Malachi 4:1 in Oriya 1 “କାରଣ ଦେଖ, ସେହିଦିନ ଆସୁଅଛି, ତାହା ଅଗ୍ନିକୁଣ୍ଡ ପରି ଜଳୁଅଛି; ପୁଣି, ଅହଙ୍କାରୀ ଓ ଦୁଷ୍ଟାଚାରୀ ସମସ୍ତେ ନଡ଼ା ପରି ହେବେ; ଆଉ, ସେମାନଙ୍କର ମୂଳ କି ଡାଳ ଯେପରି ଅବଶିଷ୍ଟ ନ ରହିବ, ଏଥିପାଇଁ ଯେଉଁ ଦିନ ଆସୁଅଛି, ତାହା ସେମାନଙ୍କୁ ଦଗ୍ଧ କରିବ,” ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି।
Other Translations King James Version (KJV) For, behold, the day cometh, that shall burn as an oven; and all the proud, yea, and all that do wickedly, shall be stubble: and the day that cometh shall burn them up, saith the LORD of hosts, that it shall leave them neither root nor branch.
American Standard Version (ASV) For, behold, the day cometh, it burneth as a furnace; and all the proud, and all that work wickedness, shall be stubble; and the day that cometh shall burn them up, saith Jehovah of hosts, that it shall leave them neither root nor branch.
Bible in Basic English (BBE) For see, the day is coming, it is burning like an oven; all the men of pride and all who do evil will be dry stems of grass: and in the day which is coming they will be burned up, says the Lord of armies, till they have not a root or a branch.
Darby English Bible (DBY) For behold, the day cometh, burning as a furnace; and all the proud and all that work wickedness shall be stubble; and the day that cometh shall burn them up, saith Jehovah of hosts, so that it shall leave them neither root nor branch.
World English Bible (WEB) "For, behold, the day comes, it burns as a furnace; and all the proud, and all who work wickedness, will be stubble; and the day that comes will burn them up," says Yahweh of Hosts, "that it shall leave them neither root nor branch.
Young's Literal Translation (YLT) For, lo, the day hath come, burning as a furnace, And all the proud, and every wicked doer, have been stubble, And burnt them hath the day that came, Said Jehovah of Hosts, That there is not left to them root or branch,
Cross Reference Exodus 15:7 in Oriya 7 ତୁମ୍ଭେ ଆପଣା ଉତ୍କୃଷ୍ଟ ମହିମାରେ ଆପଣା ପ୍ରତିକୂଳାଚାରୀମାନଙ୍କୁ ନିପାତ କରିଥାଅ; ତୁମ୍ଭେ ଆପଣା କ୍ରୋଧାଗ୍ନି ପଠାଅ, ତାହା ସେମାନଙ୍କୁ ନଡ଼ା ପରି ଗ୍ରାସ କରେ।
Job 18:16 in Oriya 16 ତଳେ ତାହାର ମୂଳ ଶୁଷ୍କ ହେବ ଓ ଉପରେ ତାହାର ଶାଖା ଉଚ୍ଛିନ୍ନ ହେବ।
Psalm 21:9 in Oriya 9 ତୁମ୍ଭେ ଆପଣା କ୍ରୋଧ ସମୟରେ ସେମାନଙ୍କୁ ପ୍ରଜ୍ୱଳିତ ଭାଟୀ ତୁଲ୍ୟ କରିବ। ସଦାପ୍ରଭୁ ଆପଣା କୋପରେ ସେମାନଙ୍କୁ ଗ୍ରାସ କରିବେ, ପୁଣି, ଅଗ୍ନି ସେମାନଙ୍କୁ ଭକ୍ଷଣ କରିବ।
Psalm 119:119 in Oriya 119 ତୁମ୍ଭେ ପୃଥିବୀସ୍ଥ ଦୁଷ୍ଟସମସ୍ତଙ୍କୁ ଧାତୁର ଖାଦ ପରି ଦୂର କରିଥାଅ; ଏଣୁ ମୁଁ ତୁମ୍ଭ ପ୍ରମାଣ-ବାକ୍ୟକୁ ସ୍ନେହ କରେ।
Isaiah 2:12 in Oriya 12 କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
Isaiah 5:24 in Oriya 24 ଏଥିନିମନ୍ତେ ଅଗ୍ନିର ଜିହ୍ୱା ଯେପରି ନଡ଼ା ଗ୍ରାସ କରେ ଓ ଶୁଷ୍କ ତୃଣ ଯେପରି ଅଗ୍ନି ଶିଖାରେ ଭସ୍ମସାତ୍ ହୁଏ, ସେହିପରି ସେମାନଙ୍କର ମୂଳ ସଢ଼ିଯିବ ଓ ସେମାନଙ୍କର ପୁଷ୍ପ ଧୂଳି ପରି ଉଡ଼ିଯିବ; କାରଣ ସେମାନେ ସୈନ୍ୟାଧିପତି ସଦାପ୍ରଭୁଙ୍କର ବ୍ୟବସ୍ଥା ଅଗ୍ରାହ୍ୟ କରିଅଛନ୍ତି ଓ ଇସ୍ରାଏଲର ଧର୍ମସ୍ୱରୂପଙ୍କ ବାକ୍ୟ ଅଗ୍ରାହ୍ୟ କରିଅଛନ୍ତି।
Isaiah 40:24 in Oriya 24 ହଁ, ସେମାନେ ରୋପିତ ହୋଇ ନାହାନ୍ତି; ହଁ, ସେମାନେ ବୁଣାଯାଇ ନାହାନ୍ତି; ହଁ, ସେମାନଙ୍କ ଗଣ୍ଡିର ଚେର ଭୂମିରେ ମାଡ଼ି ନାହିଁ, ଆହୁରି ସେ ସେମାନଙ୍କ ଉପରେ ଫୁଙ୍କ ଦିଅନ୍ତି, ତହିଁରେ ସେମାନେ ଶୁଷ୍କ ହୁଅନ୍ତି ଓ ଘୂର୍ଣ୍ଣିବାୟୁ ନଡ଼ା ପରି ସେମାନଙ୍କୁ ଉଡ଼ାଇ ନିଏ।
Isaiah 41:2 in Oriya 2 ସେ ଧାର୍ମିକତାରେ ଯାହାକୁ ଆପଣା ଚରଣ ନିକଟକୁ ଡାକନ୍ତି, ଏପରି ଏକ ଜଣକୁ ପୂର୍ବ ଦିଗରୁ କିଏ ଉତ୍ପନ୍ନ କରିଅଛନ୍ତି ? ସେ ନାନା ଦେଶସ୍ଥ ଲୋକଙ୍କୁ ତାହା ସମ୍ମୁଖରେ ସମର୍ପି ଦିଅନ୍ତି ଓ ରାଜାଗଣଙ୍କ ଉପରେ ତାହାକୁ କର୍ତ୍ତୃତ୍ୱ କରାନ୍ତି; ସେ ତାହାର ଖଡ଼୍ଗ ସମ୍ମୁଖରେ ସେମାନଙ୍କୁ ଧୂଳି ତୁଲ୍ୟ ଓ ତାହାର ଧନୁକର ଆଗରେ ଚାଳିତ କୁଟା ପରି ସମର୍ପି ଦିଅନ୍ତି।
Isaiah 47:14 in Oriya 14 ଦେଖ, ସେମାନେ କୁଟା ପରି ହେବେ; ଅଗ୍ନି ସେମାନଙ୍କୁ ଦଗ୍ଧ କରିବ; ସେମାନେ ଅଗ୍ନିଶିଖାର ବଳରୁ ଆପଣାମାନଙ୍କୁ ଉଦ୍ଧାର କରି ପାରିବେ ନାହିଁ। ତାହା ଉଷ୍ଣ ହେବା ନିମନ୍ତେ ଜ୍ୱଳନ୍ତ ଅଙ୍ଗାର ଅବା ତହିଁ ସମ୍ମୁଖରେ ବସିବା ନିମନ୍ତେ ଅଗ୍ନି ସ୍ୱରୂପ ହେବ ନାହିଁ।
Ezekiel 7:10 in Oriya 10 ଦେଖ, ସେହି ଦିନ, ଦେଖ, ତାହା ଆସୁଅଛି; ତୁମ୍ଭର ଶେଷ ବିଚାରାଜ୍ଞା ନିର୍ଗତ ହେଲା; ଯଷ୍ଟି ପୁଷ୍ପିତ ହୋଇଅଛି, ଅହଙ୍କାର ଅଙ୍କୁରିତ ହୋଇଅଛି।
Joel 2:1 in Oriya 1 ତୁମ୍ଭେମାନେ ସିୟୋନରେ ତୂରୀ ବଜାଅ ଓ ଆମ୍ଭ ପବିତ୍ର ପର୍ବତରେ ଘୋରନାଦ କର ! ଦେଶନିବାସୀ ସମସ୍ତେ କମ୍ପମାନ ହେଉନ୍ତୁ; କାରଣ ସଦାପ୍ରଭୁଙ୍କର ଦିନ ଆସୁଅଛି, ସେ ଦିନ ନିକଟ।
Joel 2:31 in Oriya 31 ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନର ପୂର୍ବେ ସୂର୍ଯ୍ୟ ଅନ୍ଧକାର ଓ ଚନ୍ଦ୍ର ରକ୍ତ ହୋଇଯିବ।
Amos 2:9 in Oriya 9 ତଥାପି ଏରସ ବୃକ୍ଷ ତୁଲ୍ୟ ଦୀର୍ଘ ଓ ଅଲୋନ୍ ବୃକ୍ଷ ତୁଲ୍ୟ ବଳିଷ୍ଠ ଇମୋରୀୟକୁ ଆମ୍ଭେ ସେମାନଙ୍କ ସମ୍ମୁଖରେ ବିନାଶ କଲୁ; ଆଉ, ଉପରେ ତାହାର ଫଳ ଓ ତଳେ ତାହାର ମୂଳ ନଷ୍ଟ କଲୁ।
Obadiah 1:18 in Oriya 18 ପୁଣି, ଯାକୁବର ବଂଶ ଅଗ୍ନି ସ୍ୱରୂପ ଓ ଯୋଷେଫର ବଂଶ ଅଗ୍ନିଶିଖା ସ୍ୱରୂପ ହେବେ, ଆଉ ଏଷୌର ବଂଶ ନଡ଼ା ସ୍ୱରୂପ ହେବେ, ଆଉ ସେମାନେ ତହିଁ ମଧ୍ୟରେ ଜ୍ୱଳି ତାହା ଗ୍ରାସ କରିବେ; ତହିଁରେ ଏଷୌ ବଂଶର କେହି ଅବଶିଷ୍ଟ ରହିବେ ନାହିଁ; କାରଣ ସଦାପ୍ରଭୁ ଏହା କହିଅଛନ୍ତି।
Nahum 1:5 in Oriya 5 ତାହାଙ୍କ ଆଗରେ ପର୍ବତଗଣ କମ୍ପିତ ହୁଅନ୍ତି ଓ ଉପପର୍ବତସବୁ ତରଳି ଯା'ନ୍ତି; ଆଉ, ତାହାଙ୍କ ସାକ୍ଷାତରେ ପୃଥିବୀ କମ୍ପିତ ହୁଏ, ହଁ ଜଗତ ଓ ତନ୍ନିବାସୀ ସମସ୍ତେ କମ୍ପିତ ହୁଅନ୍ତି।
Nahum 1:10 in Oriya 10 କାରଣ ସେମାନେ ଜଡ଼ିତ କଣ୍ଟକର ନ୍ୟାୟ ଓ ମଦ୍ୟପାନରେ ତିନ୍ତିବା ପରି ହେଲେ ହେଁ ଶୁଷ୍କ ନଡ଼ା ତୁଲ୍ୟ ନିଃଶେଷ ରୂପେ ଗ୍ରାସିତ ହେବେ।
Zephaniah 1:14 in Oriya 14 ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀର ପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି।
Zephaniah 1:18 in Oriya 18 ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ।
Zechariah 14:1 in Oriya 1 ଦେଖ, ସଦାପ୍ରଭୁଙ୍କର ଏକ ଦିନ ଆସୁଅଛି, ସେହି ସମୟରେ ତୁମ୍ଭ ସମ୍ପତ୍ତି ତୁମ୍ଭ ମଧ୍ୟରେ ବିଭକ୍ତ କରାଯିବ।
Malachi 3:2 in Oriya 2 ମାତ୍ର ତାହାଙ୍କର ଆଗମନ ଦିନ କିଏ ସହି ପାରେ ? ଆଉ, ସେ ଦର୍ଶନ ଦେବା ବେଳେ କିଏ ଠିଆ ହେବ ? କାରଣ ସେ ପରିଷ୍କାରକାରୀର ଅଗ୍ନି ତୁଲ୍ୟ ଓ ଲୁଗା ସଫା କ୍ଷାର ସ୍ୱରୂପ;
Malachi 3:15 in Oriya 15 ପୁଣି, ଏବେ ଆମ୍ଭେମାନେ ଅହଙ୍କାରୀକୁ ସୁଖୀ କହୁ; ହଁ, ଦୁଷ୍ଟାଚାରୀମାନେ ବର୍ଦ୍ଧିଷ୍ଣୁ ହୁଅନ୍ତି; ହଁ, ଯେଉଁମାନେ ପରମେଶ୍ୱରଙ୍କର ପରୀକ୍ଷା କରନ୍ତି, ସେମାନେ ରକ୍ଷା ପାଆନ୍ତି।
Malachi 3:18 in Oriya 18 ସେତେବେଳେ ତୁମ୍ଭେମାନେ, ଧାର୍ମିକ ଓ ଦୁଷ୍ଟ, ଯେ ପରମେଶ୍ୱରଙ୍କ ସେବା କରେ ଓ ଯେ ତାହାଙ୍କର ସେବା ନ କରେ, ସେମାନଙ୍କ ମଧ୍ୟରେ ପ୍ରଭେଦ ଦେଖିବ।
Malachi 4:5 in Oriya 5 ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା।
Matthew 3:12 in Oriya 12 ତାହାଙ୍କ ହାତରେ କୁଲା ଅଛି, ଆଉ ସେ ନିଜ ଖଳା ଉତ୍ତମଭାବେ ସଫା କରି ଆପଣା ଗହମ ଅମାରରେ ଏକାଠି କରି ରଖିବେ, କିନ୍ତୁ ଅଗାଡ଼ିଯାକ ଲିଭୁ ନ ଥିବା ଅଗ୍ନିରେ ପୋଡ଼ି ପକାଇବେ।”
Luke 19:43 in Oriya 43 ଯେତେବେଳେ ଈଶ୍ୱର ତୋତେ ଉଦ୍ଧାର କରିବାକୁ ଚେଷ୍ଟା କରୁଥିଲେ ତାହା ତୁ ନ ଜାଣିବା ହେତୁରୁ, ଯେଉଁ ସମୟରେ ତୋ' ଶତ୍ରୁମାନେ ତୋର ଚାରିଆଡ଼େ ବନ୍ଧ ବାନ୍ଧି ତୋତେ ଘେରିଯାଇ ଅବରୋଧ କରିବେ,
Luke 21:20 in Oriya 20 କିନ୍ତୁ ତୁମ୍ଭେମାନେ ଯେତେବେଳେ ଯିରୂଶାଲମକୁ ସୈନ୍ୟସାମନ୍ତ ଘେରିଥିବା ଦେଖିବ, ସେତେବେଳେ ତାହା ଧ୍ୱଂସ ହେବା ଯେ ସନ୍ନିକଟ, ଏହା ଜାଣ।
2 Thessalonians 1:8 in Oriya 8 ଯେଉଁମାନେ ଈଶ୍ୱରଙ୍କୁ ଜାଣନ୍ତି ନାହିଁ, ଓ ଆମ୍ଭମାନଙ୍କ ପ୍ରଭୁ ଯୀଶୁଙ୍କ ସୁସମାଚାର ମାନନ୍ତି ନାହିଁ, ସେମାନଙ୍କୁ ସେ ସେତେବେଳେ ଦଣ୍ଡ ଦେବେ,
2 Peter 3:7 in Oriya 7 ପୁଣି, ଏହି ବର୍ତ୍ତମାନ ଆକାଶମଣ୍ଡଳ ଓ ପୃଥିବୀ ସେହି ବାକ୍ୟ ଦ୍ୱାରା ଅଧାର୍ମିକ ଲୋକମାନଙ୍କର ବିଚାର ଓ ବିନାଶର ଦିନ ପର୍ଯ୍ୟନ୍ତ ସଞ୍ଚିତ ହୋଇ ଅଗ୍ନି ନିମନ୍ତେ ରକ୍ଷିତ ହୋଇଅଛି।