Malachi 2:17 in Oriya 17 ତୁମ୍ଭେମାନେ ଆପଣାମାନଙ୍କର ବାକ୍ୟ ଦ୍ୱାରା ସଦାପ୍ରଭୁଙ୍କୁ କ୍ଳାନ୍ତ କରିଅଛ। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତାହାଙ୍କୁ କ୍ଳାନ୍ତ କରିଅଛୁ ?” “ପ୍ରତ୍ୟେକ ଲୋକ ଯେ କୁକର୍ମ କରେ, ସେ ସଦାପ୍ରଭୁଙ୍କ ଦୃଷ୍ଟିରେ ଉତ୍ତମ ଓ ସେମାନଙ୍କଠାରେ ସେ ସନ୍ତୁଷ୍ଟ ହୁଅନ୍ତି,” “ନୋହିଲେ ବିଚାରକର୍ତ୍ତା ପରମେଶ୍ୱର କାହାନ୍ତି ?” ଏପରି କହି କ୍ଳାନ୍ତ କରୁଅଛ।
Other Translations King James Version (KJV) Ye have wearied the LORD with your words. Yet ye say, Wherein have we wearied him? When ye say, Every one that doeth evil is good in the sight of the LORD, and he delighteth in them; or, Where is the God of judgment?
American Standard Version (ASV) Ye have wearied Jehovah with your words. Yet ye say, Wherein have we wearied him? In that ye say, Every one that doeth evil is good in the sight of Jehovah, and he delighteth in them; or where is the God of justice?
Bible in Basic English (BBE) You have made the Lord tired with your words. And still you say, How have we made him tired? By your saying, Everyone who does evil is good in the eyes of the Lord, and he has delight in them; or, Where is God the judge?
Darby English Bible (DBY) Ye have wearied Jehovah with your words, and ye say, Wherein have we wearied [him]? In that ye say, Every one that doeth evil is good in the sight of Jehovah, and he delighteth in them; or, Where is the God of judgment?
World English Bible (WEB) You have wearied Yahweh with your words. Yet you say, 'How have we wearied him?' In that you say, 'Everyone who does evil is good in the sight of Yahweh, and he delights in them;' or 'Where is the God of justice?'
Young's Literal Translation (YLT) Ye have wearied Jehovah with your words, And ye have said: `In what have we wearied Him?' In your saying: `Every evil-doer `is' good in the eyes of Jehovah, And in them He is delighting,' Or, `Where `is' the God of judgment?'
Cross Reference Deuteronomy 32:4 in Oriya 4 ସେ ତ ଶୈଳ, ତାହାଙ୍କ କର୍ମ ସିଦ୍ଧ; କାରଣ ତାହାଙ୍କର ସକଳ ପଥ ନ୍ୟାୟ; ସେ ବିଶ୍ୱସ୍ତ ଓ ଅଧର୍ମରହିତ ପରମେଶ୍ୱର; ସେ ଧାର୍ମିକ ଓ ସରଳ ଅଟନ୍ତି।
1 Samuel 2:3 in Oriya 3 ଏପରି ଅତି ଅହଙ୍କାରରେ ଆଉ କଥା ନ କୁହ; ତୁମ୍ଭମାନଙ୍କ ମୁଖରୁ ଦାମ୍ଭିକତା ନିର୍ଗତ ନ ହେଉ; କାରଣ ସଦାପ୍ରଭୁ ସର୍ବଜ୍ଞ ପରମେଶ୍ୱର ଅଟନ୍ତି, ତାହାଙ୍କ ଦ୍ୱାରା ସକଳ କ୍ରିୟା ତୌଲାଯାଏ।
Job 34:5 in Oriya 5 କାରଣ ଆୟୁବ କହିଅଛି, ମୁଁ ଧାର୍ମିକ, ପୁଣି ପରମେଶ୍ୱର ମୋହର ନ୍ୟାୟ ହରଣ କରିଅଛନ୍ତି;
Job 34:17 in Oriya 17 ଯେ ନ୍ୟାୟ ଘୃଣା କରେ, ସେ କି ଶାସନ କରିବ ? ଓ ଯେ ଧାର୍ମିକ ଓ ପରାକ୍ରମୀ, ତାହାଙ୍କୁ କି ତୁମ୍ଭେ ଦୋଷୀ କରିବ ?
Job 34:36 in Oriya 36 ଆୟୁବ ଶେଷ ପର୍ଯ୍ୟନ୍ତ ପରୀକ୍ଷିତ ହେଉ, କାରଣ ସେ ଦୁଷ୍ଟ ଲୋକମାନଙ୍କ ପରି ଉତ୍ତର ଦେଇଅଛି।
Job 36:17 in Oriya 17 ମାତ୍ର ତୁମ୍ଭେ ଦୁଷ୍ଟର ବିଚାରରେ ପୂର୍ଣ୍ଣ ଅଛ; ବିଚାର ଓ ଶାସ୍ତି ତୁମ୍ଭକୁ ଧରିଅଛି।
Psalm 10:11 in Oriya 11 ସେ ଆପଣା ମନେ ମନେ କହେ, “ପରମେଶ୍ୱର ପାସୋରି ଯାଇଅଛନ୍ତି; ସେ ଆପଣା ମୁଖ ଲୁଚାନ୍ତି; ସେ କେବେ ତାହା ଦେଖିବେ ନାହିଁ।”
Psalm 73:3 in Oriya 3 କାରଣ ମୁଁ ଦୁଷ୍ଟମାନଙ୍କର ସମୃଦ୍ଧି ଦେଖି ଦାମ୍ଭିକମାନଙ୍କ ପ୍ରତି ଈର୍ଷାନ୍ୱିତ ହେଲି।
Psalm 95:9 in Oriya 9 ସେସମୟରେ ତୁମ୍ଭମାନଙ୍କ ପିତୃପୁରୁଷଗଣ ଆମ୍ଭଙ୍କୁ ପରୀକ୍ଷା କଲେ, ଆମ୍ଭର ପ୍ରମାଣ ନେଲେ ଓ ଆମ୍ଭର କର୍ମ ଦେଖିଲେ।
Ecclesiastes 8:11 in Oriya 11 କୁକର୍ମ ବିରୁଦ୍ଧରେ ଦଣ୍ଡାଜ୍ଞା ଅତିଶୀଘ୍ର ସମ୍ପାଦନ ନ ହେବାରୁ ମନୁଷ୍ୟ ସନ୍ତାନମାନଙ୍କ ଅନ୍ତଃକରଣ କୁକର୍ମ କରିବାକୁ ସମ୍ପୂର୍ଣ୍ଣ ଆସକ୍ତ ହୁଏ।
Isaiah 1:14 in Oriya 14 ଆମ୍ଭ ପ୍ରାଣ ତୁମ୍ଭମାନଙ୍କର ଅମାବାସ୍ୟା ଓ ନିରୂପିତ ପର୍ବସବୁ ଘୃଣା କରେ; ସେହିସବୁ ଆମ୍ଭ ପ୍ରତି କ୍ଲେଶକର; ଆମ୍ଭେ ସେହିସବୁ ବହିବାକୁ କ୍ଳାନ୍ତ ହୋଇଅଛୁ।
Isaiah 5:18 in Oriya 18 ଯେଉଁମାନେ ଅସାରତାରୂପ ରଜ୍ଜୁରେ ଅପରାଧ ଓ ଶକଟ ରଜ୍ଜୁରେ ପାପ ଆକର୍ଷଣ କରନ୍ତି, ସେମାନେ ସନ୍ତାପର ପାତ୍ର !
Isaiah 7:13 in Oriya 13 ଏଥିରେ ସେ କହିଲେ, “ହେ ଦାଉଦର ବଂଶ, ତୁମ୍ଭେମାନେ ଏବେ ଶୁଣ; ମନୁଷ୍ୟର ଧୈର୍ଯ୍ୟକୁ ପରୀକ୍ଷା କରିବାର ତୁମ୍ଭମାନଙ୍କ ପ୍ରତି କ୍ଷୁଦ୍ର ବିଷୟ ବୋଲି କି ତୁମ୍ଭେମାନେ ମୋ' ପରମେଶ୍ୱରଙ୍କ ଧୈର୍ଯ୍ୟ ମଧ୍ୟ ପରୀକ୍ଷା କରିବ ?
Isaiah 30:18 in Oriya 18 ପୁଣି, ତହିଁ ସକାଶୁ ସଦାପ୍ରଭୁ ତୁମ୍ଭମାନଙ୍କ ପ୍ରତି ଅନୁଗ୍ରହ କରିବା ପାଇଁ ଅପେକ୍ଷା କରିବେ, ଆଉ ତହିଁ ସକାଶୁ ତୁମ୍ଭମାନଙ୍କ ପ୍ରତି ଦୟା କରିବା ନିମନ୍ତେ ସେ ଉନ୍ନତ ହେବେ; କାରଣ ସଦାପ୍ରଭୁ ନ୍ୟାୟ ବିଚାରକାରୀ ପରମେଶ୍ୱର ଅଟନ୍ତି; ଯେଉଁମାନେ ତାହାଙ୍କ ପାଇଁ ଅପେକ୍ଷା କରନ୍ତି, ସେସମସ୍ତେ ଧନ୍ୟ।
Isaiah 43:24 in Oriya 24 ତୁମ୍ଭେ ରୌପ୍ୟମୁଦ୍ରା ଦେଇ ଆମ୍ଭ ପାଇଁ ସୁଗନ୍ଧି ବଚ କ୍ରୟ କରି ନାହଁ, କିଅବା ତୁମ୍ଭ ବଳିର ମେଦରେ ଆମ୍ଭକୁ ତୃପ୍ତ କରି ନାହଁ; ମାତ୍ର ତୁମ୍ଭେ ଆପଣା ପାପ ଦ୍ୱାରା ଆମ୍ଭକୁ ଦାସ୍ୟକର୍ମ କରାଇଅଛ, ତୁମ୍ଭେ ଆପଣା ନାନା ଅଧର୍ମରେ ଆମ୍ଭକୁ କ୍ଳାନ୍ତ କରିଅଛ।
Jeremiah 15:6 in Oriya 6 ସଦାପ୍ରଭୁ କହନ୍ତି, “ତୁମ୍ଭେ ଆମ୍ଭକୁ ଅଗ୍ରାହ୍ୟ କରିଅଛ, ତୁମ୍ଭେ ପଛକୁ ହଟି ଯାଇଅଛ; ଏନିମନ୍ତେ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରି ତୁମ୍ଭକୁ ନଷ୍ଟ କରିଅଛୁ; ଆମ୍ଭେ କ୍ଷମା କରି କରି କ୍ଳାନ୍ତ ହୋଇଅଛୁ।
Ezekiel 8:12 in Oriya 12 ତେବେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶର ପ୍ରାଚୀନବର୍ଗ ପ୍ରତ୍ୟେକେ ଆପଣା ଆପଣା ପ୍ରତିମାଗୃହରେ ଅନ୍ଧକାରରେ ଯାହା କରୁଅଛନ୍ତି, ତାହା କି ତୁମ୍ଭେ ଦେଖିଲ ? କାରଣ ସେମାନେ କହନ୍ତି, ସଦାପ୍ରଭୁ ଆମ୍ଭମାନଙ୍କୁ ଦେଖନ୍ତି ନାହିଁ; ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି।”
Ezekiel 9:9 in Oriya 9 ତହିଁରେ ସେ ମୋତେ କହିଲେ, “ଇସ୍ରାଏଲ ଓ ଯିହୂଦା- ବଂଶର ଅଧର୍ମ ଅତ୍ୟନ୍ତ ବଡ଼ ଓ ଦେଶ ରକ୍ତରେ ପରିପୂର୍ଣ୍ଣ, ଆଉ ନଗର ଅନ୍ୟାୟ ବିଚାରରେ ପରିପୂର୍ଣ୍ଣ ହୋଇଅଛି; କାରଣ ସେମାନେ କହନ୍ତି, ସଦାପ୍ରଭୁ ପୃଥିବୀକୁ ତ୍ୟାଗ କରିଅଛନ୍ତି ଓ ସଦାପ୍ରଭୁ ଦେଖନ୍ତି ନାହିଁ।
Ezekiel 16:43 in Oriya 43 ତୁମ୍ଭେ ଆପଣା ଯୌବନାବସ୍ଥା ସ୍ମରଣ କରି ନାହଁ, ମାତ୍ର ଏହିସବୁ ବିଷୟରେ ଆମ୍ଭକୁ ବିରକ୍ତ କରିଅଛ” , ଏହେତୁ ଦେଖ, ପ୍ରଭୁ, ସଦାପ୍ରଭୁ କହନ୍ତି, ଆମ୍ଭେ ହିଁ ତୁମ୍ଭ କାର୍ଯ୍ୟର ଫଳ ତୁମ୍ଭ ମସ୍ତକରେ ବର୍ତ୍ତାଇବା, ତହିଁରେ ତୁମ୍ଭେ ଆପଣାର ସକଳ ଘୃଣାଯୋଗ୍ୟ କ୍ରିୟା ଉପରେ ଏପ୍ରକାର ଭ୍ରଷ୍ଟାଚରଣ କରିବ ନାହିଁ।
Amos 2:13 in Oriya 13 ଦେଖ, ହଳାରେ ଶସ୍ୟବିଡ଼ା ପୂର୍ଣ୍ଣ ଶଗଡ଼ ଯେପରି ଚାପେ, ସେପରି ଆମ୍ଭେ ତୁମ୍ଭମାନଙ୍କ ନିଜ ସ୍ଥାନରେ ତୁମ୍ଭମାନଙ୍କୁ ଚାପିବା।
Zephaniah 1:12 in Oriya 12 ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା।
Malachi 1:6 in Oriya 6 ପୁତ୍ର ଆପଣା ପିତାକୁ ଓ ଦାସ ଆପଣା ମୁନିବକୁ ସମାଦର କରେ; ମାତ୍ର ଆମ୍ଭେ ଯଦି ପିତା ଅଟୁ, ତେବେ ଆମ୍ଭର ସମାଦର କାହିଁ ? ଓ ଆମ୍ଭେ ଯଦି ମୁନିବ ଅଟୁ, ତେବେ ଆମ୍ଭ ପ୍ରତି ଭୟ କାହିଁ ? ହେ ଆମ୍ଭ ନାମର ଅବଜ୍ଞାକାରୀ ଯାଜକଗଣ, ସୈନ୍ୟାଧିପତି ସଦାପ୍ରଭୁ ତୁମ୍ଭମାନଙ୍କୁ ଏହା କହନ୍ତି। ପୁଣି, ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ନାମ ଅବଜ୍ଞା କରିଅଛୁ।”
Malachi 2:14 in Oriya 14 ତଥାପି ତୁମ୍ଭେମାନେ କହୁଅଛ, “ଏଥିର କାରଣ କଅଣ ?” ସଦାପ୍ରଭୁ ତୁମ୍ଭର ଓ ତୁମ୍ଭ ଯୌବନ କାଳର ଭାର୍ଯ୍ୟା ମଧ୍ୟରେ ସାକ୍ଷୀ ହୋଇଅଛନ୍ତି, ସେ ତୁମ୍ଭର ସଖୀ ଓ ତୁମ୍ଭ ନିୟମକୃତ ଭାର୍ଯ୍ୟା ହେଲେ ହେଁ ତୁମ୍ଭେ ତାହା ପ୍ରତି ବିଶ୍ୱାସଘାତକତା କରିଅଛ।
Malachi 3:8 in Oriya 8 ମନୁଷ୍ୟ କି ପରମେଶ୍ୱରଙ୍କ ଦ୍ରବ୍ୟ ଚୋରି କରିବ ? ତଥାପି ତୁମ୍ଭେମାନେ ଆମ୍ଭର ଦ୍ରବ୍ୟ ଚୋରି କରୁଅଛ। ମାତ୍ର ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କିପରି ତୁମ୍ଭର ଦ୍ରବ୍ୟ ଦଶମାଂଶରେ ଓ ନୈବେଦ୍ୟରେ ଚୋରି କରିଅଛୁ ?”
Malachi 3:13 in Oriya 13 ସଦାପ୍ରଭୁ କହନ୍ତି, “ଆମ୍ଭ ବିରୁଦ୍ଧରେ ତୁମ୍ଭମାନଙ୍କର କଥାସବୁ କଠିନ ହୋଇଅଛି” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି। ତଥାପି ତୁମ୍ଭେମାନେ କହୁଅଛ, “ଆମ୍ଭେମାନେ କାହିଁରେ ତୁମ୍ଭ ବିରୁଦ୍ଧରେ କଥା କହିଅଛୁ ?”
Matthew 11:18 in Oriya 18 କାରଣ ଯୋହନ ଆସି ଭୋଜନପାନ କଲେ ନାହିଁ, ଆଉ ଲୋକେ କହନ୍ତି, ସେ ଭୂତଗ୍ରସ୍ତ।
2 Peter 3:3 in Oriya 3 ପ୍ରଥମେ ଏହା ଜ୍ଞାତ ହୁଅ ଯେ, ଶେଷକାଳରେ ଆପଣା ଆପଣା ଅଭିଳାଷାନୁସାରେ ଆଚରଣକାରୀ ପରିହାସକ ଲୋକେ ଉପସ୍ଥିତ ହୋଇ ପରିହାସ କରି କହିବେ,