Malachi 2:8 in Oriya 8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।”
Other Translations King James Version (KJV) But ye are departed out of the way; ye have caused many to stumble at the law; ye have corrupted the covenant of Levi, saith the LORD of hosts.
American Standard Version (ASV) But ye are turned aside out of the way; ye have caused many to stumble in the law; ye have corrupted the covenant of Levi, saith Jehovah of hosts.
Bible in Basic English (BBE) But you are turned out of the way; you have made the law hard for numbers of people; you have made the agreement of Levi of no value, says the Lord of armies.
Darby English Bible (DBY) But ye are departed out of the way; ye have caused many to stumble at the law; ye have corrupted the covenant of Levi, saith Jehovah of hosts.
World English Bible (WEB) But you have turned aside out of the way. You have caused many to stumble in the law. You have corrupted the covenant of Levi," says Yahweh of Hosts.
Young's Literal Translation (YLT) And ye, ye have turned from the way, Ye have caused many to stumble in the law, Ye have corrupted the covenant of Levi, Said Jehovah of Hosts.
Cross Reference Leviticus 21:15 in Oriya 15 ଆଉ, ସେ ଆପଣା ଲୋକମାନଙ୍କ ମଧ୍ୟରେ ଆପଣା ବଂଶ ଅପବିତ୍ର କରିବ ନାହିଁ, କାରଣ ଆମ୍ଭେ ସଦାପ୍ରଭୁ ତାହାକୁ ପବିତ୍ର କରୁ।”
1 Samuel 2:17 in Oriya 17 ଏରୂପେ ସଦାପ୍ରଭୁଙ୍କ ସାକ୍ଷାତରେ ସେହି ଯୁବା ଲୋକଙ୍କର ପାପ ଅତି ଭାରୀ ହେଲା; କାରଣ ସେହି ଲୋକମାନେ ସଦାପ୍ରଭୁଙ୍କ ନୈବେଦ୍ୟ ତୁଚ୍ଛଜ୍ଞାନ କଲେ।
1 Samuel 2:24 in Oriya 24 ନାହିଁ, ନାହିଁ, ମୋହର ପୁତ୍ରମାନେ, ମୁଁ ଯେଉଁ ଜନରବ ଶୁଣୁଅଛି, ତାହା ଭଲ ନୁହେଁ; ତୁମ୍ଭେମାନେ ସଦାପ୍ରଭୁଙ୍କ ଲୋକମାନଙ୍କୁ ଆଜ୍ଞାଲଂଘନ କରାଉଅଛ।
1 Samuel 2:30 in Oriya 30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।
Nehemiah 13:29 in Oriya 29 ହେ ମୋହର ପରମେଶ୍ୱର, ସେମାନଙ୍କୁ ସ୍ମରଣ କର, ଯେହେତୁ ସେମାନେ ଯାଜକ-ପଦକୁ, ଆଉ ଯାଜକ-ପଦର ଓ ଲେବୀୟମାନଙ୍କର ନିୟମକୁ କଳଙ୍କିତ କରିଅଛନ୍ତି।
Psalm 18:21 in Oriya 21 କାରଣ ମୁଁ ସଦାପ୍ରଭୁଙ୍କ ପଥ ଧରିଅଛି ଓ ଦୁଷ୍ଟ ଭାବରେ ମୁଁ ପରମେଶ୍ୱରଙ୍କ ନିକଟରୁ ପ୍ରସ୍ଥାନ କରି ନାହିଁ।
Psalm 119:102 in Oriya 102 ମୁଁ ତୁମ୍ଭ ଶାସନରୁ ବିମୁଖ ହୋଇ ନାହିଁ; କାରଣ ତୁମ୍ଭେ ମୋତେ ଶିକ୍ଷା ଦେଇଅଛ।
Isaiah 9:16 in Oriya 16 କାରଣ ଏହି ଲୋକମାନଙ୍କର ପଥପ୍ରଦର୍ଶକମାନେ ସେମାନଙ୍କୁ ଭ୍ରାନ୍ତ କରାନ୍ତି, ପୁଣି, ଯେଉଁମାନେ ସେମାନଙ୍କ ଦ୍ୱାରା ପଥ କଢ଼ାଯା'ନ୍ତି, ସେମାନେ ବିନଷ୍ଟ ହୁଅନ୍ତି।
Isaiah 30:11 in Oriya 11 ତୁମ୍ଭେମାନେ ପଥରୁ ବାହାରି ଯାଅ, ବାଟ ଛାଡ଼ି ଦିଅ, ଇସ୍ରାଏଲର ଧର୍ମସ୍ୱରୂପଙ୍କୁ ଆମ୍ଭମାନଙ୍କ ସମ୍ମୁଖରୁ ଦୂର କରାଅ।”
Isaiah 59:13 in Oriya 13 ତାହା ଅପରାଧ ଓ ସଦାପ୍ରଭୁଙ୍କୁ ଅସ୍ୱୀକାର କରିବା ଓ ଆମ୍ଭମାନଙ୍କ ପରମେଶ୍ୱରଙ୍କ ପଶ୍ଚାଦ୍ଗମନରୁ ବିମୁଖ ହେବା, ଉପଦ୍ରବ ଓ ରାଜଦ୍ରୋହର କଥା କହିବା, ମିଥ୍ୟା କଥା ଧାରଣ କରି ଅନ୍ତଃକରଣରୁ ବାହାର କରିବାର ଅଟେ।
Jeremiah 17:5 in Oriya 5 ସଦାପ୍ରଭୁ ଏହି କଥା କହନ୍ତି; “ଯେଉଁ ମନୁଷ୍ୟ, ମନୁଷ୍ୟ ଉପରେ ନିର୍ଭର କରେ ଓ ମାଂସକୁ ଆପଣାର ବାହୁ କରେ, ଆଉ ଯାହାର ହୃଦୟ ସଦାପ୍ରଭୁଙ୍କ ନିକଟରୁ ଦୂରକୁ ଯାଏ, ସେ ଶାପଗ୍ରସ୍ତ।
Jeremiah 17:13 in Oriya 13 ହେ ଇସ୍ରାଏଲର ପ୍ରତ୍ୟାଶାଭୂମି ସଦାପ୍ରଭୁ, ଯେଉଁମାନେ ତୁମ୍ଭଙ୍କୁ ପରିତ୍ୟାଗ କରନ୍ତି, ସେସମସ୍ତେ ଲଜ୍ଜିତ ହେବେ; ଯେଉଁମାନେ ମୋ' ନିକଟରୁ ପ୍ରସ୍ଥାନ କରନ୍ତି, ସେମାନଙ୍କର ନାମ ଧୂଳିରେ ଲିଖିତ ହେବ, କାରଣ ସେମାନେ ଅମୃତ ଜଳର ନିର୍ଝରସ୍ୱରୂପ ସଦାପ୍ରଭୁଙ୍କୁ ତ୍ୟାଗ କରିଅଛନ୍ତି।
Jeremiah 18:15 in Oriya 15 ମାତ୍ର ଆମ୍ଭର ଲୋକମାନେ ଆମ୍ଭକୁ ପାସୋରି ଅସାର ଦେବଗଣର ଉଦ୍ଦେଶ୍ୟରେ ଧୂପ ଜ୍ୱଳାଇ ଅଛନ୍ତି, ଆଉ ସେମାନେ ଅପ୍ରସ୍ତୁତ ମାର୍ଗର ନାନା ଉପପଥରେ ସେମାନଙ୍କୁ ଗମନ କରାଇବା ନିମନ୍ତେ ସେମାନଙ୍କ ପଥରେ, ପୁରାତନ ପଥରେ ସେମାନଙ୍କର ବିଘ୍ନ ଜନ୍ମାଇ ଅଛନ୍ତି;
Jeremiah 23:11 in Oriya 11 କାରଣ ଭବିଷ୍ୟଦ୍ବକ୍ତା ଓ ଯାଜକ ଉଭୟ ପାଷାଣ୍ଡ; ହଁ, ସଦାପ୍ରଭୁ କହନ୍ତି, ଆମ୍ଭେ ଆପଣା ଗୃହ ମଧ୍ୟରେ ସେମାନଙ୍କର ଦୁଷ୍କ୍ରିୟା ଦେଖିଅଛୁ।
Ezekiel 44:10 in Oriya 10 ମାତ୍ର ଇସ୍ରାଏଲ ବିପଥଗମନ କରିବା ସମୟରେ ଯେଉଁ ଲେବୀୟମାନେ ଆମ୍ଭଠାରୁ ଦୂରକୁ ଯାଇଥିଲେ, ଆପଣା ଆପଣା ଦେବଗଣର ପଶ୍ଚାଦ୍ଗାମୀ ହୋଇ ଆମ୍ଭଠାରୁ ବିପଥରେ ଗମନ କରିଥିଲେ, ସେମାନେ ଆପଣା ଆପଣା ଅଧର୍ମ ବହନ କରିବେ।
Daniel 9:5 in Oriya 5 ଆମ୍ଭେମାନେ ପାପ ଓ କୁଟିଳାଚରଣ କରିଅଛୁ ଓ ଦୁଷ୍କର୍ମ କରି ବିଦ୍ରୋହୀ ହୋଇଅଛୁ, ଆଉ ତୁମ୍ଭର ବିଧି ଓ ଶାସନର ପଥ ତ୍ୟାଗ କରିଅଛୁ।
Malachi 2:5 in Oriya 5 “ତାହା ସଙ୍ଗେ ଆମ୍ଭର ଯେଉଁ ନିୟମ ଥିଲା, ତାହା ଜୀବନ ଓ ଶାନ୍ତିକର ଥିଲା; ଆଉ, ସେ ଯେପରି ଆମ୍ଭକୁ ଭୟ କରିବ, ଏଥିପାଇଁ ଆମ୍ଭେ ତାହାକୁ ତାହା ଦେଲୁ, ପୁଣି ସେ ଆମ୍ଭକୁ ଭୟ କଲା ଓ ଆମ୍ଭ ନାମର ସମ୍ଭ୍ରମ କଲା।
Malachi 2:9 in Oriya 9 ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।
Matthew 15:2 in Oriya 2 ଆପଣଙ୍କର ଶିଷ୍ୟମାନେ କାହିଁକି ପ୍ରାଚୀନମାନଙ୍କର ପରମ୍ପରାଗତ ରୀତିନୀତି ଅମାନ୍ୟ କରନ୍ତି ? କାରଣ ଭୋଜନ କରିବା ସମୟରେ ସେମାନେ ହାତ ଧୁଅନ୍ତି ନାହିଁ।
Luke 11:45 in Oriya 45 ଏଥିରେ ମୋଶାଙ୍କ ବ୍ୟବସ୍ଥା ଶାସ୍ତ୍ରଜ୍ଞମାନଙ୍କ ମଧ୍ୟରୁ ଜଣେ ତାହାଙ୍କୁ ଉତ୍ତର ଦେଲେ, ହେ ଗୁରୁ, ଏହା କହି ଆପଣ ଆମ୍ଭମାନଙ୍କୁ ମଧ୍ୟ ଅପମାନ କରୁଅଛନ୍ତି।
Romans 2:19 in Oriya 19 ଆଉ ମୋଶାଙ୍କ ବ୍ୟବସ୍ଥାରେ ଯେଉଁ ଜ୍ଞାନ ଓ ସତ୍ୟ ବାସ୍ତବରେ ନିହିତ ଅଛି, ତାହା ପାଇଥିବାରୁ,
Romans 14:21 in Oriya 21 ମାଂସ ଭୋଜନ କିମ୍ବା ଦ୍ରାକ୍ଷାରସ ପାନ ଅବା ଯେକୌଣସି ବିଷୟରେ ତୁମ୍ଭର ଭାଇର ବାଧା ଜନ୍ମେ, ତାହା ନ କଲେ ଭଲ।
Hebrews 3:12 in Oriya 12 ହେ ଭାଇମାନେ, ସାବଧାନ,ଯେପରି ଜୀବନ୍ତ ଈଶ୍ୱରଙ୍କଠାରୁ ବିମୁଖକାରୀ ଦୁଷ୍ଟ, ଅବିଶ୍ୱାସୀ ହୃଦୟ ତୁମ୍ଭମାନଙ୍କର କାହାରିଠାରେ ନ ଥାଏ।