Cross Reference Genesis 22:12 in Oriya 12 ତହିଁରେ ସେ କହିଲେ, “ତୁମ୍ଭେ ସେହି ବାଳକର ପ୍ରତିକୂଳରେ ହସ୍ତ ବିସ୍ତାର କର ନାହିଁ ଓ ତାହା ପ୍ରତି କିଛି କର ନାହିଁ; କାରଣ ପରମେଶ୍ୱରଙ୍କ ପ୍ରତି ତୁମ୍ଭର ଭୟ ଅଛି, ଏହା ଏବେ ଆମ୍ଭେ ବୁଝିଲୁ; ଯେହେତୁ ତୁମ୍ଭେ ଆମ୍ଭଙ୍କୁ ଆପଣାର ପୁତ୍ର, ଆପଣାର ଏକମାତ୍ର ପୁତ୍ର ଦେବାକୁ ହିଁ ଅସମ୍ମତ ନୋହିଲ।”
Deuteronomy 6:6 in Oriya 6 ପୁଣି ଏହି ଯେଉଁ ସକଳ କଥା ମୁଁ ଆଜି ତୁମ୍ଭକୁ ଆଜ୍ଞା କରୁଅଛି, ତାହା ତୁମ୍ଭେ ଆପଣା ହୃଦୟରେ ରଖିବ।
1 Samuel 23:16 in Oriya 16 ଏଣୁ ଶାଉଲଙ୍କର ପୁତ୍ର ଯୋନାଥନ ଉଠି ଦାଉଦଙ୍କ କତିକି ବଣକୁ ଗଲା ଓ ପରମେଶ୍ୱରଙ୍କଠାରେ ତାଙ୍କ ହସ୍ତ ସବଳ କଲା।
2 Samuel 7:1 in Oriya 1 ଏଥିଉତ୍ତାରେ ରାଜା ଆପଣା ଗୃହରେ ବାସ କରିବା ବେଳେ ଓ ସଦାପ୍ରଭୁ ତାଙ୍କର ଚତୁର୍ଦ୍ଦିଗସ୍ଥିତ ଶତ୍ରୁମାନଙ୍କଠାରୁ ତାଙ୍କୁ ବିଶ୍ରାମ ଦେଲା ଉତ୍ତାରେ
1 Kings 18:3 in Oriya 3 ଏଣୁ ଆହାବ ରାଜଗୃହର ଅଧ୍ୟକ୍ଷ ଓବଦୀୟକୁ ଡକାଇଲେ। (ସେହି ଓବଦୀୟ ସଦାପ୍ରଭୁଙ୍କୁ ଅତିଶୟ ଭୟ କରିଥିଲା।
1 Kings 18:12 in Oriya 12 ମାତ୍ର ମୁଁ ଆପଣଙ୍କ ନିକଟରୁ ଗଲାକ୍ଷଣେ ଯେବେ ସଦାପ୍ରଭୁଙ୍କ ଆତ୍ମା ମୋହର ଅଜ୍ଞାତ କୌଣସି ସ୍ଥାନକୁ ଆପଣଙ୍କୁ ନେଇଯିବେ, ତେବେ ମୁଁ ଯାଇ ଆହାବଙ୍କୁ ସମ୍ବାଦ ଦେଲେ, ସେ ଆପଣଙ୍କୁ ପାଇ ନ ପାରି ମୋତେ ବଧ କରିବେ; ମାତ୍ର ଆପଣଙ୍କ ଦାସ ମୁଁ ବାଲ୍ୟକାଳାବଧି ସଦାପ୍ରଭୁଙ୍କୁ ଭୟ କରୁଅଛି।
2 Chronicles 6:7 in Oriya 7 ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱରଙ୍କ ନାମ ଉଦ୍ଦେଶ୍ୟରେ ଗୋଟିଏ ଗୃହ ନିର୍ମାଣ କରିବାକୁ ମୋ' ପିତା ଦାଉଦଙ୍କର ମନସ୍ଥ ଥିଲା।
Esther 2:23 in Oriya 23 ତହିଁରେ ଅନୁସନ୍ଧାନ ଦ୍ୱାରା ସେହି କଥା ପ୍ରମାଣ ହୁଅନ୍ତେ, ସେହି ଦୁଇ ଜଣ ବୃକ୍ଷରେ ଫାଶୀ ପାଇଲେ, ଆଉ ସେହି କଥା ରାଜାଙ୍କ ସାକ୍ଷାତରେ ଇତିହାସ-ପୁସ୍ତକରେ ଲେଖାଗଲା।
Esther 4:5 in Oriya 5 ଏଥିରେ ରାଜାଙ୍କ ଦ୍ୱାରା ଏଷ୍ଟରଙ୍କ ସେବାରେ ନିଯୁକ୍ତ ହଥକ୍ ନାମକ ରାଜନପୁଂସକକୁ ଏଷ୍ଟର ଡାକି, କ'ଣ ହେଲା ଓ କାହିଁକି ତାହା ହେଲା, ଏହା ଜାଣିବା ନିମନ୍ତେ ମର୍ଦ୍ଦଖୟ ନିକଟକୁ ଯିବା ପାଇଁ ତାହାଙ୍କୁ ଆଜ୍ଞା ଦେଲେ।
Esther 6:1 in Oriya 1 ସେହି ରାତ୍ରିରେ ରାଜା ଶୋଇ ପାରିଲେ ନାହିଁ; ଏଣୁ ସେ ସ୍ମରଣୀୟ ଇତିହାସ-ପୁସ୍ତକ ଆଣିବାକୁ ଆଜ୍ଞା ଦେଲେ ପୁଣି, ତାହା ରାଜାଙ୍କ ସାକ୍ଷାତରେ ପାଠ କରାଗଲା।
Job 19:23 in Oriya 23 ଆହା, ଏବେ ମୋ' କଥାସବୁ ଯେବେ ଲେଖା ଯା'ନ୍ତା ! ଆହା, ତାହାସବୁ ଯେବେ ପୁସ୍ତକରେ ଲିଖିତ ହୁଅନ୍ତା !
Job 28:28 in Oriya 28 ପୁଣି, ସେ ମନୁଷ୍ୟକୁ କହିଲେ, ‘ଦେଖ, ପ୍ରଭୁ ବିଷୟକ ଭୟ ହିଁ ଜ୍ଞାନ ଓ କୁକ୍ରିୟା ତ୍ୟାଗ ହିଁ ବୁଦ୍ଧି।'”
Psalm 10:4 in Oriya 4 ସେ ତାହା ଅନୁସନ୍ଧାନ କରିବେ ନାହିଁ ବୋଲି ଦୁଷ୍ଟ ଆପଣା ମୁଖର ଅହଙ୍କାରରେ କହେ, ପରମେଶ୍ୱର ନାହାନ୍ତି, ଏହା ତାହାର ସକଳ ଚିନ୍ତାର ସାର।
Psalm 16:3 in Oriya 3 ପୃଥିବୀରେ ଯେଉଁ ପବିତ୍ର ଲୋକମାନେ ଅଛନ୍ତି, ସେମାନେ ଆଦରଣୀୟ, ସେମାନଙ୍କଠାରେ ମୋହର ପରମ ସନ୍ତୋଷ।
Psalm 20:7 in Oriya 7 କେହି କେହି ରଥରେ ଓ କେହି କେହି ଅଶ୍ୱରେ ନିର୍ଭର କରନ୍ତି; ମାତ୍ର ଆମ୍ଭେମାନେ ସଦାପ୍ରଭୁ ଆମ୍ଭମାନଙ୍କ ପରମେଶ୍ୱରଙ୍କ ଶକ୍ତିରେ ନିର୍ଭର କରୁ।
Psalm 33:18 in Oriya 18 ଦେଖ, ଯେଉଁମାନେ ସଦାପ୍ରଭୁଙ୍କୁ ଭୟ କରନ୍ତି, ତାହାଙ୍କ ଦୟାରେ ଭରସା ରଖନ୍ତି,
Psalm 34:15 in Oriya 15 ଧାର୍ମିକମାନଙ୍କ ପ୍ରତି ସଦାପ୍ରଭୁଙ୍କର ଦୃଷ୍ଟି ଅଛି ଓ ସେମାନଙ୍କ ଆର୍ତ୍ତନାଦ ପ୍ରତି ତାହାଙ୍କର କର୍ଣ୍ଣ ଅଛି।
Psalm 56:8 in Oriya 8 ତୁମ୍ଭେ ମୋହର ଭ୍ରମଣ ଗଣନା କରୁଅଛ। ତୁମ୍ଭେ ଆପଣା ପାତ୍ରରେ ଆମ୍ଭର ଅଶ୍ରୁ ରଖିଥାଅ; ତାହାସବୁ କ'ଣ ତୁମ୍ଭ ପୁସ୍ତକରେ ନାହିଁ ?
Psalm 66:16 in Oriya 16 ହେ ପରମେଶ୍ୱରଙ୍କ ଭୟକାରୀ ସମସ୍ତେ, ଆସ ଶୁଣ, ଆଉ ସେ ଆମ୍ଭ ପ୍ରାଣ ପାଇଁ ଯାହା କରିଅଛନ୍ତି, ତାହା ମୁଁ ବର୍ଣ୍ଣନା କରିବି।
Psalm 73:15 in Oriya 15 ଏରୂପ କହିବି ବୋଲି ଯଦି ମୁଁ କହିଥା'ନ୍ତି ତେବେ ଦେଖ, ମୁଁ ତୁମ୍ଭ ସନ୍ତାନଗଣର ବଂଶ ପ୍ରତି ବିଶ୍ୱାସଘାତକତା କରିଥା'ନ୍ତି।
Psalm 94:19 in Oriya 19 ମୋ' ଆନ୍ତରିକ ଭାବନାର ବାହୁଲ୍ୟ ସମୟରେ ତୁମ୍ଭର ସାନ୍ତ୍ୱନାସବୁ ମୋ' ପ୍ରାଣକୁ ଆହ୍ଲାଦିତ କରେ।
Psalm 104:33 in Oriya 33 ମୁଁ ବଞ୍ଚିଥିବା ଯାଏ, ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଗାନ କରିବି; ମୋହର ଅସ୍ତିତ୍ୱ ଥିବାଯାଏ, ମୁଁ ମୋହର ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପ୍ରଶଂସା ଗାନ କରିବି।
Psalm 111:10 in Oriya 10 ସଦାପ୍ରଭୁ-ବିଷୟକ ଭୟ ଜ୍ଞାନର ଆରମ୍ଭ; ଯେଉଁମାନେ ତଦନୁଯାୟୀ କର୍ମ କରନ୍ତି, ସେସମସ୍ତଙ୍କର ସୁବୁଦ୍ଧି ହୁଏ; ତାହାଙ୍କର ପ୍ରଶଂସା ସଦାକାଳସ୍ଥାୟୀ।
Psalm 119:63 in Oriya 63 ଯେଉଁମାନେ ତୁମ୍ଭଙ୍କୁ ଭୟ କରନ୍ତି ଓ ତୁମ୍ଭ ବିଧାନସବୁ ପାଳନ୍ତି, ମୁଁ ସେହି ସମସ୍ତଙ୍କର ସଙ୍ଗୀ।
Psalm 139:4 in Oriya 4 କାରଣ ହେ ସଦାପ୍ରଭୁ, ଦେଖ, ଯାହା ତୁମ୍ଭଙ୍କୁ ସମ୍ପୂର୍ଣ୍ଣ ଗୋଚର ନୁହେଁ, ଏପରି ଗୋଟିଏ କଥା ମୋ' ଜିହ୍ୱାରେ ନାହିଁ।
Psalm 147:11 in Oriya 11 ସଦାପ୍ରଭୁ ଆପଣା ଭୟକାରୀମାନଙ୍କଠାରେ ଓ ତାହାଙ୍କ ଦୟାରେ ଭରସାକାରୀମାନଙ୍କଠାରେ ତୁଷ୍ଟ ଅଟନ୍ତି।
Proverbs 13:20 in Oriya 20 ଜ୍ଞାନୀ ସଙ୍ଗରେ ଗମନାଗମନ କର, ତହିଁରେ ତୁମ୍ଭେ ଜ୍ଞାନୀ ହେବ; ମାତ୍ର ମୂର୍ଖମାନଙ୍କର ସଙ୍ଗୀ କ୍ଳେଶ ପାଇବ।
Isaiah 26:3 in Oriya 3 ଯାହାର ମନ ତୁମ୍ଭଠାରେ ସ୍ଥିର ଥାଏ, ତାହାକୁ ତୁମ୍ଭେ ସମ୍ପୂର୍ଣ୍ଣ ଶାନ୍ତିରେ ରଖିବ; କାରଣ ସେ ତୁମ୍ଭଠାରେ ନିର୍ଭର ରଖେ।
Isaiah 26:8 in Oriya 8 ହେ ସଦାପ୍ରଭୁ, ଆମ୍ଭେମାନେ ତୁମ୍ଭ ଶାସନ ମାର୍ଗରେ ତୁମ୍ଭ ଅପେକ୍ଷାରେ ରହିଅଛୁ; ତୁମ୍ଭର ନାମ ଓ ତୁମ୍ଭର ସ୍ମରଣ ଚିହ୍ନ ପ୍ରତି ଆମ୍ଭମାନଙ୍କର ପ୍ରାଣର ଆକାଂକ୍ଷା ଅଛି।
Isaiah 50:10 in Oriya 10 ଯେ ସଦାପ୍ରଭୁଙ୍କୁ ଭୟ କରେ ଓ ତାହାଙ୍କ ସେବକର ବାକ୍ୟ ପାଳନ କରେ, ତୁମ୍ଭମାନଙ୍କ ମଧ୍ୟରେ ଏପରି କିଏ ଅଛି ? ଯେଉଁ ଲୋକ ଅନ୍ଧକାରରେ ଗମନ କରେ ଓ ଦୀପ୍ତିପ୍ରାପ୍ତ ନ ହୁଏ, ସେ ସଦାପ୍ରଭୁଙ୍କ ନାମରେ ବିଶ୍ୱାସ କରୁ ଓ ଆପଣା ପରମେଶ୍ୱରଙ୍କ ଉପରେ ନିର୍ଭର କରୁ।
Isaiah 65:6 in Oriya 6 ଦେଖ, ଆମ୍ଭ ସମ୍ମୁଖରେ ଏହା ଲିଖିତ ଅଛି; ଆମ୍ଭେ ନୀରବ ହୋଇ ରହିବା ନାହିଁ, ମାତ୍ର ପ୍ରତିଫଳ ଦେବା, ହଁ, ଆମ୍ଭେ ସେମାନଙ୍କ କୋଳରେ ପ୍ରତିଫଳ ଦେବା,”
Ezekiel 9:4 in Oriya 4 ପୁଣି, ସଦାପ୍ରଭୁ ତାହାକୁ କହିଲେ, “ତୁମ୍ଭେ ନଗରର ମଧ୍ୟ ଦେଇ, ଯିରୂଶାଲମର ମଧ୍ୟ ଦେଇ ଯାଅ ଓ ତହିଁ ମଧ୍ୟରେ କୃତ ସକଳ ଘୃଣାଯୋଗ୍ୟ କ୍ରିୟା ସକାଶୁ ଯେଉଁ ଲୋକମାନେ ଦୀର୍ଘ ନିଃଶ୍ୱାସ ଛାଡ଼ନ୍ତି ଓ କାତରୋକ୍ତି କରନ୍ତି, ସେମାନଙ୍କର କପାଳରେ ଚିହ୍ନ ଦିଅ।”
Daniel 2:17 in Oriya 17 ଏଥିରେ ଦାନିୟେଲ ଆପଣା ଗୃହକୁ ଗଲେ, ଆଉ ସେ ଓ ତାଙ୍କର ସଙ୍ଗୀମାନେ ଯେପରି ବାବିଲର ଅନ୍ୟାନ୍ୟ ବିଦ୍ୱାନ୍ମାନଙ୍କ ସଙ୍ଗେ ବିନଷ୍ଟ ନୋହିବେ,
Daniel 7:10 in Oriya 10 ତାହାଙ୍କ ସମ୍ମୁଖରୁ ଅଗ୍ନିସ୍ରୋତ ନିର୍ଗତ ହୋଇ ବହିଲା; ସହସ୍ର ସହସ୍ର ତାହାଙ୍କର ପରିଚର୍ଯ୍ୟା କଲେ ଓ ଅୟୁତ ଅୟୁତ ତାହାଙ୍କ ସମ୍ମୁଖରେ ଉଭା ହେଲେ। ବିଚାରସଭା ବସିଲା ଓ ପୁସ୍ତକମାନ ଫିଟାଗଲା।
Malachi 3:5 in Oriya 5 “ପୁଣି, ଆମ୍ଭେ ବିଚାର କରିବା ପାଇଁ ତୁମ୍ଭମାନଙ୍କ ନିକଟକୁ ଆସିବା ଆଉ, ତାନ୍ତ୍ରିକ ଓ ବ୍ୟଭିଚାରୀ ଓ ମିଥ୍ୟା ଶପଥକାରୀମାନଙ୍କ ବିରୁଦ୍ଧରେ ଓ ଯେଉଁମାନେ ବେତନଜୀବୀର ବେତନ ବିଷୟରେ, ବିଧବା ଓ ପିତୃହୀନ ପ୍ରତି ଅତ୍ୟାଚାର କରନ୍ତି, ଆଉ ବିଦେଶୀର ପ୍ରତି ଅନ୍ୟାୟ କରନ୍ତି ଓ ଆମ୍ଭଙ୍କୁ ଭୟ ନ କରନ୍ତି, ସେମାନଙ୍କ ବିରୁଦ୍ଧରେ ଆମ୍ଭେ ଶୀଘ୍ର ସାକ୍ଷୀ ହେବା,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Malachi 4:2 in Oriya 2 ମାତ୍ର ଆମ୍ଭ ନାମକୁ ଭୟ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କ ପ୍ରତି ଧର୍ମରୂପ ସୂର୍ଯ୍ୟ ଆରୋଗ୍ୟଦାୟକ କିରଣ ସଂଯୁକ୍ତ ହୋଇ ଉଦିତ ହେବ; ଆଉ, ତୁମ୍ଭେମାନେ ବାହାର ହୋଇ ହୃଷ୍ଟପୁଷ୍ଟ ଗୋବତ୍ସ ତୁଲ୍ୟ କୁଦା ମାରିବ।
Matthew 12:35 in Oriya 35 ଉତ୍ତମ ଲୋକ ଉତ୍ତମ ଭଣ୍ଡାରରୁ ଉତ୍ତମ ପଦାର୍ଥ ବାହାର କରେ, ପୁଣି, ମନ୍ଦ ଲୋକ ମନ୍ଦ ଭଣ୍ଡାରରୁ ମନ୍ଦ ପଦାର୍ଥ ବାହାର କରେ।
Matthew 18:19 in Oriya 19 ପୁନଶ୍ଚ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, ପୃଥିବୀରେ ତୁମ୍ଭମାନଙ୍କ ମଧ୍ୟରୁ ଦୁଇ ଜଣ ଯେକୌଣସି ବିଷୟ ଏକମନା ହୋଇ ଯାହା କିଛି ମାଗିବେ, ତାହା ମୋହର ସ୍ୱର୍ଗସ୍ଥ ପିତାଙ୍କ କର୍ତ୍ତୃକ ସେମାନଙ୍କ ପ୍ରତି ଘଟିବ।
Luke 2:38 in Oriya 38 ସେହି ଦଣ୍ଡରେ ସେ ଉପସ୍ଥିତ ହୋଇ ଇଶ୍ବରଙ୍କ ପ୍ରଶଂସା କରୁ କରୁ ଯିରୂଶାଲମର ମୁକ୍ତି ଅପେକ୍ଷାରେ ଥିବା ସମସ୍ତଙ୍କୁ ତାହାଙ୍କ ବିଷୟ କହିବାକୁ ଲାଗିଲେ।
Luke 24:14 in Oriya 14 ଓ ଏହି ସମସ୍ତ ଘଟଣା ବିଷୟରେ ପରସ୍ପର କଥାବାର୍ତ୍ତା କରୁଥିଲେ।
John 1:40 in Oriya 40 ଯେଉଁ ଦୁଇ ଜଣ ଯୋହନଙ୍କ କଥା ଶୁଣି ଯୀଶୁଙ୍କ ପଛେ ପଛେ ଯାଇଥିଲେ, ସେମାନଙ୍କ ମଧ୍ୟରୁ ଜଣେ ଶିମୋନ ପିତରଙ୍କ ଭାଇ ଆନ୍ଦ୍ରୀୟ ଥିଲେ।
John 12:20 in Oriya 20 ପର୍ବ ସମୟରେ ଉପାସନା କରିବା ନିମନ୍ତେ ଆସିଥିବା ଯାତ୍ରୀମାନଙ୍କ ମଧ୍ୟରେ କେତେକ ଗ୍ରୀକ୍ ଲୋକ ଥିଲେ।
Acts 1:13 in Oriya 13 ସେମାନେ, ଅର୍ଥାତ୍ ପିତର, ଯୋହନ, ଯାକୁବ, ଆନ୍ଦ୍ରିୟ, ଫିଲିପ୍ପ, ଥୋମା, ବାର୍ଥଲମୀ, ମାଥିଉ, ଆଲଫିଙ୍କ ପୁତ୍ର ଯାକୁବ, ‘ଉଦ୍ଯୋଗୀ' ଶିମୋନ ଓ ଯାକୁବଙ୍କ ପୁତ୍ର ଯିହୂଦା, ନଗରରେ ପ୍ରବେଶ କରି, ଯେଉଁ ଉପର କୋଠରୀରେ ସେମାନେ ବାସ କରୁଥିଲେ, ସେଠାକୁ ଗଲେ।
Acts 2:1 in Oriya 1 ପେଣ୍ଟିକଷ୍ଟ ଦିବସ ଉପସ୍ଥିତ ହୁଅନ୍ତେ, ସମସ୍ତେ ଏକ ସ୍ଥାନରେ ଏକାଠି ଥିଲେ।
Acts 4:23 in Oriya 23 ଶିଷ୍ୟମାନେ ମୁକ୍ତ ହୋଇ ଆପଣା ସଙ୍ଗୀମାନଙ୍କ ନିକଟକୁ ଗଲେ ଏବଂ ପ୍ରଧାନ ଯାଜକ ଓ ପ୍ରାଚୀନମାନେ ସେମାନଙ୍କୁ ଯାହା ଯାହା କହିଥିଲେ, ସେହି ସବୁ ଜଣାଇଲେ।
Acts 9:31 in Oriya 31 ଏହି ପ୍ରକାରେ ସମୁଦାୟ ଯିହୂଦା ପ୍ରଦେଶ, ଗାଲିଲୀ ଓ ଶମିରୋଣ ମଣ୍ଡଳୀ ନିଷ୍ଠାପ୍ରାପ୍ତ ହୋଇ ଓ ପ୍ରଭୁଙ୍କର ଭୟରେ ଆଚରଣ କରି ଶାନ୍ତି ଭୋଗ କଲେ, ପୁଣି, ପବିତ୍ର ଆତ୍ମାଙ୍କ ସାହାଯ୍ୟରେ ବୃଦ୍ଧି ପାଇବାକୁ ଲାଗିଲେ।
Acts 10:2 in Oriya 2 ସେ ଜଣେ ଭକ୍ତ, ଆଉ ସପରିବାରରେ ଈଶ୍ୱରଙ୍କୁ ଭୟ କରୁଥିଲେ। ସେ ଲୋକମାନଙ୍କୁ ବହୁତ ଦାନ ଦେଉଥିଲେ, ଆଉ ସର୍ବଦା ଇଶ୍ବରଙ୍କ ଛାମୁରେ ପ୍ରାର୍ଥନା କରୁଥିଲେ।
Ephesians 5:19 in Oriya 19 ପୁଣି, ତୁମ୍ଭମାନଙ୍କ ହୃଦୟରେ ଇଶ୍ବରଙ୍କ ଉଦ୍ଦେଶ୍ୟରେ ଭଜନ ଓ ଗୀତ ଗାନ କର;
1 Thessalonians 5:11 in Oriya 11 ଏଣୁ ଯେପରି କରୁଅଛ, ସେହିପରି ପରସ୍ପରକୁ ସାନ୍ତ୍ୱନା ଦିଅ, ପୁଣି, ପରସ୍ପରର ନିଷ୍ଠା ଜନ୍ମାଅ।
1 Thessalonians 5:14 in Oriya 14 ହେ ଭାଇମାନେ, ଆମ୍ଭେମାନେ ତୁମ୍ଭମାନଙ୍କୁ ନିବେଦନ କରୁଅଛୁ, ଅବିହିତ ଆଚରଣ କରୁଥିବା ଲୋକମାନଙ୍କୁ ଚେତନା ଦିଅ, ସାହସ ହୀନମାନଙ୍କୁ ସାନ୍ତ୍ୱନା ଦିଅ, ଦୁର୍ବଳମାନଙ୍କୁୁ ସାହାଯ୍ୟ କର, ସମସ୍ତଙ୍କ ପ୍ରତି ଦୀର୍ଘସହିଷ୍ଣୁ ହୁଅ।
Hebrews 3:13 in Oriya 13 କିନ୍ତୁ କାଳେ ପାପର ପ୍ରବଞ୍ଚନା ଦ୍ୱାରା ତୁମ୍ଭମାନଙ୍କ ମଧ୍ୟରୁ କେହି କଠିନମନା ହୁଏ, ଏଥି ନିମନ୍ତେ ଆଜି ସୁଯୋଗ ଥାଉ ଥାଉ ପ୍ରତିଦିନ ପରସ୍ପରକୁ ଉତ୍ସାହ ଦିଅ;
Hebrews 4:12 in Oriya 12 କାରଣ ଇଶ୍ବରଙ୍କ ବାକ୍ୟ ଜୀବନ୍ତ ଓ କାର୍ଯ୍ୟସାଧକ ପୁଣି, ଦ୍ୱିଧାର ଖଡ଼୍ଗଠାରୁ ତୀକ୍ଷ୍ମତର, ଆଉ ପ୍ରାଣ ଓ ଆତ୍ମା, ଗ୍ରନ୍ଥି ଓ ମଜ୍ଜାର ବିଚ୍ଛେଦ ପର୍ଯ୍ୟନ୍ତ ପରିଭେଦକ ଏବଂ ହୃଦୟର ଚିନ୍ତା ଓ ଭାବର ସୂକ୍ଷ୍ମ ବିଚାରକ ଅଟେ।
Hebrews 10:24 in Oriya 24 ପୁଣି, ପ୍ରେମ ଓ ସତ୍କ୍ରିୟାରେ ପ୍ରବର୍ତ୍ତାଇବା ନିମନ୍ତେ ପରସ୍ପର ବିଷୟରେ ମନୋଯୋଗ କରୁ,
Hebrews 12:15 in Oriya 15 କାଳେ କେହି ଇଶ୍ବରଙ୍କ ଅନୁଗ୍ରହରୁ ପତିତ ହୁଏ ଅବା କୌଣସି ତିକ୍ତତାର ମୂଳ ଅଙ୍କୁରିତ ହୋଇ ବଢ଼ି ଉଠି ତୁମ୍ଭମାନଙ୍କର ଅନିଷ୍ଟ କରେ, ଆଉ ତଦ୍ୱାରା ଅନେକେ କଳୁଷିତ ହୁଅନ୍ତି;
Revelation 15:4 in Oriya 4 ହେ ପ୍ରଭୁ, କିଏ ତୁମ୍ଭକୁ ଭୟ ନ କରିବ ? କିଏ ତୁମ୍ଭ ନାମର ଗୌରବ କୀର୍ତ୍ତନ ନ କରିବ ? କାରଣ କେବଳ ତୁମ୍ଭେ ହିଁ ପବିତ୍ର; ଜାତିସମୂହ ଆସି ତୁମ୍ଭ ଛାମୁରେ ପ୍ରଣାମ କରିବେ, ଯେଣୁ ତୁମ୍ଭର ନ୍ୟାୟ କର୍ମସମୂହ ପ୍ରକାଶିତ ହୋଇଅଛି।
Revelation 20:12 in Oriya 12 ପୁଣି, ମୁଁ କ୍ଷୁଦ୍ର ଓ ମହାନ ସମସ୍ତ ମୃତ ଲୋକଙ୍କୁ ସିଂହାସନର ସମ୍ମୁଖରେ ଠିଆ ହୋଇଥିବାର ଦେଖିଲି, ଆଉ ପୁସ୍ତକସବୁ ଫିଟାଗଲା; ପରେ ଜୀବନ ପୁସ୍ତକ ନାମକ ଆଉ ଗୋଟିଏ ପୁସ୍ତକ ଫିଟାଗଲା; ସେହି ପୁସ୍ତକମାନଙ୍କରେ ଲିଖିତ ବିଷୟ ପ୍ରମାଣେ ମୃତମାନେ ଆପଣା ଆପଣା କର୍ମାନୁସାରେ ବିଚାରିତ ହେଲେ।