Malachi 3:1 in Oriya 1 “ଦେଖ, ଆମ୍ଭେ ଆପଣା ବାର୍ତ୍ତାବାହକଙ୍କୁ ପ୍ରେରଣ କରୁଅଛୁ ଓ ସେ ଆମ୍ଭ ଆଗରେ ପଥ ପ୍ରସ୍ତୁତ କରିବ; ପୁଣି, ତୁମ୍ଭେମାନେ ଯେଉଁ ପ୍ରଭୁଙ୍କର ଅନ୍ୱେଷଣ କରୁଅଛ, ସେ ଅକସ୍ମାତ୍ ଆପଣା ମନ୍ଦିରକୁ ଆସିବେ; ଆଉ, ନିୟମର ଯେଉଁ ବାର୍ତ୍ତାବାହକଠାରେ ତୁମ୍ଭେମାନେ ସନ୍ତୁଷ୍ଟ ଅଟ, ଦେଖ, ସେ ଆସୁଅଛନ୍ତି,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Other Translations King James Version (KJV) Behold, I will send my messenger, and he shall prepare the way before me: and the LORD, whom ye seek, shall suddenly come to his temple, even the messenger of the covenant, whom ye delight in: behold, he shall come, saith the LORD of hosts.
American Standard Version (ASV) Behold, I send my messenger, and he shall prepare the way before me: and the Lord, whom ye seek, will suddenly come to his temple; and the messenger of the covenant, whom ye desire, behold, he cometh, saith Jehovah of hosts.
Bible in Basic English (BBE) See, I am sending my servant, and he will make ready the way before me; and the Lord, whom you are looking for, will suddenly come to his Temple; and the angel of the agreement, in whom you have delight, see, he is coming, says the Lord of armies.
Darby English Bible (DBY) Behold, I send my messenger, and he shall prepare the way before me; and the Lord whom ye seek will suddenly come to his temple, and the Angel of the covenant, whom ye delight in: behold, he cometh, saith Jehovah of hosts.
World English Bible (WEB) "Behold, I send my messenger, and he will prepare the way before me; and the Lord, whom you seek, will suddenly come to his temple; and the messenger of the covenant, whom you desire, behold, he comes!" says Yahweh of hosts.
Young's Literal Translation (YLT) Lo, I am sending My messenger, And he hath prepared a way before Me, And suddenly come in unto his temple Doth the Lord whom ye are seeking, Even the messenger of the covenant, Whom ye are desiring, Lo, he is coming, said Jehovah of Hosts.
Cross Reference Genesis 48:15 in Oriya 15 ଏଥିଉତ୍ତାରେ ସେ ଯୋଷେଫଙ୍କୁ ଆଶୀର୍ବାଦ କରି କହିଲେ, “ଯେଉଁ ପରମେଶ୍ୱରଙ୍କ ସାକ୍ଷାତରେ ମୋହର ପୂର୍ବପୁରୁଷ ଅବ୍ରହାମ ଓ ଇସ୍ହାକ ଗମନାଗମନ କରିଥିଲେ, ଯେଉଁ ପରମେଶ୍ୱର ଜନ୍ମ ଦିନଠାରୁ ଆଜି ପର୍ଯ୍ୟନ୍ତ ମୋତେ ପ୍ରତିପାଳନ କରିଅଛନ୍ତି,
Exodus 23:20 in Oriya 20 ଦେଖ, ଆମ୍ଭେ ତୁମ୍ଭକୁ ପଥରେ ରକ୍ଷା କରିବା ପାଇଁ ଓ ତୁମ୍ଭକୁ ଆମ୍ଭର ପ୍ରସ୍ତୁତ ସ୍ଥାନକୁ ଆଣିବା ପାଇଁ ତୁମ୍ଭ ଆଗେ ଆଗେ ଏକ ଦୂତ ପ୍ରେରଣ କରୁଅଛୁ।
Psalm 110:1 in Oriya 1 ଦାଉଦଙ୍କର ଗୀତ। ସଦାପ୍ରଭୁ ମୋ' ପ୍ରଭୁଙ୍କୁ କହନ୍ତି, “ଆମ୍ଭେ ତୁମ୍ଭ ଶତ୍ରୁଗଣକୁ ତୁମ୍ଭର ପାଦପୀଠ ନ କରିବା ପର୍ଯ୍ୟନ୍ତ ତୁମ୍ଭେ ଆମ୍ଭ ଦକ୍ଷିଣରେ ବସ।”
Isaiah 7:14 in Oriya 14 ଏହେତୁ ପ୍ରଭୁ ଆପେ ତୁମ୍ଭମାନଙ୍କୁ ଏକ ଚିହ୍ନ ଦେବେ; ଦେଖ, ଏକ କନ୍ୟା ଗର୍ଭବତୀ ହୋଇ ଏକ ପୁତ୍ର ପ୍ରସବ କରିବ ଓ ତାହାର ନାମ ଇମ୍ମାନୁୟେଲ (ଆମ୍ଭମାନଙ୍କ ସହିତ ପରମେଶ୍ୱର) ରଖିବ।
Isaiah 9:6 in Oriya 6 କାରଣ ଆମ୍ଭମାନଙ୍କ ନିମନ୍ତେ ଏକ ବାଳକ ଜନ୍ମିଅଛନ୍ତି, ଆମ୍ଭମାନଙ୍କୁ ଏକ ପୁତ୍ର ଦତ୍ତ ହୋଇଅଛନ୍ତି ଓ ତାହାଙ୍କ ସ୍କନ୍ଧରେ କର୍ତ୍ତୃତ୍ୱଭାର ଥୁଆଯିବ; ପୁଣି, ତାହାଙ୍କର ନାମ ଆଶ୍ଚର୍ଯ୍ୟ, ମନ୍ତ୍ରୀ, ପରାକ୍ରାନ୍ତ ପରମେଶ୍ୱର, ଅନନ୍ତକାଳୀନ ପିତା, ଶାନ୍ତିରାଜା ହେବ।
Isaiah 40:3 in Oriya 3 ଏକ ଜଣର ରବ ପ୍ରଚାର କରେ, ତୁମ୍ଭେମାନେ ପ୍ରାନ୍ତରରେ ସଦାପ୍ରଭୁଙ୍କ ପଥ ପ୍ରସ୍ତୁତ କର, ମରୁଭୂମି ମଧ୍ୟରେ ଆମ୍ଭମାନଙ୍କ ପରମେଶ୍ୱରଙ୍କ ନିମନ୍ତେ ରାଜପଥ ସଳଖ କର।
Isaiah 63:9 in Oriya 9 ସେମାନଙ୍କର ସବୁ ଦୁଃଖରେ ସେ ଦୁଃଖିତ ହେଲେ ଓ ତାହାଙ୍କର ଶ୍ରୀମୁଖ ସ୍ୱରୂପ ଦୂତ ସେମାନଙ୍କୁ ପରିତ୍ରାଣ କଲେ; ସେ ଆପଣା ପ୍ରେମ ଓ ଆପଣା ଦୟାରେ ସେମାନଙ୍କୁ ମୁକ୍ତ କଲେ ଓ ପୁରାତନ କାଳର ସମସ୍ତ ଦିନ ସେମାନଙ୍କୁ ବହନ କଲେ।
Hosea 12:3 in Oriya 3 ଗର୍ଭରେ ସେ ଆପଣା ଭ୍ରାତାର ପାଦମୂଳ ଧରିଲା ଓ ବୟଃପ୍ରାପ୍ତ ସମୟରେ ସେ ପରମେଶ୍ୱରଙ୍କ ସହିତ ଯୁଦ୍ଧ କଲା;
Haggai 2:7 in Oriya 7 ପୁଣି, ଆମ୍ଭେ ସକଳ ଗୋଷ୍ଠୀଙ୍କୁ ହଲାଇବା, ଆଉ ସମସ୍ତ ଗୋଷ୍ଠୀର ବାଞ୍ଛନୀୟ ବିଷୟସକଳ ଆସିବ, ପୁଣି ଆମ୍ଭେ ଏହି ଗୃହକୁ ଐଶ୍ୱର୍ଯ୍ୟରେ ପରିପୂର୍ଣ୍ଣ କରିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 2:7 in Oriya 7 କାରଣ ଯାଜକର ଓଷ୍ଠାଧର ଜ୍ଞାନ ରକ୍ଷା କରିବାର ଉପଯୁକ୍ତ ଓ ତାହାର ମୁଖରୁ ବ୍ୟବସ୍ଥା ଅନ୍ୱେଷଣ କରିବାର ଲୋକମାନଙ୍କର ଉପଯୁକ୍ତ; କାରଣ ସେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବାର୍ତ୍ତାବାହକ।
Malachi 4:5 in Oriya 5 ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା।
Matthew 3:1 in Oriya 1 ସେହି କାଳରେ ବାପ୍ତିଜକ ଯୋହନ ଉପସ୍ଥିତ ହୋଇ ଯିହୂଦା ପ୍ରଦେଶର ପ୍ରାନ୍ତରରେ ଘୋଷଣା କରି କହିବାକୁ ଲାଗିଲେ,
Matthew 11:10 in Oriya 10 ଯାହାଙ୍କ ବିଷୟରେ ଏହା ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପଠାଉଅଛୁ, ସେ ତୁମ୍ଭ ସମ୍ମୁଖରେ ତୁମ୍ଭର ପଥ ପ୍ରସ୍ତୁତ କରିବ, ଏ ସେହି ବ୍ୟକ୍ତି।
Matthew 17:10 in Oriya 10 ପୁଣି, ଶିଷ୍ୟମାନେ ତାହାଙ୍କୁ ପଚାରିଲେ, ତେବେ ଶାସ୍ତ୍ରୀମାନେ କାହିଁକି କହନ୍ତି ଯେ, ପ୍ରଥମରେ ଅବଶ୍ୟ ଏଲିୟଙ୍କର ଆଗମନ ହେବ ?
Mark 1:2 in Oriya 2 ଯିଶାଇୟ ଭାବବାଦୀଙ୍କ ଶାସ୍ତ୍ରରେ ଯେପରି ଲେଖା ଅଛି, ଦେଖ, ଆମ୍ଭେ ଆପଣା ଦୂତକୁ ତୁମ୍ଭ ଆଗରେ ପ୍ରେରଣ କରୁଅଛୁ, ସେ ତୁମ୍ଭର ପଥ ପ୍ରସ୍ତୁତ କରିବ;
Luke 1:16 in Oriya 16 ଆଉ ବାପ୍ତିଜକ ଯୋହନ, ଇସ୍ରାଏଲ ସନ୍ତାନମାନଙ୍କ ମଧ୍ୟରୁ ଅନେକଙ୍କୁ ପ୍ରଭୁ ସେମାନଙ୍କ ଇଶ୍ବରଙ୍କ ପ୍ରତି ଫେରାଇବ।
Luke 1:76 in Oriya 76 ଆଉ ହେ ଶିଶୁ(ଯୋହନ), ତୁ ମଧ୍ୟ ପରାତ୍ପରଙ୍କ ଭାବବାଦୀ ବୋଲି ଖ୍ୟାତ ହେବୁ;
Luke 2:11 in Oriya 11 କାରଣ ଆଜି ଦାଉଦଙ୍କ ନଗରରେ ତୁମ୍ଭମାନଙ୍କ ନିମନ୍ତେ ତ୍ରାଣକର୍ତ୍ତା ଜନ୍ମଗ୍ରହଣ କରିଅଛନ୍ତି, ସେ ଖ୍ରୀଷ୍ଟ ପ୍ରଭୁ।
Luke 2:21 in Oriya 21 ତାହାଙ୍କୁ ସୁନ୍ନତ କରିବା ନିମନ୍ତେ ଆଠ ଦିନ ହେବାରୁ, ତାହାଙ୍କର ନାମ ଯୀଶୁ ଦିଆଗଲା; ଏହି ନାମ ତାହାଙ୍କ ଗର୍ଭାସ୍ଥ ହେବା ପୂର୍ବରୁ ଦୂତଙ୍କ ଦ୍ୱାରା ଦିଆଯାଇଥିଲା।
Luke 2:38 in Oriya 38 ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଇଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।
Luke 2:46 in Oriya 46 ତିନି ଦିନ ପରେ ସେମାନେ ତାହାଙ୍କୁ ମନ୍ଦିରରେ ପାଇଲେ; ସେ ପଣ୍ଡିତମାନଙ୍କ ମଧ୍ୟରେ ବସି ସେମାନଙ୍କ କଥା ଶୁଣୁଥିଲେ ଓ ସେମାନଙ୍କୁ ପ୍ରଶ୍ନ ପଚାରୁଥିଲେ,
Luke 3:3 in Oriya 3 ସେଥିରେ ସେ ଯର୍ଦନର ନିକଟବର୍ତ୍ତୀ ସମସ୍ତ ଅଞ୍ଚଳକୁ ଯାଇ ପାପ କ୍ଷମା ନିମନ୍ତେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିବାକୁ ଲାଗିଲେ,
Luke 7:19 in Oriya 19 ସେଥିରେ ଯୋହନ ଆପଣା ଶିଷ୍ୟମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ପାଖକୁ ଡାକି ପ୍ରଭୁଙ୍କ ନିକଟକୁ ଏହା କହି ପଠାଇଲେ, ଆପଣ କ'ଣ ସେହି ବ୍ୟକ୍ତି ଯାହାଙ୍କର ଆଗମନ ହେବ, ନା ଆମ୍ଭେମାନେ ଅନ୍ୟ ଜଣଙ୍କ ଅପେକ୍ଷାରେ ରହିବୁ ?
Luke 7:26 in Oriya 26 ତାହା ନ ହେଲେ କ'ଣ ଦେଖିବା ନିମନ୍ତେ ବାହାରି ଯାଇଥିଲ ? କ'ଣ ଜଣେ ଭାବବାଦୀଙ୍କୁ ? ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ଭାବବାଦୀଙ୍କ ଅପେକ୍ଷା ଅଧିକ ଶ୍ରେଷ୍ଠ ବ୍ୟକ୍ତିଙ୍କୁ।
Luke 19:47 in Oriya 47 ଆଉ ସେ ପ୍ରତିଦିନ ମନ୍ଦିରରେ ଶିକ୍ଷା ଦେଉଥିଲେ, ମାତ୍ର ପ୍ରଧାନ ଯାଜକ ଓ ଶାସ୍ତ୍ରୀମାନେ ଲୋକଙ୍କର ନେତାମାନଙ୍କ ସହିତ ତାହାଙ୍କୁ ବିନାଶ କରିବାକୁ ଚେଷ୍ଟା କରୁଥିଲେ,
John 1:6 in Oriya 6 ଇଶ୍ବରଙ୍କ ନିକଟରୁ ପ୍ରେରିତ ଜଣେ ବ୍ୟକ୍ତି ଉପସ୍ଥିତ ହେଲେ; ତାହାଙ୍କ ନାମ ଯୋହନ।
John 1:15 in Oriya 15 ଯୋହନ ତାହାଙ୍କ ବିଷୟରେ ସାକ୍ଷ୍ୟ ଦେଇ ଉଚ୍ଚସ୍ୱରରେ କହିଲେ, ଯେ ମୋ' ଉତ୍ତାରେ ଆସୁଅଛନ୍ତି, ସେ ମୋହର ଅଗ୍ରଗଣ୍ୟ ହୋଇଅଛନ୍ତି, କାରଣ ସେ ମୋହର ପୂର୍ବରେ ଥିଲେ, ଯାହାଙ୍କ ବିଷୟରେ ମୁଁ ଏହା କହିଥିଲି, ସେ ଏହି।
John 1:33 in Oriya 33 ମୁଁ ମଧ୍ୟ ତାହାଙ୍କୁ ଚିହ୍ନି ନ ଥିଲି, ମାତ୍ର ଯେ ମୋତେ ଜଳରେ ବାପ୍ତିସ୍ମ ଦେବାକୁ ପଠାଇଲେ, ସେ ମୋତେ କହିଲେ, ଯାହାଙ୍କ ଉପରେ ଆତ୍ମାଙ୍କୁ ଅବତରଣ ଓ ଅବସ୍ଥାନ କରିବା ଦେଖିବ, ଯେ ପବିତ୍ର ଆତ୍ମାରେ ବାପ୍ତିସ୍ମ ଦିଅନ୍ତି, ସେ ସେହି ବ୍ୟକ୍ତି।
John 2:14 in Oriya 14 ପୁଣି, ସେ ମନ୍ଦିରରେ ଗୋରୁ, ମେଣ୍ଢା ଓ କାପ୍ତା ବ୍ୟବସାୟୀମାନଙ୍କୁ ଆଉ ମୁଦ୍ରା ବ୍ୟବସାୟୀମାନଙ୍କୁ ବସିଥିବା ଦେଖି ଦଉଡ଼ିରେ ଗୋଟିଏ କୋରଡ଼ା ବନାଇ ମେଣ୍ଢା ଓ ଗୋରୁ ସହିତ ସମସ୍ତଙ୍କୁ ମନ୍ଦିରରୁ ବାହାର କରିଦେଲେ;
John 3:28 in Oriya 28 ମୁଁ ଯେ ଖ୍ରୀଷ୍ଟ ନୁହେଁ, କିନ୍ତୁ ତାହାଙ୍କ ଆଗରେ ପ୍ରେରିତ ହୋଇଅଛି, ଏହା ମୁଁ କହିଥିଲି ବୋଲି ତୁମ୍ଭେମାନେ ନିଜେ ନିଜେ ମୋହର ସାକ୍ଷୀ।
Acts 7:38 in Oriya 38 ଏହି ବ୍ୟକ୍ତି ପ୍ରାନ୍ତରସ୍ଥ ମଣ୍ଡଳୀ ମଧ୍ୟରେ ସୀନୟ ପର୍ବତରେ ତାହାଙ୍କ ସହିତ କଥା କହୁଥିବା ଦୂତଙ୍କ ଓ ଆମ୍ଭମାନଙ୍କ ପିତୃପୁରୁଷମାନଙ୍କ ମଧ୍ୟରେ ମଧ୍ୟସ୍ଥ ଥିଲେ; ସେ ତୁମ୍ଭମାନଙ୍କୁ ଦାନ କରିବା ନିମନ୍ତେ ଜୀବନ୍ତ ବାକ୍ୟସମୂହ ପ୍ରାପ୍ତ ହେଲେ।
Acts 13:24 in Oriya 24 ତାହାଙ୍କ ଆଗମନ ପୂର୍ବେ ଯୋହନ ସମସ୍ତ ଇସ୍ରାଏଲ ଲୋକଙ୍କ ନିକଟରେ ପ୍ରଥମରେ ମନପରିବର୍ତ୍ତନର ବାପ୍ତିସ୍ମ ଘୋଷଣା କରିଥିଲେ;
Acts 19:4 in Oriya 4 ସେଥିରେ ପାଉଲ କହିଲେ, ଯୋହନ ମନପରିବର୍ତ୍ତନର ବାପ୍ତିସ୍ମରେ ବାପ୍ତିସ୍ମ ଦେଇ, ତାହାଙ୍କ ପରେ ଯେ ଆସିବେ, ତାହାଙ୍କଠାରେ ଅର୍ଥାତ୍ ଯୀଶୁଙ୍କଠାରେ ବିଶ୍ୱାସ କରିବାକୁ ହେବ ବୋଲି ଲୋକମାନଙ୍କୁ କହୁଥିଲେ।