Cross Reference Psalm 2:7 in Oriya 7 ମୁଁ ସେହି ବିଧାନ ପ୍ରଚାର କରିବି; ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ଆମ୍ଭର ପୁତ୍ର; ଆଜି ଆମ୍ଭେ ତୁମ୍ଭକୁ ଜନ୍ମ ଦେଲୁ।
Isaiah 1:18 in Oriya 18 ସଦାପ୍ରଭୁ କହନ୍ତି, ଆସ, ଆମ୍ଭେମାନେ ଉତ୍ତର ପ୍ରତ୍ୟୁତ୍ତର କରୁ; ତୁମ୍ଭମାନଙ୍କର ପାପସବୁ ସିନ୍ଦୂରବର୍ଣ୍ଣ ପରି ହେଲେ ହେଁ ହିମ ପରି ଶୁକ୍ଳବର୍ଣ୍ଣ ହେବ; ସେହିସବୁ ଲୋହିତବର୍ଣ୍ଣ ପରି ରଙ୍ଗ ହେଲେ ହେଁ ମେଷଲୋମ ପରି ହେବ।
Isaiah 4:4 in Oriya 4 ସେତେବେଳେ ସିୟୋନରେ ଯେକେହି ଅବଶିଷ୍ଟ ଥାଏ ଓ ଯିରୂଶାଲମରେ ରହେ, ଅର୍ଥାତ୍, ଯିରୂଶାଲମସ୍ଥ ଜୀବିତ ଲୋକମାନଙ୍କ ମଧ୍ୟରେ ଯେ ପ୍ରତ୍ୟେକର ନାମ ଲିଖିତ ହୁଏ, ସେ ପବିତ୍ର ବୋଲି ବିଖ୍ୟାତ ହେବ।
Jeremiah 2:22 in Oriya 22 ପ୍ରଭୁ, ସଦାପ୍ରଭୁ କହନ୍ତି, ଯଦ୍ୟପି ତୁମ୍ଭେ ଆପଣାକୁ ସୋଡ଼ାରେ ଧୌତ କର ଓ ବହୁତ ସାବୁନ ଲଗାଅ, ତଥାପି ଆମ୍ଭ ଦୃଷ୍ଟିରେ ତୁମ୍ଭ ଅଧର୍ମ ଚିହ୍ନିତ ହୋଇ ରହିଅଛି।
Ezekiel 22:14 in Oriya 14 ଯେଉଁ ଦିନ ଆମ୍ଭେ ତୁମ୍ଭଠାରୁ ନିକାଶ ନେବା, ସେହି ଦିନ ତୁମ୍ଭ ଅନ୍ତଃକରଣ କି ସହି ପାରିବ, ଅବା ତୁମ୍ଭର ହସ୍ତ କି ସବଳ ହୋଇ ପାରିବ ? ଆମ୍ଭେ ସଦାପ୍ରଭୁ ଏହା କହିଅଛୁ ଓ ଏହା ସିଦ୍ଧ କରିବା।
Amos 5:18 in Oriya 18 ହାୟ, ହାୟ, ସଦାପ୍ରଭୁଙ୍କର ଦିନ ବାଞ୍ଛାକାରୀମାନେ ! ତୁମ୍ଭେମାନେ କାହିଁକି ସଦାପ୍ରଭୁଙ୍କର ଦିନ ବାଞ୍ଛା କରୁଅଛ ? ତାହା ଅନ୍ଧକାରମୟ, ଦୀପ୍ତିମୟ ନୁହେଁ।
Zechariah 13:9 in Oriya 9 ଆଉ, ସେହି ତୃତୀୟାଂଶକୁ ଆମ୍ଭେ ଅଗ୍ନି ମଧ୍ୟଦେଇ ଆଣିବା ଓ ରୂପା ଯେପରି ପରିଷ୍କୃତ ହୁଏ, ତଦ୍ରୂପ ସେମାନଙ୍କୁ ପରିଷ୍କାର କରିବା, ଆଉ ସୁନା ଯେପରି ପରୀକ୍ଷିତ ହୁଏ, ସେପରି ସେମାନଙ୍କୁ ପରୀକ୍ଷା କରିବା। ସେମାନେ ଆମ୍ଭ ନାମରେ ପ୍ରାର୍ଥନା କରିବେ ଓ ଆମ୍ଭେ ସେମାନଙ୍କର ପ୍ରାର୍ଥନା ଶୁଣିବା। ଆମ୍ଭେ କହିବା, ‘ଏମାନେ ଆମ୍ଭର ଲୋକ' ଆଉ, ସେମାନେ କହିବେ, ‘ସଦାପ୍ରଭୁ ଆମ୍ଭର ପରମେଶ୍ୱର ଅଟନ୍ତି।'”
Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Matthew 3:7 in Oriya 7 କିନ୍ତୁ ଫାରୂଶୀ ଓ ସାଦ୍ଦୂକୀମାନଙ୍କ ମଧ୍ୟରୁ ଅନେକେ ବାପ୍ତିସ୍ମ ନିମନ୍ତେ ଆସୁଅଛନ୍ତି, ଏହା ଦେଖି ସେ ସେମାନଙ୍କୁ କହିଲେ, “ରେ କାଳସର୍ପର ବଂଶ, ଆଗାମୀ କ୍ରୋଧରୁ ପଳାୟନ କରିବା ନିମନ୍ତେ କିଏ ତୁମ୍ଭମାନଙ୍କୁ ଚେତନା ଦେଲା ?
Matthew 21:31 in Oriya 31 ଏହି ଦୁହିଁଙ୍କ ମଧ୍ୟରୁ କିଏ ପିତାଙ୍କର ଇଚ୍ଛା ସାଧନ କଲା ? ସେମାନେ କହିଲେ, “ପ୍ରଥମ ଜଣକ।” ଯୀଶୁ ସେମାନଙ୍କୁ କହିଲେ, ମୁଁ ତୁମ୍ଭମାନଙ୍କୁ ସତ୍ୟ କହୁଅଛି, କରଗ୍ରାହୀ ଓ ବେଶ୍ୟାମାନେ ତୁମ୍ଭମାନଙ୍କ ଆଗେ ଇଶ୍ବରଙ୍କ ରାଜ୍ୟରେ ପ୍ରବେଶ କରୁଅଛନ୍ତି।
Matthew 23:13 in Oriya 13 କିନ୍ତୁ ହାୟ, ଦଣ୍ଡର ପାତ୍ର କପଟୀ ଶାସ୍ତ୍ରୀ ଓ ଫାରୂଶୀମାନେ, କାରଣ ତୁମ୍ଭେମାନେ ମନୁଷ୍ୟମାନଙ୍କ ସମ୍ମୁଖରେ ସ୍ୱର୍ଗରାଜ୍ୟ ବନ୍ଦ କରୁଥାଅ; ତୁମ୍ଭେମାନେ ତ ନିଜେ ପ୍ରବେଶ କରୁ ନାହଁ, ପୁଣି, ପ୍ରବେଶ କରିବାକୁ ଇଚ୍ଛୁକ ଲୋକମାନଙ୍କୁ ସୁଦ୍ଧା ପ୍ରବେଶ କରାଇ ଦେଉ ନାହଁ।
Matthew 25:10 in Oriya 10 କିନ୍ତୁ ସେମାନେ କିଣିବାକୁ ଯାଉଥିବା ସମୟରେ ‘ବର' ଆସିଲେ, ପୁଣି, ଯେଉଁମାନେ ପ୍ରସ୍ତୁତ ଥିଲେ, ସେମାନେ ତାହାଙ୍କ ସହିତ ବିବାହ-ଉତ୍ସବରେ ଯୋଗଦାନ କରିବା ନିମନ୍ତେ ଗୃହରେ ପ୍ରବେଶ କଲେ, ଆଉ ଦ୍ୱାର ବନ୍ଦ କରାଗଲା।
Mark 9:3 in Oriya 3 ଆଉ ସେ ସେମାନଙ୍କ ସାକ୍ଷାତରେ ରୂପାନ୍ତରିତ ହେଲେ, ତାହାଙ୍କ ବସ୍ତ୍ର ଏପରି ଉଜ୍ଜ୍ୱଳ ଓ ଅତିଶୟ ଶୁଭ୍ରବର୍ଣ୍ଣ ହେଲା ଯେ, ପୃଥିବୀର କୌଣସି ରଜକ ସେପରି ଶୁଭ୍ରବର୍ଣ୍ଣ କରି ପାରେ ନାହିଁ।
Luke 2:34 in Oriya 34 ଆଉ, ଶିମିୟୋନ ସେମାନଙ୍କୁ ଆଶୀର୍ବାଦ କରି ତାହାଙ୍କ ମାତା ମରିୟମଙ୍କୁ କହିଲେ, ଦେଖ, ଯେପରି ଅନେକଙ୍କ ହୃଦୟର ଭାବନା ପ୍ରକାଶିତ ହୁଏ,
Luke 3:9 in Oriya 9 ଆଉ, ଏବେ ସୁଦ୍ଧା ଗଛଗୁଡ଼ାକ ମୂଳରେ କୁରାଢ଼ୀ ଲାଗିଅଛି; ଅତଏବ ଯେକୌଣସି ଗଛ ଭଲ ଫଳ ନ ଫଳେ, ତାହା ହଣାଯାଇ ନିଆଁରେ ପକାଯିବ।
Luke 3:17 in Oriya 17 ଆପଣା ଖଳା ଉତ୍ତମ ରୂପେ ପରିଷ୍କାର କରିବା ନିମନ୍ତେ ଓ ନିଜ ଅମାରରେ ଗହମ ସଂଗ୍ରହ କରି ରଖିବା ନିମନ୍ତେ ତାହାଙ୍କ ହାତରେ କୁଲା ଅଛି, କିନ୍ତୁ ଅଗାଡ଼ିଯାକ ସେ ଅନନ୍ତ ଅଗ୍ନିରେ ପୋଡ଼ିପକାଇବେ।
Luke 7:23 in Oriya 23 ଆଉ, ଯେଉଁ ବ୍ୟକ୍ତି ମୋ'ଠାରେ ବାଧାର କାରଣ ପାଏ ନାହିଁ, ସେ ଧନ୍ୟ।
Luke 11:37 in Oriya 37 ସେ କଥା କହୁଥିବା ସମୟରେ ଜଣେ ଫାରୂଶୀ ତାହାଙ୍କୁ ଦିନବେଳେ ଆପଣା ଗୃହରେ ଭୋଜନ କରିବାକୁ ନିମନ୍ତ୍ରଣ କଲେ, ଆଉ ସେ ଗୃହରେ ପ୍ରବେଶ କରି ଭୋଜନରେ ବସିଲେ।
Luke 11:52 in Oriya 52 ହାୟ ଦଣ୍ଡର ପାତ୍ର ମୋଶାଙ୍କ ବ୍ୟବସ୍ଥାଶାସ୍ତ୍ରଜ୍ଞମାନେ, କାରଣ ତୁମ୍ଭେମାନେ ଜ୍ଞାନର ଚାବି ହରଣ କଲ; ତୁମ୍ଭେମାନେ ନିଜେ ନିଜେ ପ୍ରବେଶ କଲ ନାହିଁ, ଆଉ ପ୍ରବେଶ କରିବାକୁ ଇଚ୍ଛା କରୁଥିବା ଲୋକମାନଙ୍କୁ ବାଧା ଦେଲ।
Luke 21:36 in Oriya 36 କିନ୍ତୁ ତୁମ୍ଭେମାନେ ଯେପରି ଏହି ସମସ୍ତ ଆଗାମୀ ଘଟଣାରୁ ରକ୍ଷା ପାଇବାକୁ ଓ ମନୁଷ୍ୟପୁତ୍ରଙ୍କ ସମ୍ମୁଖରେ ଠିଆ ହେବାକୁ ସମର୍ଥ ହୁଅ, ଏନିମନ୍ତେ ସର୍ବଦା ପ୍ରାର୍ଥନା କରି ଜାଗି ରୁହ।
John 6:42 in Oriya 42 ଏ କ'ଣ ଯୋଷେଫର ପୁଅ ଯୀଶୁ ନୁହେଁ, ଆଉ ଆମ୍ଭେମାନେ କ'ଣ ଏହାର ପିତାମାତାକୁ ଜାଣୁ ନାହୁଁ ? ତେବେ ମୁଁ ସ୍ୱର୍ଗରୁ ଅବତରଣ କରିଅଛି ବୋଲି ସେ ଏବେ କିପରି କହୁଅଛି ?
John 8:41 in Oriya 41 ତୁମ୍ଭେମାନେ ତୁମ୍ଭମାନଙ୍କ ପିତାର କର୍ମସବୁ କରୁଅଛ। ସେମାନେ ତାହାଙ୍କୁ କହିଲେ, ଆମ୍ଭେମାନେ ବ୍ୟଭିଚାରରୁ ଜାତ ହୋଇ ନାହୁଁ; ଆମ୍ଭମାନଙ୍କର ଏକମାତ୍ର ପିତା, ସେ ଈଶ୍ୱର।
John 8:55 in Oriya 55 ଆଉ, ତୁମ୍ଭେମାନେ ତାହାଙ୍କୁ ଜାଣି ନାହଁ, କିନ୍ତୁ ମୁଁ ତାହାଙ୍କୁ ଜାଣେ। ପୁଣି, ମୁଁ ତାହାଙ୍କୁ ଜାଣେ ନାହିଁ ବୋଲି ଯଦି କହିବି, ତାହାହେଲେ ମୁଁ ତୁମ୍ଭମାନଙ୍କ ପରି ମିଥ୍ୟାବାଦୀ ହେବି, କିନ୍ତୁ ମୁଁ ତାହାଙ୍କୁ ଜାଣେ ଓ ତାହାଙ୍କର ବାକ୍ୟ ପାଳନ କରେ।
John 9:39 in Oriya 39 ପୁଣି, ଯୀଶୁ କହିଲେ, ଦେଖୁ ନ ଥିବା ଲୋକେ ଯେପରି ଦେଖନ୍ତି ଓ ଦେଖୁଥିବା ଲୋକେ ଯେପରି ଅନ୍ଧ ହୁଅନ୍ତି, ଏହି ବିଚାର ନିମନ୍ତେ ମୁଁ ଜଗତକୁ ଆସିଅଛି।
John 15:22 in Oriya 22 ଯଦି ମୁଁ ଆସି ସେମାନଙ୍କୁ କହି ନ ଥାଆନ୍ତି, ତାହା- ହେଲେ ସେମାନଙ୍କ ପାପ ହୋଇ ନ ଥାଆନ୍ତା; କିନ୍ତୁ ଏବେ ସେମାନଙ୍କ ପାପ ବିଷୟରେ ସେମାନେ କୌଣସି ବାହାନା କରି ପାରନ୍ତି ନାହିଁ।
Acts 7:52 in Oriya 52 ଭାବବାଦୀମାନଙ୍କ ମଧ୍ୟରୁ କାହାକୁ ଆପଣମାନଙ୍କର ପିତୃପୁରୁଷମାନେ ତାଡ଼ନା କରି ନ ଥିଲେ? ଯେଉଁମାନେ ସେହି ଧାର୍ମିକ ବ୍ୟକ୍ତିଙ୍କ ଆଗମନ ବିଷୟରେ ପୂର୍ବରୁ ଜଣାଇଥିଲେ, ସେମାନଙ୍କୁ ସେମାନେ ବଧ କଲେ; ଏବେ ଆପଣମାନେ ତାହାଙ୍କୁ ଶତ୍ରୁ ହସ୍ତରେ ସମର୍ପଣ କରି ବଧ କରିଅଛନ୍ତି;
Romans 9:31 in Oriya 31 କିନ୍ତୁ ଇସ୍ରାଏଲ ଧାର୍ମିକତାର ମୋଶାଙ୍କ ବ୍ୟବସ୍ଥା ଅନୁଗମନ କରୁ କରୁ ସେହି ମୋଶାଙ୍କ ବ୍ୟବସ୍ଥା ପର୍ଯ୍ୟନ୍ତ ପହଞ୍ଚିଲା ନାହିଁ।
Romans 11:5 in Oriya 5 ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି।
1 Corinthians 3:13 in Oriya 13 ତାହାହେଲେ ପ୍ରତ୍ୟେକ ଜଣର କର୍ମ କି ପ୍ରକାର, ତାହା ପ୍ରକାଶ ପାଇବ, କାରଣ ସେହି ଦିନ ତାହା ପ୍ରକାଶ କରିବ, ଯେଣୁ ସେହି ଦିନ ଅଗ୍ନି ସହିତ ପ୍ରକାଶିତ ହେବ, ଆଉ ପ୍ରତ୍ୟେକ ଲୋକର କର୍ମ କି ପ୍ରକାର, ସେହି ଅଗ୍ନି ପରୀକ୍ଷା କରିବ।
Hebrews 10:28 in Oriya 28 କେହି ମୋଶାଙ୍କ ବ୍ୟବସ୍ଥାକୁ ଅମାନ୍ୟ କଲେ, ସେ ଦୟା ପ୍ରାପ୍ତ ନ ହୋଇ ଦୁଇ କିମ୍ବା ତିନି ଜଣ ସାକ୍ଷୀଙ୍କ ପ୍ରମାଣରେ ହତ ହୁଏ;
Hebrews 12:25 in Oriya 25 ସାବଧାନ, ଯେ ବାକ୍ୟ କହୁଅଛନ୍ତି, ତାହାଙ୍କୁ ଅଗ୍ରାହ୍ୟ ନ କର, କାରଣ ଯେ ପୃଥିବୀରେ ଆଦେଶ ଦେଲେ, ତାହାଙ୍କୁ ଅଗ୍ରାହ୍ୟ କରିବାରୁ ସେମାନେ ଯଦି ରକ୍ଷା ପାଇଲେ ନାହିଁ, ତେବେ ଯେ ସ୍ୱର୍ଗରୁ ଆଦେଶ ଦେଉଅଛନ୍ତି, ତାହାଙ୍କଠାରୁ ବିମୁଖ ହେଲେ ଆମ୍ଭେମାନେ ଯେ ରକ୍ଷା ପାଇବା ନାହିଁ, ଏହା କେତେ ଅଧିକ ସୁନିଶ୍ଚିତ !
1 Peter 2:7 in Oriya 7 ଏଣୁ ବିଶ୍ୱାସ କରୁଅଛ ଯେ ତୁମ୍ଭେମାନେ, ତୁମ୍ଭେମାନେ ସେହି ମହାମୂଲ୍ୟର ଅଂଶୀ ଅଟ, କିନ୍ତୁ ଯେଉଁମାନେ ବିଶ୍ୱାସ କରନ୍ତି ନାହିଁ, ଗୃହନିର୍ମାଣକାରୀମାନେ ଯେଉଁ ପ୍ରସ୍ତରକୁ ଅଗ୍ରାହ୍ୟ କଲେ, ତାହା ସେମାନଙ୍କ ନିମନ୍ତେ କୋଣର ପ୍ରଧାନ ପ୍ରସ୍ତର
Revelation 1:5 in Oriya 5 ପୁଣି, ବିଶ୍ୱସ୍ତ ସାକ୍ଷୀ, ମୃତମାନଙ୍କ ମଧ୍ୟରୁ ପ୍ରଥମଜାତ ଓ ପୃଥିବୀର ରାଜାମାନଙ୍କ ରାଜା ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ। ଯେ ଆମ୍ଭମାନଙ୍କୁ ପ୍ରେମ କରି ଆପଣା ରକ୍ତ ଦ୍ୱାରା ଆମ୍ଭମାନଙ୍କୁ ଆମ୍ଭମାନଙ୍କ ପାପରୁ ମୁକ୍ତ କରିଅଛନ୍ତି,
Revelation 2:23 in Oriya 23 ପୁଣି, ଆମ୍ଭେ ତାହାର ସନ୍ତାନମାନଙ୍କୁ ମୃତ୍ୟୁ ଦ୍ୱାରା ବିନାଶ କରିବୁ। ସେଥିରେ ଆମ୍ଭେ ଯେ ମର୍ମ ଓ ହୃଦୟର ପରୀକ୍ଷକ, ପୁଣି, ତୁମ୍ଭମାନଙ୍କର ପ୍ରତ୍ୟେକ ଜଣକୁ ଆପଣା ଆପଣା କର୍ମାନୁସରେ ଫଳଦାତା, ଏହା ମଣ୍ଡଳୀଗଣ ଜାଣିବେ।
Revelation 6:17 in Oriya 17 କାରଣ ସେମାନଙ୍କ କ୍ରୋଧର ମହାଦିନ ଉପସ୍ଥିତ ହୋଇଅଛି ଆଉ କିଏ ଠିଆ ହୋଇ ପାରେ ?
Revelation 7:14 in Oriya 14 ମୁଁ ତାହାଙ୍କୁ କହିଲି, ହେ ମୋହର ପ୍ରଭୁ, ଆପଣ ହିଁ ତାହା ଜାଣନ୍ତି। ସେଥିରେ ସେ ମୋତେ କହିଲେ, ଏମାନେ ମହାକ୍ଲେଶରୁ ବାହାରି ଆସିଅଛନ୍ତି ଓ ମେଷଶାବକଙ୍କ ରକ୍ତରେ ଆପଣା ଆପଣା ବସ୍ତ୍ର ଧୋଇ ଶୁକ୍ଳବର୍ଣ୍ଣ କରିଅଛନ୍ତି।
Revelation 19:8 in Oriya 8 ତାହାକୁ ଶୁଭ୍ର ଓ ପରିଷ୍କୃତ ସୂକ୍ଷ୍ମ ବସ୍ତ୍ର ପରିଧାନ କରିବା ନିମନ୍ତେ ଦିଆଗଲା; ସେହି ସୂକ୍ଷ୍ମ ବସ୍ତ୍ର ସାଧୁମାନଙ୍କର ଧର୍ମକର୍ମ।