଭୁଙ୍କ ଦ୍ୱାରା ନିରୂପିତା କନ୍ୟା ହେଉ।
Genesis 26:34 in Oriya 34 ଏଥିଉତ୍ତାରେ ଏଷୌ ଚାଳିଶ ବର୍ଷ ବୟସରେ ହିତ୍ତୀୟ ବେରିର ଯିହୁଦୀତ୍ ନାମ୍ନୀ କନ୍ୟାକୁ ଓ ହିତ୍ତୀୟ ଏଲୋନର ବାସମତ୍ ନାମ୍ନୀ କନ୍ୟାକୁ ବିବାହ କଲେ।
Genesis 27:46 in Oriya 46 ଏଥିଉତ୍ତାରେ ରିବିକା ଇସ୍ହାକଙ୍କୁ କହିଲା, “ଏହି ହିତ୍ତୀୟ କନ୍ୟାମାନଙ୍କ ସକାଶୁ ମୁଁ ଆପଣା ପ୍ରାଣରେ ବିରକ୍ତ ହେଉଅଛି; ଯଦି ଯାକୁବ ଏମାନଙ୍କ ତୁଲ୍ୟ କୌଣସି ହିତ୍ତୀୟ କନ୍ୟାକୁ, ଅର୍ଥାତ୍, ଏହି ଦେଶର କନ୍ୟାମାନଙ୍କ ମଧ୍ୟରୁ କୌଣସି କନ୍ୟାକୁ ବିବାହ କରେ, ତେବେ ମୋହର ପ୍ରାଣଧାରଣରେ କି ସୁଖ ?”
Genesis 28:2 in Oriya 2 ଉଠ, ପଦ୍ଦନ୍ ଅରାମରେ ଆପଣା ମାତାର ପିତା ବଥୂୟେଲର ଗୃହକୁ ଯାଇ ସେଠାରେ ଆପଣା ମାମୁଁ ଲାବନର କୌଣସି କନ୍ୟାକୁ ବିବାହ କର।
Deuteronomy 7:4 in Oriya 4 କାରଣ ସେ ତୁମ୍ଭ ପୁତ୍ରକୁ ଆମ୍ଭ ଅନୁସରଣରୁ ଫେରାଇବ, ତହିଁରେ ସେମାନେ ଅନ୍ୟ ଦେବଗଣର ସେବା କରିବେ ତାହା ହେଲେ, ତୁମ୍ଭମାନଙ୍କ ପ୍ରତି ସଦାପ୍ରଭୁଙ୍କ କ୍ରୋଧ ପ୍ରଜ୍ୱଳିତ ହେବ ଓ ସେ ତୁମ୍ଭକୁ ଶୀଘ୍ର ବିନାଶ କରିବେ।
Ezra 9:4 in Oriya 4 ସେତେବେଳେ ନିର୍ବାସିତ ଲୋକମାନଙ୍କ ଅପରାଧ ହେତୁରୁ ଇସ୍ରାଏଲର ପରମେଶ୍ୱରଙ୍କ ବାକ୍ୟରେ କମ୍ପିତ ପ୍ରତ୍ୟେକ ଲୋକ ମୋର ନିକଟରେ ଏକତ୍ରିତ ହେଲେ; ପୁଣି, ମୁଁ ସନ୍ଧ୍ୟାକାଳୀନ ବଳିଦାନ ସମୟ ପର୍ଯ୍ୟନ୍ତ ବିସ୍ମିତ ହୋଇ ବସିଲି।
Nehemiah 13:24 in Oriya 24 ପୁଣି, ସେମାନଙ୍କ ବାଳକମାନେ ଅଧେ ଅସ୍ଦୋଦୀୟ ଭାଷାରେ କଥାବାର୍ତ୍ତା କଲେ ଓ ଯିହୁଦୀୟ ଭାଷାରେ କଥାବାର୍ତ୍ତା କରି ପାରିଲେ ନାହିଁ, ମାତ୍ର ପ୍ରତ୍ୟେକ ଗୋଷ୍ଠୀର ଭାଷାନୁସାରେ କଥା କହିଲେ।
Job 27:3 in Oriya 3 (କାରଣ ଏବେ ହେଁ ମୋର ଜୀବନ ମୋ' ମଧ୍ୟରେ ସୁସ୍ଥ ଅଛି ଓ ମୋ' ନାସିକାରେ ପରମେଶ୍ୱର ଦତ୍ତ ନିଶ୍ୱାସ ଅଛି;) ସେ ଜୀବିତ ଥିବା ପ୍ରମାଣେ,
Proverbs 4:23 in Oriya 23 ତୁମ୍ଭ ହୃଦୟକୁ ଅତି ଯତ୍ନରେ ରଖ; ଯେହେତୁ ତହିଁରୁ ଜୀବନର ପ୍ରବାହ ଜନ୍ମେ।
Proverbs 6:25 in Oriya 25 ତୁମ୍ଭ ଅନ୍ତଃକରଣରେ ତାହାର ସୌନ୍ଦର୍ଯ୍ୟକୁ ଲୋଭ କର ନାହିଁ; ଅବା ତାହାର କଟାକ୍ଷରେ ତୁମ୍ଭକୁ ଧରିବାକୁ ତାକୁ ଦିଅ ନାହିଁ।
Proverbs 7:25 in Oriya 25 ତୁମ୍ଭର ଚିତ୍ତ ତାହାର ମାର୍ଗରେ ନ ଯାଉ, ତୁମ୍ଭେ ତାହାର ପଥରେ ବିପଥଗାମୀ ହୁଅ ନାହିଁ।
Ecclesiastes 12:7 in Oriya 7 ପୁଣି, ଧୂଳି ପୂର୍ବ ପରି ମୃତ୍ତିକାରେ ଲୀନ ହେବ, ଆଉ ଆତ୍ମାଦାତା ପରମେଶ୍ୱରଙ୍କ ନିକଟକୁ ଆତ୍ମା ଫେରି ଯିବ।
Jeremiah 2:21 in Oriya 21 ତଥାପି ଆମ୍ଭେ ତୁମ୍ଭକୁ ସର୍ବତୋଭାବେ ପ୍ରକୃତ ବୀଜରୁ ଉତ୍ପନ୍ନ ଉତ୍ତମ ଦ୍ରାକ୍ଷାଲତା କରି ରୋପଣ କରିଥିଲୁ; ତେବେ ତୁମ୍ଭେ କିପରି ଆମ୍ଭ ନିକଟରେ ବିଜାତୀୟ ଦ୍ରାକ୍ଷାଲତାରୁ ଉତ୍ପନ୍ନ ବିକୃତ ଚାରା ହେଲ ?
Hosea 1:10 in Oriya 10 ତଥାପି ଇସ୍ରାଏଲ ସନ୍ତାନଗଣର ସଂଖ୍ୟା ସମୁଦ୍ରର ବାଲୁକା ତୁଲ୍ୟ ଅପରିମେୟ ଓ ଅସଂଖ୍ୟ ହେବ; ପୁଣି, ଯେଉଁ ସ୍ଥଳରେ ସେମାନଙ୍କୁ, “ତୁମ୍ଭେମାନେ ଆମ୍ଭର ଲୋକ ନୁହଁ” ବୋଲି କୁହା ଯାଇଥିଲା, ସେହି ସ୍ଥଳରେ ସେମାନଙ୍କୁ କୁହାଯିବ ଯେ, “ତୁମ୍ଭେମାନେ ଜୀବିତ ପରମେଶ୍ୱରଙ୍କର ସନ୍ତାନଗଣ ଅଟ।”
Malachi 2:14 in Oriya 14 ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।
Matthew 5:28 in Oriya 28 କିନ୍ତୁ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ କେହି କୌଣସି ସ୍ତ୍ରୀ ପ୍ରତି କାମଭାବରେ ଦୃଷ୍ଟିପାତ କରେ, ସେ ତାହା ସଙ୍ଗରେ ମନେ ମନେ ବ୍ୟଭିଚାର କଲାଣି।
Matthew 15:19 in Oriya 19 କାରଣ ହୃଦୟରୁ କୁଚିନ୍ତା, ନରହତ୍ୟା, ବ୍ୟଭିଚାର, ବେଶ୍ୟାଗମନ, ଚୋରି, ମିଥ୍ୟା ସାକ୍ଷ୍ୟ ଓ ନିନ୍ଦା ବାହାରେ;
Matthew 19:4 in Oriya 4 ସେ ଉତ୍ତର ଦେଲେ, ତୁମ୍ଭେମାନେ କ'ଣ ପାଠ କରି ନାହଁ ଯେ, ସୃଷ୍ଟିକର୍ତ୍ତା ଆଦ୍ୟରୁ ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ,
Mark 10:6 in Oriya 6 କିନ୍ତୁ ସୃଷ୍ଟିର ଆରମ୍ଭରୁ ଈଶ୍ୱର ସେମାନଙ୍କୁ ପୁରୁଷ ଓ ସ୍ତ୍ରୀ କରି ସୃଷ୍ଟି କଲେ।
John 20:22 in Oriya 22 ସେ ଏହା କହି ସେମାନଙ୍କ ଉପରେ ପ୍ରଶ୍ୱାସ ଛାଡ଼ି ସେମାନଙ୍କୁ କହିଲେ, ପବିତ୍ର ଆତ୍ମାଙ୍କୁ ଗ୍ରହଣ କର।
Acts 3:25 in Oriya 25 ଆପଣମାନେ ସେହି ଭାବବାଦୀମାନଙ୍କର ସନ୍ତାନ, ପୁଣି, ତୁମ୍ଭର ବଂଶ ଦ୍ୱାରା ପୃଥିବୀର ସମସ୍ତ ଗୋଷ୍ଠୀ ଆଶୀର୍ବାଦ ପ୍ରାପ୍ତ ହେବେ, ଏହି ବାକ୍ୟ ଈଶ୍ୱର ଅବ୍ରହାମଙ୍କୁ କହି ଆପଣମାନଙ୍କ ପିତୃପୁରୁଷମାନଙ୍କ ସହିତ ଯେଉଁ ନିୟମ ସ୍ଥାପନ କରିଥିଲେ, ଆପଣମାନେ ସେହି ନିୟମର ସନ୍ତାନ ଅଟନ୍ତି।
1 Corinthians 7:2 in Oriya 2 କିନ୍ତୁ ବ୍ୟଭିଚାର ଭୟ ହେତୁ ପ୍ରତ୍ୟେକ ପୁରୁଷର ନିଜର ଭାର୍ଯ୍ୟା ଥାଉ, ଆଉ ପ୍ରତ୍ୟେକ ସ୍ତ୍ରୀର ନିଜର ସ୍ୱାମୀ ଥାଉ।
1 Corinthians 7:14 in Oriya 14 କାରଣ ଅବିଶ୍ୱାସୀ ସ୍ୱାମୀ ବିଶ୍ବାସୀ ଭାର୍ଯ୍ୟା ହେତୁ ପବିତ୍ର କରାଯାଇଅଛି, ଆଉ ଅବିଶ୍ୱାସିନୀ ଭାର୍ଯ୍ୟା ବିଶ୍ବାସୀ ସ୍ୱାମୀ ହେତୁ ପବିତ୍ର କରାଯାଇଅଛି; ତାହା ନ ହେଲେ ତୁମ୍ଭମାନଙ୍କ ସନ୍ତାନମାନେ ଅପବିତ୍ର ହୁଅନ୍ତେ, କିନ୍ତୁ ଏବେ ସେମାନେ ପବିତ୍ର।
2 Corinthians 6:18 in Oriya 18 ଆମ୍ଭେ ତୁମ୍ଭମାନଙ୍କର ପିତା ହେବା, ପୁଣି,ତୁମ୍ଭେମାନେ ଆମ୍ଭର ପୁତ୍ରକନ୍ୟା ହେବ, ଏହା ସର୍ବଶକ୍ତିମାନ ପ୍ରଭୁ କହନ୍ତି।
Ephesians 6:4 in Oriya 4 ପୁଣି, ହେ ପିତାମାନେ, ଆପଣା ଆପଣା ପିଲାମାନଙ୍କୁ ବିରକ୍ତ କର ନାହିଁ, ମାତ୍ର ସେମାନଙ୍କୁ ପ୍ରଭୁଙ୍କ ଶିକ୍ଷା ଓ ଚେତନା ଦ୍ୱାରା ପ୍ରତିପାଳନ କର।
1 Timothy 3:4 in Oriya 4 ନିଜ ପରିବାରକୁ ଉତ୍ତମ ରୂପେ ଶାସନ କରିବେ, ଗାମ୍ଭୀର୍ଯ୍ୟ ସହକାରେ ଆପଣା ସନ୍ତାନମାନଙ୍କୁ ବଶୀଭୂତ କରି ରଖିବେ।
1 Timothy 3:11 in Oriya 11 ସେହି ପ୍ରକାରେ ସ୍ତ୍ରୀମାନଙ୍କର ମଧ୍ୟ ପରନିନ୍ଦାକାରିଣୀ ନ ହୋଇ ଗମ୍ଭୀର, ମିତାଚାରିଣୀ ଓ ସମସ୍ତ ବିଷୟରେ ବିଶ୍ୱସ୍ତ ହେବା ଆବଶ୍ୟକ।
Titus 1:6 in Oriya 6 ଯେଉଁ ବ୍ୟକ୍ତି ନିର୍ଦ୍ଦୋଷ ଓ ଏକ ସ୍ତ୍ରୀର ସ୍ୱାମୀ, ଯାହାଙ୍କ ସନ୍ତାନମାନେ ବିଶ୍ୱାସୀ ଅଟନ୍ତି ଓ କଦାଚରଣ କିମ୍ବା ଅବାଧ୍ୟ ନୁହଁନ୍ତି, ତାହାଙ୍କୁ ନିଯୁକ୍ତ କର।
James 1:14 in Oriya 14 କିନ୍ତୁ ପ୍ରତ୍ୟେକ ଲୋକ ଆପଣା କାମନା ଦ୍ୱାରା ଆକର୍ଷିତ ଓ ପ୍ରବଞ୍ଚିତ ହୋଇ ପରୀକ୍ଷିତ ହୁଏ;