Malachi 2:6 in Oriya 6 ତାହାର ମୁଖରେ ସତ୍ୟର ବ୍ୟବସ୍ଥା ଥିଲା, ତାହାର ଓଷ୍ଠାଧରରେ ଅନ୍ୟାୟ ଦେଖା ଗଲା ନାହିଁ; ସେ ଶାନ୍ତିରେ ଓ ସରଳତାରେ ଆମ୍ଭ ସଙ୍ଗେ ଗମନାଗମନ କଲା ଓ ଅନେକଙ୍କୁ ଅଧର୍ମରୁ ଫେରାଇଲା।
Other Translations King James Version (KJV) The law of truth was in his mouth, and iniquity was not found in his lips: he walked with me in peace and equity, and did turn many away from iniquity.
American Standard Version (ASV) The law of truth was in his mouth, and unrighteousness was not found in his lips: he walked with me in peace and uprightness, and turned many away from iniquity.
Bible in Basic English (BBE) True teaching was in his mouth, and no evil was seen on his lips: he was walking with me in peace and righteousness, turning numbers of people away from evil-doing.
Darby English Bible (DBY) The law of truth was in his mouth, and unrighteousness was not found in his lips: he walked with me in peace and uprightness, and he turned many from iniquity.
World English Bible (WEB) The law of truth was in his mouth, and unrighteousness was not found in his lips. He walked with me in peace and uprightness, and turned many away from iniquity.
Young's Literal Translation (YLT) The law of truth hath been in his mouth, And perverseness hath not been found in his lips, In peace and in uprightness he walked with Me, And many he brought back from iniquity.
Cross Reference Genesis 5:21 in Oriya 21 ହନୋକ ପଞ୍ଚଷଠି ବର୍ଷ ବୟସରେ ମଥୂଶେଲହକୁ ଜାତ କଲେ;
Genesis 6:9 in Oriya 9 ନୋହଙ୍କର ବଂଶାବଳୀ ଏହି। ନୋହ ଆପଣା ସେହି ସମୟର ଲୋକମାନଙ୍କ ମଧ୍ୟରେ ଧାର୍ମିକ ଓ ସାଧୁ ଲୋକ ଥିଲେ; ନୋହ ପରମେଶ୍ୱରଙ୍କ ସହିତ ଗମନାଗମନ କଲେ।
Genesis 17:1 in Oriya 1 ଅବ୍ରାମଙ୍କର ଅନେଶ୍ୱତ ବର୍ଷ ବୟସରେ ସଦାପ୍ରଭୁ ତାଙ୍କୁ ଦର୍ଶନ ଦେଇ କହିଲେ, “ଆମ୍ଭେ ସର୍ବଶକ୍ତିମାନ ପରମେଶ୍ୱର; ଆମ୍ଭ ଛାମୁରେ ଧର୍ମାଚରଣ କରି ତୁମ୍ଭେ ସିଦ୍ଧ ହୁଅ।
Deuteronomy 33:10 in Oriya 10 ସେମାନେ ଯାକୁବକୁ ତୁମ୍ଭର ଶାସନ ଓ ଇସ୍ରାଏଲକୁ ତୁମ୍ଭର ବ୍ୟବସ୍ଥା ଶିକ୍ଷା ଦେବେ। ସେମାନେ ତୁମ୍ଭ ସମ୍ମୁଖରେ ଧୂପ ଓ ତୁମ୍ଭ ବେଦି ଉପରେ ହୋମବଳି ରଖିବେ।
Psalm 37:30 in Oriya 30 ଧାର୍ମିକର ମୁଖ ଜ୍ଞାନର କଥା କହେ ଓ ତାହାର ଜିହ୍ୱା ନ୍ୟାୟ ବିଚାରର କଥା କହେ।
Jeremiah 23:22 in Oriya 22 ମାତ୍ର ଯେବେ ସେମାନେ ଆମ୍ଭ ସଭାରେ ଠିଆ ହୋଇଥା'ନ୍ତେ, ତେବେ ଆମ୍ଭ ଲୋକମାନଙ୍କୁ ଆମ୍ଭର ବାକ୍ୟ ଶୁଣାଇଥା'ନ୍ତେ ଓ ସେମାନଙ୍କ କୁପଥରୁ, ସେମାନଙ୍କ କୁକ୍ରିୟାରୁ ସେମାନଙ୍କୁ ଫେରାଇଥା'ନ୍ତେ।
Ezekiel 44:23 in Oriya 23 ପୁଣି, ସେମାନେ ଆମ୍ଭ ଲୋକମାନଙ୍କୁ ପବିତ୍ର ଓ ସାମାନ୍ୟର, ଆଉ, ଅଶୁଚି ଓ ଶୁଚିର ପ୍ରଭେଦ ଶିଖାଇବେ।
Daniel 12:3 in Oriya 3 ଆଉ, ଯେଉଁମାନେ ଜ୍ଞାନବାନ, ସେମାନେ ଆକାଶର ଦୀପ୍ତିର ତୁଲ୍ୟ ଓ ଯେଉଁମାନେ ଅନେକଙ୍କୁ ଧର୍ମର ପ୍ରତି ଫେରାଇ ଆଣନ୍ତି, ସେମାନେ ତାରାଗଣର ତୁଲ୍ୟ ଅନନ୍ତ କାଳ ପର୍ଯ୍ୟନ୍ତ ତେଜସ୍ୱୀ ହେବେ।
Hosea 4:6 in Oriya 6 ଆମ୍ଭର ଲୋକମାନେ ଜ୍ଞାନର ଅଭାବ ସକାଶୁ ବିନଷ୍ଟ ହୋଇଅଛନ୍ତି; କାରଣ ତୁମ୍ଭେ ଜ୍ଞାନ ଅଗ୍ରାହ୍ୟ କରିଅଛ, ଆମ୍ଭେ ମଧ୍ୟ ତୁମ୍ଭକୁ ଅଗ୍ରାହ୍ୟ କରିବା, ତହିଁରେ ତୁମ୍ଭେ ଆମ୍ଭର ଯାଜକ ହେବ ନାହିଁ; ତୁମ୍ଭେ ଆପଣା ପରମେଶ୍ୱରଙ୍କ ବ୍ୟବସ୍ଥା ପାସୋରିବାରୁ ଆମ୍ଭେ ମଧ୍ୟ ତୁମ୍ଭ ସନ୍ତାନଗଣକୁ ପାସୋରି ଯିବା।
Matthew 22:16 in Oriya 16 ଆଉ, ସେମାନେ ହେରୋଦୀୟମାନଙ୍କ ସହିତ ଆପଣା ଶିଷ୍ୟମାନଙ୍କୁ ତାହାଙ୍କ ନିକଟକୁ କହି ପଠାଇଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଏବଂ ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି ପୁଣି, କାହାରିକୁ ଭୟ କରନ୍ତି ନାହିଁ, କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ।
Mark 12:14 in Oriya 14 ସେମାନେ ଆସି ତାହାଙ୍କୁ କହିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ସତ୍ୟ ଓ କାହାକୁ ଭୟ କରନ୍ତି ନାହିଁ; କାରଣ ଆପଣ ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଇଶ୍ବରଙ୍କ ମାର୍ଗ ଶିକ୍ଷା ଦିଅନ୍ତି। କାଇସରଙ୍କୁ କର ଦେବା ବିଧିସଙ୍ଗତ କି ନୁହେଁ ?
Luke 1:6 in Oriya 6 ସେମାନେ ଉଭୟେ ପ୍ରଭୁଙ୍କର ସମସ୍ତ ଆଜ୍ଞା ଓ ନିୟମ ଅନୁସାରେ ନିର୍ଦ୍ଦୋଷ ରୂପେ ଆଚରଣ କରି ଇଶ୍ବରଙ୍କ ଦୃଷ୍ଟିରେ ଧାର୍ମିକ ଥିଲେ।
Luke 1:16 in Oriya 16 ଆଉ ବାପ୍ତିଜକ ଯୋହନ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଇଶ୍ବରଙ୍କ ପ୍ରତି ଫେରାଇବ।
Luke 20:21 in Oriya 21 ସେମାନେ ତାହାଙ୍କୁ ପଚାରିଲେ, ହେ ଗୁରୁ, ଆମ୍ଭେମାନେ ଜାଣୁ, ଆପଣ ଠିକ୍ କଥା କହନ୍ତି ଓ ଶିକ୍ଷା ଦିଅନ୍ତି, ପୁଣି, କାହାରି ମୁଖାପେକ୍ଷା କରନ୍ତି ନାହିଁ, ମାତ୍ର ସତ୍ୟ ରୂପେ ଇଶ୍ବରଙ୍କ ପଥ ବିଷୟରେ ଶିକ୍ଷା ଦିଅନ୍ତି।
Acts 26:18 in Oriya 18 ସେଥିପାଇଁ ସେମାନଙ୍କ ଚକ୍ଷୁ ଉନ୍ମୋଚନ କରିବା ନିମନ୍ତେ ଆମ୍ଭେ ତୁମ୍ଭକୁ ସେମାନଙ୍କ ନିକଟକୁ ପଠାଉଅଛୁ, ଆଉ ଆମ୍ଭେ ତୁମ୍ଭକୁ ସେମାନଙ୍କଠାରୁ ରକ୍ଷା କରିବୁ।
1 Thessalonians 1:9 in Oriya 9 ଯେଣୁ ଲୋକମାନେ ନିଜେ ନିଜେ ଆମ୍ଭମାନଙ୍କ ସମ୍ବନ୍ଧରେ କହିଥାଆନ୍ତି ଯେ, ତୁମ୍ଭମାନଙ୍କ ମଧ୍ୟକୁ ଆମ୍ଭମାନଙ୍କ ଆଗମନ ସମୟରେ କ'ଣ ଘଟିଥିଲା ଆଉ କିପରି ତୁମ୍ଭେମାନେ ପ୍ରତିମାସବୁ ପରିତ୍ୟାଗ କରି ଜୀବିତ ଓ ସତ୍ୟ ଈଶ୍ୱରଙ୍କର ସେବା କରିବା ନିମନ୍ତେ,
2 Timothy 2:15 in Oriya 15 ସତ୍ୟ ବାକ୍ୟ ଯଥାର୍ଥରୂପେ ବ୍ୟବହାର କରି, ଯେଉଁ କାର୍ଯ୍ୟକାରୀର ଲଜ୍ଜା ବୋଧ କରିବା ଆବଶ୍ୟକ ନୁହେଁ, ତାହାର ପରି ଇଶ୍ବରଙ୍କ ନିକଟରେ ଆପଣାକୁ ପରୀକ୍ଷାସିଦ୍ଧ ଦେଖାଇବାକୁ ଯତ୍ନ କର।
Titus 1:7 in Oriya 7 କାରଣ ଅଧ୍ୟକ୍ଷ, ଇଶ୍ବରଙ୍କ ବେବର୍ତ୍ତା ସ୍ୱରୂପେ ନିର୍ଦ୍ଦୋଷ ହେବା ଆବଶ୍ୟକ; ସେ ସ୍ଵେଚ୍ଛାଚାରୀ କି ଆଶୁକ୍ରୋଧୀ କି ମଦ୍ୟପାୟୀ କି ବିବାଦପ୍ରିୟ କି କୁତ୍ସିତ ଧନଲୋଭର ଅଭିଳାଷୀ ନ ହୋଇ ଅାତିଥ୍ୟ ପ୍ରିୟ,
James 5:19 in Oriya 19 ହେ ମୋହର ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରୁ ଯଦି କେହି ସତ୍ୟ ପଥରୁ ଭ୍ରାନ୍ତ ହୁଏ, ପୁଣି, କେହି ତାହାକୁ ଫେରାଇ ଆଣେ,
Revelation 14:5 in Oriya 5 ସେମାନଙ୍କ ମୁଖରେ କୌଣସି ମିଥ୍ୟାକଥା ନାହିଁ, ସେମାନେ ନିର୍ଦ୍ଦୋଷ।