Malachi 2:7 in Oriya 7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
Other Translations King James Version (KJV) For the priest's lips should keep knowledge, and they should seek the law at his mouth: for he is the messenger of the LORD of hosts.
American Standard Version (ASV) For the priest's lips should keep knowledge, and they should seek the law at his mouth; for he is the messenger of Jehovah of hosts.
Bible in Basic English (BBE) For it is right for the priest's lips to keep knowledge, and for men to be waiting for the law from his mouth: for he is the servant sent from the Lord of armies.
Darby English Bible (DBY) For the priest's lips should keep knowledge, and at his mouth they seek the law; for he is the messenger of Jehovah of hosts.
World English Bible (WEB) For the priest's lips should keep knowledge, and they should seek the law at his mouth; for he is the messenger of Yahweh of Hosts.
Young's Literal Translation (YLT) For the lips of a priest preserve knowledge, And law they do seek from his mouth, For a messenger of Jehovah of Hosts he `is'.
Cross Reference Leviticus 10:11 in Oriya 11 ପୁଣି ସଦାପ୍ରଭୁ ମୋଶାଙ୍କ ଦ୍ୱାରା ଇସ୍ରାଏଲ ସନ୍ତାନଗଣକୁ ଯେଉଁ ସକଳ ବିଧି ଦେଇଅଛନ୍ତି, ତାହା ସେମାନଙ୍କୁ ଶିକ୍ଷା ଦେଇ ପାରିବ।”
Numbers 27:21 in Oriya 21 ପୁଣି, ସେ ଇଲୀୟାସର ଯାଜକ ସମ୍ମୁଖରେ ଠିଆ ହେବ ଓ ଇଲୀୟାସର ତାହା ପାଇଁ ଊରୀମର ବିଚାର ଦ୍ୱାରା ସଦାପ୍ରଭୁଙ୍କ ସମ୍ମୁଖରେ ପଚାରିବ; ସେମାନେ, ଅର୍ଥାତ୍, ସେ ଓ ତାହା ସହିତ ଇସ୍ରାଏଲ-ସନ୍ତାନଗଣର ସମୁଦାୟ ମଣ୍ଡଳୀ, ଉଭୟ ତାହାର ଆଜ୍ଞାରେ ବାହାରକୁ ଯିବେ ଓ ତାହାର ଆଜ୍ଞାରେ ଭିତରକୁ ଆସିବେ।”
Deuteronomy 17:8 in Oriya 8 ତୁମ୍ଭ ନଗରଦ୍ୱାର ଭିତରେ, ରକ୍ତପାତ ଓ ରକ୍ତପାତ ମଧ୍ୟରେ, ବିବାଦ ଓ ବିବାଦ ମଧ୍ୟରେ ପୁଣି ଆଘାତ ଓ ଆଘାତ ମଧ୍ୟରେ ବିରୋଧ ଉଠିଲେ, ଯଦି ତହିଁର ବିଚାର ତୁମ୍ଭ ପ୍ରତି ଅତି କଠିନ ବୋଧ ହୁଏ; ତେବେ ତୁମ୍ଭେ ଉଠି ସଦାପ୍ରଭୁ ତୁମ୍ଭ ପରମେଶ୍ୱରଙ୍କ ମନୋନୀତ ସ୍ଥାନକୁ ଯିବ;
Deuteronomy 21:5 in Oriya 5 ତହୁଁ ଲେବୀ-ସନ୍ତାନ ଯାଜକମାନେ ତାହା ନିକଟକୁ ଆସିବେ; କାରଣ ସଦାପ୍ରଭୁ ତୁମ୍ଭ ପରମେଶ୍ୱର ଆପଣା ସେବାର୍ଥେ ଓ ସଦାପ୍ରଭୁଙ୍କ ନାମରେ ଆଶୀର୍ବାଦ କରଣାର୍ଥେ ସେମାନଙ୍କୁ ମନୋନୀତ କରିଅଛନ୍ତି; ଏଣୁ ସେମାନଙ୍କ ବାକ୍ୟାନୁସାରେ ପ୍ରତ୍ୟେକ ବିରୋଧର ଓ ଆଘାତର ବିଚାର ହେବ।
Deuteronomy 24:8 in Oriya 8 କୁଷ୍ଠ ରୋଗର ଘା' ବିଷୟରେ ସାବଧାନ ହୁଅ, ଲେବୀୟ ଯାଜକମାନେ ତୁମ୍ଭକୁ ଯେଉଁ ସକଳ ଶିକ୍ଷା ଦିଅନ୍ତି, ତଦନୁସାରେ କରିବା ପାଇଁ ଯତ୍ନପୂର୍ବକ ମନୋଯୋଗ କର। ଆମ୍ଭେ ସେମାନଙ୍କୁ ଯେରୂପ ଆଜ୍ଞା ଦେଇଅଛୁ, ସେରୂପ କରିବାକୁ ତୁମ୍ଭେମାନେ ମନୋଯୋଗ କରିବ।
2 Chronicles 17:8 in Oriya 8 ଆଉ ସେମାନଙ୍କ ସଙ୍ଗେ ଲେବୀୟମାନଙ୍କୁ, ଅର୍ଥାତ୍, ଶମୟୀୟ, ନଥନୀୟ, ସବଦୀୟ, ଅସାହେଲ, ଶମୀରାମୋତ୍, ଯିହୋନାଥନ୍, ଅଦୋନୀୟ, ଟୋବୀୟ ଓ ଟୋବଦୋନୀୟ, ଏହି ଲେବୀୟମାନଙ୍କୁ ଓ ସେମାନଙ୍କ ସଙ୍ଗେ ଇଲୀଶାମା ଓ ଯିହୋରାମ୍ ଯାଜକକୁ ପଠାଇଲେ।
2 Chronicles 30:22 in Oriya 22 ଆଉ, ଯେଉଁ ସକଳ ଲେବୀୟ ଲୋକ ସଦାପ୍ରଭୁଙ୍କ ସେବାକାର୍ଯ୍ୟରେ ସୁଦକ୍ଷ ଥିଲେ, ସେମାନଙ୍କୁ ହିଜକିୟ ଚିତ୍ତ ପ୍ରବୋଧକ କଥା କହିଲେ। ତହୁଁ ସେମାନେ ପର୍ବର ସାତ ଦିନସାରା ମଙ୍ଗଳାର୍ଥକ ବଳି ଉତ୍ସର୍ଗ କରି ଭୋଜନ କଲେ ଓ ସଦାପ୍ରଭୁ ସେମାନଙ୍କ ପୈତୃକ ପରମେଶ୍ୱରଙ୍କ ନିକଟରେ ସ୍ୱୀକାର କଲେ।
Ezra 7:10 in Oriya 10 ଯେଣୁ ଏଜ୍ରା ସଦାପ୍ରଭୁଙ୍କ ବ୍ୟବସ୍ଥା ଅନୁସନ୍ଧାନ ଓ ପାଳନ କରିବାକୁ, ପୁଣି ଇସ୍ରାଏଲ ମଧ୍ୟରେ ବିଧି ଓ ଶାସନ ଶିକ୍ଷା ଦେବାକୁ ଆପଣା ମନ ନିବେଶ କରିଥିଲେ।
Nehemiah 8:2 in Oriya 2 ତହିଁରେ ସପ୍ତମ ମାସର ପ୍ରଥମ ଦିନରେ, ଏଜ୍ରା ଯାଜକ ପୁରୁଷ ଓ ସ୍ତ୍ରୀ ଆଦି ଯେତେ ଲୋକ ଶୁଣି ବୁଝିପାରନ୍ତି, ସେ ସମସ୍ତ ସମାଜ ସାକ୍ଷାତକୁ ସେହି ବ୍ୟବସ୍ଥା-ପୁସ୍ତକ ଆଣିଲେ।
Isaiah 42:19 in Oriya 19 ଆମ୍ଭର ଦାସ ଛଡ଼ା ଅନ୍ଧ କିଏ ? ଅବା ଆମ୍ଭ ପ୍ରେରିତ ଦୂତ ପରି ବଧିର କିଏ ? ଆମ୍ଭ ସଙ୍ଗେ ମିଳନରେ ଥିବା ଲୋକ ପରି ଅନ୍ଧ ଓ ସଦାପ୍ରଭୁଙ୍କର ଦାସ ପରି ଅନ୍ଧ କିଏ ?
Isaiah 44:26 in Oriya 26 ଆମ୍ଭେ ଆପଣା ଦାସର ବାକ୍ୟ ଦୃଢ଼ କରୁ ଓ ଆପଣା ଦୂତଗଣର ମନ୍ତ୍ରଣା ସିଦ୍ଧ କରୁ; ଆମ୍ଭେ ଯିରୂଶାଲମ ବିଷୟରେ କହୁ, ତାହା ବସତିବିଶିଷ୍ଟ ହେବ ଓ ଯିହୁଦାର ନଗରମାନଙ୍କ ବିଷୟରେ କହୁ, ସେହି ସବୁ ପୁନଃନିର୍ମିତ ହେବ, ପୁଣି ଆମ୍ଭେ ତହିଁର ଉଜାଡ଼ ସ୍ଥାନ ସବୁ ପୁନର୍ବାର ପତ୍ତନ କରିବା;
Jeremiah 15:19 in Oriya 19 ଏନିମନ୍ତେ ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଯଦି ଫେରିବ, ତେବେ ଆମ୍ଭ ସମ୍ମୁଖରେ ଠିଆ ହେବା ନିମନ୍ତେ ଆମ୍ଭେ ତୁମ୍ଭକୁ ପୁନର୍ବାର ଆଣିବା; ପୁଣି, ତୁମ୍ଭେ ଯଦି ନିକୃଷ୍ଟ ବସ୍ତୁରୁ ବହୁମୂଲ୍ୟ ବସ୍ତୁ ବାହାର କରି ନେବ, ତେବେ ତୁମ୍ଭେ ଆମ୍ଭର ମୁଖ ସ୍ୱରୂପ ହେବ; ସେମାନେ ତୁମ୍ଭ ନିକଟକୁ ଫେରି ଆସିବେ, ମାତ୍ର ତୁମ୍ଭେ ସେମାନଙ୍କ ନିକଟକୁ ଫେରି ଯିବ ନାହିଁ।”
Jeremiah 18:18 in Oriya 18 ତେବେ ସେମାନେ କହିଲେ, “ଆସ, ଆମ୍ଭେମାନେ ଯିରିମୀୟ ବିରୁଦ୍ଧରେ ପରାମର୍ଶ କରୁ; କାରଣ ଯାଜକ ନିକଟରୁ ବ୍ୟବସ୍ଥା ଅବା ଜ୍ଞାନବାନ ନିକଟରୁ ମନ୍ତ୍ରଣା ଅଥବା ଭବିଷ୍ୟଦ୍ବକ୍ତା ନିକଟରୁ ବାକ୍ୟ ଲୁପ୍ତ ହେବ ନାହିଁ। ଆସ, ଆମ୍ଭେମାନେ ଜିହ୍ୱା ଦ୍ୱାରା ତାହାକୁ ପ୍ରହାର କରୁ, ପୁଣି ତାହାର କୌଣସି କଥାରେ ମନୋଯୋଗ ନ କରୁ।”
Haggai 1:13 in Oriya 13 ତହିଁରେ ସଦାପ୍ରଭୁଙ୍କର ଦୂତ ହାଗୟ ଲୋକମାନଙ୍କୁ ସଦାପ୍ରଭୁଙ୍କର ସମ୍ବାଦ ଜଣାଇ କହିଲେ, ସଦାପ୍ରଭୁ କହନ୍ତି, ଆମ୍ଭେ ତୁମ୍ଭମାନଙ୍କର ସଙ୍ଗେ ସଙ୍ଗେ ଅଛୁ।
Haggai 2:11 in Oriya 11 ଏବେ ଯାଜକମାନଙ୍କୁ ବ୍ୟବସ୍ଥା ବିଷୟ ପଚାର, କୁହ,
Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
John 13:20 in Oriya 20 ସତ୍ୟ ସତ୍ୟ ମୁଁ ତୁମ୍ଭମାନଙ୍କୁ କହୁଅଛି, ଯେ ମୋହର ପ୍ରେରିତ ବ୍ୟକ୍ତିଙ୍କୁ ଗ୍ରହଣ କରେ, ସେ ମୋତେ ଗ୍ରହଣ କରେ ଓ ଯେ ମୋତେ ଗ୍ରହଣ କରେ, ସେ ମୋହର ପ୍ରେରଣକର୍ତ୍ତାଙ୍କୁ ଗ୍ରହଣ କରେ।
John 20:21 in Oriya 21 ଯୀଶୁ ସେମାନଙ୍କୁ ପୁନର୍ବାର କହିଲେ, ତୁମ୍ଭମାନଙ୍କର ଶାନ୍ତି ହେଉ; ପିତା ଯେପ୍ରକାରେ ମୋତେ ପ୍ରେରଣ କରିଅଛନ୍ତି, ମୁଁ ମଧ୍ୟ ସେପ୍ରକାରେ ତୁମ୍ଭମାନଙ୍କୁ ପ୍ରେରଣ କରୁଅଛି।
Acts 16:17 in Oriya 17 ସେ ପାଉଲ ଓ ଆମ୍ଭମାନଙ୍କର ପଛେ ପଛେ ଆସି ଚିତ୍କାର କରି କହିବାକୁ ଲାଗିଲା, ଏହି ବ୍ୟକ୍ତିମାନେ ପରମ ପ୍ରଧାନ ଈଶ୍ୱରଙ୍କର ଦାସ, ସେମାନେ ତୁମ୍ଭମାନଙ୍କୁ ପରିତ୍ରାଣର ପଥ ଜଣାଉଅଛନ୍ତି।
2 Corinthians 5:20 in Oriya 20 ଅତଏବ, ଈଶ୍ୱର ଆମ୍ଭମାନଙ୍କ ଦ୍ୱାରା ଆହ୍ୱାନ କରୁଥିବାରୁ ଆମ୍ଭେମାନେ ଖ୍ରୀଷ୍ଟଙ୍କ ପକ୍ଷରେ ରାଜଦୂତର କର୍ମ କରୁଅଛୁ; ଖ୍ରୀଷ୍ଟଙ୍କ ପକ୍ଷରୁ ଆମ୍ଭେମାନେ ନିବେଦନ କରୁଅଛୁ, ତୁମ୍ଭେମାନେ ଇଶ୍ବରଙ୍କ ସହିତ ସମ୍ମିଳିତ ହୁଅ।
Galatians 4:14 in Oriya 14 ଆଉ, ତୁମ୍ଭମାନଙ୍କ ପରୀକ୍ଷା ସ୍ୱରୂପ ମୋହର ଶାରୀରିକ ଅବସ୍ଥା ତୁମ୍ଭେମାନେ ତୁଚ୍ଛ କଲ ନାହିଁ ବା ଘୃଣା କଲ ନାହିଁ, କିନ୍ତୁ ତୁମ୍ଭେମାନେ ଇଶ୍ବରଙ୍କ ଜଣେ ଦୂତ ସ୍ୱରୂପେ, ଏପରିକି ଖ୍ରୀଷ୍ଟ ଯୀଶୁଙ୍କ ସ୍ୱରୂପେ ମୋତେ ଗ୍ରହଣ କଲ।
1 Thessalonians 4:8 in Oriya 8 ଅତଏବ, ଯେ ଏହା ଅଗ୍ରାହ୍ୟ କରେ, ସେ ମନୁଷ୍ୟକୁ ଅଗ୍ରାହ୍ୟ କରେ ନାହିଁ, ମାତ୍ର ଯେଉଁ ଈଶ୍ୱର ତୁମ୍ଭମାନଙ୍କ ଅନ୍ତରରେ ଆପଣା ପବିତ୍ର ଆତ୍ମା ପ୍ରଦାନ କରନ୍ତି, ତାହାଙ୍କୁ ଅଗ୍ରାହ୍ୟ କରେ।
2 Timothy 2:24 in Oriya 24 ପ୍ରଭୁଙ୍କର ଦାସ ବିରୋଧ କରିବା ଉଚିତ୍ ନୁହେଁ, ମାତ୍ର ସମସ୍ତଙ୍କ ପ୍ରତି କୋମଳ, ଶିକ୍ଷା ଦେବାରେ ନିପୁଣ ଓ ସହିଷ୍ଣୁ ହେବା ଏବଂ ବିରୋଧ କରୁଥିବା ଲୋକମାନଙ୍କୁ ମୃଦୁ ଭାବରେ ଉପଦେଶ ଦେବା ଉଚିତ୍;