Malachi 2:9 in Oriya 9 ତୁମ୍ଭେମାନେ ଆମ୍ଭର ପଥ ରକ୍ଷା କରି ନାହଁ, ମାତ୍ର ବ୍ୟବସ୍ଥା ଶିକ୍ଷାରେ ମୁଖାପେକ୍ଷା କରିଅଛ, ଏଥିପାଇଁ ଆମ୍ଭେ ମଧ୍ୟ ସମୁଦାୟ ଲୋକଙ୍କ ସାକ୍ଷାତରେ ତୁମ୍ଭମାନଙ୍କୁ ତୁଚ୍ଛ ଓ ଅଧମ କରିଅଛୁ।
Other Translations King James Version (KJV) Therefore have I also made you contemptible and base before all the people, according as ye have not kept my ways, but have been partial in the law.
American Standard Version (ASV) Therefore have I also made you contemptible and base before all the people, according as ye have not kept my ways, but have had respect of persons in the law.
Bible in Basic English (BBE) And so I have taken away your honour and made you low before all the people, even as you have not kept my ways, and have given no thought to me in using the law.
Darby English Bible (DBY) And I also have made you contemptible and base before all the people, because ye have not kept my ways, but have respect of persons in [administering] the law.
World English Bible (WEB) "Therefore I have also made you contemptible and base before all the people, according to the way you have not kept my ways, but have had respect for persons in the law.
Young's Literal Translation (YLT) And I also, I have made you despised and low before all the people, Because ye are not keeping My ways, And are accepting persons in the law.
Cross Reference Deuteronomy 1:17 in Oriya 17 ତୁମ୍ଭେମାନେ ବିଚାରରେ କାହାରି ମୁଖାପେକ୍ଷା କରିବ ନାହିଁ; ତୁମ୍ଭେମାନେ ସାନ ଓ ବଡ଼ ଲୋକର କଥା ସମଭାବରେ ଶୁଣିବ; ତୁମ୍ଭେମାନେ ମନୁଷ୍ୟର ମୁଖକୁ ଭୟ କରିବ ନାହିଁ; କାରଣ ବିଚାର ପରମେଶ୍ୱରଙ୍କର ଅଟେ; ପୁଣି ଯେଉଁ କଥା ତୁମ୍ଭମାନଙ୍କ ପ୍ରତି କଠିନ ହୁଏ, ତାହା ତୁମ୍ଭେମାନେ ମୋ' ନିକଟକୁ ଆଣିବ, ମୁଁ ତାହା ଶୁଣିବି।”
1 Samuel 2:30 in Oriya 30 ଏଣୁ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି, ତୁମ୍ଭ ଗୃହ ଓ ତୁମ୍ଭ ପିତୃଗୃହ ଆମ୍ଭ ସମ୍ମୁଖରେ ଅନନ୍ତ କାଳ ଗମନାଗମନ କରିବେ ବୋଲି ଆମ୍ଭେ କହିଥିଲୁ ପ୍ରମାଣ, ମାତ୍ର ଏବେ ସଦାପ୍ରଭୁ କହନ୍ତି, ତାହା ଆମ୍ଭଠାରୁ ଦୂର ହେଉ; କାରଣ ଯେଉଁମାନେ ଆମ୍ଭର ଗୌରବ କରନ୍ତି, ଆମ୍ଭେ ସେମାନଙ୍କର ଗୌରବ କରିବା, ମାତ୍ର ଯେଉଁମାନେ ଆମ୍ଭକୁ ତୁଚ୍ଛଜ୍ଞାନ କରନ୍ତି, ସେମାନେ ଲଘୁଜ୍ଞାନ କରାଯିବେ।
1 Kings 22:28 in Oriya 28 ତହିଁରେ ମୀଖାୟ କହିଲା, “ଯଦି ତୁମ୍ଭେ କୁଶଳରେ ଫେରି ଆସ, ତେବେ ସଦାପ୍ରଭୁ ମୋ' ଦ୍ୱାରା କହି ନାହାନ୍ତି।” ଆହୁରି ସେ କହିଲା, “ହେ ଲୋକମାନେ, ତୁମ୍ଭେ ସମସ୍ତେ ଶୁଣ।”
Proverbs 10:7 in Oriya 7 ଧାର୍ମିକର ସ୍ମରଣ ଧନ୍ୟ, ମାତ୍ର ଦୁଷ୍ଟର ନାମ ପଚିଯିବ।
Jeremiah 28:15 in Oriya 15 ତହିଁରେ ଯିରିମୀୟ ଭବିଷ୍ୟଦ୍ବକ୍ତା ହନାନୀୟ ଭବିଷ୍ୟଦ୍ବକ୍ତାଙ୍କୁ କହିଲେ, “ହେ ହନାନୀୟ, ଏବେ ଶୁଣ; ସଦାପ୍ରଭୁ ତୁମ୍ଭକୁ ପଠାଇ ନାହାନ୍ତି; ମାତ୍ର ତୁମ୍ଭେ ଏହି ଲୋକମାନଙ୍କୁ ମିଥ୍ୟା କଥାରେ ବିଶ୍ୱାସ କରାଉଅଛ।
Jeremiah 29:20 in Oriya 20 ଏହେତୁ ଆମ୍ଭ ଦ୍ୱାରା ଯିରୂଶାଲମରୁ ବାବିଲକୁ ପ୍ରେରିତ ନିର୍ବାସିତ ଲୋକ ସମସ୍ତେ, ତୁମ୍ଭେମାନେ ସଦାପ୍ରଭୁଙ୍କର ବାକ୍ୟ ଶୁଣ।
Jeremiah 29:31 in Oriya 31 ତୁମ୍ଭେ ନିର୍ବାସିତ ସମସ୍ତ ଲୋକ ପ୍ରତି ଏହି କଥା କହି ପଠାଅ, “ନିହିଲାମୀୟ ଶମୟୀୟର ବିଷୟରେ ସଦାପ୍ରଭୁ ଏହି କଥା କହନ୍ତି; ‘ଆମ୍ଭେ ଶମୟୀୟକୁ ନ ପଠାଇଲେ ହେଁ ସେ ତୁମ୍ଭମାନଙ୍କ ନିକଟରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିଅଛି ଓ ମିଥ୍ୟା କଥାରେ ତୁମ୍ଭମାନଙ୍କର ବିଶ୍ୱାସ ଜନ୍ମାଇଅଛି,'
Ezekiel 13:12 in Oriya 12 ଦେଖ, କାନ୍ଥ ଯେତେବେଳେ ପଡ଼ିଯିବ, ସେତେବେଳେ ତୁମ୍ଭମାନଙ୍କୁ କି କୁହା ନ ଯିବ, ତୁମ୍ଭେମାନେ ଯାହା ଦେଇ ଲେପନ କରିଥିଲ, ସେହି ପ୍ରଲେପ କାହିଁ ?
Ezekiel 13:21 in Oriya 21 ମଧ୍ୟ ଆମ୍ଭେ ତୁମ୍ଭମାନଙ୍କର ଆବରଣୀ ଚିରି ପକାଇବା ଓ ଆମ୍ଭ ଲୋକମାନଙ୍କୁ ତୁମ୍ଭମାନଙ୍କ ହସ୍ତରୁ ଉଦ୍ଧାର କରିବା, ସେମାନେ ମୃଗୟାକୃତ ହେବା ନିମନ୍ତେ, ଆଉ ତୁମ୍ଭମାନଙ୍କ ହସ୍ତଗତ ହେବେ ନାହିଁ; ତହିଁରେ ଆମ୍ଭେ ଯେ ସଦାପ୍ରଭୁ ଅଟୁ, ଏହା ତୁମ୍ଭେମାନେ ଜାଣିବ।
Daniel 12:2 in Oriya 2 ପୁଣି, ପୃଥିବୀର ଧୂଳିରେ ଯେଉଁମାନେ ଶୟନ କରନ୍ତି, ସେମାନଙ୍କ ମଧ୍ୟରୁ ଅନେକେ ଜାଗି ଉଠିବେ; କେତେକେ ଅନନ୍ତ ଜୀବନ ଓ କେତେକେ ଲଜ୍ଜା ଓ ଅନନ୍ତ ଅବଜ୍ଞା ଭୋଗ ପାଇଁ ଉଠିବେ।
Micah 3:6 in Oriya 6 ଏଥିପାଇଁ ତୁମ୍ଭେମାନେ ଯେପରି କୌଣସି ଦର୍ଶନ ନ ପାଇବ, ତୁମ୍ଭମାନଙ୍କ ପ୍ରତି ରାତ୍ରି ହେବ ଓ ତୁମ୍ଭେମାନେ ଯେପରି ମନ୍ତ୍ରଶୂନ୍ୟ ହେବ; ଏଥିପାଇଁ ତୁମ୍ଭମାନଙ୍କ ପ୍ରତି ଅନ୍ଧକାର ହେବ; ଆଉ, ଭବିଷ୍ୟଦ୍ବକ୍ତାଗଣ ଉପରେ ସୂର୍ଯ୍ୟ ଅସ୍ତଗତ ହେବ ଓ ସେମାନଙ୍କ ଉପରେ ଦିବସ କୃଷ୍ଣବର୍ଣ୍ଣ ହେବ।
Malachi 2:3 in Oriya 3 ଦେଖ, ଆମ୍ଭେ ତୁମ୍ଭମାନଙ୍କ ସନ୍ତାନଗଣଙ୍କୁ ଧମକାଇବା ଓ ତୁମ୍ଭମାନଙ୍କ ମୁଖରେ ମଳ, ଅର୍ଥାତ୍, ତୁମ୍ଭମାନଙ୍କ ବଳିସକଳର ମଳ ପ୍ରସାରିବା; ଆଉ, ତୁମ୍ଭେମାନେ ତହିଁ ସଙ୍ଗେ ନୀତ ହେବ।
Malachi 2:8 in Oriya 8 ମାତ୍ର ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, “ତୁମ୍ଭେମାନେ ବିପଥଗମନ କରିଅଛ ଓ ଅନେକଙ୍କୁ ବ୍ୟବସ୍ଥା ପଥରେ ଝୁଣ୍ଟାଇ ଅଛ; ତୁମ୍ଭେମାନେ ଲେବୀର ନିୟମ ଭ୍ରଷ୍ଟ କରିଅଛ।”
Matthew 5:21 in Oriya 21 ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ନରହତ୍ୟା କର ନାହିଁ, ଆଉ ଯେ କେହି ନରହତ୍ୟା କରେ ସେ ବିଚାରସ୍ଥାନରେ ଦଣ୍ଡନୀୟ ହେବ।
Matthew 5:27 in Oriya 27 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ବ୍ୟଭିଚାର କର ନାହିଁ।
Matthew 5:33 in Oriya 33 ପୁଣି, ତୁମ୍ଭେମାନେ ଶୁଣିଅଛ ଯେ, ପୁରାତନ କାଳର ଲୋକମାନଙ୍କୁ କୁହାଯାଇଥିଲା, ତୁମ୍ଭେ ମିଥ୍ୟା ଶପଥ କର ନାହିଁ ମାତ୍ର ଆପଣା ଶପଥସବୁ ପ୍ରଭୁଙ୍କ ଉଦ୍ଦେଶ୍ୟରେ ପାଳନ କରିବ।
Matthew 5:43 in Oriya 43 ତୁମ୍ଭେମାନେ ଶୁଣିଅଛ, ଉକ୍ତ ଅଛି, ତୁମ୍ଭର ପ୍ରତିବାସୀକୁ ପ୍ରେମ କର ଓ ତୁମ୍ଭର ଶତ୍ରୁକୁ ଘୃଣା କର।
Matthew 19:17 in Oriya 17 ସେ ତାହାଙ୍କୁ କହିଲେ, ସତ୍ କେବଳ ଜଣେ; କିନ୍ତୁ ତୁମ୍ଭେ ଯଦି ଜୀବନରେ ପ୍ରବେଶ କରିବାକୁ ଇଚ୍ଛା କର, ତେବେ ଆଜ୍ଞାସବୁ ପାଳନ କର।
Matthew 23:16 in Oriya 16 ହାୟ, ଦଣ୍ଡର ପାତ୍ର ଅନ୍ଧ ପଥପ୍ରଦର୍ଶକମାନେ, ତୁମ୍ଭେମାନେ କହୁଥାଅ, କେହି ମନ୍ଦିରର ଶପଥ କଲେ ତାହା କିଛି ନୁହେଁ, ମାତ୍ର ଯେ କେହି ମନ୍ଦିରସ୍ଥ ସ୍ୱର୍ଣ୍ଣର ଶପଥ କରେ, ସେ ତଦ୍ବାରା ବନ୍ଧା।
Mark 7:8 in Oriya 8 ତୁମ୍ଭେମାନେ ଇଶ୍ବରଙ୍କ ଆଜ୍ଞା ପରିତ୍ୟାଗ କରି ମନୁଷ୍ୟମାନଙ୍କ ପରମ୍ପରାଗତ ରୀତିନୀତି ଧରି ବସିଅଛ।
Luke 10:29 in Oriya 29 କିନ୍ତୁ ସେ ଆପଣାକୁ ଧାର୍ମିକ ବୋଲି ଦେଖାଇବାକୁ ଇଚ୍ଛା କରି ଯୀଶୁଙ୍କୁ ପଚାରିଲେ, ତେବେ ମୋହର ପ୍ରତିବାସୀ କିଏ ?
Luke 11:42 in Oriya 42 କିନ୍ତୁ ହାୟ, ଦଣ୍ଡର ପାତ୍ର ଫାରୂଶୀମାନେ, କାରଣ ତୁମ୍ଭେମାନେ ପୋଦିନା, ଆରୁଦ ଓ ସମସ୍ତ ପ୍ରକାର ଶାକର ଦଶମାଂଶ ଦେଉଥାଅ, ଆଉ ନ୍ୟାୟବିଚାର ଓ ଇଶ୍ବରଙ୍କ ପ୍ରେମ ଅବହେଳା କରୁଥାଅ; କିନ୍ତୁ ଏହି ସମସ୍ତ ପାଳନ କରିବା ଓ ଅନ୍ୟସବୁ ଅବହେଳା ନ କରିବା ଉଚିତ୍।
Luke 20:45 in Oriya 45 ପରେ ସେ ସମସ୍ତ ଲୋକଙ୍କ ଆଗରେ ଶିଷ୍ୟମାନଙ୍କୁ କହିଲେ,
Romans 7:7 in Oriya 7 ତେବେ, ଆମ୍ଭେମାନେ କ'ଣ କହିବା ? ମୋଶାଙ୍କ ବ୍ୟବସ୍ଥା କ'ଣ ପାପ ? ତାହା କେବେ ହେଁ ନ ହେଉ। ବରଂ ପାପ କ'ଣ, ତାହା ମୋଶାଙ୍କ ବ୍ୟବସ୍ଥା ବିନା ମୁଁ ଜାଣି ନ ଥାଆନ୍ତି; କାରଣ ଲୋଭ କର ନାହିଁ, ମୋଶାଙ୍କ ବ୍ୟବସ୍ଥା ଏହା କହି ନ ଥିଲେ, ଲୋଭ କଅଣ, ତାହା ମୁଁ ଜାଣି ନ ଥାଆନ୍ତି।
Galatians 2:6 in Oriya 6 ଆଉ ଯେଉଁମାନେ ଗଣ୍ୟମାନ୍ୟ ବୋଲି ଖ୍ୟାତ (ସେମାନେ କି ପ୍ରକାର ଲୋକ ଥିଲେ, ସେଥିରେ ମୋହର ଯାଏ ଆସେ ନାହିଁ; ଈଶ୍ୱର ମନୁଷ୍ୟର ମୁଖାପେକ୍ଷା କରନ୍ତି ନାହିଁ), ସେହି ଗଣ୍ୟମାନ୍ୟ ବ୍ୟକ୍ତିମାନେ ମୋତେ କିଛି ନୂଆ ଶିକ୍ଷା ଦେଲେ ନାହିଁ,